ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଅରକ୍ଷିତ ଦାସ (ଆନୁମାନିକ ୧୭୮୦ରୁ ୧୭୮୮) ଜଣେ ଓଡ଼ିଆ କବି ଓ ହିନ୍ଦୁ ସନ୍ଥ। ସେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପିଲାବେଳ ନାମ ଥିଲା ବଲଭଦ୍ର ଦାସ । ପିଳାବେଳୁ ତାଙ୍କର ଧର୍ମଭାବ ଜାଗ୍ରତ ହୋଇଥିଲା । ତାଙ୍କୁ ବାରବର୍ଷ ହୋଇଥିବାବେଳେ ତାଙ୍କରପିତା ପଦ୍ମନାଭ ଦେବ ପାଠ ପରୀକ୍ଷା କରିବା ସମୟରେ ସେ ପିତାଙ୍କୁ କହିଲେ, "ହେ ପିତା ! ମୁଁ ତ ପରମ ପାଠ ପଡୁଛି, ଅନ୍ୟପାଠ ପଢିବାର ପ୍ରୟୋଜନ କ'ଣ ?" ଏହିପରି ଚିନ୍ତାରୁ ନିବୃତ କରିବାପାଇଁ ତାଙ୍କ ପିତା ରାଜକନ୍ୟାକୁ ବିବାହ ଦେବା କଥା କହିବାରୁ ମହାମୁନି କପିଳ ଶୁଭଦେବଙ୍କ ଭଳି ପିତାଙ୍କୁ ପରମ ତତ୍ତ୍ଵ ବୁଝାଇ କହିଲେ, "ହେ ପିତା !
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ଵାମୀ ନିଗମାନନ୍ଦ ସରସ୍ଵତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ଵାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତି ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କ ଦ୍ବାରା ସମ୍ଭବପର ହୋଇ ପାରିଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ନୀଳ ମାଷ୍ଟରାଣୀ, ୧୯୯୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବି ରଥ । ଗୋଦାବରୀଶ ମହାପାତ୍ର ଓ ଚକ୍ରଧର ସାହୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ ।ମୀନକେତନ ଦାସ, ପ୍ରିୟଙ୍କା ମହାପାତ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ରେଟିନାଇଟିସ ପିଗମେଣ୍ଟୋସା (Retinitis pigmentosa/RP) ଏକ ଜେନେଟିକ (Genetic) ବେମାରୀ ଯାହାଦ୍ୱାରା ମାନବ ଚକ୍ଷୁର (eye) ଦୃଷ୍ଟିହାନୀ ହୁଏ । ଏହି ରୋଗରେ ରାତିରେ ଦୃଷ୍ଟି ସମସ୍ୟା (Trouble seeing at night), କମ୍ ପାର୍ଶ୍ୱ ଦୃଷ୍ଟି (peripheral vision) ଇତ୍ୟାଦି ଲକ୍ଷଣ ଦେଖାଦିଏ । ଲକ୍ଷଣ ଗୁଡ଼ିକ ଧୀରେ ଧୀରେ ଆସେ । ପାର୍ଶ୍ୱ ଦୃଷ୍ଟି ଅଧିକ କମିଗଲେ ଟନେଲ ଦୃଷ୍ଟି (tunnel vision) ଅନୁଭବ ହୁଏ । ସମ୍ପୁର୍ଣ୍ଣ ଅନ୍ଧତ୍ୱ ସାଧାରଣ ନୁହେଁ । ରେଟିନାଇଟିସ ପିଗମେଣ୍ଟୋସା ସାଧାରଣତଃ ପିତାମାତାଙ୍କଠାରୁ ବଂଶାନୁକ୍ରମରେ inherited from a person's parents ଆସିଥାଏ । ପ୍ରାୟ ୫୦ରୁ ଅଧିକ ଜିନରୁ (en:gene) ଗୋଟିଏ ମ୍ୟୁଟେସନ ହୋଇ ଏ ରୋଗ ହୁଏ । ଏହି ରୋଗ ହେଲେ ରେଟିନାରେ (back of the eye) ଥିବା ରଡ଼ ଜୀବକୋଷଗୁଡ଼ିକ (rod photoreceptor cells) ପ୍ରଗତିଶୀଳ ଭାବରେ ନଷ୍ଟ ହୋଇଯାଏ । ଏହା ପରେ ପରେ କୋନ ଜୀବକୋଷଗୁଡ଼ିକ (cone photoreceptor cells) ମଧ୍ୟ କ୍ଷୟ ପ୍ରାପ୍ତ ହୁଏ । ଚକ୍ଷୁ ପରୀକ୍ଷାରେ ରେଟିନାରେ (examination of the retina) କଳା ପିଗମେଣ୍ଟ ଦେଖି ଏହି ରୋଗ ନିର୍ଣ୍ଣୟ କରାଯାଏ । ଇଲେକ୍ଟ୍ରରେଟିନୋଗ୍ରାମ electroretinogram, ଭିଜୁଅଲ ଫିଲ୍ଡ ଟେଷ୍ଟିଙ୍ଗ visual field testing ବା ଜେନେଟିକ ଟେଷ୍ଟିଙ୍ଗ genetic testing ଭଳି ପରୀକ୍ଷା ଏହି ରୋଗ ନିର୍ଣ୍ଣୟରେ ସାହାଯ୍ୟ କରେ ।ରେଟିନାଇଟିସ ପିଗମେଣ୍ଟୋସା ରୋଗ ଆରୋଗ୍ୟସାଧ୍ୟ ନୁହେଁ । ନିମ୍ନ ଦୃଷ୍ଟି ସାହାଯ୍ୟ (Low vision aids) ଯଥା:- ବହନୀୟ ଆଲୋକ, ଗାଇଡ଼ କୁକୁର (guide dog) ସାହାଯ୍ୟ ନେଇ ରୋଗୀକୁ ସାହାଯ୍ୟ କରାଯାଏ ।ଭିଟାମିନ ଏ ପାମିଟେଟ (Vitamin A palmitate) ପରିପୂରକ ଦେଲେ ଖରାପ ଦିଗର ଗତି ଧୀରେ ହୋଇଯାଏ । ଅବସ୍ଥା ସାଂଘାତିକ ହେଲେ ଭିଜୁଆଲ ପ୍ରୋସଥେସିସ (visual prosthesis ଦିଆଯାଇପାରେ । ପ୍ରାୟ ୪,୦୦୦ ଲୋକରେ ଜଣେ ଏହି ରୋଗାକ୍ରାନ୍ତ ହୁଏ । ଏହା ଶୈଶବ ରୋଗ ହୋଇଥିଲେ ମଧ୍ୟ ଅନେକ ସମୟରେ ଯୁବାବସ୍ଥାରେ ହୋଇପାରେ।
ମହିଳାଙ୍କୁ ଅଶ୍ଳୀଳ ଭାବେ ପ୍ରଦର୍ଶନ (ନିଷେଧ) ଅଧିନିୟମ, ୧୯୮୬
ମହିଳାଙ୍କୁ ଅଶ୍ଳୀଳ ଭାବେ ପ୍ରଦର୍ଶନ (ନିଷେଧ) ଅଧିନିୟମ, ୧୯୮୬ ହେଉଛି ଭାରତୀୟ ପାର୍ଲିଆମେଣ୍ଟରେ ପାରିତ ଏକ ଅଧିନିୟମ ଯାହାକି ବିଭିନ୍ନ ମାଧ୍ୟମରେ ମହିଳାଙ୍କୁ ଅବାଞ୍ଛିତ କିମ୍ବା ଅନୁଚିତ ଭାବେ ପ୍ରଦର୍ଶନ କରିବା ଭଳି ଅପରାଧକୁ ରୋକିବା ପାଇଁ ଲାଗୁ କରାଯାଇଛି ।
