ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଣି ରତ୍ନମ୍ (ଜନ୍ମନାମ: ଗୋପାଲା ରତ୍ନମ୍ ଶୁଭ୍ରମଣ୍ୟମ୍, ଜନ୍ମ: ୨ ଜୁନ ୧୯୫୬), ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ଦ୍ଦେଶକ, ପ୍ରଯୋଜକ ଏବଂ ଚିତ୍ରନାଟ୍ୟ ଲେଖକ, ଯିଏକି ମୁଖ୍ୟତଃ ତାମିଲ କଥାଚିତ୍ର ଜଗତରେ କାର୍ଯ୍ୟ କରନ୍ତି । କଥାଚିତ୍ର ଜଗତ ପାଇଁ ମଣିଙ୍କର ଅବଦାନ ଯୋଗୁଁ ୨୦୦୨ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲେ । ମଣି ରତ୍ନମ୍ଙ୍କ ପରିବାର ଚଳଚ୍ଚିତ୍ର ଜଗତ ସହ ପୂର୍ବରୁ ଜଡ଼ିତ ଥିଲା, ମାତ୍ର କଳାକାର ପରିବାରରୁ ହୋଇ ମଧ୍ୟ ପିଲାବେଳେକ ମଣିଙ୍କୁ ଚଳଚ୍ଚିତ୍ର ଜଗତ ପ୍ରତି କୌଣସି ଆକୃଷ୍ଟ ନଥିଲା । ସେ ସ୍ନାତକ ହାସଲ କରିବା ପରେ ଜଣେ ପରାମର୍ଶଦାତା ଭାବରେ ତାଙ୍କର ଜୀବିକା ଆରମ୍ଭ କରିଥିଲେ । ମାତ୍ର ପରେ ସେ ୧୯୮୩ ମସିହାରେ ଏକ କନ୍ନଡ଼ ଚଳଚ୍ଚିତ୍ର ପଲ୍ଲବୀ ଆନୁ ପଲ୍ଲବୀ ଜରିଆରେ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ତାଙ୍କର କିଛି ଚଳଚ୍ଚିତ୍ରର ବିଫଳତା ପରେ ସେ କିଛି ଚଳଚ୍ଚିତ୍ରର ସୁଯୋଗ ମଧ୍ୟ ଛାଡ଼ିଦେଇଥିଲେ । ତାଙ୍କ ନିର୍ଦ୍ଦେଶିତ ୫ମ ଚଳଚ୍ଚିତ୍ର ମୌନ ରାଗମ୍ ୧୯୮୬ ମସିହାରେ ମୁକ୍ତିଲାଭ କରିଥିଲା ଏବଂ ଏହି ଚଳଚ୍ଚିତ୍ରଟି ତାଙ୍କୁ ତାମିଲ କଥାଚିତ୍ର ଜଗତରେ ଜଣେ ଅଗ୍ରଣୀ ଚଳଚ୍ଚିତ୍ର ନିର୍ମାତା ଭାବରେ ପ୍ରିତିଷ୍ଠିତ କରାଇଥିଲା । ୧୯୮୭ର ଚଳଚ୍ଚିତ୍ର ନାୟକନ୍ରେ ପୁଣିଥରେ ସେହି ସଫଳତାର ପୁନରାବୃତ୍ତି ହୋଇଥିଲା । ମଣି ରତ୍ନମ୍ଙ୍କର ଚଳଚ୍ଚିତ୍ର ରୋଜା (୧୯୯୨), ବମ୍ବେ (୧୯୯୫) ଓ ଦିଲ୍ ସେ..
