ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅପସ୍ମାର ବାତ ଗୋଟିଏ ଦୀର୍ଘସ୍ଥାୟୀ ସ୍ନାୟୁ ବ୍ୟତିକ୍ରମ ରୋଗ ଯେଉଁଥିରେ ବାତ ଗୋଟିଏ ପ୍ରମୁଖ ଲକ୍ଷଣ । ଏହା ଏପିଲେପ୍ସି ନାମରେ ମଧ୍ୟ ପରିଚିତ ଯାହା ସଳ୍ପ କାଳୀନ ବା ପ୍ରାୟ ଅଣଚିହ୍ନଟ ହୋଇପାରେ ବା ସେଥିରେ ଦୀର୍ଘ ସମୟ ଧରି ପ୍ରବଳ କମ୍ପନ ହୋଇପାରେ । ଏହା ଫଳରେ ଶାରୀରିକ କ୍ଷତି ଯେପରିକି ଅସ୍ଥି ଭଗ୍ନ ହୋଇପାରେ । ବାତ ବାରମ୍ବାର ହୋଇପାରେ ଓ ଏହାର କୌଣସି ଅନ୍ତର୍ନିହିତ କାରଣ ନ ଥାଏ । କେତେକ ସଂଜ୍ଞା ଅନୁସାରେ ବାତ ବାରମ୍ଵାର ଓ ଉତ୍ତେଜନା ବିହୀନ ହେବା ଆବଶ୍ୟକ, ଅନ୍ୟ ମତ ଅନୁସାରେ ଗୋଟିଏ ଥର ବାତ ସହ ମସ୍ତିଷ୍କ କ୍ରିୟା ପରିବର୍ତ୍ତନ ଓ ଭବିଷ୍ୟତ ବାତ ସମ୍ଭାବନା ଅଧିକ ଥାଏ ବିଷକ୍ରିୟା ଯୋଗୁ ଉତ୍ପନ୍ନ ହେଉଥିବା ବାତକୁ ଅପସ୍ମାର ଶ୍ରେଣୀରେ ନିଆଯାଏ ନାହିଁ । ପୃଥିବୀର କେତେକ ଅଞ୍ଚଳରେ ଏହାକୁ ସାମାଜିକ କଳଙ୍କ (stigma) କୁହାଯାଏ ।ଅଧିକାଂଶ ଅପସ୍ମାର ରୋଗର କାରଣ ଅଜଣା ଥିଲେ ମଧ୍ୟ କେତେକ କାରଣ ଯଥା ମସ୍ତିଷ୍କ ଆଘାତ, ସ୍ଟ୍ରୋକ, ମସ୍କିଷ୍କ ଅର୍ବୁଦ, ଔଷଧ, ଜନ୍ମଗତ ତୃଟି ଓ ମାତ୍ରାଧିକ ମଦ୍ୟପାନ ଉଲ୍ଲେଖ ଯୋଗ୍ୟ । ପରିଚିତ ଜେନେଟିକ ମ୍ୟୁଟେସନ ଯୋଗୁ କେତେକ ଅପସ୍ମାର ହୁଏ ।. ଏହି ରୋଗ ମସ୍ତିଷ୍କରେ ଅସାଧାରଣ ଓ ଅତ୍ୟଧିକ ସ୍ନାୟୁ ଉତ୍ତେଜନା ହେବା ଯୋଗୁ ଦେଖାଯାଏ । ସମଲକ୍ଷଣ ବିଶିଷ୍ଟ ରୋଗ ଯଥା ଅଚେତା, ଆଲକୋହୋଲ ଉଇଥଡ୍ରୟାଲ ବା ଇଲେକ୍ଟ୍ରୋଲାଇଟ ସମସ୍ୟାର ଉପସ୍ଥିତି ନିମନ୍ତେ ପରୀକ୍ଷା କରି ଦୂର କରାଯାଏ । ଆଂଶିକ ଭାବରେ ଏହା ମସ୍ତିଷ୍କ ଇମେଜିଙ୍ଗ ରକ୍ତ ପରୀକ୍ଷା କରି ଚିହ୍ନଟ କରାଯାଏ । ଏହି ରୋଗ ଇଲେକ୍ଟ୍ରୋଏନସେଫାଲୋଗ୍ରାମ (ଇଇଜି) କରି ନିଧାର୍ଯ୍ୟ କରାଯାଏ କିନ୍ତୁ ସାଧାରଣ ପରୀକ୍ଷାଦ୍ୱାରା ଏହାର ଅନୁପସ୍ଥିତି ଜଣାଯାଏ ନାହିଁ ।ଜଣାଶୁଣା କାରଣରୁ ହେଉଥିବା ଅପସ୍ମାର ପ୍ରତିରୋଧ କରିହୁଏ । ପ୍ରାୟ ୭୦% କେଶ୍ରେ ଔଷଧଦ୍ୱାରା ବାତ ନିୟନ୍ତ୍ରଣ କରିହୁଏ । ଶସ୍ତା ଔଷଧ ମଧ୍ୟ ଉପଲବ୍ଧ ଅଛି । ଔଷଧ କାମ ନ କଲେ ଅପରେଶନ, ନିଉରୋସ୍ଟିମୁଲେସନ, ବା ଖାଦ୍ୟ ପରିବର୍ତ୍ତନ କରାଯାଏ । ସବୁ ଅପସ୍ମାର ଜୀବନବ୍ୟାପୀ ନୁହେଁ; କେତେକ ରୋଗୀ ଏତେ ଉନ୍ନତି କରନ୍ତି ଯେ ତାଙ୍କର ଆଉ ଔଷଧ ଆବଶ୍ୟକ ହୁଏ ନାହିଁ ।ସନ ୨୦୧୩ ସୁଦ୍ଧା ପୃଥିବୀରେ ପ୍ରାୟ ୨୨ନିୟୁତ ଅପସ୍ମାର ରୋଗୀ ଥିଲେ । ପ୍ରାୟ ୮୦ % ରୋଗୀ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଦେଖାଯାଆନ୍ତି । ସନ ୧୯୯୦ରେ ଏହା ଯୋଗୁ ୧୧୨,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ୧୧୬,୦୦୦ ମୃତ୍ୟୁ ହୋଇଥିଲେ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ରୋଗ ହେବା ସମ୍ଭାବନା ବଢ଼େ । ଶିଶୁ ଓ ବୟସ୍କ ଲୋକଙ୍କଠାରେ ଏହି ରୋଗ ନୂଆ ଭାବରେ ଦେଖାଯାଏ । > ବିକାଶଶୀଳ ଦେଶମାନଙ୍କରେ ବଡ଼ ପିଲା ଓ ଯୁବ ବୟଃପ୍ରାପ୍ତ ଲୋକଙ୍କର ଅନ୍ତର୍ନିହିତ କାରଣମାନଙ୍କ ଯୋଗୁ ଅଧିକ ଅପସ୍ମାର ହୁଏ । ପ୍ରାୟ ୫–୧୦% ଲୋକଙ୍କର ୮୦ ବର୍ଷ ବୟସ ବେଳକୁ ଅଣଉତ୍ତେଜିତ ବାତ ହୁଏ, ଓ ଦ୍ୱିତୀୟ ବାତ ସମ୍ଭାବନା ପ୍ରାୟ ୪୦ରୁ ୫୦% ଥାଏ । ପୃଥିବୀର ଅନେକ ସ୍ଥାନରେ ଡ୍ରାଇଭ କରିବାକୁ ସୀମିତ କରାଯାଏ ବା ଭଲ ହେବା ପର୍ଯ୍ୟନ୍ତ ଆଦୌ ଅନୁମତି ଦିଆଯାଏ ନାହିଁ । ଏପିଲେପ୍ସି ଶବ୍ଦର ଅର୍ଥ ପ୍ରାଚୀନ ଗ୍ରୀକ: ἐεπιλαμβάνειν "ଭାଷାରେ ଅଭିଗ୍ରହଣ କରିବା, ଆୟତ କରିବା ବା ଆକ୍ରାନ୍ତ କରିବା".
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଠାକୁର ଅଛନ୍ତି ଚଉ ବାହାକୁ, ୧୯୯୦ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଦିଲ୍ଲୀପ ମିଶ୍ର ଓ ବିଶ୍ୱନାଥ ମିଶ୍ର । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବିଶ୍ୱନାଥ ମିଶ୍ର । ରମେଶ ପାଣିଗ୍ରାହୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବିଜୟ ଭାସ୍କର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଫ୍ଲୁଓକ୍ସେଟିନ, ବ୍ୟବସାୟୀକ ନାମ ପ୍ରୋଜାକ ଓ ସାରାଫେମ, ସେଲେକ୍ଟିଭ ସେରୋଟୋନିନ ରିଅପଟେକ ଇନହିବିଟର ଶ୍ରେଣୀର ଏକ ଅବସାଦରୋଧୀ ଔଷଧ । ମୂଖ୍ୟ ଅବସାଦ ରୋଗ (major depressive disorder), ବୁଲିମିଆ ନର୍ଭୋସା, ପ୍ୟାନିକ ଡିଜଅର୍ଡ଼ର ଓ ପ୍ରିମେନସ୍ଟ୍ରୁଆଲ ଡିସଫୋରିକ ଡିଜଅର୍ଡ଼ର ଇତ୍ୟାଦି ରୋଗମାନଙ୍କରେ ଏହି ଔଷଧ ଦିଆଯାଏ । ୬୫ ବର୍ଷ ବୟସରୁ ଉର୍ଦ୍ଧ୍ୱ ଲୋକଙ୍କର ଆତ୍ମହତ୍ୟା ସଙ୍କଟ ଏହାଦ୍ୱାରା କମ ହୁଏ । ଏହାଦ୍ୱାରା ଅସମୟ ସ୍ଖଳନର ଚିକିତ୍ସା କରାଯାଏ । ଏହା ପାଟିରେ ଦିଆଯାଏ ।ଏହାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଶୟନ ସମସ୍ୟା, ଖାଦ୍ୟ ଅରୁଚି, ଶୁଷ୍କ ପାଟି, ରାସ ଓ ଅସାଧାରଣ ସ୍ୱପ୍ନ । ସାଙ୍ଘାତିକ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ସେରୋଟୋନିନ ସିଣ୍ଡ୍ରୋମ, ମାନିଆ, ଅପସ୍ମାର ବାତ ଓ ଆତ୍ମହତ୍ୟା ବ୍ୟବହାର ସଙ୍କଟ ମୂଖ୍ୟତଃ ଦେଖାଯାଏ । ଔଷଧ ହଠାତ ବନ୍ଦ କଲେ ଉଇଥଡ୍ରୟାଲ ସିଣ୍ଡ୍ରୋମ ସହିତ ଉତ୍କଣ୍ଠ, ମୁଣ୍ଡଭ୍ରମ ଓ ସ୍ପର୍ଷ ପରିବର୍ତ୍ତନ । ଗର୍ଭାବସ୍ଥାରେ ଏହାର ପ୍ରଭାବ ଅଜ୍ଞେୟ ଅଛି । ଔଷଧ ଗ୍ରହଣ କରିବା ଅବସ୍ଥାରେ ସ୍ତନ୍ୟପାନ ଚାଲୁ ରଖାଯାଇପାରେ । ଏହାର କାର୍ଯ୍ୟକଳାପ ସ୍ପଷ୍ଟ ନ ଥିଲେ ମଧ୍ୟ ମସ୍ତିଷ୍କରେ ଅଧିକ ସେରୋଟୋନିନ କାମ କରୁଥିବା ବିଶ୍ୱାସ କରାଯାଏ । ସନ ୧୯୭୨ରେ ଏଲି ଲିଲି ଆଣ୍ଡ କମ୍ପାନୀଦ୍ୱାରା ଫ୍ଲୁଓକ୍ସେଟିନ ଆବିଷ୍କୃତ ହୋଇଥିଲା ଓ ୧୯୮୬ରେ ବ୍ୟବହୃତ ହୋଇଥଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ସନ ୨୦୧୪ରେ ଏହାର ଦୈନିକ ଖର୍ଚ୍ଚ ୦.୦୧ରୁ ୦.୦୪ ଆମେରିକୀୟ ଡଲାର ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଦୈନିକ ଖର୍ଚ୍ଚ ୦.୮୫ ଡଲାର ।
ଅଗଷ୍ଟା ଏଡା କିଙ୍ଗ, କାଉଣ୍ଟେସ୍ ଅଫ୍ ଲଭ୍ଲେସ୍ (୧୦ ଡିସେମ୍ବର ୧୮୧୫-୨୭ ନଭେମ୍ବର ୧୮୫୨, ଜନ୍ମନାମ - ଅଗଷ୍ଟା ଏଡା ବାଇରନ୍) ଜଣେ ବ୍ରିଟିଶ ଗଣିତଜ୍ଞ ଥିଲେ ଏବଂ ଏଡା ଲଭ୍ଲେସ୍ ନାମରେ ଜଣାଶୁଣା । ସେ ମୁଖ୍ୟତଃ ଭାବେ ଚାର୍ଲସ୍ ବ୍ୟାବେଜ୍ଙ୍କଦ୍ୱାରା ଆଦ୍ୟ ନିର୍ମିତ ଯାନ୍ତ୍ରିକ କମ୍ପ୍ୟୁଟର ଆନାଲିଟିକାଲ୍ ଇଞ୍ଜିନ ଉପରେ ଅନେକ କାର୍ଯ୍ୟ କରିଥିଲେ । ତାଙ୍କଦ୍ୱାରା ପ୍ରସ୍ତୁତ ନୋଟ୍ ବା ତମସୁକ ଗୁଡ଼ିକୁ କୌଣସି ଏକ ଯନ୍ତ୍ର ବା ମେସିନ ଉଦ୍ଦେଶ୍ୟରେ ଲିଖିତ ପ୍ରଥମ ଆଲ୍ଗୋରିଦମ୍ ବୋଲି ମାନ୍ୟତା ମିଳିଛି ଏବଂ ସେଥି ନିମନ୍ତେ ଏଡାଙ୍କୁ ପୃଥିବୀର ପ୍ରଥମ କମ୍ପ୍ୟୁଟର ପ୍ରୋଗ୍ରାମର
