ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଷ୍ଟିଭେନ ପୌଲ "ଷ୍ଟିଭ" ଜବ୍ସ (୨୪/୨/୧୯୫୫-୫/୮/୨୦୧୧)ଜଣେ ଅମେରିକୀୟ କମ୍ପୁଟର ବିଜ୍ଞାନୀ ।ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଦ୍ଧକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଦ୍ଧକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ କମ୍ପାନୀରେ ପରିବର୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫିଫା ବିଶ୍ଵକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘ ଦ୍ଵାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ଵକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ଵର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ଵିତୀୟ ବିଶ୍ଵଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ଵକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା ୨୦୧୪ ମସିହାରେ ବ୍ରାଜିଲ୍ଠାରେ ଅନୁଷ୍ଠିତ ବିଶ୍ଵକପ ପ୍ରତିଯୋଗିତାରେ ଜର୍ମାନୀ ବିଶ୍ଵବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା]
ବେଜିଂ , ଚୀନର ରାଜଧାନୀ ଅଟେ। ଏହା ପୃଥିବୀର ଦ୍ୱିତୀୟ ଜନାକୀର୍ଣ୍ଣ ସହର। ଏହି ସହର ଚୀନର ଉତ୍ତର ଭାଗରେ ଅବସ୍ଥିତ। ଚୀନର ସରକାର ଏହି ସହରକୁ ସିଧାସଳଖ ମହାନଗର ନିଗମ ଭାବେ ପରିଚାଳିତ କରୁଛନ୍ତି ଓ ଏହା ସହିତ ଜାତୀୟ ସରକାର ଅଧୀନରେ ୧୬ଟି ପୌରାଞ୍ଚଳ, ଉପ-ପୌରାଞ୍ଚଳ ଓ ଗ୍ରାମ୍ୟାଞ୍ଚଳ ଶାସିତ ହେଉଛନ୍ତି। ବେଜିଂ ଉଭୟ ଆଧୁନୀକ ଓ ପାରମ୍ପରିକ ସ୍ଥାପତ୍ୟର ମିଶ୍ରଣ ଅଟେ। ବେଜିଂ ଶିକ୍ଷା,ରାଜନିତୀ,ଅର୍ଥନିତୀ,ଇତିହାସ,ପରମ୍ପରା,ପ୍ରଯୁକ୍ତି ବିଦ୍ୟା ଆଦିରେ ଅନେକ ପ୍ତିପତ୍ତି ହାସଲ କରିସାରିଛି। ସିଙ୍ଘଘାଇ ପରେ ବେଜିଂ ଦ୍ୱିତୀୟ ଚାଇନିଜ୍ ସହର ଯେଉଁଟାକି ପୌରଞ୍ଚଳବାସୀଙ୍କ ଦ୍ୱରାରା ଜନାକୀର୍ଣ୍ଣ ଏବଂ ଏହା ଦେଶର ରାଜନିତୀ,ପରମ୍ପରା ଓ ଶିକ୍ଷାର କ୍ଷେତ୍ର ମଧ୍ୟ ଅଟେ। ୨୦୧୦ ମସିହା ପରଠାରୁ ବେଜିଂ ରାଜଧାନୀ ଅନ୍ତର୍ଜାତୀୟ ବିମାନବନ୍ଦର ପୃଥିବୀର ବହୁଳ ଯାତ୍ରୀମାନଙ୍କ ପାଇଁ ବ୍ୟସ୍ତପୂର୍ଣ୍ଣ ଅନ୍ତର୍ଜାତୀୟ ବିମାନବନ୍ଦର ପାଲଟିଛି।