ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କ୍ଷଣିକା, ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସ୍ୱସ୍ତିକ ଚୌଧୁରୀ । ଅମର୍ତ୍ୟ ଭଟ୍ଟାଚାର୍ଯ୍ୟ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଆଦି ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଅମର୍ତ୍ୟ ଏହି କଥାଚିତ୍ରଟିର ଚିତ୍ରୋତ୍ତଳନ କରିଥିଲେ ଏବଂ ସମ୍ପାଦନା କରିଥିଲେ ।ଚୌଧୁରୀ ବିକାଶ ଦାସ, ସୁଶାନ୍ତ ମିଶ୍ର, ଅମ୍ରିତା ଚୌଧୁରୀ, ସ୍ୱସ୍ତିକ ଚୌଧୁରୀ, ହୃଷିକେଶ ଭୋଇ, ଦ୍ୱିପାନ୍ନୀତା ଦାସମହାପାତ୍ର, ଅନୁ ଚୌଧୁରୀ, ଚୌଧୁରୀ ଜୟପ୍ରକାଶ ଦାସ, ପଲ୍ଲବୀ ପ୍ରିୟଦର୍ଶିନୀ, ଗୋପାଳ ମିଶ୍ର, ସୋମ୍ୟଦୀପ ବାନାର୍ଜୀ, ସୃଷ୍ଟି ମିଶ୍ର, ସୋହିନୀ କୁଣ୍ଡୁ, ଶିବାନୀ ରାୟ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତୀୟ ସମ୍ବିଧାନର ଅଷ୍ଟମ ପରିଶିଷ୍ଟ
ଭାରତୀୟ ସମ୍ବିଧାନର ଅଷ୍ଟମ ପରିଶିଷ୍ଟ ହେଉଛି ଭାରତୀୟ ସରକାରୀ ଭାଷାଗୁଡିକର ଏକ ଅନୁସୂଚୀ । ଭାରତୀୟ ସମ୍ବିଧାନର ପ୍ରଣୟନ ବେଳେ ଯେଉଁସବୁ ଭାଷା ଏହି ତାଲିକାରେ ସାମିଲ କରାଗଲା ସେହିସବୁ ଭାଷା ଭାରତର ସରକାରୀ ଭାଷା କମିସନ ତାଲିକାରେ ପ୍ରକାଶ ପାଇଁ ଯୋଗ୍ୟ ବିବେଚିତ ହେଲେ । ଏତଦ ବ୍ୟତୀତ ପରିଶିଷ୍ଟ ଅନ୍ତର୍ଗତ ଭାଷା ଗୁଡିକ ଆଧାରରେ ଭାରତର ସରକାରୀ ଭାଷା ହିନ୍ଦୀ ର ବିକାଶ ତଥା ସମୃଦ୍ଧି ସରକାରୀ ଭାଷା କମିସନ ମାଧ୍ୟମରେ କରାଯିବାର ପ୍ରାବଧାନ ରହିଛି । ଏହାର ଅନ୍ୟ ଏକ ବୈଶିଷ୍ଟ୍ୟ ଏହି ଯେ ପରିଶିଷ୍ଟ ଅନ୍ତର୍ଗତ ସମସ୍ତ ଭାଷାକୁ ଭାବ ବିନିମୟର ଏକ ଶ୍ରେଷ୍ଠତର ମାଧ୍ୟମ ଭାବେ ବିକାଶ କରାଇବା ଦିଗରେ ଉପଯୁକ୍ତ ପଦକ୍ଷେପ ନେବା ଭାରତ ସରକାରଙ୍କ ଏକ ନୈତିକ ଦାୟୀତ୍ଵ ଭାବେ ପରିଗଣିତ ହେଉଛି । ପୁଣି ପରିଶିଷ୍ଟ ଅନ୍ତର୍ଗତ ସମସ୍ତ ଭାଷାର ଆଉ ଏକ ବୈଶିଷ୍ଟ୍ୟ ଏହି ଯେ ସରକାରୀ ଚାକିରି ନିମନ୍ତେ ଅନୁଷ୍ଠିତ ସମସ୍ତ ପରୀକ୍ଷାରେ ଜଣେ ପରୀକ୍ଷାର୍ଥୀ ପରିଶିଷ୍ଟ ଅନ୍ତର୍ଗତ ଯେ କୌଣସି ଭାଷାକୁ ତାହାର ଉତ୍ତର ଦେବାର ମାଧ୍ୟମ ଭାବେ ବ୍ୟବହାର କରିପାରିବ । ସମ୍ବିଧାନ ପ୍ରଣୟନ ବେଳେ ମାତ୍ର ୧୪ଟି ଭାଷା ଏହି ସୂଚିର ଅନ୍ତର୍ଗତ ଥିବା ବେଳେ ପରବର୍ତ୍ତି ସମୟରେ ଅନ୍ୟ ଆଠଟି ଭାଷା ଏହି ସୂଚିରେ ସାମିଲ କରାଯାଇଛି ।
