ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶକ୍ତିମାନ (ହିନ୍ଦୀ : शक्तिमान) ହେଉଛି ଏକ ଭାରତୀୟ କାଳ୍ପନିକ ମହାନ ବୀର, ଯାହା ମୁକେଶ ଖାନ୍ନାଙ୍କ ପ୍ରଯୋଜନା ଓ ଦୀନକର ଜାନୀଙ୍କ ନିର୍ଦ୍ଦେଶନାରେ ଦୂରଦର୍ଶନ ଧାରାବାହିକ ରୂପେ ପ୍ରସାରିତ ହେଉଥିଲା ।ଭାରତୀୟ ଜାତୀୟ ଦୂରଦର୍ଶନ ନେଟଓ୍ଵାର୍କରେ, ୨୭ ସେପ୍ଟେମ୍ବର ୧୯୯୭ (ପରିଚୟ ଭାଗ, ୨୭ ସେପ୍ଟେମ୍ବର ୧୯୯୭କୁ ବାଦ ଦେଇ)ରୁ ୨୭ ମାର୍ଚ୍ଚ ୨୦୦୫ ପର୍ଯ୍ୟନ୍ତ, ପ୍ରାୟ ୪୦୦ଟି ଭାଗ ଦୂରଦର୍ଶନରେ ରବିବାର ଦିନ ମଧ୍ୟାହ୍ନ ୧୨ଟା ଆଇ ଏସ୍ ଟି ସମୟରେ ପ୍ରସାରିତ ହେଉଥିଲା । ଯଦିଓ ଶେଷ ବେଳକୁ କିଛି ଭାଗର ପ୍ରସାରଣ ସମୟ ୯:୩୦ a.m.କୁ ପରିବର୍ତ୍ତିତ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।ତିଳକ ସ୍ୱରାଜ (ଆପଣା ଶାସନ) ଆନ୍ଦୋଳନରପ୍ରଥମ ଏବଂ ବଳିଷ୍ଠତମ ସମର୍ଥକ ଥିଲେ ତଥା ଭାରତୀୟ ଚେତନାର ଜଣେ ଶକ୍ତ ପ୍ରବର୍ତ୍ତକ ଥିଲେ । ସେ ନିଜର "ସ୍ୱରାଜ ମୋର ଜନ୍ମଗତ ଅଧିକାର, ଏବଂ ମୁଁ ତାହାକୁ ନିଶ୍ଚେ ହାସଲ କରିବି" ଉକ୍ତି ପାଇଁ ଭାରତରେ ଜନବିଦିତ। ସେ ଭାରତୀୟ ଗୃହଶାସନ ଆନ୍ଦୋଳନ କାଳରେ ପାକିସ୍ଥାନର ପ୍ରତିଷ୍ଠାତା ମହମ୍ମଦ ଅଲ୍ଲୀ ଜିନ୍ନାଙ୍କ ସହ ଗୁଢ଼ ସମ୍ବନ୍ଧ ସ୍ଥାପନ କରିଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି ।ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବିଜ୍ଞାନେଶ୍ଵର ହେଉଛନ୍ତି ଦ୍ଵାଦଶ ଶତାବ୍ଦୀରେ ଭାରତର ଜଣେ ପ୍ରମୁଖ ବିଧିବେତ୍ତା ତଥା ଶାସ୍ତ୍ରବିତ । ସେ ତାଙ୍କର ରଚନା ମିତାକ୍ଷରା ପାଇଁ ପ୍ରସିଦ୍ଧ । ମିତାକ୍ଷରା ହେଉଛି ଋଷି ଯାଜ୍ଞବଳକ୍ୟ ଙ୍କ ସ୍ମୃତି ର ଏକ ଟୀକା ଗ୍ରନ୍ଥ । ଏହା ହିନ୍ଦୁ ପୈତୃକ ସମ୍ପତ୍ତିର ଉତ୍ତରାଧିକାର ସମ୍ପର୍କିତ ଏକ ସିଦ୍ଧାନ୍ତ ତଥା ହିନ୍ଦୁ ଆଇନକୁ ସଂହିତାବଦ୍ଧ କରିଥିବା ସମସ୍ତ ଅଧିନିୟମର ସର୍ବମାନ୍ୟ ଆଧାର ।
ଅନନ୍ତ ଚରଣ ସାଇବାବୁ(୧୯୧୫-୧୯୮୯) ଜଣେ ଛଉ ନୃତ୍ୟଗୁରୁ ଥିଲେ । ଛଉନାଚ ପାଇଁ ସେ ୧୯୭୧ ମସିହାରେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଅନନ୍ତ ନିଜ ପିତା ରାଧାମୋହନ ସାଇବାବୁଙ୍କଠାରୁ ଛଉ ଶିକ୍ଷାରମ୍ଭ କରି, ପରେ ଗୁରୁ ଦିବାକର ଭଞ୍ଜଦେଓ ଏବଂ ରେଜାକ ଖାନଙ୍କଠାରୁ ମଧ୍ୟ ଶିଖିଥିଲେ । ବାରିପଦାର "ନୃତ୍ୟ ପ୍ରତିଷ୍ଠାନ"ରେ ସେ ମୁଖ୍ୟ ନୃତ୍ୟଗୁରୁ ଭାବରେ ଅନେକ ଛଉ ନୃତ୍ୟଶିଳ୍ପୀ ସୃଷ୍ଟି କରିଥିଲେ । ଅନନ୍ତ ୧୯୮୯ ମସିହାରେ ଦେହତ୍ୟାଗ କରିଥିଲେ । ତାଙ୍କ ଅନ୍ତେ ପୁତୁରା ଜନ୍ମେଜୟ ସାଇବାବୁ ଓ ଜନ୍ମେଜୟଙ୍କ ଦୁଇ ପୁଅ ରାଜେଶ ଏବଂ ରାକେଶ ଛଉନୃତ୍ୟ ଶିକ୍ଷାଦାନରେ ବ୍ରତି ଅଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ଭାଷାର ସବୁଠାରୁ ଅଧିକ ଜଣାଶୁଣା ଏନସାଇକ୍ଲୋପିଡ଼ିଆ ହେଉଛି ଶ୍ରୀ ବିନୋଦ କାନୁନଗୋଙ୍କ ପ୍ରଣୀତ ଜ୍ଞାନମଣ୍ଡଳ । ବିନୋଦବାବୁ ୧୯୫୪ ମସିହା ବେଳକୁ ଜ୍ଞାନମଣ୍ଡଳର ପରିକଳ୍ପନା କରିଥିଲେ । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୩୦ ମସିହା ବେଳକୁ ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ସେଥିପାଇଁ ତାଙ୍କୁ ଦଶମ ଶ୍ରେଣୀ ପ୍ରାରମ୍ଭରୁ ସ୍କୁଲ ଛାଡ଼ିବାକୁ ହୋଇଥିଲା । ସ୍ଵାଧୀନତା ଆନ୍ଦୋଳନ ସମୟରେ ଗାନ୍ଧିଜୀ, ରମାଦେବୀ, ଗୋପବନ୍ଧୁ ଚୌଧୁରୀ ଆଦି ଅନେକ ମହାନ ବ୍ୟକ୍ତିଙ୍କଦ୍ଵାରା ପ୍ରଭାବିତ ହୋଇଥିଲେ । ଦେଶ ସ୍ଵାଧୀନ ହେବା ପରେ ସେ ରାଜନୀତିକୁ ପାଥେୟ ନ କରି ସାଧରଣଲୋକଙ୍କ ନିମନ୍ତେସରଳଭାଷାରେ ଲେଖିବା ପାଇଁ ସ୍ଥିର କଲେ । ସେଇଥିରୁ ଜନ୍ମ ନେଲା ଜ୍ଞାନମଣ୍ଡଳ ।
ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ଵଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ଵାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀର ନାମ ‘ହରି ଶୟନୀ’ ବା ପଦ୍ମା ଏକାଦଶୀ । ଆଷାଢ଼ ମାସ ଶୁକ୍ଳପକ୍ଷରେ ‘ହରି ଶୟନୀ ଏକାଦଶୀ’ ଦିନ ଯିଏ କମଳ ପୁଷ୍ପରେ କମଳଲୋଚନ ଭଗବାନ ବିଷ୍ଣୁଙ୍କ ପୂଜା ତଥା ଉତ୍ତମ ଏକାଦଶୀ ବ୍ରତ କରେ, ତା’ଦ୍ୱାରା ତିନିଲୋକ ଓ ତିନି ସନାତନ ଦେବତାଙ୍କ ପୂଜନ ହୋଇଥାଏ । ‘ହରିଶୟନୀ ଏକାଦଶୀ’ ଦିନ ମୋର ଗୋଟିଏ ସ୍ୱରୂପ ରାଜା ବଳିଙ୍କ ପାଖରେ ରହେ ଓ ଅନ୍ୟଟି କ୍ଷୀର ସାଗରରେ ଶେଷନାଗ ଶଯ୍ୟାରେ ଆଗାମୀ କାର୍ତ୍ତିକ ଏକାଦଶୀ ଆସିବା ପର୍ଯ୍ୟନ୍ତ ଶୟନ କରେ । ଏଣୁ ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ମନୁଷ୍ୟ ଉତ୍ତମ ରୂପେ ଧର୍ମ ଆଚରଣ କରିବା ଉଚିତ । ଯେଉଁ ମନୁଷ୍ୟ ଏହି ବ୍ରତର