ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନ ଦ୍ବାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୫ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଜାପାନିଜ ଏନସେଫାଲାଇଟିସ ବା ଜେଇ (Japanese encephalitis/ JE) ଏକ ମସ୍ତିଷ୍କର (brain) ସଂକ୍ରାମକ ରୋଗ ଯାହା ଜାପାନିଜ ଏନସେଫାଲାଇଟିସ ଭୂତାଣୁଦ୍ୱାରା (Japanese encephalitis virus) ହୁଏ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ନ ଥାଏ କିନ୍ତୁ କ୍ୱଚିତ କେଶରେ ଏନସେଫାଲାଇଟିସ (inflammation of the brain occurs) ଲକ୍ଷଣ ଦେଖାଯାଏ । ରୋଗ ହେଲେ ମୁଣ୍ଡ ବିନ୍ଧା, ଜ୍ୱର, ବାନ୍ତି, ମାନସିକ ଦ୍ୱନ୍ଦବ (confusion), ଅପସ୍ମାର ବାତ (seizures) ଲକ୍ଷଣମାନ ଦେଖାଯେ । ସଂକ୍ରମଣର ୫-୧୫ ଦିନ ପରେ ଲକ୍ଷଣ ବାହାରେ । କ୍ୟୁଲେକ୍ସ ପ୍ରଜାତିର (Culex) ମଶାଦ୍ୱାରା ଏହି ରୋଗର ଭୂତାଣୁ ବ୍ୟାପିଥାଏ । ଘୁଷୁରୀ (Pigs) ଓ ପକ୍ଷୀମାନଙ୍କ ଦେହରେ ଏହି ଭୂତାଣୁ ଥାଏ । ସହରତଳି ଅଞ୍ଚଳମାନଙ୍କରେ ଏ ରୋଗ ଦେଖାଯାଏ । ରକ୍ତ ଓ ସେରେବ୍ରୋସ୍ପାଇନାଲ ତରଳ ପଦାର୍ଥ (cerebrospinal fluid) ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗର ପ୍ରତିଷେଧ ନିମନ୍ତେ ଜାପାନୀ ଏନକେଫାଲାଇଟିସ୍ ଟିକା (Japanese encephalitis vaccine) ଦିଆଯାଏ ଯାହା ପ୍ରଭାବଶାଳୀ ଓ ବିପଦଶୂନ୍ୟ । ଅନ୍ୟ ପନ୍ଥାରେ ମଶା ନ କାମୁଡ଼ିବା ଉପାୟ ଅବଲମ୍ବନ କରାଯାଏ । ରୋଗ ଆରମ୍ଭ ହେଲେ ଏହାର କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନଥାଏ ଓ କେବଳ ସାହାଯ୍ୟକାରୀ ଯତ୍ନ (Supportive care) ନିଆଯାଏ । ସାଧାରଣତଃ ଡାକ୍ତରଖାନାରେ ଏ ରୋଗର ଚିକିତ୍ସା କରାଯାଏ । ପ୍ରାୟ ଅର୍ଦ୍ଧେକ ସଂଖ୍ୟକ ରୋଗୀଙ୍କର ସ୍ଥାୟୀ ସମସ୍ୟା ରହେ । ସାଧାରଣତଃ ଦକ୍ଷିଣପୂର୍ବ ଏସିଆ (Southeast Asia) ଓ ପଶ୍ଚିମ ପାସିଫିକ (Western Pacific) ଅଞ୍ଚଳରେ ଜାପାନିଜ ଏନସେଫାଲାଇଟିସ ରୋଗ ଅଧିକ ଦେଖାଯାଏ । ଏହି ଅଞ୍ଚଳରେ ପ୍ରାୟ ୩ ଶହ କୋଟି (3 billion) ଲୋକ ବାସ କରନ୍ତି । ପ୍ରତି ବର୍ଷ ପ୍ରାୟ ୬୮,୦୦୦ ଲୋକଙ୍କୁ ଏହି ରୋଗ ହୁଏ ଓ ୧୭,୦୦୦ ଲୋକ ମୃତ୍ୟୁ ବରଣ କରନ୍ତି । ଅନେକ ସମୟରେ ରୋଗ ମହାମାରୀ (outbreaks) ଆକାର ଧାରଣ କରେ । ସନ ୧୮୭୧ରେ ପ୍ରଥମେ ଏହି ରୋଗ ବିଷୟରେ ସବିଶେଷ ବର୍ଣ୍ଣନା କରାଯାଇଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।