ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।ଛାଞ୍ଚ:Fix/category
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫିଫା ବିଶ୍ଵକପ (ଈଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘ ଦ୍ଵାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ଵକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ଵର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ଵିତୀୟ ବିଶ୍ଵଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ଵକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା ୨୦୧୪ ମସିହାରେ ବ୍ରାଜିଲ୍ଠାରେ ଅନୁଷ୍ଠିତ ବିଶ୍ଵକପ ପ୍ରତିଯୋଗିତାରେ ଜର୍ମାନୀ ବିଶ୍ଵବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ବୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ବୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ଵତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ବାଳ ଅପରାଧି ନ୍ୟାୟ (ସୁରକ୍ଷା ଓ ଯତ୍ନ) ଅଧିନିୟମ, ୨୦୧୫
ବାଳ ଅପରାଧି ନ୍ୟାୟ (ସୁରକ୍ଷା ଓ ଯତ୍ନ) ଅଧିନିୟମ, ୨୦୧୫ ସଂସଦରେ ଅନେକ ସଭ୍ୟଙ୍କ ଦୃଢ଼ ବିରୋଧ, ବିବାଦ ଓ ତର୍କ ମଧ୍ୟରେ ୨୦୧୫ ମସିହାରେ ଗୃହୀତ ହୋଇଯାଇଛି । ଏହା ପୂର୍ବରୁ ଥିବା
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ପାର୍କିନ୍ସନ୍ ରୋଗ (ପିଡି) ବା ସକମ୍ପ ଅଙ୍ଗଘାତ, କେନ୍ଦ୍ରୀୟ ସ୍ନାୟୁମଣ୍ଡଳର ଏକ ଦୀର୍ଘକାଳୀନ ବେମାରୀ ଯାହା ମଟର ସିସ୍ଟମକୁ ଆକ୍ରମଣ କରେ । ଲକ୍ଷଣ ସମୂହ ସମୟ କ୍ରମେ ଧୀରେ ଧୀରେ ପ୍ରକାଶ ପାଏ । କମ୍ପନ (shaking), ଦୃଢ଼ତା (rigidity), ଧୀର ଚଳନ (slowness of movement) ଓ ଚାଲି ଅସୁବିଧା (difficulty with walking) ଇତ୍ୟାଦି ଲକ୍ଷଣମାନ ପ୍ରଥମରୁ ଦେଖାଯାଏ । ବୋଧଶକ୍ତି (Thinking) ଓ ବ୍ୟବହାରିକ ପରିବର୍ତ୍ତନ ମଧ୍ୟ ହୋଇପାରେ । ଅନ୍ତିମ ସମୟରେ ବୁଦ୍ଧି ଭ୍ରଂଶ (en:Dementia) ହୁଏ । ଏକ ତୃତୀୟାଂଶରୁ ଅଧିକ ରୋଗୀଙ୍କର ଅବସାଦ Depression ଓ ଉତ୍କଣ୍ଠା ଜାତ ହୁଏ । ଅନ୍ୟ ଲକ୍ଷଣମାନ: ନିଦ୍ରା ସମସ୍ୟା (sleep), ଆବେଗ (en:emotion) ଓ ସ୍ପର୍ଶ (sensory) ସମସ୍ୟାମାନ ଦେଖାଯାଇପାରେ । ମୂଖ୍ୟ ମଟର ଲକ୍ଷଣ ଗୁଡ଼ିକୁ ସାମୂହିକ ଭାବରେ ପାର୍କିନସୋନିଜ୍ମ ବା ପାର୍କିନସୋନିଆନ ସିଣ୍ଡ୍ରୋମ କୁହାଯାଏ । ଏହି ରୋଗର କାରଣ ଅଦ୍ୟାବଧି ଅଜ୍ଞାତ କିନ୍ତୁ ପରିବେଶ ଓ ଜେନେଟିକ କାରକମାନଙ୍କର ପ୍ରଭାବ ଥିବା ବିଶ୍ୱାସ କରାଯାଏ । ପରିବାରରେ କେହି ଜଣେ ଏହି ରୋଗରେ ପିଡ଼ିତ ଥିଲେ ଅନ୍ୟମାନଙ୍କ ଏହି ରୋଗ ହେବା ଆଶଙ୍କା ଥାଏ । କେତେକ କୀଟନାଶକ ସଂସ୍ପର୍ଶ ଓ ମୁଣ୍ଡ ଆଘାତ en:head injuries ଏହି ରୋଗ ସଂକଟ ବୃଦ୍ଧି କରାଏ; ଧୂମ୍ରପାୟୀ ଓ କଫି ତଥା ଚା ପାନ କରୁଥିବା ଲୋକଙ୍କର ଏହି ସଙ୍କଟ କମ ହୁଏ । ମଧ୍ୟମସ୍ତିଷ୍କରେ (en:midbrain) ଥିବା ସବସ୍ଟାନ୍ସିଆ ନାଇଗ୍ରାରେ (en:substantia nigra) ଜୀବକୋଷମାନଙ୍କ ମୃତ୍ୟୁ ହେଲେ ଏହି ରୋଗରେ ମଟର (ପ୍ରେରକ ସ୍ନାୟୁ) ଲକ୍ଷଣ ଦେଖାଯାଏ । ମଧ୍ୟ ମସ୍ତିଷ୍କସ୍ଥିତ ସ୍ନାୟୁମାନଙ୍କରେ ଡୋପାମିନ୍ ସ୍ଵଳ୍ପ ତିଆରି ହୁଏ ଓ ଗୁଣାତ୍ମକ ନ ଥାଏ । ଜୀବକୋଷମାନଙ୍କ ମୃତ୍ୟୁର କାରଣ ସଠିକ୍ ଜଣାନାହିଁ କିନ୍ତୁ ସ୍ନାୟୁ ମଧ୍ୟରେ ଥିବା ଲିଉଇ ବଡିରେ (Lewy bodies) ପ୍ରୋଟିନ ଅଧିକ ହେବା ଯୋଗୁ ହୋଇପାରେ । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଗଲେ ମଧ୍ୟ ନିଉରୋଇମେଜିଙ୍ଗ କରି ଅନ୍ୟ ରୋଗ ଅନୁପସ୍ଥିତି ନିର୍ଦ୍ଧାରଣ କରାଯାଏ ।ପାର୍କିନ୍ସନ୍ ରୋଗ ଆରୋଗ୍ୟ ହୁଏନାହିଁ । ପ୍ରଥମେ ଲେଭୋଡୋପା ଦିଆଯାଏ ଓ ଏହା ଅକର୍ମା ହୋଇଗଲେ ଡୋପାମିନ୍ ଆଣ୍ଟାଗୋନିସ୍ଟ ଦିଆଯାଏ । ରୋଗର ପ୍ରଗତି ହେବା ସଙ୍ଗେ ସଙ୍ଗେ ସ୍ନାୟୁ କ୍ରମଶଃ ନଷ୍ଟ ହେବାକୁ ଲାଗିଲେ ଏହି ଔଷଧ ପ୍ରଭାବ କମିଯାଏ ଓ ସେହି ସମୟରେ ପାର୍ଶ୍ୱ ପ୍ରତିକ୍ରିୟା ଡିସକାଇନେସିଆ/ ଅପପ୍ରବାହ (involuntary writhing movements) ଦେଖାଯାଏ । ଖାଦ୍ୟ ଓ କେତେକ ପୁନର୍ବାସ ଫଳରେ ଲକ୍ଷଣର ଉନ୍ନତି ହୁଏ । ଔଷଧ ଅକାମି ହେଲେ ମଟର ଲକ୍ଷଣ ଉପଶମ ନିମନ୍ତେ ଅପରେଶନ କରି ଗଭୀର ମସ୍ତିଷ୍କ ଉତ୍ତେଜନା (en:deep brain stimulation) ନିମନ୍ତେ ମାଇକ୍ରୋଇଲେକ୍ଟ୍ରୋଡ ଭରି ଦିଆଯାଏ । ଅଣଚଳନ ଲକ୍ଷଣ ଯେପରିକି ନିଦ୍ରା ଓ ଆବେଗ ସମସ୍ୟା ସମାଧାନ ନିମନ୍ତେ ଚିକିତ୍ସା ଏତେ ଫଳପ୍ରଦ ହେବା ପ୍ରମାଣ ମିଳୁନି ।ସନ ୨୦୧୩ରେ ପିଡି ରୋଗ ପୃଥିବୀରେ ପ୍ରାୟ ୫୩ ନିୟୁତ ଲୋକଙ୍କୁ ହୋଇଥିବା ଫଳରେ ୧୦୩,୦୦୦ ମୃତ୍ୟୁ ହୋଇଥିଲା । ଏହି ରୋଗ ୬୦ ବର୍ଷ ବୟସ ଉର୍ଦ୍ଧ୍ୱରେ ହୁଏ ଓ ଏହି ବୟସ୍କ ଲୋକଙ୍କ ମଧ୍ୟରୁ ୧% ଲୋକଙ୍କୁ ଏହି ରୋଗ ହୁଏ । ମହିଳାଙ୍କ ଅପେକ୍ଷା ପୁରୁଷଙ୍କୁ ଏହି ରୋଗ ଅଧିକ ହୁଏ । ୪୦ ବା ୫୦ ବର୍ଷ ବୟସ ପୂର୍ବରୁ ଏହି ରୋଗ ହେଲେ ୟଙ୍ଗ ଅନସେଟ ପିଡି ନାମ ଦିଆଯାଏ । ରୋଗ ନିର୍ଣ୍ଣୟ ହେବା ପରେ ରୋଗୀର ଆୟୁଷ ପ୍ରାୟ ୭ରୁ ୧୪ ବର୍ଷ ଅଧିକ ରହେ । ଏହି ରୋଗର ବର୍ଣ୍ଣନା ସନ ୧୮୧୭ରେ ପ୍ରଥମେ ଇଙ୍ଗ୍ଲିଶ ଡାକ୍ତର ଜେମସ୍ ପାର୍କିନ୍ସନ୍ (en:James Parkinson) ଲିପିବଦ୍ଧ କରି ଆନ ଏସେ ଅନ ଦି ସେକିଙ୍ଗ ପାଲ୍ସି (An Essay on the Shaking Palsy) ନାମ ଦେଇଥିଲେ । ଜନ ସଚେତନତା ନିମନ୍ତେ ପାର୍କିନସନ୍ଙ୍କ ଜନ୍ମଦିନ ଏପ୍ରିଲ ୧୧କୁ ୱର୍ଲଡ ପାର୍କିନସନ ଡେ (World Parkinson's Day) ପାଳନ କରାଯାଏ ଓ ଟୁଲିପ ଫୁଲ (en:tulip) ଏହାର ପ୍ରତୀକ ହୋଇଛି । ଜନ ସଚେତନତା ବୃଦ୍ଧି ନିମନ୍ତେ ଅଭିନେତା ମାଇକେଲ ଜେ ଫକ୍ସ (en:Michael J. Fox), ଅଲିମ୍ପିକ ସାଇକେଲ ଖେଳାଳୀ ଡେଭିସ ଫିନ୍ନି (en:Davis Phinney) ଓ ସ୍ୱର୍ଗତ ମୁଷ୍ଟିଯୋଦ୍ଧା ମୁହମ୍ମଦ ଅଲ୍ଲିଙ୍କ (en:Muhammad Ali) ନାମ ଉଲ୍ଲେଖଯୋଗ୍ୟ ।
ପ୍ରେମ୍ କୁମାର, ୨୦୧୮ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରୁଅଛି ଏହି କଥାଚିତ୍ରଟି । ସଞ୍ଜୟ ମହାକୁଡ଼ ଏବଂ ଶକ୍ତି ବରାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଉଛନ୍ତି ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରୁଛନ୍ତି ଅନୁଭବ ମହାନ୍ତି, ଶିବାନୀ ସଙ୍ଗୀତା ଓ ତମନ୍ନା ବ୍ୟାସ । ସୁଟିଂ ଆରମ୍ଭ ହେବାର କିଛିଦିନ ପରେ ଅନୁଭବ ମହାନ୍ତି ଆହାତ ହୋଇଥିଲେ । ଆହାତ କାରଣରୁ ଏହି କଥାଚିତ୍ରଟିର ସୁଟିଂ ଅଧାରେ ଅଟକିଯାଇଥିଲା, ଫଳରେ ୨୦୧୮ ରଜ ସମୟରେ ପୂର୍ବ ଯୋଜନା ମୁତାବକ ଏହା ମୁକ୍ତିଲାଭ କରିପାରିନଥିଲା । ମନୋଜ ମିଶ୍ର, ଶୁରେଶ ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ୯ ଜୁଲାଇରୁ ଏହାର ସୁଟିଂ ପୁନର୍ବାର ଆରମ୍ଭ ହେବାକୁ ଯାଉଛି।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିକଥା ଉଇକିମିଡ଼ିଆ ଫାଉଣ୍ଡେସନଦ୍ୱାରା ସଂଚାଳିତ ପରିୟୋଜନାରୁ ଉଇକି ଆଧାରିତ ପରିବାରର ଏକ ସଦସ୍ୟ ଅଟେ । ଏହା ମଧ୍ୟ ମିଡ଼ିଆ ଉଇକି ସଫ୍ଟୱେରରେ ହିଁ ଚାଲିଥାଏ । ଏହି ପରିଯୋଜନା ଡେନିୟଲ ଏଲଷ୍ଟନଙ୍କ ପରିକଳ୍ପନାରେ ଆଧାରିତ ଏବଂ ବ୍ରାୟନ ବାଇବରଦ୍ୱାରା କାର୍ଯ୍ୟାନ୍ବିତ ଏହି ପରିୟୋଜନାର ଲକ୍ଷ ବିଶିଷ୍ଟ ବ୍ୟକ୍ତି, ପୁସ୍ତକ, ଫିଲ୍ମ ଏବଂ ଲୋକଉକ୍ତିରୁ ପ୍ରାପ୍ତ ଏକ ବୃହତ ସଂଗ୍ରହକର ଅଟେ । ବହୁ ଅନଲାଇନ ସଂଗ୍ରହଣ ପ୍ରଥମରୁ ଉପଲବ୍ଧ ରହିଛି, କିନ୍ତୁ ଉଇକିକଥା ଏହି କିଛି ବିଶେଷ ମଧ୍ୟରୁ ଗୋଟିଏ ଅଟେ ଯାହା ନିଜ ଉପଯୁକ୍ତଙ୍କୁ ଯୋଗଦାନ କରିବାର ସୁବିଧା ମଧ୍ୟ ଉପଲବ୍ଧ କରିଥାଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି । ୨୦୧୧ ସେନସସ ତଥ୍ୟ ଅନୁସାରେ ଭାରତରେ ଶିଶୁମାନଙ୍କ ଲିଂଗ ଅନୁପାତ (୦-୬ ବର୍ଷ) ପ୍ରତି ୧୦୦୦ଟି ପୁଅଙ୍କ ମଧ୍ୟରେ ୯୨୭ ଜଣ ଝିଅ, ଯାହା ଉଲ୍ଲେଖନୀୟ ଭାବେ ୯୧୮କୁ ହ୍ରାସ ଘଟିଛି ।
