ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଆଗାଡ଼ୁ, ୨୦୧୪ରେ ମୁକ୍ତିଲାଭ କରିଥିବା ଏକ ତେଲୁଗୁ କଥାଚିତ୍ର । ଶ୍ରୀନୁ ଭାଇତ୍ଲା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ରାମ ଅଚନ୍ତ, ଗୋପିଚାନ୍ଦ ଅଚନ୍ତ ଓ ଅନିଲ ସୁଙ୍କରା ଏହି କଥାଚିତ୍ରଟି ପ୍ରଯୋଜନା କରିଥିଲେ । ଅନୀଲ ରବିପୁଡ଼ି, ଉପେନ୍ଦ୍ର ମହାଦେବ ଓ ପ୍ରବୀଣ ବର୍ମା କାହାଣୀ ରଚନା କରିଥିଲେ । ୧୪ ରିଲ୍ସ୍ ଏଣ୍ଟରଟେନମେଣ୍ଟ ବ୍ୟାନର ଅଧିନରେ ଏହି ଚଳଚ୍ଚିତ୍ରଟି ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ମହେଶ ବାବୁ ଓ ତମନ୍ନା ଭାଟିଆ । ରାଜେନ୍ଦ୍ର ପ୍ରସାଦ, ସୋନୁ ସୁଦ, ବ୍ରହ୍ମାନନ୍ଦମ, ଏମ୍.ଏସ୍. ନାରାୟଣନ୍, ବ୍ରହ୍ମାଜୀ, କିଶୋର, ନସାର, ଆଶିଷ ବିଦ୍ୟାର୍ଥୀ, ଅଜୟ, ରବି ପ୍ରକାଶ, ଶ୍ରବଣ, ଭରତ ରେଡ୍ଡୀ, ରାଓ ରମେଶ, କ୍ରୀଷ୍ଣା ମୁରଲୀ, ରଘୁ ବାବୁ, ଶେଖର, ମମତାଜ, କରୁଣ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଶ୍ରୁତି ହାସନ ଏହି କଥାଚିତ୍ରଟିରେ ଆଇଟମ ଗୀତରେ ନୃତ୍ୟ କରିଥିଲେ ।ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ଏସ୍. ଥମନ । ଏହି ଚଳଚ୍ଚିତ୍ରଟି ତାଙ୍କର ସଙ୍ଗୀତ ନିର୍ଦ୍ଦେଶନାର ୫୦ ତମ ଚଳଚ୍ଚିତ୍ର ଥିଲା । କେ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅଧକପାଳି (ଇଂରାଜୀ: migraine; ମିଗ୍ରେନ /ମାଇଗ୍ରେନ ) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ଵା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ଵଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ଵାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ ।ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ ।ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ , "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଇଲୈୟାରାଜା ଜଣେ ଭାରତୀୟ ଗୀତିକାର, ଚଳଚ୍ଚିତ୍ର ସଂଗୀତ ସଂଯୋଜକ, ଯନ୍ତ୍ର ସଂଗୀତ ବାଦକ, ଗାୟକ, ସଂଗୀତକାର ତଥା ଚଳଚ୍ଚିତ୍ର ପ୍ରଯୋଜକ । ଭାରତୀୟ ସଂଗୀତରେ ପାଶ୍ଚାତ୍ୟ ସଂଗୀତର ସମ୍ମିଶ୍ରଣ (fusion) କ୍ଷେତ୍ରରେ ସେ ଅନେକ ସଫଳ ପରୀକ୍ଷା ନିରୀକ୍ଷା