ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନ୍ୟାୟାଧୀଶଙ୍କ (ନିଯୁକ୍ତି ସମ୍ବନ୍ଧିତ) ତିନି ମାମଲା
ଭାରତର ସାମ୍ବିଧାନିକ ବ୍ୟବସ୍ଥାରେ ରାଷ୍ଟ୍ରପତି ଭାରତର ମୁଖ୍ୟ ନ୍ୟାୟାଧୀଶ ତଥା ଅନ୍ୟ ବରିଷ୍ଠ ନ୍ୟାୟାଧୀଶଙ୍କ ପରାମର୍ଶ କ୍ରମେ ଭାରତର ଉଚ୍ଚତମ ନ୍ୟାୟାଳୟ ତଥା ରାଜ୍ୟଗୁଡିକର ଉଚ୍ଚ ନ୍ୟାୟାଳୟ ଗୁଡିକରେ ବିଚାରପତି ନିଯୁକ୍ତି ତଥା ବଦଳି କରିବେ । ଏହି ଆଧାରରେ ପ୍ରାରମ୍ଭିକ ଅବସ୍ଥାରେ କେନ୍ଦ୍ର କ୍ୟାବିନେଟ ଦ୍ୱାରା ସୁପାରିଶ କରାଯାଇଥିବା ତାଲିକାରୁ ବିଚାରପତିମାନଙ୍କ ନିଯୁକ୍ତି କରାଯାଉଥିଲା । ତେବେ S. P. Gupta v.
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶ୍ରୀ ସତ୍ୟ ସାଇ ବାବା (ତେଲୁଗୁ: సత్య సాయిబాబా) (ଜନ୍ମ: ୨୩ ନଭେମ୍ବର ୧୯୨୬ ; ମୃତ୍ୟୁ: ୨୪ ଅପ୍ରେଲ ୨୦୧୧), ଶ୍ରୀ ସତ୍ୟ ସାଇ ବାବା (ଜନ୍ମ ନାମ - ସତ୍ୟ ନାରାୟଣ ରାଜୁ) ୨୩ ନଭେମ୍ବର ୧୯୨୬ ତାରିଖରେ ଆନ୍ଧ୍ର ପ୍ରଦେଶ ରାଜ୍ୟର ପୁଟ୍ଟପର୍ତି ଗ୍ରାମରେ ଜନ୍ମ ନେଇଥିଲେ । ବିଶ୍ଵ ସାରା ତାଙ୍କର ବହୁତ ଭକ୍ତ ଅଛନ୍ତି । ଭକ୍ତମାନେ ବାବାଙ୍କୁ ଶ୍ରୀ ସିରଡ଼ି ସାଈ ବାବାଙ୍କ ଅବତାର ମାନନ୍ତି । ବାବା ୨୪ ଅପ୍ରେଲ ୨୦୧୧ ତାରିଖରେ ଦେହତ୍ୟାଗ କରିଥିଲେ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମହାପ୍ରଭୁଙ୍କ ଦର୍ଶନ ପାଇଁ ମହାରଣୀ ଶ୍ରୀମନ୍ଦିରକୁ ବିଜେ କଲେ ତାହାକୁ ଗହଣ ବିଜେ କୁହାଯାଏ । ମହାପ୍ରଭୁଙ୍କ ଦର୍ଶନ ପାଇଁ ମହାରାଣୀ ରାଜପରିବାରର ସଦସ୍ୟଙ୍କ ଗହଣରେ ଯାତ୍ରା କରୁଥିବାରୁ ଶ୍ରୀମନ୍ଦିର ପରମ୍ପରାରେ ଏହି ଯାତ୍ରାକୁ ମହାରାଣୀଙ୍କ ଗହଣ ବିଜେ କୁହାଯାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଉପାସନା ଆରମ୍ଭ କାଳରୁ ଏହି ନୀତି ପ୍ରଚଳନ ଅଛି । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତଲିପିରେ ମହାରାଣୀଙ୍କ ଗହଣ ବିଜେ ପରମ୍ପରା ଉଲ୍ଲେଖ ଅଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ଵଜ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଇଡିଓପାଥିକ ଇଣ୍ଟ୍ରାକ୍ରାନିଆଲ ହାଇପରଟେନସନ
ଇଡିଓପାଥିକ ଇଣ୍ଟ୍ରାକ୍ରାନିଆଲ ହାଇପରଟେନସନ ବା ଆଇଆଇଏଚ (ଇଂରାଜୀ ଭାଷାରେ Idiopathic intracranial hypertension/ IIH) ଏକ ପ୍ରକାର ରୋଗ ଯେଉଁଥିରେ କୌଣସି ଅନୁସନ୍ଧାନରେ କୌଣସି କାରଣ ନଥାଇ ମଧ୍ୟ ମସ୍ତିଷ୍କ ଚାରିପଟେ ଚାପ (intracranial pressure) ବୃଦ୍ଧି ପ୍ରାପ୍ତ ହୋଇଯାଏ । ଏହି ରୋଗରେ ମୁଣ୍ଡ ବିନ୍ଧା, ଦୃଷ୍ଟି ସମସ୍ୟା, ହୃତ୍ସ୍ପନ୍ଦନ ଅନୁସାରେ କାନନାଦ ଓ କାନ୍ଧ ଯନ୍ତ୍ରଣା ଆଦି ଲକ୍ଷଣ ପ୍ରକାଶିତ ହୁଏ । ରୋଗ ଜଟିଳ ହେଲେ ଦୃଷ୍ଟିହାନୀ (Vision loss) ହୁଏ ।