ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଦୁକୁଡ଼ୁ, ୨୦୧୧ରେ ମୁକ୍ତିଲାଭ କରିଥିବା ତେଲୁଗୁ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରାମ ଅଚନ୍ତ, ଗୋପିଚାନ୍ଦ ଅଚନ୍ତ ଓ ଅନୀଲ ସୁଙ୍କରା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଶ୍ରୀନୁ ଭାଇତ୍ଲା, ଗୋପୀମୋହନ ଓ କୋନା ଭେଙ୍କଟ । ଶ୍ରୀନୁ ଭାଇତ୍ଲା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ମହେଶ ବାବୁ ଓ ସାମନ୍ତା ରୁହଃ ପ୍ରଭୁ । ମହେଶ ବାବୁ ୨ବର୍ଷ ବିରତୀ ପରେ ଏହି କଥାଚିତ୍ର ଜରିଆରେ ପୁଣିଥରେ ପ୍ରତ୍ୟାବର୍ତ୍ତନ କରିଥିଲେ । ସୋନୁ ସୁଦ୍ ଏହି କଥାଚିତ୍ରର ମୁଖ୍ୟ ଖଳନାୟକ 'ନାୟକ' ଭୂମିକାରେ ଅଭିନୟ କରିଥିଲେ । ପ୍ରକାଶ ରାଜ, ବ୍ରହ୍ମାନନ୍ଦମ, ଏମ୍. ଏସ୍.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବୀରେନ ମିତ୍ର (୨୬ ନଭେମ୍ବର ୧୯୧୭–୨୫ ମଇ ୧୯୭୮), ଜଣେ ଓଡ଼ିଆ ରାଜନୈତିକ ନେତା ଓ ସମାଜ ସଂସ୍କାରକ ଥିଲେ । ସେ ୨ ଅକ୍ଟୋବର୧୯୬୩ ଠାରୁ ୨୧ ଫେବୃଆରୀ୧୯୬୫ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ସେ ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶା ବିଧାନ ସଭାକୁ କଟକ ସଦରରୁ କଂଗ୍ରେସ ପ୍ରାଥୀ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୩ ମସିହାରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଓ ୧୯୬୫ ମସିହାରେ ଇସ୍ତଫା ଦେଇଥିଲେ । ବୀରେନ, ୧୯୧୭ ମସିହାରେ କଟକର କାଠଗଡା ସାହିରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା "ବିପିନ ବିହାରୀ ମିତ୍ର" । ସେ କଟକର ପ୍ୟାରୀମୋହନ ଏକାଡେମୀ ଓ ରେଭେନ୍ସା ମହାବିଦ୍ୟାଳୟରୁ ଶିକ୍ଷାଗ୍ରହଣ କରିଥିଲେ । ସେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ "ଅଗଷ୍ଟ ବିପ୍ଳବ"ରେ ଅଂଶଗ୍ରହଣ କରିଥିଲେ । ହରେକୃଷ୍ଣ ମହତାବ ଥିଲେ ବୀରେନଙ୍କ ରାଜନୈତିକ ଗୁରୁ ଓ ସହକର୍ମୀ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇ ଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇ ଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇମ୍ରାନ ଖାଁ (pronounced [ɪmraːn ˈxaːn]; ଜନ୍ମନାମ: ଇମ୍ରାନ ପାଲ୍ ୧୩ ଜାନୁଆରୀ ୧୯୮୩) ଜଣେ ଆମେରିକୀୟ ଚଳଚ୍ଚିତ୍ର