ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।ଛାଞ୍ଚ:Fix/category
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବନ୍ଧୁକ ଏକ ସାଧାରଣ ନଳୀ ଅସ୍ତ୍ର ବା ଅନ୍ୟ ଯେ କୌଣସି ଉପକରଣ ଯାହା ମଧ୍ୟରୁ କୌଣସି ପଦାର୍ଥ ପ୍ରେରଣ କରିବା ନିମନ୍ତେ ତିଆରି ହୋଇଛି । ଏହି ପ୍ରେରିତ ବସ୍ତୁ କଠିନ, ତରଳ, ଗ୍ୟାସ ବା ଶକ୍ତି ହୋଇପାରେ ଯେପରିକି ଗୁଳି ବା ତୋପ ଖୋଳ ବା ବର୍ଚ୍ଛା ବା ଟାସେର (en:Taser) ଯାଞ୍ଚ । ଡିଜାଇନ ଅନୁସାରେ ପ୍ରକ୍ଷେପଣ ହୁଏ କିନ୍ତୁ ସାଧାରଣତଃ ଏହା ଗ୍ୟାସ ଚାପଦ୍ୱାରା ହୁଏ ଯାହା ତ୍ୱରିତ ଦାହକ ସାହାଯ୍ୟରେ ବା ଚାପଯୁକ୍ତ ଷ୍ଟୋର ହୋଇଥିବା ମେକାନିକାଲ ଉପାୟ ଯାହା ନଳୀର ଖୋଲା ପାର୍ଶ୍ୱ ଦେଇ ପିସ୍ଟନ ଭଳି ବାହାରିଯାଏ । ସୀମିତ ଗ୍ୟାସଦ୍ୱାରା ପ୍ରକ୍ଷେପୀକୁ ନଳି ମୁଣ୍ଡ ଦେଇ ଯଥେଷ୍ଟ ଭେଲୋସିଟି ଦେଇ ଛଡ଼ାଯାଏ ଓ ଗ୍ୟାସର କାମ ନଳୀ ମୁଣ୍ଡରେ ସରିଯାଏ । ଅନ୍ୟଥା, ଇଲେକ୍ଟ୍ରୋମ୍ୟାଗନେଟିକ ଫିଲ୍ଡ ମାଧ୍ୟମରେ ତ୍ୱରଣ କରି ନଳୀ ବଦଳରେ ଗାଇଡ ରେଲ ନିଆଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ସୁପର ମିଛୁଆ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ୨୦୧୫ ମସିହା ରଜ ସମୟରେ ମୁକ୍ତିଲାଭ କରିଥିଲା ଏହି ଚଳଚ୍ଚିତ୍ରଟି । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ଏସ୍ କେ ମୁରଲୀଧରନ୍ । ଏହି ଚଳଚ୍ଚିତ୍ରର ନାୟକ ଥିଲା ବାବୁଶାନ ମହାନ୍ତି ଏବଂ ନାୟିକା ଝିଲିକ୍ ଭଟ୍ଟାଚାର୍ଯ୍ୟ । ଅନ୍ୟାନ୍ୟ ଭୂମିକାରେ ମୀନକେତେନ, ଅପରାଜିତା, ଜୀବନ ପଣ୍ଡା, ପୃଥ୍ୱୀରାଜ ପ୍ରମୁଖ ଅଭିନୟ କରିଥିଲେ ।ସଦାବେଳେ ମିଛ କହୁଥିବା ପିଲାଟିଏ ତା'ର ଜୀବନରେ କେମିତି ଅସୁବିଧା ଭୋଗୁଛି ଏବଂ ପରେ ପରେ ତା'ର ଜୀବନରେ କେମିତି ପରିବର୍ତ୍ତନ ଆସୁଛି । ସେହି ବିଷୟରେ ଏହାର କାହାଣୀ ଗତିଶୀଳ ।