ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଆୟୋନିକା ପୌଲ (ଜନ୍ମ: 23 ସେପ୍ଟେମ୍ବର 1992; ମୁମ୍ବାଇ) ଜଣେ ଭାରତୀୟ ମହିଳା ବନ୍ଧୁକ ଚାଳକ ଅଟନ୍ତି , ଯିଏ କମନବ୍ଲେଥ ଗେମ, ଗ୍ଲାସ୍ଗୋରେ 10 ମିଟର ଏୟାର ରାଇଫଲ୍ସ ଶୁଟିଂ ଇଭେଣ୍ଟରେ ଜିତି ଭାରତକୁ ରଜତ ପଦକ ଦେଇଥିଲେ । ସେ ସ୍ଲୋଭେନିଆରେ ଆଇ.ଏସ.ଏସ.ଏଫ ୱାର୍ଲଡ କପ 2014ରେ ବ୍ରୋଞ୍ଜ ଜିତିଥିଲେ । 2016 ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏସିଆନ ଓଲିଓମ୍ପିକ କ୍ୱାଲିଫାଇ ପ୍ରତିଯୋଗିତାରେ ସିଲଭର ମେଡାଲ ଜିତିଥିଲେ । ପରେ ସେ ଏନଜିଓ ମାଧ୍ୟମରେ ରିଓ ପାଇଁ ଓଲିଓମ୍ପିକ ଗୋଲ୍ଡର ଅନୁସନ୍ଧାନ କରିଥିଲେ । ସେ ମୁମ୍ବାଇର ଚେମ୍ବୁର ଠାରେ ଅବସ୍ଥିତ ସ୍ୱାମୀ ବିବେକାନନ୍ଦ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିଲେ । ସେ ପାନଭେଲ୍ ସ୍ଥିତ ପିଲାଇ ବୈଷୟିକ ମହାବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିଲେ ଓ ବର୍ତ୍ତମାନ ଇଲେକ୍ଟ୍ରୋନିକସ୍ ଇଞ୍ଜିନିୟରିଂରେ ସ୍ନାତ୍ତକୋତ୍ତର ପଢ଼ୁଛନ୍ତି । ଆୟୋନିକା ପଲ୍ ଦିନେ ଦକ୍ଷ ସନ୍ତରଣକାରୀ ଥିଲେ ମାତ୍ର ଧୀରେ ଧୀରେ ବନ୍ଧୁକଚାଳନା ପ୍ରତି ତାଙ୍କର ଇଚ୍ଛା ବଢ଼ିଥିଲା । ଆୟୋନିକା ପଲ୍ ରିଓ ଅଲିମ୍ପିକ୍ସ ୨୦୧୬କୁ ମନୋନୀତ ହୋଇଥିଲେ, ମାତ୍ର ସେ ୫୧ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୪୭ତମ ସ୍ଥାନରେ ରହିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫ୍ଲୁଓକ୍ସେଟିନ, ବ୍ୟବସାୟୀକ ନାମ ପ୍ରୋଜାକ ଓ ସାରାଫେମ, ସେଲେକ୍ଟିଭ ସେରୋଟୋନିନ ରିଅପଟେକ ଇନହିବିଟର ଶ୍ରେଣୀର ଏକ ଅବସାଦରୋଧୀ ଔଷଧ । ମୂଖ୍ୟ ଅବସାଦ ରୋଗ (major depressive disorder), ବୁଲିମିଆ ନର୍ଭୋସା, ପ୍ୟାନିକ ଡିଜଅର୍ଡ଼ର ଓ ପ୍ରିମେନସ୍ଟ୍ରୁଆଲ ଡିସଫୋରିକ ଡିଜଅର୍ଡ଼ର ଇତ୍ୟାଦି ରୋଗମାନଙ୍କରେ ଏହି ଔଷଧ ଦିଆଯାଏ । ୬୫ ବର୍ଷ ବୟସରୁ ଉର୍ଦ୍ଧ୍ୱ ଲୋକଙ୍କର ଆତ୍ମହତ୍ୟା ସଙ୍କଟ ଏହାଦ୍ୱାରା କମ ହୁଏ । ଏହାଦ୍ୱାରା ଅସମୟ ସ୍ଖଳନର ଚିକିତ୍ସା କରାଯାଏ । ଏହା ପାଟିରେ ଦିଆଯାଏ ।ଏହାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶୟନ ସମସ୍ୟା, ଖାଦ୍ୟ ଅରୁଚି, ଶୁଷ୍କ ପାଟି, ରାସ ଓ ଅସାଧାରଣ ସ୍ୱପ୍ନ । ସାଙ୍ଘାତିକ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ସେରୋଟୋନିନ ସିଣ୍ଡ୍ରୋମ, ମାନିଆ, ଅପସ୍ମାର ବାତ ଓ ଆତ୍ମହତ୍ୟା ବ୍ୟବହାର ସଙ୍କଟ ମୂଖ୍ୟତଃ ଦେଖାଯାଏ । ଔଷଧ ହଠାତ ବନ୍ଦ କଲେ ଉଇଥଡ୍ରୟାଲ ସିଣ୍ଡ୍ରୋମ ସହିତ ଉତ୍କଣ୍ଠ, ମୁଣ୍ଡଭ୍ରମ ଓ ସ୍ପର୍ଷ ପରିବର୍ତ୍ତନ । ଗର୍ଭାବସ୍ଥାରେ ଏହାର ପ୍ରଭାବ ଅଜ୍ଞେୟ ଅଛି । ଔଷଧ ଗ୍ରହଣ କରିବା ଅବସ୍ଥାରେ ସ୍ତନ୍ୟପାନ ଚାଲୁ ରଖାଯାଇପାରେ । ଏହାର କାର୍ଯ୍ୟକଳାପ ସ୍ପଷ୍ଟ ନ ଥିଲେ ମଧ୍ୟ ମସ୍ତିଷ୍କରେ ଅଧିକ ସେରୋଟୋନିନ କାମ କରୁଥିବା ବିଶ୍ୱାସ କରାଯାଏ । ସନ ୧୯୭୨ରେ ଏଲି ଲିଲି ଆଣ୍ଡ କମ୍ପାନୀଦ୍ୱାରା ଫ୍ଲୁଓକ୍ସେଟିନ ଆବିଷ୍କୃତ ହୋଇଥିଲା ଓ ୧୯୮୬ରେ ବ୍ୟବହୃତ ହୋଇଥଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ସନ ୨୦୧୪ରେ ଏହାର ଦୈନିକ ଖର୍ଚ୍ଚ ୦.୦୧ରୁ ୦.୦୪ ଆମେରିକୀୟ ଡଲାର ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଦୈନିକ ଖର୍ଚ୍ଚ ୦.୮୫ ଡଲାର ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମେଂଗତେ ଚଂଗ୍ନେଇଜେଂଗ ମେରି କମ୍(ଏମ୍ ସି ମେରି କମ୍)(ଜନ୍ମ ୧ ମାର୍ଚ୍ଚ ୧୯୮୩) ଯାହାଙ୍କୁ ମେରି କମ୍ ନାମରେ ମଧ୍ୟ ଜଣାଯାଏ, ଜଣେ ଭାରତୀୟ ମହିଳା ମୁଷ୍ଟି ଯୋଦ୍ଧା ଅଟନ୍ତି । ସେ ମୁଷ୍ଟି ଯୁଦ୍ଧରେ 5 ଥରର ବିଶ୍ୱ ଚ୍ୟାମ୍ପିୟାନ ଅଟନ୍ତି। ସେ ହେଉଛନ୍ତି ଏକ ମାତ୍ର ମହିଳା ଯେ କି ୬ ଥର ଯାକ ହୋଇଥିବା ବିଶ୍ୱ ଚ୍ୟାମ୍ପିୟନସିପରେ ପଦକ ଜିତିଛନ୍ତି । "ମ୍ୟାଗନିଫିସେନ୍ଟ୍ ମେରି" ବୋଲାଉଥିବା ମେରି ହେଉଛନ୍ତି ଏକ ମାତ୍ର ଭାରତୀୟ ମହିଳା ଯେ କି ୨୦୧୨ ଲଣ୍ଡନ ଓଲମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିବା ସଙ୍ଗେ ସଙ୍ଗେ ନିଜ ବର୍ଗ (୫୧ କି.
ଭାରତୀୟ କ୍ରିକେଟ ଦଳର ସବୁଠାରୁ ସଫଳ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଆଜି ପର୍ଯ୍ୟନ୍ତ କେବଳ ଭାରତ ନୁହେଁ ଭାରତ ବାହାରେ ମଧ୍ୟ ବହୁ ମ୍ୟାଚ ଓ ଟୁର୍ଣ୍ଣାମେଣ୍ଟ ଜିତିବାରେ ତାଙ୍କର ବଳିଷ୍ଠ ଅବଦାନ ରହିଛି । ଭାରତ ଧୋନିଙ୍କ ନେତୃତ୍ୱରେ ୨୦୦୭ରେ ଟି୨୦ ବିଶ୍ବକପ ଓ ୨୦୧୧ରେ ଦିନିକିଆ ବିଶ୍ୱକପ୍ ବିଜୟୀ ହୋଇଛି । ଏହାଛଡା ଧୋନି ଭାରତକୁ ଆହୁରି ଅନେକ ବିଶ୍ବସ୍ତରୀୟ ଚାମ୍ପିୟନସିପ୍ ମଧ୍ୟ ଜିତାଇଛନ୍ତି ।
ଅଦିତି ସିଂ ରଣା (ଜନ୍ମ ୧୫ ମଇ ୧୯୯୬, ଦିଲ୍ଲୀ, ଭାରତ) ଜଣେ ଭାରତୀୟ ବନ୍ଧୁକଚାଳନା ଖେଳାଳି, ଯେ ୧୦ ମିଟର୍ ଏୟାର୍ ରାଇଫଲ୍, ୫୦ ମିଟର୍ ରାଇଫଲ୍ ୩ ପୋଜିସନ୍ ଓ ୫୦ ମିଟର୍ ରାଇଫଲ୍ ପ୍ରୋନ୍ ବିଭାଗରେ ପ୍ରତିଦ୍ୱନ୍ଦୀତା କରନ୍ତି । ଅଦିତି ୨୦୧୪ ମସିହାରୁ ଭାରତୀୟ ବନ୍ଧୁକଚାଳନା ଦଳର ସଦସ୍ୟ ହୋଇ ଆସୁଛନ୍ତି । ସେ ୨୦୧୫ ଓ ୨୦୧୬ରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡାରେ ଭାରତକୁ ପ୍ରତିନିଧିତ୍ୱ କରିଥିଲେ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଟମାଟୋ ଚଟଣୀ ଏକ ପ୍ରକାର ଚଟଣୀ । ଏଥିରେ ଟମାଟୋକୁ ମୂଖ୍ୟ ଉପାଦାନ ରୁପରେ ବ୍ୟବହାର କରାଯାଏ । ଟମାଟୋ କଟା, ଟମାଟୋ ଚକଟା ସହିତ ଅନ୍ୟ ଉପାଦାନ ଯଥା ପିଆଜ, ଅଦା , ରସୁଣ, ଚିନି, ଲୁଣ, ଲଙ୍କା,ଭିନେଗାର ଏବଂ ଅନ୍ୟାନ୍ୟ ମସଲା ବ୍ୟବହାର କରାଯାଏ । ଏହା ନାଲି କିମ୍ବା ସବୁଗ ଟମାଟୋରୁ ମଧ୍ୟ ପ୍ରସ୍ତୁତ କରାଯାଇ ପାରିବ । ଏହାକୁ ତିଆରି ହେବା ପରେ ତୁରନ୍ତ ତାଜା ଭାବରେ ଖାଇପାରିବା କିମ୍ବା କୌଣସି ବୋତଲ କିମ୍ବା ପାତ୍ରରେ ରଖି ପରେ ମଧ୍ୟ ଖାଇପାରିବା । ଟମାଟୋ ଚଟଣୀର ସ୍ୱାଦ ଭଲ ହୋଇଥାଏ ଯେହେତୁ ଏହାକୁ ଏକ ପାତ୍ରେ ରେ ରଖାଯାଏ ଏବଂ ପାତ୍ରେ ରହିବା ପରେ ସେଥିରେ ସମସ୍ତ ଉପାଦାନ ପରସ୍ପର ସହିତ ଭଲ ଭାବରେ ମିଶି