ରସରାଜ ନାରାୟଣ ପ୍ରସାଦ ସିଂହ (୨୮ ମଇ ୧୯୩୩ - ୬ ଜୁନ ୨୦୧୮) ଜଣେ ଓଡ଼ିଆ କବି ଓ ଗୀତିକାର ଥିଲେ । ସେ ପ୍ରାୟ ୧୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରର ଗୀତ ଲେଖିଥିଲେ । ଅସୁରେଶ୍ଵର ବିଦ୍ୟାଳୟରେ ପଢିବା ବେଳେ ସାହିତ୍ୟ ଶିକ୍ଷକ ଗୋଲକ ଚନ୍ଦ୍ର ପ୍ରଧାନଙ୍କ ଠାରୁ ପ୍ରେରଣା ପାଇ ସେ ଅଷ୍ଟମ ପଢିବା ବେଳେ କବିତା ଲେଖା ଆରମ୍ଭ କରିଥିଲେ । ୧୯୫୦ମସିହାରେ ତାଙ୍କୁ ଆକାଶବାଣୀ କଟକରେ କବିତା ପଢିବାର ସୁଯୋଗ ମିଳିଲା । ୨-୩ ବର୍ଷ ପରେ ତାଙ୍କର ପରିଚିତି ହେଲା କାଳୀଚରଣ ପଟ୍ଟନାୟକଙ୍କ ସହ । କବିତାକୁ ଗୀତ କରିବାର ଧାରା ସେ କାଳୀଚରଣ ପଟ୍ଟନାୟକଙ୍କ ଠାରୁ ଶିଖିଥିଲେ । ୧୯୬୦ରେ ତାଙ୍କୁ ଆକାଶବାଣୀରେ ସ୍ଵୀକୃତିପ୍ରାପ୍ତ ଗୀତିକାରର ମାନ୍ୟତା ମିଳିଲା । ୧୯୬୨ରେ ତାଙ୍କୁ ଚଳଚ୍ଚିତ୍ରରେ ଗାଇବାର ସୁଯୋଗ ମିଳିଲା । ଚଳଚ୍ଚିତ୍ର ଥିଲା "ନୂଆ ବୋଉ" ଓ ପ୍ରଥମ ଗୀତ ଥିଲା "ରଥ ଯା ଚାଲି ଯା" ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବିନୋଦ କାନୁନଗୋ (୬ ଜୁନ ୧୯୧୨ - ୨୨ ଜୁନ ୧୯୯୦) କଟକ ଜିଲ୍ଲାର କିଶନନଗର ଥାନାର ମଲୀପୁର ଗ୍ରାମରେ ଜନ୍ମିତ ପ୍ରସିଦ୍ଧ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଅା ଭାଷାର ବିଶ୍ବକର୍ମା।[ଆଧାର ଲୋଡ଼ା] ବୃହତ୍ ଓଡ଼ିଆ ଜ୍ଞାନକୋଷ ଜ୍ଞାନମଣ୍ଡଳର ସେ ହେଉଛନ୍ତି ମୂଳ ପ୍ରଣେତା। ଶିଶୁ ଓ କିଶୋରମାନଙ୍କ ପାଇଁ ବିନୋଦ କାନୁନଗୋଙ୍କ ଲିଖିତ ଶତାଧିକ ପୁସ୍ତକ ରହିଛି । ତାଙ୍କ ସ୍ମୃତିରେ ପ୍ରତିଷ୍ଠିତ ବିନୋଦ କାନୁନଗୋ ଓଡ଼ିଅା-ଭାଷା ଉତ୍କର୍ଷ କେନ୍ଦ୍ର ତୃଣମୂଳ ସ୍ତରରେ ଓଡ଼ିଅା ଭାଷାର ବୃଦ୍ଧି ଓ ବିକାଶର ବାର୍ତ୍ତାକୁ ନେଇ ପହଞ୍ଚାଇବାରେ ଅାଜି ଚେଷ୍ଟିତ।
ପାଟେଲା ଅସ୍ଥି ଭଗ୍ନ (ଇଂରାଜୀ ଭାଷାରେ patella fracture) କୁହାଯାଏ ଯେତେବେଳେ ଆଣ୍ଟୁ ସମ୍ମୁଖସ୍ଥ ପାଟେଲା (kneecap) ହାଡ଼ ଭାଙ୍ଗିଯାଏ (break) । ଏଥିରେ ଯନ୍ତ୍ରଣା ଓ ଫୁଲା (swollen) ଓ ବ୍ରୁଇସିଙ୍ଗ ଆଦି ଲକ୍ଷଣ ଦେଖାଯାଏ । ରୋଗୀ ଚାଲିବାକୁ ଅକ୍ଷମ ହୁଏ । ଟିବିଆ (tibia), ଫିମର (femur), ବା ଆଣ୍ଠୁ ଲିଗାମେଣ୍ଟ (knee