ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୫ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ବୋନ୍ନେଟ୍ ମାଙ୍କଡ଼ (ଈଂରାଜୀରେ bonnet macaque)କୁ ଚ୍ୟାମ୍ଵର୍ସ୍ ଈଂରାଜୀ ଶବ୍ଦକୋଶରେ “ଜ୍ୟାଟି” ବୋଲି କୁହାଯାଇଛି । ଏହି ମାଙ୍କଡ଼ର ଜୀବବିଜ୍ଞାନ ନାମ ହେଲା ମକାକା ରେଡ଼ିଆଟା (Macaca radiata) ଓ ଏହା ଦକ୍ଷିଣ ଭାରତରେ ଦେଖାଯାଏ । ଗୋଦାବରୀ ନଦୀ ଓ ତାପ୍ତୀ ନଦୀ ଏହାର ଉତ୍ତର ସୀମା ନିର୍ଦ୍ଧାରଣ କରୁଥିବା ବେଳେ, ଭାରତୀୟ ମହାସାଗର ଏହାର ବ୍ୟାପ୍ତିକ୍ଷେତ୍ରର ଦକ୍ଷିଣ ସୀମା ନିର୍ଦ୍ଧାରଣ କରେ । ଭାରତରେ ଏମାନେ ନିଜର ଅଧିବାସରେ ଏମାନଙ୍କ ପ୍ରତିଦ୍ଵନ୍ଦୀ ନାଲିମୁହାଁ ପାତି ମାଙ୍କଡ଼ ମଧ୍ୟ ବିଚରଣ କରନ୍ତି । ଗତ କିଛି ଦଶନ୍ଧିରେ ଲୋକଙ୍କଦ୍ଵାରା ଭୂମିର ବ୍ୟବହାରରେ ବହୁତ ପରିବର୍ତ୍ତନ ହୋଇଥିବାରୁ ପାତି ମାଙ୍କଡ଼ମାନଙ୍କ କ୍ଷେତ୍ର ଓ ବୋନ୍ନେଟ୍ ମାଙ୍କଡ଼ମାନଙ୍କ କ୍ଷେତ୍ରର ସୀମା ମଧ୍ୟ ବହୁ ମାତ୍ରାରେ ପରିବର୍ତ୍ତିତ ହୋଇଛି । ଏହା ଯୋଗୁଁ ବୋନ୍ନେଟ୍ ମାଙ୍କଡ଼ମାନଙ୍କ ସଂରକ୍ଷଣ ସ୍ଥିତି ଖରାପ ହୋଇଛି । ଏହି ପ୍ରଜାତିର ଆଦି ବାନରମାନେ ଦିବାଚର । ବୋନ୍ନେଟ୍ ମାଙ୍କଡ଼ମାନଙ୍କ ଶରୀରର ଦୈର୍ଘ୍ୟ ୩୫-୬୦ ସେଣ୍ଟିମିଟର୍ । ଏମାନଙ୍କ ଲାଙ୍ଗୁଡ଼ ପ୍ରାୟ ୩୫-୬୮ ସେ.ମି. ଲମ୍ଵା । ଅଣ୍ଡିରା ବୋନ୍ନେଟ୍ ମାଙ୍କଡ଼ମାନେ ୫.୫-୯ କି.ଗ୍ରା. ଓ ମାଈ ମାଙ୍କଡ଼ମାନେ ୩.୫-୪.୫ କି.ଗ୍ରା.
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଏନସେଫାଲାଇଟିସ (ଇଂରାଜୀ ଭାଷାରେ Encephalitis) ରୋଗରେ ମାନବ ମସ୍ତିଷ୍କର (brain) ପ୍ରଦାହ (inflammation) ହୁଏ । ସାଂଘାତିକ ହେବା ପରିବର୍ତ୍ତନଶୀଳ । ମୁଣ୍ଡ ବିନ୍ଧା, ଜ୍ୱର, ମାନସିକ ଦ୍ୱନ୍ଦ୍ୱ (confusion), ଅନମନୀୟ ବେକ, ବାନ୍ତି (vomiting) ଇତ୍ୟାଦି ଲକ୍ଷଣମାନ ଏ ରୋଗରେ ଦେଖାଯାଏ । ରୋଗ ସାଂଘାତିକ ହେଲେ ବାତ (Seizures), କହିବା ସମସ୍ୟା, ସ୍ମୃତି ସମସ୍ୟା (memory problems), ଶ୍ରବଣ ସମସ୍ୟା (hearing) ଇତ୍ୟାଦି ସୃଷ୍ଟି ହୁଏ ।