ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁମନୀ ଝୋଡ଼ିଅା ରାୟଗଡ଼ା ଜିଲ୍ଲା କାଶୀପୁର ଅନ୍ତଗର୍ତ ନିପଟ ଅାଦିବସୀ ଗାଅାଁ ଶିରିଗୁଡ଼ାର ଜଣେ ଅପାେଠାଇ ମହିଳା । ତାଙ୍କର ମଦ ବିରୋଧୀ ଅଭିଯାନ ୧୯୯୧ ମସିହାରେ ତାଙ୍କୁ ଜଣେ ସାହସୀ ନାରୀ ଓ ସମାଜସେବୀକାର ପରିଚୟ ପ୍ରଦାନ କରିଥିଲା । ଜଣେ ଅାଦିବାସୀ ନାରୀ ନିଜ ଅଞ୍ଚଳରୁ ମଦ ଉେଚ୍ଛଦ କରିବା ନିମେନ୍ତ ତତ୍କାଳୀନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସମ୍ମୁଖରେ ସାହସୀକତା ପ୍ରଦାନ କରିବା ତାଙ୍କୁ ସ୍ୱତନ୍ତ୍ର ସେଜଇଥିଲା । ଚାକଚକ୍ୟ ଓ ସମାଜ ସେଚତନତାଠାରୁ ବହୁ ଦୂରେର ରହିଥିବା ସୁମନୀ ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ତାଙ୍କର ଦାୟିତ୍ୱେବାଧ ପ୍ରତି ସେଚତନ କରାଇ ପାଲଟି ଯାଇଥିଲେ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁନ୍ଦରଗଡ଼ର ସଲମନ ଖାଁ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ଆଥେରୋସ୍କ୍ଲେରୋସିସ (ଇଂରାଜୀ ଭାଷାରେ Atherosclerosis) ଏକ ବେମାରୀ ଯେଉଁଥିରେ ଆଥେରୋମା ନାମକ ଏକ ପ୍ଲେକ ବା ମଇଳା ପ୍ୟାଚ ଦାଗ ଧମନୀ (artery) ଭିତରେ ଜମା ହୋଇ ତାକୁ ଅଣଓସାରିଆ କରିଦିଏ । ପ୍ରାରମ୍ଭରେ କୋଣସି ଲକ୍ଷଣ ଦେଖାଯାଏନାହିଁ । ଅଧିକ ଅଣଓସାରିଆ ହୋଇଗଲେ ଧମନୀ ସ୍ଥାନ ଅନୁସାରେ କରୋନାରୀ ଧମନୀ ରୋଗ, ଷ୍ଟ୍ରୋକ, ପ୍ରାନ୍ତୀୟ ଧମନୀ ରୋଗ, ବୃକ୍କ ସମସ୍ୟା (kidney problems) ସୃଷ୍ଟି ହୁଏ । ପ୍ରାୟ ମଧ୍ୟ ବୟସ ନହେଲେ ଲକ୍ଷଣ ପ୍ରକାଶ ପାଏନାହିଁ । ଏହି ରୋଗର ସଠିକ କାରଣ ନିର୍ଣ୍ଣୟ ହୋଇନାହିଁ । ଉଚ୍ଚ ରକ୍ତଚାପ, ମଧୁମେହ, ଧୂମ୍ରପାନ (smoking), ମୋଟାପଣ, ପାରିବାରିକ ଇତିହାସ, ଅଧିକ କୋଲେସ୍ଟେରଲ ଥବା ଖାଦ୍ୟ (abnormal cholesterol levels) ଇତ୍ୟାଦି ଅବସ୍ଥା ଥିଲେ ଏହି ରୋଗ ସଙ୍କଟ ରହେ । ରକ୍ତରେ ଥିବା ଚର୍ବି, କୋଲେସ୍ଟେରଲ (cholesterol), କ୍ୟାଲସିଅମ (calcium) ଓ ଅନ୍ୟାନ୍ୟ କେତେକ ପଦାର୍ଥକୁ ନେଇ ପ୍ଲେକ ଗଠିତ ହୁଏ । ଧମନୀରେ ଅଭ୍ୟନ୍ତର ସରୁ ହେବା ଫଳରେ ଅମ୍ଳଜାନ ଥବା ରକ୍ତ ସରବରାହ ବିଭିନ୍ନ ସ୍ଥାନକୁ ଯାଇପାରେନାହିଁ । ରୋଗୀ ପରୀକ୍ଷା, ଇସିଜି (electrocardiogram) କରି ରୋଗ ନିର୍ଣ୍ଣୟ କରାଯାଏ ।ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ, ବ୍ୟାୟାମ, ଧୂମ୍ରପାନ ନିଷେଧ, ସାଧାରଣ ଓଜନ କାଏମ ସାହାଯ୍ୟରେ ଏ ରୋଗ ପ୍ରତିରୋଧ କରିବା ସମ୍ଭବପର ହୁଏ । ରୋଗ ନିଶ୍ଚିତ ହେଲା ପରେ ଉଚ୍ଚ ରକ୍ତଚାପ କମେଇବା ଔଷଧ, ରକ୍ତ ଜମାଟ କମ କରିବା ଔଷଧ ଯେପରିକି ଆସ୍ପିରିନ ଓ ସ୍ଟାଟିନ (statin) ଭଳି କୋଲେସ୍ଟେରଲ କମ କରିବା ଔଷଧ ଦିଆଯାଏ । ଏହା ବ୍ୟତୀତ ଆବଶ୍ୟକ ସ୍ଥଳେ ପରକ୍ୟୁଟାନିଅସ କରୋନାରି ଇଣ୍ଟରଭେନସନ (percutaneous coronary intervention), କରୋନାରୀ ଅର୍ଟେରି ବାଇପାସ ଗ୍ରାଫ୍ଟ (coronary artery bypass graft) ବା କ୍ୟାରୋଟିଡ ଏଣ୍ଡଆର୍ଟେରେକ୍ଟୋମି (carotid endarterectomy) ଆଦି ଅପରେଶନ କରାଯାଇପାରେ ।ଯୁବାବସ୍ଥାରେ ଲୋକଙ୍କୁ ଏହି ରୋଗ ଆରମ୍ଭ ହୋଇ ବୟସ ବୃଦ୍ଧି ସହିତ ଦିନକୁ ଦିନ ଖରାପ ଆଡ଼କୁ ଯାଏ । ୬୫ ବର୍ଷ ବୟସ ବେଳକୁ ପ୍ରାୟ ସବୁ ମଣିଷଙ୍କର ଆଥେରୋସ୍କ୍ଲେରୋସିସ ହୋଇଯାଏ । ବିକଶିତ ଦେଶରେ (developed world) ପଙ୍ଗୁତ୍ୱ ଓ ମୃତ୍ୟୁର ପ୍ରଥମ କାରଣ ରୁପେ ଏ ରୋଗ ବିବେଚିତ ହୁଏ । ସନ ୧୫୭୫ରେ ପ୍ରଥମେ ଏହି ରୋଗ ବିଷୟ ବର୍ଣ୍ଣନା କରାଯାଇଥିଲା । କିନ୍ତୁ ପ୍ରାୟ ୫,୦୦୦ ବର୍ଷ ପୂର୍ବରୁ ଏହି ରୋଗ ଆକ୍ରମଣ କରୁଥିବାର ପ୍ରମାଣ ମିଳୁଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପୃଥିବୀ ପୃଷ୍ଠଭାଗରେ ମୌଳିକ ଗୁଡ଼ିକର ବହୁଳତା
ଏହି ଟେବୁଲଟି ପୃଥିବୀ ପୃଷ୍ଠରେ ମୌଳିକ ଗୁଡ଼ିକର ବହୁଳତା ଦର୍ଶାଉଛି । ସଂଖ୍ୟା ଗୁଡ଼ିକ ପ୍ରତିଶତ (percentage) କିମ୍ବା parts per million (ppm) in mass; ୧୦,୦୦୦ ppm = ୧% ସୁଚାଉଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ନ୍ୟାୟାଧୀଶଙ୍କ (ନିଯୁକ୍ତି ସମ୍ବନ୍ଧିତ) ତିନି ମାମଲା
ଭାରତର ସାମ୍ବିଧାନିକ ବ୍ୟବସ୍ଥାରେ ରାଷ୍ଟ୍ରପତି ଭାରତର ମୁଖ୍ୟ ନ୍ୟାୟାଧୀଶ ତଥା ଅନ୍ୟ ବରିଷ୍ଠ ନ୍ୟାୟାଧୀଶଙ୍କ ପରାମର୍ଶ କ୍ରମେ ଭାରତର ଉଚ୍ଚତମ ନ୍ୟାୟାଳୟ ତଥା ରାଜ୍ୟଗୁଡିକର ଉଚ୍ଚ ନ୍ୟାୟାଳୟ ଗୁଡିକରେ ବିଚାରପତି ନିଯୁକ୍ତି ତଥା ବଦଳି କରିବେ । ଏହି ଆଧାରରେ ପ୍ରାରମ୍ଭିକ ଅବସ୍ଥାରେ କେନ୍ଦ୍ର କ୍ୟାବିନେଟ ଦ୍ୱାରା ସୁପାରିଶ କରାଯାଇଥିବା ତାଲିକାରୁ ବିଚାରପତିମାନଙ୍କ ନିଯୁକ୍ତି କରାଯାଉଥିଲା । ତେବେ S. P. Gupta v.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଭୁ ମହାପାତ୍ର ଜଣେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଫ୍ୟାସନ ଡିଜାଇନର । ସେ ୧୯୭୨ ମସିହା ଜୁନ ମାସ ୭ ତାରିଖରେ ରାଉରକେଲାଠାରେ ଜନ୍ମଗ୍ରହଣ କରିଥିଲେ । ୧୯୯୬ ମସିହାରେ ଜନ୍.ଏମ୍.ହଣ୍ଟସମ୍ୟାନ ସ୍କୁଲ ଅଫ ବିଜିନେସରୁ ଅର୍ଥନୀତିରେ ସ୍ନାତକୋତ୍ତର ଉପାଧୀ ଅର୍ଜନ କରିଥିଲେ । ୧୯୯୭ ମସିହାରେ, ନ୍ୟୁୟର୍କର ଫ୍ୟାସନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜୀରେ ଫ୍ୟାସନ ପାଠ୍ୟକ୍ରମରେ ଯୋଗଦାନ କରିଥିଲେ । ଫ୍ୟାସନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜୀରେ ପଢିବା ସମୟରେ ହିଁ ସେ ବର୍ଷର ଶ୍ରେଷ୍ଠ ସାନ୍ଧ୍ୟ ପୋଷାକ ଡିଜାଇନର ଭାବରେ ପୁରସ୍କୃତ ହୋଇଥିଲେ । ଫ୍ୟାସନ ଇନଷ୍ଟିଚ୍ୟୁଟ ଅଫ ଟେକନୋଲୋଜୀରୁ ପାସ କରିବା ପରେ ତାଙ୍କୁ 'ହଲଷ୍ଟନ' ପକ୍ଷରୁ ସହାୟକ ଡିଜାଇନର ଭାବରେ କାମ କରିବାର ସୁଯୋଗ ମିଳିଥିଲା । ୧୯୯୯ ମସିହାରେ ତାଙ୍କୁ 'ଜେ.ମେଣ୍ଡେଲ'ର ଡିଜାଇନ ଡାଇରେକ୍ଟର ରୂପେ ନିଜୁକ୍ତି ମିଳିଥିଲା ଓ ଆଗାମୀ ୧୦ ବର୍ଷ ଭିତରେ ସେ 'ଜେ.ମେଣ୍ଡେଲ'କୁ ଏକ ଯୁବସୁଲଭ ରୂପ ଦେବାରେ ସଫଳ ହୋଇଥିଲେ । ଏହି ସମୟରେ ତାଙ୍କ କାମର ଚର୍ଚା 'ଷ୍ଟାଇଲ ଡଟ କମ', 'ଡିଏନଏ', 'ନ୍ୟୁୟର୍କ ମାଗାଜିନ','ଫୋର୍ବସ ମାଗାଜିନ', 'ଭୋଗ୍' ଆଦି ପ୍ରମୁଖ ଫ୍ୟାସନ ମାଗାଜିନରେ ବରାବର ହୋଇଆସୁଥିଲା । ୨୦୦୮ ମସିହାରେ ସେ 'ଜେ.ମେଣ୍ଡେଲ'ରୁ ଇସ୍ତଫା ଦେଇ ନିଜର ସ୍ଵତନ୍ତ୍ର କାମ ଆରମ୍ଭ କଲେ । ସେବେଠାରୁ ସେ ନ୍ୟୁୟର୍କରେ ରହି ଫ୍ୟାସନ କ୍ଷେତ୍ରରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ତାଙ୍କଦ୍ଵାରା ନିର୍ମିତ ପୋଷାକକୁ 'ଆଞ୍ଜେଲିନା ଜୋଲି', 'କେଟ ବ୍ଲାଞ୍ଚେଟ', 'ସିଏନା ମିଲର', 'ଗ୍ଲେନ କ୍ଲୋଜ', 'କଟ୍ରିନା କେଫ', 'ଦୀପିକା ପାଦୁକୋନ' ଆଦି ବହୁ ବିଶିଷ୍ଟ ମହିଳାମାନେ ପରିଧାନ କରି, ତାଙ୍କୁ ଜଣେ ଉଚ୍ଚକୋଟିର ଡିଜାଇନରର ମାନ୍ୟତା ପ୍ରଦାନ କରିଛନ୍ତି । ନିକଟ ଅତୀତରେ ଆମେରିକାର ପ୍ରଥମ ମହିଳା, ରାଷ୍ଟ୍ରପତି ବରାକ ଓବାମାଙ୍କ ପତ୍ନୀ ମିସେଲ ଓବାମା ମଧ୍ୟ ବିଭୁ ମହାପାତ୍ରଙ୍କଦ୍ଵାରା ପ୍ରସ୍ତୁତ ପୋଷାକ ପରିଧାନ କରିଥିଲେ ।