ଅନୁଷ୍ଠାନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏଣୁ ଯତ୍ନପୂର୍ବକ ଏହି ଏକାଦଶୀ ବ୍ରତ କରିବା ଉଚିତ୍ । ଏକାଦଶୀ ରାତିରେ ଜାଗରଣ କରି ଶଙ୍ଖ, ଚକ୍ର ଓ ଗଦାଧାରୀ ଭଗବାନ ବିଷ୍ଣୁଙ୍କ ଭକ୍ତିପୂର୍ବକ ପୂଜା କରିବା ଉଚିତ । ଏହି ବ୍ରତ କରୁଥିବା ମନୁଷ୍ୟର ପୁଣ୍ୟର ଗଣନା କରିବାକୁ ସ୍ୱୟଂ ଚତୁର୍ମୁଖ ବ୍ରହ୍ମା ମଧ୍ୟ ଅସମର୍ଥ । ଯିଏ ଏହି ପ୍ରକାର ଭୋଗ ଓ ମୋକ୍ଷ ପ୍ରଦାନକାରୀ ସର୍ବପାପହାରୀ ଉତ୍ତମ ଏକାଦଶୀ ବ୍ରତ ପାଳନ କରେ, ସେ ଜାତିରେ ଚଣ୍ଡାଳ ହୋଇଥିଲେ ମଧ୍ୟ ସଂସାରରେ ସର୍ବଦା ମୋର\ବିଷ୍ଣୁଙ୍କର ଅତି ପ୍ରିୟ ହୋଇ ରହେ । ଯେଉଁ ମନୁଷ୍ୟ ଦୀପଦାନ, ପଳାଶ ପତ୍ରରେ ଭୋଜନ ଏବଂ ବ୍ରତ କରି ଚତୁର୍ମାସ ଅତିବାହିତ କରେ ସେ ମଧ୍ୟ ମୋର\ବିଷ୍ଣୁଙ୍କର ଅତି ପ୍ରିୟ । ଚତୁର୍ମାସରେ ଭଗବାନ ବିଷ୍ଣୁ ଶୋଇ ରହନ୍ତି, ଏଥିପାଇଁ ମନୁଷ୍ୟ ଭୂମିରେ ଶୟନ କରିବା ଉଚିତ । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରିଦେବା ଉଚିତ । ଯିଏ ଚତୁର୍ମାସରେ ବ୍ରହ୍ମଚର୍ଯ୍ୟ ପାଳନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏକାଦଶୀ ବ୍ରତଦ୍ୱାରା ହିଁ ମନୁଷ୍ୟ ସବୁ ପାପରୁ ମୁକ୍ତ ହୋଇଯାଏ । ଏଣୁ ସର୍ବଦା ଏହି ବ୍ରତ କରିବା ଉଚିତ । ଏହା କଦାପି ଭୁଲିବା ଉଚିତ୍ ନୁହେଁ । ‘ଶୟନୀ’ ଓ ‘ବୋଧିନୀ’ ଏକାଦଶୀ ମଧ୍ୟରେ ଯେଉଁ କୃଷ୍ଣପକ୍ଷୀୟ ଏକାଦଶୀମାନ ପଡ଼େ, ଗୃହସ୍ଥ ପାଇଁ କେବଳ ତାହା ହିଁ ବ୍ରତ ରଖିବା ଯୋଗ୍ୟ । ଅନ୍ୟ ମାସର କୃଷ୍ଣପକ୍ଷୀୟ ଏକାଦଶୀ ଗୃହସ୍ଥ ପାଇଁ ବ୍ରତ ରଖିବା ଯୋଗ୍ୟ ନୁହେଁ । ଶୁକ୍ଳପକ୍ଷର ସମସ୍ତ ଏକାଦଶୀ କରିବା ଉଚିତ୍ ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ନର୍ଲା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନର୍ଲା (କ୍ରମିକ ସଂଖ୍ୟା: ୮୧) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଅାଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ବିଶାଳ ଆନ୍ଦୋଳନର ରୂପ ନେଇଥିଲା ଯାହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ଵୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଅାଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ଵପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ଵାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବ୍ରାହ୍ମଣୀ ଓଡ଼ିଶାର ଦ୍ଵିତୀୟ ବୃହତ୍ତମ ନଦୀ । ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀ ଝାଡ଼ଖଣ୍ଡ ରାଜ୍ୟର ଛୋଟନାଗପୁର ମାଳଭୂମିରୁ ବାହାରିଛନ୍ତି । ଏହି ଦୁଇନଦୀ ସୁନ୍ଦରଗଡ଼ ଜିଲ୍ଲାରେ ରାଉରକେଲା ସହର ନିକଟବର୍ତୀ ପାନପୋଷଠାରେ ମିଳିତ ହୋଇ ଗୋଟିଏ ନଦୀ ହୋଇଛନ୍ତି । ଏହାର ନାମ ବ୍ରାହ୍ମଣୀ । ଏହା କଟକ ଜିଲ୍ଲା ଓ ଯାଜପୁର ଅଞ୍ଚଳରେ ବୈତରଣୀ ନଦୀ ସହିତ ମିଶି ବଙ୍ଗୋପସାଗରରେ ପଡ଼ିଅଛି । ବଣାଇଗଡ଼, ଭୁବନ, ତାଳଚେର ଓ ଜେନାପୁର ଏହି ନଦୀର କୂଳରେ ଅବସ୍ତିତ । ବ୍ରାହ୍ମଣୀ ନଦୀରେ ବେଶି ବନ୍ୟା ହେଲେ ଯାଜପୁର ଅଞ୍ଚଳର କ୍ଷତି ହୁଏ ।
କାବୁଲା ବାରବୁଲା, ୨୦୧୭ ଦୁର୍ଗାପୂଜା ସମୟରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କନ୍ଦୋଇ ଏବଂ ଅଭିରାମ ସାହୁ । ବସନ୍ତରାଜ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରମେଶ ରାଉତ କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ବସନ୍ତରାଜ ସାମଲ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ବିଶ୍ୱଜିତ ମହାପାତ୍ର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଅଭିଜିତ ମଜୁମଦାର, ହ୍ୟୁମାନ ସାଗର ଆଦି କଳାକାରମାନେ କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି ଏବଂ ଏଲିନା ସାମନ୍ତରାୟ । ପପୁ ପମ ପମ, ହରିହର ମହାପାତ୍ର, ପ୍ରଜ୍ଞା ଖଟୁଆ, ସୁବାଶିଷ ଶର୍ମା, ଆନିଷା ଶର୍ମା, ପ୍ରଦ୍ୟୁମ୍ନ ଲେଙ୍କା, ପ୍ରିନ୍ସ, ଅନିତା ଦାସ, ଶମ୍ଭୁ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ବିଭିନ୍ନ ଭୂମିକାରେ ଅଭିନୟ କରିଥଲେ ।ଏହି କଥାଚିତ୍ରଟିର ଗୀତଗୁଡ଼ିକର ସୁଟିଂ ମାଲେଶିଆରେ ହୋଇଥିଲା ।
ବିଜୟ ମିଶ୍ର (ଜନ୍ମ ୧୬ଜୁଲାଇ ୧୯୩୬) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଛନ୍ତି । ଶ୍ରୀ ମିଶ୍ର, ଏଯାବତ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିସାରିଛନ୍ତି । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.