ଏନସେଫାଲାଇଟିସ ରୋଗ ଅନେକ ପ୍ରକାରର ଭୁତାଣୁ (virus) ଯୋଗୁ ହୋଇପାରେ ଯଥା:- ହର୍ପିସ ସିମ୍ପ୍ଲେକ୍ସ ଭୁତାଣୁ (herpes simplex virus), ଜଳାତଙ୍କ, ଜୀବାଣୁ (en:bacteria) ଓ ପରଜୀବୀ (en:parasites) । ଏହା ବ୍ୟତୀତ ଅଟୋଇମ୍ମ୍ୟୁନ ରୋଗ (autoimmune diseases) ଓ କେତେକ ଔଷଧ ଯୋଗୁ ମଧ୍ୟ ହୋଇପାରେ । ଅନେକ କ୍ଷେତ୍ରରେ ଏହାର କାରଣ ସ୍ପଷ୍ଟ ହୋଇପାରେନି । ଦୁର୍ବଳ ଇମ୍ମ୍ୟୁନ ପ୍ରଣାଳୀ (weak immune system) ଯୋଗୁ ମଧ୍ୟ ଏହା ହୋଇପାରେ । ଲକ୍ଷଣ ଅନୁଯାୟୀ ନିର୍ଣ୍ଣୟ କରିବା ପରେ ରକ୍ତ ପରୀକ୍ଷା (blood tests), ମେଡିକାଲ ଇମେଜିଙ୍ଗ (medical imaging), ସେରେବ୍ରୋସ୍ପାଇନାଲ ଫ୍ଲୁଇଡ (cerebrospinal fluid) ଆନାଲିସିସ ପରୀକ୍ଷା କରି ରୋଗ ନିଶ୍ଚିତ କରାଯାଏ । ଟିକା (vaccine) ପ୍ରଦାନ କରି କିଛି ଏନସେଫାଲାଇଟିସ ରୋଗ ପ୍ରତିରୋଧ କରିହୁଅ । ଆଣ୍ଟିଭାଇରାଲ ଔଷଧ (antiviral medication) ଯେପରିକି ଆସାଇକ୍ଲୋଭିର, ଆଣ୍ଟିକନଭଲସାଣ୍ଟ (anticonvulsants) ଓ କର୍ଟିକୋସ୍ଟିରଏଡ (corticosteroids) ଦେଇ ଚିକିତ୍ସା କରାଯାଇପାରେ । ସାଧାରଣତଃ ଡାକ୍ତରଖାନାରେ ଚିକିତ୍ସା କରାଯାଏ । କେତେକ ରୋଗୀ କୃତ୍ରିମ ଶ୍ୱାସକ୍ରିୟା (artificial respiration) ଆବଶ୍ୟକ କରନ୍ତି । ପରିସ୍ଥିତି ନିୟନ୍ତ୍ରଣରେ ଆସିବା ପରେ ରିହାବିଲିଟେସନ (rehabilitation) କାର୍ଯ୍ୟକ୍ରମ ହାତକୁ ନିଆଯାଏ । ସାରା ପୃଥିବୀରେ ସନ ୨୦୧୫ରେ ୪.