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ଵର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ଵର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ଵାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ଵ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ଵରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମ ଗ୍ରହଣ କରିଥିଲେ । ବାଲି ଗ୍ରାମର ଖଦାଳ ସାହିରେ ସେ ନିଜ ପରିବାର ସହ ବସବାସ କରୁଥିଲେ ।ବାଲ୍ୟ କାଳରୁ ହିଁ ସେ ଜଣେ ଜଗନ୍ନାଥ ପ୍ରେମୀ ଥିଲେ । ନିଜ ପରିବାରର ପାରମ୍ପରିକ ବୁଣାକାର ବୃତ୍ତି ବ୍ୟତୀତ, ଜଗନ୍ନାଥ ଭଜନ ଓ ଜଣାଣ ଲେଖିବାରେ ମଧ୍ୟ ତାଙ୍କର ରୁଚିଥିଲା । ଏହା ବ୍ୟତୀତ ସେ ଭାଗବତ, ଚଉତିସା ଓ ଭକ୍ତି ମାଳିକା ଭଳି ଗ୍ରନ୍ଥ ମଧ୍ୟ ରଚନା କରିଥିଲେ ।ସେହି ସମୟରେ ଗାଁ ଗହଳିରେ ସନ୍ଧ୍ୟା ସମୟରେ ଭାଗବତ ବାଣୀ ପ୍ରବଚନ ଦିଆଯାଉଥିଲା । ତେଣୁ ଗାଁ ଲୋକେ ସମ୍ମିଳିତ ଭାବେ ଏକାଠି ବସି ଭାଗବତ ପ୍ରବଚନ ଶୁଣୁଥିଲେ । କିନ୍ତୁ ନୀଚ ଓ ଅଛୁଆଁ ଜାତିରେ ଜନ୍ମ ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ସେଠାରେ ପ୍ରବେଶ ନିଷେଧ ଥିଲା । ଫଳ ସ୍ଵରୂପ ଦାସିଆ ବାଉରୀକୁ ମଧ୍ୟ ସେହି ସାମାଜିକ କୁପ୍ରଥାର ଶିକାର ହେବାକୁ ପଡ଼ିଥିଲା । କିନ୍ତୁ ଆଧ୍ୟାତ୍ମିକ ଚେତନାବାଦୀ ଦାସିଆ ବାଉରୀଙ୍କୁ ଏହାର କିଛି ପ୍ରଭାବ ପଡ଼ିନଥିଲା । ପ୍ରବଚନ ସ୍ଥଳୀର ଅନତି ଦୂରରୁ ଜଣେ ଉତ୍ସାହୀ ଶ୍ରୋତା ଭାବରେ ସେ ପ୍ରବଚନ ଶୁଣୁଥିଲେ । ଆନେକ ପୂରାଣ ଓ କିମ୍ବଦନ୍ତୀରେ ଭକ୍ତ ଦାସିଆ ବାଉରୀ ଓ ଭଗବାନଙ୍କ ଭାବ ସମ୍ପର୍କରେ ଅନେକ କିଛି ବର୍ଣ୍ଣିତ ହୋଇଅଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏକ ସାରସ୍ୱତ ସମ୍ମାନ ଯାହା ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ସାହିତ୍ୟର