ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପ୍ରଭୁଦତ୍ତ ପ୍ରଧାନ (୧୧ ନଭେମ୍ବର ୧୯୪୩–୨୮ ମଇ ୨୦୧୮) ଜଣେ ଓଡ଼ିଆ ସଙ୍ଗୀତକାର ଥିଲେ । ତାଙ୍କର ସଙ୍ଗୀତ ନିର୍ଦ୍ଦେଶନା ଭିତରୁ ସେ ଜଣାଶୁଣା ସମ୍ବଲପୁରୀ ଲୋକଗୀତ ରଙ୍ଗବତୀର ସଙ୍ଗୀତ ନିର୍ଦ୍ଦେଶକ ଭାବେ ପ୍ରସିଦ୍ଧିଲାଭ କରିଥିଲେ । ସେ ତିନି ବର୍ଷ ବୟସରେ ନିଜ ବାପାଙ୍କଠାରୁ ସଙ୍ଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୬୯ ମସିହାରେ ସେ ଆକାଶବାଣୀ ସମ୍ବଲପୁର ଷ୍ଟେସନରେ ବାଦ୍ୟଯନ୍ତ୍ର ବାଦନରେ ଯୋଗଦେଇଥିଲେ । ୧୯୭୫ ମସିହାରେ ସେ ରଙ୍ଗବତୀର ସଙ୍ଗୀତ ସଂଯୋଜନା କରିଥିଲେ ।୨୦୧୮ ମସିହା ମଇ ୨୮ ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆଶିକ୍-୨ ହେଉଛି ୨୦୧୩ ମସିହାରେ ମୁକ୍ତିଲାଭ କରିଥିବା ଏକ ପ୍ରେମ ପ୍ରସଙ୍ଗ ଯୁକ୍ତ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ମୋହିତ ସୂରୀ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଆଦିତ୍ୟ ରାୟ କପୁର, ଶ୍ରଦ୍ଧା କପୁର, ମହେଶ ଠାକୁର, ମହେଶ ଭଟ୍ଟ ଇତ୍ୟାଦି । ଭୁଷଣ କୁମାର ଏବଂ ମୁକେଶ ଭଟ୍ଟଙ୍କ ଦ୍ଵାରା ପ୍ରଯୋଜିତ ଏହି ଚ୍ଚଳଚିତ୍ରଟି ଟି-ସିରିଜ ଏବଂ Vishesh Films ବ୍ୟାନରରେ ନିର୍ମିତ । କଥାବସ୍ତୁରେ ସଂଗୀତର ଭୂମିକା ହିସାବରେ ଏହାକୁ ମୂଳ ଚଳଚିତ୍ର ଆଶିକ୍ ର ଉତ୍ତର କଥା ଚଳଚିତ୍ର କୁହାଯାଇପାରେ । କେପ୍ ଟାଉନ, ଗୋଆ ଏବଂ ମୁମ୍ବାଇର ବିଭିନ୍ନ ସ୍ଥାନରେ ଶୁଟିଂ ହୋଇଥିବା ଏହି ଚଳଚିତ୍ରଟି ୨୬ ଅପ୍ରିଲ ୨୦୧୩ରେ ମୁକ୍ତିଲାଭ କରିଥିଲା ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଲଗାନ ହେଉଛି ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ କ୍ରୀଡା (କ୍ରିକେଟ) ପ୍ରସଙ୍ଗ ଯୁକ୍ତ ନାଟକୀୟ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ନିର୍ଦ୍ଦେଶକ ହେଉଛନ୍ତି ଆଶୁତୋଷ ଗୋୱାରିକର । