ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
୪ ଇଡିଅଟସ୍, ୨୦୧୮ରେ ମୁକ୍ତିଲାଭ କରିବାକୁ ଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅକ୍ଷୟ ପରିଜା, ପ୍ରଶାନ୍ତ ବେହେରା ଓ ସୁନୀଲ ଯାଦବ । ଜୀ ସାର୍ଥକ ଏହି କଥାଚିତ୍ର ଜରିଆରେ ତାଙ୍କର ପ୍ରଥମ ପ୍ରଯୋଜନା ଆରମ୍ଭ କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ସବ୍ୟସାଚୀ ମିଶ୍ର, ଏଲିନା ସାମନ୍ତରାୟ, ଆକାଶ ଦାସ ନାୟକ, କୁନା ତ୍ରିପାଠୀ, ଚିତ୍ତ ତ୍ରିପାଠୀ, ଲିପ୍ସା ମିଶ୍ର, ପୁନମ ମିଶ୍ର, କେକେ, ଚାନ୍ଦିନୀ, ନିହାରିକା, ସମେରଶ ରାଉତରାୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ସୁନ୍ଦରଗଡ଼ର ସଲମନ ଖାଁ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିବ । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗପ ହେଲେ ବି ସତ ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନର ୨ୟ ଚଳଚ୍ଚିତ୍ର ଥିଲା ଗପ ହେଲେ ବି ସତ । ପୂର୍ବରୁ ୧୯୭୬ ମସିହାରେ ପ୍ରଥମ ଓଡ଼ିଆ ରଙ୍ଗୀନ ଚଳଚ୍ଚିତ୍ର ଗପ ହେଲେ ବି ସତ ଶୀର୍ଷକରେ ନିର୍ମାଣ ହୋଇଥିଲା । ଏହି ଚଳଚ୍ଚିତ୍ରରେ ନାୟକ ସାଜିଥିଲେ ଅନୁଭବ ଏବଂ ତାଙ୍କ ବିପକ୍ଷରେ ନାୟିକା ସାଜିଥିଲେ ବର୍ଷା । ପ୍ରେମ ଆନନ୍ଦ ଏହି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଥିବା ବେଳେ ଉଦିତ ନାରାୟଣ କଣ୍ଠଦାନ କରିଥିଲେ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ମାଝା (ପଞ୍ଜାବୀ: ਮਾਝਾ (ଗୁରୁମୁଖୀ), ماجھا (ଶମୁଖୀ); Mājhā) ଅଞ୍ଚଳ, ଐତିହାସିକ ପଞ୍ଜାବ ଅଞ୍ଚଳର କେନ୍ଦ୍ରରେ ଅବସ୍ଥିତ ।, ଯାହା ବେଆସ ନଦୀର ଦକ୍ଷିଣ ପାର୍ଶ୍ୱରେ [ନୋଟ-୧} ଉତ୍ତର ପଟକୁ ଅନସ୍ଥିତ ଓ ଝେଲମ ନଦୀର ଉତ୍ତରକୁ ବିସ୍ତୃତ । ମାଝା ଅଞ୍ଚଳର ଲୋକମାନଙ୍କୁ ମାଝି କୁହାଯାଏ । ପଞ୍ଜାବୀ ଭାଷାର ମୁଖ୍ୟ ଉପଭାଷା ମାଝି ଏହି ଅଞ୍ଚଳର ମୁଖ୍ୟ ଭାଷା, ଯାହା ମଧ୍ୟ ପଞ୍ଜାବୀ ଭାଷାର ମୁଖ୍ୟ ଉପଭାଷା ।