ଏକ ନୂତନ ସ୍ୱାଦ ହୋଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଟେନସରଫ୍ଲୋ ହେଉଛି ଗୁଗଲର ଏକ ଗାଣିତିକ ପ୍ରଣାଳୀ ଯାହାକୁ ବ୍ୟବହାର କରି, ବୈଦ୍ୟୁତିକ ଯନ୍ତ୍ର ଏବଂ କମ୍ପ୍ୟୁଟର ସମୂହକୁ କୁତ୍ରିମ ବୁଦ୍ଧି ପ୍ରଦାନ କରିହେବ । ଏହା ବର୍ତ୍ତମାନ, ବିଭିନ୍ନ ରିସର୍ଚ୍ଚ କାମରେ ବ୍ୟବହାର ହେବା ସହିତ, ଗୁଗଲର ବିଭିନ୍ନ ସଫ୍ଟୱେରରେ ମଧ୍ୟ ବ୍ୟବହାର ହେଉ ଅଛି । ଟେନ୍ସରଫ୍ଲୋ ପ୍ରାଥମିକ ଭାବେ ଏକ ନିଜସ୍ୱ ଗାଣିତିକ ବିଧି ଭାବେ ଗୁଗଲର ବ୍ରେନ ଟିମ ତିଆରି କରିଥିଲେ । ନଭେମ୍ବର ୯ ତାରିଖ, ୨୦୧୫ରେ ଏହାକୁ ଏକ ଓପନ ସୋର୍ସ ସଫ୍ଟୱେର ଭାବେ ଘୋଷଣା କରାଯାଇଥିଲା ।
ସାଇନା ନେହୱାଲ (ଜନ୍ମ-୧୭ ମାର୍ଚ୍ଚ ୧୯୯୦) ଜଣେ ଭାରତୀୟ ମହିଳା ବ୍ୟାଡ଼ମିଟନ ଖେଳାଳୀ। ତାଙ୍କ ପିତାଙ୍କ ନାମ ଡ.ହରବୀର ସିଂହ ନେହୱାଲ ଓ ମାତାଙ୍କ ନାମ ଊଷା ନେହୱାଲ । ଉଭୟ ହରିଆଣାର ପୂର୍ବତନ ରାଜ୍ୟ ବ୍ୟାଡ଼ମିଟନ ଚାମ୍ପିଆନ ଥିଲେ। ସାଇନା ବ୍ୟାଡ଼ମିଟନକୁ ଆସିବାର ପ୍ରେରଣା ପିତାମାତାଙ୍କ ଠାରୁ ପାଇଥିଲେ। ୨୦୦୨ମସିହାରେ ସ୍ପୋର୍ଟସ ବ୍ରାଣ୍ଡ ୟୋନିକ୍ସ ପ୍ରାୟୟୋକ ହେବାପରେ ୨୦୦୪ ମସିହାରେ ବିପିସିଏଲ ସାଇନାଙ୍କୁ ଆର୍ଥିକ ସହାୟତା ଦେଇଥିଲେ। ପରେ ଅଲିମ୍ପିକ ଗୋଲ୍ଡ କ୍ଵେଷ୍ଟ ସହାୟତାରେ ସାଇନା ନିଜ ବ୍ୟାଡ଼ମିଟନ କ୍ୟ୍ୟାରିଅର ଆଗକୁ ବଢେଇଥିଲେ।ପ୍ରଥମେ ଖେଳାଳୀ ଭାବେ ଏସିଆନ ସାଟେଲାଇଟ ବ୍ୟାଡ଼ମିଟନ ଟୁର୍ଣ୍ଣାମେଣ୍ଟକୁ ଦୁଇଥର ଜିତି ସାଇନା ଲୋକଲୋଚନକୁ ଆସିଥିଲେ।ଘରୋଇ ସ୍ତରରେ ଷ୍ଟାରର ମାନ୍ୟତା ପାଇସାରିଥିବା ସାଇନା ଏହିଠାରୁ ଆନ୍ତର୍ଜାତିକ ସଫଳତା ପାଇଥିଲେ। ୨୦୦୬ରେ ଏକ ଫୋର ଷ୍ଟାର ଟୁର୍ଣ୍ଣାମେଣ୍ଟ ଜିତି ସେ ଚୀନ ଓ ଇଣ୍ଡୋନେସିଆ ଖେଳାଳୀଙ୍କ ପାଇଁ ବିପଦ ଭାବେ ଉଭା ହେଇଥିଲେ।