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଅମିର ଖାଁ ଓ ଗ୍ରେସି ସିଂ । ଜୁନ ୧୫, ୨୦୦୧ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଭାରତ ତଥା ବିଦେଶରେ ଅଦ୍ଭୁତପୂର୍ବ ବ୍ୟାବସାୟିକ ସଫଳତା ଲାଭ କରିଥିଲା । ଚଳଚିତ୍ରର ସଂଗୀତ ପରିଚାଳନା କରିଥିଲେ ଏ ଆର୍ ରେହେମାନ । ଚଳଚିତ୍ରଟି ଆନ୍ତର୍ଜାତୀୟ ତଥା ଭାରତୀୟ ଚଳଚିତ୍ର ମହୋତ୍ସବରେ ଆୱାର୍ଡ ଲାଭ କରିଥିଲା ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଫରହାନ ଅଖତାର (ଜନ୍ମ: ୯ ଜାନୁଆରୀ ୧୯୭୪), ଜଣେ ଭାରତୀୟ କଥାଚିତ୍ର ନିର୍ଦ୍ଦେଶକ, ଚିତ୍ରନାଟ୍ୟ ଲେଖକ, ପ୍ରଯୋଜକ, ଅଭିନେତା, ପ୍ରଚ୍ଛଦପଟ ଗାୟକ, ଗୀତିକାର, ଦୂରଦର୍ଶନ ତଥା ମଞ୍ଚ ଉପସ୍ଥାପକ । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ ଜଣେ ସକ୍ରିୟ କଳାକାର ଭାବରେ କାର୍ଯ୍ୟ କରଚନ୍ତି । ମୁମ୍ବାଇରେ ଜନ୍ମଗ୍ରହଣ କରିଥିବା ଫରହାନଙ୍କର ପିତା ଜାବେଦ ଅଖତାର ହେଉଛନ୍ତି ହିନ୍ଦୀ କଥାଚିତ୍ର ଜଗତର ଜଣେ ସୁପ୍ରସିଦ୍ଧ ଗୀତିକାର ଏବଂ ତାଙ୍କ ମାଆ ହନି ଇରାନୀ ମଧ୍ୟ ଜଣେ ଲେଖିକା ଏବଂ ଅଭିନେତ୍ରୀ । ତେଣୁ ଫରହାନ ପିଲାଦିନୁ ହିନ୍ଦୀ କଥାଚିତ୍ର ଜଗତ ସହ ଜଡ଼ିତ ଥିଲେ । ୧୯୯୧ ମସିହାରେ ଫରହାନ ହିନ୍ଦୀ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ସେ ଜଣେ ସହକାରୀ ନିର୍ଦ୍ଦେଶକ ଭାବରେ ୧୯୯୧ ମସିହାରେ ଲମ୍ହେ ଓ ୧୯୯୭ ମସିହାରେ ହିମାଳୟ ପୁତ୍ର ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ ।ଫରହାନ ରିତେଶ ସିଧ୍ବାନୀଙ୍କ ସହ ମିଶି ଏକ୍ସେଲ୍ ଏଣ୍ଟରଟେନମେଣ୍ଟ ନାମକ ନିଜର ଏକ ପ୍ରଯୋଜନା ସଂସ୍ଥା ଆରମ୍ଭ କରିବାପରେ ୨୦୦୧ ମସିହାରେ ହିନ୍ଦୀ କଥାଚିତ୍ର ଜଗତରେ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ୨୦୦୧ର ହିନ୍ଦୀ କଥାଚିତ୍ର ଦିଲ୍ ଚାହାତା ହୈର ନିର୍ଦ୍ଦେଶନା ଦେଇଥିଲେ ଏବଂ ଏହି କଥାଚିତ୍ରଟି