କରିଥିବାରୁ ସଂଗୀତ ଜଗତରେ ବିଶେଷ କରି ତାମିଲ ଭାଷୀ ସଂଗୀତରେ ସେ ଏକ ସ୍ଵତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି । ଭାରତୀୟ ଲୋକ ସଂଗୀତ ତଥା ପରମ୍ପରାଗତ ସଂଗୀତରେ ପାଶ୍ଚାତ୍ୟ ସଂଗୀତ କଳାର ପ୍ରୟୋଗ କ୍ଷେତ୍ରରେ ମଧ୍ୟ ତାଙ୍କ ଅବଦାନ ଅନେକ । ଲଣ୍ଡନସ୍ଥିତ Royal Philharmonic Orchestra ଦ୍ଵାରା ପ୍ରସ୍ତୁତ ଏକ ସଂଗୀତର ସ୍ଵର ସଂଯୋଜନା ମାତ୍ର ୧୩ ଦିନ ମଧ୍ୟରେ ରଚନା କରିବାରେ ସେ ହେଉଛନ୍ତି ପ୍ରଥମ ଏସୀୟ ସଂଗୀତକାର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବାପା, ୧୯୯୭ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ ଖେମକା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ପ୍ରଶାନ୍ତ ନନ୍ଦ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ମଧୁ ଅମ୍ବାତ ଏହି କଥାଚିତ୍ରଟିର ଚିତ୍ରୋତ୍ତଳନ କରିଥିଲେ ଏବଂ ଅଶୋକ ଶର୍ମା ଏହି କଥାଚିତ୍ରଟିର ସମ୍ପାଦନା କରିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପ୍ରଣବ ମୁଖାର୍ଜୀ (ଜନ୍ମ: ୧୧ ଡିସେମ୍ବର ୧୯୩୧) ଭାରତର ୧୩ଶ ରାଷ୍ଟ୍ରପତି ଭାବେ ଜୁଲାଇ ୨୦୧୨ରୁ ୨୦୧୭ ଯାଏଁ କାର୍ଯ୍ୟଭାରରେ ସମ୍ଭାଳିଥିଲେ। ୧୯୩୫ ମସିହା ଡିସେମ୍ବର ୧୧ ତାରିଖରେ ପଶ୍ଚିମବଙ୍ଗର ବୀରଭୁମି ଜିଲ୍ଲାର ଏକ ମଫସଲ ଗ୍ରାମ ମିରାଟିଠାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମ ।ତାଙ୍କ ବାପା ନାମ କଦମ କିଙ୍କର ମୁଖାର୍ଜୀ ଏବଂ ମାଆଙ୍କ ନାମ ରାଜଲକ୍ଷୀ । ପ୍ରଣବ କଲିକତା ବିଶ୍ବବିଦ୍ୟାଳୟରୁ ଇତିହାସ ଏବଂ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ଏବଂ ଆଇନ ଡିଗ୍ରୀ ହାସଲ କରିଛନ୍ତି ।ତେବେ ସେ ପ୍ରଥମେ କଲିକତାର ଡେପୁଟି ଆକାଉଣ୍ଟାଣ୍ଟ ଜେନେରାଲରେ ଜଣେ କିରାଣି ଭାବେ କାମ କରୁଥିଲେ ।ପରେ ସେ କଲିକତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିଷ୍ଟିକାଲ୍ ଇନ୍ଷ୍ଟିଚ୍ୟୁଟର ଅଧକ୍ଷଭାବେ ନିଯୁକ୍ତି ପାଇଥିଲେ ।ଏହାପରେ ସେ ସାମ୍ବାଦିକତା ଏବଂ ଓକିଲାତିକୁ ନିଜର ପେଶାରୂପେ କିଛି ଦିନ ଆପଣେଇଥିଲେ ।
ରେଟ ସିଣ୍ଡ୍ରୋମ ବା ଆରଟିଟି (ଇଂରାଜୀ ଭାଷାରେ Rett syndrome/ RTT) ଏକ ଜେନେଟିକ ମସ୍ତିସ୍କ ରୋଗ (brain disorder) ଯାହା ଝିଅମାନଙ୍କୁ ୬ରୁ ୧୮ ମାସ ବୟସରେ ଆକ୍ରମଣ କରେ । ଭାଷା ସମସ୍ୟା ଓ ପୁନଃପୌନିକ ଚଳନ (repetitive movements) ଇତ୍ୟାଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅଧିକାଂଶ ସମୟରେ ବିକାଶ ବହୁତ ଧୀରେ ହୁଏ, ଚାଲିବା ସମସ୍ୟା ଓ ମାଇକ୍ରୋସେଫାଲି ବା ଛୋଟ ମୁଣ୍ଡ (smaller head) ଥିବା ଦେଖାଯାଏ । ଜଟିଳ କେଶ୍ରେ ସିଜର ବା ବାତ (Seizures), ସ୍କୋଲିଓସିସ, ନିଦ୍ରା ସମସ୍ୟା (sleeping problems ହୁଏ । ଆକ୍ରାନ୍ତ ରୋଗୀଙ୍କର ସମସ୍ୟା ଭିନ୍ନ ଭିନ୍ନ ଥାଏ । ଏମଇସିପି୨ (MECP2) ଜିନର ମ୍ୟୁଟେସନ ଯୋଗୁ ଏହି ବେମାରୀ ହୁଏ । ଏକ୍ସ କ୍ରୋମୋଜୋମରେ (X chromosome ଏହି ଜିନ ଥାଏ । ସାଧାରଣତଃ ଏହା ନୂତନ ମ୍ୟୁଟେସନ ହୋଇ ସୃଷ୍ଟି ହୁଏ କିନ୍ତୁ ୧% ପିତାମାତାଙ୍କଠାରୁ ଆସିଥାଏ । ଏହି ରୋଗ କେବଳ ଝିଅଙ୍କୁ ହୁଏ । ପୁଅଙ୍କର ଏହି ମ୍ୟୁଟେସନ ଥିଲେ ଜନ୍ମର ଅଳ୍ପ ସମୟ ମଧ୍ୟରେ ମୃତ୍ୟୁ ହୁଏ । ଲକ୍ଷଣ ଅନୁଯାୟୀ ଓ ଜେନେଟିକ ଟେଷ୍ଟିଙ୍ଗ (genetic testing) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ରେଟ ସିଣ୍ଡ୍ରୋମ ଆରୋଗ୍ୟସାଧ୍ୟ ନୁହେଁ । ଲକ୍ଷଣର ମାତ୍ରା କମ୍ କରିବା ନିମନ୍ତେ ଚିକିତ୍ସା କରାଯାଏ । ବାତ ହେଉଥିଲେ ଆଣ୍ଟିକନଭଲସାଣ୍ଟ (Anticonvulsant) ଦେଇ ସାହାଯ୍ୟ କରାଯାଏ । ବିଶେଷ ଶିକ୍ଷା (Special education), ଫିଜିଓଥେରାପି, ବ୍ରେସ (braces) ଇତ୍ୟାଦି ଦେଇ ଚିକିତ୍ସା କରାଯାଏ । ଅଧିକାଂଶ ମହିଳ ମଧ୍ୟ ବୟସ ପର୍ଯ୍ୟନ୍ତ ବଞ୍ଚିରହନ୍ତି । ପ୍ରତି ୬,୫୦୦ ମହିଳାଙ୍କ ମଧ୍ୟରୁ ଜଣକୁ ଏହି ରୋଗ ଆକ୍ରମଣ କରେ । ସନ ୧୯୬୬ରେ ଭିଏନାର ଜଣେ ଶିଶୁରୋଗ ବିଶେଷଜ୍ଞ ଆଣ୍ଡ୍ରିଆସ ରେଟ (Andreas Rett ଏହି ରୋଗ ବିଷୟ ପ୍ରଥମେ ବର୍ଣ୍ଣନା କରିଥିଏ । ଜର୍ମାନ ଭାଷାରେ ଲିଖିତ ତାଙ୍କର ସେହି ଲେଖା ଇଂରାଜୀ ଭାଷାଭାଷୀ ପୃଥିବୀରେ ଆଦୃତ ହୋଇପାରିଲାନାହିଁ । ସ୍ୱିଡେନର ଶିଶୁରୋଗ ବିଶେଷଜ୍ଞ ବେଙ୍ଗ ହାଗବର୍ଗ (Bengt Hagberg) ଏହି ରୋଗକୁ ରେଟ ନାମାନୁସାରେ ରେଟ ସିଣ୍ଡ୍ରୋମ ନାମ ଦେଇ ଇଂରାଜୀ ଭାଷାରେ ପ୍ରକାଶ କଲେ । ସନ ୧୯୯୯ରେ ଏହି ରୋଗର ଜେନେଟିକ ସମ୍ଭନ୍ଧ ଥିବା ଲେବାନିଜ-ଆମେରିକାନ ଚିକିତ୍ସକ ହୁଡା ଜୋଘବି (Huda Zoghbi) ଆବିଷ୍କାର କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ବାଜିରାଓ ମସ୍ତାନୀ (୨୦୧୫ର ହିନ୍ଦୀ କଥାଚିତ୍ର)
ବାଜିରାଓ ମସ୍ତାନୀ ହେଉଛି ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଐତିହାସିକ କଥାବସ୍ତୁ ଉପରେ ପର୍ଯ୍ୟବସିତ ତଥା ପ୍ରେମ ପ୍ରସଙ୍ଗ ଯୁକ୍ତ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ସଞ୍ଜୟ ଲୀଲା ଭଂସାଲୀ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ରଣବୀର ସିଂ, ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା, ତନ୍ଵି ଆଜମି ଇତ୍ୟାଦି । ସଞ୍ଜୟ ଲୀଲା ଭଂସାଲୀ ଏବଂ କିଶୋର ଲୁଲ୍ଲାଙ୍କ ଦ୍ଵାରା ପ୍ରଯୋଜିତ ଏହି ଚଳଚ୍ଚିତ୍ରଟି ଭଂସାଲୀ ପ୍ରଡକସନସ୍ ବ୍ୟାନରରେ ନିର୍ମିତ । ଚଳଚ୍ଚିତ୍ରର ପ୍ରମୁଖ ଅଂଶ ମୁମ୍ବାଇର ଫିଲ୍ମସିଟି ଷ୍ଟୁଡିଓରେ ଶୁଟିଂ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଭାରତୀୟ କ୍ରିକେଟ ଦଳର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଆଜି ପର୍ଯ୍ୟନ୍ତ କେବଳ ଭାରତ ନୁହେଁ ଭାରତ ବାହାରେ ମଧ୍ୟ ବହୁ ମ୍ୟାଚ ଓ ଟୁର୍ଣ୍ଣାମେଣ୍ଟ ଜିତିବାରେ ତାଙ୍କର ବଳିଷ୍ଠ ଅବଦାନ ରହିଛି । ଭାରତ ଧୋନିଙ୍କ ନେତୃତ୍ୱରେ ୨୦୦୭ରେ ଟି୨୦ ବିଶ୍ବକପ ଓ ୨୦୧୧ରେ ଦିନିକିଆ ବିଶ୍ୱକପ୍ ବିଜୟୀ ହୋଇଛି । ଏହାଛଡା ଧୋନି ଭାରତକୁ ଆହୁରି ଅନେକ ବିଶ୍ବସ୍ତରୀୟ ଚାମ୍ପିୟନସିପ୍ ମଧ୍ୟ ଜିତାଇଛନ୍ତି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କ୍ରିସ ହେଉଛି ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଅଧିଭୌତିକ ଶକ୍ତି ସଂପନ୍ନ ନାୟକର କାହାଣୀ (super hero) ସମ୍ପର୍କିତ ଚଳଚ୍ଚିତ୍ର । ଚଳଚ୍ଚିତ୍ରର କାହାଣୀ, ଚିତ୍ରନାଟ୍ୟ ନିର୍ଦ୍ଦେଶକ ତଥା ପ୍ରଯୋଜକ ହେଉଛନ୍ତି ରାକେଶ ରୋଶନ । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ରେଖା, ହ୍ରିତିକ ରୋଶନ, ପ୍ରିୟଙ୍କା ଚୋପ୍ରା, ନସିରୁଦ୍ଦିନ ସାହ ଇତ୍ୟାଦି । କଥାବସ୍ତୁ ସନ୍ଦର୍ଭରେ ଏହା କ୍ରିସ ସିରିଜର ପ୍ରଥମ ଚଳଚିତ୍ର (କୋଇ ମିଲ୍ ଗୟା) ପରେ ଏହାର ଉତ୍ତର କଥା ବା ଦ୍ଵିତୀୟ ଚଳଚିତ୍ର । ଚଳଚିତ୍ରର ପ୍ରମୁଖ ଅଂଶ ସିଙ୍ଗାପୁର ତଥା ଭାରତରେ ଶୁଟିଂ ହୋଇଛି ।ଚଳଚିତ୍ରର ଛାୟାଙ୍କନରେ ବିଶେଷ ପ୍ରଭାବ ଦୃଷ୍ଟିରୁ ଏହା ଦର୍ଶକ ଆଦୃତି ଲାଭ କରିଥିଲା ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ମହିଳାଙ୍କ ସୁରକ୍ଷା ନିମନ୍ତେ ଭାରତରେ ଥିବା ଆଇନ ତାଲିକା