୩ ନିୟୁତ ଲୋକଙ୍କୁ ଏହି ରୋଗ ହୋଇଥିଲା ଓ ୧୫୦,୦୦୦ ଲୋକ ମୃତ୍ୟୁ ବରଣ କରିଥିଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ହେଲେନ ଏଡ଼ମ୍ସ କେଲର (୨୭ ଜୁନ ୧୮୮୦-୧ ଜୁନ ୧୯୬୮) ଜଣେ ଆମେରିକୀୟ ଲେଖିକା, ରାଜନୈତିକ କାର୍ଯ୍ୟକର୍ତ୍ତ୍ରୀ ଓ ଅଧ୍ୟାପିକା ଥିଲେ। ସେ କଳା ସ୍ନାତକ ଅର୍ଜନ କରିଥିବା ପ୍ରଥମ ବଧିର ଓ ଦୃଷ୍ଟିହୀନ ଥିଲେ। ଏନି ସୁଲେବନଙ୍କ ପ୍ରଶିକ୍ଷଣରେ ୬ ବର୍ଷ ବୟସରୁ ଆରମ୍ଭ କରି ୪୧ ବର୍ଷ ବୟସ ମଧ୍ୟରେ ହେଲେନ୍ ସଫଳତାର ଶୀର୍ଷରେ ପହଞ୍ଚିଥିଲେ। ଏନି ଓ ହେଲେନଙ୍କ କାହାଣୀ ସମସ୍ତଙ୍କୁ ଆକର୍ଷିତ କରିଥିଲା। ହିନ୍ଦୀରେ ୨୦୦୯ରେ ସଞ୍ଜୟ ଲୀଳା ଭାନ୍ସାଲି ଏହି କଥନ ଉପରେ ଆଧାରିତ ବ୍ଲାକ୍ ନାମକ ଏକ ଫିଲ୍ମ ତିଆରି କରିଥିଲେ। ହେଲେନ ଜଣେ ଉତ୍ତମ ଲେଖିକା ଥିଲେ। ସେ ତାଙ୍କର ଅଧିକାଂଶ ଲେଖାରେ ଯୁଦ୍ଧକୁ ବିରୋଧ କରିଛନ୍ତି । ସମାଜବାଦୀ ଦଳର ଏକ ସଦସ୍ୟ ରୂପେ ସେ ଅମେରିକା ତଥା ସମଗ୍ର ବିଶ୍ୱର ଶ୍ରମିକ ଓ ମହିଳା ମାନଙ୍କ ମତାଧିକାର, ଶ୍ରମ ଅଧିକାର ସପକ୍ଷରେ ଏବଂ ସମାଜବାଦୀ ଓ କଠୋରପନ୍ଥୀ ଶକ୍ତି ଗୁଡିକ ବିରୁଦ୍ଧରେ ଅଭିଯାନ ଚଳାଇଥିଲେ ।
ରଥଯାତ୍ରା ଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ଵାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶୃତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି । ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ସୋନା ମହାପାତ୍ର ଓଡ଼ିଶାର ଭୁବନେଶ୍ଵରରେ ଜନ୍ମିତ ଜଣେ ଭାରତୀୟ ଗାୟିକା ଓ ଗୀତ ଲେଖିକା । ଭାରତରେ ଜଣାଶୁଣା, ଏହି ଗାୟିକା ଜଗତର ଅନେକ ମଞ୍ଚ ସଙ୍ଗୀତ କାର୍ଯ୍ୟକ୍ରମରେ ସଙ୍ଗୀତ ପରିବେଷଣ କରିଛନ୍ତି ଓ ତାହାଙ୍କର ସଙ୍ଗୀତ ଆଲବମ, ଏକକ ସଙ୍ଗୀତ ପରିବେଷଣ, ମଞ୍ଚ ପରିବେଷଣ, ସଙ୍ଗୀତ ଭିଡ଼ିଓ, ବଲିଉଡ଼ କଥାଚିତ୍ର ଓ ପ୍ରଚାରରେ ବ୍ୟବହାର