ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନିଦ୍ରାହୀନତା (ଇଂରାଜୀ ଭାଷାରେ Insomnia) ଏକ ନିଦ୍ରା ବେମାରୀ (sleep disorder) ଯେଉଁଥିରେ ଲୋକର ଶୋଇବାରେ (sleeping) ଅସୁବିଧା ହୁଏ । ଶୋଇବା ଆରମ୍ଭ କରିବାରେ ଅସିବିଧା ହୋଇପାରେ ବା ଇଚ୍ଛା ମୁତାବକ ଶୋଇହୁଏନାହିଁ । ଏହି ରୋଗରେ ଦିନରେ ନିଦ ଲାଗେ, ଶକ୍ତିହୀନତା ଲାଗେ, ଚିଡ଼ଚିଡ଼ା ଲାଗେ ଓ ଅବସାଦ (depressed mood|) ହୁଏ । ଏହା ଯୋଗୁ ଗାଡ଼ି ଧକ୍କା ସମ୍ଭାବନା ରହେ, ମନଦେଇ ଶିଖିବାରେ ସମସ୍ୟା ହୁଏ । ଏହି ରୋଗ କିଛି ଦିନ ବା କିଛି ସପ୍ତାହ ରହିପାରେ ବା ଦୀର୍ଘକାଳୀନ ଏକ ମାସରୁ ଅଧିକ ସମୟ ଧରି ରହିପାରେ ।ନିଦ୍ରାହୀନତା ବେମାରୀ ସ୍ୱତନ୍ତ୍ର ଭାବରେ ହୋଇପାରେ ବା ଅନ୍ୟ କୌଣସି କାରଣ ଯୋଗୁ ହୋଇପାରେ । ଅନ୍ୟ କାରଣମାନଙ୍କ ମଧ୍ୟରେ ମାନସିକ ଚାପ (psychological stress), ଦୀର୍ଘକାଳୀନ ଯନ୍ତ୍ରଣା (chronic pain), ହୃଦ୍ପାତ, ହାଇପରଥାଇରଏଡିଜ୍ମ (hyperthyroidism), ଛାତି ଜ୍ୱାଳା (heartburn), ରେସ୍ଟଲେସ ଲେଗ ସିଣ୍ଡ୍ରୋମ (restless leg syndrome, ଋତୁବନ୍ଦ, କେତେକ ଔଷଧ ଓ କେଫିନ, ନିକୋଟିନ ତଥା ଆଲକୋହୋଲ ଭଳି ଡ୍ରଗ ମୁଖ୍ୟତଃ ଏହି ରୋଗର କାରଣ ହୋଇଥାଆନ୍ତି । ରାତି ଡ୍ୟୁଟି ଓ ନିଦ୍ରା ଶ୍ୱାସରୋଧ (sleep apnea) ଯୋଗୁ ଏହି ରୋଗ ସଙ୍କଟ ଉତ୍ପନ୍ନ ହୋଇପାରେ । ନିଦ୍ରା ଅଭ୍ୟାସର ଇତିହାସ ଓ ଅନ୍ୟ କାରଣମାନଙ୍କର ଅନୁପସ୍ଥିତି ଦେଖି ଏହି ରୋଗ ନିର୍ଣ୍ଣୟ କରାଯାଏ । ଗୋଟିଏ ନିଦ୍ରା ଅନୁଶୀଳନ (sleep study) କରି ଅନ୍ତର୍ନିହିତ ସମସ୍ୟା ଚିହ୍ନଟ କରିବାକୁ ପଡ଼େ । ସ୍କ୍ରୀନିଙ୍ଗ ସମୟରେ ଦୁଇଟି ପ୍ରଶ୍ନ କରାଯାଏ: "ଶୋଇବାରେ ଅସୁବିଧା ହେଉଛି କି?