ସଂଗୀତ ନିର୍ଦ୍ଦେଶକ ବିକାଶ ଦାସ ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଶ୍ରୀକାନ୍ତ ଗୌତମ ସମୁଦାୟ ୫ଟିଯାକ ଗୀତର ରଚନା କରିଥିଲେ । ସୁଧାକର ବସନ୍ତ ଏବଂ ଅଶୋକ ପତି ଉଭୟ ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ । ଚଳଚ୍ଚିତ୍ରର ଗୀତଗୁଡ଼ିକ ଅଧିକ ଲୋକପ୍ରିୟ ହୋଇଥିଲା । ୨୦୧୫ରେ ମୁକ୍ତିଲାଭ କରିଥିବା ସମୁଦାୟ ୨୮ ଚଳଚ୍ଚିତ୍ରରୁ ମାତ୍ର ୬ଟି ଚଳଚ୍ଚିତ୍ର ଭଲ ବ୍ୟବସାୟ କରିଥିଲା । ଏହି ୬ଟି ଚଳଚ୍ଚିତ୍ର ମଧ୍ୟରେ ଏହି ଚଳଚ୍ଚିତ୍ରଟି ଥିଲା ।ପ୍ରଯୋଜକ ସୀତାରାମ ଅଗ୍ରୱାଲଙ୍କ ସାର୍ଥକ ମୁଭିଜ୍ରେ ପୂର୍ବରୁ ମୁକ୍ତିଲାଭ କରିଥିବା ସମସ୍ତ ୧୧ଟିଯାକ ଚଳଚ୍ଚିତ୍ର ଖାଣ୍ଟି ଓଡ଼ିଆ ଶିର୍ଷକରେ ମୁକ୍ତିଲାଭ କରିଥିଲା । କିନ୍ତୁ ଏହି ଚଳଚ୍ଚିତ୍ରଟିର ଶୀର୍ଷକ ଓଡ଼ିଆ ଏବଂ ଇଂରାଜୀ ଶବ୍ଦର ମିଶ୍ରଣର ହୋଇଥିଲା । ଏହି ଚଳଚ୍ଚିତ୍ରଟି ବିଗ୍ବସ୍ ସମ୍ମାନ-୨୦୧୫ରେ ୩ୟ ସ୍ଥାନରେ ରହିଥିଲା ।
ଖାଦ୍ୟନଳୀ ରକ୍ତସ୍ରାବ (ଇଂରାଜୀରେ Gastrointestinal bleed (GI bleed), ବା gastrointestinal hemorrhage), ପାଟିରୁ ଆରମ୍ଭ କରି ମଳାଶୟ ପର୍ଯ୍ୟନ୍ତ ଖାଦ୍ୟନଳୀର ଯେ କୌଣସି ସ୍ଥାନରୁ ରକ୍ତସ୍ରାବ ହେଲେ ଏହି ନାମ ଦିଆଯାଏ । ଅଳ୍ପ ସମୟରେ ଉଲ୍ଲେଖନୀୟ ରକ୍ତସ୍ରାବ ହେଲେ ସ୍ଥାନ ବିଶେଷରେ ଲାଲ ରକ୍ତ ବାନ୍ତି, କଳା ରକ୍ତ ବାନ୍ତି, କଳା ଝାଡ଼ା ନାମ ଦିଆଯାଇ ଥାଏ । ଲମ୍ବା ସମୟ ଧରି ଅଳ୍ପ ରକ୍ତସ୍ରାବ ହେଲେ ଲୌହ ଅଭାବ ଆନିମିଆ ହୋଇ ଥକ୍କାଣ, ହୃତ୍ପିଣ୍ଡ ସମ୍ବନ୍ଧିୟ ଛାତି ଯନ୍ତ୍ରଣା ହୁଏ । ଅନ୍ୟ ଲକ୍ଷଣ ମଧ୍ୟରେ ପେଟରେ କଷ୍ଟ, ଛୋଟ ଶ୍ୱାସକ୍ରିୟା, ଶେତା ଚର୍ମ ଓ ଅଚେତ ଇତ୍ୟାଦି ହୁଏ । ବେଳେ ବେଳେ ସ୍ୱଳ୍ପ ପରିମାଣର ରକ୍ତସ୍ରାବ ହେଲେ ମଧ୍ୟ ଲକ୍ଷଣହୀନ ରହେ । ରକ୍ତସ୍ରାବ ମୂଖ୍ୟତଃ ଦୁଇ ପ୍ରକାର ହୁଏ ଯଥା ଉର୍ଦ୍ଧ୍ୱ ଖାଦ୍ୟନଳୀ ରକ୍ତସ୍ରାବ ଓ ନିମ୍ନ ଖାଦ୍ୟନଳୀ ରକ୍ତସ୍ରାବ । ଅମ୍ଳ ରୋଗ ବା