ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇ ଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇ ଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅନୁରାଗ କଶ୍ୟପ (ଜନ୍ମ: ୧୦ ସେପ୍ଟେମ୍ବର ୧୯୭୨), ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ଚଳଚ୍ଚିତ୍ର ପ୍ରଯୋଜକ ଏବଂ ଅଭିନେତା । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ କାମ କରନ୍ତି । ଚଳଚ୍ଚିତ୍ର ଜଗତରେ ଅନୁରାଗଙ୍କର ଅବଦାନ ପାଇଁ ଫ୍ରାନ୍ସ ସରକାର ତାଙ୍କୁ ୨୦୧୩ ମସିହାରେ ସମ୍ମାନିତ କରିଥିଲେ ।ଅନୁରାଗ ପ୍ରଥମେ ଜଣେ ଦୂରଦର୍ଶନ ଧାରାବାହିକ କାହାଣୀକାର ଭାବରେ କାର୍ଯ୍ୟ କରିଥିଲେ । ସେ କିଛି ସଫଳ ଏବଂ ଚର୍ଚ୍ଚିତ ଧାରାବାହିକର କାହାଣୀ ରଚନା କରିବା ପରେ ୧୯୯୮ ମସିହାରେ ରାମ ଗୋପାଳ ବର୍ମାଙ୍କ ହତ୍ୟାଭିତ୍ତକ ଚଳଚ୍ଚିତ୍ର ସତ୍ୟାର ସହ-ଲେଖକ ଭାବରେ କାର୍ଯ୍ୟ କରିଥିଲେ । ଏହାପରେ ସେ ପାଞ୍ଚ୍ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ, ମାତ୍ର ଏହି ଚଳଚ୍ଚିତ୍ରଟିରେ ଥିବା ମାତ୍ରାଧିକ ଆପତ୍ତିଜନକ ଦୃଶ୍ୟ ଏବଂ କାହାଣୀ ପାଇଁ ଭାରତୀୟ ଚଳଚ୍ଚିତ୍ର ନିୟନ୍ତ୍ରକ ସଂଘ ଏହାକୁ ମୁକ୍ତିଲାଭ କରିବାର ଅନୁମତି ଦେଇନଥିଲେ । ୨୦୦୭ ମସିହାରେ ଅନୁରାଗଙ୍କ ନିର୍ଦ୍ଦେଶନାରେ ପ୍ରଥମ ଚଳଚ୍ଚିତ୍ର ବ୍ଲାକ୍ ଫ୍ରାଇଡେ ମୁକ୍ତିଲାଭ କଲା । ଏହି ଚଳଚ୍ଚିତ୍ରଟିର ୧୯୯୩ର ବମ୍ବେ ବୋମା ବିସ୍ଫୋରଣ ଉପରେ ଆଧାରିତ ହୁସେନ ଜାଇଦିଙ୍କ ପୁସ୍ତକର କାହାଣୀକୁ ନେଇ ନିର୍ମାଣ କରାଯାଇଥିଲା । ଏହି ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାବେଳେ ପୁଣିଥରେ ଜାତୀୟ ଚଳଚ୍ଚିତ୍ର ପ୍ରମାଣପତ୍ରପାଇଁ ଦୁଇ ବର୍ଷ ଅପେକ୍ଷା କରିଥିଲା । ସେତେବେଳକୁ ୧୯୯୩ ବୋମା ବିସ୍ଫୋରଣର ମକୋଦ୍ଦମା ଚାଲିଥିଲା, ତେଣୁ ଏହାର କାହାଣୀ ଉପରେ ରୋକ ଲଗାଯାଇଥିଲା । ମାତ୍ର ମକୋଦ୍ଦମା ଶେଷ ହେବା ଆଗରୁ ୨୦୦୭ରେ ଏହାକୁ ମୁକ୍ତିଲାଭ ପାଇଁ ଅନୁମତି ଦିଆଯାଇଥିଲା । ଏହି ଚଳଚ୍ଚିତ୍ରକୁ ନେଇ ସର୍ବସାଧାରଣରେ ଜାଗିଥିବା ଲୋକପ୍ରିୟତା ପାଇଁ ଏହାକୁ ମୁକ୍ତିଲାଭର ଅନୁମତି ମିଳିଥିଲା । ଏହାପରେ ୨୦୦୭ରେ ତାଙ୍କ ନିର୍ଦ୍ଦେଶନାରେ ମୁକ୍ତିଲାଭ କରିଥିବା ଅନ୍ୟ ଏକ ଚଳଚ୍ଚିତ୍ର ନୋ ସ୍ମୋକିଙ୍ଗ୍ ସମୀକ୍ଷକଙ୍କଠାରୁ ନାକାରାତ୍ମକ ପ୍ରତିକ୍ରୟା ପାଇଥିବାବେଳେ ବ୍ୟବସାୟରେ ବହୁତ ଖରାପ ପ୍ରଦର୍ଶନ କରିଥିଲା । ଏହାପରେ ୨୦୦୯ରେ ମୁକ୍ତିଲାଭ କରିଥିବା ତାଙ୍କ ନିର୍ଦ୍ଦେଶିତ ଅନ୍ୟ ଏକ ଚଳଚ୍ଚିତ୍ର ଦେଭ୍.