ଓଜନାଧିକ୍ୟ ବା ସଦ୍ୟ ଅଧିକ ଓଜନ ବୃଦ୍ଧି ହେଲେ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ଟେଟ୍ରାସାଇକ୍ଲିନ ଔଷଧ ସେବନ କଲେ ମଧ୍ୟ ଏହି ରୋଗ ଟ୍ରିଗର ହୋଇପାରେ । ଏହାର ଲକ୍ଷଣ ଦେଖାଗଲା ପରେ ଲମ୍ବର ପଙ୍କଚରରେ (lumbar puncture) ଅଧିକ ଚାପ ଥିଲେ ଓ ନିଉରୋଇମେଜିଙ୍ଗରେ (brain scan) ମଧ୍ୟ ଅନ୍ୟ କୌଣସି କାରଣ ନ ମିଳିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ, କମ ଲୁଣ, ବ୍ୟାୟାମ, ଅପରେଶନ- ଏହି ଚାରି ଉପାୟରେ ଏହାର ଚିକିତ୍ସା କରାଯାଏ । ବାରିଆଟ୍ରିକ ଅପରେଶନ (Bariatric surgery) କରି ଓଜନ କମାଯାଇପାରେ । ଏହା ସହିତ ଆସେଟାଜୋଲାମାଇଡ ଔଷଧ ମଧ୍ୟ ଆବଶ୍ୟକ ସ୍ଥଳେ ଦିଆଯାଏ । ଅଳ୍ପ ସଂଖ୍ୟକ ରୋଗୀଙ୍କର ଚାପ କମେଇବା ନିମନ୍ତେ ଅପରେଶନ ଆବଶ୍ୟକ ହୁଏ ।ପ୍ରତିବର୍ଷ ଏକ ଲକ୍ଷ ଲୋକରେ ୨ଜଣ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ବୟସା ୨୫-୫୦ ମଧ୍ୟରେ ମହିଳାମାନଙ୍କୁ ଏହି ରୋଗ ସାଧାରଣତଃ ହୁଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅଦା ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଗଦ ଗଛ ପରି ଦିଶେ । ଏ ଗଛର ମୂଳକୁ ଅଦା ଭାବରେ ବ୍ୟବହାର କରାଯାଏ । ସାରୁ, ହଳଦୀ, କପୁରା ପରି ଏଇ ଗଛର ଚେରକୁ ବ୍ୟବହାର କରାଯାଏ । ଆମ୍ବକଷିଆ ଅଦା ବୋଲି ଆଉ ଏକ ପ୍ରକାର ଅଦା ରହିଛି, କିନ୍ତୁ ତାହା ଗୁଣରେ ନିକୃଷ୍ଟ। ଓଡ଼ିଶାରେ ସର୍ବତ୍ର ଏହି ଗଛ ଦେଖାଯାଏ। ଆୟୁର୍ବେଦରେ ଅଦାକୁ ମହୌଷଧି ବୋଲି କୁହାଯାଇଛି । ଏହାକୁ କଞ୍ଚା ବେଳେ ଅଦା ଓ ଶୁଖିଗଲେ ଶୁଣ୍ଠି କୁହାଯାଏ । କଞ୍ଚା ଅଦାରେ ୮୦.୯ ପ୍ରତିଶତ ଜଳ, ୨.୩ ପ୍ରତିଶତ ପ୍ରୋଟିନ୍ ଓ ୧୨.୩ ପ୍ରତିଶତ କାର୍ବୋହାଇଡ୍ରେଟ୍ ଥାଏ । ଏହା ବ୍ୟତୀତ ଅଦାରେ ଆଇରନ୍, କ୍ୟାଲ୍ସିୟମ୍, ଆୟୋଡିନ୍, କ୍ଲୋରିନ୍, ଖଣିଜ ଲବଣ ତଥା ଭିଟାମିନ ପର୍ଯ୍ୟାପ୍ତ ପରିମାଣରେ ଥାଏ । ବଦହଜମି, ଗ୍ୟାସ୍, ପେଟ ବିନ୍ଧା, ପେଟ କାମୁଡ଼ା, କାଶ ଆଦି ରୋଗରୁ ମୁକୁଳିବା ପାଇଁ ଅଦା ବ୍ୟବହାର କରାଯାଇଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଭାରତୀୟ ଦିଗସୂଚକ ଉପଗ୍ରହ ପ୍ରଣାଳୀ (ଇଂରାଜୀ: Indian Regional Navigational Satellite System) ଭାରତୀୟ ମହାକାଶ ଗବେଷଣା ସଂସ୍ଥାଦ୍ୱାରା ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏକ ସ୍ୱୟଂଶାସିତ ଆଞ୍ଚଳିକ ଦିଗସୂଚକ ପ୍ରଣାଳୀ। ମତ୍ସ୍ୟଜୀବି ମାନଙ୍କୁ ସମର୍ପଣ କରିବା ଉଦ୍ଦେଶ୍ୟରେ ଏହାର ବ୍ୟବହାରିକ ନାମକୁ ନାବିକ ରଖିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭାରତ ତଥା ଏହାର ସୀମାରୁ ୧୫୦୦ କିଲୋମିଟର ଦୂରତା ମଧ୍ୟରେ ଯେକୌଣସି ସ୍ଥାନରେ ଯେକୌଣସି ସମୟରେ ଏହି ବ୍ୟବସ୍ଥାର ବ୍ୟବହାରକାରୀଙ୍କୁ ସଠିକ ସ୍ଥାନର ସୂଚନା ମିଳିପାରିବ। ପୃଥିବୀପୃଷ୍ଠରୁ ପ୍ରାୟ ୩୬୦୦୦ କିଲୋମିଟର ଊର୍ଦ୍ଧ କକ୍ଷପଥରେ ୭ଟି କୃତ୍ରିମ ଉପଗ୍ରହର ଏକ ଉପଗ୍ରହ ପୁଞ୍ଜ ବା ଉପଗ୍ରହ ମଣ୍ଡଳୀ ଏହି ପ୍ରଣାଳୀରେ ଅନ୍ତର୍ଭୁକ୍ତ। ଏହି ପ୍ରଣାଳୀର ସଂଚାଳନ ପାଇଁ ୪ଟି ଉପଗ୍ରହ ଯଥେଷ୍ଟ କିନ୍ତୁ ଆଉ ଅଧିକ ୩ଟି ଉପଗ୍ରହ ଏହି ପ୍ରଣାଳୀକୁ ଅଧିକ ଦକ୍ଷ ଏବଂ ସଠିକ କରିବ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blod pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ । ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ । ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ । ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ । ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ । ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ । ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ । ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।
ସାଲ୍ଲୀ କ୍ରିଷ୍ଟିନ ରାଇଡ଼ ଥିଲେ ଜଣେ ଆମେରିକୀୟ ପଦାର୍ଥ ବିଜ୍ଞାନୀ ଏବଂ ମହାକାଶ ବିଜ୍ଞାନୀ। ସେ ୧୯୭୮ ମସିହାରେ ନାସାରେ ଯୋଗଦାନ କରିଥଲେ । ସେ ୧୯୮୩ ମସିହାରେ ମହାକାଶକୁ ଯାଇଥିଲେ ଏବଂ ସେ ଥିଲେ ପ୍ରଥମ ମେରିକିୟ ମହିଳା ଯିଏ କି ମହାକାଶକୁ ଯାଇଥିଲେ ।ବିଶ୍ୱରେ ପ୍ରଥମେ ଭାଲେଂଟିନା ତେରେସ୍କୋଭା(valentina tereshkova ୧୯୬୩ ମସିହାରେ ମହାକାଶ ଯାଇଥିଲେ ଏହାପରେ ୧୯୮୨ ମସିହାରେ ସ୍ୱଭେଟଲନା ସ୍ୱାଭିତସକାୟା(sveltlana savitskaya) ମହାକାଶ ଯାଇଥିଲେ । ସଲ୍ଲୀ ରାଇଡ଼ ଥିଲେ ବିଶ୍ୱର ତୃତୀୟ ମହାକାଶ ଯାତ୍ରୀ। ସେ ମାତ୍ର ୩୨ ବର୍ଷ ବୟସରେ ମହାକାଶ ଯାତ୍ରା କରିଥିଲେ ଯିଏ କି ଆମେରିକାର ସବୁଠୁ ଯୁବ ମହାକାଶ ଯାତ୍ରୀ ଥିଲେ ।ସେ ୨ ଥର ମହାକାଶ ଯାତ୍ରା କଲାପରେ ୧୯୮୭ ମସିହାରେ ନାସା(NASA)ରୁ ଚାଲି ଆସିଥିଲେ ଏବଂ କାଲିଫୋର୍ନିଆ ୟୁନିଭରସିଟିରେ ପଦାର୍ଥ ବିଜ୍ଞାନରେ ପ୍ରଫେସର ଭାବେ ନିଯୁକ୍ତ ହେଇଥିଲେ । ସେ ୨୦୧୨ ମସିହା ଜୁଲାଇ ମାସ ୨୩ ତାରିଖରେ କର୍କଟ ରୋଗରେ ମୂର୍ତ୍ୟୁ ବାରଣ କରିଥିଲେ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।