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଟେନସରଫ୍ଲୋ ହେଉଛି ଗୁଗଲର ଏକ ଗାଣିତିକ ପ୍ରଣାଳୀ ଯାହାକୁ ବ୍ୟବହାର କରି, ବୈଦ୍ୟୁତିକ ଯନ୍ତ୍ର ଏବଂ କମ୍ପ୍ୟୁଟର ସମୂହକୁ କୁତ୍ରିମ ବୁଦ୍ଧି ପ୍ରଦାନ କରିହେବ । ଏହା ବର୍ତ୍ତମାନ, ବିଭିନ୍ନ ରିସର୍ଚ୍ଚ କାମରେ ବ୍ୟବହାର ହେବା ସହିତ, ଗୁଗଲର ବିଭିନ୍ନ ସଫ୍ଟୱେରରେ ମଧ୍ୟ ବ୍ୟବହାର ହେଉ ଅଛି । ଟେନ୍ସରଫ୍ଲୋ ପ୍ରାଥମିକ ଭାବେ ଏକ ନିଜସ୍ୱ ଗାଣିତିକ ବିଧି ଭାବେ ଗୁଗଲର ବ୍ରେନ ଟିମ ତିଆରି କରିଥିଲେ । ନଭେମ୍ବର ୯ ତାରିଖ, ୨୦୧୫ରେ ଏହାକୁ ଏକ ଓପନ ସୋର୍ସ ସଫ୍ଟୱେର ଭାବେ ଘୋଷଣା କରାଯାଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମାଲିଗନାଣ୍ଟ ହାଇପରଥର୍ମିଆ (ଇଂରାଜୀ ଭାଷାରେ Malignant hyperthermia ବା MH) ବା ଅତ୍ୟଧିକ ଶାରୀରିକ ଉତ୍ତାପ ଏକ ପ୍ରକାର ସାଂଘାତିକ ପ୍ରତିକ୍ରିୟା ଯାହା ସାଧାରଣ ନିଶ୍ଚେତକରେ (general anesthesia) ବ୍ୟବହୃତ କୌଣସି ନିର୍ଦ୍ଦିଷ୍ଟ ଔଷଧ ପ୍ରତି ସମ୍ବେଦନଶୀଳ ଲୋକର ହୋଇଥାଏ । ଏଥିରେ ମାଂସପେଶୀ ଶକ୍ତ ହୋଇଯାଏ, ଦେହାରେ ଅତ୍ୟଧିକ ଉତ୍ତାପ (high fever) ଜାତ ହୁଏ ଓ ଦୃତ ହୃଦ୍ଗତି (fast heart rate) ହୁଏ । ଜଟିଳ ହୋଇଗଲେ ରାବଡୋମାୟୋଲାଇସିସ ଓ ଅତ୍ୟଧିକ ରକ୍ତ ପୋଟାସିଅମ (high blood potassium) ଦେଖାଯାଏ । ଉତ୍ତେଜକ ଔଷଧ ସଂସ୍ପର୍ଶରେ ନ ଆସିବା ପର୍ଯ୍ୟନ୍ତ ଅଧିକାଂଶ ରୋଗୀ ସାଧାରଣ ରହନ୍ତି ।ଆଘ୍ରାଣକାରୀ ନିଶ୍ଚେତକ (volatile anesthetic agents) ବା ସକସାମେଥୋନିଅମ କ୍ଲୋରାଇଡ (succinylcholine) ସଂସ୍ପର୍ଶ ଯୋଗୁ ଏହି ଅବସ୍ଥା ଉପୁଜେ । ଛଅଟି ଜେନେଟିକ ମ୍ୟୁଟେସନ (genetic mutation) ଯୋଗୁ ବିଶେଷତଃ ଆରୟାଇଆର୧ (ryanodine receptor 1) ଜିନ ଯୋଗୁ ହୁଏ । ଅଟୋସୋମାଲ ଡୋମିନାଣ୍ଟ (autosomal dominant) ଧରଣର ଜିନ ପିତାମାତାଙ୍କଠାରୁ ଆସିଥାଏ । ଅନ୍ୟ କେତେକ ମାଂସପେଶୀ ରୋଗ ଯେପରିକି ସେଣ୍ଟ୍ରାଲ କୋର ଡିଜିଜ (central core disease) ଭଳି କେତେକ ରୋଗ ସହିତ ଥାଏ ବା ନୂଆ ମ୍ୟୁଟେସନ ଯୋଗୁ ହୋଇପାରେ ।ସମ୍ବେଦନଶୀଳ ଔଷଧ ଦେହକୁ ଗଲେ ମାଂସପେଶୀରେ (muscle cell) ଜମା ଥିବା କ୍ୟାଲସିଅମ ଆୟନ (calcium ions) ମୁକ୍ତ ହୋଇଯାଏ । ଏହି କ୍ୟାଲସିଅମ ଆଧିକ୍ୟ ଫଳରେ ପେଶୀ ତନ୍ତୁ (muscle fiber) ସଙ୍କୁଚିତ ହୋଇଯାଏ । ଫଳରେ ଅତ୍ୟଧିକ ଉତ୍ତାପ ସୃଷ୍ଟି ହୋଇ ମେଟାବୋଲିକ ଏସିଡୋସିସ (metabolic acidosis) ସୃଷ୍ଟି ହୁଏ । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଇପାରେ । ପରିବାର ସଦସ୍ୟମାନଙ୍କର ପେଶୀ ବାୟୋପ୍ସି (muscle biopsy) ବା ଜେନେଟିକ ଟେଷ୍ଟିଙ୍ଗ (genetic testing) କରି ସେମାନେ ସମ୍ବେଦନଶୀଳ କି ନୁହେଁ, ପରୀକ୍ଷା କରାଯାଇପାରେ ।