ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡିକର ତଥ୍ୟ ଗୁଡିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡିକରେ ନକଲି ତଥା ଅସତ୍ୟ ସୂଚନା ଗୁଡିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡିକର ମାନ ସୁଧାରିବା, ସେଗୁଡିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମୋକ୍ଷ, ୧୯୯୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଜୟଦେବ ମଲ୍ଲିକ, ପ୍ରମୋଦ ନାୟକ । ଗୌରୀ ଶଙ୍କର ଦାସ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ମଳୟ ରାୟଙ୍କ ସହ ମିଶି ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ମଳୟ ମିଶ୍ର ଓ ମଳୟ ରାୟ ଏହି କଥାଚିତ୍ରଟିର ଚିତ୍ରୋତ୍ତଳନ କରିଥିଲେ । ବିଜୟ ମିଶ୍ର ଏହି କଥାଚିତ୍ରଟିର ସମ୍ପାଦନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବରଗଡ଼ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ବରଗଡ଼' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଙ୍କିପକ୍ସ (ଇଂରାଜୀ ଭାଷାରେ Monkeypox) ଏକ ମଙ୍କିପକ୍ସ ଭୂତାଣୁ (monkeypox virus) ଜନିତ ସଂକ୍ରାମକ ରୋଗ (infectious disease) । ଏହି ରୋଗରେ ଜ୍ୱର, ମୁଣ୍ଡବିନ୍ଧା, ମାଂସପେଶୀ ଯନ୍ତ୍ରଣା, ଫୋଟକା ଯୁକ୍ତ ରାସ୍, ଥକ୍କା ଅନୁଭବ ଓ ଫୁଲା ଲସିକା ଗ୍ରନ୍ଥି (swollen lymph nodes) ଆଦି ଲକ୍ଷଣ ଓ ଚିହ୍ନ ଦେଖାଯାଏ । ପରେ ପରେ ରାସ୍, ଫୋଟକା (blisters) ଓ ତା ଉପରେ କ୍ରସ୍ଟ ତିଆରି ହୋଇଯାଏ । ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ପ୍ରାୟ ୧୦ ଦିନ ପରେ ରୋଗ ଆରମ୍ଭ ହୁଏ । ଲକ୍ଷଣ ସବୁ ୨-୫ ଦିନ ପର୍ଯ୍ୟନ୍ତ ରହେ ।ରୋଗୀର ଦେହ ତରଳ ପଦାର୍ଥ, ପଶୁ କାମୁଡ଼ା ବା ରାମ୍ପୁଡ଼ା, ବୁସ ମାଂସ (bush meat) ସ୍ପର୍ଶ ତଥା ବ୍ୟବହାର, ଓ ସଂକ୍ରମିତ ଲୋକ ସଂସ୍ପର୍ଶରେ ଆସିଲେ ଏହି ମଙ୍କିପକ୍ସ ରୋଗ ସଂକ୍ରମଣ ହୁଏ । ଆଫ୍ରିକାର କେତେକ ମୂଷା ଜାତୀୟ ପ୍ରାଣୀମାନଙ୍କଦ୍ୱାରା (rodent) ଏହି ଭୂତାଣୁ ବ୍ୟାପେ । ରୋଗଗ୍ରସ୍ତ ସ୍ଥାନରୁ କିଛି ପଦାର୍ଥ ନେଇ ଭୂତାଣୁ ଡିଏନଏ (DNA) ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ହାଡ଼ଫୁଟି ଭଳି ଏହି ରୋଗ ଦେଖାଯାଏ ।ଗୋବୀଜ ଟିକା (smallpox vaccine) ଏହାର ପ୍ରତିଷଧ ଭାବରେ କାମ କରୁଥିବା ବିଶ୍ୱାସ କରାଯାଏ । ସିଡୋଫୋଭିର (Cidofovir) ଔଷଧ ଦେଇ ଚିକିତ୍ସା କରାଯାଏ । ସଂକ୍ରମିତ ରୋଗଙ୍କ ମଧ୍ୟରୁ ୧୦% ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ ।