ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ଵତନ୍ତ୍ର ବିବାହ ଅଧିନିୟମ, ୧୯୫୪ ହେଉଛି ଜାତି, ଧର୍ମ ଏବଂ ବର୍ଣ୍ଣ ନିର୍ବିଶେଷରେ ଦୁଇ ପକ୍ଷ ମଧ୍ୟରେ ବିବାହ ତଥା ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ୧୯୫୪ ମସିହାରେ ଭାରତୀୟ ପାର୍ଲିଆମେଣ୍ଟଦ୍ଵାରା ପ୍ରଣୀତ ଏକ ଅଧିନିୟମ । ବସ୍ତୁତଃ ବ୍ରିଟିଶ ଶାସନ କାଳରେ, Act-III of 1872 ରେ ଏଭଳି ଏକ ଅଧିନିୟମର ଜାରି କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ଏହାର ସଂଶୋଥିତ ରୂପରେ ସ୍ଵତନ୍ତ୍ର ବିବାହ ଅଧିନିୟମ, ୧୯୫୪ ଭାରତୀୟ ପାର୍ଲିଆମେଣ୍ଟଦ୍ଵାରା ୧୯୫୪ ମସିହାରେ ଗୃହିତ ହୋଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରୋଜିଓଲା (ଇଂରାଜୀ ଭାଷାରେ Roseola) ଏକ ଭୁତାଣୁ (virus) ଜନିତ ସଂକ୍ରାମକ ରୋଗ (Infectious disease) ରୋଗ । ଅଧିକାଂଶ ସଂକ୍ରାମକ ରୋଗ ୩ ବର୍ଷ ବୟସ ପୂର୍ବରୁ ହୁଏ । ଲକ୍ଷଣ କିଛି ନଥିବାରୁ ଆରମ୍ଭ କରି ଦୃତ ଗତିରେ ଆସୁଥିବା ଜ୍ୱର ସହିତ ରାସ ହୁଏ । ଏହି ଲକ୍ଷଣ ସାଧାରଣତଃ ୩-୫ ଦିନ ରହେ । ପିଙ୍କ ରଙ୍ଗର ରାସ ହୁଏ ଯାହା ୩ ଦିନରୁ କମ୍ ସମୟ ରହେ । ରୋଗ ଜଟିଳ ହେଲେ ଜ୍ୱର ସହିତ ବାତ (febrile seizures) ହୁଏ ଓ ସାଂଘାତିକ ହେବା କ୍ୱଚିତ ଦେଖାଯାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି । ଏହାର ବ୍ୟବହାର ଓ ସିଦ୍ଧାନ୍ତ ଗୁଡିକ ଉପରେ ଗବେଷଣା କରି ଏହାର ବିଭାଗୀକରଣ କରାଯାଇଛି । ଏହାର କିଛି ବିଷୟକୁ ଆମର ଦୈନନ୍ଦିନ ଜୀବନରେ ସଫଳ ଭାବେ ବ୍ୟବହାର କରାଯାଇପାରୁଥିବା ବେଳେ, ଅନ୍ୟ କଛି ବିଷୟକୁ କେବଳ ସମ୍ୟକ ଧାରଣା ଓ ଅନୁମାନକୁ ଆଧାର କରି ଭବିଷ୍ୟତରେ ଗବେଷଣା ପାଇଁ ବିଷୟବସ୍ତୁ ଭାବରେ ନିଆଯାଉଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
କୌଣସି ପଦାର୍ଥର ତାପମାତ୍ରା ମାପ କରିବା ପାଇଁ ଯେଉଁ ଉପକରଣ ବ୍ୟବହାର କରାଯାଏ ତାହାକୁ ଥର୍ମୋମିଟର ବା ତାପମାନ ଯନ୍ତ୍ର କୁହାଯାଏ । ତାପମାତ୍ରା ମାପ ପାଇଁ ଏବେ ବିଭିନ୍ନ ପ୍ରକାରର ତାପମାନ ଯନ୍ତ୍ର ବ୍ୟବହୃତ ହେଉଛି । ସର୍ବ ପ୍ରଥମେ ଇଟାଲିର ବୈଜ୍ଞାନିକ ଗାଲିଲିଓ ୧୫୯୩ ମସିହାରେ ଗୋଟିଏ ତାପମାନ ଯନ୍ତ୍ର ତିଆରି କରିଥିଲେ । ସେ ସେହି ତାପମାନ ଯନ୍ତ୍ରଟିରେ ଜଳ ବ୍ୟବହାର କରିଥିଲେ । ତାପମାତ୍ରା ବଦଳିଲେ କାଚନଳୀ ମଧ୍ୟରେ ଜଳର