ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କ୍ଲବଫୁଟ (ଇଂରାଜୀ ଭାଷାରେ Clubfoot) ଏକ ଜନ୍ମଗତ ତୃଟି (birth defect) ଯେଉଁଥିରେ ପାଦ ସୁପିନେଟେଡ (rotated inwards) ଓ ପ୍ଲାଣ୍ଟାର ଫ୍ଲେକ୍ସଡ (downwards) ଅବସ୍ଥାରେ ଥାଏ । ପ୍ରଭାବିତ ପାଦ, କାଫ ଓ ଗୋଡ଼ ଅନ୍ୟ ପାର୍ଶ୍ୱ ଅପେକ୍ଷା ଛୋଟ ଥାଏ । ସମୁଦାୟ ରୋଗୀ ସଂଖ୍ୟାର ପ୍ରାୟ ଅର୍ଦ୍ଧକ ସଂଖ୍ୟକ ଲୋକଙ୍କର ଦୁଇପାଖରେ କ୍ଲବଫୁଟ ଥାଏ । ଚିକିତ୍ସା ନପାଇଲେ ରୋଗୀ ପାଦ ଧାରରେ ଚାଲନ୍ତି ଓ ଚାଲିବାରେ ସମସ୍ୟା ଉତ୍ପନ୍ନ ହୁଏ ।ଏହି ରୋଗର ସଠିକ କାରଣ ଅଜ୍ଞାତ ଅଛି । କେତେକ ରୋଗୀଙ୍କର ଏହି ରୋଗ ସହିତ ଡିସ୍ଟାଲ ଆର୍ଥ୍ରୋଗ୍ରାଇପୋସିସ (distal arthrogryposis) ବା ମାୟେଲୋମେନିଙ୍ଗୋସିଲ (distal arthrogryposis) ରୋଗ ମଧ୍ୟ ଥାଏ । ଆଇଡେଣ୍ଟିକାଲ ଯମଜ (identical twin) ମଧ୍ୟରୁ ଜଣକର ରୋଗ ହୋଇଥିଲେ ଅନ୍ୟଜଣକର ରୋଗ ହେବାର ୩୩ % ସମ୍ଭାବନା ଥାଏ । ଜନ୍ମ ସମୟରେ ବା ଜନ୍ମ ହେବା ପୂର୍ବରୁ ଅଲଟ୍ରାସାଉଣ୍ଡ (ultrasound) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଇପାରେ ।ପ୍ରାରମ୍ଭରେ ପୋନସେଟି (Ponseti method) ଉପାୟରେ ଚିକିତ୍ସା କରାଯାଏ । ପାଦକୁ ସଠିକ ସ୍ଥାନକୁ ଯଥା ସମ୍ଭବ ଆଣି ପ୍ଲାସ୍ଟର (casting) କରିରଖାଯାଏ ଓ ପ୍ରତି ସପ୍ତାହରେ ଏହାକୁ ବଦଳେଇ ନୂଆ ସ୍ଥାନରେ ନୂଆ ପ୍ଲାସ୍ଟର ଦିଆଯାଏ । ଭିତର ବଙ୍କା ସଠିକ ହୋଇଗଲେ ଆକିଲସ ଟେଣ୍ଡନ ଅପରେଶନ କରି ସଠିକ ଲମ୍ବରେ ରଖାଯାଏ; ଏହା ପରେ ୪ ବର୍ଷ ବୟସ ପର୍ଯ୍ୟନ୍ତ ବ୍ରେସ ପିନ୍ଧିବାକୁ ଦିଆଯାଏ । ପ୍ରଥମେ ପ୍ରଥମେ ସବୁବେଳେ ବ୍ରେସ ଦିଆଯାଏ ଓ ପରେ କେବଳ ରାତିରେ ଦିଆଯାଏ । କେବଳ ୨୦% ରୋଗୀଙ୍କର ଅପରେଶନ ଆବଶ୍ୟକ ହୁଏ ପ୍ରତି ଏକ ହଜାର ନବଜାତ ଶିଶୁ ମଧରୁ ଜଣକର ଏହି ରୋଗ ଥାଏ । ଚୀନ ଦେଶରେ ଏ ରୋଗ ଏତେ ସାଧାରଣ ନୁହେଁ ଓ ମାଓରି ଲୋକଙ୍କର ଏହା ଏକ ସାଧାରଣ ରୋଗ । ମହିଳାଙ୍କର ୨ ଗୁଣ ସଂଖ୍ୟକ ପୁଅ ପିଲା ଏ ରୋଗରେ ଆକ୍ରାନ୍ତ ହୁଅନ୍ତି । ବିକାଶଶୀଳ ଦେଶମାନଙ୍କରେ (developing world) ଏକାଧିକ ଚିକିତ୍ସକ ସାହାଯ୍ୟରେ ଏ ରୋଗର ଚିକିତ୍ସା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅହିଂସା (IAST: ahiṃsā, ପାଲି: avihiṃsā) ଶବ୍ଦଟି ଦୁଇଟି ସଂସ୍କୃତ ଶବ୍ଦ 'ହିମ୍' ଏବଂ 'ହିଂସା'ରୁ ଉତ୍ପନ୍ନ ହୋଇଛି l 'ହିମ୍' ଶବ୍ଦର ଅର୍ଥ ପ୍ରହାର ଏବଂ 'ହିଂସା' ଶବ୍ଦଟିର ଅର୍ଥ କ୍ରୁରତା, ମାତ୍ର ନଞ୍ଜ ତତପୁରୁଷ ବ୍ୟବହାରରୁ ସୃଷ୍ଟ 'ଅହିଂସା ଶବ୍ଦର ଅର୍ଥ ଏଗୁଡିକ ଠାରୁ ସମ୍ପୂର୍ଣ୍ଣ ଭିନ୍ନ l ଅହିଂସାର ଅର୍ଥ ହେଉଛି ସମସ୍ତ ଜୀବନ୍ତ ପ୍ରାଣୀ, ଏପରିକି ପଶୁମାନଙ୍କ ପ୍ରତି ସହୁଦୟତା ଏବଂ କ୍ରୁର ବ୍ୟବହାରର ପରିତ୍ୟାଗ lଅହିଂସା ଆଦିସନାତନ ଧର୍ମ ସମେତ ଜୈନଧର୍ମ ଏବଂ ବୌଦ୍ଧଧର୍ମର ମୌଳିକ କଥାବସ୍ତୁ l ଅହିଂସା ଏକ ବହୁଆୟାମଭିତ୍ତିକ ସିଦ୍ଧାନ୍ତ ଯାହାର ମୂଳ ଆଧାରଟି ହେଉଛି ପ୍ରତ୍ୟେକ ଜୀବରେ ଦିବ୍ୟଶକ୍ତି ତଥା ଭଗବାନଙ୍କର ଖୁଦ୍ର କଣିକାସମ ଅଂଶ ରହିଅଛି; ଏଣୁ କୌଣସି ଜୀବ ପ୍ରତି ହିଂସା ସ୍ୱୟଂ ଭଗବାନଙ୍କର ଅପମାନ ସହିତ ସମାନ l ଏହାର ଅନ୍ୟ ଏକ ଦିଗ ହେଉଛି ଯେହେତୁ ପ୍ରତ୍ୟେକ କ୍ରିୟାର ପ୍ରତିକ୍ରିୟା ମିଳିବ ଅବଶମ୍ଭାବୀ, ହିଂସାରୂପକ କର୍ମର ପ୍ରତିକ୍ରିୟା ମଧ୍ୟ କର୍ମଚକ୍ର ଅନୁସାରେ ମିଳିଥାଏ l ଯଦିଓ ଅହିଂସା ନୀତି ହିନ୍ଦୁଧର୍ମ ଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା, ଏହା ବର୍ତ୍ତମାନ ଜୈନଧର୍ମର ଅଭିନ୍ନ ଅଙ୍ଗରୂପେ ପରିଗଣିତ l ମହାତ୍ମାଗାନ୍ଧୀଙ୍କର ମଧ୍ୟ ଅହିଂସା ସିଦ୍ଧାନ୍ତରେ ବିଶ୍ୱାସ ଥିଲା lଏହି ନୀତିର 'ଅନ୍ୟର କ୍ଷତି ନ କରିବା' ଅନୁସାରେ ମଣିଷ କାୟମନୋବାକ୍ୟରେ ଅନ୍ୟର କ୍ଷତି କରିବା ଉଚିତ ନୁହେଁ l ଏତତବ୍ୟତୀତ ରାମାୟଣ ଏବଂ ମହାଭାରତ ଆଦି ମହାକାବ୍ୟରେ ଆତ୍ମ-ସୁରକ୍ଷା ଏବଂ ଏହାର ଆବଶ୍ୟକତା ଦିଗରେ ମଧ୍ୟ ଆଲୋକପାତ କରାଯାଇଛି l