ଯୁବକମାନଙ୍କ ଉପରେ ଉଦିଷ୍ଟ ଥିଲା ଓ ସମୀକ୍ଷକମାନେ ପ୍ରସଂଶା କରିଥିଲେ । ଏହି ଚଳଚ୍ଚିତ୍ରଟି ଗୋଟିଏ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମଧ୍ୟ ପାଇଥିଲା । ଏହାପରେ ସେ ୨୦୦୪ରେ ଅନ୍ୟ ଏକ ହିନ୍ଦୀ କଥାଚିତ୍ର ଲକ୍ଷ୍ୟ ନିର୍ମାଣ କରିଥିଲେ ଏବଂ ସେହି ବର୍ଷ ସେ ଇଂରାଜୀ କଥାଚିତ୍ର ଜଗତରେ ମଧ୍ୟ କାର୍ଯ୍ୟ ଆରମ୍ଭ କରିଥିଲେ । ୨୦୦୪ର ଇଂରାଜୀ ଚଳଚ୍ଚିତ୍ର ବ୍ରିଜ୍ ଆଣ୍ଡ୍ ପ୍ରେଜୁଡାଇସ୍ ପାଇଁ ଫରହାନ ଗୀତ ରଚନା କରିଥିଲେ । ୨୦୦୬ରେ ଫରହାନଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ଡନ୍ ବହୁତ ବଡ଼ ବ୍ୟବସାୟିକ ସଫଳତା ପାଇଥିଲା । ୨୦୦୭ ମସିହାରେ ଏଚଆଇଭି/ଏଡସ ବିରୁଦ୍ଧରେ ଜନ ଜାଗରଣ ସୃଷ୍ଟି କରିବା ପାଇଁ ଏବଂ ସଚେତନତା ବଢ଼ାଇବା ପାଇଁ ଫରହାନ ପଜିଟିଭ୍ ଶୀର୍ଷକ ଏକ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।ଯଦିଓ ଆରମ୍ଭରୁ ଫରହାନ ଦ ଫକିର ଅଫ୍ ଭେନିସ୍ରେ କିଛିଟା ଅଭିନୟ କରିଥିଲେ, କିନ୍ତୁ ୨୦୦୮ ମସିହାରେ ରକ୍ ଅନ୍ ଚଳଚ୍ଚିତ୍ର ଜରିଆରେ ନାୟକ ଭାବରେ ସେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କଲେ । ଏହି କଥାଚିତ୍ରଟି ପାଇଁ ସେ ପ୍ରଯୋଜକ ଭାବରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ ଏବଂ ଫିଲ୍ମଫେୟାରରେ ଇମ୍ରାନ ଖାଁଙ୍କ ସହିତ ଶ୍ରେଷ୍ଠ ନବାଗତ ନାୟକ ପୁରସ୍କାର ପାଇଥିଲେ । ଏହାପରେ ସେ ୨୦୧୧ରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ଜିନ୍ଦେଗୀ ନା ମିଲେଗୀ ଦୋବାରାର ସଂଳାପ ରଚନା କରିଥିଲେ, ପ୍ରଯୋଜନା କରିଥିଲେ ଏବଂ ଅଭିନୟ ମଧ୍ୟ କରିଥିଲେ । ଏହି ଚଳଚ୍ଚିତ୍ରଟି ମଧ୍ୟ ସଫଳ ବ୍ୟବସାୟ କରିଥିଲା ଏବଂ ଫିଲ୍ମଫେୟାରରେ ଫରହାନଙ୍କୁ ଶ୍ରେଷ୍ଠ ସହକାରୀ ଅଭିନେତା, ଶ୍ରେଷ୍ଠ ସଂଳାପକାର ପୁରସ୍କାର ମିଳିବା ସହ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ମଧ୍ୟ ମିଳିଥିଲା । ସେହି ବର୍ଷ ଫରହାନ ଡନ୍ ଚଳଚ୍ଚିତ୍ରର ୨ୟ ଭାଗ ଡନ୍ ୨ ମଧ୍ୟ ନିର୍ମାଣ କରିଥିଲେ, ଯାହାକି ଆଜିଯାଏଁ ତାଙ୍କର ସବୁଠାରୁ ଅଧିକ ଆୟ କରିଥିବା ଚଳଚ୍ଚିତ୍ର । ଏହାପରେ ୨୦୧୩ ମସିହାରେ ଫରହାନ ଭାରତୀୟ ଧାବକ ମିଲ୍ଖା ସିଂହଙ୍କର ଜୀବନି ଉପରେ ଆଧାରିତ ଚଳଚ୍ଚିତ୍ର ଭାଗ୍ ମିଲ୍ଖା ଭାଗ୍ରେ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରଟି ପାଇଁ ଫରହାନଙ୍କୁ ଅନେକ ପ୍ରସଂଶା ମିଳିଥିଲା ଏବଂ ତାଙ୍କୁ ଫିଲ୍ମଫେୟାର ଓ ଆଇଫାରେ ଶ୍ରେଷ୍ଠ ନାୟକ ପୁରସ୍କାର ମିଳିଥିଲା । ଫରହାନ ଏହି କଥାଚିତ୍ର ପାଇଁ ଆବଶ୍ୟକ ଅନୁସାରେ ବ୍ୟାୟାମ କରି ନିଜର ଶାରିରୀକ ଗଠନକୁ ବଦଳାଇଥିଲେ । ଏହାପରେ ୨୦୧୬ରେ ଫରହାନ ୱଜିର୍ ଓ ଦିଲ୍ ଧଡ଼କ୍ନେ ଦୋ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କୋଲିସ ଅସ୍ଥି ଭଗ୍ନ (Colles' fracture) ଏକ ଦୂରସ୍ଥ ରେଡିଅସ (radius) ଅସ୍ଥି ଭଗ୍ନ (fracture of the distal forearm) ଯେଉଁଥିରେ ଭଙ୍ଗା ଅଂଶ ଡର୍ସାଲ ବା ପଛକୁ (backwards) ବଙ୍କା ହୋଇଯାଏ । ଯନ୍ତ୍ରଣା, ଫୁଲା, କୁରୁପ, ବ୍ରୁଇସିଙ୍ଗ (bruising) ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ଆଘାତ ପରିମାଣ ଅତ୍ୟଧିକ ଥିଲେ ମିଡିଆନ ସ୍ନାୟୁ (median nerve) କ୍ଷତିଗ୍ରସ୍ତ ହୋଇପାରେ ।ଅବୟବ ସଳଖ ଥାଇ ପଡ଼ିଗଲେ ଏହିଭଳି ଭଙ୍ଗା ଦେଖାଯାଏ । ଓଷ୍ଟିଓପୋରୋସିସ ରୋଗ ଥିଲେ ଏହି ଭଙ୍ଗା ସଙ୍କଟ ରହେ । ଏକ୍ସ-ରେ (X-rays) କରି ଏହି ଆଘାତ ନିର୍ଣ୍ଣୟ ନିଶ୍ଚିତ କରାଯାଏ । ଅଲନା (ulna) ଅସ୍ଥିର ଅଗ୍ରଭାବ ମଧ୍ୟ ଏହା ସହିତ ଭାଙ୍ଗିଥାଇପାରେ ।ଏହି ଭଙ୍ଗା ନିମନ୍ତେ ପ୍ଲାସ୍ଟର (casting) ବା ଅପରେଶନ ଆବଶ୍ୟକ ହୁଏ । ଅଧିକାଂଶ କେଶ୍ରେ ବିଶେଷତଃ ୫୦ ବର୍ଷ ବୟସ ପରେ ରିଡକସନ (Surgical reduction) ଓ ପ୍ଲାସ୍ଟର ଚିକିତ୍ସା ଯଥେଷ୍ଟ ହୁଏ । ଯନ୍ତ୍ରଣା ଲାଘବ ନିମନ୍ତେ ପ୍ରୋସିଡ୍ୟୁରାଲ ସିଡେସନ (procedural sedation and analgesia) ଓ ଯନ୍ତ୍ରଣା ଲାଘବ ବା ହେମାଟୋମା ବ୍ଲକ (hematoma block) କରାଯାଏ । ସମ୍ପୁର୍ଣ୍ଣ ସୁସ୍ଥ ହେବାକୁ ୧-୨ ବର୍ଷ ଲାଗେ । ପ୍ରାୟ ୧୫% ଲୋକଙ୍କର ଏହି ଭଙ୍ଗା ହେବା ଦେଖାଯାଏ । ପିଲା ଓ ମଧ୍ୟ ବୟସ୍କ ଅପେକ୍ଷା ଯୁବକ ଓ ବୟସ୍କ ଲୋକଙ୍କର ଅଧିକ ଭଙ୍ଗିବା ଦେଖାଯାଏ । ପୁରୁଷଙ୍କ ଅପେକ୍ଷା ମହିଳାଙ୍କର ଅଧିକ ଭାଙ୍ଗେ । ସନ ୧୮୧୪ରେ ଏହି ଭଙ୍ଗା ବିଷୟ ଆବ୍ରାହମ କୋଲିସ (Abraham Colles) ପ୍ରଥମେ ବର୍ଣ୍ଣନା କରିଥଲେ ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ଓଡ଼ିଆ ଭାଷାର ସବୁଠାରୁ ଅଧିକ ଜଣାଶୁଣା ଏନସାଇକ୍ଲୋପିଡ଼ିଆ ହେଉଛି ଶ୍ରୀ ବିନୋଦ କାନୁନଗୋଙ୍କ ପ୍ରଣୀତ ଜ୍ଞାନମଣ୍ଡଳ । ବିନୋଦବାବୁ ୧୯୫୪ ମସିହା ବେଳକୁ ଜ୍ଞାନମଣ୍ଡଳର ପରିକଳ୍ପନା କରିଥିଲେ । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୩୦ ମସିହା ବେଳକୁ ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ସେଥିପାଇଁ ତାଙ୍କୁ ଦଶମ ଶ୍ରେଣୀ ପ୍ରାରମ୍ଭରୁ ସ୍କୁଲ ଛାଡ଼ିବାକୁ ହୋଇଥିଲା । ସ୍ଵାଧୀନତା ଆନ୍ଦୋଳନ ସମୟରେ ଗାନ୍ଧିଜୀ, ରମାଦେବୀ, ଗୋପବନ୍ଧୁ ଚୌଧୁରୀ ଆଦି ଅନେକ ମହାନ ବ୍ୟକ୍ତିଙ୍କଦ୍ଵାରା ପ୍ରଭାବିତ ହୋଇଥିଲେ । ଦେଶ ସ୍ଵାଧୀନ ହେବା ପରେ ସେ ରାଜନୀତିକୁ ପାଥେୟ ନ କରି ସାଧରଣଲୋକଙ୍କ ନିମନ୍ତେସରଳଭାଷାରେ ଲେଖିବା ପାଇଁ ସ୍ଥିର କଲେ । ସେଇଥିରୁ ଜନ୍ମ ନେଲା ଜ୍ଞାନମଣ୍ଡଳ ।
ମଣି ରତ୍ନମ୍ (ଜନ୍ମନାମ: ଗୋପାଲା ରତ୍ନମ୍ ଶୁଭ୍ରମଣ୍ୟମ୍, ଜନ୍ମ: ୨ ଜୁନ ୧୯୫୬), ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ଦ୍ଦେଶକ, ପ୍ରଯୋଜକ ଏବଂ ଚିତ୍ରନାଟ୍ୟ ଲେଖକ, ଯିଏକି ମୁଖ୍ୟତଃ ତାମିଲ କଥାଚିତ୍ର ଜଗତରେ କାର୍ଯ୍ୟ କରନ୍ତି । କଥାଚିତ୍ର ଜଗତ ପାଇଁ ମଣିଙ୍କର ଅବଦାନ ଯୋଗୁଁ ୨୦୦୨ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲେ । ମଣି ରତ୍ନମ୍ଙ୍କ ପରିବାର ଚଳଚ୍ଚିତ୍ର ଜଗତ ସହ ପୂର୍ବରୁ ଜଡ଼ିତ ଥିଲା, ମାତ୍ର କଳାକାର ପରିବାରରୁ ହୋଇ ମଧ୍ୟ ପିଲାବେଳେକ ମଣିଙ୍କୁ ଚଳଚ୍ଚିତ୍ର ଜଗତ ପ୍ରତି କୌଣସି ଆକୃଷ୍ଟ ନଥିଲା । ମ୍ୟାନେଜମେଣ୍ଟ ଶିକ୍ଷାରେ ସ୍ନାତକୋତ୍ତର ପରେ ସେ ଜଣେ ପରାମର୍ଶଦାତା ଭାବେ ନିଜ କାର୍ଯ୍ୟଜୀବନ ଆରମ୍ଭ କରିଥିଲେ । ମାତ୍ର ପରେ ସେ ୧୯୮୩ ମସିହାରେ ଏକ କନ୍ନଡ଼ ଚଳଚ୍ଚିତ୍ର ପଲ୍ଲବୀ ଆନୁ ପଲ୍ଲବୀ ଜରିଆରେ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ତାଙ୍କର କିଛି ଚଳଚ୍ଚିତ୍ରର ବିଫଳତା ପରେ ସେ କିଛି ଚଳଚ୍ଚିତ୍ରର ସୁଯୋଗ ମଧ୍ୟ ଛାଡ଼ିଦେଇଥିଲେ । ତାଙ୍କ ନିର୍ଦ୍ଦେଶିତ ୫ମ ଚଳଚ୍ଚିତ୍ର ମୌନ ରାଗମ୍ ୧୯୮୬ ମସିହାରେ ମୁକ୍ତିଲାଭ କରିଥିଲା ଏବଂ ଏହି ଚଳଚ୍ଚିତ୍ରଟି ତାଙ୍କୁ ତାମିଲ କଥାଚିତ୍ର ଜଗତରେ ଜଣେ ଅଗ୍ରଣୀ ଚଳଚ୍ଚିତ୍ର ନିର୍ମାତା ଭାବରେ ପ୍ରିତିଷ୍ଠିତ କରାଇଥିଲା । ୧୯୮୭ର ଚଳଚ୍ଚିତ୍ର ନାୟକନ୍ରେ ପୁଣିଥରେ ସେହି ସଫଳତାର ପୁନରାବୃତ୍ତି ହୋଇଥିଲା । ମଣି ରତ୍ନମ୍ଙ୍କର ଚଳଚ୍ଚିତ୍ର ରୋଜା (୧୯୯୨), ବମ୍ବେ (୧୯୯୫) ଓ ଦିଲ୍ ସେ..
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ହାୱା ମହଲ (English translation: "Palace of Winds" or "Palace of the Breeze") , ଭାରତୀୟ ରାଜ୍ୟ ରାଜସ୍ଥାନର ରାଜଧାନୀ ଜଯପୁରରେ ଅବସ୍ଥିତ । ଲାଲ ଓ ନାରଙ୍ଗି ରାଗର ବଳିପଥରରେ ନିର୍ମିତ ଏହି ରାଜମହଳ ସହରର ମୁଖ୍ୟ ରାଜମହଳ ପାର୍ଶ୍ଵ ରେ ମୁଖ୍ୟତ ରାଜପରିବାରର ମହିଳା ମାନଙ୍କ ପାଇଁ ନିର୍ମିତ ହେଇଥିଲା । ଏଠାରେ ଉତ୍ଛ ପରଦା ଲାଗିଥିବା ପ୍ରାଚୀର ରହିଥିବାରୁ ମହିଳା ମାନେ ବାହାରକୁ ଦେଝି ପଡ଼ୁଥିବା ବେଳେ ବାହାରୁ ଭିତରକୁ ଦେଖା ଯାଇ ନ ଥାଏ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମସଲା ଦୋସା, ଦୋସାର ଏକ ପ୍ରକାର ଅଟେ , ଯାହାର ଉତ୍ପତ୍ତି ମାଙ୍ଗାଲୋରରୁ ଓ ଏହା ସମଗ୍ର ଭାରତରେ ଲୋକପ୍ରିୟ ହୋଇପାରିଛି । ଏହା