ଜଣେ ସାହିତ୍ୟିକଙ୍କ ସମଗ୍ର ରଚନାବଳୀ ପାଇଁ ପ୍ରଦାନ କରାଯାଇଥାଏ । ଏହା ଏକାଡେମୀଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ସାରସ୍ଵତ ସମ୍ମାନ । ଏହା ପଞ୍ଚଦଶ ଶତାବ୍ଦୀର ଓଡ଼ିଆ କବି ଓ ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କ ନାମରେ ନାମିତ । ପୁରସ୍କାର ବିଜେତାଙ୍କୁ ମାନପତ୍ର, ଉପଢୌକନ ସହ ନଗଦ ଏକ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଏ । ୧୯୯୩ରୁ ପ୍ରବର୍ତ୍ତିତ ଏହି ସମ୍ମାନର ପ୍ରଥମ ପ୍ରାପକ ହେଉଛନ୍ତି ଓଡ଼ିଆ କବି ରାଧାମୋହନ ଗଡ଼ନାୟକ ।
ଅରକ୍ଷିତ ଦାସ (ଆନୁମାନିକ ୧୭୮୦ରୁ ୧୭୮୮) ଜଣେ ଓଡ଼ିଆ କବି ଓ ହିନ୍ଦୁ ସନ୍ଥ। ସେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପିଲାବେଳ ନାମ ଥିଲା ବଲଭଦ୍ର ଦାସ । ପିଳାବେଳୁ ତାଙ୍କର ଧର୍ମଭାବ ଜାଗ୍ରତ ହୋଇଥିଲା । ତାଙ୍କୁ ବାରବର୍ଷ ହୋଇଥିବାବେଳେ ତାଙ୍କରପିତା ପଦ୍ମନାଭ ଦେବ ପାଠ ପରୀକ୍ଷା କରିବା ସମୟରେ ସେ ପିତାଙ୍କୁ କହିଲେ, "ହେ ପିତା ! ମୁଁ ତ ପରମ ପାଠ ପଡୁଛି, ଅନ୍ୟପାଠ ପଢିବାର ପ୍ରୟୋଜନ କ'ଣ ?" ଏହିପରି ଚିନ୍ତାରୁ ନିବୃତ କରିବାପାଇଁ ତାଙ୍କ ପିତା ରାଜକନ୍ୟାକୁ ବିବାହ ଦେବା କଥା କହିବାରୁ ମହାମୁନି କପିଳ ଶୁଭଦେବଙ୍କ ଭଳି ପିତାଙ୍କୁ ପରମ ତତ୍ତ୍ଵ ବୁଝାଇ କହିଲେ, "ହେ ପିତା !
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଦ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଅଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଅଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଅଛି।[ଆଧାର ଲୋଡ଼ା]
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗର୍ଭପାତ ଏକ ପଦ୍ଧତି ଯାହାଦ୍ୱାରା ବର୍ଭସ୍ଥ ଶିଶୁ ବା (ଫିଟସ୍)କୁ ଓ ଭୃଣକୁ ତାର ନିଜସ୍ୱ ଜୀବନ ନିର୍ବାହ ଶକ୍ତି ପାଇବା ପୂର୍ବରୁ ଗର୍ଭଚ୍ୟୁତ କରାଯାଏ । ସ୍ୱତଃ ଗର୍ଭପାତ ହେଲେ ତାହାକୁ ଇଂରାଜୀରେ ମିସ୍କ୍ୟାରେଜ (miscarriage) ନାମ ଦିଆଯାଏ । ଇଚ୍ଛାନୁଯାୟୀ କଲେ ଏହାକୁ ଇନ୍ଡ୍ୟୁସ୍ଡ୍ ଗର୍ଭପାତ (ଇଂରାଜୀରେ induced abortion) କୁହାଯାଏ । ସାଧାରଣ ଭାବେ ଇଚ୍ଛାକୃତ ଗର୍ଭାପାତକୁ ହିଁ ଗର୍ଭପାତ ବୋଲି ବୁଝାଯାଏ । ବଞ୍ଚିବା ଶକ୍ତି ଆସିବା ପରେ ଗର୍ଭାବସ୍ଥାକୁ ସମାପ୍ତ କଲେ ତାହାକୁ ବିଳମ୍ବିତ ଗର୍ଭାବସ୍ଥା ସମାପ୍ତି (ଇଂରାଜୀରେ late termination of pregnancy) କୁହାଯାଏ ।ଆଧୁନିକ ଚିକିତ୍ସାଶାସ୍ତ୍ରରେ ଇଚ୍ଛାକୃତ ଗର୍ଭପାତ ନିମନ୍ତେ ଔଷଧ ବା ଅପରେଶନର ସାହାଯ୍ୟ ନିଆଯାଏ । ପ୍ରଥମ ତ୍ରୈମାସିକରେ ଅପରେଶନ ସଦୃଶ ଫଳପ୍ରଦ ହେଉଥିବା ଦୁଇଟି ଔଷଧ 'ମିଫେପ୍ରିସ୍ଟୋନ' ( mifepristone) ଓ 'ପ୍ରୋସ୍ଟାଗ୍ଲାନ୍ଡୋମ' (prostaglandin) ଉପଲବ୍ଧ ହେଉଛି । ଦ୍ୱିତୀୟ ତ୍ରୈମାସିକରେ ଔଷଧ ଫଳପ୍ରଦ ହେଲେ ମଧ୍ୟ ଅପରେଶନ କଲେ ପାର୍ଶ୍ୱପ୍ରତିକ୍ରିୟା ସଙ୍କଟ କମ୍ ରହୁଛି । ଗର୍ଭପାତ ପରେ ସଙ୍ଗେ ସଙ୍ଗେ ଜନ୍ମ ନିରୋଧ ବଟିକା ବା ଇଣ୍ଟ୍ରାୟୁଟେରାଇନ ଡିଭାଇସ୍ ବ୍ୟବହାର କରିବାକୁ ଉପଦେଶ ଦିଆଯାଏ । ସ୍ଥାନୀୟ ନିୟମ ଅନୁକୂଳରେ ବିକଶିତ ଦେଶମାନଙ୍କରେ ଦୀର୍ଘକାଳୀନ ଇତିହାସରେ ଗର୍ଭପାତ ଏକ ନିରାପଦ ପ୍ରକ୍ରିୟା ଭାବେ ସ୍ୱକୃତି ପାଇଛି । ଅଣଜଟିଳ ଗର୍ଭପାତଦ୍ୱାରା ଦୀର୍ଘକାଳୀନ ମାନସିକ ଓ ଶାରୀରିକ ଅସୁବିଧା ହୁଏ ନାହିଁ । ପୃଥିବୀରେ ସମସ୍ତ ମହିଳାଙ୍କୁ ସମାନ ସ୍ତରର ନିରାପଦ ଓ କାନୁନୀ ଗର୍ଭପାତ କରେଇବାକୁ ବିଶ୍ୱସ୍ୱାସ୍ଥ୍ୟ ସଂଗଠନ ପରାମର୍ଶ ଦେଉଛି । ପ୍ରତିବର୍ଷ ଅସୁରକ୍ଷିତ ବର୍ଭପାତ ଯୋଗୁ ପୃଥିବୀରେ ପ୍ରାୟ ୪୭.୦୦୦ ମାତୃ ମୃତ୍ୟୁ ଓ ୫ ନିୟୁତ ଡାକ୍ତରଖାନା ଆଡ୍ମିସନ୍ ହେଉଛି ।ପ୍ରତିବର୍ଷ ପୃଥିବୀରେ ପ୍ରାୟ ୪୪ ନିୟୁତ ଗର୍ଭପାତ କରାଯାଉଛି ଓ ତନ୍ମମଧ୍ୟରୁ ଅଧାରୁ କମ୍ ଅସୁରକ୍ଷିତ ଅଟେ । ଦଶବର୍ଷାଧିକର ପରିବାର ନିୟନ୍ତ୍ରଣ ଓ ଜନ୍ମ ନିୟନ୍ତ୍ରଣ ଶିକ୍ଷା ସତ୍ତ୍ୱେ ସନ ୨୦୦୩ରୁ ୨୦୦୮ ମଧ୍ୟରେ ଗର୍ଭପାତ ହାର କିଛି କମ୍ ହୋଇନି । ସନ ୨୦୦୮ରେ ପୃଥିବୀର ମହିଳାମାନେ କୌଣସି ପ୍ରଶ୍ନ ବିନା କାନୁନୀ ଗର୍ଭପାତ କରାଇଛନ୍ତି, କିନ୍ତୁ କେତେ ପର୍ଯ୍ୟନ୍ତ କରିପାରିବେ, ତାହାର ଏକ ସୀମା ଅଛି ।ଇନ୍ଡ୍ୟୁସ୍ଡ ଗର୍ଭପାତର ଲମ୍ବା ଇତିହାସ ଅଛି । ବିବିଧ ଉପାୟ ଯଥା ବୃକ୍ଷଲତା ସମ୍ବନ୍ଧୀୟ, ମୂନିଆ ଯନ୍ତ୍ର ସାହାଯ୍ୟରେ, ଶାରୀରିକ ଆଘାତଦ୍ୱାରା ଓ ପୁରାତନ କାଳରୁ ଗତାନୁଗତିକ ପଦ୍ଧତି ସାହାଯ୍ୟରେ ଏହା ଚାଲିଛି । ପୃଥିବୀର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ନିୟମରେ, କେତେ ଅନ୍ତରରେ ଓ ସାଂସ୍କୃତିକ ତଥା ଧାର୍ମିକ ନିୟମରେ କରାଯିବ ତାହାର ଭିନ୍ନ ଭିନ୍ନ ମତ ଅଛି । ଧର୍ଷଣ, ଫିଟସ ଅସୁବିଧା , ସାମାଜିକ-ଅର୍ଥନୈତିକ କାରଣ ଓ ମାତାର ସ୍ୱାସ୍ଥ୍ୟ ସଙ୍କଟ ହେଲେ ଏହା ନ୍ୟାୟିକ ଭାବରେ କରାଯାଏ । ପୃଥିବୀର ଅନେକ ସ୍ଥାନରେ ନୈତିକ, କାନୁନୀ ଓ ନୀତିଗତ କାରଣରୁ ଜନସାଧରଣଙ୍କ ମତର ଭିନ୍ନତା ଦେଖାଯାଏ । ବିରୁଦ୍ଧାଚରଣ କରୁଥିବା ଲୋକଙ୍କ ମତ: ଗର୍ଭରେ ଥିବା ପ୍ରାଣ ଜୀବନ୍ତ ଅଟେ, ତାହାର ବଞ୍ଚିବା ଅଧିକାର ଅଛି ଓ ତାହାକୁ ମାରିବା ହତ୍ୟା ସାଥିରେ ସମାନ । ଏହା ସପକ୍ଷରେ ଥିବା ଲୋକଙ୍କ ମତ: ମହିଳାମାନଙ୍କର ନିଜସ୍ୱ ଶରୀରର ସମସ୍ୟା ନିଜେ ନିର୍ଦ୍ଧରଣ କରିବାର ଅଧିକାର ଅଛି ଓ ଏହା ମାନବିକ ଅଧିକାର ଅନ୍ତର୍ଭୁକ୍ତ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ପ୍ଲେଗ (ଇଂରାଜୀ ଭାଷାରେ Plague) ଏକ ସଂକ୍ରାମକ (infectious disease) ରୋଗ ଯାହା ୟେରସିନିଆ ପେସ୍ଟିସ (Yersinia pestis) ନାମକ ଏକ ଜୀବାଣୁଦ୍ୱାରା (bacterium) ହୁଏ । ଏହି ରୋଗରେ ଜ୍ୱର, ମୁଣ୍ଡ ବିନ୍ଧା ହୁଏ ଓ ଦୁର୍ବଳ ଲାଗେ । ଜୀବାଣୁ ସଂସ୍ପର୍ଶରେ ଆସିବାର ସଂସ୍ପର୍ଶର ୧-୭ ଦିନ ପରେ ରୋଗ ଆରମ୍ଭ ହୁଏ । ବୁବୋନିକ ପ୍ଲେଗରେ (Bubonic plague) ଲସିକା ଗ୍ରନ୍ଥି ଫୁଲିଯାଏ, ସେପ୍ଟିସେମିକ ପ୍ଲେଗରେ (septicemic plague) ତନ୍ତୁମାନଙ୍କ ମୃତ୍ୟୁ ହୋଇ କଳା ପଡ଼ିଯାଏ ଓ ନିମୋନିକ ପ୍ଲେଗରେ (pneumonic plague) ଛାତି ଯନ୍ତ୍ରଣା, କାଶ ହେବା ସହିତ ରୋଗୀକୁ ଅଣନିଶ୍ୱାସୀ ଲାଗେ । ଫ୍ଲି (flea) କାମୁଡ଼ା ଯୋଗୁ ଓ ସଂକ୍ରମିତ ପଦାର୍ଥକୁ ବ୍ୟବହାର କରିବାଦ୍ୱାରା ବୁବୋନିକ ଓ ସେପ୍ଟିସେମିକ ପ୍ଲେଗ ବ୍ୟାପିଥାଏ । ନିମୋନିକ ପ୍ଲେଗ ସାଧାରଣତଃ ବାୟୁ ମାଧ୍ୟମରେ (through the air) ସଂକ୍ରାମକ କଣିକାଦ୍ୱାରା ବ୍ୟାପିଥାଏ । ଲସିକା ଗ୍ରନ୍ଥି, ରକ୍ତ ଓ ଖଙ୍କାର (sputum) ପରୀକ୍ଷା କରିବାପରେ ସେଥିରେ ଜୀବାଣୁ ଦେଖିଲେ ରୋଗ ନିର୍ଣ୍ଣୟ କରାଯାଏ ।