ଡିଙ୍କୁ ସମୀକ୍ଷକ ଓ ଦର୍ଶକ ପସନ୍ଦ କରିଥିଲେ ଏବଂ ଏହା ବ୍ୟବସାୟିକ ସଫଳ ମଧ୍ୟ ହୋଇଥିଲା । ଏହି ଚଳଚ୍ଚିତ୍ରଟି ଦେବଦାସ ଚରିତ୍ରର ଏକ ଆଧୁନିକ ରୂପ ଥିଲା । ଏହାପରେ ତାଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ୨୦୦୯ର ରାଜନୈତିକ ନାଟକ ଗୁଲ୍ଲାଲ୍ ଏବଂ ୨୦୧୧ର ଦ୍ୟାଟ୍ ଗାର୍ଲ ଇନ୍ ୟେଲ୍ଲୋ ବୁଟ୍ସ୍ ସଫଳ ହୋଇଥିଲା । ୨୦୧୨ରେ ମୁକ୍ତିଲାଭ କରିଥିବା ଅପରାଧ ଭିତ୍ତିକ ନାଟକ ଗ୍ୟାଙ୍ଗ୍ସ୍ ଅଫ୍ ୱାସେପୁରର ଦୁଇଟି ଭାଗ ଅନୁରାଗଙ୍କର ସବୁଠାରୁ ବଡ଼ ସଫଳତା ଥିଲା । ଏହି ଚଳଚ୍ଚିତ୍ରଟି ଫିଲ୍ମଫେୟାରରେ ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ମନୋନୀତ ହୋଇଥିଲା ଏବଂ କିଛି ପୁରସ୍କାର ପାଇଥିଲା । ଏହାପରେ ୨୦୧୩ରେ ବମ୍ବେ ଟକିଜ୍, ୨୦୧୪ରେ ଅଗ୍ଲି ଏବଂ ୨୦୧୫ରେ ବମ୍ୱେ ଭେଲବେଟ ନିର୍ମାଣ କରିଥିଲେ ଅନୁରାଗ । ମାତ୍ର ଏହି ଚଳଚ୍ଚିତ୍ରଗୁଡ଼ିକ ବିଫଳ ହୋଇଥିଲା । ୨୦୧୬ ମସିହାରେ ଅନୁରାଗ ରମଣ ରାଘବ ଚଳଚ୍ଚିତ୍ରର ୨ୟ ଭାଗ ରମଣ ରାଘବ ୨.୦ ଅଭିନେତା ନବାଜ ଉଦ୍ଦିନ ସିଦ୍ଦିକଙ୍କୁ ନେଇ ନିର୍ମାଣ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଣଦୀପ ହୁଡ୍ଡା (pronounced [rɳd̪iːp huːɖaː]; ଜନ୍ମ: ୨୦ ଅଗଷ୍ଟ ୧୯୭୬), ଜଣେ ଭାରତୀୟ କଥାଚିତ୍ର ଅଭିନେତା, ଯିଏକି ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ହରିୟାଣାରେ ରୋହତକ୍ରେ ଜନ୍ମଗ୍ରହଣ କରିଥିବା ରଣଦୀପ ସୋନେପଟର ମୋତିଲାଲ ନେହେରୁ ସ୍କୁଲରେ ପଢ଼ୁଥିଲେ । ସେଠାରେ ସେ ସ୍କୁଲରେ ପଢ଼ିବାବେଳୁ ହିଁ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ମାନବ ସମ୍ବଳ ବିକାଶ ବିଷୟରେ ସ୍ନାତକ କରିଥିଲେ । ଏହାପରେ ସେ ଭାରତ ପ୍ରତ୍ୟାବର୍ତ୍ତନ କରିବାପରେ ମଡେଲିଂରେ ଯୋଗ ଦେଇଥିଲେ ଏବଂ ଥିଏଟରରେ ଅଭିନୟ ପାଇଁ ଯୋଗ ଦେଇଥିଲେ ।