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । ଏହି ଅବସ୍ଥା ୪୫ରୁ ୫୫ ବର୍ଷ ବୟସରେ ହୁଏ । ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କହନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ । ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । ଧୁମପାୟୀଙ୍କର ଏହା ଆଗୁଆ ହୋଇପାରେ । ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନ ଓ ପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କହନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର । ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ତୋ ବିନୁ ଅନ୍ୟ ଗତି ନାହିଁ, ୧୯୯୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁବାସ ରଥ । ବିଜୟ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ର ସଂଳାପ ରଚନା କରିଥିଲେ । ମହମ୍ମଦ ମହସୀନ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଉତ୍ତମ ମହାନ୍ତି, ଶ୍ରୀରାମ ପଣ୍ଡା, ବିଜୟ ମହାନ୍ତି, ମହାଶ୍ୱେତା ରାୟ, ଦୁଃଖିରାମ ସ୍ୱାଇଁ, ଗୀତା ରାଓ, ସୁଜାତା ଆନନ୍ଦ, ଦେବୁ ବୋଷ, ବ୍ରଜ ସିଂହ, ଦେବୁ ବ୍ରହ୍ମା, ଗୀତା ଦତ୍ତ, ଅରବିନ୍ଦ ଷଡ଼ଙ୍ଗୀ, ତୁଷାର ପାଣିଗ୍ରାହୀ, କୁନି ମିଶ୍ର, ରଜତ ପାଇକରାୟ, ସୁମନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ହାତୀ (ଈଂରାଜୀରେ Elephant) ଏକ ବୃହତାକାର ସ୍ତନ୍ୟପାୟୀ ପ୍ରାଣୀ ଓ ଏହା ସର୍ବବୃହତ୍ ସ୍ଥଳଚର ସ୍ଥନ୍ୟପାୟୀ ଜୀବ । ଜୀବବିଜ୍ଞାନ ଅନୁଯାୟୀ ହାତୀକୁ ଏଲିଫେଣ୍ଟିଡାଏ ପରିବାରରେ ସ୍ଥାନିତ କରାଯାଇଛି । ହାତୀଙ୍କର ତିନୋଟି ଉପ-ପ୍ରଜାତି ଚିହ୍ନଟ କରାଯାଇଛି । ସେଗୁଡ଼ିକ ହେଲେ – ଆଫ୍ରିକୀୟ ବୁଦା ହାତୀ (African bush elephant, ଜୀବବିଜ୍ଞାନ ନାମ Loxodonta africana), ଆଫ୍ରିକୀୟ ଜଙ୍ଗଲ ହାତୀ (African forest elephant, ଜୀବବିଜ୍ଞାନ ନାମ Loxodonta cyclotis) ଏବଂ ଏସୀୟ ହାତୀ (Asian elephant, ଜୀବବିଜ୍ଞାନ ନାମ Elephas maximus) । ଭୌଗୋଳିକ ବିତରଣ ଦୃଷ୍ଟିରୁ ଉପ-ସାହାରା ଆଫ୍ରିକା, ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ହାତୀମାନେ ବ୍ୟାପ୍ତ । ପ୍ରାଚୀନ କାଳର ପ୍ରୋବୋଶିଡିଆ (proboscis-ପ୍ରୋବୋଶିସ୍ ଶବ୍ଦର ଅର୍ଥ ଶୁଣ୍ଢ) ପରିବାରରୁ କେବଳ ଏଲିଫେଣ୍ଟିଡାଏ ପରିବାର ବର୍ତ୍ତମାନ ଜୀବିତ ରହିଛି; କିନ୍ତୁ ଅନ୍ୟ ପରିବାର ଯଥା ଡାଏନୋଥେରିସ୍, ଗୋମ୍ଫୋଥିଅର୍, ମାମ୍ମଥ୍ ଓ ମାଷ୍ଟୋଡନ୍ ଇତ୍ୟାଦିର ଜୀବସମୂହ ଲୋପ ପାଇଗଲେଣି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଫିଫା ବିଶ୍ଵକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘ ଦ୍ଵାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ଵକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ଵର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ଵିତୀୟ ବିଶ୍ଵଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ଵକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା ୨୦୧୪ ମସିହାରେ ବ୍ରାଜିଲ୍ଠାରେ ଅନୁଷ୍ଠିତ ବିଶ୍ଵକପ ପ୍ରତିଯୋଗିତାରେ ଜର୍ମାନୀ ବିଶ୍ଵବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଜାପାନର ଆଞ୍ଚଳିକ ଓ ପାରମ୍ପରିକ ଖାଦ୍ୟଗୁଡ଼ିକ ନେଇ ଜାପାନର ମୁଖ୍ୟ ଭୋଜନ ଅନେକ ଶତାବ୍ଦୀର ପରେ ବିକଶିତ ହୋଇଛି । ମୁଖ୍ୟତଃ ଜାପାନୀ ଖାଦ୍ୟରେ ଚାଉଳ ଓ 'ମିସୋ' ନାମକ ସୂପ ଥାଏ । ତା ସହ ମାଛ, ଆଚାର ଓ ପରିବାପତ୍ର ରହେ । ସମୁଦ୍ରୀ ଭୋଜନ ମଧ୍ୟ ସାଧାରଣତଃ ଥାଏ । ଏହା ସୁଶି ବା ସାଶିମି ଭାବେ କଞ୍ଚା ପରଷାଯାଏ । ସାମୁଦ୍ରିକ ଭୋଜଙ୍କୁ ଏକ ହାଲୁକା ଆଣରେ ଭଜାଯାଏ । ଏହାକୁ 'ଟେମ୍ପ୍ୟୁରା' କୁହାଯାଏ । ଇତିହାସରେ ଜାପାନୀ ଜନସାଧାରଣ ମାଂସଭୋଜନ ବିରୋଧରେ ଥିଲେ । ୧୮୮୦ ଦଶକରେ ଜାପାନରେ ଆଧୁନିକତାର ପ୍ରଚଳନ ସହ ମାଂସ ମଧ୍ୟ ଗ୍ରହଣ କରାଗଲା । ଜାପାନର ପାରମ୍ପରିକ ମିଠାଗୁଡ଼ିକୁ 'ୱାଗାଶି' କୁହାଯାଏ । ବର୍ତ୍ତମାନ ଯୁଗରେ ଜାପାନୀ ଖାଦ୍ୟପେୟରୁ କେତୋଟି ବିଶ୍ୱସାରା ପ୍ରସିଦ୍ଧି ଲାଭ କରିଲାଣି । ଏହି ମଧ୍ୟରୁ 'ସୁଶି' ନାମକ ଭାତ ଓ କଞ୍ଚା ମାଛର ଖାଦ୍ୟ ଅନ୍ୟତମ ।