ligaments ଇତ୍ୟାଦି ଆଘାତପ୍ରାପ୍ତ ହୋଇପାରେ । ପାଟେଲା ଉପରେ ସିଧା ସଳଖ ଆଘାତ ଲାଗିଲେ ଏହି ଭଙ୍ଗା ହୁଏ; ଆଣ୍ଠୁ (knee) ଉପରେ ସିଧା ମାଡ଼ ବା ପଡ଼ିଗଲେ ଏହା ହୁଏ । କ୍ୱଚିତ କ୍ୱାଡ୍ରିସେପସ ମାଂସପେଶୀ ଅତ୍ୟଧିକ ସଙ୍କୁଚିତ ହେଲେ ପାଟେଲା ଭାଙ୍ଗିଯାଏ । ଲକ୍ଷଣ ଅନୁସାରେ ସନ୍ଦେହ କଲାପରେ ଏକ୍ସ-ରେ (X-rays) ସାହାଯ୍ୟରେ ନିଶ୍ଚିତ କରାଯାଏ । ପିଲା ରୋଗୀଙ୍କର ଏମଆରଆଇ (MRI) ଆବଶ୍ୟକ ହୋଇପାରେ । ଭଙ୍ଗା ଅବସ୍ଥାକୁ ବିଚାରକୁ ନେଇ ଅପରେଶନ ବା ଅଣଅପରେଶନ ଚିକିତ୍ସା କରାଯାଏ । ଭଗ୍ନ ଅସ୍ଥି ବିସ୍ଥାପିତ ନହୋଇଥଲେ ପ୍ଲାସ୍ଟର (cast) ଚିକିତ୍ସା କରାଯାଇପାରେ । ସାମାନ୍ୟ ଅସ୍ଥି ବିସ୍ଥାପିତ ହୋଇ ରୋଗୀ ସାହାଯ୍ୟ ବିନା ଗୋଡ଼ ସିଧା କରିପାରୁଥିଲେ ପ୍ଲାସ୍ଟର କରାଯାଇପାରେ । ପ୍ରଥମ ୩ ସପ୍ତାହ ଆଣ୍ଠୁ ସିଧା ରଖି ପ୍ଲାସ୍ଟର କରାଯାଏ ଓ ପରେ କ୍ରମାନୁସାରେ ଅଳ୍ପ ଅଳ୍ପ କରି ବଙ୍କା ଅବସ୍ଥାରେ ପ୍ଲାସ୍ଟର କରାଯାଏ । ଏହା ବ୍ୟତୀତ ଅନ୍ୟ ଧରଣର ପାଟେଲା ଭଙ୍ଗା ନିମନ୍ତେ ଅପରେଶନ ଆବଶ୍ୟକ ହୁଏ ।ସମୁଦାୟ ହାଡ଼ ଭଙ୍ଗାର ୧% କେବଳ ପାଟେଲା ଭଙ୍ଗା ହୁଏ । ପୁରୁଷମାନଙ୍କର ଏହି ଭଙ୍ଗା ମହିଳାଙ୍କ ଅପେକ୍ଷା ଅଧିକ ହୁଏ । ମଧ୍ୟ ବୟସରେ ପାଟେଲା ଅଧିକ ଭାଙ୍ଗେ । ଚିକିତ୍ସାର ଫଳାଫଳ ପ୍ରାୟ ଉତ୍ତମ ରହେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ସୁନ୍ଦରଗଡ଼ର ସଲମନ ଖାଁ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିବ । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ଦକ୍ଷିଣ ଭାରତୀୟ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରୁଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଶକ୍ତି, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରୋନକ ସାହୁ ଏବଂ ମିନତି ସାହୁ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର କାହାଣୀ ଏବଂ ସଂଳାପ ରଚନା କରିଥିଲେ । ସୁଧାକର ବସନ୍ତ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଯୋଗୀ, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀଧର ମାର୍ଥା । ଛବିତା ମାର୍ଥା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିରଞ୍ଜନ ବେହେରା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ନିରଞ୍ଜନ ଏହି କଥାଚିତ୍ର ଜରିଆରେ ପ୍ରଥମ ଥର ପାଇଁ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଦୀପକ କୁମାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଆର୍ଯ୍ୟନ ଦାଶ ଏବଂ ନିକିତା । ହର ରଥ, ବିଜୟ ମହାନ୍ତି, ଜୟୀରାମ ସାମଲ, ଅରବିନ୍ଦ, ମନୋଜ ମିଶ୍ର, ପପି ସନ୍ତୁକା, ଦେବୁ ବ୍ରହ୍ମା, ସୁମନ, ଚକ୍ରଧର ଜେନା, ରବି ମିଶ୍ର, ଜଗବନ୍ଧୁ ରାଉତ, ଗୁରୁ ମିଶ୍ର ଆଦି କଳାକାରମାନେ ଅଭିନୟ କରିଥିଲେ । କଲମ୍ବିଆର ନର୍ତ୍ତକୀ ମାରିଆ ଓଲା ଏହି କଥାଚିତ୍ରରେ ଏକ ଆଇଟମ ଗୀତରେ ନୃତ୍ୟ କରିଥିଲେ । ହିନ୍ଦୀ କଥାଚିତ୍ର ଜଗତର ଅଭିନେତ୍ରୀ ରୁମ୍ପା ସରକାର ଏହି କଥାଚିତ୍ରଟିରେ ଏକ ଆଇଟମ ନୃତ୍ୟ କରିଥିଲେ । ଏହି କଥାଚିତ୍ରଟିର ୨ୟ ଭାଗ ଯୋଗୀ ୨ ଭାବରେ ନିର୍ମାଣ କରିବାକୁ ପ୍ରଯୋଜକ ଶ୍ରୀଧର ମାର୍ଥା ଘୋଷଣା କରିଛନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତୀୟ ଉପ ମହା ଦ୍ଵୀପରେ ବସବାସ କରୁଥିବା ହିନ୍ଦୁ ପରିବାରରେ ଯୌଥ ପରିବାରର ଚଳଣି ଦେଖିବାକୁ ମିଳେ ଯେଉଁଠି ଗୋଟିଏ ପରିବାରର ଏକାଧିକ ପିଢ଼ି ଯଥା ଜେଜେବାପା-ଜେଜେମା, ବାପା-ମା, କକା -ଖୁଡୀ, ସ୍ଵାମୀ-ସ୍ତ୍ରୀ ତଥା ଭାଇ-ଭଉଣୀ ଏକା ସାଥିରେ ବସବାସ କରନ୍ତି । ହିନ୍ଦୁ ଆଇନ ଅନୁସାରେ ଏକ ସାଧାରଣ ପୂର୍ବ ପୁରୁଷରୁ ବଂଶଜ ଭାବେ ଆସିଥିବା ସମସ୍ତ ସଦସ୍ୟ ଯୌଥ ପରିବାରର ଅନ୍ତର୍ଗତ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କ୍ରାନ୍ତିଧାରା ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର କାହାଣୀ ଏକ ନିଚ୍ଛକ ଓଡ଼ିଆ ମୌଳିକ କାହାଣୀ ଉପରେ ପର୍ଯ୍ୟବେଶିତ । ଏହି ଚଳଚ୍ଚିତ୍ରଟିରେ ଜଣେ ଗ୍ରାମୀଣ ମହିଳାର ସଂଘର୍ଷର କଥା ପ୍ରଦର୍ଶୀତ ହୋଇଥିଲା, ଯାହାର କାହାଣୀ ଲେଖିଥିଲେ ଇତି ସାମନ୍ତ । ଇତି ଦେବୀ ନିଜେ ପ୍ରଯୋଜନା ମଧ୍ୟ କରିଥିଲେ । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ ହିମାଂଶୁ ଖଟୁଆ ଏବଂ ସଂଗୀତ ନିର୍ଦ୍ଦେଶନା ଦେଇଥିଲେ ବିକାଶ ଦାସ ।