ପେପଟିକ ଅଲସର ରୋଗ, ସିରୋସିସ ଓ କର୍କଟ ଯୋଗୁ ଏସୋଫେଜିଆଲ ଭାରିସେସ ହେବା କାରଣରୁ ସାଧାରଣତଃ ଉର୍ଦ୍ଧ୍ୱ ଖାଦ୍ୟନଳୀ ରକ୍ତସ୍ରାବ ହୁଏ । ଅର୍ଶ, କର୍କଟ ଓ ଇନଫ୍ଲାମେଟରି ବାୱେଲ ରୋଗ ହେଲେ ନିମ୍ନ ଖାଦ୍ୟନଳୀ ରକ୍ତସ୍ରାବ ହୋଇପାରେ । ରୋଗ ଇତିହାସ, ରୋଗୀର ଶାରୀରିକ ପରୀକ୍ଷା ଓ ରକ୍ତ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ମଳ ଓକଲ୍ଟ ରକ୍ତ ପରୀକ୍ଷା କରି ଅଳ୍ପ ପରିମାଣର ରକ୍ରସ୍ରାବ ଚିହ୍ନଟ କରାଯାଏ । ଏଣ୍ଡୋସ୍କୋପି ପରୀକ୍ଷା କରି ଉଭୟ ଉର୍ଦ୍ଦ୍ୱ ଓ ନିମ୍ନ ଖାଦ୍ୟନଳୀରେ ରକ୍ତସ୍ରାବ ହେଉଥିବା ସ୍ଥାନ ଚିହ୍ନଟ କରାଯାଏ । ତଥାପି ଚିହ୍ନଟ ହୋଇ ନ ପାରିଲେ ମେଡିକାଲ ଇମେଜିଙ୍ଗ ଆବଶ୍ୟକ ହୁଏ । ପ୍ରାରମ୍ଭରେ ରୋଗୀକୁ ପୁନରୁଜ୍ଜୀବିତ (resuscitation) କରିବା ନିମନ୍ତେ ଶୀରା ମାଧ୍ୟମ ତରଳପଦାର୍ଥ ଓ ରକ୍ତ ଟ୍ରାନ୍ସଫ୍ୟୁଜନ ଆବଶ୍ୟକ ହୁଏ । ଅଧିକାଂଶ ସମୟରେ ରକ୍ତ ଟ୍ରାନ୍ସଫ୍ୟୁଜନ ଦେବାକୁ ସୁପାରିସ କରାଯାଏ ନାହିଁ ଯଦି ରକ୍ତ ହେମୋଗ୍ଲୋବିନ ୭୦ରୁ ୮୦ ଗ୍ରା/ଲି.ରୁ ବେଶୀ ଅଛି । କେତେକ କ୍ଷେତ୍ରରେ ପ୍ରୋଟୋନ ପମ୍ପ ଇନହିବିଟର, ଓକ୍ଟରିଓଟାଇଡ ଓ ଆଣ୍ଟିବାୟୋଟିକ ଆବଶ୍ୟକ ପଡ଼ିପାରେ । ଏସୋଫେଜିଆଲ ଭାରିସେସ ଥିଲେ ଓ ଏହି ଉପଚାର କାର୍ଯ୍ୟକାରୀ ନ ହେଲେ ଏସୋଫେଜିଅଲ ବେଲୁନ ଦିଆଯାଇ ପାରେ । ୨୪ ଘଣ୍ଟା ମଧ୍ୟରେ ଉର୍ଦ୍ଧ୍ୱ ଏଣ୍ଡୋସ୍କୋପି କିମ୍ବା କୋଲୋନୋସ୍କୋପି କରି ରୋଗ ନିର୍ଣ୍ଣୟ ତଥା ଚିକିତ୍ସା କରିବାକୁ ସୁପାରିସ କରାଯାଏ । ନିମ୍ନ ଖାଦ୍ୟନଳୀ ରକ୍ତସ୍ରାବ ଅପେକ୍ଷା ଉର୍ଦ୍ଧ୍ୱ ଖାଦ୍ୟନଳୀ ରକ୍ତସ୍ରାବ ଅଧିକ ସାଧାରଣ ଭାବେ ହୁଏ । ପ୍ରତି ୧୦୦,୦୦୦ ବୟସ୍କ ଲୋକରେ ୫୦ ରୁ୧୫୦ ଲୋକଙ୍କର ଉର୍ଦ୍ଧ୍ୱ ଖାଦ୍ୟନଳୀ ରକ୍ତସ୍ରାବ ହୁଏ । ପ୍ରତି ୧୦୦,୦୦୦ ଲୋକରେ ନିମ୍ନ ଖାଦ୍ୟନଳୀ ରକ୍ତସ୍ରାବ ସଂଖ୍ୟା ୨୦ରୁ ୩୦ ହୁଏ । ଆମେରିକାରେ ଏହା ଯୋଗୁ ପ୍ରତିବର୍ଷ ୩୦୦,୦୦୦ ଡାକ୍ତରଖାନା