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଏଇ ସଂଘର୍ଷ, ୧୯୯୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରଜନୀକାନ୍ତ ସାମନ୍ତରାୟ । ଅରୁଣ ମହାନ୍ତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ସୁଜାତା ଆନନ୍ଦ, ବିଜୟ ମହାନ୍ତି, ଦୀପ୍ତି ନାଭାଲ୍, କ୍ରୀତି କୁମାର, ପୂର୍ଣ୍ଣେନ୍ଦୁ ଦତ୍ତ, ରାମଚନ୍ଦ୍ର ପତିଆରୀ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଫରହାନ ଅଖତାର (ଜନ୍ମ: ୯ ଜାନୁଆରୀ ୧୯୭୪), ଜଣେ ଭାରତୀୟ କଥାଚିତ୍ର ନିର୍ଦ୍ଦେଶକ, ଚିତ୍ରନାଟ୍ୟ ଲେଖକ, ପ୍ରଯୋଜକ, ଅଭିନେତା, ପ୍ରଚ୍ଛଦପଟ ଗାୟକ, ଗୀତିକାର, ଦୂରଦର୍ଶନ ତଥା ମଞ୍ଚ ଉପସ୍ଥାପକ । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ ଜଣେ ସକ୍ରିୟ କଳାକାର ଭାବରେ କାର୍ଯ୍ୟ କରଚନ୍ତି । ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା ଫରହାନଙ୍କର ପିତା ଜାବେଦ ଅଖତାର ହେଉଛନ୍ତି ହିନ୍ଦୀ କଥାଚିତ୍ର ଜଗତର ଜଣେ ସୁପ୍ରସିଦ୍ଧ ଗୀତିକାର ଏବଂ ତାଙ୍କ ମାଆ ହନି ଇରାନୀ ମଧ୍ୟ ଜଣେ ଲେଖିକା ଏବଂ ଅଭିନେତ୍ରୀ । ତେଣୁ ଫରହାନ ପିଲାଦିନୁ ହିନ୍ଦୀ କଥାଚିତ୍ର ଜଗତ ସହ ଜଡ଼ିତ ଥିଲେ । ୧୯୯୧ ମସିହାରେ ଫରହାନ ହିନ୍ଦୀ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ଜଣେ ସହକାରୀ ନିର୍ଦ୍ଦେଶକ ଭାବରେ ୧୯୯୧ ମସିହାରେ ଲମ୍ହେ ଓ ୧୯୯୭ ମସିହାରେ ହିମାଳୟ ପୁତ୍ର ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରଭୁଦତ୍ତ ପ୍ରଧାନ (୧୧ ନଭେମ୍ବର ୧୯୪୩–୨୮ ମଇ ୨୦୧୮) ଜଣେ ଓଡ଼ିଆ ସଙ୍ଗୀତକାର ଥିଲେ । ତାଙ୍କର ସଙ୍ଗୀତ ନିର୍ଦ୍ଦେଶନା ଭିତରୁ ସେ ଜଣାଶୁଣା ସମ୍ବଲପୁରୀ ଲୋକଗୀତ ରଙ୍ଗବତୀର ସଙ୍ଗୀତ ନିର୍ଦ୍ଦେଶକ ଭାବେ ପ୍ରସିଦ୍ଧିଲାଭ କରିଥିଲେ । ସେ ତିନି ବର୍ଷ ବୟସରେ ନିଜ ବାପାଙ୍କଠାରୁ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୬୯ ମସିହାରେ ସେ ଅଲ ଇଣ୍ଡିଆ ରେଡ଼ିଓରେ ବାଦ୍ୟଯନ୍ତ୍ର ବାଦନରେ ଯୋଗଦେଇଥିଲେ । ୧୯୭୫ ମସିହାରେ ସେ ରଙ୍ଗବତୀର ସଙ୍ଗୀତ ସଂଯୋଜନା କରିଥିଲେ ।