ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଥର୍ମୋପିଲୀ ଯୁଦ୍ଧ, ଗ୍ରୀକ ନଗର ରାଜ୍ୟ ମାନଙ୍କର ଏକ ସଂଗଠନ ଏବଂ ପାରସ୍ୟ ସାମ୍ରାଜ୍ୟ ମଧ୍ୟରେ ହୋଇଥିବା ଏକ ଯୁଦ୍ଧ, ଯାହା ପାରସ୍ୟର ଦ୍ୱିତୀୟ ଗ୍ରୀକ ଆକ୍ରମଣ ସମୟରେ ତିନିଦିନ ଧରି ହୋଇଥିଲା । ୧ମ ଜେରକ୍ସେସ ନେତୃତ୍ତ୍ୱରେ ଆକ୍ରମଣ କରିଥିବା ପାରସ୍ୟ ସୈନ୍ୟବାହିନୀକୁ ଗ୍ରୀକମାନେ ରାଜା ଲିଓନାଇଡ଼ସଙ୍କ ନେତୃତ୍ତ୍ୱରେ ସାମନା କରିଥିଲେ । ଏହି ଯୁଦ୍ଧ ଆର୍ଟମେସିୟମ ନୌଯୁଦ୍ଧ ସହ ଏକ ସମୟରେ, ଖୀ.ପୂ.
ତାରେ ଜମିନ୍ ପର୍ (ଆନ୍ତର୍ଜାତୀୟ ନାମ: ଲାଇକ୍ ଷ୍ଟାର୍ସ୍ ଓନ ଆର୍ଥ), ୨୦୦୭ରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ କଥାଚିତ୍ର । ଅମୋଲ ଗୁପ୍ତେ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଅମିର ଖାଁ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଶଙ୍କର ମହାଦେବନ୍, ଏହସାନ ନୂରାନି, ଲୋଏ ମେଣ୍ଡୋନ୍ସା, ଯାହଙ୍କୁ ଶଙ୍କର-ଏହସାନ-ଲୋଏ ଭାବରେ ଦର୍ଶାଯାଇଛି । ଏହି କଥାଚିତ୍ରଟିର ଏକ ମାନସିକ ଦୁର୍ବଳ ପିଲା ଉପରେ ତିଆରି କରାଯାଇଛି । ଦର୍ଶୀଲ ସଫରାୟ, ଅମିର ଖାଁ, ତିସ୍କା ଚୋପ୍ରା, ବିପିନ ଶର୍ମା, ସଚ୍ଚେତ ଇଞ୍ଜିନିୟର୍, ଗିରିଜା ଓଏକ୍, ଏମ୍.କେ.
ଆୟେଶା ଝୁଲ୍କା (ଜନ୍ମସ୍ଥାନ: ଶ୍ରୀନଗର; ଜନ୍ମ: ୨୮ ଜୁଲାଇ ୧୯୭୨), ଜଣେ ପ୍ରାକ୍ତନ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ଉଦ୍ୟୋଗପତି । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର କାର୍ଯ୍ୟ କରୁଥିଲେ । ଶ୍ରୀନଗରରେ ଜନ୍ମିତା ଆୟେଶାଙ୍କର ପିତା ଇନ୍ଦ୍ର କୁମାର ଝୁଲ୍କା ଭାରତୀୟ ବାୟୁସେନାର ଜଣେ ୱିଙ୍ଗ୍ କମାଣ୍ଡର୍ ।ଆୟେଶା ୧୯୮୩ ମସିହାରେ, ମାତ୍ର ୧୧ ବର୍ଷ ବୟସରେ ହିନ୍ଦୀ କଥାଚିତ୍ର କୈସେ କୈସେ ଲୋଗ୍ ଜରିଆରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ସେତେବେଳେ ସେ ଜଣେ ଶିଶୁ କଳାକାର ଭାବରେ ଏହି କଥାଚିତ୍ରରେ ଅଭିନୟ କରିଥିଲେ । ଏହାର ୭ ବର୍ଷ ପରେ ୧୯୯୦ରେ ଆୟେଶାଙ୍କୁ ନାୟିକା ଭାବରେ ପ୍ରଥମ ଚଳଚ୍ଚିତ୍ର ମିଳିଥିଲା ତେଲୁଗୁ କଥାଚିତ୍ର ଜଗତରୁ । ଅକ୍କିନେନି ନାଗାର୍ଜୁନଙ୍କ ସହ ତାଙ୍କର ଏହି ପ୍ରଥମ ଚଳଚ୍ଚିତ୍ର ଥିଲା ନେତି ସିଦ୍ଧାର୍ଥ । ଏହାପର ବର୍ଷ ୧୯୯୧ ମସିହାରେ ଆୟେଶାଙ୍କୁ ହିନ୍ଦୀ କଥାଚିତ୍ର କୁର୍ବାନ୍ରେ ଅଭିନେତା ସଲମାନ ଖାଁଙ୍କ ସହ ନାୟିକା ଭୂମିକରେ ସୁଯୋଗ ଦେଇଥିଲେ ଦୀପକ ବାହାରେ । ଏହାପରେ ସେ ୧୯୯୧ ମସିହାରେ କୁର୍ବାନ୍, ମିଟ୍ ମେରେ ମନ୍ କେ, ହାଏ ମେରି ଜାନ୍ ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ୧୯୯୨ ମସିହାରେ ଆୟେଶାଙ୍କୁ ଅଧିକ ଲୋକପ୍ରିୟତା ମିଳିଥିଲା ଅଭିନେତା ଅକ୍ଷୟ କୁମାରଙ୍କର ଚଳଚ୍ଚିତ୍ର ଖିଲାଡ଼ିରେ ଏବଂ ଅମିର ଖାଁଙ୍କ ସହ ଯୋ ଜିତା ୱହି ସିକନ୍ଦର ଚଳଚ୍ଚିତ୍ରରେ । ୧୯୯୨ରେ ସେ ମସୁକ୍, ଅନମ୍, କୋହରାମ୍ ଆଦି ଆହୁରି ତିନୋଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଏହାପରେ ଆୟେଶା ୧୯୯୩ରେ କୈସେ କୈସେ ରିସ୍ତେ, ବଲ୍ମା, ମେହେର୍ବାନ୍, ସଂଗ୍ରାମ, ଦଲାଲ୍, ରଙ୍ଗ୍, ୱକ୍ତ ହମାରା, ଦିଲ୍ କି ବାଜି, ଅଉଲାଦ୍ କେ ଦୁସ୍ମନ୍, ୧୯୯୪ରେ ବ୍ରହ୍ମା, ଏକ ରାଜା ରାଣୀ, ଜୟ କିଶନ, ମହାଶକ୍ତିଶାଳୀ, ୧୯୯୫ରେ ଆଶିକ୍ ମସ୍ତାନେ, ୧୯୯୬ରେ ମସୁମ୍, ମୁକଦ୍ଦର୍, ୧୯୯୭ରେ ବିଶ୍ୱବିଧାତା, ସୁରଜ୍, ଘୁଂଙ୍ଘଟ ଆଦି କଥାଚିତ୍ରରେ ନାୟିକା ଭୂମିକାରେ ଅଭିନୟ କରିଥିଲେ । ଏଥିସହିତ ସେ କିଛି ଚଳଚ୍ଚିତ୍ରରେ ଅତିଥି କଳାକାର ଭାବରେ ଏବଂ କିଛି ଚଳଚ୍ଚିତ୍ର ଆଇଟମ ଗୀତରେ ନୃତ୍ୟ କରିଥିଲେ । ୧୯୯୮ରେ ଆୟେଶା କନସାଲୁ ନିନେ ମନସାଲୁ ନିନେ ଶୀର୍ଷକ ଏକ କନ୍ନଡ଼ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୬ ମସିହାରେ ସେ ଏକ ଓଡ଼ିଆ କଥାଚିତ୍ର ରକତେ ଲେଖିଚି ନାଁରେ ସିଦ୍ଧାନ୍ତ ମହାପାତ୍ରଙ୍କ ଭାଉଜ ତଥା ଜଣେ ଆରକ୍ଷୀ ଅଧିକାରୀ ଭୂମିକାରେ ଅଭିନୟ କରିଥିଲେ । ଆୟେଶା ପରବର୍ତ୍ତୀ ସମୟରେ ନାୟିକା ଭୂମିକା ଛାଡ଼ି ସହକାରୀ ଭୂମିକାରେ କିଛି ଚଳଚ୍ଚିତ୍ରରରେ ଅଭିନୟ କରିଥିଲେ । ସେ ୨୦୧୦ ମସିହାରେ ଆଡା...