ରଣଦୀପ ୨୦୦୧ ମସିହାରେ ହିନ୍ଦୀ କଥାଚିତ୍ର ଜଗତରେ ତାଙ୍କର ଅଭିନୟ ଆରମ୍ଭ କରିଥିଲେ । ମୀରା ନାୟାରଙ୍କର ଚଳଚ୍ଚିତ୍ର ମନ୍ସୁନ୍ ୱେଡିଙ୍ଗ୍ ଜରିଆରେ ରଣଦୀପ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟରେ ପ୍ରବେଶ କରିଥିଲେ । ଏହି ଚଳଚ୍ଚିତ୍ରରେ ରଣଦୀପ ଅନେକ ପ୍ରସଂଶା ସାଉଁଣ୍ଟିଥିଲେ । ମାତ୍ର ପ୍ରଥମ ଚଳଚ୍ଚିତ୍ରର ଏହି ଆଂଶିକ ସଫଳତା ପରେ ରଣଦୀପଙ୍କୁ ଆଗାମୀ ଚଳଚ୍ଚିତ୍ରରେ ଅଭିନୟ ପାଇଁ ୪ବର୍ଷ ଅପେକ୍ଷା କରିବାକୁ ପଡ଼ିଥିଲା । ୨୦୦୫ରେ ସେ ତାଙ୍କର ୨ୟ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ରାମ ଗୋପାଳ ବର୍ମାଙ୍କ ଚଳଚ୍ଚିତ୍ର 'ଡି'ରେ ରଣଦୀପ ଅଭିନୟ କରିଥିଲେ, ମାତ୍ର ଏହି ଚଳଚ୍ଚିତ୍ରଟି ସଫଳ ହୋଇପାରିନଥିଲା । ଏହାପରେ ରଣଦୀପଙ୍କର ଅଭିନୟ ଜୀବନରେ ସଫଳା ମିଳିବା କଷ୍ଟକର ହୋଇପଡ଼ିଲା । ଏହି ସମୟରେ ରଣଦୀପ ନିଜର ଗୁଜୁରାଣ ପାଇଁ ବିଭିନ୍ନ ଦୂରଦର୍ଶନ ବିଜ୍ଞାପନରେ ଅଭିନୟ କରୁଥିଲେ । ସେ ଲଗାତାର କିଛି ବ୍ୟବସାୟିକ ବିଫଳତା ଭୋଗୁଥିବା ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଗୁଡ଼ିକୁ ମଧ୍ୟ ସମୀକ୍ଷକମାନେ ନାପସନ୍ଦ କରିଥିଲେ । ଏହାପରେ ୨୦୧୦ ମସିହାରେ ରଣଦୀପଙ୍କ ଅଭିନୟ ଜୀବନର ମୋଡ଼ ବଦଳିଲା, ଯେତେବେଳେ ସେ ଏକତା କପୁରଙ୍କର ଚଳଚ୍ଚିତ୍ର ୱାନ୍ସ ଅପନ ଏ ଟାଇମ୍ରେ ଜଣେ ପୋଲିସ ଅଧିକାରୀ ଭୂମିକାରେ ଅଭିନୟ କଲେ । ଏହାପରେ ୨୦୧୧ରେ ରଣଦୀପ ସାହେବ, ବିବି ଔର୍ ଗ୍ୟାଙ୍ଗ୍ଷ୍ଟାର ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ରଣଦୀପଙ୍କୁ ଆଇଫା (ଆନ୍ତର୍ଜାତୀୟ ଭାରତୀୟ ଚଳଚ୍ଚିତ୍ର ପୁରସ୍କାର)ରେ ଶ୍ରେଷ୍ଠ ସହ-ଅଭିନେତା ପାଇଁ ମନୋନୀତ କରାଯାଇଥିଲା ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ସତ୍ୟଜିତ ରାୟ (ଛାଞ୍ଚ:IPA-bn; ୨ ମଇ ୧୯୨୧ – ୨୩ ଅପ୍ରେଲ ୧୯୯୨), ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ମାତା ଥିଲେ । ସେ ଚଳଚ୍ଚିତ୍ର ନିର୍ମାଣ ସହ ଚିତ୍ରନାଟ୍ୟ ରଚନା, ସଙ୍ଗୀତକାର, ଗୀତିକାର, ନିର୍ଦ୍ଦେଶକ, ଲେଖକ ଭାବରେ ବିଂଶ ଶତାବ୍ଦୀର ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା ଭାବରେ ପରିଚିତ ଥିଲେ । ସତ୍ୟଜିତ କଲିକତାର ଏକ ବଙ୍ଗାଳୀ ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ଜନେ ବିଜ୍ଞାପନ କଳାକାର ଭାବରେ ତାଙ୍କର ପେଶା ଆରମ୍ଭ କରିଥିଲେ ଏବଂ ପରେ ସେ ଜଣେ ସ୍ୱତନ୍ତ୍ର ଚଳଚ୍ଚିତ୍ର ନିର୍ମାତା ଭାବରେ କାମ ଆରମ୍ଭ କରିଥିଲେ । ସତ୍ୟଜିତ ତାଙ୍କର ଲଣ୍ଡନ ଯାତ୍ର ସମୟରେ ଫ୍ରେଞ୍ଚ ଚଳଚ୍ଚିତ୍ର ନିର୍ମାତା ଜିନ୍ ରେନୋଇର୍ଙ୍କୁ ଭେଟିଲା ପରେ ଏବଂ ୧୯୪୮ ମସିହାରେ ଭିଟ୍ଟୋରିଓ ଦେ ସିକାଙ୍କର ଇଟାଲୀ ଚଳଚ୍ଚିତ୍ର ବାଇସାଇକେଲ ଥିଭ୍ସ୍ ଦେଖିଲା ପରେ ସେ ନିଜେ ଜଣେ ସ୍ୱଧୀନ ଚଳଚ୍ଚିତ୍ର ନିର୍ମାତା ହେବା ପାଇଁ ନିଷ୍ପତ୍ତି ନେଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରିୟା ସେନ (ଜନ୍ମ: ରିୟା ଦେବ ବର୍ମା; ୨୪ ଜାନୁଆରୀ ୧୯୮୦) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ମଡେଲ । ରିୟାଙ୍କର ପରିବାର ଚଳଚ୍ଚିତ୍ର ଦୁନିଆ ସହ ଜଡ଼ିତ । ତାଙ୍କର ଆଇ ସୁଚିତ୍ରା ସେନ, ମାଆ ମୁନ୍ମୁନ୍ ସେନ ଓ ଭଉଣୀ ରାଇମା ସେନ ସମସ୍ତେ ଅଭିନେତ୍ରୀ । ରିୟା ୧୯୯୧ ମସିହାରେ ଜଣେ ଶିଶୁ କଳାକାର ଭାବରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ହିନ୍ଦୀ କଥାଚିତ୍ର ବିଷକନ୍ୟା ଜରିଆରେ ସେ ତାଙ୍କର ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ରିୟା ଏହାପରେ ରିୟା ନାୟିକା ଭାବରେ ତାମିଲ କଥାଚିତ୍ର ଜଗତରୁ ଆମ୍ଭର କରିଥିଲେ । ୧୯୯୯ ମସିହାରେ ସେ ତାମିଲ କଥାଚିତ୍ର ତାଜ ମହଲରେ ପ୍ରଥମଥର ପାଇଁ ନାୟିକା ଭୂମିକାରେ ଅଭିନୟ କରିଥିଲେ । ୨୦୦୧ ମସିହାରେ ରିୟାଙ୍କୁ ହିନ୍ଦୀ କଥାଚିତ୍ର ଷ୍ଟାଇଲରେ ନାୟିକା ଭୂମିକାରେ କାମ ମିଳିଥିଲା । ସ୍ୱଳ୍ପ ବ୍ୟୟରେ ନିର୍ମିତ ଏହି ଚଳଚ୍ଚିତ୍ରଟି ସଫଳ ହୋଇଥିଲା । ଏହାପରେ ରିୟାଙ୍କୁ କିଛି ସଫଳ ଚଳଚ୍ଚିତ୍ର ଝଙ୍କାର ବିଟ୍ସ୍, ହିଙ୍ଗ୍ଲିସ୍, ସାଦି ନଂ ୱାନ୍ ଓ ଭୂତ କାହାଣୀ ଉପରେ ଆଧାରିତ ମାଲାୟଲମ ଚଳଚ୍ଚିତ୍ର ଅନନ୍ତଭଦ୍ରମ୍ ଆଦିରେ କାମ ମିଳିଥିଲା ।
ସୁନା ପାଲିଙ୍କି, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ ରାଉତ । ସୁଜାତା ରାଉତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସୂର୍ଯ୍ୟ ମିଶ୍ର ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ସାଗର ମିଶ୍ର, ଗାୟତ୍ରୀ ଜରିବାଲା, ଅଶ୍ରୁମୋଚନ ମହାନ୍ତି, ଦେବୁ ବୋଷ, ସ୍ମିତା ମହାନ୍ତି, କାଜଲ, ସ୍ନିଗ୍ଧା ମହାନ୍ତି, ରାଇମୋହନ ପରିଡ଼ା, ରୁନୁ ପରିଜା, ଜୟୀରାମ ସାମଲ, ବ୍ରଜ ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ନୀଳମଣି ରାଉତରାୟ (୨୪ ମଇ ୧୯୨୦ - ୪ ଅକ୍ଟୋବର ୨୦୦୪) ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୭୭ ଠାରୁ ୧୯୮୦ ପର୍ଯ୍ୟନ୍ତ ଦାୟିତ୍ଵ ନିର୍ବାହ କରିଥିଲେ ।