୨୦୧୨ଲଣ୍ଡନ ଅଲିମ୍ପିକରେ ସାଇନା ନେହୱାଲ ପ୍ରଥମ ଭାରତୀୟ ମହିଳା ଭାବେ ବ୍ୟାଡ଼ମିଟନରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ଵ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସକ୍ରେଟିସ (୪୭୦/୪୬୯-୩୯୯ ଖ୍ରୀଷ୍ଟପୂର୍ବ) ଶାସ୍ତ୍ରୀୟ ଗ୍ରୀକ୍ ଦାର୍ଶନିକ ମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ପ୍ରତିଷ୍ଠାତା ଅଟନ୍ତି।ତାଙ୍କ ଛାତ୍ର ପ୍ଲାଟୋ ଓ ଜେନୋଫେନ୍ ଏବଂ ତାଙ୍କ ସମକାଳୀକ ଆରିଷ୍ଟୋଫେନଙ୍କ ଲେଖାଦ୍ୱାରା ସେ ଜଣେ ରହସ୍ୟମୟ ବ୍ୟକ୍ତିତ୍ୱ ରୂପେ ଜଣାଶୁଣା ଅଟନ୍ତି । ଜ୍ଞାନତତ୍ୱ କ୍ଷେତ୍ରରେ ସକ୍ରେଟିସ ବି ଗୁରୁତ୍ୱପୂର୍ଣ୍ଣ ଓ ଦୀର୍ଘସ୍ଥାୟୀ ସହଯୋଗ ଗଠନ କରିଥିଲେ ଓ ତାଙ୍କ ବିଚାରଧାରା ଗୁଡ଼ିକ ଅନୁକରଣ କରାଯାଇଥିବା ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ଶକ୍ତ ମୂଳଦୁଆ ରୂପେ ପ୍ରମାଣିତ ହୋଇଛି ।
ରାସ୍ତାଘାଟ ତିଆରି ସମୟରେ ସର୍ଭେ କାମ ପାଇଁ ଗୋଟିଏ ଯନ୍ତ୍ର ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳେ । ଏହାକୁ ଗୋଟିଏ ତ୍ରିପଦ ଷ୍ଟାଣ୍ଡ ଉପରେ ରଖାଯାଇଥାଏ । ଏହାକୁ ଏ ପାଖ ସେପାଖ ବା ଉପର ତଳ କରି ସର୍ଭେ କାମ କରାଯାଉଥାଏ । ଏହି ଯନ୍ତ୍ରଟି ହେଉଛି ଥିଓଡୋଲାଇଟ । ଏହା ସାହାଯ୍ୟରେ ଭୂ ସମାନ୍ତର ଓ ଭୂଲମ୍ବ କୋଣ ମାପ କରାଯାଇଥାଏ । ରାସ୍ତାଘାଟ ତିଆରି ବେଳେ ସର୍ଭେ କାମ ପାଇଁ ଏହା ଏକ ମୁଖ୍ୟ ଉପକରଣ । ରାସ୍ତାଟି ଗୋଟିଏ ଦିଗକୁ କେତେ ବେଙ୍କଇ ଯାଇଥାଏ, କେତେ ଉଠାଣି ବା ଗଡ଼ାଣି ହୋଇଥାଏ ତାହା ଏହା ସାହାଯ୍ୟରେ ଜଣାପଡ଼େ । ଟନେଲ ତିଆରି, ସିଭିଲ୍ ଇଞ୍ଜିନିୟରିଂ କାମରେ ମଧ୍ୟ ଏହାର ଆବଶ୍ୟକ ହୁଏ । ଜ୍ୟୋତିର୍ବିଜ୍ଞାନୀମାନେ ଏହାକୁ ବ୍ୟବହାର କରି ମହାକାଶରେ ରହିଥିବା ଦୁଇ ଗୋଟି ପିଣ୍ଡ ମଧ୍ୟରେ କୋଣ ମାପ କରନ୍ତି । ସେଥିରୁ ସେମାନଙ୍କ ମଧ୍ୟରେ ରହିଥିବା ଦୂରତା ଜଣାପଡ଼େ । ପୃଥିବୀରୁ ଚନ୍ଦ୍ରର