ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ଫାଷ୍ଟ ଏଡ୍ ଏକ ସାହାଯ୍ୟର ନାମ ଯାହା ହଠାତ୍ ରୋଗଗ୍ରସ୍ତ ବା ଆଘାତପ୍ରାପ୍ତ ଯେ କୌଣସି ଲୋକକୁ ଦିଆଯାଏ, ଜୀବନ ବଞ୍ଚେଇବା ନିମନ୍ତେ, ଅବସ୍ଥା ଖରାପ ଦିଗକୁ ଯିବାକୁ ପ୍ରତିରୋଧ କରିବା ଓ ପୁନଃ ସ୍ୱାସ୍ଥ୍ୟ ଲାଭ ନିମନ୍ତେ ସାହାଯ୍ୟ କରାଯାଏ । ଜଟିଳ ଅବସ୍ଥାରେ ଡାକ୍ତରୀ ସାହାଯ୍ୟ ପାଇବା ପୂର୍ବରୁ ପ୍ରାଥମିକ ସେବା ଉପଲବ୍ଧ କରେଇବା ଯେପରିକି ଆମ୍ବୁଲାନ୍ସ ଆସିବା ପୂର୍ବରୁ ହୃତ୍ପିଣ୍ଡ-ଫୁସଫୁସ ପୁନଃସ୍ଥାପନ (ସିପିଆର) କରିବା ଓ ଛୋଟ ଅବସ୍ଥାରେ ସମ୍ପୁର୍ଣ୍ଣ ଚିକିତ୍ସା କରିବା ଯେପରିକି କ୍ଷତ ଚିକିତ୍ସା ବା ହାଡ଼ ଭାଙ୍ଗିଥିଲେ ପ୍ଲାଷ୍ଟର ଲଗେଇବା ଇତ୍ୟାଦି କରିବାକୁ ହୁଏ । ସାଧାରଣ ଲୋକ ବା ପ୍ରାଥମିକ ଫାଷ୍ଟ ଏଡ୍ ଶିକ୍ଷା ପ୍ରାପ୍ତ ବା ଅନୁଭବପ୍ରାପ୍ତ ଲୋକ ଏହା କରନ୍ତି । ମାନସିକ ସ୍ୱାସ୍ଥ୍ୟ ଫାଷ୍ଟ ଏଡ୍ ଏକ ନୂଆ ବିସ୍ତାର ଯାହା ମାନସିକ ରୋଗୀଙ୍କ ନିମନ୍ତେ କରାଯାଉଛି ।
ଆନିଷା ଶର୍ମା ହେଉଛନ୍ତି ଜଣେ ଓଡ଼ିଆ ଅଭିନେତ୍ରୀ, ସେ ଛୋଟ ପରଦାରେ ତରଙ୍ଗ ଚ୍ୟାନେଲରେ ପ୍ରସାରିତ ଧାରାବାହିକ ସ୍ୱାଭିମାନ ମାଧ୍ୟମରେ ଲୋକଲୋଚନକୁ ଆସିଥିଲେ । ଅଭିନେତ୍ରୀ ଉଷାଶୀ ମିଶ୍ରଙ୍କ ସହାୟତାରେ ସେ ଉତ୍ତରଦାୟୀ ଧାରାବାହିକ ମାଧ୍ୟମରେ ଅଭିନୟ ଜଗତକୁ ପ୍ରବେଶ କରିଥିଲେ । ଅଭିନେତ୍ରୀ ହେବା ସହିତ ସେ ମଡେଲିଂ, ଚିତ୍ର ଅଙ୍କିବା ଏବଂ ପୋଷାକ ଡ଼ିଜାଇନିଂରେ ମଧ୍ୟ ରୁଚି ରଖନ୍ତି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତୀୟ ଦଣ୍ଡ ସଂହିତା ର ଧାରା ୪୯୭ ରେ ବ୍ୟଭିଚାର ର ପରିଭାଷା ତଥା ବ୍ୟଭିଚାର ନିମନ୍ତେ ଦଣ୍ଡ ବିଷୟରେ ଉଲ୍ଲେଖ ରହିଅଛି । ଏହି ପରିଭାଷା ଅନୁସାରେ ଜଣେ ପୁରୁଷ ଯଦି ଅନ୍ୟ ସ୍ତ୍ରୀସହ, ଯାହାକୁ ସେ ଅନ୍ୟର ବିବାହିତ ସ୍ତ୍ରୀ ବୋଲି ଜାଣେ, ଉକ୍ତ ପୁରୁଷର ସହମତି ବିନା ସେହି ସ୍ତ୍ରୀର ସହମତିରେ ଯୌନ ସମ୍ଭୋଗ କରେ ତାହା ଆଇନଗତ ଭାବେ ବ୍ୟଭିଚାର ଅପରାଧର ଅନ୍ତର୍ଭୁକ୍ତ ଅଟେ । ବ୍ୟଭିଚାର ଅଭିଯୁକ୍ତ ପୁରୁଷ ପାଇଁ ଦଣ୍ଡର ପ୍ରାବଧାନ ଥିଲେ ବି ବ୍ୟଭିଚାରୀ ସ୍ତ୍ରୀ ପାଇଁ ଦଣ୍ଡର ବ୍ୟବସ୍ଥା ଭାରତୀୟ ଆଇନରେ ନାହିଁ । ତେବେ ହିନ୍ଦୁ ବିବାହ ଅଧିନିୟମ, ୧୯୫୫ ର ପ୍ରବଧାନ ଅନୁସାରେ ବ୍ୟଭିଚାର ଭଳି ଅପରାଧରେ ଲିପ୍ତ ଥିବା କାରଣରୁ ପତି କିମ୍ବା ପତ୍ନୀ ନିଜର ଜୀବନ ସାଥୀ ବିରୁଦ୍ଧରେ ବିବାହ ବିଚ୍ଛେଦ ପାଇଁ ମକଦ୍ଦମା କରିପାରିବେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଟାଇଫଏଡ ଜ୍ୱର ବା ଟାଇଫଏଡ ସାଧାରଣତଃ ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ ତୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପି ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର । ଟାଇଫଏଡ ରୋଗ ସାଲମୋନେଲା ଟାଇଫି ବା ସାଲମୋନେଲା ଏଣ୍ଟେରିକା ସେରୋଟାଇପ ଟାଇଫି ଜୀବାଣୁଦ୍ୱାରା ହୁଏ ଓ ଏହି ଜୀବାଣୁ ଅନ୍ତନଳୀ ଓ ରକ୍ତରେ ବଢ଼େ । ସଂକ୍ରମିତ ବ୍ୟକ୍ତିର ମଳ ସହିତ ଅପମିଶ୍ରିତ ଖାଦ୍ୟ ବା ପାନୀୟ ଗ୍ରହଣ କଲେ ଏହି ରୋଗ ବ୍ୟାପେ । ସଙ୍କଟ କାରକଙ୍କର ନାମ: ଦରିଦ୍ର ପରିଚ୍ଛନ୍ନତା, ଓ ଦରିଦ୍ର ସ୍ୱାସ୍ଥ୍ୟରକ୍ଷା । ବିକାଶଶୀଳ ଦେଶମାନଙ୍କୁ ଗଲେ ଏହି ସଙ୍କଟ ରହେ । ଜୀବମାନଙ୍କ ମଧ୍ୟରେ କେବଳ ମାନବକୁ ଏହି ରୋଗ ହୁଏ । ଜୀବାଣୁ କଲଚର କରି ଓ ରକ୍ତ, ମଳ ବା ଅସ୍ଥିମଜ୍ଜାରେ ତାହାର ଡିଏନଏ ମିଳିଲେ ରୋଗ ନିର୍ଣ୍ଣୟ ହୁଏ । ଜୀବାଣୁ କଲଚର କଷ୍ଟସାଧ୍ୟ ଅଟେ । ଅସ୍ଥିମଜ୍ଜା ପରୀକ୍ଷା ନିର୍ଣ୍ଣୟାତ୍ମକ । ଏହାର ଲକ୍ଷଣ ଅନ୍ୟାନ୍ୟ ସଂକ୍ରାମକ ରୋଗ ସହିତ ପ୍ରାୟ ସମାନ । ଟାଇଫସ ଏକ ଅଲଗା ରୋଗ । ଟାଇଫଏଦ ଟିକାଦ୍ୱାରା ପ୍ରାୟ ୫୦ରୁ ୭୦ % ରୋଗ ପ୍ରତିଷେଧ ହୋଇପାରେ । ସାତ ବର୍ଷ ପର୍ଯ୍ୟନ୍ତ ଏହି ଟିକା କାର୍ଯ୍ୟକାରୀ ହୁଏ । ରୋଗ ସଙ୍କଟାପନ୍ନ ଲୋକକୁ ବା ରୋଗ ଯେଉଁଠାରେ ସାଧାରଣତଃ ହୁଏ, ସେହି ସ୍ଥାନକୁ ଯାଉଥିବା ଲୋକକୁ ଟିକା ଦିଆଯାଏ । ଏହି ରୋଗରୁ ରକ୍ଷା ପାଇବା ନିମନ୍ତେ ବିଶୁଦ୍ଧ ପାନୀୟ ଜଳ ପିଇବା, ଉନ୍ନତ ପରିଚ୍ଛନ୍ନତା ଓ ଉତ୍ତମ ହାତଧୁଆ ଆବଶ୍ୟକ । ନିଧାର୍ଯ୍ୟ ଭାବରେ ରୋଗ ନ ଥିବା ଜଣାପଡ଼ିବା ପର୍ଯ୍ୟନ୍ତ ସଂକ୍ରମିତ ବ୍ୟକ୍ତି କାହାନିନ୍ତେ ଖାଦ୍ୟ ପ୍ରସ୍ତୁତ କରିବା ଅନୁଚିତ । ଆଜିଥ୍ରୋମାଇସିନ, ଫ୍ଲୋରୋକୁଇନୋଲିନ ବା ତୃତୀୟ ପିଢ଼ି ସେଫାଲୋସ୍ପୋରିନ ଭଳି ଆଣ୍ଟିବାୟୋଟିକ ଦିଆଯାଏ । କେତେକ ଆଣ୍ଟିବାୟୋଟିକ ପ୍ରତି ଜୀବାଣୁ ପ୍ରତିରୋଧ ହେବାରୁ ଚିକିତ୍ସା କଷ୍ଟସାଧ୍ୟ ହେଉଛି । ସନ ୨୦୧୦ରେ ୨୭ ନିୟୁତ କେଶ ରିପୋର୍ତ ହୋଇଥିଲା । ଏହି ରୋଗ ଭାରତରେ ଅତି ସାଧାରଣ ଓ ପିଲାମାନଙ୍କୁ ଅଧିକ ହୁଏ । ପରିମଳ ଓ ଆଣ୍ଟିବାୟୋଟିକ ଯୋଗୁ ବିକଶିତ ଦେଶମାନଙ୍କରେ ସନ ୧୯୪୦ରେ ଏହି ରୋଗ ହାର କମିଯାଇଥିଲା । ଆମେରିକାରେ ବାର୍ଷିକ ୬,୦୦୦ ଲୋକ ରୋଗାକ୍ରାନ୍ତ ହୁଅନ୍ତି ଓ ୪୦୦ କେଶ ରିପୋର୍ଟ ହୁଏ । ସନ୧୯୯୦ରେ ୧୮୧,୦୦୦ ମୃତ୍ୟୁ ହୋଇଥିଲା ବେଳେ ସନ ୨୦୧୩ରେ ଏହା କମିଯାଏ ୧୬୧,୦୦୦ ମୃତ୍ୟୁ (ପୃଥିବୀର ୦.୩ %) ହୋଇଥିଲା । ବିନା ଚିକିତ୍ସାରେ ମୃତ୍ୟୁ ସଙ୍କଟ ୨୫ % ରହୁଥିବାବେଳେ ଉପଯୁକ୍ତ ଚିକିତ୍ସାରେ ଏହି ହାର ମାତ୍ରା ୧ରୁ ୪ % ହୁଏ । ଟାଇଫସ ରୋଗ ଲକ୍ଷଣ ସାଥୀରେ ସାମଞ୍ଜସ୍ୟ ଥିବାରୁ ଏହାର ନାମ ଟାଇଫଏଡ ହୋଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ନିତିଦିନିଆ ଜୀବନରେ ପ୍ରଚୀନ ପଦାର୍ଥ ବିଜ୍ଞାନ ଅନୁଯାୟୀ, ଯେ କୌଣସି ଏକ ବସ୍ତୁ ଯାହାର ବସ୍ତୁତ୍ୱ ଥାଏ ଏବଂ ସ୍ଥାନ ଅଧିକାର କରେ, ତାହାକୁ ପଦାର୍ଥ କୁହାଯାଏ । ଏଥିରେ ପରମାଣୁ ଓ ଏହାଦ୍ୱାରା ଗଠିତ ଯେକୌଣସି ବସ୍ତୁ ଅନ୍ତର୍ଭୁକ୍ତ ଥାଏ, ମାତ୍ର କୌଣସି ପ୍ରକାରର ଶକ୍ତି ତଥା ତରଙ୍ଗ ଯଥା: ଆଲୋକ କିମ୍ବା ଧ୍ୱନି ନୁହେ । ମାତ୍ର ସାଧାରଣତଃ (ଆଧୁନିକ) ପଦାର୍ଥ ବିଜ୍ଞାନରେ, ପଦାର୍ଥ ଏକ ମୂଳ ଧାରଣା ନୁହେ, କାରଣ ଏହାର ଏକ ସର୍ବସାଧାରଣ ଅର୍ଥ ହେଉଛି ଭ୍ରାନ୍ତିଜନକ (elusive): ପରମାଣୁର ପ୍ରାଥମିକ ତତ୍ତ୍ୱ ବ୍ୟକ୍ତିଗତ ଭାବେ ସ୍ଥାନ ନ ନେଇପାରେ, ମାତ୍ର ବସ୍ତୁତ୍ୱହୀନ ଅଣୁ ଏକାଠି ହୋଇ ଏକ ବସ୍ତୁ ଗଠନ କରିପାରନ୍ତି, ଯାହାର କି ବସ୍ତୁତ୍ୱ ଥାଏ (ଯେତେବେଳେ ଏହା ସ୍ଥିର ଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପୌଷ ପୂର୍ଣ୍ଣିମା କୃଷି ସମ୍ୱନ୍ଧିତ ଏକ ସାମାଜିକ ପର୍ବ, ବ୍ରତ ବା ଓଷାପୂଜାର ଉପାଖ୍ୟାନ ଏହା ସହ ଜଡ଼ିତ ନଥାଏ । ପ୍ରଥମ ପାଚିଲା ଧାନକୁ ନେଇ ଓଡ଼ିଶାରେ ନୂଆଁଖାଇ ପାଳିତ ହେଲା ପରି ଫସଲ ଅମଳ ହେବା ପରେ ପୌଷ ମାସର ପୂର୍ଣ୍ଣିମାକୁ ପୁଷ୍ପୁନି ବା ଛେର୍ଛେରା ଭାବେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଏକ ଗଣପର୍ବ ରୂପେ ପାଳନ କରାଯାଏ । ପୂର୍ଣ୍ଣମୀ ରାତିସାରା ପଶ୍ଚିମ ଓଡ଼ିଶାର ଗାଁମାନଙ୍କରେ ନୃତ୍ୟ-ଗୀତର ଆସର ଜମିଥାଏ । ଏପ୍ରକାର ଆନନ୍ଦ ଉଲ୍ଲାସରେ ଆବାଳ ବୃଦ୍ଧବନିତା ଅଂଶୀଦାର ଥାଆନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଏକ ସ୍ଥିତି, ଏହା ହାରାହାରି ବାୟୁମଣ୍ଡଳିୟ ଚାପ ଠାରୁ କମ୍ ଚାପକୁ ବୁଝାଏ । ଲଘୁଚାପ ସୃଷ୍ଟ ଅଂଚଳରେ ନିକଟବର୍ତ୍ତୀ ଅଂଚଳ ଅପେକ୍ଷା ବାୟୁମଣ୍ଡଳିୟ ଚାପ କମ୍ ଥାଏ । ଲଘୁଚାପ ପ୍ରକ୍ରିୟା ବାୟୁମଣ୍ଡଳର ଟ୍ରପୋସ୍ପିଅର୍ର ଉପର ସ୍ତରରେ ଘଟିଥାଏ । ଅତ୍ୟଧିକ ସୂର୍ଯ୍ୟତାପଦ୍ୱାରା ବାୟୁ ଗରମ ହୁଏ ଓ ହାଲକା ହୋଇ ଉପରକୁ ଉଠିଯାଏ । ଫଳରେ ସେହି ସ୍ଥାନ ପୁରଣ କରିବା ପାଇଁ ନିକଟବର୍ତ୍ତୀ ସ୍ଥାନମାନଙ୍କରୁ ପବନ ବହେ ।