ସେ କେନ୍ଦ୍ରରେ ପ୍ରଥମେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଓ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ବିଶ୍ଵନାଥ ପ୍ରତାପ ସିଂହଙ୍କ ନେତୃତ୍ଵାଧୀନ ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ । ୪ ଅକ୍ଟୋବର ୨୦୦୪ରେ ତାଙ୍କର ଦେହାନ୍ତ ହୋଇଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଜଣାଶୁଣା ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ସେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ଅନର୍ସ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ଵଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ଵର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ଫରାସୀ ଭୌତିକବିଦ ଓ ରସାୟନବିଦ ଥିଲେ । ଦୁଇଟି ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି । ସେ ପ୍ୟାରିସ୍ ବିଶ୍ଵବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର ଥିଲେ । ମେରୀ କ୍ୟୁରି ଵାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତି ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ଵାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍କାଫଏଡ ଅସ୍ଥି ଭଗ୍ନ ଇଂରାଜୀ ଭାଷାରେ scaphoid fracture) କୁହାଯାଏ ଯେତେବେଳେ କଚଟିରେ (wrist) ଥିବା ସ୍କାଫଏଡ ଅସ୍ଥି (scaphoid bone) ଭାଙ୍ଗିଯାଏ (break) । ବୁଢ଼ା ଆଙ୍ଗୁଠି ମୂଳରେ ଯନ୍ତ୍ରଣା ହୁଏ ଯାହା ହାତ ବ୍ୟବହାର କଲେ ବଢ଼ିଯାଏ । ଆନାଟମିକାଲ ସ୍ନଫବକ୍ସ (anatomic snuffbox) ଫୁଲିଯାଏ ଓ ସେଠାରେ ଦରଜ ଲାଗେ । କେଶ୍ ଜଟିଳ ହେଲେ ନନ-ୟୁନିଅନ (nonunion), ଆଭାସ୍କୁଲାର ନେକ୍ରୋସିସ ଓ ଆର୍ଥ୍ରାଇଟିସ ହୋଇପାରେ ।ଉପର ଅବୟବ ତଳମୁହାଁ ଥାଇ ପଡ଼ିଗଲେ ସାଧାରଣତଃ ଏହି ସ୍କାଫଏଡ ଅସ୍ଥି ଭାଙ୍ଗିଯାଏ । ରୋଗୀର ପରୀକ୍ଷା ଓ ମେଡିକାଲ ଇମେଜିଙ୍ଗ (medical imaging) କରି ଏହା ନିର୍ଣ୍ଣୟ କରାଯାଏ । ସାଧାରଣ ଏକ୍ସ-ରେ (X-rays) ଚିତ୍ରରେ କେତେକ ଭଙ୍ଗା ଧରା ନପଡ଼ିପାରେ । ଏଭଳି କେଶରେ ଏମଆରଆଇ (MRI) ବା ବୋନ ସ୍କାନ (bone scan) ଆବଶ୍ୟକ ହୋଇଥାଏ ।