ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଦ ଏକ ପ୍ରକାର ନିଶା ଉଦ୍ରେକକାରୀ ପାନୀୟ । ବିଭିନ୍ନ ପ୍ରକାର ଦ୍ରବ୍ୟରୁ ମଦ ପ୍ରସ୍ତୁତ କରାଯାଏ । ପ୍ରତିଶବ୍ଦ - ମଦ୍ୟ, ମଦିରା, ସରାପ, ତାଡ଼ି । ଏ ସମସ୍ତ ଦେଶୀୟ ମଦରେ ଗଣାଯାଆନ୍ତି । ଏହା ଛଡ଼ା ବିଭିନ୍ନ ବିଲାତି ମଦ ବା ଭାରତ ବାହାରେ ତିଆରି ହେଉଥିବା ମଦ ମଧ୍ୟ ମିଳେ । ଇଂରାଜୀରେ ଏହା ବିଭରେଜ (Beverage) ବା ଜଳ ଅତିରିକ୍ତ ପାନୀୟ ଶ୍ରେଣୀରେ ଜଣାଶୁଣା । ଏହାକୁ ଇଂରାଜୀରେ ହାର୍ଡ ଡ୍ରିଙ୍କ ମଧ୍ୟ କୁହାଯାଏ, ଏହା ଭିନ୍ନ ଅନ୍ୟ ପାନୀୟମାନଙ୍କୁ ସଫ୍ଟ ଡ୍ରିଙ୍କ କୁହାଯାଏ ଓ ଏହି ସଫ୍ଟ ଡ୍ରିଙ୍କରେ ଆଲ୍କୋହୋଲ୍ ମଧ୍ୟ ସମୁଦାୟ ପରିମାଣର ୦.୫%ରୁ କମ ରଖାଯାଇଥାଏ । if the drink is to be considered non-alcoholic.
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପ୍ରୀତି ଜିଣ୍ଟା (ଉଚ୍ଚାରଣ: [ˈpriːt̪i ˈzɪɳʈaː]; ଜନ୍ମ: ୩୧ ଜାନୁଆରୀ ୧୯୭୫), ଜଣେ ଭାରତୀଯ ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ଉଦ୍ୟୋଗପତି । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରନ୍ତି । ଏଥି ସହିତ ସେ କିଛି ତେଲୁଗୁ, ପଞ୍ଜାବୀ ଏବଂ ଇଂରାଜୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ପ୍ରୀତି ଇଂରାଜୀ ସାହିତ୍ୟ ଏବଂ ଅପରାଧିକ ମନୋବିଜ୍ଞାନରେ ତାଙ୍କର ସ୍ନାତକ ଶେଷ କରିବା ପରେ ୧୯୯୮ ମସିହାରେ ହିନ୍ଦୀ କଥାଚିତ୍ର ଜଗତରେ ଦିଲ୍ ସେ.. ଚଳଚ୍ଚିତ୍ର ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ସେହି ବର୍ଷ ସେ ସୋଲ୍ଜର ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ର ଦୁଇଟିରେ ପ୍ରୀତିଙ୍କର ଅଭିନୟ ସଭିଙ୍କୁ ପସନ୍ଦ ଆସିଥିଲା ଏବଂ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହାପରେ ସେ କ୍ୟା କେହେନା ଚଳଚ୍ଚିତ୍ରରେ ୨୦୦୦ ମସିହାରେ ଅଭିନୟ କରିଥିଲେ, ଯେଉଁଥିରେ ସେ ଜଣେ କିଶୋରୀ ମାଆ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ପ୍ରୀତିଙ୍କୁ ଅଧିକ ଲୋକପ୍ରିୟତା ମିଳିଥିଲା । ଏହାପରେ ସେ ହିନ୍ଦୀ କଥାଚିତ୍ର ଜଗତରେ ତାଙ୍କର ଅଭିନୟରେ ବିଭିନ୍ନ ପ୍ରକାରର ପରୀକ୍ଷା କରିଥିଲେ ଏବଂ ଭିନ୍ନ ଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ହିନ୍ଦୀ କଥାଚିତ୍ର ଜଗତରେ ନାୟିକାମାନଙ୍କର ପରିଚୟକୁ ପ୍ରୀତି ବଦଳାଇଦେଇଥିଲେ ଏବଂ ଅନେକ ପୁରସ୍କାର ମଧ୍ୟ ପାଇଥିଲେ ।୨୦୦୩ ମସିହାରେ ପ୍ରୀତି ହିନ୍ଦୀ କଥାଚିତ୍ର କଲ୍ ହୋ ନା ହୋ ପାଇଁ ଫିଲ୍ମଫେୟାର ପୁରସ୍କାର ପାଇଥିଲେ । ୨୦୦୩ ଓ ୨୦୦୪ରେ ଭାରତରେ ସର୍ବାଧିକ ଆୟ କରିଥିବା ଭାରତୀୟ ଚଳଚ୍ଚିତ୍ରର ମୁଖ୍ୟ ନାୟିକା ଭୂମିକାରେ ପ୍ରୀତି ଅଭିନୟ କରିଥିଲେ । ୨୦୦୩ର ଚଳଚ୍ଚିତ୍ର କୋଇ...