ଆଡମିସନ ହୁଏ । ଏହି ରୋଗ ଯୋଗୁ ମୃତ୍ୟୁ ହାର ୫ %ରୁ ୩୦ % ହୁଏ । ପୁରୁଷମାନଙ୍କର ଅଧିକ ଖାଦ୍ୟନଳୀ ରକ୍ତସ୍ରାବ ହୁଏ ଓ ବୟସ ବଢ଼ିବା ସାଙ୍ଗେ ସାଙ୍ଗେ ଏହି ସଙ୍କଟ ବଢ଼େ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମାଗରିଟ୍ ଏଲିଜାବେଥ୍ ନୋବେଲ୍ଙ୍କ ଜନ୍ମ ୨୮ ଅକ୍ଟୋବର, ୧୮୬୭ରେ ଆୟର୍ଲ୍ୟାଣ୍ଡର ଦୁଙ୍ଗାନାଁନ ଗ୍ରାମରେ ହୋଇଥିଲା। ତାଙ୍କ ମାତାଙ୍କ ନାମ ମୈରୀ ଇସାବେଲ୍ ଓ ପିତାଙ୍କ ନାମ ସୈମୁଅଲ୍ ରିଚ୍ମଣ୍ଡ୍ ନୋବେଲ୍ ଥିଲା।ନୋବେଲ୍ଙ୍କ ବଂଶଜ ସ୍କଟିଜ୍ ଥିଲେ କିନ୍ତୁ କିନ୍ତୁ ସେ ନିଜ ପିଲାଦିନ ଆୟର୍ଲ୍ୟାଣ୍ଡରେ ଅତିବାହିତ କରିଥିଲେ।ତାଙ୍କ ପିତା ଜଣେ ପୂଜାରୀ ଥିଲେ,ଯିଏକି ଭଗିନୀ ନିବେଦିତାଙ୍କୁ ବହୁତ ମହତ୍ତ୍ୱପୂର୍ଣ୍ଣ କଥା ଶିଖାଇଥିଲେ,"ମଣିଷର ପୂଜା କରିବା ଭଗବାନଙ୍କ ପୂଜା କରିବା ସହ ସମାନ"।ଯେତେବେଳେ ଭଗିନୀ ନିବେଦିତା ଏକ ବର୍ଷର ହୋଇଥିଲେ ସେତେବେଳେ ସୈମୁଅଲ୍ ଇଂଲଣ୍ଡର ମଞ୍ଚେଷ୍ଟର୍ ଚାଲିଗଲେ।ସେତେବେଳେ କିଶୋରୀ ନିବେଦିତା ନିଜ ଆଇଙ୍କ ସହ ହୈମିଲ୍ଟନ୍, ଆୟାର୍ଲ୍ୟାଣ୍ଡ୍ରେ ରହୁଥିଲେ।ସେ ଯେତେବେଳେ ୪ ବର୍ଷର ହେଲେ ସେତେବେଳେ ସେ ନିଜ ପିତାଙ୍କ ସହ ରହିଲେ।
ଓଡ଼ିଆ ଭାଷାର ସବୁଠାରୁ ଅଧିକ ଜଣାଶୁଣା ଏନସାଇକ୍ଲୋପିଡ଼ିଆ ହେଉଛି ଶ୍ରୀ ବିନୋଦ କାନୁନଗୋଙ୍କ ପ୍ରଣୀତ ଜ୍ଞାନମଣ୍ଡଳ । ବିନୋଦବାବୁ ୧୯୫୪ ମସିହା ବେଳକୁ ଜ୍ଞାନମଣ୍ଡଳର ପରିକଳ୍ପନା କରିଥିଲେ । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୩୦ ମସିହା ବେଳକୁ ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ସେଥିପାଇଁ ତାଙ୍କୁ ଦଶମ ଶ୍ରେଣୀ ପ୍ରାରମ୍ଭରୁ ସ୍କୁଲ ଛାଡ଼ିବାକୁ ହୋଇଥିଲା । ସ୍ଵାଧୀନତା ଆନ୍ଦୋଳନ ସମୟରେ ଗାନ୍ଧିଜୀ, ରମାଦେବୀ, ଗୋପବନ୍ଧୁ ଚୌଧୁରୀ ଆଦି ଅନେକ ମହାନ ବ୍ୟକ୍ତିଙ୍କଦ୍ଵାରା ପ୍ରଭାବିତ ହୋଇଥିଲେ । ଦେଶ ସ୍ଵାଧୀନ ହେବା ପରେ ସେ ରାଜନୀତିକୁ ପାଥେୟ ନ କରି ସାଧରଣଲୋକଙ୍କ ନିମନ୍ତେସରଳଭାଷାରେ ଲେଖିବା ପାଇଁ ସ୍ଥିର କଲେ । ସେଇଥିରୁ ଜନ୍ମ ନେଲା ଜ୍ଞାନମଣ୍ଡଳ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶକ୍ତିମାନ (ହିନ୍ଦୀ : शक्तिमान) ହେଉଛି ଏକ ଭାରତୀୟ କାଳ୍ପନିକ ମହାନ ବୀର, ଯାହା ମୁକେଶ ଖାନ୍ନାଙ୍କ ପ୍ରଯୋଜନା ଓ ଦୀନକର ଜାନୀଙ୍କ ନିର୍ଦ୍ଦେଶନାରେ ଦୂରଦର୍ଶନ ଧାରାବାହିକ ରୂପେ ପ୍ରସାରିତ ହେଉଥିଲା ।ଭାରତୀୟ ଜାତୀୟ ଦୂରଦର୍ଶନ ନେଟଓ୍ଵାର୍କରେ, ୨୭ ସେପ୍ଟେମ୍ବର ୧୯୯୭ (ପରିଚୟ ଭାଗ, ୨୭ ସେପ୍ଟେମ୍ବର ୧୯୯୭କୁ ବାଦ ଦେଇ)ରୁ ୨୭ ମାର୍ଚ୍ଚ ୨୦୦୫ ପର୍ଯ୍ୟନ୍ତ, ପ୍ରାୟ ୪୦୦ଟି ଭାଗ ଦୂରଦର୍ଶନରେ ରବିବାର ଦିନ ମଧ୍ୟାହ୍ନ ୧୨ଟା ଆଇ ଏସ୍ ଟି ସମୟରେ ପ୍ରସାରିତ ହେଉଥିଲା । ଯଦିଓ ଶେଷ ବେଳକୁ କିଛି ଭାଗର ପ୍ରସାରଣ ସମୟ ୯:୩୦ a.m.କୁ ପରିବର୍ତ୍ତିତ ହୋଇଥିଲା ।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ଵତ୍ଵଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣୀ ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ଵନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ଵରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ଵନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କୀଟ ବିକର୍ଷକ ଏକପ୍ରକାର ପଦାର୍ଥ ଯାହାକି କୀଟପତଙ୍ଗମାନଙ୍କୁ ଦୂରେଇରଖିବା ପାଇଁ ଶରୀର, ପୋଷାକପତ୍ର କିମ୍ବା ଅନ୍ୟ ସ୍ଥାନମାନଙ୍କରେ ପ୍ରୟୋଗ କରାଯାଏ । ମ୍ୟାଲେରିଆ, ଲାୟମେ ରୋଗ, ଡେଙ୍ଗୁ ଜ୍ୱର, ଅସ୍ୱାଭାବିକ ଲସିକା ଗ୍ରନ୍ଥି ସମ୍ବନ୍ଧୀୟ ପ୍ଳେଗରୋଗ, ନଦୀ ଅନ୍ଧତ୍ୱ (ଫାଇଲେରିଆ କୃମିଙ୍କ ଦ୍ୱାରା ସଂକ୍ରମିତ ଏକ ଚର୍ମ ରୋଗ) ଏବଂ ପଶ୍ଚିମ ନିଲେ ଜ୍ୱର ଆଦି କୀଟମାନଙ୍କ ଦ୍ୱାରା ବ୍ୟାପୁଥିବା ରୋଗମାନଙ୍କ ସଂକ୍ରମଣକୁ କୀଟ ବିକର୍ଷକ ନିୟନ୍ତ୍ରଣ କରିଥାଏ ।