କେତେକ କାର୍ଯ୍ୟକଳାପରେ ଏହାର ପ୍ରତିଷେଧକ ରୁପେ ରିସ୍ଟ ଗାର୍ଡ଼ (wrist guards ବ୍ୟବହାର କରିବାକୁ ଉପଦେଶ ଦିଆଯାଏ । ଆଲାଇନମେଣ୍ଟ ସଠିକ ଥିଲେ କେବଳ ଏକ କାସ୍ଟ (cast) ଦେଲେ ଯଥେଷ୍ଟ ହୁଏ । ଭଙ୍ଗା ସ୍ଥାନଚ୍ୟୁତ ହୋଇଥିଲେ ଅପରେଶନ ଦରକାର ହୁଏ । ଏହା ଭଲ ହେବାକୁ ପ୍ରାୟ ୬ ମାସ ଲାଗେ । କଚଟିରେ ହେଉଥିବା କାର୍ପାଲ ଅସ୍ଥି (wrist bone) ଭଙ୍ଗା ମଧ୍ୟରେ ଏହି ଭଙ୍ଗା ସର୍ବାଧିକ ହୁଏ । ମହିଳାଙ୍କ ଅପେକ୍ଷା ପୁରୁଷମାନଙ୍କର ଅଧିକ ସ୍କାଫଏଡ ଅସ୍ଥି ଭଗ୍ନ ହୁଏ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଟ୍ରେଟିନଏନ (ଇଂରାଜୀ ଭାଷାରେ Tretinoin, ଅନ୍ୟ ନାମ ଅଲ-ଟ୍ରାନ୍ସ ରେଟିନଇକ ଏସିଡ/all-trans retinoic acid ବା ATRA),ଏକ ଔଷଧ ଯାହା ବ୍ରଣ (acne) ଓ ଆକ୍ୟୁଟ ପ୍ରୋମାୟେଲୋସାଇଟିକ ଲିଉକେମିଆ (acute promyelocytic leukemia) ରୋଗମାନଙ୍କ ଚିକିତ୍ସାରେ ବ୍ୟବହାର କରାଯାଏ । ବ୍ରଣ ନିମନ୍ତେ ଏହା କ୍ରିମ ବା ମଲମ ଆକାରରେ ଚମରେ ଲଗାଯାଏ । ଲିଉକେମିଆ ରୋଗରେ ୩ ମାସ ପର୍ଯ୍ୟନ୍ତ ପାଟିରେ ଦିଆଯାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଆହେ ଦୟାମୟ ବିଶ୍ଵ ବିହାରୀ ଓଡ଼ିଆ ଭାଷାର ଏକ ପାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପାର୍ଥନାଟି ଗାନ୍ଧୀଙ୍କର ସାବରମତି ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳି ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ନୋଟ୍ରେ ଡାମ୍ ଡି ପାରି (Notre-Dame de Paris – ଏହି ଫରାସୀ ନାମର ଶବ୍ଦାର୍ଥ ହେଲା “ପ୍ୟାରିସ୍ସ୍ଥିତ ଆମ ମହିଳା”) ବା ନୋଟ୍ରେ ଡାମ୍ ଫ୍ରାଂସ୍ର ପ୍ୟାରିସ୍ରେ ଥିବା ଏକ ମଧ୍ୟଯୁଗୀୟ କ୍ୟାଥୋଲିକ୍ ଗୀର୍ଜାଘର । ଏହି ଗୀର୍ଜାଘର ଫରାସୀ ଗୋଥିକ୍ ସ୍ଥାପତ୍ୟ କଳାର ଏକ ଶ୍ରେଷ୍ଠ ନିଦର୍ଶନ ରୂପେ ପରିଗଣିତ ହୁଏ । ଫ୍ରାଂସ୍ ତଥା ବିଶ୍ଵର ପ୍ରଖ୍ୟାତ ଗୀର୍ଜାଘରମାନଙ୍କ ମଧ୍ୟରୁ ଏହା ଅନ୍ୟତମ । ଗୀର୍ଜା କାନ୍ଥରେ ତିଆରି ହୋଇଥିବା ଜୀବନ୍ତ ସଦୃଶ ପ୍ରତିମୂର୍ତ୍ତି ଓ କାଚର ଝରକାରେ ହୋଇଥିବା ଚିତ୍ରକଳା ଯୋଗୁଁ ଏହା ରୋମାନ୍ ସ୍ଥାପତ୍ୟ କଳାଠାରୁ ଭିନ୍ନ । ନୋଟ୍ରେ ଡାମ୍ ଗୀର୍ଜାଘରର ଦୈର୍ଘ୍ୟ ପ୍ରାୟ ୧୨୮ ମିଟର୍ (୪୨୦ ଫୁଟ୍), ପ୍ରସ୍ଥ ପ୍ରାୟ ୪୮ ମିଟର୍ (୧୫୭ ଫୁଟ୍) ଓ ଏଥିରେ ୧୦ଟି ଘଣ୍ଟି ରହିଛି ।