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ନିସ୍ଟାଟିନ୍, ବିକ୍ରୟ ନାମ ମାଇକୋସ୍ଟାଟିନ୍ ଏକ ପ୍ରକାର କବକରୋଧୀ ଔଷଧ । ବିଭିନ୍ନ କ୍ୟାଣ୍ଡିଡା କବକ ସଂକ୍ରମଣ ଯେପରିକି ଚର୍ମ ଡାଏପର ରାସ୍, କ୍ୟାଣ୍ଡିଡିଆସିସ ଥ୍ରସ୍, ଏସୋଫେଜିଆଲ କ୍ୟାଣ୍ଡିଡିଆସିସ ଓ ଯୋନୀ ଇଷ୍ଟ ସଂକ୍ରମଣ ନିମନ୍ତେ ଏହା ଦିଆଯାଏ । ସଙ୍କଟାପନ୍ନ ଲୋକଙ୍କୁ ଏହି ରୋଗ ପ୍ରତିରୋଧ ନିମନ୍ତେ ମଧ୍ୟ ଏହି ଔଷଧ ଦିଆଯାଏ । ନିସ୍ଟାଟିନ ପାଟିରେ, ଯୋନୀରେ ଦିଆଯାଏ ବା ଚର୍ମରେ ଲଗାଯାଏ ।ଜଳାପୋଡ଼ା, ଗଲୁ ଓ ରାସ୍ ଇତ୍ୟାଦି ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ଏହି ଔଷଧ ଯୋଗୁ ହୋଇପାରେ । ପାଟିରେ ନେଲେ ବାନ୍ତି ଓ ତରଳ ଝାଡ଼ା ହୋଇପାରେ । ଗର୍ଭାବସ୍ଥା ଥିଲେ ମଧ୍ୟ ଯୋନୀରେ ଲଗାଇବା ନିରାପଦ କିନ୍ତୁ ଓଷଧର ଅନ୍ୟ ଫର୍ମୁଲା ବିଷୟରେ ବିଶେଷ ଅନୁଶୀଳନ ହୋଇନାହିଁ । କବକର କୋଷିକାବରଣକୁ ଛିନ୍ନ କରି ଏହି ଔଷଧ କାର୍ଯ୍ୟକ୍ଷମ ହୁଏ । ସନ ୧୯୫୦ରେ ରାଚେଲ ଫୁଲର ବ୍ରାଉନ ଓ ଏଲିଜାବେଥ ଲି ହାଜେନ ଦ୍ୱୟ ଏହି ଔଷଧ ଆବିଷ୍କାର କରିଥିଲେ । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ଏକ ୩୦ ଗ୍ରାମ କ୍ରିମର ହୋଲାସେଲ ମୂଲ୍ୟ ୦.୭୦ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ କୋର୍ଷର ମୂଲ୍ୟ ୨୫ ଡଲାରରୁ କମ୍ । ସ୍ଟ୍ରେପ୍ଟୋମାଇସେସ ନରସେ (Streptomyces noursei) ନାମକ ଜୀବାଣୁରୁ ଏହା ପ୍ରସ୍ତୁତ କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଇମ୍ରାନ ଖାଁ (pronounced [ɪmraːn ˈxaːn]; ଜନ୍ମନାମ: ଇମ୍ରାନ ପାଲ୍, ଜନ୍ମ: ୧୩ ଜାନୁଆରୀ ୧୯୮୩) ଜଣେ ଆମେରିକୀୟ ଚଳଚ୍ଚିତ୍ର ଅଭିନେତା, ଯିଏକି ମୁଖତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ଭାରତୀୟ ବଂଶଧର ଭାବରେ ଆମେରିକାର ଅଧିବାସୀ । ସେ ହିନ୍ଦୀ କଥାଚିତ୍ର ଅଭିନେତା ଅମିର ଖାଁ ଓ ନିର୍ଦ୍ଦେଶକ ତଥା ପ୍ରଯୋଜକ ମନ୍ସୁର୍ ଖାଁଙ୍କର ଭଣଜା । ଇମ୍ରାନଙ୍କର ଅଜା ନସିର ହୁସେନ ମଧ୍ୟ ଜଣେ ନିର୍ଦ୍ଦେଶକ ଓ ପ୍ରଯୋଜକ । ଇମ୍ରାନ ଶିଶୁ କଳାକାର ଭାବରେ ୧୯୮୮ ମସିହାରେ ଏବଂ ୧୯୯୨ ମସିହାରେ ଦୁଇଟି କଥାଚିତ୍ରରେ ଅଭିନୟ କରିଥିଲେ । ୧୯୮୮ ମସିହାରେ ଇମ୍ରାନ ଅମିର ଖାଁଙ୍କ ନାୟକ ଭାବରେ ପ୍ରଥମ ଚଳଚ୍ଚିତ୍ର କୋୟାମତ୍ ସେ କୋୟାମତ୍ ତକ୍ ଏବଂ ୧୯୯୨ରେ ଅମିର ଖାଁଙ୍କ ଅନ୍ୟ ଏକ ଚଳଚ୍ଚିତ୍ର ଯୋ ଜିତା ଓହି ସିକନ୍ଦର ଚଳଚ୍ଚିତ୍ରରେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ ।ଇମ୍ରାନ ନାୟକ ଭାବରେ ତାଙ୍କର ଅଭିନୟ ଆରମ୍ଭ କଲେ ୨୦୦୮ ମସିହାରେ । ସେ ହିନ୍ଦୀ କଥାଚିତ୍ର ଯାନେ ତୁ...
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଉଚ୍ଚ ରକ୍ତଚାପ (ଇଂରାଜୀ ଭାଷାରେ ହାଇପର୍ଟେନ୍ସନ୍ ବା HTN ବା HT) ବା ଧମନୀ ଉଚ୍ଚ ରକ୍ତଚାପ ଏକ ସ୍ଥାୟୀ ଭେଷଜ ରୋଗ ଯେଉଁଥିରେ ରକ୍ତଚାପ ନିରନ୍ତର ବୃଦ୍ଧି ପାଇଥାଏ । ଏହି ରୋଗରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଦୀର୍ଘକାଳୀନ ଉଚ୍ଚ ରକ୍ତଚାପ ରହିଲେ କେତେକ ରୋଗ ସଙ୍କଟ ସୃଷ୍ଟି ହୁଏ ଯଥା:- କରୋନାରୀ ଧମନୀ ରୋଗ, ସ୍ଟ୍ରୋକ୍, ହୃଦ୍ଘାତ, ପ୍ରାନ୍ତୀୟ ରକ୍ତନଳୀ ରୋଗ, ଦୃଷ୍ଟିହାନୀ ଓ କ୍ରନିକ ବୃକ୍କ ରୋଗ ।ଏହି ରୋଗଟି ଦୁଇ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ପ୍ରାଥମିକ ବା ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ( primary or essential hypertension) ଓ ଗୌଣ ଉଚ୍ଚ ରକ୍ତଚାପ (secondary hypertension) । ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ୯୦ରୁ ୯୫ % ଲୋକଙ୍କର ଅନିର୍ଦ୍ଦିଷ୍ଟ ଜୀବନଚର୍ଯ୍ୟା ଓ ଜେନେଟିକ କାରଣ ଯୋଗୁ ହୁଏ । ଜୀବନଚର୍ଯ୍ୟା କାରଣ ଯଥା:- ଅତ୍ୟଧିକ ଲୁଣ ଖାଇବା, ଅତ୍ୟଧିକ ଓଜନ ବୃଦ୍ଧି, ଧୂମ୍ରପାନ ଓ ଆଲକୋହୋଲ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ବଳକା ୫ରୁ ୧୦% ରୋଗକୁ ସେକଣ୍ଡାରୀ ବା ଗୌଣ ଉଚ୍ଚ ରକ୍ତଚାପ ନାମିତ କରାଯାଏ ଯାହାର ନିର୍ଦ୍ଦିଷ୍ଟ କାରଣ ଥାଏ ଯେପରିକି କ୍ରନିକ ବୃକ୍କ ରୋଗ, ବୃକ୍କ ଧମନୀ ସ୍ଟେନୋସିସ୍, ଅନ୍ତସ୍ରାବୀ ଗ୍ରନ୍ଥୀ ରୋଗ ଓ ଜନ୍ମ ନିରୋଧ ବଟିକା ସେବନ । ଏହି ବୃଦ୍ଧି ଯୋଗୁ ହୃତ୍ପିଣ୍ଡକୁ ଅଧିକ କାର୍ଯ୍ୟ କରିବାକୁ ପଡ଼ିଥାଏ । ଦୁଇ ପ୍ରକାରର ମାପଦ୍ୱାରା ଉଚ୍ଚ ରକ୍ତଚାପ ଲେଖାଯାଏ, ଗୋଟିଏ ସିସ୍ଟୋଲିକ (ହୃତ୍ପିଣ୍ଡ ସଙ୍କୋଚନ ବେଳର ସର୍ବୋଚ୍ଚ) ଓ ଅନ୍ୟଟି ଡାୟାସ୍ଟୋଲିକ (ହୃତ୍ପିଣ୍ଡ ଶୀଥିଳ ବେଳର ସର୍ବନିମ୍ନ) । ବିଶ୍ରାମ ସମୟରେ ଗୋଟିଏ ସୁସ୍ଥ ଲୋକର ସିସ୍ଟୋଲିକ ଚାପ ୧୦୦ରୁ ୧୪୦ ମି.ମି.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହିନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
କୁଛ୍ କୁଛ୍ ହୋତା ହୈ (KKHH) ହେଉଛି ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଏକ ପ୍ରେମ ପ୍ରସଙ୍ଗ ଯୁକ୍ତ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର କାହାଣୀର ଲେଖକ ତଥା ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି କରଣ ଜୋହର । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ସାହାରୁଖ ଖାଁ, କାଜଲ, ରାଣୀ ମୁଖାର୍ଜୀ, ସଲମାନ ଖାଁ, ରୀମା ଲାଗୁ, ଅନୁପମ ଖେର, ନୀଲମ କୋଠାରୀ, ଜନୀ ଲିଭର , ଅର୍ଚ୍ଚନା ପୂରନ ସିଂ ଇତ୍ୟାଦି । ଲୋକପ୍ରିୟ ସିନେମା ଜୋଡି ସାହାରୁଖ-କାଜଲଙ୍କ ଏହା ଥିଲା ଚତୁର୍ଥ ଚଳଚ୍ଚିତ୍ର । କରଣ ଜୋହରଙ୍କ ଏହା ଥିଲା ନିର୍ଦ୍ଦେଶକ ଭାବେ ପ୍ରଥମ ଚଳଚିତ୍ର । ଅକ୍ଟୋବର ୧୬, ୧୯୯୮ମସିହାରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଭାରତ ତଥା ବିଦେଶରେ ଅଦ୍ଭୁତପୂର୍ବ ବ୍ୟାବସାୟିକ ସଫଳତା ଲାଭ କରିଥିଲା । ଚଳଚିତ୍ରର ସଂଗୀତ ପରିଚାଳନା କରିଥିଲେ ଜତୀନ ଲଳିତ ଜୋଡି । ଚଳଚିତ୍ରରେ କାଜଲଙ୍କ ଅଭିନୟ ସାଙ୍ଗକୁ ଏହାର ସଂଗୀତ ଲୋକପ୍ରିୟତା ହାସଲ କରିଥିଲା । ଚଳଚିତ୍ରଟି ୮ଟି ଶ୍ରେଣିରେ ଫିଲ୍ମଫେୟାର ଆୱାର୍ଡ ଲାଭ କରିଥିଲା ।
ଦୁକୁଡ଼ୁ, ୨୦୧୧ରେ ମୁକ୍ତିଲାଭ କରିଥିବା ତେଲୁଗୁ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରାମ ଅଚନ୍ତ, ଗୋପିଚାନ୍ଦ ଅଚନ୍ତ ଓ ଅନୀଲ ସୁଙ୍କରା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଶ୍ରୀନୁ ଭାଇତ୍ଲା, ଗୋପୀମୋହନ ଓ କୋନା ଭେଙ୍କଟ । ଶ୍ରୀନୁ ଭାଇତ୍ଲା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ମହେଶ ବାବୁ ଓ ସାମନ୍ତା ରୁହଃ ପ୍ରଭୁ । ମହେଶ ବାବୁ ୨ବର୍ଷ ବିରତୀ ପରେ ଏହି କଥାଚିତ୍ର ଜରିଆରେ ପୁଣିଥରେ ପ୍ରତ୍ୟାବର୍ତ୍ତନ କରିଥିଲେ । ସୋନୁ ସୁଦ୍ ଏହି କଥାଚିତ୍ରର ମୁଖ୍ୟ ଖଳନାୟକ 'ନାୟକ' ଭୂମିକାରେ ଅଭିନୟ କରିଥିଲେ । ପ୍ରକାଶ ରାଜ, ବ୍ରହ୍ମାନନ୍ଦମ, ଏମ୍. ଏସ୍.