ଥଣ୍ଡା ସେକ ଓ ସାହାଯ୍ୟକାରୀ ଉପଚାର (supportive measures) ସହିତ ଡାଣ୍ଟ୍ରୋଲିନ (dantrolene) ଔଷଧ ଦିଆଯାଇପାରେ । ସମ୍ଭଦନଶୀଳ ଲୋକଙ୍କୁ ସମ୍ଭାବ୍ୟ ଟ୍ରିଗରଠାରୁ ପୃଥକ ରହିବାକୁ ଉପଦେଶ ଦିଆଯାଏ । ପ୍ରତି ୫,୦୦୦ରୁ ୫୦,୦୦୦ ଲୋକରେ ଜଣକୁ ଗ୍ୟାସୀୟ ନିଶ୍ଚେତକ ଦେଲେ ଏହି ରୋଗ ସମ୍ଭାବନା ରହେ । ମହିଳାଙ୍କ ଅପେକ୍ଷା ପୁରୁଷମାନେ ଅଧିକ ଆକ୍ରାନ୍ତ ହୁଅନ୍ତି । ଉପଯୁକ୍ତ ଚିକିତ୍ସା ସତ୍ତ୍ୱେ ୫% ରୋଗୀଙ୍କର ଓ ଏହା ଉପଲବଧ ନଥିଲେ ପ୍ରାୟ ୭୫% ରୋଗୀ ମୃତ୍ୟୁ ବରଣ କରନ୍ତି । ପ୍ରାକ୍ ବିଂଶ ଶତାବ୍ଦୀରୁ (20th century) ଏହିଭଳି ଲକ୍ଷଣ ଦେଖାଯାଉଥିଲେ ମଧ୍ୟ ସନ ୧୯୬୦ରୁ ଏହି ରୋଗ ଚିହ୍ନଟ ହୋଇଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସକ୍ରେଟିସ (୪୭୦/୪୬୯-୩୯୯ ଖ୍ରୀଷ୍ଟପୂର୍ବ) ଶାସ୍ତ୍ରୀୟ ଗ୍ରୀକ୍ ଦାର୍ଶନିକ ମାନଙ୍କ ମଧ୍ୟରୁ ଜଣେ ଥିଲେ, ଯିଏକି ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ପ୍ରତିଷ୍ଠାତା ଅଟନ୍ତି।ତାଙ୍କ ଛାତ୍ର ପ୍ଲାଟୋ ଓ ଜେନୋଫେନ୍ ଏବଂ ତାଙ୍କ ସମକାଳୀକ ଆରିଷ୍ଟୋଫେନଙ୍କ ଲେଖାଦ୍ୱାରା ସେ ଜଣେ ରହସ୍ୟମୟ ବ୍ୟକ୍ତିତ୍ୱ ରୂପେ ଜଣାଶୁଣା ଅଟନ୍ତି । ଜ୍ଞାନତତ୍ୱ କ୍ଷେତ୍ରରେ ସକ୍ରେଟିସ ବି ଗୁରୁତ୍ୱପୂର୍ଣ୍ଣ ଓ ଦୀର୍ଘସ୍ଥାୟୀ ସହଯୋଗ ଗଠନ କରିଥିଲେ ଓ ତାଙ୍କ ବିଚାରଧାରା ଗୁଡ଼ିକ ଅନୁକରଣ କରାଯାଇଥିବା ପାଶ୍ଚାତ୍ୟ ଦର୍ଶନ ଶାସ୍ତ୍ରର ଶକ୍ତ ମୂଳଦୁଆ ରୂପେ ପ୍ରମାଣିତ ହୋଇଛି ।
ଫିଫା ବିଶ୍ଵକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘ ଦ୍ଵାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ଵକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ଵର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ଵିତୀୟ ବିଶ୍ଵଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ଵକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା (୨୦୧୮ ମସିହାରେ ଋଷିଆରେ ଅନୁଷ୍ଠିତ) ବିଶ୍ଵକପ ପ୍ରତିଯୋଗିତାରେ ଫ୍ରାନ୍ସ ବିଶ୍ଵବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଦାୟଭାଗ ହେଉଛି ଜୀମୂତବାହନ ନାମକ ପଣ୍ଡିତଙ୍କ କୃତ ପୈତୃକ ଧନର ବିଭାଗ ବା ଉତ୍ତରାଧିକାରୀମାନଙ୍କ ମଧ୍ୟରେ ମୃତ ବ୍ୟକ୍ତିର ତ୍ୟକ୍ତ ସମ୍ପତ୍ତିର ବଣ୍ଟନ ସମ୍ୱନ୍ଧୀୟ ସଂସ୍କୃତ ସ୍ମୃତି ବା ଗ୍ରନ୍ଥ । ଏହି ଗ୍ରନ୍ଥର ବିଧି ଅନୁସାରେ ବଙ୍ଗ ଦେଶ ବା ଆସାମରେ ପୈତୃକ ଧନ ବିଭକ୍ତ ହୁଏ । ଅବଶିଷ୍ଟ ଭାରତରେ ମିତାକ୍ଷରା ର ବ୍ୟବସ୍ଥା ଅନୁସାରେ ମୃତ ବ୍ୟକ୍ତିଙ୍କ ସମ୍ପତ୍ତି ବିଭଜ୍ଜିତ ହୁଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ହିନ୍ଦୁ ବିବାହ ଅଧିନିୟମ, ୧୯୫୫ ହିନ୍ଦୁ ଧର୍ମାବଲମ୍ବୀଙ୍କ ମଧ୍ୟରେ ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ୧୯୫୫ ମସିହାରେ ଭାରତୀୟ ପାର୍ଲିଆମେଣ୍ଟଦ୍ଵାରା ପ୍ରଣୀତ ଏକ ଅଧିନିୟମ । ହିନ୍ଦୁ ଆଇନର ଏହା ଅନ୍ୟତମ ମୁଖ୍ୟ ସଂହିତା । ଏହାବ୍ୟତୀତ ହିନ୍ଦୁ ଆଇନର ଅନ୍ୟ ଦୁଇ ଅଧିନିୟମ ଯଥା; ହିନ୍ଦୁ ଉତ୍ତରାଧୀକାର ଅଧିନିୟମ (୧୯୫୬), ହିନ୍ଦୁ ନାବାଳକ ଏବଂ ଅଭିଭାବକତ୍ତ୍ଵ ଅଧିନିୟମ(୧୯୫୬) ଏବଂ ହିନ୍ଦୁ ଦତ୍ତକ ଏବଂ ଭରଣପୋଷଣ ଅଧିନିୟମ (୧୯୫୬) ମଧ୍ୟ ଏହା ପରେ ପରେ ଭାରତୀୟ ପାର୍ଲିଆମେଣ୍ଟଦ୍ଵାରା ଅଧିଗୃହୀତ ହୋଇଥିଲା ।