ବର୍ତମାନ ସେ ଓଡ଼ିଶାର ବସ୍ତ୍ରକଳାକୁ ଉପଯୋଗ କରି, ଏହାକୁ ଏକ ନୂତନ ରୂପରେ ପ୍ରସ୍ତୁତ କରିବାକୁ ଚେଷ୍ଟାରତ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବସ୍ତା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବସ୍ତା (କ୍ରମିକ ସଂଖ୍ୟା: ୩୭) ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ବିନୋଦ କାନୁନଗୋ (୬ ଜୁନ ୧୯୧୨ - ୨୨ ଜୁନ ୧୯୯୦) କଟକ ଜିଲ୍ଲାର କିଶନନଗର ଥାନାର ମଲୀପୁର ଗ୍ରାମରେ ଜନ୍ମିତ ପ୍ରସିଦ୍ଧ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଅା ଭାଷାର ବିଶ୍ବକର୍ମା।[ଆଧାର ଲୋଡ଼ା] ବୃହତ୍ ଓଡ଼ିଆ ଜ୍ଞାନକୋଷ ଜ୍ଞାନମଣ୍ଡଳର ସେ ହେଉଛନ୍ତି ମୂଳ ପ୍ରଣେତା। ଶିଶୁ ଓ କିଶୋରମାନଙ୍କ ପାଇଁ ବିନୋଦ କାନୁନଗୋଙ୍କ ଲିଖିତ ଶତାଧିକ ପୁସ୍ତକ ରହିଛି । ତାଙ୍କ ସ୍ମୃତିରେ ପ୍ରତିଷ୍ଠିତ ବିନୋଦ କାନୁନଗୋ ଓଡ଼ିଅା-ଭାଷା ଉତ୍କର୍ଷ କେନ୍ଦ୍ର ତୃଣମୂଳ ସ୍ତରରେ ଓଡ଼ିଅା ଭାଷାର ବୃଦ୍ଧି ଓ ବିକାଶର ବାର୍ତ୍ତାକୁ ନେଇ ପହଞ୍ଚାଇବାରେ ଅାଜି ଚେଷ୍ଟିତ।
ପାରମ୍ପରିକ ଭାରତୀୟ ସମାଜରେ , ମହାଲିଙ୍ଗ ଭଗବାନ ମହାଦେବ (ଶିବ)ଙ୍କର ଶକ୍ତି ଏବଂ ଅସ୍ଫୁଟର ଏକ ପ୍ରତୀକ ଅଟେ । ମହା ଶିବଲିଙ୍ଗର ଅର୍ଥ ହେଉଛି ଭଗବାନ ଶିବ (ମହାଦେବ)ଙ୍କ ଆଦି-ଅନାଦୀ ସ୍ୱରୂପ । ଶୂନ୍ୟ , ଆକାଶ , ଅନନ୍ତ ବ୍ରହ୍ମାଣ୍ଡ ଏବଂ ନିରାକାର ପରମ ପୁରୁଷଙ୍କ ପ୍ରତୀକ ହୋଇଥିବାରୁ ଏହାକୁ ଲିଙ୍ଗ କୁହାଗଲା । ସ୍କନ୍ଦ ପୁରାଣରେ କୁହାଯାଇଛି , ଆକାଶ ସ୍ୱୟଂ ଲିଙ୍ଗ ଅଟେ । ଧରତୀ ତାହାର ପୀଠ କିମ୍ବା ଆଧାର ଅଟେ ଏବଂ ସମସ୍ତ ଅନନ୍ତ ଶୂନ୍ୟରୁ ଜନ୍ମ ହୋଇଛନ୍ତି , ସେଥିରେ ଲୟ ହେବା କାରଣରୁ ତାହାଙ୍କୁ ଲିଙ୍ଗ କୁହାଗଲା । ବାତାବରଣ ସହିତ ଘୁରୁଥିବା ପୃଥିବୀ କିମ୍ବା ଅନନ୍ତ ବ୍ରହ୍ମାଣ୍ଡ (ବ୍ରହ୍ମାଣ୍ଡ ଗତିମାନ ଅଟେ)ର ଅକ୍ଷ/ଘୁରୀ (axis) ହିଁ ଲିଙ୍ଗ ଅଟେ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ଵବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ଵବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।