ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡିକର ତଥ୍ୟ ଗୁଡିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡିକରେ ନକଲି ତଥା ଅସତ୍ୟ ସୂଚନା ଗୁଡିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡିକର ମାନ ସୁଧାରିବା, ସେଗୁଡିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ବସୁଧା, ୧୯୯୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାସୁଦେବ ତ୍ରିପାଠୀ ଏବଂ ଅବତାର ସିଂଙ୍କ ସହ ମିଶି ଏହାରା କାହାଣୀ ରଚନା କରିଥିଲେ । ନିଜାମ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅବତାର ସିଂ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲଲିତଗିରି (ନଳିତଗିରି ନାମରେ ମଧ୍ୟ ଜଣା) ଓଡ଼ିଶାର କେତେକ ମୁଖ୍ୟ ଓ ପୁରାତନ ବୌଦ୍ଧ ସ୍ତୂପ ଓ ବିହାରର ସମାହାର । ଏହା ଓଡ଼ିଶାର ରତ୍ନଗିରି ଭଳି ଏକ ପୁରାତନ କୀର୍ତ୍ତିରାଜି । ଲଳିତଗିରି, ଉଦୟଗିରି ଓ ରତ୍ନଗିରି ପୁରାତନ ପୁଷ୍ପଗିରି ବିଶ୍ଵବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ଗୌତମ ବୁଦ୍ଧଙ୍କ ଅସ୍ଥି-ସମ୍ବଳିତ ଏକ ପୁରାତନ ଆଧାର ରଖାଯାଇ ଏକ ସଂଗ୍ରହାଳୟ ଏଠାରେ ନିର୍ମାଣ କରାଯାଇଅଛି । ତାହା ସହ ବାକି ଅନେକ ପ୍ରତ୍ନତତ୍ତ୍ଵିକ ବସ୍ତୁ ମଧ୍ୟ ଏଠାରେ ଜନସାଧାରଣଙ୍କ ଦର୍ଶନ ନିମନ୍ତେ ରଖାଯାଇଅଛି । ୧୯୮୫-୯୨ ଭିତରେ ଏହା ଏ.ଏସ.ଆଇ.
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ମାଲେଟ ଫିଙ୍ଗର (ଇଂରାଜୀ ଭାଷାରେ mallet finger) ରୋଗ ଇଣ୍ଟରଫାଲାଞ୍ଜିଆଲ ଗଣ୍ଠି (farthest away finger joint) ପାଖରେ ଏକ୍ସଟେନସନ ଡିଜିଟୋରମ ଟେଣ୍ଡନ (extensor tendon) ଆଘାତ ଯୋଗୁ ହୁଏ । ଏହି ଆଘାତ ଫଳରେ ଆଙ୍ଗୁଠି ଟିପ ସିଧା କରିହୁଏନାହିଁ । ଏହା ଯୋଗୁ ଆଙ୍ଗୁଠିର