ମଦ୍ୟାତ୍ୟୟ (ଇଂରାଜୀ ଭାଷାରେ ଆଲକୋହୋଲିଜ୍ମ ବା ଆଲକୋହୋଲ ୟୁଜ ଡିଜଅର୍ଡର ବା ଆଲକୋହୋଲ ଡିପେଣ୍ଡେନ୍ସ ସିଣ୍ଡ୍ରୋମ ଯଥାକ୍ରମେ Alcoholism, ବା alcohol use disorder (AUD) ବା alcohol dependence syndrome), ଏକ ବିସ୍ତାରିତ ଶବ୍ଦ ଯାହା ଅତ୍ୟଧିକ ଆଲକୋହୋଲ ବା ମଦ୍ୟପାନ କରିବା ପରେ ହେଉଥିବା ଅସୁବିଧା ସମୂହକୁ ବୁଝାଏ । ପୂର୍ବରୁ ଏହା ଆଲକୋହୋଲ ଆବ୍ୟୁଜ ଓ ଆଲକୋହୋଲ ଡିପେଣ୍ଡେନ୍ସ ନାମରେ ଦୁଇଭାଗରେ ବିଭକ୍ତ କରାଯାଉଥିଲା । ଚିକିତ୍ସା ବିଜ୍ଞାନରେ ନିମ୍ନ ଲିଖିତ ଅସୁବିଧାମାନଙ୍କ ମଧ୍ୟରୁ ଦୁଇ ବା ତତୋଧିକ ଅସୁବିଧା ଥିଲେ ମଦ୍ୟାତ୍ୟୟ ବା ଆଲକୋହୋଲିଜ୍ମ ନାମ ଦିଆଯାଏ ଯଥା:- ଜଣେ ବ୍ୟକ୍ତି ବହୁତ ଦିନଧରି ଅତ୍ୟଧିକ ମଦ୍ୟପାନ କରୁଥିବ, ମଦ୍ୟପାନ ନିମନ୍ତେ ଅନେକ ସମୟ ବ୍ୟୟ କରୁଥିବ, ଅତ୍ୟଧିକ ମଦ୍ୟପାନ ଇଚ୍ଛା କରୁଥିବ, ମଦ୍ୟପାନ କରି ନିଜର କର୍ତ୍ତବ୍ୟ ସମ୍ପାଦନ କରୁନଥିବ, ସାମାଜିକ ସମସ୍ୟା ସୃଷ୍ଟି କରୁଥିବ, ସ୍ୱାସ୍ଥ୍ୟ ସମସ୍ୟା ହେଉଥିବ, ସଙ୍କଟଜନକ ଅବସ୍ଥା ସୃଷ୍ଟି କରୁଥିବ, ମଦ୍ୟପାନ ବନ୍ଦକଲେ ନିରୋଧନ ବା ଉଇଥଡ୍ରୟାଲ ଲକ୍ଷଣ ବାହାରୁଥିବ ଓ ଏହାର ବ୍ୟବହାର- ଅସହନଶୀଳତା ହେଉଥିବ । ଆଲକୋହୋଲ ସେବନ କଲେ ଶରୀରର ସମସ୍ତ ଅଙ୍ଗ ପ୍ରଭାବିତ ହୁଅନ୍ତି ଯେପରିକି ମସ୍ତିଷ୍କ, ହୃତପିଣ୍ଡ, ଯକୃତ, ଅଗ୍ନାଶୟ ଓ ଇମ୍ମ୍ଯୁନିଟି ବିଭାଗ । ଏହା ଫଳରେ ମାନସିକ ରୋଗ, ୱେର୍ଣିକ କୋର୍ସାକୋଫ ସିଣ୍ଡ୍ରୋମ, ଅନିୟମିତ ହୃତ୍ସ୍ପନ୍ଦନ, ସିରୋସିସ୍ ଓ କର୍କଟ ସମ୍ଭାବନା ଦେଖାଯାଏ । ଗର୍ଭାବସ୍ଥାରେ ମଦ୍ୟପାନ କଲେ ଗର୍ଭସ୍ଥ ଶିଶୁର ଫିଟାଲ ଆଲକୋହୋଲ ସ୍ପେକ୍ଟ୍ରମ ଡିଜଅର୍ଡର ହୁଏ । ମଦର ବିପଦଜନକ ଶାରୀରିକ ଓ ମାନସିକ ପ୍ରଭାବ ପୁରୁଷଙ୍କ ଅପେକ୍ଷା ମହିଳାଙ୍କ ଉପରେ ଅଧିକ ପଡ଼େ । ଉଭୟ ଜେନେଟିକ ଓ ପରିବେଶ ଉପାଦାନ ଯୋଗୁ ଆଲକୋହୋଲିଜ୍ମ ହେବା ବିଶ୍ଵାସ କରାଯାଏ ଓ ଉଭୟ ସମପରିମାଣରେ ଏଥି ନିମନ୍ତେ ଦାୟୀ । ଆଲକୋହୋଲିକ ଥିବା ଜଣେ ପିତାମାତା ବା ଭାଇ ଭଉଣୀ ଥିଲେ ୩ରୁ ୪ ଗୁଣ ଅଧିକ ସଙ୍କଟ ରହେ । ସାମାଜିକ, ସାଂସ୍କୃତିକ ଓ ବ୍ୟବହାରିକ ପ୍ରଭାବ ମଧ୍ୟ ରହେ । ଉଚ୍ଚ ଧରଣର ମାନସିକ ଚାପ, ଉତ୍କଣ୍ଠା ଓ ସହଜ ଲବ୍ଧ ଆଲକୋହୋଲ ଏହି ରୋଗ ସଙ୍କଟ ବଢେଇ ଦିଏ । ରୋଗ ଲକ୍ଷଣ କମେଇବା ନିମନ୍ତେ ବା ପ୍ରତିରୋଧ କରିବା ନିମନ୍ତେ ଆଂଶିକ ଭାବେ ଆଲକୋହୋଲ ପିଆଯାଇପାରେ । ମଦ୍ୟ ପାନ ସଂପୂର୍ଣ୍ଣ ବନ୍ଦ କଲେ ମଧ୍ୟ କିଛି ମାସ ଧରି ଲକ୍ଷଣ ଚାଲୁ ରହେ । ଚିକିତ୍ସା ବିଜ୍ଞାନ ଅନୁସାରେ ଆଲକୋହୋଲିଜ୍ମ ଉଭୟ ଶାରୀରିକ ଓ ମାନସିକ ରୋଗ ରୂପେ ବିବେଚନା କରାଯାଏ । ପ୍ରଶ୍ନାବଳୀ ଓ ରକ୍ତ ପରୀକ୍ଷା କରି ସନ୍ଦେହାତ୍ମକ ରୋଗ ନିର୍ଣ୍ଣୟ କରାଯାଏ । ରୋଗ ନିଧାର୍ଯ୍ୟ ନିମନ୍ତେ ଅଧିକ ତଥ୍ୟ ସଂଗ୍ରହ କରାଯାଏ । ଆଲକୋହୋଲ ବା ମଦର ସୀମିତ ବିକ୍ରି ଓ ନିୟନ୍ତ୍ରଣ, ଆଲକୋହୋଲ ଟିକସ ବୃଦ୍ଧି ଓ ଶସ୍ତା ଚିକିତ୍ସା ଉପଲବ୍ଧ କଲେ ମଦ୍ୟାତ୍ୟୟ ଦୂର କରିବା ସମ୍ଭବପର ହେବ । କେତେ ଗୁଡ଼ିଏ ସୋପାନ ଦେଇ ଚିକିତ୍ସା କରାଯାଏ । ମଦ ହଠାତ ତ୍ୟାଗ କଲେ ସ୍ୱାସ୍ଥ୍ୟ ସଙ୍କଟ ଦେଖାଯାଏ, ତେଣୁ ନିୟନ୍ତ୍ରିତ ଆଲକୋହୋଲ ଡିଟକ୍ସିଫିକେସନ କରାଯାଏ । ଏଥି ନିମନ୍ତେ ବେଞ୍ଜୋଡାଏଜେପିନ ଦଳର ଡାଏଜେପାମ ସାଧାରଣତଃ ବ୍ୟବହାର କରାଯାଏ । ଏହି ଚିକିତ୍ସା ଡାକ୍ତରଖାନାରେ ଆଡମିସନ ନେଇ କରାଯାଏ କିମ୍ବା କ୍ଵଚିତ ଘରେ ସ୍ଵତନ୍ତ୍ର ନିରୀକ୍ଷାରେ କରାଯାଏ । ଏହାର ଚିକିତ୍ସାରେ ମାନସିକ ବ୍ୟାଧି ଓ ଅନ୍ୟ ନିଶା ଜଟିଳତା ସୃଷ୍ଟି କରିବା ସମ୍ଭାବନା ଥାଏ । ଡିଟକ୍ସିଫିକେସନ ପରେ ଦଳଗତ ଥେରାପି ଓ ସାହାଯ୍ୟକାରୀ ଦଳ ରୋଗୀକୁ ପୁନର୍ବାର ନିଶାଗ୍ରସ୍ତ ହେବାରୁ ରକ୍ଷା କରିବାରେ ସାହାଯ୍ୟ କରନ୍ତି । ଅନାମଧେୟ ମଦ୍ୟାସକ୍ତ ଦଳ ସାଧାରଣତଃ ସାହାଯ୍ୟ କରନ୍ତି । ଆକାମ୍ପ୍ରୋସେଟ, ଡାଇସଲଫିରାମ ବା ନାଲଟ୍ରେକସୋନ ଭଳି ଔଷଧ ପୁନର୍ବାର ମଦ୍ୟପାନ କରିବାରୁ ରକ୍ଷାକରିବାକୁ ଦିଆଯାଏ । ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନର ହିସାବ ଅନୁସାରେ ସନ ୨୦୧୦ରେ ସାରା ପୃଥିବୀରେ ୨୦୮ ନିୟୁତ (୧୫ ବର୍ଷ ବୟସ ଉପରେ ୪.