ଏହି ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଥିଲେ ଗାର୍ଗୀ ମହାନ୍ତି ଏବଂ ସମରେଶ ରାଉତରାୟ । ଦେବାଶିଷ ପାତ୍ର ଏହି ଚଳଚ୍ଚିତ୍ରରେ ମୁଖ୍ୟ ଖଳନାୟକ ଥିଲେ । ଅନ୍ୟାନ୍ୟ କଳାକାରମାନଙ୍କ ମଧ୍ୟରେ ଜଣାଶୁଣା ଅଭିନେତ୍ରୀ ପୁଷ୍ପା ପଣ୍ଡା ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟି ୧୯ ଫେବୃଆରୀ ୨୦୧୬ରେ ଓଡ଼ିଶାରେ ପ୍ରାୟ ୧୪ଟି ହଲ୍ରେ ମୁକ୍ତିଲାଭ କରିଥିଲା । ଚଳଚ୍ଚିତ୍ରଟିର ମୂଳ ବାର୍ତ୍ତା ଥିଲା ନାରୀ ସଶକ୍ତିକରଣ ।ଏହି ଚଳଚ୍ଚିତ୍ରଟିରେ ସିଧାସଳଖ ସ୍ୱର ନିଆଯାଇଥିଲା । ଏଥିରେ ପରେ ଡବିଂ କାରାଯାଇ ସ୍ୱରଗ୍ରହଣ କରାଯାଇ ନ ଥିଲା ।୨୬ ତମ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଏହି ଚଳଚ୍ଚିତ୍ରଟି ଶ୍ରେଷ୍ଠ ଚଳଚ୍ଚିତ୍ର ଉପାଧି ପାଇଥିଲା । ଏହି ଚଳଚ୍ଚିତ୍ରର ପ୍ରଯୋଜିକା ତଥା କାହାଣୀକାର ଇତି ସାମନ୍ତ ଏବଂ ଅଭିନେତ୍ରୀ ଗାର୍ଗୀ ମହାନ୍ତି ମଧ୍ୟ ଏହି ଉତ୍ସବରେ ଶ୍ରେଷ୍ଠ ପୁରସ୍କାର ପାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଲଭ୍ ପ୍ରମିଜ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଜୟା ବିଶ୍ୱାସ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ସନ୍ତୋଷ ବିଶ୍ୱାଳ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଉଭୟ ଜୟା ଏବଂ ରାକେଶ ଏହି କଥାଚିତ୍ରଟିର ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଏବଂ ଜୟା ବିଶ୍ୱାସ । ଜୟା ଜଣେ ନୃତ୍ୟଗୁରୁ ଭାବରେ ପୂର୍ବରୁ କିଛି ଓଡ଼ିଆ ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ ଏବଂ ଓଡ଼ିଆ କଥାଚିତ୍ର ଚୁପ୍ କିଏ ଆସୁଛିରେ ମଧ୍ୟ ଅଭିନୟ କରିଥିଲେ । ଏହିସହ ସେ ସାର୍ଥକ ଟିଭିରେ ପ୍ରସାରିତ ନୃତ୍ୟଭିତ୍ତିକ କାର୍ଯ୍ୟକ୍ରମ ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସରେ ମଧ୍ୟ ବିଚାରିକା ଭାବରେ ହରିହର ଦାସ ଏବଂ ଶାଶ୍ଵତ ଯୋଶୀଙ୍କ ସହ ପୂର୍ବରୁ କାର୍ଯ୍ୟ କରିଥିଲେ । ମନୋଜ ମିଶ୍ର, ଉଷସୀ ମିଶ୍ର, ଜ୍ୟୋତି, ବିଶ୍ୱ ଆଦି କଳାକାମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ପ୍ରେମ୍ କୁମାର, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିବ । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ସଞ୍ଜୟ ମହାକୁଡ଼ ଏବଂ ଶକ୍ତି ବରାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି, ଶିବାନୀ ସଙ୍ଗୀତା ଓ ତମନ୍ନା ବ୍ୟାସ । ସୁଟିଂ ଆରମ୍ଭ ହେବାର କିଛିଦିନ ପରେ ଅନୁଭବ ମହାନ୍ତି ଆହାତ ହୋଇଥିଲେ । ମନୋଜ ମିଶ୍ର, ଶୁରେଶ ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ନାୟକର ନାଁ ଦେବଦାସ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶିଶିର ଦାସ ଏବଂ କୀର୍ତ୍ତନ ପାତ୍ର । ଦେବୀଦତ୍ତ ମହାନ୍ତି ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅସୀତ, ଭୂମିକା ଦାଶ ଓ ଅନୁ ଚୌଧୁରୀ । ଅଭିନେତ୍ରୀ ଭୂମିକା ଦାଶ ଏହି କଥାଚିତ୍ରଟିର ଅନ୍ୟତମ ନାୟିକା ଭାବରେ ଅଭିନୟ କରିଥିଲେ । ଅପରାଜିତା ମହାନ୍ତି, ଉତ୍ତମ ମହାନ୍ତି, ବିଜୟ ମହାନ୍ତି, ବବି ମିଶ୍ର, ପିଣ୍ଟୁ ନନ୍ଦ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କୁନା ତ୍ରିପାଠୀ (ଜନ୍ମନାମ: ସତ୍ୟବ୍ରତ ତ୍ରିପାଠୀ), ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରୁଛନ୍ତି । ଏତଦ ବ୍ୟତୀତ ସେ ହାସ୍ୟାତ୍ମକ କବିତା, ଓଡ଼ିଆ ସାହିତ୍ୟ କବିତା, ଗପ ଆଦି ରଚନା ମଧ୍ୟ କରନ୍ତି । ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି । କୁନା ତ୍ରିପାଠୀ ଓ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍ରେ ଉପସ୍ଥାପକ ଭାବରେ ୨୦୦୭ରୁ କାର୍ଯ୍ୟ କରିଆସୁଛନ୍ତି । ୨୦୧୮ ମସିହା ମଇ ମାସରେ କୁନା "ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ"ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଥିଲେ ।