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି ।ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ବୈଶାଖ ମାସ ଶୁକ୍ଳ ପକ୍ଷ ଏକାଦଶୀକୁ ମୋହିନୀ ଏକାଦଶୀ ଭାବେ ପାଳନ କରାଯାଏ । ପ୍ରଭୁ ଶ୍ରୀରାମ ଗୁରୁଦେବ ବଶିଷ୍ଠଙ୍କୁ ପଚାରିଲେ-ଗୁରୁଦେବ, ଏମିତି ଏକ ବ୍ରତ କୁହନ୍ତୁ ଯେଉଁଠିରେ ସମସ୍ତ ପାପ ଏବଂ ଦୁଃଖ ଦୂର ହୋଇପାରିବ । ସୀତାଙ୍କ ବିୟୋଗରେ ମୁଁ ବହୁତ ଦୁଃଖ ଭୋଗ କରୁଛି । ଏହା ଶୁଣି ଗୁରୁ ବଶିଷ୍ଠ କହିଲେ ଆପଣ ଉଚିତ୍ ପ୍ରଶ୍ନଟିଏ ପଚାରିଛ । ଆପଣଙ୍କ ନାମ ସ୍ମରଣ କରି ମନୁଷ୍ୟ ପବିତ୍ର ଏବଂ ଶୁଦ୍ଧ ହୋଇଯାଇଥାଏ । ଏହା ଲୋକହିତ ପାଇଁ ସବୁଠୁ ଭଲ । ମୋହିନୀ ଏକାଦଶୀ ବ୍ରତ କରିବାଦ୍ୱାରା ମନୁଷ୍ୟର ସମସ୍ତ ପାପ ତଥା ଦୁଃଖ ଦୂର ହୋଇଥାଏ ।
ପ୍ରଣବ ମୁଖାର୍ଜୀ (ଜନ୍ମ: ୧୧ ଡିସେମ୍ବର ୧୯୩୧) ଭାରତର ୧୩ଶ ରାଷ୍ଟ୍ରପତି ଭାବେ ଜୁଲାଇ ୨୦୧୨ରୁ ୨୦୧୭ ଯାଏଁ କାର୍ଯ୍ୟଭାରରେ ସମ୍ଭାଳିଥିଲେ। ୧୯୩୫ ମସିହା ଡିସେମ୍ବର ୧୧ ତାରିଖରେ ପଶ୍ଚିମବଙ୍ଗର ବୀରଭୁମି ଜିଲ୍ଲାର ଏକ ମଫସଲ ଗ୍ରାମ ମିରାଟିଠାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମ ।ତାଙ୍କ ବାପା ନାମ କଦମ କିଙ୍କର ମୁଖାର୍ଜୀ ଏବଂ ମାଆଙ୍କ ନାମ ରାଜଲକ୍ଷୀ । ପ୍ରଣବ କଲିକତା ବିଶ୍ବବିଦ୍ୟାଳୟରୁ ଇତିହାସ ଏବଂ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ଏବଂ ଆଇନ ଡିଗ୍ରୀ ହାସଲ କରିଛନ୍ତି ।ତେବେ ସେ ପ୍ରଥମେ କଲିକତାର ଡେପୁଟି ଆକାଉଣ୍ଟାଣ୍ଟ ଜେନେରାଲରେ ଜଣେ କିରାଣି ଭାବେ କାମ କରୁଥିଲେ ।ପରେ ସେ କଲିକତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିଷ୍ଟିକାଲ୍ ଇନ୍ଷ୍ଟିଚ୍ୟୁଟର ଅଧକ୍ଷଭାବେ ନିଯୁକ୍ତି ପାଇଥିଲେ ।