ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁନ୍ଦରଗଡ଼ର ସଲମନ ଖାଁ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଯୋଗ ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, ଗୁଣନ ଏବଂ ହରଣ । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳ କୁ ହିଁ ଯୋଗ କୁହାଯାଏ । ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ ୩ + ୨ = ୫
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ଵ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତୀୟ ସଂଖ୍ୟା ପ୍ରଣାଳୀରେ ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ହରଣ ଅନ୍ୟତମ । ଅନ୍ୟ ଚିନୋଟି ହେଲେ; ମିଶାଣ, ଫେଡାଣ ଓ ଗୁଣନ । ପ୍ରକାରାନ୍ତରେ, ହରଣ ପ୍ରକ୍ରିୟାରେ ମୂଳ ସଂଖ୍ୟାରୁ ଏକ ନିର୍ଦ୍ଦିଷ୍ଟ ସଂଖ୍ୟା ବାରମ୍ବାର ଫେଡାଣ କରାଯାଏ । ଗାଣିତିକ ସଂକେତରେ ଏହି ପ୍ରକ୍ରିୟା ÷ ଚିହ୍ନ ଦ୍ୱାରା (କଂପ୍ୟୁଟର ପଦ୍ଧତିରେ / ଦ୍ୱାରା) ପ୍ରକାଶିତ । ଉଦାହରଣ ସ୍ୱରୂପ, ୧୨ ÷ ୩ = ୪ (ଏଠାରେ ୧୨ରୁ ୩କୁ ବାରମ୍ବାର ଫେଡିଦିଆଗଲା । ଦୁଇଟି ରାଶି ମଧ୍ୟରେ ହରଣ କଲାବେଳେ ପ୍ରଥମେ ଭାଜ୍ୟ ଏବଂ ପରେ ଭାଜକ କୁ ଲେଖାଯାଏ । ଯେପରିକି, ୧୨ ÷ ୩= ୪ ରେ, ୧୨ ହେଉଛି ଭାଜ୍ୟ, ୩ ହେଉଛି ଭାଜକ ଏବଂ ୪ ହେଉଛି ଭାଗଫଳ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭାରତୀୟ ସଂଖ୍ୟା ପ୍ରଣାଳୀରେ ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୁଣନ ଅନ୍ୟତମ । ଅନ୍ୟ ଚିନୋଟି ହେଲେ; ମିଶାଣ, ଫେଡାଣ ଓ ହରଣ । ପ୍ରକାରାନ୍ତରେ, ଗୁଣନ ପ୍ରକ୍ରିୟାରେ ସେହି ସଂଖ୍ୟାକୁ ବାରମ୍ବାର ଯୋଗ କରାଯାଏ । ଗାଣିତିକ ସଂକେତରେ ଏହି ପ୍ରକ୍ରିୟା × ଚିହ୍ନ ଦ୍ୱାରା (କଂପ୍ୟୁଟର ପଦ୍ଧତିରେ ∗ ଦ୍ୱାରା) ପ୍ରକାଶିତ । ଉଦାହରଣ ସ୍ୱରୂପ, ୩+୩+୩+୩(୪ ଥର ଯୋଗ) କୁ ୩ × ୪ = ୧୨ ଆକାରରେ ପ୍ରକାଶ କରାଯାଏ । ଅତିକମରେ ଦୁଇଟି ରାଶି ମଧ୍ୟରେ ଗୁଣନ କଲାବେଳେ ପ୍ରଥମେ ଗୁଣକ ଏବଂ ପରେ ଗୁଣ୍ୟ କୁ ଲେଖାଯାଏ । ଯେପରିକି, ୩ × ୪= ୧୨ ରେ, ୩ ହେଉଛି ଗୁଣକ, ୪ ହେଉଛି ଗୁଣ୍ୟ ଏବଂ ୧୨ ହେଉଛି ଗୁଣଫଳ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜୟପୁର ସହର ହେଉଛି ଦକ୍ଷୀଣ ଓଡ଼ିଶାର ଏକ ପ୍ରତିଷ୍ଠିତ ସହର । କୋରାପୁଟରରୁ ୨୧ କିମି ଦୁରରେ ରହିଛି ଏହି ସହର । ଏଠାରେ ରହିଥିବା ପୁରୁଣା ରାଜ ପ୍ରସାଦ ଏଠାକାର ବଡ଼ ଆକର୍ଷଣ । ରାଜପ୍ରସାଦ ମଧ୍ୟରେ ରହିଥିବା ଦରବାର ହଲ ସହ ଏଠାରେ ସୁଦ୍ଧ ଅର୍ଭ, ରୂପା, ସୂନା, ଚନ୍ଦନ କାଠ,ଗୋଲାପକାଠ ସହ ବିଭିନ୍ନ ପ୍ରକାର ପେଟିଂ ଦେଖିବାର ସୁଯୋଗ ମିଳିବ । ଏହାସହ ଜୟପୁରର ଗାନ୍ଧୀପାର୍କ ଅନ୍ୟତମ ଅକର୍ଷଣ । ଭାରିମାନକୁ ହାଲୁକା କରିବା ପାଇଁ ଏହା ଏକ ସାନ୍ତୁ ପରିବେଶ ସୃଷ୍ଟି କରିଥାଏ ।
ଜଗତସିଂହପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଜଗତସିଂହପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଡାଇଜର୍ଜ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ DiGeorge syndrome, also known as 22q11.2 deletion syndrome) ଏକ ବେମାରୀ ଯେଉଁଥିରେ କ୍ରୋମୋଜୋମ ୨୨ର (chromosome 22) ଏକ ଅଂଶ ନଷ୍ଟ ହେବା ଯୋଗୁ ଏହି ରୋଗ ହୁଏ । ଏହାର ଲକ୍ଷଣ ପରିବର୍ତ୍ତନଶୀଳ ହେଲେ ମଧ୍ୟ ସାଧାରଣତଃ ଜନ୍ମଗତ ହୃତ୍ପିଣ୍ଡ ସମସ୍ୟା (congenital heart problems), ନିର୍ଦ୍ଦିଷ୍ଟ ମୁଖମଣ୍ଡଳ ଚିହ୍ନ (specific facial features), ବାରମ୍ବାର ସଂକ୍ରମଣ, କ୍ଲେଫ୍ଟ ପ୍ୟାଲେଟ (cleft palate), ବିକାଶରେ ବିଳମ୍ବ (developmental delay), ଶିକ୍ଷା ସମସ୍ୟା (learning problems) ଇତ୍ୟାଦି ଦେଖାଯାଏ । ଏହା ସହିତ ବୃକ୍କ ସମସ୍ୟା (Kidney problems), ଶ୍ରବଣ ହାନୀ (hearing loss) ଓ ରିଉମାଟଏଡ ଡିଜଅର୍ଡର (rheumatoid arthritis) କିମ୍ବା ଗ୍ରେଭସ ଡିଜିଜ (Graves disease) ଭଳି ଅଟୋଇମ୍ମ୍ୟୁନ ବେମାରୀ (autoimmune disorder) ଥାଇପାରେ ।କ୍ରୋମୋଜୋମ ୨୨ର (chromosome 22) ୨୨କ୍ୟୁ୧୧.