ଶେଷ ତଥା ପଛପାଖରେ ଯନ୍ତ୍ରଣା ଓ ବ୍ରୁଇସିଙ୍ଗ ହୁଏ । ଆଙ୍ଗୁଠି ଟିପର ହାଇପରଫ୍ଲେକସନ (over bending) ଯୋଗୁ ଏହି ରୋଗ ହୁଏ । ସିଧା ରହିଥିବା ଆଙ୍ଗୁଠିରେ ବଲ ବାଜିଲେ ଏହି ମାଲେଟ ଫିଙ୍ଗର ହୁଏ । ଏହି ଆଘାତ ଯୋଗୁ ଟେଣ୍ଡନ ଛିଣ୍ଡିଯାଏ ବା ଟେଣ୍ଡନ ଲାଗିଥିବା ସ୍ଥାନରୁ ଛୋଟ ଅସ୍ଥି ଖଣ୍ଡେ ଭାଙ୍ଗିଯାଏ (tendon pulling off a bit of bone) । ଲକ୍ଷଣ ଦେଖି ଓ ଏକ୍ସ-ରେ (X-rays) ଚିତ୍ର ଦେଖି ରୋଗ ନିର୍ଣ୍ଣୟ କରିହୁଏ । ଆଙ୍ଗୁଠି ସିଧା ରଖି ୮ ସପ୍ତାହ ନିମନ୍ତେ ସ୍ପ୍ଲିଣ୍ଟ (splint) ଦିଆଯାଏ । ଆଘାତପ୍ରାପ୍ତ ହେବାର ଏକ ସପ୍ତାହ ମଧ୍ୟରେ ଏହି ଚିକିତ୍ସା ଆରମ୍ଭ କରାଯାଏ । ଏହି ସମୟ ଅବଧିରେ ଆଙ୍ଗୁଠି ବଙ୍କାହୋଇଗଲେ ଭଲ ହେବାକୁ ଅଧିକ ସମୟ ଲାଗେ । ବଡ଼ ହାଡ଼ ଖଣ୍ଡେ ଭାଙ୍ଗିଥିଲେ ଅପରେଶନ ଦରକାର ହୁଏ । ଉପଯୁକ୍ତ ଚିକିତ୍ସା ନହେଲେ ସ୍ଥାୟୀ ଭାବରେ ବଙ୍କା ରହିଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ଜନଜାତି କ୍ରୀଡା ପ୍ରତିଯୋଗୀତା
ଓଡ଼ିଶା ଜନଜାତି କ୍ରୀଡ଼ା ପ୍ରତିଯୋଗୀତା ଓଡ଼ିଶା ସରକାରଙ୍କ ଦ୍ଵାରା ଆରମ୍ଭ ହେଇଥିବା ଏକ ପ୍ରକଳ୍ପ । ଏହି କ୍ରୀଡ଼ା ପ୍ରତିଯୋଗିତା ରାଜ୍ୟର ସମସ୍ତ ୩୦ଟି ଜିଲାରେ ରହୁଥିବା ଜନଜାତି ସମୁଦାୟଙ୍କ ମଧ୍ୟରେ ଦଳଗତ ଭାବେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୁଏ । ଖେଳାଳିମାନେ ଦୁଇଟି ବର୍ଗରେ ଭାଗ ନିଅନ୍ତି ୧୪ବର୍ଷରୁ କମ ବାଳକ ବାଳିକା ଏବଂ ୧୭ବର୍ଷରୁ ଅଧିକ ଓ ୩୫ବର୍ଷରୁ କମ ଯୁବତୀଯୁବକଙ୍କ ମଧ୍ୟରେ ପ୍ରତିଯୋଗିତା ହୁଏ । ଡିସେମ୍ବର ୨୦୧୭ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିଡିଓ କନଫାରେନ୍ସ ମାଧ୍ୟମରେ ଏହି ପ୍ରତିଯୋଗିତାର ଉଦ୍ଘାଟନ କରାଯାଇଥିଲା ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ଜୋନ୍ସ ଅସ୍ଥି ଭଗ୍ନ (Jones