ଏହାପରେ ସେ ସାମ୍ବାଦିକତା ଏବଂ ଓକିଲାତିକୁ ନିଜର ପେଶାରୂପେ କିଛି ଦିନ ଆପଣେଇଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମୋହନ ସୁନ୍ଦର ଦେବ ଗୋସ୍ଵାମୀ ଜଣେ ଓଡ଼ିଆ କବି, ଗାୟକ, ନାଟ୍ୟକାର, କଥାଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ତାଙ୍କୁ ଓଡ଼ିଆ ଚଳଚ୍ଚିତ୍ର ଜନକ ବୋଲି ଅଭିହିତ କରାଯାଏ ।୧୮୯୨ ମସିହା ଅଗଷ୍ଟ ୮ତାରିଖରେ ପିତା ହରିଦେବ ଗୋସ୍ଵାମୀ ଓ ମା ସୁଲକ୍ଷଣା ଦେବୀଙ୍କ କନିଷ୍ଠ ପୁତ୍ର ଭାବେ ମୋହନସୁନ୍ଦର ପୁରୀରେ ଜନ୍ମଗ୍ରହଣ କରିଥିଲେ । ସେ ସୁମଧୁର କଣ୍ଠରେ ଗାଇବା ସହ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ପାରଙ୍ଗମ ଥିଲେ । ଚଳଚ୍ଚିତ୍ର ନିର୍ମାଣରେ ପାଦଦେବା ଆଗରୁ ସେ ରାସ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ କଳା ସଂସ୍କୃତିକୁ ପ୍ରଚାର ପ୍ରସାର କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜ (ଇଂରାଜୀ ଭାଷାରେ ପ୍ରିମେନସ୍ଟ୍ରୁଆଲ ସିଣ୍ଡ୍ରୋମ ବା ପିଏମଏସ ଯଥାକ୍ରମେ Premenstrual syndrome ବା PMS) ମହିଳାଙ୍କର ମାସିକ ଧର୍ମ ଆରମ୍ଭର ୧ରୁ ୨ ସପ୍ତାହ ପୁର୍ବରୁ ଦେଖାଯାଉଥିବା ଶାରୀରିକ ଓ ମାନସିକ ଲକ୍ଷଣମାନଙ୍କୁ କୁହାଯାଏ । ଏଥିରେ ଭିନ୍ନ ଭିନ୍ନ ଧରଣର ଲକ୍ଷଣ ଦେଖାଯାଏ ଓ ଋତୁସ୍ରାବ ଆରମ୍ଭ ହେବା ବେଳକୁ ଉପଶମ ହୋଇଯାଏ । ବ୍ରଣ, ସ୍ତନ ଦରଜ ଓ ଫୁଲା, ଥକ୍କା ଲାଗିବା, ବିରକ୍ତିଭାବ ଓ ପରିବର୍ତ୍ତିତ ମନୋଦଶା ଇତ୍ୟାଦି ଲକ୍ଷଣମାନ ଏଥିରେ ଦେଖାଯାଏ । ଅଧିକାଂଶ ସମୟରେ ପ୍ରାୟ ୬ ଦିନ ପର୍ଯ୍ୟନ୍ତ ଏହି ଲକ୍ଷଣ ଲାଗିରହେ । ସମୟକ୍ରମେ ମହିଳାଙ୍କର ଲକ୍ଷଣରେ ପରିବର୍ତ୍ତନ ହୁଏ । ଗର୍ଭାବସ୍ଥାରେ ଓ ଋତୁବନ୍ଦ ପରେ ଏହି ଲକ୍ଷଣ ପ୍ରକାଶ ପାଏ ନାହିଁ । ଡିମ୍ବକ୍ଷରଣ (ovulation) ପୂର୍ବରୁ ସମାନ ଧାରାର ଶାରୀରିକ ଓ ଭାବଗତ ଲକ୍ଷଣମାନ ସାଧାରଣ ଜୀବନ ଯାତ୍ରା ବ୍ୟାହତ କଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଭାବଗତ ଲକ୍ଷଣମାନ ଋତୁଚକ୍ର ଆରମ୍ଭ ବେଳକୁ ନ ଥିବା ଆବଶ୍ୟକ । କିଛି ମାସଧରି ଦୈନନ୍ଦିନ ଲକ୍ଷଣମାନଙ୍କୁ ସୂଚିବଦ୍ଧ କଲେ ରୋଗନିର୍ଣ୍ଣୟରେ ସାହାଯ୍ୟ ହୁଏ । ରୋଗ ନିର୍ଣ୍ଣୟ ପୂର୍ବରୁ ଅନ୍ୟାନ୍ୟ ରୋଗମାନଙ୍କର ଅନୁପସ୍ଥିତି ସିଦ୍ଧ କରିବାକୁ ପଡ଼େ । ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜର କାରଣ ଅଦ୍ୟାବଧି ଅଜ୍ଞାତ । ଉଚ୍ଚ ଲୁଣଯୁକ୍ତ ଖାଦ୍ୟ, ଆଲକୋହୋଲ ଓ କେଫିନ ଏହାର ଲକ୍ଷଣଗୁଡ଼ିକୁ ଆହୁରି ଖରାପ କରାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହେବା ବିଶ୍ୱାସ କରାଯାଏ । ସାମାନ୍ୟ ଲକ୍ଷଣ ଥିଲେ ଲୁଣ ଓ କେଫିନ କମ ଖାଇବାକୁ, ମାନସିକ ଚାପ କମେଇବାକୁ ଓ ବ୍ୟାୟାମ କରିବାକୁ ଉପଦେଶ ଦିଆଯାଏ । କ୍ୟାଲସିୟମ ଓ ଭିଟାମିନ ପୂରକ ଖାଦ୍ୟ ଉପକାରୀ ହୋଇପାରେ । ଶାରୀରିକ କଷ୍ଟ ହେଉଥିଲେ ଆଣ୍ଟିଇନଫ୍ଲାମେଟରି ଔଷଧ ଯେପରିକି ନାପ୍ରୋକ୍ସେନ ଦେଲେ ଉପକାରି ହୋଇପାରେ । ଅଧିକ ଲକ୍ଷଣ ଥିଲେ ଜନ୍ମ ନିରୋଧ ବଟିକା, ସ୍ପାରିନୋଲାକ୍ଟିନ ଭଳି ମୂତ୍ରକାରକ ଉପକାରୀ ହୋଇପାରେ । ଋତୁସ୍ରାବ ପୂର୍ବରୁ ୮୦ % ମହିଳାଙ୍କର କିଛି ନା କିଛି ଲକ୍ଷଣ ପ୍ରକାଶ ପାଏ । ଏମାନଙ୍କ ମଧ୍ୟରୁ କେବଳ ୨୦ରୁ ୩୦ % ମହିଳାଙ୍କର ପ୍ରାକ୍ ଋତୁସ୍ରାବ ଲକ୍ଷଣପୁଞ୍ଜ ଥାଏ । ଏମାନଙ୍କ ମଧ୍ୟରୁ
ମଣିପୁରୀ ନୃତ୍ୟ , ଜଗୋଈ ନାମରେ ଜଣାଯାଏ, ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ନୃତ୍ୟରୁ ଗୋଟିଏ ଅଟେ । ମିଆଁମାର, ଆସାମ, ନାଗାଲ୍ୟାଣ୍ଡ ଏବଂ ମିଜରାମ ସହିତ ଜଣାଯାଉଥିବା ପୂର୍ବ-ଉତ୍ତର ଭାରତରେ ସ୍ଥିତ ଏକ ରାଜ୍ୟ ମୂଳ ରୂପେ ମଣିପୁର ଅଟେ । ଏହା ବିଶେଷ ରୂପେ ନିଜ ହିନ୍ଦୁ ବୈଷ୍ଣବ ବାଦ ବିଷୟ ଗୁଡିକ ପାଇଁ ଜଣାଯାଏ ଏବଂ ରାଧା-କୃଷ୍ଣଙ୍କ ପ୍ରେମ ଚରିତ ନାଟକର ଉତ୍କୃଷ୍ଟ ପ୍ରଦର୍ଶନ ରାସଲୀଳାକୁ ଡାକିଥାଏ । ଶୈବ ବାଦ , ଶକ୍ତି ବାଦ ଏବଂ କ୍ଷେତ୍ରିୟ ଦେବତା ମାନଙ୍କୁ ସମ୍ବୋନ୍ଧିତ ବିଷୟରେ ମଧ୍ୟ ନୃତ୍ୟ କରାଯାଇଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।