ଓଡ଼ିଶାରେ ଗଙ୍ଗବଂଶର ଉତ୍ପତି ଓ ରାଜତ୍ଵ ଅନେକ ରାଜନୈତିକ ଘଟଣାର ସମାହାର ଥିଲା । ସୋମବଂଶର ଶେଷ ରାଜାମାନଙ୍କର ଦୁର୍ବଳ ଶାସନ ଯୋଗୁଁ ଓଡ଼ିଶାରେ ଅରାଜକତ ଓ ରାଜନୈତିକ ଅଧାପତନ ଆରମ୍ଭ ହୋଇଥିଲା । ଗଙ୍ଗବଂଶର ଉତ୍ପତି ଦକ୍ଷିଣାତ୍ୟ କଳିଙ୍ଗ ଦେଶରେ ପ୍ରାୟ ପଞ୍ଚମ ଶତାବ୍ଦୀର ଶେଷ ଭାଗରେ ହୋଇଥିଲା । ତାହା ପୂର୍ବ ଗଙ୍ଗ ବଂଶ ନାମରେ ପରିଚିତ ଥିଲା । ଏହି ବଂଶର ରାଜ ପ୍ରଥମ ଇନ୍ଦ୍ର ବର୍ମନ ପରାକ୍ରମଶାଳୀ ହୋଇ ନିଜକୁ ତ୍ରୀକଳିଙ୍ଗାଧିପତି ଉପାଧିରେ ଭୂଷିତ କରାଇ କଳିଙ୍ଗ ନଗରଠାରେ ରାଜଧାନୀ ସ୍ଥାପନ କରି ନିରବଛିନ୍ନ ଭାବରେ ଶାସନ କରିଥିଲେ । ଏହା ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟର୍ରେ ଅବସ୍ଥିତ ମୁଖଲିଙ୍ଗମ୍ ଅଟେ । ସେଠାରେ ସେହି ପୂର୍ବ ଗଙ୍ଗବଂଶ ରାଜା ମାନେ ରାଜନୈତିକ ଘାତ ପ୍ରତିଘାତ ମଧ୍ୟରେ ଏକାଦଶ ଶତବ୍ଦୀ ପର୍ଯ୍ୟନ୍ତ ରାଜତ୍ଵ କରିଥିଲେ । ଏକାଦଶ ଶତବ୍ଦୀରେ ରାଜ ପଞ୍ଚମ ବଜ୍ରହସ୍ତ କଳିଙ୍ଗ ଇତିହାସକୁ ନୂତନ ମୋଡ ଦେଇଥିଲେ । ତାଙ୍କ ସମୟରେ କଳିଙ୍ଗର ରାଜ୍ୟ ବିସ୍ତାର ଓ ପ୍ରଶାସନିକ ଦୃଢିକରଣ ହୋଇଥିଲା । ତାଙ୍କର ଉତ୍ତରାଧିକାରୀ ରାଜ ରାଜରାଜ ଦେବ ମଧ୍ୟ ଜଣେ ସାମ୍ରାଜ୍ୟବାଦୀ ଶାସକ ଥିଲେ । ସେ ଚୋଳ, ଉତ୍କଳ, କିମିଡ, କୋଶଳ ଆଦି ରାଜମାନଙ୍କୁ ପରାଜିତ କରି ଓ ବୈବାହିକ ସମ୍ପର୍କ ରଖି ଏକ ବିଶାଳ ସାମ୍ରାଜ୍ୟ ଗଢିଥିଲେ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସୋମନଂଶୀ ଶାସକମାନଙ୍କର ଦୁର୍ବଳତା ଓ ଅପାରଗତାର ସୁଯୋଗ ନେଇ ଅନନ୍ତ ବର୍ମନ ଚୋଡଗଙ୍ଗ ଦେବ ପ୍ରାୟ ଖ୍ରୀ:ଅ: ୧୦୭୭ ବେଳକୁ ଓଡ଼ିଶାର ଗଙ୍ଗବଂଶର ସାମ୍ରାଜ୍ୟ ପ୍ରତିଷ୍ଠା ଆରମ୍ଭ କରିଥିଲେ । ତେଣୁ ସେ ଓଡ଼ିଶାର ଗଙ୍ଗ ସାମ୍ରାଜ୍ୟର ନିର୍ମାତ ଅଟନ୍ତି । ପୂର୍ବ ଗଙ୍ଗବଂଶର ଦାୟଦଭାବେ ଅନନ୍ତବର୍ମନ ଚୋଡଗଙ୍ଗ ଦେବ ଓଡ଼ିଶାରେ ସାମ୍ରାଜ୍ୟବାଦୀ ଗଙ୍ଗବଂଶର ସ୍ଥାପୟିତା ଥିଲେ । ଖ୍ରୀ:ଅ: ୧୦୭୬ରେ ଅନନ୍ତବର୍ମନ ଚୋଡଗଙ୍ଗ ଦ୍ଦେବଙ୍କ ରାଜତ୍ଵ ଆରମ୍ଭ କାଳଠାରୁ ସାମ୍ରଜ୍ୟବାଦୀ ଗଙ୍ଗବଂଶର ଉତଥାନ ଆରମ୍ଭ ହୋଇ ନରସିଂହ ପ୍ରଥମଙ୍କ ରାଜତ୍ଵ କାଳରେ ଯଥା- ଖ୍ରୀ:ଅ: ୧୨୩୮ରେ ତାହ ଶୀର୍ଷ ସ୍ଥାନକୁ ସ୍ପର୍ଶ କରିଥିଲା । କାଳକ୍ରମେ ଏହି ବଂଶର ଶେଷ ନରପତି ଚତୁର୍ଥ ଭାନୁଦେବଙ୍କ ରାଜତ୍ଵ କାଳରେ ଯଥା ୧୪୩୪ ମସିହା ବେଳକୁ ଏହି ବଂଶର ଅବସାନ ଘଟିଥିଲା । ଗଙ୍ଗ ରାଜତ୍ଵ କଳିଙ୍ଗ ଇତିହାସରେ ଏକ ଗୌରବମୟ ଅଧ୍ୟାୟ ସୃଷ୍ଟି କରିଥିଲା । ଏହି ରାଜବଂଶର ବିଶେଷତ୍ଵ ଏହି ଯେ ମଧ୍ୟଯୁଗ ଭାରତର ଘୋର ଦୁର୍ଦ୍ଦିନ ସମୟରେ ଏହି ବଂଶର ରାଜମାନେ ପରାକ୍ରମଶାଳୀ ହୋଇ ରାଜ୍ୟଜୟ, ହିନ୍ଦୁଧର୍ମ, କଳା, ସ୍ଥାପତ୍ୟର ପୃଷ୍ଠପୋଷକତା କରି ଅସାଧାରଣ କୃତିତ୍ଵର ପରିଚୟ ଦେଇଥିଲେ । ସୁଲତାନ୍ ମାମୁଦଙ୍କ ଭାରତର ଅଧିକାର ସମୟ ଠାରୁ ମହମ୍ମଦ୍ ଘୋରୀଙ୍କ ଭାରତ ଆକ୍ରମଣ ସମୟକାଳ ପର୍ଯ୍ୟନ୍ତ ଓଡ଼ିଶାରେ ଏକ ଶକ୍ତିଶାଳୀ ସ୍ଵଧୀନ ହିନ୍ଦୁ ରାଜ୍ୟ ଅନନ୍ତବର୍ମ ଚୋଡଗଙ୍ଗ ଦେବଙ୍କଦ୍ଵାରା ସ୍ଥାପିତ ହୋଇଥିଲା । ଏହା ଗଙ୍ଗା ଠାରୁ ଗୋଦାବରୀ ପଯ୍ୟନ୍ତ ବିସୃତ ଥିଲା । ଗଙ୍ଗ ରାଜାମାନେ ଦକ୍ଷତାର ସହ ମୁସଲମାନ ମାନଙ୍କ ଆକ୍ରମଣକୁ ପ୍ରତିହତ କରିଥିଲେ । ଉତ୍ତର ଓ ଦକ୍ଷିଣ ଭାରତର ଅନେକ ହିନ୍ଦୁ ସ୍ଥାପତ୍ୟ ଓ ଦେବାଳୟ ଧୂଲିସାତ ହେଉଥିବା ବେଳେ ସେହି ଯୁଗରେ ଓଡ଼ିଶାର ଗଙ୍ଗ ରାଜା ମାନେ ପୃଥିବୀ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ନିର୍ମାଣ କରିଥିଲେ । ଏହି ସମୟରେ ଓଡ଼ିଶାକୁ ହିନ୍ଦୁଧର୍ମ ଓ ସଂସ୍କୃତିର ଏକ ପ୍ରଧାନ ପୀଠ ରୂପେ ପରିଣତ କରି ଓଡ଼ିଶା ଇତିହାସରେ ଗଙ୍ଗବଂଶ ଏକ ଉଲ୍ଲେଖ ଯୋଗ୍ୟ ସ୍ଥାନ ଅଧିକାର କରିଥିଲା । ବିଭିନ୍ନତା ଓ ବିଭେଦତା ମଧ୍ୟରେ ଏକତା ସ୍ଥାପନ କରି ଓଡ଼ିଶାକୁ ଗୌରବ ବିମଣ୍ଡିତ କରିବା ଗଙ୍ଗବଂଶର ରାଜାମାନଙ୍କର ପାରଦର୍ଶିତା ପ୍ରକଶ କରିଥିଲା ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ଵିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ଵିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମାଦଳା ପାଞ୍ଜି ମତେ ୧୫୬୮ରୁ ୧୭୩୩ ମସିହା ପର୍ଯ୍ୟନ୍ତ ଦୀର୍ଘ ୧୬୫ ବର୍ଷ ଧରି କ୍ରମାଗତ ଭାବେ ଆଫଗାନୀ ଓ ମୋଗଲମାନଙ୍କଦ୍ଵାରା ପୁରୀ ଜଗନ୍ନାଥ ମନ୍ଦିର ଉପରେ ବହୁବାର ଆକ୍ରମଣ କରାଯାଇଥିଲା । ହିନ୍ଦୁମାନଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ବିଗ୍ରହକୁ ଧ୍ଵଂସ ନ କରିବା ପର୍ଯ୍ୟନ୍ତ ଓଡ଼ିଶାକୁ ଜୟକରିବା ଅସମ୍ଭବ ବୋଲି ସମସ୍ତ ମୁସଲିମ ଆକ୍ରମଣକାରୀ ଧରିନେଇଥିଲେ ଏହି ବିଧର୍ମୀ ଯବନମାନଙ୍କ ଆକ୍ରମଣରୁ ଶ୍ରୀବିଗ୍ରହମାନଙ୍କୁ ରକ୍ଷାକରିବା ଲାଗି କେତେବେଳେ ଦୋବନ୍ଧା ବାଟେ ଡଙ୍ଗାରେ ରଖି ଚିଲିକା ଗର୍ଭକୁ ଆଉ କେତେବେଳେ ଚଉଦୋଳାରେ ବୁହାଇ ଦକ୍ଷିଣ ଓଡ଼ିଶାର ଘଞ୍ଚ ଜଙ୍ଗଲ ମଧ୍ୟକୁ ଶ୍ରୀବିଗ୍ରହମାନଙ୍କୁ ନିଆଯାଉଥିଲା ଏଥିପାଇଁ ଜଗନ୍ନାଥଙ୍କ ସେବକମାନଙ୍କ ମଧ୍ୟରେ ଚାପ ଦଳେଇ ଅରିଆ ସେବକ ନାମରେ ଗୋଟିଏ ସ୍ଵତନ୍ତ୍ର ବୃତ୍ତିଭୋଗୀ ସେବକ ଗୋଷ୍ଠୀକୁ ସୃଷ୍ଟି କରାଯାଇ ନିଯୁକ୍ତି ଦିଆଯାଇଥିଲା । ଜଗନ୍ନାଥ ମନ୍ଦିର ଉପରେ ଆକ୍ରମଣର ଆଭାସ ମିଳିବା ମାତ୍ରେ ତତ୍କ୍ଷଣାତ୍ ଚାପ ଦଳେଇ ଓ ଅରିଆ ସେବକମାନେ ଶ୍ରୀ ବିଗ୍ରହମାନଙ୍କୁ ଚାପରେ ଧରି ଚିଲିକା ଗର୍ଭକୁ ବୋହି ନେଇଯାଉଥିଲେ ଏଥିପାଇଁ ବର୍ଷସାରା ମାଣିକପାଟଣା ଓ ଖାଲିକାପାଟଣା ମୁହାଣଠାରେ ବୋଇତ, ଚାପ ଓ ଡଙ୍ଗାମାନ ସଦାସର୍ବଦା ପ୍ରସ୍ତୁତ ହୋଇ ରହୁଥିଲା ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପଣିକିଆ (ଅନ୍ୟନାମ: ପଣକିଆ) ଗଣିତ ଗୁଣନ ଓ ହିସାବ ମୁଖସ୍ଥ କରିବାର ଏକ ଓଡ଼ିଆ ଗାଣିତିକ ହିସାବ ପ୍ରଣାଳୀ ଯାହା ଓଡ଼ିଶାରେ ବିଦ୍ୟାଳୟମାନଙ୍କରେ ଶିଶୁମାନଙ୍କୁ ଶିଖାଯାଇଥାଏ । ଆଗ କାଳରେ ବ୍ୟବହୃତ ହେଉଥିବା ପଣ (ବା ଅଣା)କୁ ନେଇ କରାଯାଉଥିବା ହିସାବରୁ ଏହାର ଆରମ୍ଭ । ପଣିକିଆ ପ୍ରତି ସଂଖ୍ୟାର ଏକଗୁଣ ଠାରୁ ଦଶ ଗୁଣ ପର୍ଯ୍ୟନ୍ତ ଥାଏ । ପ୍ରତି ସଂଖ୍ୟା ବା ଖନ୍ଦାର ପଣିକିଆକୁ ଉକ୍ତ ସଂଖ୍ୟାରେ 'କ' ଲଗାଇ ଏକକ, ଦୁଇକ, ତିନିକ ଏହିପରି ପଚିଶିକ ପଣିକିଆ ପର୍ଯ୍ୟନ୍ତ ମୁଖସ୍ଥ କରିବାକୁ ପଡ଼େ । ଗୁଣନ ମନେରଖିବାରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ପଣକିଆ/ପଣିକିଆ ଶିଖାଯାଏ । ଯଥା- ଦୁଇକ, ପଣକିଆ- ଦୁଇ କୋ ଦୁଇ. ଦୂଇ ଦୂଣେ/ଦୂଗୁଣ ଚାରି, ଦୁଇ ତିରି ଛଅ...
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।