୨୦୧୮ ମସିହା ମଇ ୨୮ ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବିବାହ ହେଉଛି ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ପ୍ରେମ ପ୍ରସଙ୍ଗ ଯୁକ୍ତ ତଥା ସାମାଜିକ ସଂସ୍କାରଧର୍ମୀ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର କାହାଣୀର ଲେଖକ ତଥା ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ସୂରଜ ଆର୍ ବାରଜାତ୍ୟା । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଅଭିନେତା ଶାହିଦ କପୁର ଏବଂ ଅଭିନେତ୍ରୀ ଅମୃତା ରାଓ । ଅମୃତା ରାଓଙ୍କ ସହ ଶାହିଦ କପୁରଙ୍କ ଏହା ଥିଲା ଚତୁର୍ଥ ଚଳଚ୍ଚିତ୍ର । ନଭେମ୍ବର ୧୦, ୨୦୦୬ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଅଦ୍ଭୁତପୂର୍ବ ବ୍ୟାବସାୟିକ ସଫଳତା ପାଇବା ସହ ୮.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅଗ୍ନିପଥ (୧୯୯୦ର ହିନ୍ଦୀ କଥାଚିତ୍ର)
ଅଗ୍ନିପଥ ହେଉଛି ୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ଅମିତାଭ ବଚ୍ଚନ, ମିଥୁନ ଚକ୍ରବର୍ତ୍ତୀ, ମାଧବୀ, ନୀଲମ କୋଠାରୀ, ଆଲୋକ ନାଥ ଇତ୍ୟାଦି । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ମୁକୁଳ ଆନନ୍ଦ ଏବଂ ପ୍ରଯୋଜକ ହେଉଛନ୍ତି ୟଶ ଜୋହର । ଚଳଚିତ୍ରର ନାମ ସେହି ନାମରେ ହରିବଂଶ ରାୟ ବଚ୍ଚନଙ୍କଦ୍ଵାରା ଲିଖିତ ଏକ କବିତାରୁ ଆନୀତ । ଚଳଚିତ୍ର ପ୍ରାରମ୍ଭରେ କବିତାଟିର ପ୍ରଚ୍ଛଦପଟରେ ଗାନ ଦର୍ଶକଙ୍କୁ ବିଷୟବସ୍ତୁ ସହ ବାନ୍ଧି ରଖିବାରେ ସକ୍ଷମ ହୋଇଛି ।
ଡନ୍ କିମ୍ବା Don: The Chase Begins Again ହେଉଛି ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର ଯାହାକି ମୂଳ ହିନ୍ଦୀ କଥାଚିତ୍ର ଡନ୍ର ଉତ୍ତର କଥା ଚଳଚ୍ଚିତ୍ର (sequel) । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ସାହାରୁଖ ଖାଁ, ପ୍ରିୟଙ୍କା ଚୋପ୍ରା, ଅର୍ଜୁନ ରାମପାଳ, ବୋମାନ ଇରାନୀ, ଓମ ପୁରୀ ଇତ୍ୟାଦି । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ଫରହାନ ଅଖତର ଏବଂ ପ୍ରଯୋଜକ ହେଉଛନ୍ତି ଫରହାନ ଅଖତର ଓ ରିତେଶ ସିଧ୍ୱାନୀ ।