fracture) ନାମ ଦିଆଯାଏ ଯେତେବେଳେ ପାଦରେ ଥିବା ପଞ୍ଚମ ମେଟାଟାର୍ସାଲ (fifth metatarsal) ଅସ୍ଥିର ଏପିଫିସିସ (base) ଓ ଡାଏଫିସିସ (middle part) ମଧ୍ୟବର୍ତ୍ତୀ ସ୍ଥାନ ଭାଙ୍ଗିଯାଏ । ଏହି ଭଙ୍ଗା ଫଳରେ ପାଦର ମଧ୍ୟବର୍ତ୍ତୀ ଓ ବାହାର ଦିଗରେ ଯନ୍ତ୍ରଣା ହୁଏ । ବ୍ରୁଇସିଙ୍ଗ ଓ ଚାଲିବା ସମସ୍ୟା ମଧ୍ୟ ଦେଖାଯାଏ । ସାଧାରଣତଃ ଏହା ହଠାତ୍ ହୁଏ ।ପାଦ ଫ୍ଲେକସନ ଫ୍ଲେକସନ (toes are pointed) ଓ ଆଡକସନ (bends inwards) ଅବସ୍ଥାରେ ଥିବାବେଳେ ଏହି ଭଙ୍ଗା ହୁଏ । ନାଚ, ଟେନିସ ଖେଳ ବା ବାସ୍କେଟ ବଲ ଖେଳ ସମୟରେ ଭୂମିର ଉର୍ଦ୍ଧ୍ୱରେ ଥିବା ପାଦର ହଠାତ ଦିଗ ପରିବର୍ତ୍ତନ ହେବାରୁ ଏହିଭଳି ଭଙ୍ଗା ହୁଏ । ଲକ୍ଷଣ ଓ ଏକ୍ସ-ରେ (X-rays) ଚିତ୍ର ଦେଖି ରୋଗ ନିର୍ଣ୍ଣୟ କରାଯାଏ ।ପ୍ରାରମ୍ଭରେ ଏହା ନିମନ୍ତେ ଗୋଟିଏ କ୍ୟାସ୍ଟ (cast) ଦିଆଯାଏ, ତାହା ଉପରେ ଓଜନ ନେବାକୁ ମନା କରାଯାଏ ଓ ଅତି କମରେ ୬ ସପ୍ତାହ ପର୍ଯ୍ୟନ୍ତ ଏହାକୁ ରଖାଯାଏ । ଏହି ଅବଧିରେ ଭଲ ନହୋଇଥିଲେ ଆରୁ ୬ ସପ୍ତାହ ପର୍ଯ୍ୟନ୍ତ ରଖାଯାଏ । ଉକ୍ତ ଭଙ୍ଗା ସ୍ଥାନରେ ରକ୍ତ ସରବରାହ କମ ଥିବା ଯୋଗୁ ବେଳେବେଳ ଏହା ଭଲ ହୁଏ ନାହିଁ ଓ ଅପରେଶନ ଆବଶ୍ୟକ ହୁଏ । ଖେଳାଳୀମାନଙ୍କ କ୍ଷେତ୍ରରେ ଓ ଭଙ୍ଗା ଅସ୍ଥି ଅଧିକ ବିସ୍ଥାପିତ ହୋଇଥିଲେ ଅପରେଶନ ତୁରନ୍ତ କରିବାକୁ ଆବଶ୍ୟକ ହୋଇପାରେ । ସନ ୧୯୦୨ରେ ରବର୍ଟ ଜୋନ୍ସ (Robert Jones) ନାମକ ଜଣେ ଅର୍ଥୋପେଡିକ ଚିକିତ୍ସକ (orthopedic surgeon) ନାଚ କଲାବେଳେ ଏହି ଭଙ୍ଗାରେ ପିଡ଼ିତ ହୋଇଥିଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଦୈନିକ ଆଶା, ବ୍ରହ୍ମପୁରରୁ ପ୍ରକାଶ ପାଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଓଡ଼ିଶାର ପ୍ରଥମ ଦୈନିକ ଖବର କାଗଜ । ୧୯୧୩ ମସିହା ଅପ୍ରେଲ ୧୩ତାରିଖରେ ଏହା ଏକ ସାପ୍ତାହିକ ପତ୍ରିକା