ଅବସ୍ଥିତି ବଦଳୁଥିଲା । ଏଥିରୁ ବସ୍ତୁର ତାପମାତ୍ରା ଜଣାପଡ଼ୁଥିଲା । ତେବେ ଏହି ତାପମାନଯନ୍ତ୍ରରେ କେତେକ ଅସୁବିଧା ରହିଲା । ତେଣୁ ଅଲଗା ତାପମାନ ଯନ୍ତ୍ର ତିଆରି ପାଇଁ ଚେଷ୍ଟା ଚାଲିଲା । ଅନ୍ୟଏକ ତାପମାନ ଯନ୍ତ୍ରରେ ପାରଦ ବ୍ୟବହାର କରାଯାଏ । ଏଥିରେ ଗୋଟିଏ ପାରଦ ଥଳି ରହିଥାଏ । ତା ସହିତ ଗୋଟିଏ ବନ୍ଦ ସରୁ କାଚନଳୀକୁ ଯୋଡ଼ି ଦିଆଯାଇଥାଏ । ସେହି ପାରଦ ଥଳିଟିକୁ କୌଣସି ବସ୍ତୁସହ ଲଗାଇଲେ କାଚନଳି ମଧ୍ୟରେ ପାରଦର ଉଚ୍ଚତା କମି ଯାଏ ବା ବଢ଼ିଯାଏ । କାଚନଳୀ ମଧ୍ୟରେ ପାରଦର ଉଚ୍ଚତାରୁ ସେହି ବସ୍ତୁର ତାପମାତ୍ରା ଜଣାପଡ଼େ । ତାପମାନ ଯନ୍ତ୍ରଟିକୁ ବରଫଗୁଣ୍ଡ ମଧ୍ୟ ବୁଡ଼ାଇ ରଖିଲେ କାଚନଳୀରେ ପାରଦର ସ୍ତମ୍ଭଟି ତଳକୁ ଖସି ଯେଉଁଠାରେ ରହେ ତାହାକୁ ଜଳର ହିମାଙ୍କ କୁହାଯାଏ । ସେହିପରି ତାପମାନ ଯନ୍ତ୍ରର ଅଗ୍ରକୁ ଫୁଟନ୍ତା ପାଣିରେ ବୁଡ଼ାଇ ରଖିଲେ ପାରଦ ସ୍ତମ୍ଭ ଉପରକୁ ଉଠି ଯେଉଁଠାରେ ରହେ ତାକୁ ଜଳର ସ୍ଫୁଟନାଙ୍କ କୁହାଯାଏ । ବିଭିନ୍ନ ପ୍ରକାର ତାପମାନ ଯନ୍ତ୍ରରେ ଜଳର ହିମାଙ୍କ ଓ ସ୍ଫୁଟନାଙ୍କ ଅଲଗା ଅଲଗା ହୋଇଥାଏ । ଏବେ ସାଧାରଣତଃ ଫାରେନହାଇଟ ଓ ସେଲ୍ସିଅସ୍ ତାପମାନ ଯନ୍ତ୍ର ବ୍ୟବହୃତ ହେଉଛି । ତେବେ, ଆମ ଦେଶରେ ସେଲସିୟସ ତାପମାନଯନ୍ତ୍ରର ବ୍ୟବହାର ଅଧିକ । ସୁଇଡେନର ଜ୍ୟୋତିର୍ବିଦ ଆଣ୍ଡରସ୍ ସେଲସିୟସ୍ ୧୭୪୨ ମସିହାରେ ଏହି ତାପମାନ ଯନ୍ତ୍ର ଉଦ୍ଭାବନ କରିଥିଲେ । ଏଥିରେ ଜଳର ହିମାଙ୍କ ହେଉଛି ୦୦ ସେ ଓ ସ୍ଫୁଟନାଙ୍କ ୧୦୦୦ସେ । ଜର୍ମାନୀର ପଦାର୍ଥ ବିଜ୍ଞାନୀ ଡାନିଏଲ୍ ଗାବି୍ରଏଲ୍ ଫାରେନହାଇଟ୍ ୧୭୨୪ ମସିହାରେ ଗୋଟିଏ ତାପମାନ ଯନ୍ତ୍ରର ଉଦ୍ଭାବନ କରିଥିଲେ । ଏହି ଫାରେନ୍ହାଇଟ୍ ତାପମାନ ଯନ୍ତ୍ରରେ ଜଳର ହିମାଙ୍କ ହେଉଛି ୩୨୦ ଫା. ଓ ଜଳର ସ୍ଫୁଟନାଙ୍କ ୨୧୨୦ ଫା. ହୋଇଥାଏ । ଏହି ଦୁଇ ପ୍ରକାରର ତାପମାନ ଯନ୍ତ୍ରକୁ ବାଦ ଦେଲେ କେଲଭିନ୍ ସ୍କେଲ ନାମରେ ଆଉ ଗୋଟିଏ ପ୍ରକାରର ତାପମାନ ଯନ୍ତ୍ର ରହିଛି । ଏହାକୁ ୱଲିୟମ ଥମସନ ବାହାର କରିଥିଲେ । ସେ ପରେ ଲର୍ଡ଼ କେଲଭିନ୍ ରୂପେ ପରିଚିତ ହେବାରୁ ଏହି ସ୍କେଲଟି ତାଙ୍କ ନାମ ଅନୁସାରେ କେଲ୍ଭିନ୍ ସ୍କେଲ ରୂପେ ପରିଚିତ ହେଲା । ଏହି ସ୍କେଲଟିରେ ଏକ ଡିଗ୍ରୀ ତାପମାତ୍ରା ସେଲ୍ସିୟସ ସ୍କେଲରେ ଏକ ଡିଗ୍ରୀ ତାପମାତ୍ରା ସହ ସମାନ । ମାତ୍ର ଏଥିରେ ଜଳର ହିମାଙ୍କ ୨୭୩ କେ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।