ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ବସ୍ତ୍ର ହରଣ, ୧୯୯୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ଦ୍ର ସାହୁ । ଶୀର୍ଷାନନ୍ଦ ଦାସ କାନୁନ୍ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଶିଶିର ମିଶ୍ର ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ବିଜୟ ମହାନ୍ତି, ମହାଶ୍ୱେତା ରାୟ, ଉତ୍ତମ ମହାନ୍ତି, ଶ୍ରୀରାମ ପଣ୍ଡା, ଅପରାଜିତା ମହାନ୍ତି, ମିହିର ଦାସ, ହର ପଟ୍ଟନାୟକ, ଅସୀତ ପତି, ସୁଜାତା ଆନନ୍ଦ, ଧୀର ବିଶ୍ୱାଳ, ସୁରେଶ ବଳ, ବୈଶାଳୀ ପରିଡ଼ା, ରୁନୁ ପରିଜା, ଜୟୀରାମ ସାମଲ, ବ୍ରଜ ସିଂହ, ଦୁଃଖିରାମ ସ୍ୱାଇଁ, ରବିନ୍ଦ୍ର ସାହୁ, ଅଶ୍ରୁମୋଚନ ମହାନ୍ତି, ସଂଗ୍ରାମ ବିଶ୍ୱାଳ, ଗ୍ଲୋରିଆ ମହାନ୍ତି, ଅରବିନ୍ଦ ଷଡ଼ଙ୍ଗୀ, ଦେବୁ ବ୍ରହ୍ମା, ରାଇମୋହନ ପରିଡ଼ା, ଭୂପତି, ଭବାନୀ ମହାପାତ୍ର, ସରସ୍ୱତୀ, ହିମାଂଶୁ ପରିଜା, ନରେନ୍ଦ୍ର ବିଶ୍ୱାଳ, ରମା ମହାରଣା, ଡିସ୍କୋ, ଶାନ୍ତି, ସନ୍ଧ୍ୟା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ହିନ୍ଦୁ ଉତ୍ତରାଧିକାର ଅଧିନିୟମ, ୧୯୫୬
ହିନ୍ଦୁ ଉତ୍ତରାଧିକାର ଅଧିନିୟମ, ୧୯୫୬ ହିନ୍ଦୁ ମାନଙ୍କର ସମ୍ପତ୍ତିଗତ ଅଧିକାରର ସଂହିତାବଦ୍ଧ କରିଥିବା ତଥା ଭାରତୀୟ ପାର୍ଲିଆମେଣ୍ଟ ଦ୍ୱାରା ପ୍ରଣୀତ ଏକ ଅଧିନିୟମ । ହିନ୍ଦୁ ଆଇନର ଏହା ଅନ୍ୟତମ ମୁଖ୍ୟ ସଂହିତା । ଏହା କେବଳ ହିନ୍ଦୁ (ତଥା ଶିଖ, ବୌଦ୍ଧ ତଥା ଜୈନ)ମାନଙ୍କର ସମ୍ପତ୍ତି ସମ୍ପର୍କିତ ମାମଲାରେ ଲାଗୁ ହେବ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।