ବକ୍ସରସ ଅସ୍ଥି ଭଗ୍ନ (boxer's fracture) ନାମ ଦିଆଯାଏ ଯେତେବେଳେ ନକ୍ଲର (knuckle) ପଞ୍ଚମ ମେଟାକାର୍ପାଲ (metacarpal bones) ଅସ୍ଥି ଭାଙ୍ଗିଯାଏ (break) । ଚତୁର୍ଥ ମେଟାକାର୍ପାଲ ଅସ୍ଥି ଭାଙ୍ଗିଗଲେ ମଧ୍ୟ ଏହି ନାମ ଦିଆଯାଏ । ଯନ୍ତ୍ରଣା, ଦବିଯାଇଥିବା ନକ୍ଲ ଲକ୍ଷଣ ଦେଖି ଏହି ଭଙ୍ଗା ନିର୍ଣ୍ଣୟ କରାଯାଏ । ହାତ ମୁଠା (fist) କରି ଆଘାତ କଲେ ଏହି ଭଙ୍ଗା ହୁଏ । ନକ୍ଲଟି ପାପୁଲି ଆଡ଼କୁ ବଙ୍କା ହୋଇଯାଏ । ଲକ୍ଷଣ ଦେଖି ଏହି ଭଙ୍ଗା ଥିବା ସନ୍ଦେହ କରାଯାଏ ଓ ଏକ୍ସ-ରେ X-rays ଚିତ୍ର ଦେଖି ନିଶ୍ଚିତ କରାଯାଏ ।ସତୁରି ଡିଗ୍ରୀରୁ କମ ବଙ୍କା ଥିଲେ ବୁଡି ଟେପିଙ୍ଗ (Buddy taping) ଓ ଟେନସର ବ୍ୟାଣ୍ଡେଜର (tensor bandage) ଫଳାଫଳ ଓ ସ୍ପ୍ଲିଣ୍ଟ (splinting) ଫଳାଫଳ ପ୍ରାୟ ସମାନ ଦେଖାଯାଏ । ସତୁରି ଡିଗ୍ରୀରୁ ଅଧିକ ବଙ୍କା ଥିଲେ ଓ ଆଙ୍ଗୁଠି ବଙ୍କା ହୋଇଯାଇଥିଲେ ରିଡକସନ ଓ ସ୍ପ୍ଲିଣ୍ଟିଙ୍ଗ ଆବଶ୍ୟକ ହୁଏ ।ହାତରେ ହେଉଥିବା ହାଡ଼ ଭଙ୍ଗାର (hand fracture) ୨୦% ଏହି ଭଙ୍ଗା ଥାଏ । ମହିଳାଙ୍କ ଅପେକ୍ଷା ପୁରୁଷଙ୍କର ଅଧିକ ଏହି ଭଙ୍ଗା ହୁଏ । ସ୍ୱଳ୍ପ କାଳୀନ ଓ ଦୀର୍ଘ କାଳୀନ ଚିକିତ୍ସାର ଫଳାଫଳ ଉତ୍ତମ ହୁଏ । ନକ୍ଲଟି ସାମାନ୍ୟ ବଙ୍କା ରହିଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
କୁପୋଷଣ (ଅପପୁଷ୍ଟି ବା ପୁଷ୍ଟିମାନ୍ଦ୍ୟ ନାମରେ ମଧ୍ୟ ଜଣା, ଇଂରାଜୀ: Malnutrition ବା malnourishment) ଏକ ସ୍ୱାସ୍ଥ୍ୟ ସମସ୍ୟା ଅବସ୍ଥା ଯାହା ଯଥେଷ୍ଟ ପୋଷକ ନ ଥିବା କିମ୍ବା ମାତ୍ରାଧିକ ପୋଷକ ଥିବା ଖାଦ୍ୟ ଖାଇବା ଫଳରେ ସୃଷ୍ଟି ହୁଏ । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ । ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । କୁପୋଷଣ ଅଧିକାଂଶ ସମୟରେ ଅପପୁଷ୍ଟିକୁ ବୁଝାଏ ଯେଉଁଥିରେ ଯଥେଷ୍ଟ କ୍ୟାଲୋରି, ପୁଷ୍ଟିସାର କିମ୍ବା ମାଇକ୍ରୋପୋଷକ ନ ଥାଏ ତଥା ଅଧିକ ପୋଷଣକୁ (overnutrition) ମଧ୍ୟ ବୁଝାଏ । ଗର୍ଭାବସ୍ଥା ଓ ଦୁଇ ବର୍ଷ ବୟସରୁ କମ ଥିବା ପିଲାଙ୍କର ଅପପୁଷ୍ଟି ହେଲେ ଶାରୀରିକ ତଥା ମାନସିକ ବୃଦ୍ଧି ହୋଇପାରେ ନାହିଁ । ଅତ୍ୟଧିକ ପୋଷକ ଅଭାବ ଯେପରିକି ଉପବାସ ଅବସ୍ଥା ହେଲେ ଉଚ୍ଚତା କମ୍ ହୁଏ, ପତଳା ଶରୀର ହୁଏ, ଶକ୍ତିସ୍ତର କମିଯାଏ ଓ ପେଟ ତଥା ଗୋଡ଼ ଫୁଲିଯାଏ । ଏଥିରେ ଲୋକର ଅଧିକ ରୋଗ ସଂକ୍ରମଣ ହୁଏ ଓ ଦେହ ଥଣ୍ଡା ରହେ । ମାଇକ୍ରୋପୋଷକ ଅଭାବ ଲକ୍ଷଣ ତାହାର ପ୍ରକାର ଅନୁସାରେ ହୁଏ । କୁପୋଷଣ ଏକ ଏପରି ଅବସ୍ଥା ଯାହା ଖାଉଥିବା ଖାଦ୍ୟରେ କେତେକ ପୋଷକର ଅଭାବ, ଆଧିକ୍ୟ, କିମ୍ବା ଅସନ୍ତୁଳିତ ଥିବା ଯୋଗୁ ଉପୁଜେ । ଏହାକୁ ଇଂରାଜୀରେ ମାଲ୍ନ୍ୟୁଟ୍ରିସନ୍ (Malnutrition) ବା ମାଲନରିସମେଣ୍ଟ (malnourishment) କହନ୍ତି । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ ଯଥା ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । ଓଡ଼ିଆରେ ସାଧାରଣତଃ ଭୁଲ୍ କ୍ରମେ ଏହାକୁ ଖାଦ୍ୟାଭାବ ବୋଲି ଧରାଯାଏ । ତେଣୁ ପୋଷକର ପ୍ରାବଲ୍ୟ ବା ଅଭାବ ଭେଦରେ ବିଭିନ୍ନ ପ୍ରକାରର ପୋଷକ ରୋଗ ହୁଏ । ପୃଥିବୀର ଅଧିକାଂଶ ସ୍ଥାନରେ ଖାଦ୍ୟାଭାବ ତଥା କ୍ୟାଲୋରି ଓ ପ୍ରୋଟିନ ଅଭାବ ଜନିତ ଅପପୁଷ୍ଟି ଦେଖାଯାଏ । ସ୍ଵଳ୍ପ ବିକଷିତ ରାଷ୍ଟ୍ରମାନଙ୍କରେ ଅପପୁଷ୍ଟି ଦେଖାଯାଏ । କାରଖାନା ପ୍ରବଣ ଦେଶମାନଙ୍କରେ ମଧ୍ୟ ଏହା ଦେଖାଯାଏ । ଧନୀ ଦେଶମାନଙ୍କରେ ଅସ୍ଵାସ୍ଥ୍ୟକର ଖାଦ୍ୟ, ଅଧିକ ଶକ୍ତି ସମ୍ପର୍ଣ୍ଣ ଚର୍ବି ଓ ଶ୍ଵେତସାର ଖାଦ୍ୟ ଖାଇବା ଯୋଗୁ ହୁଏ । ପୃଥୁଳତା ଗୋଟିଏ ଜନ ସ୍ଵାସ୍ଥ୍ୟ ସମସ୍ୟା ରୁପେ ଉଭା ହେଲାଣି । ଉତ୍ତମ ମାନର ଖାଦ୍ୟ ଖାଇବାକୁ ନ ମିଳିଲେ ଅପପୁଷ୍ଟି ହୁଏ । ଖାଦ୍ୟର ଅତ୍ୟଧିକ ଦାମ୍ ଓ ଦାରିଦ୍ର୍ୟ ଯୋଗୁ ଏହା ସମ୍ଭବ ହୁଏ । ସ୍ତନ୍ୟପାନ ନ କରିବା, ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ, ନିମୋନିଆ, ମ୍ୟାଲେରିଆ ଓ ମିଳିମିଳା ଭଳି ସଂକ୍ରାମକ ରୋଗ ହେଲେ ପୋଷଣ ଆବଶ୍ୟକତା ବଢ଼େ ଓ ଫଳତଃ ଏହି କୁପୋଷଣ କରିବାରେ ସାହାଯ୍ୟ କରନ୍ତି । ପୁଷ୍ଟିସାର-କୁପୋଷଣ ଓ ଖାଦ୍ୟାଭାବ, ଏହି ଦୁଇ ପ୍ରକାର ଅପପୁଷ୍ଟି ଦେଖାଯାଏ । ପୁଷ୍ଟିସାର କୁପୋଷଣ ଦୁଇ ଗମ୍ଭୀର ପ୍ରକାର ଥାଏ: ମାରାସ୍ମସ୍ (marasmus), ଯେଉଁଥିରେ କ୍ୟାଲୋରି ଓ ପୁଷ୍ଟିସାର ଅଭାବ ଥାଏ ଓ କ୍ୱାସିଓର୍କର (kwashiorkor) ଯେଉଁଥିରେ ପୁଷ୍ଟିସାର ଅଭାବ ଥାଏ । ସାଧାରଣ ମାଇକ୍ରୋନ୍ୟୁଟ୍ରିଏଣ୍ଟ ମଧ୍ୟରେ ଲୌହ, ଆୟୋଡିନ ଓ ଭିଟାମିନ ଏ ଅଭାବ ଅଭାବ ମୂଖ୍ୟସ୍ଥାନରେ ଥାଏ । ]]. ଗର୍ଭାବସ୍ଥାରେ ଅଧିକ ଚାହିଦା ଯୋଗୁ ପୋଷକ ନିଅଣ୍ଟ ଅଧିକ ପଡ଼େ । କେତେକ ବିକାଶଶୀଳ ଦେଶମାନଙ୍କରେ ଅପପୁଷ୍ଟି ସାଥିରେ କେତେକ ଗୋଷ୍ଠୀରେ ସ୍ଥୌଲ୍ୟତା ମଧ୍ୟ ଦେଖାଯାଉଛି । କୁପୋଷଣର ଅନ୍ୟ କାରଣମାନଙ୍କ ମଧ୍ୟରେ ଆନୋରେକ୍ସିଆ ନର୍ଭୋସା (anorexia nervosa) ଓ ବାରିଆଟ୍ରିକ ଅପରେଶନ (bariatric surgery) ଅନ୍ୟତମ । ବୟସ୍କମାନଙ୍କ କ୍ଷେତ୍ରରେ ଶାରୀରିକ, ମନସ୍ତାତ୍ତ୍ୱିକ ଓ ସାମାଜିକ ପ୍ରଭାବ ଯୋଗୁ ଅଧିକ କୁପୋଷଣ ଦେଖାଯାଏ । ବିକାଶ ଯୋଜନାରେ ପୋଷକ ଉନ୍ନତି ପ୍ରଚେଷ୍ଟା ଅତି ଫଳପ୍ରଦ ବ୍ୟବସ୍ଥା ଅଟେ । ସ୍ତନ୍ୟପାନ କରାଇଲେ ଶିଶୁ କୁପୋଷଣ ଓ ମୃତ୍ୟୁ ହାର କମାଏ, ଓ ପ୍ରଚେଷ୍ଟାଦ୍ୱାରା ଉନ୍ନତି ହାର ବଢ଼େ । ୬ ମାସରୁ ୨ ବର୍ଷ ବୟସ ମଧ୍ୟରେ ସ୍ତନ୍ୟପାନ ସହ ଅନ୍ୟ ଖାଦ୍ୟ ଦେଲେ ଫଳାଫଳ ଉନ୍ନତ ହୁଏ । ବିକାଶଶୀଳ ଦେଶମାନଙ୍କରେ ଅନେକ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଦେଇ ଖାଦ୍ୟପୂର୍ତ୍ତି (supplementation) କଲେ ଉପକାରର ପ୍ରମାଣ ମିଳୁଛି । ଅଭାବୀ ଲୋକଙ୍କୁ ଅର୍ଥ ସାହାଯ୍ୟ କରିବାଦ୍ୱାରା ସେମାନେ ସ୍ଥାନୀୟ ବଜାରରୁ ଖାଦ୍ୟ କିଣି ଖାଇବା ଫଳପ୍ରଦ ହୁଏ । କେବଳ ସ୍କୁଲରେ ଖାଦ୍ୟ ଖୁଏଇବା ଯଥେଷ୍ଟ ନୁହେଁ । ଅଧିକାଂଶ ସମୟରେ ଗମ୍ଭୀର କୁପୋଷଣ ରୋଗୀକୁ ତାଙ୍କର ନିଜ ଘରେ ପ୍ରସ୍ତୁତ-ଖାଦ୍ୟ ଦେବା ସମ୍ଭବ । ଅବସ୍ଥା ଅତି ଗମ୍ଭୀର ଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ନିମ୍ନ ରକ୍ତ ଶର୍କରା, କମ୍ ଶରୀର ଉତ୍ତାପ, ନିର୍ଜଳନର ଚିକିତ୍ସା ସହ କ୍ରମାନ୍ୱୟ ଖାଦ୍ୟ ଦେବା ବ୍ୟବସ୍ଥା କରାଯାଏ । ସଂକ୍ରମଣ ସମ୍ଭାବନା