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ପୋକିରି, ୨୦୦୬ରେ ମୁକ୍ତିଲାଭ କରିଥିବା ତେଲୁଗୁ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପୁରୀ ଜଗନ୍ନାଧ ଏବଂ ମଞ୍ଜୁଳା ଘଟ୍ଟମନେନି । ପୁରୀ ଜଗନ୍ନାଧ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ମଣି ଶର୍ମା ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ମହେଶ ବାବୁ ଓ ଇଲିଆନା ଡିକ୍ରୁଜ୍ । ପ୍ରକାଶ ରାଜ, ବ୍ରହ୍ମାନନ୍ଦମ, ନସାର୍, ଆଶିଷ ବିଦ୍ୟାର୍ଥୀ, ଶିବାଜୀ ସିନ୍ଧେ, ଅଜୟ, ଅଲ୍ଲୀ ବେଶୁ ମାଧବ, ସତ୍ୟା ପ୍ରକାଶ, ଇସାଇ, ସୁବ୍ବାରାଜୁ, ଜ୍ୟୋତି ରାଣା, ମାଷ୍ଟର ଭରତ, ମୁମାଇଥ୍ ଖାନ୍, ପୃଥୀରାଜ, ନରସିଂହ ଯାଦବ, ଜି.ଭି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
୧: ନେନ୍ଓକ୍କାଡ଼ିନେ (ଓଡ଼ିଆ: ୧: ମୁଁ ଏକୁଟିଆ), ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ତେଲୁଗୁ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ରାମ ଅଚନ୍ତ, ଗୋପିଚାନ୍ଦ ଅଚନ୍ତ ଓ ଅନିଲ ସୁଙ୍କାର । ସୁକୁମାର ଓ ଜାକ୍କା ହରିପ୍ରସାଦ ଏହି ଚଳଚ୍ଚିତ୍ରଟିର କାହାଣୀ ରଚନା କରିଥିଲେ । ସକୁମାର ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଦେବୀ ଶ୍ରୀ ପ୍ରସାଦ ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଉର୍ଦ୍ଧ୍ୱଭାଗ ଫିମର ଅସ୍ଥି ଭଗ୍ନ (hip fracture) ନାମ ଦିଆଯାଏ ଯେତେବେଳେ ଫିମର ଅସ୍ଥିର ଉପର ମୁଣ୍ଟରେ ଥିବା ଅଂଶ ଭାଙ୍ଗିଯାଏ (break) । ଲକ୍ଷଣ: ହିପରେ (hip) ଯନ୍ତ୍ରଣା ବିଶେଷତଃ ଚଳପ୍ରଚଳ ସମୟରେ ହୁଏ ଓ ଅବୟବ ଛୋଟ ହୋଇଯାଏ । ସାଧାରଣତଃ ବ୍ୟକ୍ତିଟି ଚାଲିପାରେ ନାହିଁ । ଅଧିକାଂଶ କ୍ଷେତ୍ରରେ ପଡ଼ିଯିବା ଯୋଗୁ ଏଭଳି ଭାଙ୍ଗିବା ଦେଖାଯାଏ । ଓଷ୍ଟିଓପୋରୋସିସ, ଅନେକ ଔଷଧ ସେବନ, ଆଲକୋହୋଲ ବ୍ୟବହାର, ମେଟାସ୍ଟାଟିକ କର୍କଟ (metastatic cancer) ଇତ୍ୟାଦି ଥିଲେ ଏହି ଭଙ୍ଗା ସଙ୍କଟ ଅଧିକ ହୁଏ । ଭଙ୍ଗା ନିଶ୍ଚିତ କରିବା ନିମନ୍ତେ ଏକ୍ସ-ରେ (X-ray), ଏମଆରଆଇ (MRI), ସିଟି ସ୍କାନ (CT scan), ବୋନ ସ୍କାନର (bone scan) ସାହାଯ୍ୟ ନିଆଯାଏ ।