ଚାଉଳ, ଡ଼ାଲି, ଆଳୁ, ମେଥି ଏବଂ ଭୃସଙ୍ଗ ପତ୍ରରୁ ପ୍ରସ୍ତୁତ ହୋଇଥାଏ , ଏବଂ ଚଟଣି ଓ ସମ୍ବର ସହିତ ପରସା ଯାଇଥାଏ । ଯଦ୍ୟପି ଏହା କେବଳ ଦକ୍ଷିଣ-ଭାରତରେ ଲୋକପ୍ରିୟ ଥିଲା , କିନ୍ତୁ ଏବେ ଦେଶର ଅନ୍ୟ ସମସ୍ତ ଅଞ୍ଚଳରେ ମିଳୁଛି ,ଏବଂ ବିଦେଶରେ ମଧ୍ୟ କେତେକ ସ୍ଥାନରେ ମିଳିଥାଏ । ଦକ୍ଷିଣ-ଭାରତରେ, ମସଲା ଦୋସାର ପ୍ରସ୍ତୁତି ପ୍ରତ୍ୟେକ ସହରରେ ଭିନ୍ନ ଭିନ୍ନ ପ୍ରକାରର ହୋଇଥାଏ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ହ୍ରୀତିକ ରୋ଼ଶନ ଜଣେ ହିନ୍ଦୀ ସିନେମା କଳାକାର । ସେ ୧୦ ଜାନୁୟାରୀ ୧୯୭୪ରେ ଜନ୍ମ ହେଇଥିଲେ । "କହୋନ ପ୍ୟାର ହେ" ତାଙ୍କର ପ୍ରଥମ ସିନେମା ଥିଲା । ଏହା ପରେ ସେ କୋଇ ମିଲ ଗୟା,କ୍ରିସ, ଧୂମ୨, ଯୋଦ୍ଧା ଆକବର ,ମିଶନ କାଶ୍ମୀର, ଲକ୍ଷ୍ୟ,ଅଗ୍ନିପଥ, ଗୁଜାରିଶ, ଜିନ୍ଦେଗୀ ନା ମିଲେଗୀ ଦୁବାରାରା,କ୍ରିସ ୩ ଭଳି ପ୍ରମୁଖ ସିନେମାରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ପ୍ରସିଦ୍ଧ ସିନେମା ନିର୍ଦେଶକ ରାକେଶ ରୋଶନଙ୍କ ପୁଅ ।
ଐତିହାସିକ, ତୁଳନାତ୍ମକ, ବର୍ଣ୍ଣନାତ୍ମକ, ବ୍ୟାବହାରିକ, ବ୍ୟାକରଣଗତ କିମ୍ବା ଅର୍ଥଗତ ଭାଷା ସମ୍ବନ୍ଧୀୟ ଯେକୌଣସି ଆଲୋଚନାକୁ ଆମେ ଭାଷାତତ୍ତ୍ୱର ଅନ୍ତର୍ଗତ ବୋଲି ଧରିନେଉ । ଭାଷା ଆଲୋଚନା କ୍ଷେତ୍ରରେ ଇଂରାଜୀ ଭାଷାରେ ଫିଲଲଜି ଓ ଲିଙ୍ଗୁଇଷ୍ଟିକସ୍ ବୋଲି ଦୁଇଟି ଶବ୍ଦ ପ୍ରଚଳିତ । ପୂର୍ବରୁ ସେମାନଙ୍କ ଦ୍ୱାରା ସୂଚିତ ଅର୍ଥରେ ବିଶେଷ ବ୍ୟବଧାନ ଥିବା ପରି ମନେହେଉନଥିଲା । ଅନ୍ତତଃ ଭାରତବର୍ଷରେ ଆମ୍ଭେମାନେ ଦୁଇଟିଯାକ ଶବ୍ଦକୁ ଏକପ୍ରକାର ଅର୍ଥରେ ବ୍ୟବହାର କରୁଥିଲୁ । ଏବେ କିନ୍ତୁ ସେମାନଙ୍କୁ ଦୁଇଟି ସ୍ୱତନ୍ତ୍ର ଅର୍ଥରେ ବ୍ୟବହାର କରାଯାଉଛି । ସେଥିପାଇଁ ଓଡ଼ିଆ ଭାଷାରେ "ଫିଲଲଜି" ପାଇଁ "ଭାଷାଜ୍ଞାନ" ଓ "ଲିଙ୍ଗୁଇଷ୍ଟିକସ୍" ପାଇଁ "ଭାଷାବିଜ୍ଞାନ" ଶବ୍ଦ ରଖିବା ଆବଶ୍ୟକ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।