ଭଲପାଏ ତତେ ୧୦୦ରୁ ୧୦୦, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ରୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରର ସଂଳାପ ଲେଖିଥିଲେ । ନିର୍ଦ୍ଦେଶନ ସୁଧାଂଶୁ ମୋହନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିକାଶ ଦାସ ଏହି ଚଳଚ୍ଚିତ୍ରଟିରେ ସ୍ୱର ସଂଯୋଜନା କରିଥିଲେ । ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ରୱାଲ, ସୌରିନ ଭଟ୍ଟ, ବାବୁଶାନ୍ ଆଦି କଣ୍ଠଶିଳ୍ପୀମାନେ କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ । ବାବୁଙ୍କ ସହ ନାୟିକା ଭୂମିକାରେ ଅଭିନୟ କରିଥିଲେ ଶୀତଲ ପାତ୍ର ଓ ସୂର୍ଯ୍ୟମୟୀ ମହାପାତ୍ର । ସୂର୍ଯ୍ୟମୟୀ ସାର୍ଥକ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ମୁ ବି ହିରୋଇନ ହେବିରେ ଅଂଶଗ୍ରହଣ କରିଥିଲେ ଏବଂ ବିଜୟୀ ହେବାପରେ ଏହି ଚଳଚ୍ଚିତ୍ରଟିରେ ତାଙ୍କୁ ଅଭିନୟର ସୁଯୋଗ ମିଳିଥିଲା । ହରିହର ମହାପାତ୍ର, ପୃଥିରାଜ, ଅମିତ ପାଣି, ଦେବାଶିଷ ପାତ୍ର ଆଦି କଳାକାରମାନେ ଏହି ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବଵାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ଵଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କ ଦ୍ବାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଆଖି ଖୋଲିଲେ ତୁ ତୁ ହି ତୁ ୨୦୧୭ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସରୋଜ ମହାପାତ୍ର ଏବଂ ପ୍ରଯୋଜନା କରିଥିଲେ ସଞ୍ଜୟ ଚୌଧୁରୀ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିକାଶ ଦାସ ଏବଂ ଗୀତ ରଚନା କରିଥିଲେ ବାପୁ ଗୋସ୍ୱାମୀ । ଉଦିତ ନାରାୟଣ, ବିନୋଦ ରାଠୋଡ, ପାମେଲା ଜୈନ୍, ଅନ୍ତରା ଚକ୍ରବର୍ତ୍ତୀ ପ୍ରମୁଖ କଣ୍ଠଶିଳ୍ପୀଗଣ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ ଗ୍ରୀଷ୍ମ ମଣ୍ଡଳୀୟ ରୋଗ ଯାହା ଡେଙ୍ଗୁ ଭୁତାଣୁଦ୍ୱାରା ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡବଥା, ବାନ୍ତି, ମାଂସପେଶୀ, ଗଣ୍ଠି ଯନ୍ତ୍ରଣା ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ, ସ୍ୱଳ୍ପ ପ୍ଲାଟେଲେଟ ସ୍ତର, ରକ୍ତ ପ୍ଲାଜ୍ମା ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ ହୁଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।