ମହିଳାଙ୍କ ଅଧିକାରର ସୁରକ୍ଷା ପାଇଁ ବ୍ରିଟିଶ ଅମଳରୁ ଏ ଯାଏଁ ବହୁ ଆଇନ ପ୍ରଣୟନ କରାଯାଇଛି । ଭାରତୀୟ ସମ୍ବିଧାନର ଧାରା ୧୪ରେ ମହିଳାଙ୍କ ପାଇଁ ଆଇନରେ ସମାନ ବ୍ୟବସ୍ଥା Equality before law for women (Article 14)ରହିଛି । ସାମ୍ପ୍ରତିକ ପରିସ୍ଥିତିରେ ନୂତନ ସମସ୍ୟାର ମୁକାବିଲା କରିବା ପାଇଁ ନୂଆ ନୂଆ ଆଇନ ସବୁ କାର୍ଯ୍ୟକାରୀ ହୋଇଛି । ନିକଟ ଅତୀତରେ କ୍ରିମିନାଲ୍ ଲା ଆମେଣ୍ଡମେଣ୍ଟ ଆକ୍ଟ୍-୨୦୧୩ଦ୍ଵାରା ନାରୀ ସୁରକ୍ଷା ପାଇଁ ଅଧିକ ଜୋର ଦିଆଯାଇଛି । ତଥାପି, ମହିଳାଙ୍କ ସୁରକ୍ଷା ନିମିତ୍ତ ପ୍ରଣୀତ ଏକାଧିକ ଆଇନର ସଫଳ କାର୍ଯ୍ୟକାରିତା ଆଜି ଏକ ପ୍ରଶ୍ନବାଚୀ । ମହିଳାଙ୍କ ପାଇଁ ଆଇନ ବିଷୟରେ ଅଜ୍ଞତା ହିଁ ଏହାର ଅନ୍ୟ ଏକ କାରଣ । ନିକଟରେ ଓଡ଼ିଶା ସରକାର ମହିଳାଙ୍କ ବିରୋଧରେ ଅତ୍ୟାଚାରର ତ୍ଵରିତ ତଦନ୍ତ ପାଇଁ ସାତୋଟି ସ୍ଵତନ୍ତ୍ର ୟୁନିଟ ଗଠନ କରିଛନ୍ତି । ୨୦୧୧ ଜନଗଣନା ଅନୁସାରେ ଭାରତରେ ଲିଙ୍ଗ ଅନୁପାତ ହେଉଛି ୯୪୩ । ଲିଙ୍ଗ ଅନୁପାତରେ ଏଭଳି ହ୍ରାସର ମୁଖ୍ୟ କାରଣ ହେଉଛି; କନ୍ୟା ଭୃଣହତ୍ୟା, ପୁତ୍ର ଏବଂ କନ୍ୟା ସନ୍ତାନକୁ ନେଇ ତଥା କଥିତ ଅନେକ ଅନ୍ଧ ବିଶ୍ଵାସ ଏବଂ ନାରୀ ନିର୍ଯ୍ୟାତନା ବୃଦ୍ଧି । ଭାରତରେ ନାରୀମାନଙ୍କର ଅଧିକାର ସାବ୍ୟସ୍ତ ନିମନ୍ତେ ବହୁ ଆଇନ ପ୍ରଣୀତ ହୋଇସାରିଛି । ଏହାବ୍ୟତୀତ ନାରୀ ନିର୍ଯ୍ୟାତନା ତଥା ଘରୋଇ ହିଂସା ରୋକିବାପାଇଁଁ ବହୁ ଆଇନ କାର୍ଯ୍ୟକାରୀ ହୋଇଛି ।
ମଦ ଏକ ପ୍ରକାର ନିଶା ଉଦ୍ରେକକାରୀ ପାନୀୟ । ବିଭିନ୍ନ ପ୍ରକାର ଦ୍ରବ୍ୟରୁ ମଦ ପ୍ରସ୍ତୁତ କରାଯାଏ । ପ୍ରତିଶବ୍ଦ - ମଦ୍ୟ, ମଦିରା, ସରାପ, ତାଡ଼ି । ଏ ସମସ୍ତ ଦେଶୀୟ ମଦରେ ଗଣାଯାଆନ୍ତି । ଏହା ଛଡ଼ା ବିଭିନ୍ନ ବିଲାତି ମଦ ବା ଭାରତ ବାହାରେ ତିଆରି ହେଉଥିବା ମଦ ମଧ୍ୟ ମିଳେ । ଇଂରାଜୀରେ ଏହା ବିଭରେଜ (Beverage) ବା ଜଳ ଅତିରିକ୍ତ ପାନୀୟ ଶ୍ରେଣୀରେ ଜଣାଶୁଣା । ଏହାକୁ ଇଂରାଜୀରେ ହାର୍ଡ ଡ୍ରିଙ୍କ ମଧ୍ୟ କୁହାଯାଏ, ଏହା ଭିନ୍ନ ଅନ୍ୟ ପାନୀୟମାନଙ୍କୁ ସଫ୍ଟ ଡ୍ରିଙ୍କ କୁହାଯାଏ ଓ ଏହି ସଫ୍ଟ ଡ୍ରିଙ୍କରେ ଆଲ୍କୋହୋଲ୍ ମଧ୍ୟ ସମୁଦାୟ ପରିମାଣର ୦.୫%ରୁ କମ ରଖାଯାଇଥାଏ । if the drink is to be considered non-alcoholic.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।