ଅଭିନେତା, ଯିଏକି ମୁଖତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ଭାରତୀୟ ବଂଶଧର ଭାବରେ ଆମେରିକାର ଅଧିବାସୀ । ସେ ହିନ୍ଦୀ କଥାଚିତ୍ର ଅଭିନେତା ଅମିର ଖାଁ ଓ ନିର୍ଦ୍ଦେଶକ ତଥା ପ୍ରଯୋଜକ ମନ୍ସୁର୍ ଖାଁଙ୍କର ଭଣଜା । ଇମ୍ରାନଙ୍କର ଅଜା ନସିର ହୁସେନ ମଧ୍ୟ ଜଣେ ନିର୍ଦ୍ଦେଶକ ଓ ପ୍ରଯୋଜକ । ଇମ୍ରାନ ଶିଶୁ କଳାକାର ଭାବରେ ୧୯୮୮ ମସିହାରେ ଏବଂ ୧୯୯୨ ମସିହାରେ ଦୁଇଟି କଥାଚିତ୍ରରେ ଅଭିନୟ କରିଥିଲେ । ୧୯୮୮ ମସିହାରେ ଇମ୍ରାନ ଅମିର ଖାଁଙ୍କ ନାୟକ ଭାବରେ ପ୍ରଥମ ଚଳଚ୍ଚିତ୍ର କୋୟାମତ୍ ସେ କୋୟାମତ୍ ତକ୍ ଏବଂ ୧୯୯୨ରେ ଅମିର ଖାଁଙ୍କ ଅନ୍ୟ ଏକ ଚଳଚ୍ଚିତ୍ର ଯୋ ଜିତା ଓହି ସିକନ୍ଦର ଚଳଚ୍ଚିତ୍ରରେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଡିପ ଭେନ ଥ୍ରୋମ୍ବୋସିସ ବା ଡିଭିଟି (ଇଂରାଜୀ ଭାଷାରେ Deep vein thrombosis (DVT) ଏକ ପ୍ରକାର ରକ୍ତ ଜମାଟ ବନ୍ଧା (blood clot) ଯାହା ଦେହର ଗଭୀର ଶିରା (deep vein) ଯେପରିକି ଗୋଡ଼ରେ ହୋଇଥାଏ । ଏହି ଅବସ୍ଥାରେ ଯନ୍ତ୍ରଣା, ଫୁଲା, ଲାଲ ଦେଖାଯିବା ଓ ପ୍ରଭାବିତ ସ୍ଥାନ ଉଷୁମ ଲାଗିବା ଆଦି ଲକ୍ଷଣ ଦେଖାଯାଏ । ପ୍ରାୟ ଅର୍ଦ୍ଧେକ ସଂଖ୍ୟକ କେଶ୍ରେ କୌଣସି ଲକ୍ଷଣ ଦେଖାଯାଏନାହିଁ । କେଶ୍ ଜଟିଳ ହେଲେ ଜମାଟ ରକ୍ତ ସଞ୍ଚାଳିତ ହୋଇ ଫୁସଫୁସକୁ ଯାଇ (ପଲ୍ମୋନାରି ଏମ୍ବୋଲିଜ୍ମ) କରିପାରେ ଓ ପୋଷ୍ଟ-ଥ୍ରୋମ୍ବୋଟିକ ସିଣ୍ଡ୍ରୋମ (post-thrombotic syndrome) ହୋଇପାରେ ।ସାମ୍ପ୍ରତିକ ଅପରେଶନ, କର୍କଟ ରୋଗ, ଆଘାତ, କମ ଚଳପ୍ରଚଳ, ମୋଟାପଣ, ଧୁମ୍ରପାନ (smoking), ହରମୋନାଲ ଜନ୍ମ ନିରୋଧ (hormonal birth control), ଗର୍ଭାବସ୍ଥା, ପ୍ରସୂତିପର ସମୟ (period following birth), ଆଣ୍ଟଫସଫୋଲିପିଡ ସିଣ୍ଡ୍ରୋମ (antiphospholipid syndrome), କେତେକ ଜେନେଟିକ ରୋଗ (genetic conditions) ଇତ୍ୟାଦି ଥିଲେ ଏହି ରୋଗ ସଙ୍କଟ ସୃଷ୍ଟି ହୋଇପାରେ । ଆଣ୍ଟିଥ୍ରୋମ୍ବିନ ଅଭାବ (antithrombin), ପ୍ରୋଟିନ ସି ଅଭାବ (protein C), ପ୍ରୋଟିନ ଏସ ଅଭାବ (protein S) ଓ ଫ୍ୟାକ୍ଟର ୫ ଲିଡେନ ମ୍ୟୁଟେସନ (factor V Leiden) ଆଦି ଜେନେଟିକ କାରଣରୁ ମଧ୍ୟ ଏ ରୋଗ ହୋଇପାରେ । ଏହି ରୋଗର କାର୍ଯ୍ୟଧାରା: ଶିରା ମଧ୍ୟରେ ରକ୍ତର ଧୀର ପ୍ରବାହ (decreased blood flow rate), ଅଧିକ ରକ୍ତ ଜମାଟ ପ୍ରବୃତ୍ତି (tendency to clot) ଓ ଶିରାର ଅଭ୍ୟନ୍ତରସ୍ଥ ଏଣ୍ଡୋଥେଲିଅମ (blood vessel wall) ଆଘାତପ୍ରାପ୍ତ ଥିଲେ ଏହି ଅବସ୍ଥା ହୁଏ । କୌଣସି ଲୋକର ଡିଭିଟି ରୋଗ ଥିବା ସନ୍ଦେହ ହେଲେ କ୍ଲିନିକାଲ ପ୍ରେଡିକସନ ରୁଲ (clinical prediction rule) ଯେପରିକି ୱେଲସ ସ୍କୋର (Wells score) ବ୍ୟବହାର କରି ଆକଳନ କରାଯାଏ । ଏକ ଡି-ଡାଇମର (D-dimer) ପରୀକ୍ଷା କରି ଏହି ରୋଗ ନଥିବା ଦେଖାଯାଏ ବା ଅନ୍ୟାନ୍ୟ ପରୀକ୍ଷା କରାଯାଏ । ସନ୍ଦେହ ଜନକ ଶିରାକୁ ଅଲଟ୍ରାସାଉଣ୍ଡ (ultrasound) ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ଡିଭିଟି ଓ ପଲମୋନାରି ଏମ୍ବୋଲିଜ୍ମ ଉଭୟ ଥିଲେ ତାହାକୁ ଭେନସ ଥ୍ରୋମ୍ବୋଏମ୍ବୋଲିଜ୍ମ (venous thromboembolism ବା VTE) କୁହାଯାଏ ।ଆଣ୍ଟିକୋଆଗୁଲେସନ (Anticoagulation or blood thinners) ଏହାର ମାନକ ଚିକିତ୍ସା । ଲୋ-ମଲିକ୍ୟୁଲାର-ୱେଟ ହେପାରିନ (en:low-molecular-weight heparin), ୱାରଫାରିନ (warfarin) ବା ଡାଇରେକ୍ଟ ଓରାଲ ଆଣ୍ଟିକୋଆଗୁଲାଣ୍ଟ (en:direct oral anticoagulant) ଔଷଧ ଦିଆଯାଏ । ଗ୍ରାଜୁଏଟେଡ କମ୍ପ୍ରେସନ ସ୍ଟକିଙ୍ଗ ବ୍ୟବହାର କଲେ ପୋଷ୍ଟ-ଥ୍ରୋମ୍ବୋଟିକ ସିଣ୍ଡ୍ରୋମ ସଙ୍କଟ କମିଯାଏ । ପ୍ରତିଷେଧ (Prevention) ନିମନ୍ତେ ପ୍ରଥମରୁ ପୁନଃପୌନିକ ଚାଲିବା, କାଫ ବ୍ୟାୟାମ, ଆସ୍ପିରିନ, ଆଣ୍ଟିକୋଆଗୁଲାଣ୍ଟ (anticoagulants), ଗ୍ରାଜୁଏଟେଡ କମ୍ପ୍ରେସନ ସ୍ଟକିଙ୍ଗ (graduated compression stockings), ଇଣ୍ଟରମିଟେଣ୍ଟ ନିଉମାଟିକ କମ୍ପ୍ରେସନ (en:intermittent pneumatic compression) ଇତ୍ୟାଦି ବ୍ୟବହାର କରାଯାଏ । ଡିଭିଟି ରୋଗ ହାର ପିଲାରୁ ବୃଦ୍ଧ ବୟସ ପର୍ଯ୍ୟନ୍ତ ବଢ଼ିଚାଲେ, ଯୁବାବସ୍ଥାରେ ବର୍ଷକୁ ପ୍ରତି ଏକ ହଜାରରେ ଜଣକୁ ଆକ୍ରମଣ କରେ । ପ୍ରାୟ ୫% ଲୋକଙ୍କର କୌଣସି ନା କୋଣସି ସମୟରେ ଭିଟିଇ ରୋଗ ହୁଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଡନ୍ କିମ୍ବା Don: The Chase Begins Again ହେଉଛି ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର ଯାହାକି ମୂଳ ହିନ୍ଦୀ କଥାଚିତ୍ର ଡନ୍ ର ଉତ୍ତର କଥା ଚଳଚ୍ଚିତ୍ର (sequel) । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ସାହାରୁଖ ଖାଁ, ପ୍ରିୟଙ୍କା ଚୋପ୍ରା, ଅର୍ଜୁନ ରାମପାଳ, ବୋମାନ ଇରାନୀ, ଓମ ପୁରୀ ଇତ୍ୟାଦି । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ଫରହାନ ଅଖତର ଏବଂ ପ୍ରଯୋଜକ ହେଉଛନ୍ତି ଫରହାନ ଅଖତର ଓ ରିତେଶ ସିଧ୍ୱାନୀ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ପ୍ରଫେସର ମଧୁସୂଦନ କାନୁନଗୋ(୧ ଏପ୍ରିଲ ୧୯୨୭) gerontology(ବୃଦ୍ଧାବସ୍ଥା ଅଧ୍ୟୟନ) ସ୍ନାୟୁ ବିଜ୍ଞାନ କ୍ଷେତ୍ରରେ ଜଣେ ଭାରତୀୟ ବୈଜ୍ଞାନିକ ଅଟନ୍ତି । ବୈଜ୍ଞାନିକ ହେବା ସହିତ ସେ molecular biology ଓ Biochemestryର ଶିକ୍ଷକ ଅଟନ୍ତି । ତାଙ୍କ ଗବେଷଣାର ବିଷୟ ଥିଲା ବୟସ ସହ କିପରି ଗୁଣ ପିଣ୍ଡ(gene) ବଦଳି ଥାଏ ଓ ଏହାର ବୟସ ବଢିବା ସହ ସମ୍ପର୍କ । ଏଥି ପାଇଁ ୨୦୦୫ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ ସେ ପ୍ରଫେସର ଏମିରଟସ ଥିଲେ । ନାଗାଲାଣ୍ଡ ବିଶ୍ୱବିଦ୍ୟାଳୟରେ ସେ ମୃତ୍ୟୁ ପର୍ଯ୍ୟନ୍ତ କୁଳାଧିପତି (ଚାନ୍ସେଲର) ଭାବେ ରାହିଥିଲେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ । ପୂର୍ବରୁ (୧୯୯୮-୨୦୦୨) ସେ ବିଜେପି ଦଳିତ ମୋର୍ଚ୍ଚାର ଅଧ୍ୟକ୍ଷ, ଅଖିଳ ଭାରତୀୟ କୋଲି ସମାଜର ଅଧ୍ୟକ୍ଷ ରହିଥିଲେ । ସେ ମଧ୍ୟ ବିଜେପି ଦଳୀୟ ପ୍ରବକ୍ତା ଥିଲେ । ୮ ଅଗଷ୍ଟ ୨୦୧୫ରେ ରାଷ୍ଟ୍ରପତିଙ୍କଦ୍ଵାରା ବିହାରର ରାଜ୍ୟପାଳ ଭାବେ ଅବସ୍ଥାପିତ ହୋଇଥିଲେ । ହରିଦ୍ୱାର ଗଙ୍ଗା ତଟରେ କୁଷ୍ଠ ରୋଗୀଙ୍କ ସେବା ପାଇଁ ଉତ୍ସର୍ଗ ସଂସ୍ଥା ଦିବ୍ୟ ପ୍ରେମ ସେବା ମିଶନର ଆଜୀବନ ସଂରକ୍ଷକ ଅଟନ୍ତି ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ବେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ବପୂର୍ଣ ଭୂମିକା ନିର୍ବାହ କରିଥିଲେ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଘିକୁଆଁରୀ ( /ˈæloʊiː/ ଅଥବା /ˈæloʊ/) ଏକ ସରସ ଉଦ୍ଭିଦ ଶ୍ରେଣୀ । ପ୍ରଥମ ଶତାବ୍ଦୀରୁ ଏହି ଶ୍ରେଣୀର ଉଦ୍ଭିଦଟି ଭେଷଜ ଔଷଧ ତିଆରିରେ ଲାଗେ ବୋଲି ବାରମ୍ବାର ଲେଖାରେ ଦେଖିବାକୁ ମିଳିଥାଏ । ଘିକୁଆଁରୀରୁ ବାହାରୁଥିବା ରସ ଆଦି ଏହାର ପୁନର୍ଯୌବନ ଲାଭକାରୀ, ଆରୋଗ୍ୟକାରୀ, ସୁଖକାରୀ ଗୁଣ ଥିବା ନାମରେ ଲୋକଙ୍କୁ ବତାଇ ବିଭିନ୍ନ ଅଙ୍ଗରାଗ ଓ ବିକଳ୍ପ ଚିକିତ୍ସା ପଦ୍ଧତିରେ ଲାଗିଥାଏ । ତେବେ ମିଳିଥିବା ପ୍ରମାଣ ଅନୁସାରେ ଘିକୁଆଁରୀର ଉତ୍ପାଦରେ କୌଣସି ରୋଗନାଶକାରୀ ଓ ଅଙ୍ଗରାଗକାରୀ ଗୁଣ ଥିବା ବାରମ୍ବାର ପରୀକ୍ଷାରେ ଓଲଟା ଫଳ ଦେଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।