ରୂପରେ ପ୍ରଥମ ପ୍ରକାଶ ପାଇଥିଲା । ଶଶି ଭୂଷଣ ରଥ ଏହି ଖବରକାଗଜର ପ୍ରତିଷ୍ଠାତା ସମ୍ପାଦକ ଥିଲେ । ୧୯୨୮ ମସିହା ଅପ୍ରେଲ ୧୩ତାରିଖରୁ ଏହା ଦୈନିକ ଖବର କାଗଜ ଭାବରେ ପ୍ରକାଶିତ ହୋଇ ୨୦୧୩ମସିହାରେ ନିଜର ଶତବାର୍ଷିକୀ ପାଳନ କରିସାରିଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି ।ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅବସେସିଭ-କମ୍ପଲସିଭ ଡିଜଅର୍ଡ଼ର (ଓସିଡି), (ଇଂରାଜୀ ଭାଷାରେ Obsessive–compulsive disorder (OCD) ଏକ ମାନସିକ ବେମାରୀ ଯେଉଁଥିରେ ରୋଗୀ ବାରମ୍ବାର ଗୋଟିଏ କାମ ତନଖି କରିବା ଇଚ୍ଛା ଅନୁଭବ କରେ, ଗୋଟିଏ ପ୍ରକାର ଇଚ୍ଛା ବାରମ୍ବାର ହୁଏ ଓ ରୁଟିନ କାମ ଜବରଦସ୍ତ ବାରମ୍ବାର କରିବା ଆବଶ୍ୟକ ମନେ କରେ । ଲୋକ ଏ ପ୍ରକାର ଇଚ୍ଛା ବା କାର୍ଯ୍ୟକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ । ଏମାନେ କରିଥିବା ସାଧାରଣ କାର୍ଯ୍ୟ: ହାତ ଧୁଆ, ଜିନିଷ ଗଣିବା ଓ କବାଟ କିଳା ହୋଇଛି କି ନା ତଦାରଖ କରିବା । ଜିନିଷ ଫୋପାଡ଼ିବାରେ କେତେକ ଲୋକଙ୍କର ଅସୁବିଧା ହୁଏ । ଏହି କାର୍ଯ୍ୟଦ୍ୱାରା ଦୈନନ୍ଦିନ ଜୀବନ ଯାତ୍ରା ଉପରେ ବିଯୁକ୍ତାତ୍ମକ ପ୍ରଭାବ ପଡ଼େ । ଗୋଟିଏ କାମ କରିବାକୁ ଏକ ଘଣ୍ଟାରୁ ଅଧିକ ସମୟ ଲାଗିପାରେ । ଅଧିକଂଶ ବୟସ୍କ ଲୋକ ନିଜର ବ୍ୟବହାର ଅର୍ଥହୀନ ବୋଲି ଅନୁଭବ କରନ୍ତି । ଟିକ, ଉତ୍କଣ୍ଠା ଡିଜାର୍ଡ଼ର ଓ ଆତ୍ମହତ୍ୟା ପ୍ରବଣତା ଏହି ରୋଗ ସହିତ ସଂଯୁକ୍ତ ସଙ୍କଟ ଥାଏ । ଏହି ରୋଗର କାରଣ ଅଦ୍ୟାବଧି ଜଣାଯାଇ ନାହିଁ । ଆଇଡେଣ୍ଟିକାଲ ଯମଜ ପିଲାଙ୍କର ନନ୍ ଆଇଡେଣ୍ଟିକାଲ ଯମଜ ପିଲାଙ୍କ ଅପେକ୍ଷା ଏହି ରୋଗ ଅଧିକ ହେଉଥିବାରୁ ଜେନେଟକ ପ୍ରଭାବ ଥିବା ସନ୍ଦେହ କରାଯାଏ । ସଙ୍କଟ କାରକମାନଙ୍କର ନାମ:- ଚାଇଲ୍ଡ ଆବ୍ୟସ ବା ଶିଶୁ ଅତ୍ୟାଚାରର ଇତିହାସ କିମ୍ବା ଅନ୍ୟାନ୍ୟ ମାନସିକ ଚାପ ଏହି ରୋଗ ହେବାରେ ସହାୟକ ହୁଏ । ସଂକ୍ରମଣ ପରେ କେତେକ କେଶ ହେବା ଉଲ୍ଲେଖ ରହିଛି । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଏ କିନ୍ତୁ ତା ପୂର୍ବରୁ ଅନ୍ୟାନ୍ୟ ମେଡିକାଲ କାରଣ ବା ଔଷଧ ଖାଇଥିବା କଥା ଖୋଜି ବିଦାୟ କରିବାକୁ ପଡ଼େ । ଏହାର ଭୟାବହତା ବା ଗମ୍ଭୀରତାର ମାନ ଜାଣିବାକୁ ୟେଲ-ବ୍ରୌନ ଅବସେସିଭ କମ୍ପଲସିଭ ସ୍କେଲ ବ୍ୟବହାର କରାଯାଏ । ଏକା ପ୍ରକାର ଲକ୍ଷଣ ଥିବା ରୋଗମାନଙ୍କର ନାମ:- ଉତ୍କଣ୍ଠା ଡିଜଅର୍ଡ଼ର (anxiety disorder), ମେଜର ଡିପ୍ରେସିଭ ଡିଜଅର୍ଡ଼ର, ଖାଇବା ଡିଜ୍ଅର୍ଡ଼ର, ଟିକ ଡିଜ୍ଅର୍ଡ଼ର ଓ ଅବସେସିଭ-କମ୍ପଲସିଭ ପର୍ସନାଲିଟି ଡିଜଅର୍ଡ଼ର.ବ୍ୟବହାରିକ ଥେରାପି (behavioral therapy) ଓ ବେଳେବେଳେ ସିଲେକ୍ଟିଭ ସେରୋଟୋନିନ ଇନହିବିଟର ଔଷଧ ଦିଆଯାଇ ଓସିଡି ରୋଗର ଚିକିତ୍ସା କରାଯାଏ । ଯେଉଁ କାରଣ ଯୋଗୁ ରୋଗ ହୋଇଥିବା ଜଣାଯାଏ ସେହି କାରଣମାନଙ୍କଠାରୁ ରୋଗୀକୁ ଦୂରରେ ରଖାଯାଏ ଓ ପୁନଃ ପୁନଃ କରୁଥିବା କାମକୁ କରିବାକୁ ଦିଆଯାଏ ନାହିଁ । କ୍ଵେସିଆପାଇନ ଭଳି ଆଟିପିକାଲ ଆଣ୍ଟିସାଇକୋଟିକ ଔଷଧ ଏସଏସଆରସି ସହିତ ମିଶେଇ ଦେଲେ ପ୍ରତିରୋଧକାରୀ ରୋଗରେ ଉପକାର ମିଳେ କିନ୍ତୁ ଏହାର ଅଧିକ ପାର୍ଶ୍ଵପ୍ରତିକ୍ରିୟା ଥାଏ । ଚିକିତ୍ସା ନ କଲେ ରୋଗ ବର୍ଷ ବର୍ଷ ଧରି ରହିଥାଏ । ଜନସଂଖ୍ୟାର ୨.୩ % ଲୋକ ଜୀବନରେ ଥରେ ହେଲେ ଏହି ରୋଗ ଭୋଗନ୍ତି । ଯେ କୌଣସି ବର୍ଷରେ ହିସାବକୁ ନେଲେ ପୃଥିବୀରେ ୧.୨ % ହାରରେ ଏହି ରୋଗ ହୁଏ । କୋଡିଏ ବର୍ଷ ବୟସ ପୂର୍ବରୁ ଏହି ରୋଗ ଆରମ୍ଭ ହୋଇଥାଏ ଓ ୩୫ ବର୍ଷ ପରେ ଏହି ରୋଗ ଆରମ୍ଭ ହେବା ଦେଖାଯାଏ ନାହିଁ । ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ଇଂରାଜୀ ଭାଷାରେ ଅବସେସିଭ-କମ୍ପଲସିଭ ଶବ୍ଦଟି ଅନୌପଚାରିକ ଭାବେ ଏଭଳି ଲୋକକୁ ବୁଝାଏ ଯେ ଧ୍ୟାନ ସମ୍ପର୍ଣ୍ଣ, ପୁର୍ଣ୍ଣତାବାଦୀ, ତଲ୍ଲୀନ କିମ୍ବା ସ୍ଥିରତାପୁର୍ଣ୍ଣ ଅଟନ୍ତି ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଦେବଦତ୍ତ ପଟ୍ଟନାୟକ(୧୧ ଡିସେମ୍ବର ୧୯୭୦ରେ ଜନ୍ମିତ) ଜଣେ ଡାକ୍ତର, ନେତୃତ୍ଵ ପରାମର୍ଶଦାତା ଓ ଲେଖକ । ତାଙ୍କର ରଚନାବଳୀ ମୁଖ୍ୟତଃ ପୁରାଣ, କିମ୍ବଦନ୍ତୀ ଓ ମ୍ୟାନେଜମେଣ୍ଟ ପୃଷ୍ଟଭୂମୀ ଉପରେ ପର୍ଯ୍ୟବେସିତ । ସେ ଭାରତର ସର୍ବବୃହତ ରିଟେଲ କମ୍ପାନୀ "ଫ୍ୟୁଚର ଗ୍ରୁପ"ର ଚିଫ୍ ବିଲିଫ୍ ଅଫିସର ଭାବରେ କାର୍ଯ୍ୟ କରିଛନ୍ତି । "ମିଡ଼ ଡେ" ଖବରକାଗଜରେ ସେ ଜଣେ ନିୟମିତ ସ୍ଥମ୍ଭକାର ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ହୃଦ୍ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍ଘାତ ଫଳରେ ହୃଦ୍ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍ରୋଧ (cardiac arrest) ହୋଇପାରେ । ଅଧିକାଂଶ ହୃଦ୍ଘାତ କରୋନାରୀ ଧମନୀ ରୋଗ ଯୋଗୁ ହୁଏ । ସଙ୍କଟ ଦାୟକ ଅବସ୍ଥା ମଧ୍ୟରେ ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ରକ୍ତରେ ଅଧିକ କୋଲେଷ୍ଟ୍ରଲ୍, ଦରିଦ୍ର ଖାଦ୍ୟ ଓ ଅତ୍ୟଧିକ ମଦ୍ୟପାନ ମୂଖ୍ୟ ଅଟେ । ରକ୍ତନଳୀରେ ଜମିଥିବା ଆଥେରୋସ୍କ୍ଲେରୋଟିକ ପ୍ଲେକ ଭାଙ୍ଗିଯାଇ କରୋନାରୀ ଧମନୀକୁ ସମ୍ପୁର୍ଣ୍ଣ ବନ୍ଦ କରିଦେଲେ ଏହି ରୋଗ ହୁଏ । କ୍ୱଚିତ, କୋକେନ ଖାଇବା ଯୋଗୁ, ମାନସିକ ଚାପ ଯୋଗୁ ଓ ଅତ୍ୟଧିକ ଥଣ୍ଡା ଯୋଗୁ, କରୋନାରି ଧମନୀର ସ୍ପାଜ୍ମ ହୋଇ ଏମ.ଆଇ. ରୋଗ ହୁଏ । ଇସିଜି, ରକ୍ତ ପରୀକ୍ଷା ଓ କରୋନାରୀ ଆଞ୍ଜିଓଗ୍ରାମ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଏସଟି ଉତ୍ଥାନ ଇସିଜି ସାହାଯ୍ୟରେ ଜଣାପଡ଼ିଲେ ଏମ ଆଇ ରୋଗ ନିଶ୍ଚିତ କରାଯାଏ । ସାଧାରଣତଃ ଟ୍ରୋପୋନିନ ଓ ବେଳେ ବେଳେ କ୍ରିଏଟିନ କାଇନେଜ ଏମ.ବି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।