ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।ଛାଞ୍ଚ:Fix/category
ଅରଣ୍ଯ ରୋଦନ, ୧୯୯୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରସନ୍ନ ପୃଷ୍ଟି । ସାତକଡ଼ି ହୋତା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ବିଜୟ ମିଶ୍ର କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବିପ୍ଳବ ରାୟଚୌଧୁରୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ପ୍ରିୟମ୍ବଦା ରାୟ, ରାଈଚରଣ ଦାସ, ଶରତ ପୂଜାରୀ, ମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ବାହୁବଳିର ଅର୍ଥ ଏକ ବଳଵାନ ବ୍ୟକ୍ତି । ଏହି ଚଳଚ୍ଚିତ୍ର ଟିର ନିର୍ଦେଶକ ହେଲେ ଏସ୍.ଏସ୍ ରାଜାମୌଳି । ଏହାର ପ୍ରଯୋଜକ ହେଲେ ଶୋବୁ ୟାରଲାଗଡ଼ା ଓ ପ୍ରସାଦ ଦେବିନେନି । ଏହା ତେଲୁଗୁ ଓ ତାମିଲ ଭାଷାରେ ପ୍ରସ୍ତୁତ କରାଯାଇଛି । ଏଥିରେ ଅଭିନେତା ପ୍ରଭାସ୍,ରାଣା ଡାଗୁବାଟି,ଅଭିନେତ୍ରୀ ଅନୁଷ୍କା ସେଠୀ ଓ ତମନ୍ନା ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ।ସେମାନଙ୍କ ସହିତ ରାମ୍ୟା କ୍ରୀଷ୍ଣନ, ସତ୍ୟରାଜ ସହ କଳାକାର ଭାବେ ଅଭିନୟ କରିଛନ୍ତି । ପ୍ରଥମ ଭାଗରେ ଦ ବିଗିନିଙ୍ଗ କାଳ୍ପନିକ ସହର ମହେସ୍ମତିର ଏବଂ ଏହାର ସମ୍ରାଟଙ୍କର ଏକ ନିଆରା କାହାଣୀ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରିଆନ ମର୍କଲେ ଆମେରିକା ଅଣଲାଭକାରୀ ସଂଗଠନ କ୍ରିଏଟିଭ କମନ୍ସର ସିଇଓ । ସେ ଖୋଲା ଲାଇସେନ୍ସ, ନେଟ ନିଉଟ୍ରାଲିଟି, ଓ ଓପନ ଡାଟା କାର୍ଯ୍ୟକ୍ରମଗୁଡ଼ିକର ଜଣେ ସମର୍ଥକ । ମର୍କଲେ ଓପନ ୱାର୍ମ ଫାଉଣ୍ଡେସନର ବୋର୍ଡ଼ ଅଫ ଡାଇରେକ୍ଟର୍ସର ସଭାପତି ଓ ଆଗରୁ କ୍ୱେଟିକୋ ଫାଉଣ୍ଡେସନର ଟ୍ରଷ୍ଟି ଥିଲେ । ସେ କଣ୍ଟେଣ୍ଟ ବିତରଣ ନିମନ୍ତେଅର୍ଥନୀତି ବଣ୍ଟନ, ଏକାଡେମିକ ପ୍ରକାଶନ ଓ ଆଇନଗତ ଆଧାରିକ ସଂରଚନା ବାବଦରେ ବାବଦରେ ଲେଖନ୍ତି ଓ ଭାଷଣ ଦିଅନ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ବିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଏସିଆନ ଗେମ୍ସ ବା ଏସୀୟ କ୍ରୀଡ଼ା ବା ଏସିଆଡ଼ ପ୍ରତି ୪ ବର୍ଷରେ ହେଉଥିବା ଏକ ବୃହତ ଖେଳ ଆୟୋଜନ। ଅଲିମ୍ପିକ ପରେ ଏସିଆଡ଼ ବିଶ୍ଵର ଦ୍ଵିତୀୟ ବୃହତ୍ତମ କ୍ରୀଡ଼ା ଆୟୋଜନ ଭାବେ ଗଣା ଯାଏ। ଅଲିମ୍ପିକ ପରି ଏଥିରେ ବି ବିଭିନ୍ନ ଖେଳର ସ୍ପର୍ଦ୍ଧାରେ ପ୍ରତିଯୋଗୀମାନେ ଭାଗ ନେଇଥାନ୍ତି। ଏସୀୟ କ୍ରୀଡ଼ାରେ କେବଳ ଏସିଆ ମହାଦେଶର ଦେଶମାନେ ଭାଗ ନେଇଥାନ୍ତି। ପ୍ରଥମ ଏସିଆଡ଼ ୧୯୫୧ ମସିହାରେ ନୂଆ ଦିଲ୍ଲୀଠାରେ ଆୟୋଜିତ ହେଇ ଥିଲା। ଆରମ୍ଭରୁ ୧୯୭୮ ଯାଏ ଏସୀୟ କ୍ରୀଡା ମହାସଂଘ ଏହାକୁ ଆୟୋଜନ କରୁଥିଲା। ୧୯୭୮ପରଠାରୁ ଏହାର ଆୟୋଜନ ଏସୀୟ ଓଲିମ୍ପିକ ପରିଷଦ କରିଆସୁଛି। ଏହି କ୍ରୀଡା ସମାରୋହ ଅନ୍ତର୍ଜାତିକ ଅଲିମ୍ପିକ ପରଷଦଦ୍ଵାରା ସ୍ବୀକୃତ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରାଷ୍ଟ୍ରପତି ଭବନ ଭାରତ ସରକାରର ରାଷ୍ଟ୍ରପତିର ସରକାରୀ ଆବାସ ଅଟେ । ୧୯୫୦ ମସିହା ପର୍ଯ୍ୟନ୍ତ ଏହାକୁ "ବାଇସରାୟ ହାଉସ" କୁହାଯାଉଥିଲା । ସେତେବେଳେ ଏହା ତତ୍କାଳୀନ ଭାରତର ଗଭର୍ନର ଜେନେରାଲଙ୍କ ଆବାସ ଥିଲା । ଏହା ନୂଆଦିଲ୍ଲୀର ହୃଦୟ କ୍ଷେତ୍ରରେ ସ୍ଥିତ ଅଟେ । ଏହି ମହଲରେ ୩୪୦ଟି କକ୍ଷ ରହିଛି ଏବଂ ଏହା ବିଶ୍ୱରେ କୌଣସି ରାଷ୍ଟ୍ରଧ୍ୟକ୍ଷର ଆବାସରୁ ବଡ଼ ହୋଇଥାଏ । ବର୍ତ୍ତମାନ ଭାରତର ରାଷ୍ଟ୍ରପତି , ସେହି କକ୍ଷରେ ରୁହନ୍ତି ନାହିଁ , ଯେଉଁଠାରେ ବାଇଶରାୟ ରହୁଥିଲେ , ଅଥବା ସେ ଅତିଥି କକ୍ଷରେ ରହୁଥିଲେ। ଭାରତର ପ୍ରଥମ ଭାରତୀୟ ଗଭର୍ନର "ଶ୍ରୀ ସୀ ରାଜଗୋପାଳଚାର୍ଯ୍ୟ"ଙ୍କୁ ଏଠାକାର ମୁଖ୍ୟ ଶୟନ କକ୍ଷ, ନିଜର ବିନୀତ ନମ୍ର ରୁଚି କାରଣରୁ ଅତି ଆଡମ୍ବର ପୂର୍ଣ୍ଣ ଲାଗିଲା ଯାହା କାରଣରୁ ସେ ଅତିଥି କକ୍ଷରେ ରହିବାକୁ ଉଚିତ ମନକଲେ । ତାଙ୍କ ଉପରାନ୍ତେ ସମସ୍ତ ରାଷ୍ଟ୍ରପତି ମାନେ ଏହି ପରମ୍ପରା ନିଭେଇଥିଲେ । ଏଠାକାର ମୁଗଲ ଉଦ୍ୟାନର ଗୋଲାପ ବାଟିକାରେ ଅନେକ ପ୍ରକାରର ଗୋଲାପ ଲାଗିଥାଏ ଏବଂ ଏଠାକାର ଜନସାଧାରଣ ହେତୁ, ପ୍ରତି ବର୍ଷ ଫେବୃଆରୀ ମାସରେ ଖୋଲିଥାଏ । ଏହି ଭବନର ମୁଖ୍ୟ କଥା ହେଲା, ଏହି ଭବନର ନିର୍ମାଣରେ ଲୁହାର ନଗଣ୍ୟ ପ୍ରୟୋଗ ହୋଇଛି ।
ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । ଏହି ଅବସ୍ଥା ୪୫ରୁ ୫୫ ବର୍ଷ ବୟସରେ ହୁଏ । ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କହନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ । ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । ଧୁମପାୟୀଙ୍କର ଏହା ଆଗୁଆ ହୋଇପାରେ । ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନ ଓ ପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କହନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର । ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି.
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।