୧୯୪୭ରେ ଭାରତ ବିଭାଜନ ସମୟରେ, ମାଝା ଅଞ୍ଚଳ ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇ ଭାଗ ହୋଇଯାଇଥିଲା । ଏହାପରେ ପଞ୍ଜାବ ଭାରତ ଓ ପଞ୍ଜାବ ପାକିସ୍ତାନ ଗଠନ ହେଲା । ଭାରତର ରାଜ୍ୟ ପଞ୍ଜାବରେ ମାଝା ଅଞ୍ଚଳ ତାର୍ନ ତାରାନ ଜିଲ୍ଲାରେ, ସତଲେଜ୍ ନଦୀର ଉତ୍ତର ପାର୍ଶ୍ୱ ସହ ବେଆସ୍ ଓ ରାବି ନଦୀର ମିଳନସ୍ଥଳ ପରେ ସେମାନଙ୍କର ମଝି ଅଞ୍ଚଳକୁ ବୁଝାଏ । ଏହି ଅଞ୍ଚଳରେ ପଞ୍ଜାବର ୪ଟି ଜିଲ୍ଲା ରହିଛି - ଅମୃତସର, ତାର୍ନ ତାରାନ୍, ଗୁରଦାସପୁର ଓ ପଠାନକୋଟ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ଵାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ମେସୋଥେଲିଓମା ଏକ ପ୍ରକାର କର୍କଟ ରୋଗ ଯାହା ଦେହ ଭିତରେ ଥିବା ଅନେକ ଅଙ୍ଗମାନଙ୍କୁ ଘୋଡ଼େଇ ରଖୁଥିବା ପତଳା ଆସ୍ତରଣ, ମେସୋଥେଲିମରୁ ଜାତ ହୁଏ । ଛାତି ଓ ଫୁସଫୁସର ଆସ୍ତରଣରୁ ଅଧିକାଂଶ ମେସୋଥେଲିଓମା ବାହାରେ । ଅଳ୍ପ ସାଧାରଣ ଭାବରେ ଉଦର ଅଭ୍ୟନ୍ତର ଆସ୍ତରଣରୁ, କ୍ୱଚିତ୍ ହୃତ୍ପିଣ୍ଡର ଖୋଳରୁ, ଓ ଟେସ୍ଟିସ୍ରୁ ଏହା ବାହାରେ । ଏହି ରୋଗର ଚିହ୍ନ ଓ ଲକ୍ଷଣ:- ପ୍ଲୁରା ଭିତରେ ତରଳ ପଦାର୍ଥ ଜମିଯିବାରୁ ଛୋଟ ଶ୍ୱାସକ୍ରିୟା, ସ୍ଫୀତ ଉଦର, ଛାତି କାନ୍ଥ ଯନ୍ତ୍ରଣା, କାଶ, ଥକ୍କାଣ ଓ ଓଜନ ହ୍ରାସ । ଏହି ଲକ୍ଷଣ ସମୂହ ଧୀରେ ଧୀରେ ଆସେ ।ମେସୋଥେଲିଓମା ରୋଗୀଙ୍କ ମଧ୍ୟରୁ ୮୦% ଲୋକ ଆଜବେସ୍ଟସ ସଂସ୍ପର୍ଶରେ ଆସିଥାଆନ୍ତି । ଅଧିକ ସଂସ୍ପର୍ଶରେ ଆସିଲେ ଅଧିକ ସଙ୍କଟରେ ପଡ଼ନ୍ତି । ସନ ୨୦୧୩ ସୁଦ୍ଧା ୧୨୫ ନିୟୁର ଲୋକ ନିଜ ଧନ୍ଦାରେ ଆଜବେସ୍ଟସ ସଂସ୍ପର୍ଶରେ ଆସିଛନ୍ତି । ଆଜବେସ୍ଟସ ଖଣିରେ କାମ କରୁଥିବା ଲୋକ, ଆଜବେସ୍ଟସରୁ ପ୍ରସ୍ତୁତ କରୁଥିବା ଲୋକ, ଆଜବେସ୍ଟସ ପ୍ରସ୍ତୁତ ଜିନିଷ ସଂସ୍ପର୍ଶ, ଆଜବେସ୍ଟସ ମୂଲିଆଙ୍କ ସହିତ ରହୁଥିଲେ ବା ଆଜବେସ୍ଟସ ଥିବା