୨ ସ୍ଥାନରେ ଥିବା ୩୦ରୁ ୪୦ ଜିନ (genes) ନଷ୍ଟ ହେବା ଯୋଗୁ ଡାଇଜର୍ଜ ସିଣ୍ଡ୍ରୋମ ରୋଗ ହୁଏ । ପ୍ରାୟ ୯୦% କ୍ଷେତ୍ରରେ ବିକାଶ ସମୟରେ ନୁତନ ମ୍ୟୁଟେସନ (mutation) ଯୋଗୁ ଓ ୧୦% କ୍ଷେତ୍ରରେ ବଂଶାନୁକ୍ରମିକ (inherited) ଭାବରେ ଏହି ରୋଗ ବିସ୍ତାର ଲାଭ କରେ । ଏହାର କାରଣ ଏକ ଅଟୋସୋମାଲ ଡୋମିନାଣ୍ଟ (autosomal dominant ଜିନ, ଯେଉଁଥିରେ କେବଳ ଗୋଟିଏ ପ୍ରଭାବିତ ଜିନ ରୋଗ କରିବା ପାଇଁ ଯଥେଷ୍ଟ । ଲକ୍ଷଣ ଦେଖି ରୋଗ ସନ୍ଦେହ କଲାପରେ ଜେନେଟିକ ଟେଷ୍ଟିଙ୍ଗ (genetic testing) କରି ରୋଗ ନିଧାର୍ଯ୍ୟ କରାଯାଏ ।ଏହା ଆରୋଗ୍ୟ ନହେଏ ମଧ୍ୟ ଚିକିତ୍ସା ସାହାଯ୍ୟରେ ଲକ୍ଷଣର ଉନ୍ନତି ହୋଇପାରେ । ବିଭିନ୍ନ ଅଙ୍ଗ ପ୍ରଭାବିତ ହେଉଥିବାରୁ ଏହା ନିମନ୍ତେ ବହୁମୁଖୀ (multidisciplinary) ସାହାଯ୍ୟ ଦରକାର ହୁଏ । ହୃତ୍ପିଣ୍ଡର ଅବସ୍ଥା ଓ ଇମ୍ମ୍ୟୁ ସିସ୍ଟମର ସମସ୍ୟା ଉପରେ ଦୀର୍ଘକାଳୀନ ଫଳାଫଳ ନିର୍ଭର କରେ । ଉପଯୁକ୍ତ ଚିକିତ୍ସା ପାଇଲେ ସାଧାରଣ ଆୟୁଷ ସହିତ ଜୀବନ ଯାପନ କରାଯାଇପାରେ ।ଡାଇଜର୍ଜ ସିଣ୍ଡ୍ରୋମ ପ୍ରତି ୪୦୦୦ ଲୋକରେ ଜଣକୁ ଆକ୍ରମଣ କରେ । ସନ ୧୯୬୮ରେ ଏହି ସିଣ୍ଡ୍ରୋମ ପ୍ରଥମେ ଆଞ୍ଜେଲୋ ଡାଇଜର୍ଜ (Angelo DiGeorge) ବିଷୟ ବର୍ଣ୍ଣନା କରିଥିଲେ । ସନ ୧୯୮୧ର ଶେଷ ଭାଗରେ ଜେନେଟିକ ସାଥିରେ ଏହାର ସମ୍ପର୍କ ବିଷୟ ଜଣାପଡ଼ିଥିଲା ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବିରଞ୍ଚି ନାରାୟଣ ମନ୍ଦିର, ବୁଗୁଡ଼ା
ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ସହରରେ ପ୍ରସିଦ୍ଧ ବିରଞ୍ଚି ନାରାୟଣ ମନ୍ଦିର ରହିଛି । ବୁଗୁଡ଼ା ସହର ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରଠାରୁ ୯୨ କିଲୋମିଟର୍ ଦୂରରେ ଅବସ୍ଥିତ । ଓଡ଼ିଶାରେ ରହିଥିବା ତିନୋଟି ପ୍ରମୁଖ ସୂର୍ଯ୍ୟ ମନ୍ଦିର ମଧ୍ୟରେ ଏହା ଅନ୍ୟତମ । ଅନ୍ୟ ଦୁଇଟି ମନ୍ଦିର ହେଲା - କୋଣାର୍କ ମନ୍ଦିର ଓ ପାଳିଆର ବିରଞ୍ଚି ନାରାୟଣ ମନ୍ଦିର ।
ହାୟାଟସ ହାର୍ନିଆ ରୋଗ ଏକ ପ୍ରକାର ହାର୍ନିଆ (hernia) ଯେଉଁଥିରେ ମଧ୍ୟଚ୍ଛଦାର ଏକ ଦୁର୍ବଳ ସ୍ଥାନ ମଧ୍ୟ ଦେଇ ପେଟର ଏକ ଅଙ୍ଗ, ସାଧାରଣତଃ ପାକସ୍ଥଳୀର (en:stomach) ଏକ ଅଂଶ ମିଡିଆସ୍ଟାଇନମ (ଛାତିର ମଧ୍ୟ ଭାଗକୁ) (middle compartment of the chest) ମଧ୍ୟକୁ ଚାଲିଯାଏ । ଏହା ଫଳରେ ଗ୍ୟାସ୍ଟ୍ରୋଫେଜିଆଲ ରିଫ୍ଲକ୍ସ (gastroesophageal reflux disease ବା GERD) ବା ଲାରିଙ୍ଗୋଫାରିଞ୍ଜିଆଲ ରିଫ୍ଲକ୍ସ (laryngopharyngeal reflux LPR) ହୁଏ ଯେଉଁଥିରେ ପାଟିର ପୃଷ୍ଠ ଭାଗରେ ଏସିଡ ସ୍ୱାଦ ଅନୁଭବ ହୁଏ ଓ ହାର୍ଟବର୍ନ ବା ଛାତି ଜଳାପୋଡ଼ା (heartburn) ହୁଏ । ଖାଦ୍ୟ ଗିଳିବାରେ ଅସୁବିଧା ଓ ଛାତି ଯନ୍ତ୍ରଣା (chest pain) ମଧ୍ୟ ହୋଇପାରେ । ରୋଗ ଜଟିଳ ହେଲେ ଲୌହ ଅଭାବୀ ଆନିମିଆ (iron deficiency anemia), ଭଲଭ୍ୟୁଲସ ବା ଆନ୍ତ୍ରିକ ଅବରୋଧ ଆଦି ରୋଗ ହୋଇପାରେ ।ମୋଟାପଣ ଓ ବାର୍ଦ୍ଧକ୍ୟ ଦ୍ୱୟ ଏହି ରୋଗର ସର୍ବାଧିକ ସଙ୍କଟପ୍ରଦ କାରଣ । ବଡ଼ ଆଘାତ (major trauma), ସ୍କୋଲିଓସିସ ଓ କେତେକ ଅପରେଶନ ପରେ ଏହା ଦେଖାଯାଇପାରେ । କେବଳ ପାକସ୍ଥଳୀର ବଡି ହାର୍ନିଆ ହେଲେ ତାହାକୁ ସ୍ଲାଇଡିଙ୍ଗ ହାର୍ନିଆ ଓ ଏସୋଫେଗସ (esophagus) ପାଖଦେଇ ପେଟର ଅନ୍ୟ ଅଙ୍ଗର ହାର୍ନିଆ ହେଲେ ତାହାକୁ ପାରାଏସୋଫେଜିଆଲ ହାର୍ନିଆ କୁହାଯାଏ । ଏଣ୍ଡୋସ୍କୋପି (endoscopy) ଓ ମେଡିକାଲ ଇମେଜିଙ୍ଗ (medical imaging) ସାହାଯ୍ୟରେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଚିନ୍ତାଜନକ ଲକ୍ଷଣ ଥିଲେ, ଚିକିତ୍ସାକୁ ପ୍ରତିରୋଧ ହେଉଥିଲେ ବା ରୋଗୀର ବୟସ ୫୦ ବର୍ଷରୁ ଅଧିକ ହୋଇଥିଲେ ଏଣ୍ଡୋସ୍କୋପି ଆବଶ୍ୟକ ହୁଏ ।ଏହି ରୋଗର ଲକ୍ଷଣ ତିନି ଉପାୟରେ ପ୍ରଶମିତ ହୋଇପାରେ, ବିଛଣାର ମୁଣ୍ଡପାଖ ଉଚ୍ଚ କଲେ, ଓଜନ ହ୍ରାସ କଲେ ଓ ଖାଇବା ଅଭ୍ୟାସ ବଦଳେଇଲେ । ଏଚ୨ ବ୍ଲକର (H2 blockers) ବା ପ୍ରୋଟୋନ ପମ୍ପ ଇନହିବିଟର (proton pump inhibitor) ଭଳି ଔଷଧ ପ୍ରୟୋଗ କରି ଏସିଡ କମେଇଦେଲେ ଲକ୍ଷଣ ଉପସମ ହୋଇପାରେ କିନ୍ତୁ ଏହାଦ୍ୱାରା ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇପାରେ । ଔଷଧରେ ଉନ୍ନତି ନହେଲେ ଲାପାରୋସ୍କୋପିକ ଫଣ୍ଡୋପ୍ଲିକେସନ (laparoscopic fundoplication) ଅପରେଶନ (surgery) କରାଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୧୦ରୁ ୮୦% ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ପାରାଦୀପ ବନ୍ଦର (20°15′55.44″N 86°40′34.62″E) ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଏକ କୃତ୍ରିମ ବନ୍ଦର । ଏହା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳିରେ ଅବସ୍ଥିତ। ଏହା ଓଡ଼ିଶାର ଏକମାତ୍ର ଓ ଭାରତର ୧୧ଶ ବୃହତ ବନ୍ଦର ଅଟେ । ଏହି ବନ୍ଦର ଦେଇ ମୁଖ୍ୟତଃ ଲୌହପଥର ଓ କୋଇଲା ରପ୍ତାନୀ କରାଯାଉଥିଲା ବେଳେ ରାଜ୍ୟରେ ଅବସ୍ଥିତ ଇସ୍ପାତ କାରଖାନା ନିମନ୍ତେ କୋକିଙ୍ଗ କୋଇଲା ତଥା ସାର କାରଖାନା ନିମନ୍ତେ ଫସପେଟ ଆଦି ଆମଦାନୀ କରାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ହେପାଟାଇଟିସ ସି ଏକ ସଂକ୍ରାମକ ରୋଗ ଯାହା ହେପାଟାଇଟିସ ସି ଭୁତାଣୁ (ଏଚସିଭି) ଯୋଗୁ ହୁଏ ଓ ଏହା ପ୍ରାଥମିକ ଭାବରେ ଯକୃତକୁ ଆକ୍ରମଣ କରେ । ରୋଗ ଆରମ୍ଭରେ ସାମାନ୍ୟ ବା କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ବେଳେବେଳେ ଜ୍ୱର, ଗାଢ଼ ପରିସ୍ରା, ପେଟ ଯନ୍ତ୍ରଣା ଓ ହଳଦିଆ ଚର୍ମ ହୁଏ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ପ୍ରାୟ ୭୫%ରୁ ୮୫% ଲୋକଙ୍କର ଯକୃତରେ ଭୁତାଣୁ ବଞ୍ଚିରହେ । ରୋଗ ସ୍ଥାୟୀ ବା କ୍ରନିକ ହୋଇଗଲେ ଆରମ୍ଭରୁ କୌଣସି ଲକ୍ଷଣ ଦେଖାଏ ନାହିଁ । ଅନେକ ବର୍ଷ ପରେ ଏହାଦ୍ୱାର ଯକୃତ ରୋଗ ହୁଏ ଓ ବେଳେବେଳେ ସିରୋସିସ ହୁଏ । କେତେକ କେଶ୍ରେ ସିରୋସିସରୁ ଯକୃତ ଫେଲ୍, ଯକୃତ କର୍କଟ ବା ଏସୋଫେଜିଆଲ ଓ ଗ୍ୟାସ୍ଟ୍ରିକ ଭାରିସେସ ହୁଏ । ହେପାଟାଇଟିସ ସି ମୂଖ୍ୟତଃ ରକ୍ତରୁ ରକ୍ତ ସଂସ୍ପର୍ଶରେ ଆସି ବ୍ୟାପେ ଯେପରିକି ଶିରାଭ୍ୟନ୍ତର ଡ୍ରଗ ବ୍ୟବହାର, ଅଣଶୋଧିତ ଡାକ୍ତରୀ ଯନ୍ତ୍ରପାତି, ସ୍ୱାସ୍ଥ୍ୟସେବାରେ ଛୁଞ୍ଚି ଆଘାତ ଓ ରକ୍ତ ସଂଚାରଣ ମାଧ୍ୟମରେ ହୁଏ । ରକ୍ତ ସ୍କ୍ରିନିଙ୍ଗ କଲାପରେ ୨ ନିୟୁତରେ ଗୋଟିଏ ସଞ୍ଚାରଣଦ୍ୱାରା ରୋଗ ସଙ୍କଟ ରହେ । ପ୍ରସବ ସମୟରେ ମାତାଠାରୁ ଶିଶୁ ସଂକ୍ରମିତ ହୋଇପାରେ । ଏହା ସ୍ଥୁଳ ସ୍ପର୍ଶରେ ସଞ୍ଚାରିତ ହୁଏ ନାହିଁ । ପାଞ୍ଚ ପ୍ରକାର ହେପାଟାଇଟିସ ଭୁତାଣୁ ଅଛନ୍ତି ଯଥା:- ଏ, ବି, ସି, ଡି, ଓ ଇ.
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଜଗତସିଂହପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଜଗତସିଂହପୁର (କ୍ରମିକ ସଂଖ୍ୟା: ୧୦୪) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।