ଅନନ୍ତ ବାସୁଦେବ ମନ୍ଦିର ଏକ ହିନ୍ଦୁ ବିଷ୍ଣୁ ମନ୍ଦିର ଯାହା ଭୁବନେଶ୍ଵରର ବିନ୍ଦୁସାଗର ତୀରରେ ଅବସ୍ଥିତ । । ଗଙ୍ଗ ବଂଶର ରାଜା ତୃତୀୟ ଅନଙ୍ଗ ଭୀମଦେବଙ୍କ କନ୍ୟା ଚନ୍ଦ୍ରାବତୀ ଏହି ମନ୍ଦିରଟିକୁ ୧୨୭୮ମସିହାରେ ତୋଳାଇଥିବାର ଜଣାଯାଏ । ଏଠାରେ କୃଷ୍ଣ, ବଳରାମ ଏବଂ ସୁଭଦ୍ରାଙ୍କ ପୂର୍ଣ୍ଣାବୟବ ପ୍ରତିମା ପୂଜା କରାଯାଉଅଛି । ଅନନ୍ତ ବା ବଳରାମଙ୍କର ଦଣ୍ଡାୟମାନ ସପ୍ତଫେଣାକୃତି ମୂର୍ତ୍ତି ଡାହାଣ ହାତରେ ହଳ ଓ ବାମ ହାତରେ ମୂଷଳ ଧରି ପୂଜା ପାଆନ୍ତି । ବାସୁଦେବ ବା କୃଷ୍ଣଙ୍କ ମୂର୍ତ୍ତିଙ୍କ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଉଛି । ସୁଭଦ୍ରାଙ୍କ ମୂର୍ତ୍ତି ବିକସିତ ପଦ୍ମ ଉପରେ ଦଣ୍ଡାୟମାନ । ପଶ୍ଚିମମୂଖି ଏହି ତିନି ମୂର୍ତ୍ତି ଏକ ବେଦି ଉପରେ ଦଣ୍ଡାୟମାନ ଭାବରେ ପୂଜିତ । ମନ୍ଦିରର ଦକ୍ଷିଣ ପଶ୍ଚିମ କୋଣରେ ମାତଙ୍ଗୀ ମହାଲକ୍ଷ୍ମୀଙ୍କ ପ୍ରତିମା ଓ ପାଷାଣ ସ୍ତମ୍ଭ ଭାବରେ ସୁଦର୍ଶନ ସ୍ଥାପିତ ଅଛନ୍ତି । ସିଂହଦ୍ଵାରରେ ସିଂହମୂର୍ତ୍ତି ରହିଛି । ପାର୍ଶ୍ଵଦେବତା ଭାବରେ ଦକ୍ଷିଣରେ ବରାହ ଓ ଉତ୍ତରରେ ବାମନ ପୂଜା ପାଉଛନ୍ତି । ଦ୍ଵାରପାଳ ଅଛନ୍ତି ଜୟ-ବିଜୟ । ମନ୍ଦିର ବେଢାରେ ପିଢ଼ଦେଉଳ, ଜଗମୋହନ, ନାଟମନ୍ଦିର ଓ ଭୋଗମଣ୍ଡପ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ଵାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସି ପ୍ରୋଗ୍ରାମିଂ ଭାଷା(C Programming Language) ଏକ ଉଚ୍ଚ ସ୍ତରିୟ ପ୍ରୋଗ୍ରାମିଂ ଭାଷା ଯାହାର ପ୍ରାଥମିକ ବିକାସ ଡେନିସ ରୀଚିଦ୍ୱାରା ୧୯୬୯ ଏବଂ ୧୯୭୩ ମଧ୍ୟରେ ବେଲ ପ୍ରୟଗଶାଳା କରାଯାଇଥିଲା। ସି ପ୍ରୋଗ୍ରାମିଂ ଭାଷାର ରୁପରେଖା ଏପରି ଅଛି ଯାହା ଦ୍ୱାର ଏହାକୁ 'ଯନ୍ତ୍ର ଅନୁଦେଶ'(Machine Instruction) ସହିତ ଭାଲ ଭାବରେ ପ୍ରତିଚିତ୍ରଣ କରିହେବ ଏହି କାରଣରୁ ସିଷ୍ଟମ ସଫ୍ଟୱେର ଯେପରିକି 'ୟୁନିକ୍ସ ଅପରେଟିଙ୍ଗ ସିଷ୍ଟମକୁ'(UNIX Operating System) ଅତ୍ୟଧିକ ଭାବରେ ସି ପ୍ରୋଗ୍ରାମିଂ ଭାଷାରେ ଲେଖାଯାଇଛି।ସି ପ୍ରୋଗ୍ରାମିଂ ଭାଷା ଏକ ବ୍ୟାପକ ଭାବରେ ବ୍ୟବହାର କରାଯାଉଥିବା ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷା। ସି ପ୍ରୋଗ୍ରାମିଂ ଭାଷାର ପ୍ରଭାବ ବିଭିନ୍ନ ନୁତନ ପ୍ରୋଗ୍ରାମିଂ ଭାଷା ଯେପରିକି ସି++(C++), ଜାଭା(Java), ସି#(C#), ପାଇଥନ୍(Python) ଏବଂ ପର୍ଲ୍(Perl) ଆଦି ଉପରେ ଦେଖାଯାଏ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ନିଉରୋଫାଇବ୍ରୋମାଟୋସିସ (ଇଂରାଜୀ ଭାଷାରେNeurofibromatosis ବା NF) ଏକ ରୋଗ ଯେଉଁଥିରେ ସ୍ନାୟୁ ମଣ୍ଡଳରେ (nervous system) ତିନି ପ୍ରକାର ଅର୍ବୁଦ (tumors) ସୃଷ୍ଟି ହୁଏ । ଏମାନଙ୍କର ନାମ ଯଥାକ୍ରମେ ନିଉରୋଫାଇବ୍ରୋମାଟୋସିସ ଟାଇପ ୧ (neurofibromatosis type 1 ବା (NF1)), ନିଉରୋଫାଇବ୍ରୋମାଟୋସିସ ଟାଇପ ୨ (neurofibromatosis type 2 ବା NF2) ଓ ସ୍ୱାନୋମାଟୋସିସ (schwannomatosis) । ଏନଏଫ୧ ରୋଗରେ ଚର୍ମରେ 'କାଫେ ଔ ଲେ' (light brown spots on the skin) ଦାଗ, କାଖ ଓ ଉରୁସନ୍ଧିରେ ମାଟିଆ ଦାଗ (freckles), ସ୍ନାୟୁରେ (nerves) ଛୋଟ ଅର୍ବୁଦ ଓ ସ୍କୋଲିଓସିସ ଇତ୍ୟାଦି ଲକ୍ଷଣ ଦେଖାଯାଏ । ଏନଏଫ୨ ରୋଗରେ ବଧିରତା, ଅଳ୍ପ ବୟସରେ ପରଳ, ନିୟନ୍ତ୍ରଣ ସମସ୍ୟା, ମାଂସ ରଙ୍ଗର ଚର୍ମ ଫ୍ଲାପ ଓ ମାଂସପେଶୀ ଆଟ୍ରୋଫି (muscle wasting) ବା କ୍ଷୟ ହୁଏ । ଅର୍ବୁଦ ଗୁଡ଼ିକ ସାଧାରଣତଃ ବିନାଇନ ବା ଅଣକର୍କଟ (non cancerous) ହୋଇଥାଏ । କେତେକ ଜିନର (genes) (ଜେନେଟିକ ମ୍ୟଟେସନ) (genetic mutation) ଯୋଗୁ ଏହି ରୋଗ ହୁଏ । ପ୍ରାୟ ଅଧା କେଶ ପିତାମାତାଙ୍କ ପାଖରୁ ଅନୁବଂଶୀୟ (inherited from a person's parents) କ୍ରମରେ ଆସେ, ବାକିତକ ବିକାଶର ପ୍ରଥମ ଭାଗରେ ସୃଷ୍ଟି ହୁଏ । ଅର୍ବୁଦଗୁଡ଼ିକ ସ୍ନାୟୁରୁ ନ ବାହାରି ସ୍ନାୟୁ (neurons) ସାହାଯ୍ୟକାରୀ କୋଷମାନଙ୍କରୁ ବାହାରିଥାଏ । ଏନଏଫ୧କୁ ନିଉରୋଫାଇବ୍ରୋମା (neurofibromas) କୁହାଯାଏ, ଏନଏଫ୨ରେ ସ୍ୱାନ ଜୀବକୋଷରୁ ବାହାରୁଥିବା ଅର୍ବୁଦ (tumors of Schwann cells) ସ୍ୱାନୋମା ବାହାରେ । ଲକ୍ଷଣ ଦେଖି ଏହି ରୋଗ ନିର୍ଣ୍ଣୟ କରାଯାଏ, କ୍ୱଚିତ ଜେନେଟିକ ଟେଷ୍ଟିଙ୍ଗ (genetic testing) ଆବଶ୍ୟକ ହୁଏ । ଏହି ରୋଗ ନିମନ୍ତେ କୌଣସି ପ୍ରତିଷେଧ ବା ଚିକିତ୍ସା ଏ ପର୍ଯ୍ୟନ୍ତ ସ୍ଥିର ହୋଇନାହିଁ । ଅର୍ବୁଦ ଯଦି ସମସ୍ୟା ସୃଷ୍ଟି କରୁଥାଏ ବା କର୍କଟ ରୋଗ ଆଡ଼କୁ ଗତି କରୁଥିବାର ଜଣାଯାଏ, ତା' ହେଲେ ତାକୁ ଅପରେଶନ କରି ବାହାର କରିଦିଆଯାଏ । କର୍କଟ ରୋଗ ଦିଗକୁ ଗତି କରୁଥିଲେ କେମୋଥେରାପି (chemotherapy) ବା ରାଡିଏସନ ଥେରାପି (Radiation) ମଧ୍ୟ ଦିଆଯାଇପାରେ । ଶ୍ରବଣହାନୀ ହେଉଥିଲେ କକ୍ଲିଆର ଇମ୍ପ୍ଲାଣ୍ଟ (cochlear implant) ବା ଅଡିଟରି ବ୍ରେନସ୍ଟେମ ଇମ୍ପ୍ଲାଣ୍ଟ (auditory brainstem implant) ଦିଆଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରତି ୩,୫୦୦ ଲୋକରେ ଜଣକୁ ଏନଏଫ୧ ଓ ପ୍ରତି ୨୫,୦୦୦ ଲୋକରେ ଜଣକୁ ଏନଏଫ୨ ରୋଗ ହେଉଛି । ଉଭୟ ପୁରୁଷ ଓ ମହିଳା ସମ ଭାବରେ ଏହି ରୋଗରେ ଆକ୍ରାନ୍ତ ହେଉଛନ୍ତି । ଏନଏଫ୧ ରୋଗ ଅଧିକାଂଶ ସମୟରେ ଜନ୍ମରୁ ଥାଏ ବା ୧୦ ବର୍ଷ ବୟସ ପୂର୍ବରୁ ହୁଏ । ଏନଏଫ୧ ରୋଗୀମାନେ ପ୍ରାୟ ସାଧାରଣ ଆୟୁଷର ଜୀବନ ଯାପନ କରନ୍ତି ଯଦିଓ ରୋଗ ଅଧିକ ଖରାପ ଦିଗକୁ ଗତି କରିପାରେ । ଏନଏଫ୨ ରୋଗରେ ପ୍ରାକ୍ ଯୁବାବସ୍ଥାରେ ରୋଗ ଆରମ୍ଭ ହୁଏ । ଏହି ଏନଏଫ୨ରେ କିନ୍ତୁ ସମୟପୂର୍ବ ମୃତ୍ୟୁ ସଙ୍କଟ ରହେ । ଏହି ରୋଗର ବର୍ଣ୍ଣନା ୧ମ ଶତାବ୍ଦୀରେ ପ୍ରଥମେ ଲିପିବଦ୍ଧ ହୋଇଥିଲା ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମସ୍ତିଷ୍କ ହେଉଛି ଏକ ଅଙ୍ଗ ଯାହା ସମସ୍ତ ମେରୁଦଣ୍ଡୀ ଓ ଅଧିକାଂଶ ଅମେରୁଦଣ୍ଡୀ ପ୍ରାଣୀମାନଙ୍କରେ ସ୍ନାୟୁ ତନ୍ତ୍ରର କେନ୍ଦ୍ର। କେବଳ କେତେକ ଅମେରୁଦଣ୍ଡୀ ପ୍ରାଣୀ ଯଥା ସ୍ପଞ୍ଜ, ଜେଲିଫିଶ, ଷ୍ଟାରଫିଶ ଆଦିଙ୍କରେ ମସ୍ତିଷ୍କ ନଥାଏ । ମସ୍ତିଷ୍କ ମୁଣ୍ଡରେ ଅନ୍ୟାନ୍ୟ ସମ୍ୱେଦକ ଅଙ୍ଗ ଯଥା ଦୃଷ୍ଟି, ଶ୍ରବଣ, ସ୍ୱାଦ ଆଦି ନିକଟରେ ରହିଛି । ଏହା ଶରୀର ସବୁଠୁ ଜଟିଳ ଅଙ୍ଗ । ମସ୍ତିଷ୍କର ସବୁଠୁ ବଡ ଅଂଶ ହେଉଛି ପ୍ରମସ୍ତିଷ୍କ (cerebral cortex) ଯେଉଁଥିରେ ୧୫୦୦-୩୩୦୦ କୋଟି ନ୍ୟୁରନ ବା ସ୍ନାୟୁ କୋଷିକା ରହିଛି। ଏହି କୋଷିକା ଗୁଡିକ ସିନାପ୍ସ ମାଧ୍ୟମରେ ଅନ୍ୟ ସ୍ନାୟୁ କୋଷିକାମାନଙ୍କ ସହ ସଂଯୁକ୍ତ । ମସ୍ତିଷ୍କ ଉପରେ ବୈଜ୍ଞାନିକ ମାନେ ବହୁତ ଗବେଷଣା କରିଛନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ନିଲ ଆଲଡେନ ଆର୍ମଷ୍ଟ୍ରଙ୍ଗ(୫ ଅଗଷ୍ଟ, ୧୯୩୦ - ୨୫ ଅଗଷ୍ଟ, ୨୦୧୨) ଜଣେ ଆମେରିକୀୟ ମହାକାଶଚାରୀ, ଟେଷ୍ଟ ପାଇଲଟ, ଏରୋନଟିକ୍ସ ଇଞ୍ଜିନିୟର, ବିଶ୍ୱବିଦ୍ୟାଳୟ ପ୍ରାଧ୍ୟାପକ ତଥା ଚନ୍ଦ୍ରରେ ପାଦ ଦେଇଥିବା ପ୍ରଥମ ମଣିଷ ଥିଲେ । ମହାକାଶଚାରୀ ହେବା ପୂର୍ବରୁ ସେ ଆମେରିକୀର ସୈନ୍ୟ ବାହିନୀରେ କୋରିଆ ଯୁଦ୍ଧ(୨୫ ଜୁନ, ୧୯୫୦ - ୨୭ ଜୁଲାଇ, ୧୯୫୩)ରେ ଲଢିଥିଲେ । ୨୦ ଜୁଲାଇ, ୧୯୬୯ ଦିନ ୨୦:୧୭:୩୯ ୟୁ.ଟି.ସି.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ହାଇପରଥାଇରଏଡିଜମ, ଅନ୍ୟ ନାମ over active thyroid ଓ ହାଇପରଥାଇରିଓସିସ, ଏକ ରୋଗ ଯେଉଁଥିରେ ଥାଇରଏଡ ଗ୍ରନ୍ଥିରୁ ଅତ୍ୟଧିକ ଥାଇରଏଡ ହରମୋନ ନିର୍ଗତ ହୁଏ । ଯେ କୌଣସି କାରଣରୁ ଅତ୍ୟଧିକ ଥାଇରଏଡ ହରମୋନ ସ୍ରାବ ହେଲେ ଥାଇରୋଟକ୍ସିକୋସିସ ରୋଗ ହୁଏ ଓ ହାଇପରଥାଇରଏଡିଜମ ଏହାର ଅନ୍ତର୍ଭୁକ୍ତ । ଏହି ଦୁଇ ନାମକୁ ଅନେକ ଇଚ୍ଛାନୁଯାୟୀ ବ୍ୟବହାର କରନ୍ତି । ଲୋକ ଅନୁସାରେ ଚିହ୍ନ ଓ ଲକ୍ଷଣ ବିବିଧ ହୁଏ । ଏହି ଲକ୍ଷଣ ଗୁଡ଼ିକ: ମାଂସପେଶୀ ଦୁର୍ବଳତା, ଶୋଇବା ଅସୁବିଧା, ଦୃତ ହୃତ୍ ସ୍ପନ୍ଦନ, ଉତ୍ତାପ ଅସହିଷ୍ଣୁତା, ତରଳ ଝାଡ଼ା, ବର୍ଦ୍ଧିଷ୍ଣୁ ଥାଇରଏଡ ଗ୍ରନ୍ଥି ଓ ଓଜନ ହ୍ରାସ । ବୟସ୍କ ଲୋକ ଓ ଗର୍ଭାବସ୍ଥାରେ ଏହି ରୋଗ ଲକ୍ଷଣ କମ ଦେଖାଯାଏ । ଏକ ଅସାଧାରଣ ଜଟିଳତାର ନାମ ଥାଇରଏଡ ଝଡ଼ ଯେଉଁଥିରେ ସଂକ୍ରମଣ ହୋଇ ମାନସିକ ଦ୍ୱନ୍ଦ ଓ ଉଚ୍ଚ ଉତ୍ତାପ ହୁଏ ଓ ଶେଷରେ ମୃତ୍ୟୁ ହୁଏ । ଏହି ରୋଗର ଏକ ବିପରୀତ ଅବସ୍ଥା ହେଉଛି ହାଇପୋଥାଇରଏଡିଜମ ଯେଉଁଥିରେ ସ୍ୱଳ୍ପ ଥାଇରଏଡ ହରମୋନ ସ୍ରାବ ହୁଏ । ଆମେରିକାରେ ହେଉଥିବା ହାଇପରଥାଇରଏଡିଜମ ରୋଗର କାରଣ ମଧ୍ୟରୁ ୫୦ %ରୁ ୮୦% କେବଳ ଗ୍ରେଭସ ଡିଜିଜ । ଅନ୍ୟାନ୍ୟ କାରଣ: ମଲ୍ଟିନୋଡ୍ୟୁଲାର ଗଏଟର, ଟକସିକ ଆଡେନୋମା, ଥାଇରଏଡ ପ୍ରଦାହ ଓ ଅତ୍ୟଧିକ ଆୟୋଡିନ ଖାଦ୍ୟ ବା ସିନଥେଟକ ଥାଇରଏଡ ହରମୋନ ଖାଇଲେ ଏହି ରୋଗ ହୁଏ । ଅସାଧାରଣ କେଶ ମଧ୍ୟରେ ପିଟୁଇଟାରି ଆଡେନୋମା ସମ୍ଭବ । ଚିହ୍ନ ଓ ଲକ୍ଷଣ ଦେଖି ରୋଗ ସନ୍ଦେହ କରାଯାଏ ଓ ନିର୍ଣ୍ଣୟ ନିମନ୍ତେ ରକ୍ତ ପରୀକ୍ଷା ଆବଶ୍ୟକ । ରକ୍ତ ପରୀକ୍ଷାରେ କମ ଥାଇରଏଡ ସ୍ଟିମୁଲେଟିଙ୍ଗ ହରମୋନ (ଟିଏସଏଚ) ଓ ଅଧିକ ଟି୩ କିମ୍ବା ଟି୪ ଥାଏ ।.
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ବାଳ ଅପରାଧି ନ୍ୟାୟ (ସୁରକ୍ଷା ଓ ଯତ୍ନ) ଅଧିନିୟମ, ୨୦୧୫
ବାଳ ଅପରାଧି ନ୍ୟାୟ (ସୁରକ୍ଷା ଓ ଯତ୍ନ) ଅଧିନିୟମ, ୨୦୧୫ ସଂସଦରେ ଅନେକ ସଭ୍ୟଙ୍କ ଦୃଢ଼ ବିରୋଧ, ବିବାଦ ଓ ତର୍କ ମଧ୍ୟରେ ୨୦୧୫ ମସିହାରେ ଗୃହୀତ ହୋଇଯାଇଛି । ଏହା ପୂର୍ବରୁ ଥିବା
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସ୍ଵପ୍ନ ସାଗର (ଇଂରାଜୀ: Swapna Sagara) ଏକ ଓଡ଼ିଆ ଚଳଚ୍ଚିତ୍ର । ଏହା ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓ ୧୯୮୩ ମସିହାରେ ମୁକ୍ତିଲାଭ କରିଥିଲା । ପ୍ରଶାନ୍ତ ନନ୍ଦ ଏହାର ପ୍ରଯୋଜନା, ନିର୍ଦ୍ଦେଶନା, କାହାଣୀ ରଚନା କରିଥିବା ବେଳେ ଓ ଚିତ୍ରନାଟ୍ୟ ଓ ସଂଗୀତ ସଂଯୋଜନା ଅକ୍ଷୟ ମହାନ୍ତି କରିଥିଲେ । ଓଡ଼ିଆ ସିନେମା ଇତିହାସରେ ଏହା ପ୍ରଥମ ଓଡ଼ିଆ ୭୦ ଏମ.ଏମ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।