ଯନ୍ତ୍ରଣା ଉପଶମ ନିମନ୍ତେ ଓପିଓଏଡ (Opioids) ଦିଆଯାଏ ବା ସ୍ନାୟୁ ଅବରୋଧ (nerve block) କରାଯାଏ । ରୋଗୀର ସ୍ୱାସ୍ଥ୍ୟ ଭଲ ଥିଲେ ୨ ଦିନ ମଧରେ ଅପରେଶନ କରିବାକୁ ଉପଦେଶ ଦିଆଯାଏ । ଏହି ଭଙ୍ଗା ନିମନ୍ତେ ଟୋଟାଲ ହିପ ରିପ୍ଲେସମେଣ୍ଟ (total hip replacement) ବା ସ୍କୃ ଦିଆଯାଏ । ଅପରେଶନ ପରେ ଡିପ ଭେନ ଥ୍ରୋମ୍ବୋସିସ ହେବା ସମ୍ଭାବନା ଥିବାରୁ ପ୍ରତିଷେଧ ନିମନ୍ତେ ଜାଗରୁକ ରହି ଚିକିତ୍ସା କରାଯାଏ । ପ୍ରାୟ ୧୫% ମହିଳାଙ୍କର ଏହି ଭଙ୍ଗା ହେବା ଦେଖାଯାଏ । ପୁରୁଷଙ୍କ ଅପେକ୍ଷା ମହିଳାଙ୍କର ଅଧକ ଭାଙ୍ଗିବା ଦେଖାଯାଏ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ଭଙ୍ଗା ଅଧିକ ହେବା ଦେଖାଯାଏ । ଏହି ଭଙ୍ଗା ପରବର୍ଷ ପ୍ରାୟ ୨୦% ବୟସ୍କ ଲୋକ ମୃତ୍ୟୁ ବରଣ କରନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବାଜିରାଓ ମସ୍ତାନୀ (୨୦୧୫ର ହିନ୍ଦୀ କଥାଚିତ୍ର)
ବାଜିରାଓ ମସ୍ତାନୀ ହେଉଛି ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଐତିହାସିକ କଥାବସ୍ତୁ ଉପରେ ପର୍ଯ୍ୟବସିତ ତଥା ପ୍ରେମ ପ୍ରସଙ୍ଗ ଯୁକ୍ତ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ସଞ୍ଜୟ ଲୀଲା ଭଂସାଲୀ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ରଣବୀର ସିଂ, ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା, ତନ୍ଵି ଆଜମି ଇତ୍ୟାଦି । ସଞ୍ଜୟ ଲୀଲା ଭଂସାଲୀ ଏବଂ କିଶୋର ଲୁଲ୍ଲାଙ୍କ ଦ୍ଵାରା ପ୍ରଯୋଜିତ ଏହି ଚ୍ଚଳଚିତ୍ରଟି ଭଂସାଲୀ ପ୍ରଡକସନସ୍ ବ୍ୟାନରରେ ନିର୍ମିତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କଭି ଖୁସି କଭି ଗମ୍ ହେଉଛି ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ ପାରିବାରିକ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି କରଣ ଜୋହର । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଅମିତାଭ ବଚ୍ଚନ, ଜୟା ବଚ୍ଚନ, ସାହାରୁଖ ଖାଁ, କାଜଲ,ହ୍ରିତିକ ରୋଶନ ଇତ୍ୟାଦି । ଚଳଚ୍ଚିତ୍ରରେ ସଂଗୀତ ପରିଚାଳନା କରିଛନ୍ତି ଜତୀନ-ଲଳିତ ଜୋଡି, ସନ୍ଦେଶ ସାଣ୍ଡିଲ୍ୟ ଏବଂ ଆଦେଶ ଶ୍ରୀବାସ୍ତବ । ସଂଗୀତର ବୋଲ ଲେଖିଛନ୍ତି ସମୀର ଓ ଅନୀଲ ପାଣ୍ଡେ ।ଇଜିପ୍ଟ,, ଯୁକ୍ତ ରାଜ୍ୟର ବଂକିଙ୍ଗହାମ ପେଲେସ ଏବଂ ମୁମ୍ବାଇର ବିଭିନ୍ନ ସ୍ଥାନରେ ଶୁଟିଂ ହୋଇଥିବା ଏହି ଚଳଚିତ୍ରଟି ୧୪ ଡିସେମ୍ବର ୨୦୦୧ ରେ ମୁକ୍ତିଲାଭ କରିଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମାଣିକାଗୋଡ଼ା ଖୋର୍ଦ୍ଧାର ପଞ୍ଚଗଡ଼ ମଧରୁ ଅନ୍ୟତମ । ଓଡ଼ିଶାର ଗଜପତି ରାମଚନ୍ଦ୍ର ଦେବ (୧୫୬୮-୧୬୦୦) ଖୋର୍ଦ୍ଧାର ୭୧ଟି ଗଡ଼ ବା ଜିଲ୍ଲା ବସାଇଥିଲେ। ଗଡ଼ଗୁଡ଼ିକ ମଧ୍ୟରେ ପଞ୍ଚଗଡ଼ ନାମରେ ଖ୍ୟାତ ମାଣିକାଗୋଡ଼ା, ସଂପୁରଗଡ଼, ବାଙ୍କୋଇଗଡ଼, ମାଣିବନ୍ଧଗଡ଼ ଓ ବୋଲଗଡ଼ ଅନ୍ତର୍ଭୁକ୍ତ । ଏହି ୫ଟି ଗଡ଼ ଏକ ସ୍ୱତନ୍ତ୍ର ରାଜଶାସନ ଅନ୍ତର୍ଭୁକ୍ତ ଥିବାରୁ ସେଗୁଡ଼ିକ ପଞ୍ଚଗଡ଼ ନାମରେ ପରିଚିତ । ଏହି ୫ଟି ଗଡ଼କୁ ନେଇ ବର୍ତ୍ତମାନର ବୋଲଗଡ଼ ପଞ୍ଚାୟତ ସମିତି ଗଠିତ । କିନ୍ତୁ ଅତୀତର ଏହି ପଞ୍ଚଗଡ଼ ମଧ୍ୟରେ ମାଣିକାଗୋଡ଼ାର ପ୍ରାଧାନ୍ୟ ଅଧିକ ଥିଲା । ଅନ୍ୟ ଚାରିଗଡ଼ର ଦଳବେହେରାମାନେ ରାଜସ୍ୱ ଆଦାୟ କରି ମାଣିକାଗୁଡ଼ାର ଦଳବେହେରାଙ୍କୁ ପ୍ରଦାନ କରୁଥିଲେ ଏବଂ ମାଣିକାଗୁଡ଼ାର ଦଳବେହେରା ସେସବୁ ନେଇ ଗଜପତି ମହାରାଜାଙ୍କୁ ପ୍ରଦାନ କରୁଥିଲେ। ପ୍ରକାଶ ଥାଉକି, ମାଣିକାଗୁଡ଼ାର ଦଳବେହେରା ଜଣେ ମୁସଲମାନ । ସମଗ୍ର ବୋଲଗଡ଼ ବ୍ଲକରେ ମାଣିକାଗୁଡ଼ାର ଗ୍ରାମ ସର୍ବବୃହତ୍ ଏବଂ ଗୋଟିଏ ଗ୍ରାମ ହୋଇ ମଧ୍ୟ ଏକ ପୂର୍ଣ୍ଣାଙ୍ଗ ପଞ୍ଚାୟତର ମାନ୍ୟତା ପାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କ୍ରିସ ହେଉଛି ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ସୁପର ହିରୋ କାହାଣୀ ସମ୍ପର୍କିତ ଚଳଚ୍ଚିତ୍ର । ଚଳଚ୍ଚିତ୍ରର କାହାଣୀ, ଚିତ୍ରନାଟ୍ୟ ନିର୍ଦ୍ଦେଶକ ତଥା ପ୍ରଯୋଜକ ହେଉଛନ୍ତି ରାକେଶ ରୋଶନ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ରେଖା, ହ୍ରିତିକ ରୋଶନ, ପ୍ରିୟଙ୍କା ଚୋପ୍ରା, ନସିରୁଦ୍ଦିନ ସାହ ଇତ୍ୟାଦି । କଥାବସ୍ତୁ ସନ୍ଦର୍ଭରେ ଏହା କ୍ରିସ ସିରିଜର ପ୍ରଥମ ଚଳଚିତ୍ର (କୋଇ ମିଲ୍ ଗୟା) ପରେ ଏହାର ଉତ୍ତର କଥା ବା ଦ୍ଵିତୀୟ ଚଳଚିତ୍ର । ଚଳଚିତ୍ରର ପ୍ରମୁଖ ଅଂଶ ସିଙ୍ଗାପୁର ତଥା ଭାରତରେ ଶୁଟିଂ ହୋଇଛି ।ଚଳଚିତ୍ରର ଛାୟାଙ୍କନରେ ବିଶେଷ ପ୍ରଭାବ ଦୃଷ୍ଟିରୁ ଏହା ଦର୍ଶକ ଆଦୃତି ଲାଭ କରିଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭୂମିଜ , ଭାରତୀୟ ରାଜ୍ୟ ଆସାମ , ଓଡ଼ିଶା ପଶ୍ଚିମ ବଙ୍ଗ ଓ ଝାରଖଣ୍ଡରେ ମୁଖ୍ଯତଃ ରହୁଥିବା ଆଦିବାସୀ ଜନଜାତିର ଲୋକ । ସେମାନେ ଆଉସ୍ତ୍ରୋସିୟ ମୁଣ୍ଡରୀ ଭାଷାରେ କଥା ବାରତା ହୁଅନ୍ତି । ଏହି ଭାଷାରେ କିଛି ବଙ୍ଗାଳୀ ମଧ୍ୟ ମିଶ୍ରିତ ହେଇଥାଏ । 2001 ମସିହା ଜନଗଣନା ଅନୁସାରେ ପଶ୍ଚିମ ବଙ୍ଗରେ ସେମାନଙ୍କ ସଂଖ୍ୟା 336,436 ରହିଥିଲା । ଓଡ଼ିଶା ରାଜ୍ୟରେ ସେମାନଙ୍କ ସଂଖ୍ୟା 248,144ରୁ 321,592 ମଧ୍ୟରେ ଥିଲା । . ଝାଡ଼ଖଣ୍ଡରେ ଭୂମିଜ ମାନେ ଜନଜାତି ମଧ୍ୟରେ ଅଷ୍ଟମ ସ୍ଥାନରେ ଥିଲେ ଓ ତାହା 164,022ରୁ 192,024 ମଧ୍ୟରେ ଥିଲା ।.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ବିସ୍ଥାପିତ କାନ୍ଧ ଗଣ୍ଠି (dislocated shoulder) କୁହାଯାଏ ଯେତେବେଳେ ହ୍ୟୁମରସ (humerus) ଅସ୍ଥିର ମଥା କାନ୍ଧ ଗଣ୍ଠିରୁ (shoulder joint) ସ୍ଥାନଚ୍ୟୁତ ହୁଏ । ଏହା ଯୋଗୁ କାନ୍ଧରେ ଯନ୍ତଣା ଓ ଅସ୍ଥିର ହୁଏ । ଜଟୀଳ ବିସ୍ଥାପନରେ ବାଙ୍କାର୍ଟ ଲିଜନ (Bankart lesion), ହିଲ-ସାକସ ଲିଜନ (Hill-Sachs lesion), ରୋଟେଟର କଫ ଟିଅର (rotator cuff tear), ଆଗଜିଲାରି ସ୍ନାୟୁ ଆଘାତ en:axillary nerve injury ଇତ୍ୟାଦି ସମସ୍ୟା ଦେଖାଯାଏ ।