ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପ୍ରତିଶବ୍ଦ - ଜରାୟୁ ମୁଖ କର୍କଟ, ସର୍ଭାଇକାଲ କର୍କଟ (Cervical cancer)ଜରାୟୁ ଗ୍ରୀବା କର୍କଟ (ଇଂରାଜୀରେ Cervical cancer) ଏକ ପ୍ରକାର କର୍କଟ ରୋଗ ଯାହା ଜରାୟୁ ଗ୍ରୀବାରୁ (ଇଂରାଜୀରେ cervix) ସୃଷ୍ଟି ହୁଏ । ଜୀବକୋଷମାନଙ୍କର ଅନିୟମିତ ତଥା ଅସ୍ୱାଭାବିକ ସଂଖ୍ୟା ବୃଦ୍ଧି ହୋଇ ନିକଟ ଓ ଦୂରବର୍ତ୍ତୀ ସ୍ଥାନକୁ ମାଡ଼ିଯାଏ । ପ୍ରାରମ୍ଭରୁ କୌଣସି ଲକ୍ଷଣ ନ ଥାଏ । ପରେ ହେଉଥିବା ଲକ୍ଷଣ ସମୂହ ହେଉଛି ଯୋନୀପଥରୁ ରକ୍ତସ୍ରାବ, ଶ୍ରୋଣୀରେ ଯନ୍ତ୍ରଣା (pelvic pain), ଯୌନକ୍ରିୟା ସମୟରେ କଷ୍ଟ ।ହାରାହାରି ୯୦ % ରୋଗୀଙ୍କ କ୍ଷେତ୍ରରେ ମାନବ ପାପିଲୋମା ଭୁତାଣୁ ବା ଏଚ.ପି.ଭି. (ଇଂରାଜୀରେ Human papillomavirus or HPV ) ଏହାର କାରଣ ବୋଲି ଜଣାଯାଏ, କିନ୍ତୁ ଅଧିକାଂଶ ଏଚ.ପି.ଭି. ସଂକ୍ରମିତ ମହିଲାଙ୍କର ଏହି କର୍କଟ ହୁଏ ନାହିଁ । ଅନ୍ୟାନ୍ୟ ସଙ୍କଟ ଜନକ ଅବସ୍ଥା ମଧ୍ୟରେ ଧୁମ୍ରପାନ, ଦୂର୍ବଳ ଇମ୍ମ୍ୟୁନ ସିସ୍ଟମ, ଜନ୍ମ ନିରୋଧ ବଟିକା ବ୍ୟବହାର, ଅଳ୍ପ ବୟଷରେ ଯୌନ ସମ୍ଭୋଗ, ଏକାଧିକ ଯୌନ ଭାଗୀଦାରମାନଙ୍କ ନାମ ନିଆଯାଏ କିନ୍ତୁ ଏଗୁଡ଼ିକ ସ୍ୱଳ୍ପ ଗୁରୁତ୍ତ୍ୱପୂର୍ଣ୍ଣ । ଦଶ କୋଡ଼ିଏ ବର୍ଷର ପ୍ରାକ୍ କର୍କଟ ଅବସ୍ଥା ପରେ ଏହା ବାହାରେ । ଏକାଧିକ ପ୍ରକାର ଜରାୟୁ ଗ୍ରୀବା କର୍କଟ ଦେଖାଯାଏ । ଏମାନଙ୍କ ମଧ୍ୟରୁ ୯୦ % ହେଉଛି ସ୍କ୍ୱାମସ୍ ସେଲ କର୍କଟ (squamous cell carcinoma), ୧୦% ଆଡେନୋ କର୍କଟ (adenocarcinoma) ଓ ଏକ ସ୍ୱଳ୍ପ ଅଂଶ ଅନ୍ୟାନ୍ୟ ପ୍ରକାର ଦେଖାଯାଆନ୍ତି । ମେଡିକାଲ ଇମେଜିଙ୍ଗଦ୍ୱାରା (Medical imaging) ଏହା ସ୍ଥାନାନ୍ତର ହୋଇଛି କି ନାହିଁ ଜଣାପଡ଼େ ।ଏହି ରୋଗ କରାଉଥିବା ଦୁଇ ପ୍ରଜାତିର ଏଚ.ପି.ଭି.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ଅଧରପଣା ଭୋଗ କରାଯାଇଥାଏ । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ । ପ୍ରତି ରଥରେ ୩ହାଣ୍ଡି ହିସାବରେ ମୋଟ ୯ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ । ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ଵଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି ।
ଭତରି ଭାଷା ବା ବସ୍ତରୀ ଭାଷା (ଭାତ୍ରୀ , ବସ୍ତୁରିଆ, ଭାତ୍ରା, ଭାତ୍ରି, ଭାତୋଡ଼ା, ଭାତୋରା ଆଦି ନାମରେ ମଧ୍ୟ ଜଣା) ଭାରତୀୟ ରାଜ୍ୟ ଛତିଶଗଡ଼ର ବସ୍ତର ଜିଲ୍ଲା, ଜଗଦଲପୁର ତହସିଲ, ମହାରାଷ୍ଟ୍ରର କେତେକ ଅଞ୍ଚଳ, ଓଡ଼ିଶାର କୋରାପୁଟ ଜିଲ୍ଲାର କୋଟପାଡ଼ ଅଞ୍ଚଳରେ କଥିତ ଏକ ଭାଷା । ଏହା ଓଡ଼ିଆ ଭାଷାର ଏକ ଉପଭାଷା। ଏହା କଥିତ ଓଡ଼ିଆ ସହ ୬୦% ସମାନ ।୨୦୧୧ ଭାରତୀୟ ଜନଗଣନା ଅନୁସାରେ ଏହା ୨୧୭୦୦୦ ଲୋକଙ୍କଦ୍ୱାରା କଥିତ । ଏହି ଭାଷାର ଉପଭାଷାଗୁଡ଼ିକ ପରସ୍ପର ସଙ୍ଗେ ୮୮% ମିଶିଥିବା ବେଳେ ଭାତ୍ରୀ ହାଳବି ଭାଷାର ପାଖାପାଖି । ଦେଶୀଆ ଓଡ଼ିଆ ସଙ୍ଗେ ଏହାର ଭାଷାଗତ ସାମଞ୍ଜସ୍ୟ ୫୮% । ଏହା ଦେବନାଗରୀ ଲିପିରେ ଲେଖାଯାଏ ।ଗୋପାଳ ଚନ୍ଦ୍ର ପ୍ରହରାଜ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ଲେଖିଲାବେଳେ ଏହା ମଧ୍ୟ ପ୍ରଦେଶର ଓଡ଼ିଆ ରାଜ୍ୟ ବସ୍ତରର ଉତ୍ତରପୂର୍ବ କୋଣ (ପ୍ରାଚୀନ ଦକ୍ଷିଣ କୋଶଳ) ପ୍ରାୟ କୋଡିଏ ହଜାର ଲୋକଙ୍କ କଥିତ ଭାଷା ଥିଲା। ବସ୍ତରରେ ବାସକରୁଥିବା ଏକ କୃଷକ ଜାତି ଭତର ଜାତି ବା ଭତଡ଼ଙ୍କଦ୍ଵାରା ବୋଲାଯାଉଥିବାରୁ ଏହାର ନାମ ଭତରି ହୋଇଅଛି । ଏଇ କୃଷକଜାତି ବିଂଶ ଶତାବ୍ଦୀର ପ୍ରାରମ୍ଭିକ କାଳରେ ବସ୍ତର ଛଡ଼ା ବିଜୟନଗର ଏବଂ ଜୟପୁରରେ ମଧ୍ୟ ରହୁଥିବା କଥା ଭାଷାକୋଷରେ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ଵାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ଵାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ଵ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବାଲ୍ୟ ବିବାହ ନିଷେଧ ଅଧିନିୟମ, ୨୦୦୬
ବାଲ୍ୟ ବିବାହ ଭଳି କୁତ୍ସିତ ପ୍ରଥାକୁ ରୋକିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ବାଲ୍ୟ ବିବାହ ନିଷେଧ ଅଧିନିୟମ, ୨୦୦୬ ଭାରତରେ ୧ ନଭେମ୍ବର ୨୦୦୭ରୁ ଲାଗୁ କରାଯାଇଛି । ୨୦୧୭ ମସିହାରେ ଉଚ୍ଚତମ ନ୍ୟାୟାଳୟର ନାବାଳିକା ଯୌନ ନିର୍ଯ୍ୟାତନା ସମ୍ବନ୍ଧୀୟ ଏକ ମାମଲାରେ ଏକ ଐତିହାସିକ ଏକ ଫୈସଲା ମାଧ୍ୟମରେ ନାବାଳିକ ପତ୍ନୀଙ୍କ ସହ ଶାରୀରିକ ସମ୍ପର୍କକୁ ମଧ୍ୟ ଅପରାଧ ବୋଲି କୁହାଗଲା । ଫଳରେ, ବିବାହିତ ପତ୍ନୀ ସହ (ନାବାଳିକ କ୍ଷେତ୍ରରେ) ଶାରୀରିକ ସମ୍ବନ୍ଧ ରଖିବା କ୍ଷେତ୍ରରେ ସ୍ୱାମୀର ଅଧିକାରକୁ ମଧ୍ୟ ସୀମୀତ କରିଦିଆଗଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅପର୍ଣ୍ଣା ମହାନ୍ତି (ଜନ୍ମ: ୧୬ ଡିସେମ୍ବର ୧୯୫୨) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । "ଝିଅ ପାଇଁ ଝରକାଟିଏ" କବିତା ସଙ୍କଳନ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଓଡ଼ିଆ ଅଧ୍ୟାପିକା ଭାବରେ କାର୍ଯ୍ୟ କରି, ସେ ସେବାନିବୃତ ହୋଇସାରିଛନ୍ତି । ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଟମାଟୋ ଚଟଣୀ ଏକ ପ୍ରକାର ଚଟଣୀ । ଏଥିରେ ଟମାଟୋକୁ ମୂଖ୍ୟ ଉପାଦାନ ରୁପରେ ବ୍ୟବହାର କରାଯାଏ । ଟମାଟୋ କଟା, ଟମାଟୋ ଚକଟା ସହିତ ଅନ୍ୟ ଉପାଦାନ ଯଥା ପିଆଜ, ଅଦା , ରସୁଣ, ଚିନି, ଲୁଣ, ଲଙ୍କା,ଭିନେଗାର ଏବଂ ଅନ୍ୟାନ୍ୟ ମସଲା ବ୍ୟବହାର କରାଯାଏ । ଏହା ନାଲି କିମ୍ବା ସବୁଗ ଟମାଟୋରୁ ମଧ୍ୟ ପ୍ରସ୍ତୁତ କରାଯାଇ ପାରିବ । ଏହାକୁ ତିଆରି ହେବା ପରେ ତୁରନ୍ତ ତାଜା ଭାବରେ ଖାଇପାରିବା କିମ୍ବା କୌଣସି ବୋତଲ କିମ୍ବା ପାତ୍ରରେ ରଖି ପରେ ମଧ୍ୟ ଖାଇପାରିବା । ଟମାଟୋ ଚଟଣୀର ସ୍ୱାଦ ଭଲ ହୋଇଥାଏ ଯେହେତୁ ଏହାକୁ ଏକ ପାତ୍ରେ ରେ ରଖାଯାଏ ଏବଂ ପାତ୍ରେ ରହିବା ପରେ ସେଥିରେ ସମସ୍ତ ଉପାଦାନ ପରସ୍ପର ସହିତ ଭଲ ଭାବରେ ମିଶି ଏକ ନୂତନ ସ୍ୱାଦ ହୋଇଥାଏ ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପ୍ରତିଭା ଶତପଥୀ (ଜନ୍ମ ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ଵବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।
ଭାରତ ର ବ୍ୟସ୍ତତମ ବିମାନବନ୍ଦର ସବୁ ର ସାରଣୀ
ଭାରତୀୟ ବିମାନବନ୍ଦର ପ୍ରାଧୀକରଣଦ୍ଵାରା ପ୍ରକାଶିତ ଏହି ସାରଣୀରେ ୨୦୧୫-୧୬ରେ ଭାରତର ସବୁଠୁ ବ୍ୟସ୍ତ ବିମାନ ବନ୍ଦର ସବୁର ତାଲିକା ପ୍ରସ୍ତୁତ ହେଇଛି । ଏହା ସମୁଦାୟ ଯାତ୍ରୀ ପରିବହନ ସମୀକ୍ଷା ଉପରେ ଆଧାରିତ ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ଵତ ସାଧକ, ସ୍ଵାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ଵାଧିନ ସ୍ଵତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ଵାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ଵରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ଵାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ରସଗୋଲା ଦିବସ ରସଗୋଲାର ପରିଚିତି ବିଶ୍ୱବ୍ୟାପୀ ଅଧିକ ଜଣାଇବା ପାଇଁ ପାଳିତ ଏକ ସାମାଜିକ ଦିବସ । ୨୦୧୫ ଜୁଲାଇ ୪ ତାରିଖରେ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡ଼ିଆରେ ପ୍ରଚାରରୁ ଆରମ୍ଭ ହୋଇଥିଲା ଓ ପରେ ସମ୍ବାଦ ଖବରକାଗଜ ଓ ରେଡ଼ିଓ ଚକୋଲେଟ ପାହାଳର "କେଳୁ ବେହେରା ମିଠା ବ୍ୟବସାୟୀ ମହାସଂଘ" ସହ ମିଶି ଏହାକୁ ଓଡ଼ିଶାରେ ଜନପ୍ରିୟ କରାଇଥିଲେ । ଭୁବନେଶ୍ୱରରେ ପାଳିତ ଏହି ଉତ୍ସବରେ ୧୦ରୁ ଅଧିକ ରସଗୋଲା ଦୋକାନରୁ ପାଳଙ୍ଗ, ପୋଦିନା, ଅମୃତଭଣ୍ଡା ଆଦି ନାନାଦି ଉପାଦାନ ଥାଇ ରସଗୋଲା ପରିବେଷଣ କରିଥିଲେ । ରସଗୋଲା ଓଡ଼ିଶାର ପୁରୀ ସହରରୁ କ୍ଷୀରମୋହନ ଭାବେ ଜନ୍ମିଥିବାର ଜଣାଯାଏ । ନଥିକରଣର ଅଭାବ ହେତୁ ସଠିକ ମସିହା ଲିପିବଦ୍ଧ ହୋଇପାରିନଥିଲା । ତେବେ ପୁରୀରୁ ଆରମ୍ଭ ହୋଇ ପରେ ଏହା କଟକର ସାଲେପୁର ଓ ଭୁବନେଶ୍ଵରର ପାହାଳଠାରେ ପୁରୁଷ ପୁରୁଷ ଧରି ପରମ୍ପରାଗତ ବେଉସାରେ ପରିଣତ ହୋଇଥିଲା । ଜଗନ୍ନାଥ ମନ୍ଦିରଙ୍କ ରୋଷଘରେ ତିଆରି ହେଉଥିବା କ୍ଷୀରମୋହନ (ରସଗୋଲା) ପରେ ପଶ୍ଚିମ ବଙ୍ଗର ନବୀନ ଚନ୍ଦ୍ର ଦାସଙ୍କ ଦେଇ ପରିବର୍ତ୍ତିତ ହୋଇଥିଲା । ପ୍ରଥମ ରସଗୋଲା ଦିବସ ପାଳନ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦେଇ ପୁରୀ ବେଳାଭୂମିରେ ଏକ "ରସଗୋଲା ଦିବସ" ଲେଖାଥିବା ବାଲୁକାକଳା ନିର୍ମାଣ ହୋଇଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବିରଞ୍ଚିନାରାୟଣଙ୍କ ମନ୍ଦିର ଭଦ୍ରକ ଜିଲ୍ଲା ସଦରମହକୁମାଠାରୁ ଦକ୍ଷିଣକୁ ୧୫କିଲୋମିଟର ଦୂର ତିହିଡ଼ି ବ୍ଳକର ପାଳିଆବିନ୍ଧାଠାରେ ଅବସ୍ଥିତ । କୋଣାର୍କ ଭଳି ଏହି ମନ୍ଦିର ୧୬ଟି ରଥ ଚକ ଉପରେ ଦଣ୍ଡାୟମାନ । ଏହି ମନ୍ଦରର ଉପସ୍ଥିତି ପୁରୁଣା ଯୁଗରେ ଓଡ଼ିଶାରେ ସୂର୍ଯ୍ୟପୂଜାର ମୂକସାକ୍ଷି । ବିରିଞ୍ଚି ନାରାୟଣ ହେଉଛି ସୂର୍ଯ୍ୟଦେବଙ୍କ ଅନ୍ୟ ଏକ ନାମ । ଏହି ମନ୍ଦିରରେ ବିରଞ୍ଜିନାରାୟଣଙ୍କ ଚତୁର୍ମୁଖ ବିଗ୍ରହ ରହିଛି । ମନ୍ଦିରର ଉତ୍ତର ଦିଗରେ ସାଳନ୍ଦୀ ନଦୀରୁ ବାହାରିଥିବା ଶାଖା ନଦୀ କୁଣ୍ଡୀ ନଦୀ ବହିଯାଉଛି ଓ ପଶ୍ଚିମ ଦିଗରେ ହିନ୍ଦୁ ବସ୍ତି ରହିଛି । କିମ୍ବଦନ୍ତୀ ମତେ କଳାପାହାଡ଼ ଯୁଦ୍ଧ କରୁଥିବା ବେଳେ ତାହାର ସେନାପତି ମନସୁର ଅଲ୍ଲୀ ମରିଯିବାରୁ ବିରଞ୍ଚି ନାରାୟଣଙ୍କ ଦକ୍ଷିଣ ଦିଗରେ କବର ଦେଇଥିଲେ । ଏହାକୁ ମୁସଲମାନମାନେ ଦେବତା ରୂପେ ପୂଜା କରିଆସୁଛନ୍ତି । ଏହି ମନ୍ଦିରଟି ୧୩ଶହ ଖ୍ରୀଷ୍ଟାବ୍ଦର ବୋଲି ଏହାର ନିର୍ମାଣ ଶୈଳୀରୁ ଜଣପଡ଼େ । ପରବର୍ତ୍ତୀ ସମୟରେ ୨୦ଶହ ଶତାବ୍ଦୀରେ ସେଠାକାର ସ୍ଥାନୀୟ ଜମିଦାରଙ୍କଦ୍ୱାରା ଏହି ମନ୍ଦିରଟିର ମରାମତୋ କରାଯାଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।