ରୋଗ ସଙ୍କଟ ଅଧିକ ଥିଲେ ଟିକା (vaccinated) ଦିଆଯାଏ । ବୁବୋନିକ ପ୍ଲେଗ ସଂସ୍ପର୍ଶରେ ଆସିଥିଲେ ପ୍ରତିଷେଧକ ଭାବରେ ଔଷଧ ଦେବା ଆବଶ୍ୟକ । ରୋଗ ଆରମ୍ଭ ହୋଇଗଲେ ଆଣ୍ଟିବାୟୋଟିକ (Antibiotic) ଓ ସାହାଯ୍ୟକାରୀ ଯତ୍ନ (supportive care) ସାହାଯ୍ୟରେ ଚିକିତ୍ସା କରାଯାଏ । ସାଧାରଣତଃ ଜେଣ୍ଟାମାଇସିନGentamicin ଓ ଫ୍ଲୋରୋକୁଇନୋଲିନ (fluoroquinolone) ଆଣ୍ଟିବାୟୋଟିକ ଦିଆଯାଏ । ଉପଯୁକ୍ତ ଚିକିତ୍ସା ମିଳିଲେ ମଧ୍ୟ ପ୍ରାୟ ୧୦% ରୋଗୀଙ୍କର ମୃତ୍ୟୁ ହୁଏ ଓ ଅଣଚିକିତ୍ସିତ ହେଲେ ୭୦% ରୋଗୀଙ୍କର ମୃତ୍ୟୁ ହୁଏ ।ରିପୋର୍ଟ ଅନୁସାରେ ପ୍ରତି ବର୍ଷ ପୃଥିବୀରେ ପ୍ରାୟ ୬୦୦ ଲୋକଙ୍କର ଏହି ରୋଗ ଯୋଗୁ ମୃତ୍ୟୁ ହୁଏ । ସନ ୨୦୧୭ରେ ଅଧିକାଂଶ ରୋଗୀ ଡେମୋକ୍ରାଟିକ ରିପବ୍ଲିକ ଅଫ ଦି କଙ୍ଗୋ (Democratic Republic of the Congo), ମାଡାଗାସ୍କର (Madagascar) ଓ ପେରୁ (Peru) ଭଳି ଦେଶମାନଙ୍କରେ ଦେଖାଯାଇଥିଲେ । ଯୁକ୍ତରାଷ୍ଟ୍ର ଆମେରିକାର ମଫସଲ ଅଞ୍ଚଳରେ ଏହି ରୋଗ ଦେଖାଯାଏ । ଏହି ରୋଗ ଐତିହାସିକ ମହାମାରୀ (outbreaks) ରୂପ ଧାରଣ କରିପାରେ ଯେପରିକି ୧୪ଶ ଶତାବ୍ଦୀର କଳ ମୃତ୍ୟୁ ବା ବ୍ଲାକ ଡେଥ (Black Death) ଯେଉଁଥିରେ ୫୦ନିୟୁତରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ନିମୋନିକ ପ୍ଲେଗ (Pneumonic plague) ଏକ ସାଂଘାତିକ ଫୁସଫୁସ ସଂକ୍ରମଣ (lung infection) ଯାହା ଏକ ପ୍ରକାର ଜୀବାଣୁ (bacterium) ୟେରସିନିଆ ପେସ୍ଟିସ (Yersinia pestis) କୃତ ହୁଏ । ଜ୍ୱର, ମୁଣ୍ଡବଥା, ଅଣନିଶ୍ୱାସୀ (shortness of breath), ଛାତି ଯନ୍ତ୍ରଣା (chest pain) ଓ କାଶ ଇତ୍ୟଦି ଲକ୍ଷଣମାନ ଏହି ରୋଗରେ ପ୍ରକାଶ ପାଏ । ସଂସ୍ପର୍ଶରେ ଆସିବାର ୩ରୁ ୭ ଦିନ ପରେ ଏହା ଆରମ୍ଭ ହୁଏ । ତିନି ପ୍ରକାର ପ୍ଲେଗ (plague) ରୋଗ ମଧ୍ୟରୁ ଏହା ଗୋଟିଏ: ଅନ୍ୟ ଦୁଇଟି ଯଥାକ୍ରମେ ସେପ୍ଟିସେମିକ ପ୍ଲେଗ (septicemic plague) ଓ ବୁବୋନିକ ପ୍ଲେଗ (bubonic plague) ।ପ୍ରାରମ୍ଭିକ ବୁବୋନିକ ବା ସେପ୍ଟିସେମିକ ପ୍ରେଗ ପରେ ନିମୋନିକ ପ୍ଲେଗ ହୋଇପାରେ । ଅନ୍ୟ ରୋଗୀଠାରୁ ବାୟୁବାହିତ (airborne) କ୍ଷୁଦ୍ରବିନ୍ଦୁ ପ୍ରଶ୍ୱାସରେ ଯାଇ ବା ନିମୋନିକ ପ୍ଲେଗ ସଂକ୍ରମିତ ବିଲେଇଠାରୁ ଏହା ସଂକ୍ରମିତ ହୁଏ । ଏହି ରୋଗ ଫୁସଫୁସରେ ହେଲେ ନିମୋନିକ, ଲସିକା ଗ୍ରନ୍ଥିରେ ହେଲେ ବୁବୋନିକ ଓ ରକ୍ତରେ ହେଲେ ସେପ୍ଟିସେମିକ ପ୍ଲେଗ କୁହାଯାଏ । ରକ୍ର, ଖଙ୍କାର ବା ଲସିକା ଗ୍ରନ୍ଥିରୁ ନିଆଯାଇଥିବା ତରଳ ପଦାର୍ଥ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ଏହାର ଟିକା (vaccine) ଉପରେ କାର୍ଯ୍ୟ ଚାଲିଥିଲେ ମଧ୍ୟ ଅଧିକାଂଶ ଦେଶରେ ଏହା ବ୍ୟବସାୟୀକ ଭିତ୍ତିରେ ମିଳେନି । ମୂଷା ଜାତୀୟ ଜୀବଙ୍କଠାରୁ (rodents) ଦୂରରେ ରହିଲେ ପ୍ରତିଷେଧ ହୋଇପାରିବ । ସଂକ୍ରମିତ ଲୋକଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖାଯାଏ ଯାହାକୁ ଆଇସୋଲେସନ (isolated) କୁହାଯାଏ । ଏହି ରୋଗ ଆଣ୍ଟିବାୟୋଟିକ (antibiotics) ସାହାଯ୍ୟରେ ଚିକିତ୍ସା କରାଯାଏ ।ଆଫ୍ରିକା, ଆମେରିକା ଓ ଏସିଆର ଦେଶମାନଙ୍କରେ ମୂଷା ଜାତୀୟ ଜୀବଙ୍କଠାରେ ଏହି ରୋଗ ଦେଖାଯାଏ । ବୁବୋନିକ ପ୍ଲେଗ ଅପେକ୍ଷା ନିମୋନିକ ପ୍ଲେଗ ଅଧିକ ସାଂଘାତିକ ଓ କମ୍ ଦେଖାଯାଏ । ସନ ୨୦୧୩ରେ ସମୁଦାୟ ପ୍ଲେଗ ରୋଗୀ ସଂଖ୍ୟା ଥିଲା ୭୮୩ । ଅଣଚିକିତ୍ସିତ ନିମୋନିକ ରୋଗୀ ୧୦୦% ମୃତ୍ୟୁ ବରଣ କରନ୍ତି । କେତେକ ହାଇପୋଥେସିସ ଅନୁସାରେ ୧୩୦୦ ଶତାବ୍ଦୀରେ ହୋଇଥିବା କଳା ମୃତ୍ୟୁ ନିମୋନିକ ପ୍ଲେଗ ଯୋଗୁ ହୋଇଥିଲା ଯାହା ପ୍ରାୟ ୫୦,୦୦୦,୦୦୦ ଲୋକଙ୍କର ପ୍ରାଣ ନେଇଥିଲା ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ । ମିଳିମିଳା ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ବ୍ୟାପେ । ଲାଳ ଓ ନାକରୁ ବାହାରୁଥିବା ତରଳ ପଦାର୍ଥ ସଂସ୍ପର୍ଶରେ ଆସିଲେ ଏହି ରୋଗ ମଧ୍ୟ ବ୍ୟାପେ । ଏହି ରୋଗ ପ୍ରତି ଇମ୍ମ୍ୟୁନିଟି ନ ଥିବା ପ୍ରତି ୧୦ ଜଣରେ ୯ ଜଣ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ରାସ ବା ଚର୍ମ ଲକ୍ଷଣ ପ୍ରକାଶ ପାଇବାର ୪ ଦିନ ପୂର୍ବରୁ ଓ ୪ ଦିନ ପର ପର୍ଯ୍ୟନ୍ତ ରୋଗୀ ସଂକ୍ରମଣକ୍ଷମ ରହେ । ଲୋକମାନେ ସାଧାରଣତଃ ଥରେ ଏହି ରୋଗ ଭୋଗନ୍ତି । ଜନ ସ୍ୱାସ୍ଥ୍ୟ ପ୍ରଚେଷ୍ଟାରେ କୌଣସି ରୋଗୀକୁ ମିଳିମିଳା ସନ୍ଦେହ କଲେ ତାହାର ଭୁତାଣୁ ପରୀକ୍ଷା କରାଯାଏ । ମିଳିମିଳା ପ୍ରତିଷେଧ ନିମନ୍ତେ ମିଳିମିଳା ଟିକା ଅତି ଫଳପ୍ରଦ । ଟିକାକରଣଦ୍ୱାରା ସନ ୨୦୦୦ରୁ ୨୦୧୩ ମଧ୍ୟରେ ମିଳିମିଳା ଜନିତ ମୃତ୍ୟୁ ହାର ୭୫ % କମିଛି ଓ ସାରା ପୃଥିବୀରେ ୮୫ % ପିଲାଙ୍କୁ ଟିକା ଦିଆହୋଇଛି । ଏହି ରୋଗ ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ସାହାଯ୍ୟକାରୀ ଯତ୍ନ କଲେ ଫଳାଫଳ ଉନ୍ନତ ହୁଏ । ପାଟି ଜଳଯୋଜନ ନିମନ୍ତେ ସାମାନ୍ୟ ମିଠା ଓ ଲୁଣିଆ ତରଳ ପଦାର୍ଥ ଓ ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଦିଆଯାଏ, ଜ୍ୱର ନିୟନ୍ତ୍ରଣ ନିମନ୍ତେ ଔଷଧ ଦିଆଯାଏ । ନିମୋନିଆ ଭଳି ସଂକ୍ରମଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଇପାରେ । ବିକାଶଶୀଳ ଦେଶରେ ଭିଟାମିନ ଏ ଦିଆଯାଏ । ଏହି ରୋଗ ବାର୍ଷିକ ୨୦ ନିୟୁତ ଲୋକଙ୍କୁ ଆକ୍ରମଣ କରେ, ଅଧିକ ଭାବେ ଆଫ୍ରିକା ଓ ଏସିଆ ମହାଦେଶରେ । ଟିକା ପ୍ରତିଷେଧକ ଥିବା ରୋଗ ଭିତରେ ସର୍ବାଧିକ ମୃତ୍ୟୁ ଏହି ରୋଗ ଯୋଗୁ ହୁଏ । ସନ ୧୯୯୦ରେ ୫୪୫,୦୦୦ ମୃତ୍ୟୁ ଏହି ରୋଗ ଯୋଗୁ ହୋଇଥିବା ବେଳେ ସନ ୨୦୧୩ରେ ୮୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୮୦ରେ ବାର୍ଷିକ ୨.୬ ନିୟୁତ ମୃତ୍ୟୁ ହେଉଥିଲା । ଅଧିକାଂଶ ସଂକ୍ରମିତ ଓ ମୃତ ରୋଗୀ ୫ ବର୍ଷ ବୟସରୁ କମ । ସଂକ୍ରମିତ ଲୋକଙ୍କ ମଧ୍ୟରୁ ୦.୨ % ଲୋକଙ୍କ ମୃତ୍ୟ ସଙ୍କଟ ଥାଏ, କିନ୍ତୁ କୁପୋଷଣ ଥିଲେ ୧୦ % ଲୋକଙ୍କର ମୃତ୍ୟୁ ସଙ୍କଟ ଥାଏ । ଅନ୍ୟ ପଶୁମାନଙ୍କୁ ଏହି ରୋଗ ହେବା ବିଶ୍ୱାସ କରାଯାଏ ନାହିଁ ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।