ବିଲ୍ଡିଙ୍ଗରେ କାମ କରୁଥିଲେ ଏହି ରୋଗ ସଙ୍କଟ ଅନେକ ଅଧିକ ହୁଏ । ଅଧିକାଂଶ କ୍ଷେତ୍ରରେ ଏହି ରୋଗ ହେବାକୁ ପ୍ରାୟ ୪୦ ବର୍ଷ ଲାଗିଯାଏ । ଆଜବେସ୍ଟସ ଶ୍ରମିକର ଲୁଗା ଧୋଇଲେ ମଧ୍ୟ ରୋଗ ସଙ୍କଟ ଅଛି । ଅନ୍ୟାନ୍ୟ ସଙ୍କଟ କାରକ ଅବସ୍ଥାମାନଙ୍କ ନାମ ଯଥାକ୍ରମେ ଜେନେଟିକ୍, ସିମିଆନ ଭୁତାଣୂ ୪୦ର ସଂକ୍ରମଣ । ଛାତି ଏକ୍ସ-ରେ ଓ ସିଟି ସ୍କାନ ଦେଖି ରୋଗ ସନ୍ଦେହ କରାଯାଏ ଓ କର୍କଟରୁ ବାହାରୁଥିବା ତରଳ ପଦାର୍ଥର ସାଇଟୋଲୋଜି କିମ୍ବା ତନ୍ତୁ ବାୟୋପ୍ସି କରି ରୋଗ ନିଧାର୍ଯ୍ୟ କରାଯାଏ ।ଆଜବେସ୍ଟସ ସଂସ୍ପର୍ଶରେ ନ ଆସିବା ହିଁ ଏହାର ପ୍ରତିଷେଧ । ଅପରେଶନ, ରାଡିଏସନ୍ ଥେରାପି ଓ କେମୋଥେରାପି ସାହାଯ୍ୟରେ ଏହାର ଚିକିତ୍ସା କରାଯାଏ ।ପ୍ଲୁରୋଡେସିସ୍ ନାମକ ଏକ ପ୍ରକ୍ରିୟା ସାହାଯ୍ୟରେ ପ୍ଲୁରାର ଦୁଇ ପ୍ରସ୍ତକୁ ଟାଲ୍କ ଭଳି ପଦାର୍ଥଦ୍ୱାରା ଯୋଡ଼ି ଦିଆଯିବା ଫଳରେ ଫୁସଫୁସ ଚାରିଆଡ଼େ ତରଳ ପଦାର୍ଥ ଜମିପାରେ ନାହିଁ । କେମୋଥେରାପି ପଦ୍ଧତିରେ ସିସ୍ପ୍ଲାଟିନ୍ ଓ ପେମେଟ୍ରେକ୍ସଡ୍ ଦିଆଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ନିର୍ଣ୍ଣୟ ହେବା ପରେ ରୋଗୀଙ୍କ ବଞ୍ଚିବା ହାର ୮% ଅଛି ।ସନ ୨୦୧୩ରେ ମେସୋଥେଲିଓମା ରୋଗରେ ୫୦,୦୦୦ ଲୋକ ପିଡ଼ିତ ହୋଇ ୩୪,୦୦୦ ଲୋକ ମୃତ୍ୟୁ ମୁଖରେ ପତିତ ହୋଇଥିଲେ । ପୃଥିବୀର ବିଭିନ୍ନ ସ୍ଥାନରେ ଏହି ରୋଗ ହାର ଭିନ୍ନ ଭିନ୍ନ ହୋଇଥାଏ । ଅଷ୍ଟ୍ରେଲିଆ ଓ ଗ୍ରେଟ ବ୍ରିଟେନରେ ଏହି ହାର ଅଧିକ ହୋଇଥିବା ବେଳେ ଜାପାନରେ କମ୍ ଥାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ବର୍ଷକୁ ପ୍ରାୟ ୩,୦୦୦ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଏହି ରୋଗ ଅଧିକ ହୁଏ । ସନ ୧୯୫୦ ପରଠାରୁ ଏହି ରୋଗ ହାର ବଢ଼ିଚାଲିଛି । ସ୍ୱାଭାବିକ ଭାବରେ ଏହି ରୋଗ ୬୫ ବର୍ଷ ବୟସ ପରେ ଆରମ୍ଭ ହୁଏ ଓ ୭୦ବର୍ଷ ପାଖାପାଖି ମୃତ୍ୟୁ ହୁଏ । ଆଜବେଶ୍ଟସ୍ର ବ୍ୟବସାୟୀକ ବ୍ୟବହାର ପୂର୍ବରୁ ଏହି ରୋଗ କ୍ୱଚିତ୍ ହେଉଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି ।ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଫ୍ଲୋରେସିନ (ଇଂରାଜୀ ଭାଷାରେ Fluorescein) ଅନେକ ଆଖି ସମସ୍ୟାର (eye problems) ନିର୍ଣ୍ଣୟ ନିମନ୍ତେ ବ୍ୟବହାର କରାଯାଏ । ଆଖିରେ (eye) ଆଖି ଡ୍ରପ (drop) ପକେଇ ବା କାଗଜ ଲଗା ଫ୍ଲୋରେସିନ ଆଖି ପୃଷ୍ଟରେ ଲଗେଇ ଆଖି ଆଘାତ (eye injuries) ଯେପରିକି କର୍ନିଆଲ ଆବ୍ରାଜନ (corneal abrasions) ଓ ବାହ୍ୟ ପଦାର୍ଥ ବା ଫରେନ ବଡି ଚିହ୍ନଟ କରାଯାଏ । ଫ୍ଲୋରେସିନ ଆଞ୍ଜିଓଗ୍ରାଫି (fluorescein angiography) କରିବା ସମୟରେ ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଦେଇ ରେଟିନାର (back of the eye) ରକ୍ତନଳୀ ଅବସ୍ଥାର ମୂଲ୍ୟାଙ୍କନ କରାଯାଏ । ଆଖି ପୃଷ୍ଠରେ ଲଗେଇଲେ ସ୍ୱଳ୍ପ ସମୟ ନିମନ୍ତେ ଝାପ୍ସା (blurry vision) ଦୃଷ୍ଟି ହୋଇପାରେ ଓ ନରମ କଣ୍ଟାକ୍ଟ ଲେନ୍ସ ରଙ୍ଗ ଫିକା ହୋଇଯାଇପାରେ । ପାଟିରେ ଓ ଇଞ୍ଜେକସନ ଆକାରରେ ଦେଲେ ମୁଣ୍ଡବଥା, ଅଇ ଓ ଚର୍ମର ରଙ୍ଗ ପରିବର୍ତ୍ତନ ସ୍ୱଳ୍ପ ସମୟ ନିମନ୍ତେ ହୋଇପାରେ । କ୍ୱଚିତ ଆଲର୍ଜି ପ୍ରତିକ୍ରିୟା ହୋଇପାରେ । ଫ୍ଲୋରେସିନ ଏକ ରଙ୍ଗ (dye) ଯାହା ନଷ୍ଟ ହୋଇଥିବା କର୍ନିଆରେ (cornea) ଲାଗିଯିବାଦ୍ୱାରା ସେଥିରେ କୋବାଲ୍ଟ ବ୍ଲୁ ଲାଇଟ (cobalt blue light) ପକେଇଲେ ଶାଗୁଆ ଦେଖାଯାଏ । ଏହାର ଆଉ ଏକ ସଂସ୍କରଣରେ ଲିଡୋକେନ (lidocaine) ସହିତ ମିଶ୍ରିତ ହୋଇ ଆସେ । ଫ୍ଲୋରେସିନ ପ୍ରଥମେ ସନ ୧୮୭୧ରେ ପ୍ରସ୍ତୁତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ୫ ମ:ଲି: ବୋତଲର ହୋଲସେଲ ମୂଲ୍ୟ ପ୍ରାୟ ୧୨.୨୫ ଆମେରିକୀୟ ଡଲାର । ସଂଯୁକ୍ତ ରାଷ୍ଟ୍ରରେ ଏକ ଡୋଜର ମୂଲ୍ୟ ପ୍ରାୟ ୦.୪୩ ପାଉଣ୍ଡ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ଅତି ଦାମିକା ନୁହେଁ ।