ଦୂରତା ବି ଏହା ସାହାଯ୍ୟରେ ମାପ କରାଯାଇପାରେ । ମାନଚିତ୍ର ତିଆରି କରିବା ସମୟରେ ଏହାର ଲୋଡ଼ା ପଡ଼େ । ପୃଥିବୀପୃଷ୍ଠରେ ଅବସ୍ଥିତ ଦୁଇଗୋଟି ସ୍ଥାନ ମଧ୍ୟରେ ଦୂରତା ଓ ଦିଗ ଏହା ସାହାଯ୍ୟରେ ନିରୂପଣ କରାଯାଇଥାଏ । ଦୂରରେ ଥିବା ଅଟ୍ଟାଳିକାଟିର ଥିଓଡ଼ୋଲାଇଟ୍ ଯୋଗେ କୌଣିକ ଉନ୍ନତି ମାପ କରି ତାହାର ଉଚ୍ଚତା ଓ ଦୂରତା ନିର୍ଣ୍ଣୟ କରାଯାଇ ପାରିବ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ପ୍ରତିଭା ଶତପଥୀ (ଜନ୍ମ ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ଵବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।
ସତ୍ୟବାଦୀ ବଳିଆରସିଂହ (ଜନ୍ମ: ୧୮ ଜୁନ ୧୯୫୦) ଜଣେ ଇତିହାସ ଗବେଷକ ଓ ଲେଖକ । ଶହିଦ ରଘୁ ଦିବାକର, ରଣପୁର ବିଦ୍ରୋହ, ରଣପୁର ଇତିହାସ, ଲାଲମାଟିର କବିତା, ଜାତିର ଏକତା-ତ୍ରିରଙ୍ଗା ପତାକା, ଆମ ଜାତୀୟ ପତାକା, ନିର୍ବାଚନ- ଖୋର୍ଦ୍ଧା ଜିଲ୍ଲା, ଅତୀତରୁ ଏଯାବତ– ଖୋର୍ଦ୍ଧା ଜିଲ୍ଲା ନିର୍ବାଚନ, ପର୍ଯ୍ୟଟନରେ ଓଡ଼ିଶାର ଶାକ୍ତ ଓ ଶୈବ ପୀଠ, ଦୀନ ଜନତାର ସାଥୀ ହୃଷୀକେଶ ମୁଖୀ ଆଦି ପୁସ୍ତକର ରଚନା କରିଥିଲେ ଦିବାକର । ଏଥି ସହିତ ସେ ମହଲ ପତ୍ରିକାର ସମ୍ପାଦନା ମଧ୍ୟ କରିଛନ୍ତି ।
ପାରିକୁଦ (English: Parikud) ଚିଲିକା ହ୍ରଦ ମଧ୍ୟରେ ଥିବା ଏକ ଦ୍ଵୀପ । ଏହା କୃଷ୍ଣପ୍ରସାଦ ପଂଚାୟତ ସମିତିର ୯୬ଟି ମୌଜାକୁ ନେଇ ଗଠିତ । ଏହାର ଦୁଇ ପାର୍ଶ୍ଵରେ ଚିଲିକା ହ୍ରଦ ଓ ବଙ୍ଗୋପ ସାଗର ଅବସ୍ଥିତ । ଏହାର ପୂର୍ବ ପ୍ରାନ୍ତରେ ଚିଲିକା କୂଳରେ ଜହ୍ନିକୁଦା ଗ୍ରାମ ରହିଅଛି । ଜହ୍ନିକୁଦାଠାରୁ ଭାଷମାନ ପୋଲ ମାଧ୍ୟମରେ ଲୋକମାନେ ସାତପଡା ଓ ପୁରୀ ଯାତୟତ କରିଥାନ୍ତି । ଏଠାରେ ବାସ କରୁଥିବା ଲୋକମାନେ ମୁଖ୍ୟତଃ ଚାଷ ଏବଂ ମାଛ ଧରିବା କାର୍ଯ୍ୟଦ୍ଵାରା ନିଜର ଭରଣପୋଷଣ କରିଥାନ୍ତି ।