ଦବଙ୍ଗ ହେଉଛି ୨୦୧୦ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ଅଭିନବ କାଶ୍ୟପ ଏବଂ ପ୍ରଯୋଜକ ହେଉଛନ୍ତି ଅରବାଜ ଖାନ ଓ ମଲାଇକା ଅରୋରା । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ସଲମାନ ଖାଁ , ଅରବାଜ ଖାନ, ସୋନାକ୍ଷୀ ସିହ୍ନା , ଓମ୍ ପୁରୀ, ଡିମ୍ପଲ କପାଡିଆ, ବିନୋଦ ଖାନ୍ନା, ଅନୁପମ ଖେର, ସୋନୁ ସୂଦ ଇତ୍ୟାଦି । ଅରବାଜଙ୍କର ପ୍ରଯୋଜକ ଭାବେ ଏବଂ ଅଭିନବ କାଶ୍ୟପଙ୍କ ନିର୍ଦ୍ଦେଶକ ଭାବେ ଏହା ଥିଲା ପ୍ରଥମ ଚଳଚିତ୍ର । ଚଳଚିତ୍ରରେ ସହ ପ୍ରୋଯୋଜିକା ମଲାଇକା ଅରୋରା ନିଜେ ଏକ ନୃତ୍ୟ ପରିବେଷଣ ଦୃଶ୍ୟରେ ନୃତ୍ୟାଭିନୟ କରିଛନ୍ତି ।
ମେରି କମ (୨୦୧୪ର ହିନ୍ଦୀ କଥାଚିତ୍ର)
ମେରି କମ ହେଉଛି ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର । କଥାଚିତ୍ରଟି ମେରି କମ ନାମ୍ନୀ କୁସ୍ତି-ଖେଳାଳୀଙ୍କ ଜୀବନୀ ଉପରେ ଆଧାରିତ । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ଓମୁଙ୍ଗ କୁମାର ଏବଂ ପ୍ରଯୋଜକ ହେଉଛନ୍ତି ସଞ୍ଜୟ ଲୀଲା ଭଂସାଲୀ ଓ ଅଜିତ ଅନ୍ଧାରେ । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ପ୍ରିୟଙ୍କା ଚୋପ୍ରା । ଅନ୍ୟାନ୍ୟ ସହ କଳାକାରମାନେ ହେଲେ ଦର୍ଶନ କୁମାର, ସୁନୀଲ ଥାପା, ଇତ୍ୟାଦି । କଥାଚିତ୍ରରେ ପ୍ରିୟଙ୍କା ପ୍ରଥମ ଥର ପାଇଁ ଏକ ଗୀତରେ ନିଜର କଣ୍ଠ ଦାନ କରିଛନ୍ତି । ପ୍ରିୟଙ୍କା ଏଥିପାଇଁ ପ୍ରାୟ ତିନିମାସ ଶାରୀରିକ ବ୍ୟାୟାମ ଏବଂ ତାଲିମ ହାସଲ ପୂର୍ବକ ମେରି କମଙ୍କ କୁସ୍ତି କୌଶଳ ବିଷୟରେ ଆବଶ୍ୟକ ଜ୍ଞାନ ହାସଲ କରିଥିଲେ ।
କାଲକାନିଆଲ ଅସ୍ଥି ଭଗ୍ନ (calcaneal fracture) ନାମ ଦିଆଯାଏ ଯେତେବେଳେ କାଲକାନିଅସ (calcaneus) ବା ଗୋଇଠି ଅସ୍ଥି ଭାଙ୍ଗିଯାଏ (break) । ଏହି ଭଙ୍ଗା ହେଲେ ଯନ୍ତ୍ରଣା, ବ୍ରୁଇସିଙ୍ଗ, ଚାଲିବାରେ ଅସୁବିଧା, କୁରୁପ ଗୋଇଠି (heel) ଆଦି ଲକ୍ଷଣ ଦେଖାଯାଏ । ଏହା ଭଙ୍ଗା ସହିତ ହିପ ଅସ୍ଥି