ଥିବାରୁ ନିୟମିତ ଆଣ୍ଟିବାୟୋଟିକ୍ ଦେବାକୁ ପରାମର୍ଶ ଦିଆଯାଏ । ଦୀର୍ଘକାଳୀନ ବ୍ୟବସ୍ଥାରେ କୃଷି ବ୍ୟବସ୍ଥା ଆବଶ୍ୟକ, ଯାହାଦ୍ୱାରା ଦାରିଦ୍ର୍ୟ ଦୂରୀକରଣ, ଉନ୍ନତ ପରିମଳ ବ୍ୟବସ୍ଥା ଓ ମହିଳା ସଶକ୍ତିକରଣ ହୋଇପାରିବ । ସନ ୨୦୧୦ ସୁଦ୍ଧା ପୃଥିବୀରେ ୯୨୫ ନିୟୁତ ଅପପୁଷ୍ଟି ରୋଗୀ ଥିଲେ ଯାହା ୧୯୯୦ ସନ ଅପେକ୍ଷା ୮୦ ନିୟୁତ ଅଧିକ ଥିଲା । ଆଉ ଏକ ବିଲିଅନ ଲୋକ ଭିଟାମିନ ଓ ଖାଦ୍ୟ ଲବଣ ଅଭାବରେ ପିଡ଼ିତ ଅଛନ୍ତି । ସନ ୨୦୧୦ରେ ପୁଷ୍ଟିସାର-ଶକ୍ତି କୁପୋଷଣ ମୃତ୍ୟୁ ସଂଖ୍ୟା ୬୦୦,୦୦୦ ଥିଲା ଯାହା ସନ ୧୯୯୦ର ଉଲ୍ଲିଖିତ ସଂଖ୍ୟା ଥିଲା ୮୮୩,୦୦୦ । ଅନ୍ୟାନ୍ୟ ପୋଷକ ଅଭାବ ନାମ ଆୟୋଡିନ ଅଭାବ, ଲୌହାଭାବ ଆନିମିଆ ଯୋଗୁ ୮୪,୦୦୦ ମୃତ୍ୟୁ ହୋଇଥିଲା । ଅନୁପୋଷଣ (undernutrition) ଯୋଗୁ ସନ ୨୦୧୦ରେ ୧.୪% ବିକଳାଙ୍ଗ ନିୟନ୍ତ୍ରିତ ଜୀବନବର୍ଷ (disability adjusted life years) ଥିଲା । ପିଲାଙ୍କ ମୃତ୍ୟୁ ସଂଖ୍ୟାର ପ୍ରାୟ ଏକ ତୃତୀୟାଂଶ ଅନୁପୋଷଣ ଯୋଗୁ ହେବା ବିଶ୍ୱାସ କରାଯାଥିଲା କିନ୍ତୁ ସମସ୍ତ ରୋଗୀଙ୍କୁ ଏହି ଦଳରେ ନିଆଯାଇ ନ ଥିଲା । ସନ ୨୦୧୦ର ହିସାବ ଅନୁସାରେ ଏହି ରୋଗ ଯୋଗୁ ମହିଳା ଓ ପିଲାଙ୍କ ମୃତ୍ୟୁ ୧.୫ ନିୟୁତ ଥିଲା, ଯଦିଓ କେତେକ ହିସାବ ଅନୁସାରେ ଏହା ୩ ନିୟୁତରୁ ଅଧିକ ହେବା ସମ୍ଭାବନା ଅଛି । ଏହି ରୋଗ ଯୋଗୁ ଅଧିକ ୧୬୫ ନିୟୁତ ପିଲାଙ୍କର ବାମନ-ବିକାଶ ଥିଲା । ବିକାଶଶୀଳ ଦେଶମାନଙ୍କରେ ଅନୁପୋଷଣ ସାଧାରଣତଃ ଦେଖାଯାଏ । ଡବ୍ଲ୍ୟୁ.ଏଚ୍.ଓ.
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସୈଫ ଅଲ୍ଲୀ ଖାନ (ଜନ୍ମ: ୧୬ ଅଗଷ୍ଟ ୧୯୭୦), ଜଣେ ଭାରତୀୟ କଥାଚିତ୍ର ଅଭିନେତା । ସେ ହିନ୍ଦୀ କଥାଚିତ୍ର ଅଭିନେତ୍ରୀ ଶର୍ମିଳା ଟାଗୋର ଏବଂ ପୂର୍ବତନ କ୍ରିକେଟିୟର ମନସୁର ଅଲୀ ଖାନ ପଟୌଡ଼ି ଙ୍କର ପୁଅ । ସୈଫ ତାଙ୍କର ପ୍ରଥମ ହିନ୍ଦୀ କଥାଚିତ୍ର ପରମ୍ପରା(୧୯୯୩) ମାଧ୍ୟମରେ ଅଭିନୟ ଦୁନିଆଁରେ ପାଦ ଦେଇଥିଲେ । ତାଙ୍କର ଏହି ପ୍ରଥମ କଥାଚିତ୍ର ସଫଳ ନ ଥିଲେ ବି ୟେ ଦିଲ୍ ଲଗୀ ଏବଂ ମେଁ ଖିଲାଡି ତୁ ଅନାଡି (୧୯୯୪) ଚଳଚିତ୍ରରେ ଅଭିନେତା ଭାବେ ସଫଳତା ଲାଭ କରିଥିଲେ । ସେ ଅଭିନେତ୍ରୀ କରୀନା କପୁର ଙ୍କୁ ୨୦୧୨ରେ ବିବାହ କରିଥିଲେ । ଉଭୟଙ୍କର ଗୋଟିଏ ପୁଅ ଅଛି ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ଵ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ଵରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ବିଅର ପୃଥିବୀର ସବୁଠାରୁ ଅଧିକ ପିଆଯାଉଥିବା, ଓ ସବୁଠାରୁ ପୁରାତନ ସୁରାସାର ଜାତୀୟ ପାନୀୟ; ପିଇବା ପାଣି ଓ ଚା' ପରେ ଏହା ୩ୟ ସବୁଠାରୁ ଜଣାଶୁଣା ପାନୀୟ । ଏହା ଶର୍କରାର ବ୍ରୁଇଙ୍ଗ ଓ ଫରମେଣ୍ଟେସନ ପ୍ରକ୍ରିୟାକାରଣରୁ ବାହାରି ଥାଏ, ଏହା ମଲ୍ଟ ଶସ୍ୟ ଯଥା, ଯଅ, ଗହମରୁ ବାହାରି ଥାଏ । ଶର୍କରା ଭାବରେ ଦାମ କମ ଥିବାରୁ ମକା ଓ ଚାଉଳ ସାଧାରଣତ ଏହା ସହିତ ମିଶାଯାଇଥାଏ । ଅଧିକାଂଶ ବିଅର ହୋପରେ ମିଶାଯାଇଥାଏ, ଯାହା ବିଅରରେ ପିତା ସୁଆଦ ଦେଇଥାଏ ଓ ଏକ ପ୍ରାକୃତିକ ସଂରକ୍ଷଣ ପାଇଁ ସାହାଯ୍ୟ କରିଥାଏ । ମାନବ ଜଗତର ସବୁଠାରୁ ପୁରାତନ ରଚନାରେ ବିଅରର ଉତ୍ପାଦନ ଓ ବଣ୍ଟନ ବାବଦରେ ବଖଣାଯାଇଛି: ହାମୁରାବିର ନୀତିରେ ବିଅରର ଉତ୍ପାଦନ ଓ ବିଅର ପାର୍ଲର ବାବଦରେ ନୀତିବଳି ଥିଲା । "ନିଙ୍କାସିର ମନ୍ତ୍ର",କେତେକ ଶିକ୍ଷିତ ଲୋକଙ୍କ ଚଳଣିରେ ମେସୋପଟାମିଆର ବିଅର ଦେବୀଙ୍କ ପାଇଁ ଏହି ମନ୍ତ୍ରରେ ପ୍ରାର୍ଥନା ଗାନ କରି ବିଅର ପରସାଯାଇଥାଏ । ଆଜିକାଲି, ବ୍ରୁଇଙ୍ଗ ଶିଳ୍ପ ଏ ଜଗତସାରାର ବଣିଜ ପାଲଟିଛି । ଏଥିରେ ଅନେକ ବହୁଦେଶୀୟ କର୍ପୋରେସନ ଓ ହଜାର ହଜାର ଛୋଟ ଛୋଟ ଉତ୍ପାଦକ ବ୍ରୁପବରୁ ଆରମ୍ଭ କରି ଆଞ୍ଚଳିକ ବ୍ରିଉଋରହିଛନ୍ତି ।
ସ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (ଇସ୍କେମିକ ସ୍ଟ୍ରୋକ) ଓ (ହେମୋରେଜିକ ସ୍ଟ୍ରୋକ) (ରକ୍ତସ୍ରାବ ସ୍ଟ୍ରୋକ) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡବଥା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଗାଲୁଆ ବା ମମ୍ପ୍ସ ବା ଏପିଡେମିକ ପରୋଟାଇଟିସ (ଇଂରାଜୀରେ Mumps ବା epidemic parotitis ଏକ ଭୂତାଣୁ ଜନିତ ରୋଗ ଯାହା ମମ୍ପ୍ସ ଭୁତାଣୁ ଯୋଗୁ ହୁଏ । ଜ୍ଵର, ମାଂସପେଶୀ ଯନ୍ତ୍ରଣା, ମୁଣ୍ଡବଥା, ଓ ଅସୁସ୍ଥ ଭାବ ଇତ୍ୟାଦି ଏହାର ପ୍ରାରମ୍ଭିକ ଲକ୍ଷଣ । ଏହା ପରେ ଗୋଟିଏ ବା ଦୁଇଟିଯାକ ପାରୋଟିଡ ଗ୍ରନ୍ଥି (parotid gland) ଫୁଲିଯାଏ ଓ କଷ୍ଟ ହୁଏ । ଭୂତାଣୁ ସଂସ୍ପର୍ଶ ଆସିବାର ୧୬ରୁ ୧୮ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ଦିନରେ ଭଲ ହୋଇଯାଏ । ପିଲାଙ୍କ ଅପେକ୍ଷା ବଡ଼ ମଣିଷଙ୍କର ଲକ୍ଷଣ ଅଧିକ ଗମ୍ଭୀର ହୁଏ । ଏକ ତୃତୀୟାଂଶ ରୋଗୀଙ୍କ ଆଦୌ ଲକ୍ଷଣ ଦେଖାଯାଏନି ବା ସାମାନ୍ୟ ଲକ୍ଷଣ ଦେଖାଯାଏ । ଏହା ଜଟିଳ ଆକାର ଧାରଣ କଲେ ମେନିଞ୍ଜାଇଟିସ (୧୫ %), ଅଗ୍ନାଶୟ ପ୍ରଦାହ (୪ %), ସମ୍ପୂର୍ଣ କାଲ, ଓ ଯନ୍ତ୍ରଣାଦାୟକ ଶୁକ୍ରାଶୟ ଫୁଲା ହୋଇ ବନ୍ଧ୍ୟାଦୋଷ ହୁଏ । ମହିଳାମାନଙ୍କର ଓଭାରି ଫୁଲା ହୁଏ କିନ୍ତୁ ଏହା ଫଳରେ ବନ୍ଧ୍ୟାତ୍ଵ ହୁଏ ନାହିଁ ।ଗାଲୁଆ ଏକ ଭୟାବହ ଡିଆଁ ରୋଗ ଯାହା ଦୃତ ଭାବରେ ରୋଗୀ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ବ୍ୟାପିଯାଏ । ଶ୍ୱାସନଳୀରୁ ବାହାରୁଥିବା କ୍ଷୁଦ୍ର ତରଳକଣିକା ମାଧ୍ୟମରେ ବା ସିଧାସଳଖ ସଂସ୍ପର୍ଶରେ ଆସିଲେ ମମ୍ପ ଭୁତାଣୁ ସଞ୍ଚାରିତ ହୁଏ । ଏହି ରୋଗ କେବଳ ମାନବକୁ ଓ ମାନବଦ୍ୱାରା ହୁଏ । ରୋଗ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଓ ରୋଗ ଆରମ୍ଭ ହେବାର ୪ ଦିନ ପର ପର୍ଯ୍ୟନ୍ତ ଏହି ଏହି ରୋଗ ସଂକ୍ରାମକ ହୋଇ ରହେ । ଥରେ ଏହି ରୋଗ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ପୁନଃସଂକ୍ରମଣ ହୋଇପାରେ କିନ୍ତୁ ତାହା ଅତି ସାମାନ୍ୟ ହୁଏ । ପାରୋଟିଡ ଗ୍ରନ୍ଥି ଫୁଲା ଦେଖି ରୋଗ ନିର୍ଣ୍ଣୟ କରାଯାଏ ଓ ପାରୋଟିଡ ଡକ୍ଟରୁ ସ୍ୱାବ ନେଇ ପରୀକ୍ଷା କଲେ ନିଧାର୍ଯ୍ୟ ଭାବେ ଜଣାଯାଏ । ରକ୍ତରେ ଆଇ.ଜି.ଏମ.
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ଵରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।