କାନ୍ଧ ଉପରେ ପଡ଼ିଗଲେ ବା ସଳଖ ଅବୟବ ଉପରେ ପଡ଼ିଗଲେ ଏହି ଆଘାତ ହୁଏ । ଲକ୍ଷଣ ଅନୁଯାୟୀ ଓ ଏକ୍ସ-ରେ X-rays ଚିତ୍ର ଅନୁସାରେ ଏହି ଆଘାତ ନିର୍ଣ୍ଣୟ କରାଯାଏ । ଏହାକୁ ଚାରି ପ୍ରକାର ବର୍ଗୀକରଣ କରାଯାଏ ଯଥା:- ସମ୍ମୁଖ, ପୃଷ୍ଠ ଉର୍ଦ୍ଧ୍ୱ ଓ ନିମ୍ନ, ସମ୍ମୁଖ ବିସ୍ଥପନ ଅଧିକ ଦେଖାଯାଏ ।କାନ୍ଧ ପୁନସ୍ଥାପନ (Shoulder reduction) ଏହାର ଚିକିତ୍ସା ଓ ଏହା ବିଭିନ୍ନ ଉପାୟରେ କରାଯାଏ ଯଥା:- ଟ୍ରାକସନ-କାଉଣ୍ଟର ଟ୍ରାକସନ, ଏକ୍ସଟର୍ନାଲ ରୋଟେସନ, ସ୍କାପୁଲାର ମାନିପୁଲେସନ ଓ ସ୍ଟିମସନ ଟେକନିକ । ଏକ୍ସ-ରେ କରି ପୁନସ୍ଥାପନର ସଠିକତା ନିର୍ଣ୍ଣୟ କରାଯାଏ । କିଛି ସପ୍ତାହ ନିମନ୍ତେ ଅବୟବକୁ ଆର୍ମ ସ୍ଲିଙ୍ଗରେ (arm sling) ରଖାଯାଏ । ପୁନଃପୌନିକ ବିସ୍ଥାପନ ହେଲେ ଅପରେଶନ କରାଯାଏ । ଜନସଂଖ୍ୟାର ପ୍ରାୟ ୧.୭% ଲୋକଙ୍କର ଏହି ଆଘାର ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ବର୍ଷକୁ ପ୍ରତି ଏକ ଲକ୍ଷ ଲୋକରେ ୨୪ ଜଣଙ୍କୁ ଏହି ଆଘାତ ହୁଏ । ଆଶୁ ଚିକିତ୍ସା ବିଭାଗକୁ (Emergency medicine) ଆସୁଥିବା ବଡ଼ ଗଣ୍ଠି ବିସ୍ଥାପନର ଏହା ପ୍ରାୟ ୫୦% । ମହିଳାଙ୍କ ଅପେକ୍ଷା ପୁରୁଷମାନଙ୍କର ଏହି ଆଘାତ ଅଧିକ ହୁଏ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜ୍ୟୋତିଷ ବିଦ୍ୟା ବିଶରଦ ବରାହମିହୀରଙ୍କ ପୁତ୍ରବଧୁ ଲୀଳାବତୀ କହିଥିବା ଜ୍ୟୋତିଷ ସାରକଥା ଖନା ବଚନ ଭାବେ ପ୍ରସିଦ୍ଧ । ଲୀଳାବତୀ ଜ୍ୟୋତିଷ ଶାସ୍ତ୍ରବିଦ୍ୟାରେ ପୃଥିବୀର ସର୍ବଶ୍ରେଷ୍ଠା , ତାଙ୍କର ଗଣନା ଅଭ୍ରାନ୍ତ ଏବଂ ଆଶ୍ଚର୍ଯ୍ୟ ଧରଣର ଥିଲା। ଶଶୁରଙ୍କ ଆଦେଶ ପାଳନ କରି ତାଙ୍କ ସ୍ଵାମୀ ମିହୀର ତାଙ୍କ ଜିହ୍ଵା ଛେଦନ କରିଥିଲେ । ଜିହ୍ଵା ଛେଦନ ପୂର୍ବରୁ ସେ କାଳ ନିରୂପଣ, ଶସ୍ୟ ବିଷୟର ଜ୍ଞାନ, କୃଷିତତ୍ତ୍ଵ ଜ୍ୟୋତିଷର ଅନେକ ସାରକଥା କହିଥିଲେ। ସେ ସବୁ ବଙ୍ଗଳା ଓ ଓଡ଼ିଆ ଭାଷାରେ ଖନା ବଚନ ଭାବେ ପ୍ରଚଳିତ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ବିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।