ଭାଙ୍ଗିବା (hip) ବା ମେରୁ ଅସ୍ଥି ଭାଙ୍ଗିବା (back) ସମ୍ଭାବନା ମଧ୍ୟ ଥାଏ । ଆଘାତ ପ୍ରାପ୍ତ ଲୋକର ଉଚ୍ଚତାରୁ ପାଦ ଉପରେ ପତନ, ମୋଟୋର ଗାଡ଼ି ଧକ୍କା (motor vehicle collision) ହୋଇଥିବା ଇତିହାସ ଥିଲେ ଏହି ଭଙ୍ଗା ସନ୍ଦେହ କରାଯାଏ । ରୋଗୀର ଲକ୍ଷଣ ଦେଖି ସନ୍ଦେହ କରାଯାଏ ଓ ଏକ୍ସ-ରେ (X-ray) ବା ସିଟି ସ୍କାନ (CT scan) କରି ନିଶ୍ଚିତ କରାଯାଏ ।ଅସ୍ଥି ଆଲାଇନମେଣ୍ଟ ବା ସଠିକ ଲାଇନରେ ଥିଲେ ପ୍ଲାସ୍ଟର କାଷ୍ଟ (Casting) ଦିଆଯାଏ ଓ ସେହି ଗୋଡ଼ ଉପରେ ୮ ସପ୍ତାହ ପର୍ଯ୍ୟନ୍ତ ଚାଲିବାକୁ ବା ଓଜନ ରଖିବାକୁ ମନା କରାଯାଏ । ସଠିକ ଆଲାଇନମେଣ୍ଟ ନଥିଲେ ଅପରେଶନ କରିବା ଆବଶ୍ୟକ ହୁଏ । ଅସ୍ଥି ତା ପୂର୍ବାବସ୍ଥାକୁ ଫେରିଲେ ଫଳାଫଳ ଉତ୍ତମ ହୁଏ । ସେଠାର ଚର୍ମ ଅବସ୍ଥା ଠିକ ଥିଲେ ଅଳ୍ପ କିଛି ଦିନ ଡେରିରେ ଅପରେଶନ କରାଯାଇପାରେ । ଦେହର ସମୁଦାୟ ଅସ୍ଥି ଭଙ୍ଗାର ପ୍ରାୟ ୨% ଓ ଟାର୍ସାଲ ଅସ୍ଥି ଭଙ୍ଗାର (mid foot bones) ପ୍ରାୟ ୬୦% କେବଳ ଏହି କାଲକାନିଆଲ ଭଙ୍ଗା ହୁଏ । ସ୍ଥାନ ଚ୍ୟୁତ ହୋଇନଥିଲେ ୩ ମାସ ମଧ୍ୟରେ ଏହା ଭଲ ହୋଇଯାଏ ଓ ସ୍ଥାନ ଚ୍ୟୁତ ହୋଇଥିଲେ ଭଲ ହେବାକୁ ପ୍ରାୟ ୨ ବର୍ଷ ଲାଗେ । ଆର୍ଥ୍ରାଇଟିସ, ଗୋଇଠିରେ ଚଳନ ସୀମା ହ୍ରାସ ମଧ୍ୟ ଚିକିତ୍ସା ପରେ ରହିପାରେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
କବି ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ । ସେ ୧୯୦୪ ମସିହା ସେପ୍ଟେମ୍ବର ୧୪ ତାରିଖରେ ବଡ଼ମ୍ବାର କୃଷିପ୍ରେମୀ, ସ୍ୱାଧୀନଚେତା ସୁମନ୍ତ ପଟ୍ଟନାୟକଙ୍କ ପୁତ୍ରଭାବେ ଜନ୍ମ ଗ୍ରହଣ କରିଥିଲେ। ସେହି ବଡ଼ମ୍ବାରେ ରହୁଥିବା ତାଙ୍କ ପିଉସା ଦୀନବନ୍ଧୁ ପଟ୍ଟନାୟକ ନିଃସନ୍ତାନ ଥିବାରୁ ସେ ତାଙ୍କର ପୋଷ୍ୟପୁତ୍ର ଭାବେ ତାଙ୍କ ଗୃହରେ ସାରାଜୀବନ ଅତିବାହିତ କରିଥିଲେ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ । ପୂର୍ବରୁ (୧୯୯୮-୨୦୦୨) ସେ ବିଜେପି ଦଳିତ ମୋର୍ଚ୍ଚାର ଅଧ୍ୟକ୍ଷ, ଅଖିଳ ଭାରତୀୟ କୋଲି ସମାଜର ଅଧ୍ୟକ୍ଷ ରହିଥିଲେ । ସେ ମଧ୍ୟ ବିଜେପି ଦଳୀୟ ପ୍ରବକ୍ତା ଥିଲେ । ୮ ଅଗଷ୍ଟ ୨୦୧୫ରେ ରାଷ୍ଟ୍ରପତିଙ୍କଦ୍ଵାରା ବିହାରର ରାଜ୍ୟପାଳ ଭାବେ ଅବସ୍ଥାପିତ ହୋଇଥିଲେ । ହରିଦ୍ୱାର ଗଙ୍ଗା ତଟରେ କୁଷ୍ଠ ରୋଗୀଙ୍କ ସେବା ପାଇଁ ଉତ୍ସର୍ଗ ସଂସ୍ଥା ଦିବ୍ୟ ପ୍ରେମ ସେବା ମିଶନର ଆଜୀବନ ସଂରକ୍ଷକ ଅଟନ୍ତି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୁରାଣରୁ ଜଣାଯାଏ ଯେ, ବ୍ରହ୍ମାଙ୍କ ପୁତ୍ରମାନେ ଋଷି ଥିଲେ ଓ ଭଗବାନ୍ ଶିବଙ୍କର ଭକ୍ତମାନେ ମଧ୍ୟ ଋଷି ଥିଲେ ସେମାନେ ମାନବ, ଦେବତା ଏତତ୍ବ୍ୟତୀତ ପଶୁ-ପକ୍ଷୀ, ସମୁଦ୍ର, ନଦୀ, ପାହାଡ଼ ଏବଂବୃକ୍ଷଲତାମାନଙ୍କ ହିତ ପାଇଁ ଅନେକ କାର୍ଯ୍ୟ କରିବା ସହିତ ଅନେକ ବିଧିବିଧାନ ପ୍ରଚଳନ କରିଛନ୍ତି ପ୍ରଥମ ମନୁ ସ୍ୱୟଂଭୁବ ମନୁଙ୍କ ଠାରୁ ଆରମ୍ଭ କରି ବୌଦ୍ଧ ପର୍ଯ୍ୟନ୍ତ ସମସ୍ତ ଋଷି ଓ ମୁନି ଥିଲେ ହିନ୍ଦୁ ପୁରାଣରେ ଥିବା ମନ୍ୱନ୍ତରରେ ଋଷିଙ୍କ ଜ୍ଞାନକୁ ପରିଭାଷିତ/ବର୍ଣ୍ଣନା କରାଯାଇଛି ପ୍ରତ୍ୟେକ ମନ୍ୱନ୍ତରରେ ୭ଟି ପ୍ରମୁଖ ଋଷିଙ୍କ ନାମ ଉଲ୍ଲେଖ କରାଯାଇଛି ବିଷ୍ଣୁ ପୁରାଣ ଅନୁସାରେ ପ୍ରଥମ ମନ୍ୱନ୍ତରରେ ମରୀଚି, ଅତ୍ରି, ଅଙ୍ଗିରା, ପୁଲସ୍ତ୍ୟ, ପୁଲହ, କ୍ରତୁ ଏବଂ ବଶିଷ୍ଠ ଆଦି ସପ୍ତଋଷିଙ୍କୁ ସପ୍ତର୍ଷିମଣ୍ଡଳ କୁହାଯାଏ ଦ୍ୱିତୀୟ ସ୍ୱାରୋଚିଷ ମନ୍ୱନ୍ତରରେ ଉର୍ଜ୍ଜ, ସ୍ତମ୍ଭ, ବାତ, ପ୍ରାଣ, ପୃଷଭ, ନିରୟ ଏବଂ ପରୀବାନ୍ ପ୍ରଭୃତି ସାତଟି ଋଷି ରହିଛନ୍ତି ତୃତୀୟ ଉତ୍ତମ ମନ୍ୱନ୍ତରରେ ମହର୍ଷି ବଶିଷ୍ଠଙ୍କ ସାତ ପୁତ୍ର ଥିବାବେଳେ ଚତୁର୍ଥ ମାନସ ମନ୍ୱନ୍ତରରେ ଜ୍ୟୋତିର୍ଧାମା, ପୃଥୁ, କାବ୍ୟ, ଚୈତ୍ର, ଅଗ୍ନି, ବନକ ଏବଂ ପୀବର ଋଷି ଅନ୍ତର୍ଭୁକ୍ତ ସେହିପରି ପଞ୍ଚମ ରୈବତ୍ ମନ୍ୱନ୍ତରରେ ହିରଣ୍ୟରୋମା, ବେଦଶ୍ରୀ, ଊର୍ଦ୍ଧ୍ୱ, ବାହୁ, ବେଦବାହୁ, ସୁଧାମା, ପର୍ଜନ୍ୟ ଏବଂ ମହାମୁନି ଋଷି ଥିବାବେଳେ ଷଷ୍ଠ ଚାକ୍ଷୁଷ ମନ୍ୱନ୍ତରରେ ସୁମେଧା, ବିରଜା, ହବିଷ୍ମାନ, ଉତ୍ତମ, ମଧୁ, ଅତିନାମା ଏବଂ ସହିଷ୍ଣୁ ଋଷି ଅଛନ୍ତି ସପ୍ତମ ବୈବସ୍ୱତ ମନ୍ୱନ୍ତରରେ କଶ୍ୟପ, ଅତ୍ରି, ବଶିଷ୍ଠ, ବିଶ୍ୱାମିତ୍ର, ଗୌତମ, ଜଗଦମ୍ନି ଏବଂ ଭରଦ୍ୱାଜ ଋଷି ଅଛନ୍ତି ଭବିଷ୍ୟ ଅଷ୍ଟମ ସ୍ୱର୍ଣ୍ଣିକ ମନ୍ୱନ୍ତରରେ ଗାଲବ, ଦୀପ୍ତିମାନ୍, ପର୍ଶୁରାମ, ଅଶ୍ୱତ୍ଥାମା, କୃପ, ଋଷିଶୃଙ୍ଗ୍ୟ ଏବଂ ବ୍ୟାସ ଥିବାବେଳେ ନବମ ଦକ୍ଷସାବର୍ଣ୍ଣି ମନ୍ୱନ୍ତରରେ ମେଧାତିଥି, ବସୁ, ସତ୍ୟ, ଜ୍ୟୋତିଷ୍ମାନ୍, ଦ୍ୟୁତିମାନ, ସବନ୍ ଏବଂ ଭବ୍ୟ ଋଷି ବିରାଜମାନ ଦଶମ ବ୍ରହ୍ମାସାବର୍ଣ୍ଣି ମନ୍ୱନ୍ତରରେ ତପୋମୂର୍ତ୍ତି, ହବିଷ୍ମାନ୍, ସୁକୃତ, ସତ୍ୟ, ନାଭାଗ, ଅପ୍ରିତିମୌଜା ଏବଂ ସତ୍ୟକେତୁ ଥିବାବେଳେ ଏକାଦଶ ଧର୍ମସାବର୍ଣ୍ଣି ମନ୍ୱନ୍ତରରେ ବପୁଷ୍ମାନ୍, ଘୃଣି, ଆରୁଣି, ନିଃସ୍ୱର, ହବିଷ୍ମାନ୍, ଅନଘ ଏବଂ ଅଗ୍ନିତେଜା ରହିଛନ୍ତି ଦ୍ୱାଦଶ ରୁଦ୍ରସାବର୍ଣ୍ଣି ମନ୍ୱନ୍ତରରେ ତପୋଦ୍ୟୁତି, ତପସ୍ୱୀ, ସୁତପା, ତପୋମୂର୍ତ୍ତି, ତପୋନିଧି, ତପୋରତି ଏବଂ ତପୋଧୃତି ଋଷିମାନେ ବିଦ୍ୟମାନ ତ୍ରୟୋଦଶ ଦେବସାବର୍ଣ୍ଣି ମନ୍ୱନ୍ତରରେ ଧୃତିମାନ, ଅବ୍ୟୟ, ତତ୍ୱଦର୍ଶୀ, ନିରୂତ୍ସକ, ନିର୍ମୋହ, ସୁତପା ଏବଂ ନିଷ୍ପ୍ରକମ୍ପ ଥିବାବେଳେ ଚତୁର୍ଦ୍ଦଶ ଇନ୍ଦ୍ରସାବର୍ଣ୍ଣି ମନ୍ୱନ୍ତରରେ ଅଗ୍ନିଧ୍ର, ଅଗ୍ନି, ବାହୁ, ଶୁଚି, ଯୁକ୍ତ, ମଗଧ, ଶୁକ୍ର ଏବଂ ଅଜିତ ଅନ୍ତର୍ଭୁକ୍ତ ଏହି ଋଷିମାନଙ୍କ ମଧ୍ୟରୁ କିଛି କଳ୍ପାନ୍ତ-ଚିରଞ୍ଜିବୀ, ମୁକ୍ତାତ୍ମା ଏବଂ ଦିବ୍ୟଦେହଧାରୀ ଥିଲେ ଶତପଥ ବ୍ରାହ୍ମଣ ଅନୁସାରେ ଗୌତମ, ଭରଦ୍ୱାଜ, ବିଶ୍ୱାମିତ୍ର, ବଶିଷ୍ଠ, କଶ୍ୟପ ଏବଂ ଅତ୍ରି ରହିଥିବା ବେଳେ ମହାଭାରତ ଅନୁସାରେ ମରିଚି, ଅତ୍ରି, ଅଙ୍ଗିରା, ପୁଲହ, କ୍ରତୁ, ପୁଲସ୍ତ୍ୟ ଏବଂ ବଶିଷ୍ଠ ଋଷିଙ୍କୁ ସପ୍ତର୍ଷି ବୋଲି ମାନିଥାନ୍ତି ମହାଭାରତର ରାଜଧର୍ମ ଏବଂ ଧର୍ମର ପ୍ରାଚୀନ ଆଚାର୍ଯ୍ୟଙ୍କ ନାମ ବୃହସ୍ପତି, ବିଶାଳାକ୍ଷ(ଶିବ), ଶୁକ୍ର, ସହସ୍ରାକ୍ଷ, ମହେନ୍ଦ୍ର, ପ୍ରାଚେତସ ମନୁ, ଭରଦ୍ୱାଜ ଏବମ୍ ଗୌରସିରସ ମୁନି କୌଟିଲ୍ୟଙ୍କ ଅର୍ଥଶାସ୍ତ୍ରରେ ମନୁ, ବୃହଷ୍ପତି, ଉଶନସ(ଶୁକ୍ର), ଭରଦ୍ୱାଜ, ବିଶାଳାକ୍ଷ(ଶିବ), ପରାଶର, ପିଶୁନ୍, କୌଣପଦନ୍ତ, ବତବ୍ୟାଧି ଏବଂ ବହୁଦନ୍ତି ପୁତ୍ର ଥିବାବେଳେ ବୈବସ୍ୱତ ମନ୍ୱନ୍ତରରେ ବଶିଷ୍ଠ ଋଷି ଅଛନ୍ତି ଏହି ମନ୍ୱନ୍ତରରେ ବଶିଷ୍ଠ ଋଷିଙ୍କୁ ବ୍ରହ୍ମର୍ଷି ଉପାଧି ଦିଆଯାଇଥିଲା
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।