ମଧ୍ୟ (Central) ଓ ପଶ୍ଚିମ ଆଫ୍ରିକାରେ (West Africa) ସାଧାରଣଃ ଏହି ରୋଗ ଦେଖାଯାଏ । ସନ ୧୯୫୮ରେ ପରୀକ୍ଷାଗାର ମାଙ୍କଡ଼ (monkey) ଦେହରେ ପ୍ରଥମେ ଏହି ରୋଗ ଚିହ୍ନଟ ହୋଇଥିଲା । ସନ ୧୯୭୦ରେ କଙ୍ଗୋ ଦେଶରେ (Democratic Republic of the Congo) ପ୍ରଥମେ ମଣିଷ ଦେହରେ ଏ ରୋଗ ଦେଖାଯାଇଥିଲା । ୨୦୦୩ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ମହାମାରୀ ହୋଇଥିଲା ଯାହା ଏକ ପୋଷା ପଶୁ ବିକ୍ରୟ କରୁଥିବା ଓ ଗାମ୍ବିଆନ (Gambian) ରୋଡେଣ୍ଟ ଆମଦାନୀ କରି ବିକୁଥିବା ଦୋକାନରୁ ବ୍ୟାପିଥିବା ଜଣାଗଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦୈନିକ ଆଶା, ବ୍ରହ୍ମପୁରରୁ ପ୍ରକାଶ ପାଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଓଡ଼ିଶାର ପ୍ରଥମ ଦୈନିକ ଖବର କାଗଜ । ୧୯୧୩ ମସିହା ଅପ୍ରେଲ ୧୩ତାରିଖରେ ଏହା ଏକ ସାପ୍ତାହିକ ପତ୍ରିକା ରୂପରେ ପ୍ରଥମ ପ୍ରକାଶ ପାଇଥିଲା । ଶଶି ଭୂଷଣ ରଥ ଏହି ଖବରକାଗଜର ପ୍ରତିଷ୍ଠାତା ସମ୍ପାଦକ ଥିଲେ । ୧୯୨୮ ମସିହା ଅପ୍ରେଲ ୧୩ତାରିଖରୁ ଏହା ଦୈନିକ ଖବର କାଗଜ ଭାବରେ ପ୍ରକାଶିତ ହୋଇ ୨୦୧୩ମସିହାରେ ନିଜର ଶତବାର୍ଷିକୀ ପାଳନ କରିସାରିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବଜରଙ୍ଗୀ, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶଚିକାନ୍ତ ଜେନା । ଶଚିକାନ୍ତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଜନୀ ରଞ୍ଜନ ଏହିକଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ବିନି ପଟ୍ଟନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅମ୍ଳାନ ଦାସ ଏବଂ ଅନୁଭା ସୌର୍ଯ୍ୟା । ସିଦ୍ଧାନ୍ତ ମହାପାତ୍ର, ନୈନା ଦାସ, ଅସୀତ ପତି, ପିଣ୍ଟୁ ନନ୍ଦ, ପ୍ରଜ୍ଞା ଖଟୁଆ, ପ୍ରଲିପ୍ତା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନିତିଦିନିଆ ଜୀବନରେ ପ୍ରଚୀନ ପଦାର୍ଥ ବିଜ୍ଞାନ ଅନୁଯାୟୀ, ଯେ କୌଣସି ଏକ ବସ୍ତୁ ଯାହାର ବସ୍ତୁତ୍ୱ ଥାଏ ଏବଂ ସ୍ଥାନ ଅଧିକାର କରେ, ତାହାକୁ ପଦାର୍ଥ କୁହାଯାଏ । ଏଥିରେ ପରମାଣୁ ଓ ଏହାଦ୍ୱାରା ଗଠିତ ଯେକୌଣସି ବସ୍ତୁ ଅନ୍ତର୍ଭୁକ୍ତ ଥାଏ, ମାତ୍ର କୌଣସି ପ୍ରକାରର ଶକ୍ତି ତଥା ତରଙ୍ଗ ଯଥା: ଆଲୋକ କିମ୍ବା ଧ୍ୱନି ନୁହେ । ମାତ୍ର ସାଧାରଣତଃ (ଆଧୁନିକ) ପଦାର୍ଥ ବିଜ୍ଞାନରେ, ପଦାର୍ଥ ଏକ ମୂଳ ଧାରଣା ନୁହେ, କାରଣ ଏହାର ଏକ ସର୍ବସାଧାରଣ ଅର୍ଥ ହେଉଛି ଭ୍ରାନ୍ତିଜନକ (elusive): ପରମାଣୁର ପ୍ରାଥମିକ ତତ୍ତ୍ୱ ବ୍ୟକ୍ତିଗତ ଭାବେ ସ୍ଥାନ ନ ନେଇପାରେ, ମାତ୍ର ବସ୍ତୁତ୍ୱହୀନ ଅଣୁ ଏକାଠି ହୋଇ ଏକ ବସ୍ତୁ ଗଠନ କରିପାରନ୍ତି, ଯାହାର କି ବସ୍ତୁତ୍ୱ ଥାଏ (ଯେତେବେଳେ ଏହା ସ୍ଥିର ଥାଏ ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ High body temperature, ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବାବୁଶାନ୍ ମହାନ୍ତି । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଓ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।ବାବୁଶାନ୍ ନିଜେ ନାୟକ ଭୂମିକାରେ ଅଭିନୟ କରିଥିବା ବେଳେ ପପୁ ପମ ପମ, ପିଣ୍ଟୁ ନନ୍ଦ ଏବଂ ପ୍ରଜ୍ଞା ତାଙ୍କର ସାଙ୍ଗ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟି ଚାରି ବନ୍ଧୁଙ୍କ କାହାଣୀକୁ ନେଇ ନିର୍ମିତ ହୋଇଥିଲା । ଏହି ଚଳଚ୍ଚିତ୍ରରେ ନାୟକ ସବୁକିଛି ଭୁଲିଯାଇ କେବଳ ତା' ସାଙ୍ଗମାନଙ୍କ ସହ ସମୟ ବିତାଇବାକୁ ଭଲ ପାଉଥାଏ । ଶୀତଲ ପାତ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ ପ୍ରମୁଖ ଏହି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳାର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ବୀପରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
କୋଲୋଜିୟମ୍ (ଈଂରାଜୀରେ Colosseum ଏବଂ ଇଟାଲୀୟ ଭାଷାରେ କୋଲୋଜିଓ -Colosseo) ଇଟାଲୀର ରୋମ୍ ନଗରର କେନ୍ଦ୍ରରେ ସ୍ଥିତ ଏକ ବୃହତ୍ ଅଣ୍ଡାକୃତି ଆମ୍ପିଥିଏଟର ବା ରଙ୍ଗଭୂମି । ଏହା ଫ୍ଲାଭିଆନ୍ ଆମ୍ପିଥିଏଟର ନାମରେ ମଧ୍ୟ ବେଶ୍ ଜଣାଶୁଣା । ଟ୍ରାଭେର୍ଟାଇନ୍ ଚୂନପଥର, ଆଗ୍ନେୟ ଉଦ୍ଗୀରଣରୁ ସୃଷ୍ଟ ଟଫ୍ ପଥର, କାଠ ଓ କଂକ୍ରିଟ୍ ନିର୍ମିତ ଇଟାରେ ଏହି ରଙ୍ଗମଞ୍ଚ ଅଦ୍ୟାବଧି ବିଶ୍ଵରେ ନିର୍ମିତ ସର୍ବବୃହତ୍ ରଙ୍ଗମଞ୍ଚ । ରୋମାନ୍ ଫୋରମ୍ର ଠିକ୍ ପୂର୍ବ ପଟକୁ ଅଳ୍ପଦୂରରେ ଏହି ପ୍ରାଚୀନ ରଙ୍ଗମଞ୍ଚ ଅବସ୍ଥିତ । ଭେସ୍ପାସିଆନ୍ ରୋମ୍ର ସମ୍ରାଟ ଥିବାବେଳେ ଖ୍ରୀ. ୭୨ରେ ଏହାର ନିର୍ମାଣ କାର୍ଯ୍ୟ ପ୍ରାରମ୍ଭ ହୋଇଥିଲା ଓ ଭେସ୍ପାସିଆନ୍ଙ୍କ ଉତ୍ତରାଧିକାରୀ ଟାଇଟସ୍ଙ୍କ ଶାସନ କାଳରେ ଖ୍ରୀ. ୮୦ରେ ଏହାର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିଲା । ଖ୍ରୀ.
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ଦୀର୍ଘଦିନର ବ୍ୟବଧାନ ପରେ ୨୦୧୨ରେ ପୁଣିଥରେ ସେ ବ୍ୟାଡ଼୍ ଗାର୍ଲ ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ଲିପି ଅନୁଭବ ମହାନ୍ତି, ଦୀପକ, ଦୁଷ୍ମନ୍ତ, ପପୁ, ବୁଲୁ, ଦେବାଶିଷ, ଆକାଶ ଆଦି ଅନେକ ନାୟକଙ୍କ ସହ ଆଲବମ୍ରେ ଅଭିନୟ କରିଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।