ହୋଇଛି । ସେ ମଧ୍ୟ ଡେଭିଡ଼ ବୋଇ, "ଲେଟ୍ସ ଡାନ୍ସ (ଡେଭିଡ଼ ବୋଇଙ୍କ ସଙ୍ଗୀତ)"ରେ, ତଥା INXSରେ "ଆଫଟର ଗ୍ଲୋ (INXS ସଙ୍ଗୀତ)ରେ କଣ୍ଠଦାନ କରିଛନ୍ତି ଯାହା ସୁପରିଚିତ ହୋଇଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଅରୁଣାଚଳୀ ମାଙ୍କଡ଼ (ଜୀବବିଜ୍ଞାନ ନାମ ମକାକା ମୁଞ୍ଜାଲା (Macaca Munzala)) ଉତ୍ତର-ପୂର୍ବ ଭାରତର ଅରୁଣାଚଳ ପ୍ରଦେଶ ଅଞ୍ଚଳରେ ଦୃଶ୍ୟମାନ ହୁଅନ୍ତି । ଏହି ପ୍ରଜାତିର ଆଦି ବାନରମାନଙ୍କ ଆକାର ବଡ଼ ଓ ଲାଞ୍ଜଟି ଅପେକ୍ଷାକୃତ ଛୋଟ । ଏହି ମାଙ୍କଡ଼ର ଜୀବବିଜ୍ଞାନ ନାମରେ ବ୍ୟବହୃତ “ମୁଞ୍ଜାଲା” ଶବ୍ଦର ଦିରାଂଗ୍ ମୋଂପା ଜାତିର ଲୋକମାନଙ୍କ ଭାଷାରେ ଅର୍ଥ ହେଲା “ଘଞ୍ଚ ଜଙ୍ଗଲର ମାଙ୍କଡ଼” । ଭାରତର ଆଦି ବାନର ବିଶେଷଜ୍ଞ ଅନୱରୁଦ୍ଦିନ ଚୌଧୁରୀ ୧୯୯୭ ମସିହାରେ ଏହାର ଆବିଷ୍କାର କରିଥିଲେ କିନ୍ତୁ ସେତେବେଳେ ଏହାକୁ ଏକ ନୂତନ ପ୍ରଜାତି ବୋଲି ଅଭିହିତ କରାଯାଇନଥିଲା । କାରଣ ପ୍ରଥମେ ସେ ଏହି ମାଙ୍କଡ଼କୁ ତିବ୍ବତୀୟ ମାଙ୍କଡ଼ (ବା ପେରେ ଡେଭିଡ୍ସ୍ ମକାକ୍)ର ଏକ ଉପପ୍ରଜାତି ବୋଲି ଭାବିଥିଲେ । ପରେ ୨୦୦୪ ମସିହାରେ ଭାରତର ପ୍ରକୃତି ସଂରକ୍ଷଣ ସଂଘର କେତେକ ବୈଜ୍ଞାନିକ ଏହାକୁ ଏକ ନୂତନ ପ୍ରଜାତି ଭାବେ ଚିହ୍ନଟ କରିଥିଲେ । ୧୯୦୩ ମସିହାରେ ଇଣ୍ଡୋନେସିଆର ପାଗାଇ ଦ୍ଵୀପର ମାଙ୍କଡ଼ ଆବିଷ୍କୃତ ହେବାପରେ ଏହା “ମକାକ୍” ଶ୍ରେଣୀର ଆବିଷ୍କୃତ ପରବର୍ତ୍ତୀ ମାଙ୍କଡ଼ । ଉନ୍ନତ ମାନର ଫଟୋଚିତ୍ର ଯୋଗୁଁ ଏହି ମାଙ୍କଡ଼ ସ୍ଵତନ୍ତ୍ର ପ୍ରଜାତି ଭାବେ ଗୃହୀତ ହେଲା । ୨୦୧୧ ମସିହାରେ କେତେକ ବୈଜ୍ଞାନିକ ଏହାକୁ ଆସାମୀୟ ମାଙ୍କଡ଼ର ଏକ ଭିନ୍ନ ରୂପ ଓ ଏହାକୁ ଏକ ଉପ-ପ୍ରଜାତି ରୂପେ ଅଭିହିତ କରାଯିବା ଉଚିତ ବୋଲି ମତ ରଖିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।