ରାସ୍ତାଘାଟ ତିଆରି ସମୟରେ ସର୍ଭେ କାମ ପାଇଁ ଗୋଟିଏ ଯନ୍ତ୍ର ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳେ । ଏହାକୁ ଗୋଟିଏ ତ୍ରିପଦ ଷ୍ଟାଣ୍ଡ ଉପରେ ରଖାଯାଇଥାଏ । ଏହାକୁ ଏ ପାଖ ସେପାଖ ବା ଉପର ତଳ କରି ସର୍ଭେ କାମ କରାଯାଉଥାଏ । ଏହି ଯନ୍ତ୍ରଟି ହେଉଛି ଥିଓଡୋଲାଇଟ । ଏହା ସାହାଯ୍ୟରେ ଭୂ ସମାନ୍ତର ଓ ଭୂଲମ୍ବ କୋଣ ମାପ କରାଯାଇଥାଏ । ରାସ୍ତାଘାଟ ତିଆରି ବେଳେ ସର୍ଭେ କାମ ପାଇଁ ଏହା ଏକ ମୁଖ୍ୟ ଉପକରଣ । ରାସ୍ତାଟି ଗୋଟିଏ ଦିଗକୁ କେତେ ବେଙ୍କଇ ଯାଇଥାଏ, କେତେ ଉଠାଣି ବା ଗଡ଼ାଣି ହୋଇଥାଏ ତାହା ଏହା ସାହାଯ୍ୟରେ ଜଣାପଡ଼େ । ଟନେଲ ତିଆରି, ସିଭିଲ୍ ଇଞ୍ଜିନିୟରିଂ କାମରେ ମଧ୍ୟ ଏହାର ଆବଶ୍ୟକ ହୁଏ । ଜ୍ୟୋତିର୍ବିଜ୍ଞାନୀମାନେ ଏହାକୁ ବ୍ୟବହାର କରି ମହାକାଶରେ ରହିଥିବା ଦୁଇ ଗୋଟି ପିଣ୍ଡ ମଧ୍ୟରେ କୋଣ ମାପ କରନ୍ତି । ସେଥିରୁ ସେମାନଙ୍କ ମଧ୍ୟରେ ରହିଥିବା ଦୂରତା ଜଣାପଡ଼େ । ପୃଥିବୀରୁ ଚନ୍ଦ୍ରର ଦୂରତା ବି ଏହା ସାହାଯ୍ୟରେ ମାପ କରାଯାଇପାରେ । ମାନଚିତ୍ର ତିଆରି କରିବା ସମୟରେ ଏହାର ଲୋଡ଼ା ପଡ଼େ । ପୃଥିବୀପୃଷ୍ଠରେ ଅବସ୍ଥିତ ଦୁଇଗୋଟି ସ୍ଥାନ ମଧ୍ୟରେ ଦୂରତା ଓ ଦିଗ ଏହା ସାହାଯ୍ୟରେ ନିରୂପଣ କରାଯାଇଥାଏ । ଦୂରରେ ଥିବା ଅଟ୍ଟାଳିକାଟିର ଥିଓଡ଼ୋଲାଇଟ୍ ଯୋଗେ କୌଣିକ ଉନ୍ନତି ମାପ କରି ତାହାର ଉଚ୍ଚତା ଓ ଦୂରତା ନିର୍ଣ୍ଣୟ କରାଯାଇ ପାରିବ ।
ଟର୍ନର ସିଣ୍ଡ୍ରୋମ (ଟି.ଏସ) ବା ଅଲରିଚ ଟର୍ନର ସିଣ୍ଡ୍ରୋମ ବା ଗୋନାଡାଲ ଡିସଜେନେସିସ ବା ୪୫,X, (ଇଂରାଜୀରେ Turner syndrome (TS) also known as Ullrich–Turner syndrome, gonadal dysgenesis, and 45,X), ଏକ ରୋଗ ଯେଉଁଥିରେ ଜଣେ ମହିଳାର ଏକ୍ସ କ୍ରୋମୋଜୋମର (X chromosome) ଆଂଶିକ ବା ସମ୍ପୁର୍ଣ୍ଣ ଅଭାବ ଥାଏ । ଚିହ୍ନ ଓ ଲକ୍ଷଣ ରୋଗୀ ଅନୁସାରେ ଭିନ୍ନ ହୁଏ । ଅନେକ ସମୟରେ ୱେବ ନେକ ବା ୱେବ ବେକ, ନିମ୍ନ ସ୍ଥାନିତ କାନ, ବେକ ପଛପାଖରେ ବାଳରେଖା ନିମ୍ନରେ ଥାଏ, ଛୋଟ ମଣିଷ ଓ ଜନ୍ମ ସମୟରେ ହାତ ପାଦ ଫୁଲା ଥାଏ । ଏହି ରୋଗରେ ମହିଳାଙ୍କର ଋତୁସ୍ରାବ ହୁଏ ନାହିଁ, ସ୍ତନ ହୁଏ ନାହିଁ ଓ ସେମାନେ ପ୍ରଜନନ ଅକ୍ଷମ ହୁଅନ୍ତି । ଏମାନଙ୍କର ହୃତପିଣ୍ଡ , ଡାଏବେଟିସ ଓ ହାଇପୋଥାଇରଏଡିଜ୍ମ ବାରମ୍ବାର ହୁଏ । ଅଧିକାଂଶ ରୋଗୀଙ୍କର ସାଧାରଣ ବୁଦ୍ଧିମତା ଥାଏ । ଅନେକଙ୍କର କିନ୍ତୁ ଗଣିତରେ ଆବଶ୍ୟକ ହେଉଥିବା ଭଳି ସ୍ପାସିଆଲ ଭିଜୁଆଲାଇଜେସନ ନ ଥାଏ । ଦୃଷ୍ଟି ଓ ଶ୍ରବଣ ଶକ୍ତି ଅସୁବିଧା ଅନେକ ସମୟରେ ଦେଖାଯାଏ । ଟର୍ନର ସିଣ୍ଡ୍ରୋମ ରୋଗ ପିତାମାତାଙ୍କଠାରୁ ଉତ୍ତାରାଧିକାର ସୂତ୍ରରେ ଆସେନାହିଁ । କୌଣସି ପରିବେଶ ସମ୍ପର୍କ ବା ମାଆର ବୟସର ଭୂମିକା ନ ଥାଏ । ଟର୍ନର ସିଣ୍ଡ୍ରୋମ ରୋଗ କ୍ରୋମୋଜୋମର ଅସ୍ୱାଭାବିକତା ଯୋଗୁ ହୁଏ, ଯେଉଁଥିରେ ଏକ୍ସ କ୍ରୋମୋଜୋମ ଅଭାବ ବା ପରିବର୍ତ୍ତିତ ଥାଏ । ଟର୍ନର ସିଣ୍ଡ୍ରୋମ ରୋଗୀର ୪୬ ବଦଳରେ ୪୫ କ୍ରୋମୋଜୋମ ଥାଏ । ଅଳ୍ପ କେତେକ ଜୀବକୋଷରେ ଏହି ଅସ୍ୱାଭାବିକତା ଥିଲେ ମୋଜାଇସିଜ୍ମ କୁହାଯାଏ । ଏହି ଭଳି କେଶରେ ଅଳ୍ପ ଲକ୍ଷଣ ଦେଖାଯାଏ ବା କୌଣସି ଲକ୍ଷଣ ଦେଖାଯାଏ ନାହିଁ । ଲକ୍ଷଣ ଓ ଜେନେଟିକ ଟେଷ୍ଟ କରି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗ ଆରୋଗ୍ୟ ହୁଏ ନାହିଁ । ଚିକିତ୍ସାଦ୍ୱାରା ଲକ୍ଷଣ ଉପଶମ ହୁଏ । ଶୈଶବ ଅବସ୍ଥାରେ ହ୍ୟୁମ୍ୟାନ ଗ୍ରୋଥ ହରମୋନ ଇଞ୍ଜେକସନ ଦେଇ ଉଚ୍ଚତା ବଢ଼େଇ ହେଉ । ଏସ୍ଟ୍ରୋଜେନ ରିପ୍ଲେସମେଣ୍ଟ ଥେରାପି ଦେଲେ ସ୍ତନ ବୃଦ୍ଧି ହୁଏ ଓ ହିପ ଆକାର ସଠିକ ହୁଏ । ଏହି ରୋଗୀଙ୍କର ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ନିମନ୍ତେ ଚିକିତ୍ସା ଆବଶ୍ୟକ ହୁଏ । ୨୦୦୦ରୁ ୫୦୦୦ ହଜାର ଜନ୍ମ ହେଉଥିବା ଝିଅଙ୍କ ମଧ୍ୟରୁ ଜଣେ ଝିଅକୁ ଟର୍ନର ସିଣ୍ଡ୍ରୋମ ରୋଗ ହୁଏ । ପୃଥିବୀର ସବୁ ସ୍ଥାନ ଓ ସଂସ୍କୃତିରେ ସମାନ ଭାବରେ ଏହି ରୋଗ ଦେଖାଯାଏ । ଏହି ରୋଗ ସହିତ ହୃଦ ରୋଗ ଓ ଡାଏବେଟିସ ଜଡ଼ିତ ଥିବାରୁ ରୋଗୀର ଆୟୁଷ ବା ବଞ୍ଚିବା ସମୟ କମ ଥାଏ । ହେନରି ଟର୍ନର ୧୯୩୮ ମସିହାରେ ପ୍ରଥମେ ଏହି ରୋଗ ବିଷୟରେ ବର୍ଣ୍ଣନା କରିଥିଲେ । ସନ ୧୯୬୪ରେ ଏହି ରୋଗ କ୍ରୋମୋଜୋମ ଯୋଗୁ ହେଉଥିବା ଜଣାଗଲା ।
ଏହା ଏକ କପୋତ ଶ୍ରେଣୀୟ ପକ୍ଷୀ । ଅପାଳିତ ଅବସ୍ଥାରେ ଏମାନେ ଘରର ଚାଳରେ ଦେଉଳର ଖୋଲରେ ଓ ପର୍ବତ ଖୋଲରେ ରହନ୍ତି । ଗୃହପାଳିତ ପାରାମାନେ ଧଳା, କଳା, ନାଲି ଆଦି ନାନା ରଙ୍ଗର ହୁଅନ୍ତି ଏମାନଙ୍କର ଶଦ୍ଦକୁ ଘୁମୁରିବା କହନ୍ତି ଏମାନଙ୍କର ଧ୍ୱନି 'ଚକ୍ ବକୂମ୍ କୀମ୍' । ଏମାନେ ଘମୁରିଲା ବେଳେ ବେକ ଫୁଲାନ୍ତି । ଏମାନେ ବହୁ ଉଚ୍ଚରେ ଉଡ଼ି ପାରନ୍ତି ଓ ଉଡ଼ିବା ସମୟରେ ଲୋଟଣି ପାରାମାନେ ବନ୍ଧ ଭାଙ୍ଗନ୍ତି । ଇଉରୋପ ଆଦି ଦେଶରେ ଏମାନଙ୍କ ଗୋଡ଼ରେ ଚିଠି ବାନ୍ଧି ଦେଇ ଉଡ଼ାଇ ଦେଲେ ଏମାନେ ଦୂର ଦେଶରେ ଅଭିପ୍ରେତ ସ୍ଥାନରେ ଯାଇ ପହଞ୍ଚିବାଦ୍ୱାରା ଦୂରବାସୀ ମାନେ ସମ୍ବାଦ ପାଆନ୍ତି । ପାରାମାନଙ୍କ ଉଡ଼ିବା ଦେଖିବା ପାଇଁ ଲୋକେ ସଉକିରେ ପାରା ପାଳନ୍ତି ଏମାନଙ୍କର ଦୃଷ୍ଟିଶକ୍ତି ଅତି ପ୍ରଖର ଏମାନେ ଉପରକୁ ୧/୨: ମାଇଲ ଉଚ୍ଚକୁ ଉଠି ମେଘରେ ଅଦୃଶ୍ୟ ହୋଇ ଯାଆନ୍ତି ଭୂଇଁରେ ସୋରିଷ ବୁଣି ଦେଲେ ଏମାନେ ବହୁ ଉଚ୍ଚରୁ ତାହା ଦେଖି ଖୁଣ୍ଟି ପାରନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ପ୍ରାୟାପିଜ୍ମ (ଇଂରାଜୀ ଭାଷାରେ Priapism) ଏକ ଅବସ୍ଥା ଯେଉଁଥିରେ ବିନା ଉତ୍ତେଜନାରେ ବା ଉତ୍ତେଜନା ଶେଷରେ ପୁରୁଷ ଲିଙ୍ଗ (penis) ଉଦ୍ଧତ (erect) ହୋଇ ରହେ । ତିନୋଟି କାରଣ ଯୋଗୁ ଏହା ହୋଇପାରେ, ଯଥା:- ରକ୍ତ ଅଭାବ (ischemic ବା low-flow), ଅଧିକ ରକ୍ତ ପ୍ରବାହ (nonischemic ବା high-flow) ଓ ପୁନଃପୌନିକ ରକ୍ତାଭାବ । ଅଧିକାଂଶ କେଶ୍ ରକ୍ତାଭାବ ଯୋଗୁ ହୁଏ । ରକ୍ତାଭାବ ପ୍ରାୟାପିଜ୍ମ ହେଲେ କଷ୍ଟ ହୁଏ ଓ ରକ୍ତାଭାବ ନ ହେଲେ କଷ୍ଟ ହୁଏନି । ରକ୍ତାଭାବ ଅବସ୍ଥାରେ ଲିଙ୍ଗର ଅଧିକାଂଶ ଅଂଶ କଠିନ ହୋଇଯାଏ କିନ୍ତୁ ଲିଙ୍ଗ ମୁଣ୍ଡି (glans penis) କଠିନ ହୁଏନି । ଅଣରକ୍ତାଭାବ କେଶ୍ରେ ସମୁଦାୟ ଲିଙ୍ଗ କିଛି ପରିମାଣରେ କଠିନ ହୋଇଯାଏ । ସିକ୍ଲ ସେଲ୍ ରୋଗ ଏହାର ଏକ ଅତି ସାଧାରଣ କାରଣ । ଅନ୍ୟାନ୍ୟ କାରଣମାନ ଯଥାକ୍ରମେ ଆଣ୍ଟିସାଇକୋଟିକ (antipsychotics), ଏସଏସଆରଆଇ (SSRIs), ଆଣ୍ଟିକୋଆଗୁଲାଣ୍ଟ (blood thinners) ଓ କୋକେନ (cocaine) ତଥା ଗଞ୍ଜେଇ (cannabis) ଭଳି କେତେକ ଦ୍ରବ୍ୟ । ମେରୁଦଣ୍ଡ ଆଘାତ (spinal cord injury) ଓ ଲିଙ୍ଗରେ ଆଘାତ ହେଲେ ଅଣରକ୍ତାଭାବ ପ୍ରାୟାପିଜ୍ମ ହୋଇପାରେ । ଲିଙ୍ଗରୁ ରକ୍ତ ନିଷ୍କାସନ ନ ହୋଇପାରିଲେ ରକ୍ତାଭାବ ପ୍ରାୟାପିଜ୍ମ ହୋଇପାରେ । ଧମନୀ ସହିତ କର୍ପସ କାଭେର୍ନୋସମ (corpus cavernosum) ସଂଯୁକ୍ତ ହେଲେ ବା ପାରାସିମ୍ପାଥେଟିକ ସ୍ନାୟୁ ମଣ୍ଡଳରେ କିଛି କଟିଗଲେ ଅଧିକ ଧମନୀ (artery) ରକ୍ତ ସରବରାହ ହୁଏ । ଅଲଟ୍ରାସାଉଣ୍ଡ (ultrasound) ବା ଲିଙ୍ଗର ରକ୍ତ ନେଇ ବ୍ଲଡ ଗ୍ୟାସ (blood gas) ଆନାଲିସିସ କରି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗର ପ୍ରକାର ଉପରେ ଚିକିତ୍ସା ନିର୍ଭର କରେ । ରକ୍ତାଭାବ ଥିଲେ ସ୍ନାୟୁ ଅବରୋଧ କରି ଲିଙ୍ଗର କର୍ପସ କାଭେର୍ନୋସମରୁ ସିରିଞ୍ଜ ସାହାଯ୍ୟରେ ରକ୍ତ କାଢ଼ିନିଆଯାଏ । ଏହା ଫଳପ୍ରଦ ନହେଲେ କର୍ପସ କାଭେର୍ନୋସମକୁ ଥଣ୍ଡା ନର୍ମାଲ ସାଲାଇନ (normal saline) ସାହାଯ୍ୟରେ ସେଚନ କରାଯାଏ ବା ଫିନାଇଲେଫ୍ରିନ (phenylephrine) ଇଞ୍ଜେକସନ ଦିଆଯାଏ । ଅଣରକ୍ତାଭାବ ଥିଲେ ଥଣ୍ଡା ପ୍ୟାକ ଦିଆଯାଏ । ଏହି ସବୁ ଉପାୟ ଯଥେଷ୍ଟ ନହେଲେ ଅପରେଶନ କରାଯାଏ । ରକ୍ତାଭାବ ପ୍ରାୟାପିଜ୍ମ ହେବାର ୪ ଘଣ୍ଟା ପରେ ସ୍ଥାୟୀ ସ୍କାର ହେବା ଆରମ୍ଭ ହୋଇଯାଏ ୪୮ ଘଣ୍ଟା ପରେ ନିଧାର୍ଯ୍ୟ ଭାବରେ ଏହା ସଂଘଟିତ ହୁଏ । ପ୍ରତି ବର୍ଷ ୨୦,୦୦୦ଲୋକରେ ଜଣେରୁ ଆରମ୍ଭ ହୋଇ ୧୦୦,୦୦୦ରେ ଜଣକୁ ଏହି ବେମାରୀ ହୁଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ପରଫିରିଆ (ଇଂରାଜୀ ଭାଷାରେ Porphyria) ଏକ ରୋଗ ଗୋଷ୍ଠୀର ନାମ ଯେଉଁଥିରେ ଦେହରେ ପରଫିରିନ (porphyrin) ଜମିଯାଇ ଚର୍ମ ଓ ସ୍ନାୟୁ ମଣ୍ଡଳକୁ (nervous system) ପ୍ରଭାବିତ କରେ । ସ୍ନାୟୁ ମଣ୍ଡଳକୁ ଆକ୍ରମଣ କରୁଥିବା ବେମାରୀକୁ ମଧ୍ୟ ଆକ୍ୟୁଟ ପରଫିରିଆ କୁହାଯାଏ । ଆକ୍ୟୁଟ ପରଫିରିଆ ରୋଗର ଲକ୍ଷଣ: ପେଟ ଯନ୍ତ୍ରଣା (abdominal pain), ବାନ୍ତି (vomiting), ଦ୍ୱନ୍ଦ, କୋଷ୍ଠକାଠିନ୍ୟ (constipation), ଜ୍ୱର ଓ ବାତ (seizure) । ଏହି ଲକ୍ଷଣ ସମୂହ କିଛି ଦିନ ବା କିଛି ସପ୍ତାହ ପର୍ଯ୍ୟନ୍ତ ରହି ଚାଲିଯାଏ । ଆଲକହଲ (alcohol), ଧୁମ୍ରପାନ (smoking), ମାନସିକ ଚାପ ଓ କେତେକ ଔଷଧ ଏହି ରୋଗ ଟ୍ରିଗର କରିବାରେ କାମ କରନ୍ତି । ଚର୍ମ ପ୍ରଭାବିତ ହେଲେ ଫୋଟକା (blister) ଓ ଗଲୁ ହୁଏ । 'ହେମ'ର (heme) ଜୈବସଂଶ୍ଲେଷଣ କରୁଥିବା ଜିନର (gene) ମ୍ୟୁଟେସନ (mutation) ଯୋଗୁ ସାଧାରଣତଃ ଏହି ରୋଗ ହୁଏ ଓ ଅନୁବଂଶିକ (inherited from a person's parents) ଭାବରେ ଗତି କରେ । କେତେକ ଜିନ ଅଟୋସୋମାଲ ଡୋମିନାଣ୍ଟ (autosomal dominant) ଓ କେତେକ ଅଟୋସୋମାଲ ରିସିସିଭ (autosomal recessive) ଥାଆନ୍ତି । ହେମୋକ୍ରୋମାଟୋସିସ (increased iron in the liver), ହେପାଟାଇଟିସ ସି, ଆଲକହଲ ବା ଏଚଆଇଭି/ଏଡସ (HIV/AIDS) ଯୋଗୁ ଯେଉଁ ପରଫିରିଆ ହୁଏ ତାହାକୁ ପରଫିରିଆ କ୍ୟୁଟାନିଆ ଟାର୍ଡ଼ା (porphyria cutanea tarda) କୁହାଯାଏ । ଅନ୍ତର୍ନିହିତ କ୍ରିୟାବିଧି ଯୋଗୁ ହେମ ପରିମାଣ କମିଯାଏ ଓ ହେମ ତିଆରିରେ ଲାଗୁଥିବା ଉପାଦାନ ସବୁ ଜମାହୋଇଯାଏ । ଯକୃତ ବା ଅସ୍ଥିମଜ୍ଜା (bone marrow) ପ୍ରଭାବିତ ହେବା ଅନୁସାରେ ଏହାର ଶ୍ରେଣୀ ବିଭାଗ କରାଯାଏ । ରକ୍ତ, ପରିସ୍ରା ଓ ଝାଡ଼ା ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ନିର୍ଦ୍ଦିଷ୍ଟ ମ୍ୟୁଟେସନ ଜାଣିବା ନିମନ୍ତେ ଜେନେଟିକ ଟେଷ୍ଟ (Genetic testing) କରାଯାଏ । ରୋଗର ଲକ୍ଷଣ ଓ ପ୍ରକାର ଅନୁସାରେ ଏହାର ଚିକିତ୍ସା କରାଯାଏ । ଚର୍ମରେ ପରଫିରିଆ ହୋଇଥିଲେ ସୂର୍ଯ୍ୟାଲୋକ ଦେହରେ ନ ପଡ଼ିବା ଆବଶ୍ୟକ । ଆକ୍ୟୁଟ ପରଫିରିଆ ହୋଇଥିଲେ ଶିରାଭ୍ୟନ୍ତର ହେମ ଓ ଗ୍ଲୁକୋଜ ଦ୍ରବଣ ଦିଆଯାଏ । ଯକୃତ ପ୍ରତିରୋପଣ (liver transplant) କ୍ୱଚିତ କରାଯାଏ ।କେତେ ପରଫିରିଆ ରୋଗ ବାରବାର ହୁଏ, ତାହା ସ୍ପଷ୍ଟ ହୋଇନାହିଁ । ହିସାବରୁ ଜଣାଯାଏ, ପ୍ରତି ୫୦,୦୦୦ ଲୋକରେ ୧ରୁ ୧୦୦ ଜଣ ଆକ୍ରାନ୍ତ ହୁଅନ୍ତି । ଏହି ରୋଗ ହାର ଜାଗା ଅନୁସାରେ ବଦଳେ । ପରଫିରିଆ କ୍ୟୁଟାନିଆ ଟାର୍ଡ଼ା ସବୁଠାରୁ ସାଧାରଣ ପରଫିରିଆ ରୋଗ । ଏହି ରୋଗର ବର୍ଣ୍ଣନା ଖ୍ରୀ:ପୂ: ୩୭୦ରେ ହିପୋକ୍ରେଟ (Hippocrates) ପ୍ରଥମେ ଲେଖିଥିଲେ । ଫେଲିକ୍ସ ହୋପ-ସେଲର (Felix Hoppe-Seyler) ସନ ୧୮୭୧ରେ ପ୍ରଥମେ ଏହାର ଅନ୍ତର୍ନିହିତ କାର୍ଯ୍ୟବିଧି ଲେଖିଥିଲେ । ପରଫିରିଆ ଶବ୍ଦଟି Greek ଶବ୍ଦ πορφύρα, porphyraରୁ ନିଆଯାଇଛି ଯାହାର ଅର୍ଥ ପରପ୍ଲ (purple) ରଙ୍ଗ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଇବୋଲା ଭୂତାଣୁ ରୋଗ (ଇଂରାଜୀ: Ebola virus disease ବା EVD କିମ୍ବା Ebola hemorrhagic fever ବା EHF) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ଵାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ଵର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ଵୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।.ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ଵାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ. ଓ ଭୂତାଣୁ ଉପସ୍ଥିତି ନିମନ୍ତେ ରକ୍ତ ପରୀକ୍ଷା କରି ସିଦ୍ଧାନ୍ତରେ ଉପନିତ ହେବାକୁ ପଡେ । ସଂକ୍ରମିତ ମାଙ୍କଡ ଓ ଘୁଷୁରିଠାରୁ ରୋଗ ବିସ୍ତାର ରୋକି ପାରିଲେ ଏହି ରୋଗକୁ ପ୍ରତିରୋଧ କରିହେବ । ରୋଗାକ୍ରାନ୍ତ ପଶୁଙ୍କୁ ମାରି ଶବକୁ ଉପଯୁକ୍ତ ଭାବରେ ନଷ୍ଟ କଲେ ଏହା ସମ୍ଭବ ହେବ । ଭଲ ଭାବରେ ମାଂସ ରାନ୍ଧିଲେ ଓ ମାଂସ ଧରିବା ବେଳେ ନିଜ ହାତରେ ଦସ୍ତାନା ପିନ୍ଧିଲେ, ରକ୍ଷାକାରୀ ପୋଷାକ ପିନ୍ଧିଲେ ଓ ରୋଗାକ୍ରାନ୍ତ ଲୋକ ଭଲ ଭାବରେ ହାତ ଧୋଇଲେ ରୋଗ ସଂକ୍ରମଣରୁ ରକ୍ଷା ମିଳେ । ଦେହ ନିର୍ଗତ ପଦାର୍ଥ ଓ ତନ୍ତୁ ସମୂହ ଅତି ଯତ୍ନ ସହକାରେ ଧରିବାକୁ ହୁଏ ।.