ମୋହନ ସୁନ୍ଦର ଦେବ ଗୋସ୍ଵାମୀ ଜଣେ ଓଡ଼ିଆ କବି, ଗାୟକ, ନାଟ୍ୟକାର, କଥାଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ତାଙ୍କୁ ଓଡ଼ିଆ ଚଳଚ୍ଚିତ୍ର ଜନକ ବୋଲି ଅଭିହିତ କରାଯାଏ ।୧୮୯୨ ମସିହା ଅଗଷ୍ଟ ୮ତାରିଖରେ ପିତା ହରିଦେବ ଗୋସ୍ଵାମୀ ଓ ମା ସୁଲକ୍ଷଣା ଦେବୀଙ୍କ କନିଷ୍ଠ ପୁତ୍ର ଭାବେ ମୋହନସୁନ୍ଦର ପୁରୀରେ ଜନ୍ମଗ୍ରହଣ କରିଥିଲେ । ସେ ସୁମଧୁର କଣ୍ଠରେ ଗାଇବା ସହ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ପାରଙ୍ଗମ ଥିଲେ । ଚଳଚ୍ଚିତ୍ର ନିର୍ମାଣରେ ପାଦଦେବା ଆଗରୁ ସେ ରାସ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ କଳା ସଂସ୍କୃତିକୁ ପ୍ରଚାର ପ୍ରସାର କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ମାଗରିଟ୍ ଏଲିଜାବେଥ୍ ନୋବେଲ୍ଙ୍କ ଜନ୍ମ ୨୮ ଅକ୍ଟୋବର, ୧୮୬୭ରେ ଆୟର୍ଲ୍ୟାଣ୍ଡର ଦୁଙ୍ଗାନାଁନ ଗ୍ରାମରେ ହୋଇଥିଲା। ତାଙ୍କ ମାତାଙ୍କ ନାମ ମୈରୀ ଇସାବେଲ୍ ଓ ପିତାଙ୍କ ନାମ ସୈମୁଅଲ୍ ରିଚ୍ମଣ୍ଡ୍ ନୋବେଲ୍ ଥିଲା।ନୋବେଲ୍ଙ୍କ ବଂଶଜ ସ୍କଟିଜ୍ ଥିଲେ କିନ୍ତୁ କିନ୍ତୁ ସେ ନିଜ ପିଲାଦିନ ଆୟର୍ଲ୍ୟାଣ୍ଡରେ ଅତିବାହିତ କରିଥିଲେ।ତାଙ୍କ ପିତା ଜଣେ ପୂଜାରୀ ଥିଲେ,ଯିଏକି ଭଗିନୀ ନିବେଦିତାଙ୍କୁ ବହୁତ ମହତ୍ତ୍ୱପୂର୍ଣ୍ଣ କଥା ଶିଖାଇଥିଲେ,"ମଣିଷର ପୂଜା କରିବା ଭଗବାନଙ୍କ ପୂଜା କରିବା ସହ ସମାନ"।ଯେତେବେଳେ ଭଗିନୀ ନିବେଦିତା ଏକ ବର୍ଷର ହୋଇଥିଲେ ସେତେବେଳେ ସୈମୁଅଲ୍ ଇଂଲଣ୍ଡର ମଞ୍ଚେଷ୍ଟର୍ ଚାଲିଗଲେ।ସେତେବେଳେ କିଶୋରୀ ନିବେଦିତା ନିଜ ଆଇଙ୍କ ସହ ହୈମିଲ୍ଟନ୍, ଆୟାର୍ଲ୍ୟାଣ୍ଡ୍ରେ ରହୁଥିଲେ।ସେ ଯେତେବେଳେ ୪ ବର୍ଷର ହେଲେ ସେତେବେଳେ ସେ ନିଜ ପିତାଙ୍କ ସହ ରହିଲେ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଧନକର ଅଧିନିୟମ, ୧୯୫୭ ଭାରତୀୟ ପାର୍ଲିଆମେଣ୍ଟରେ ପାରିତ ଏକ ଆଇନ ଯେଉଁଥିରେ କି ଏକ ବ୍ୟକ୍ତି ବିଶେଷ, ହିନ୍ଦୁ ଯୌଥ ପରିବାର କିମ୍ବା ଏକ କମ୍ପାନୀ ଦ୍ୱାରା ଅର୍ଜିତ ସମ୍ପତ୍ତି ଉପରେ କର ଦେବାପାଇଁ ବ୍ୟବସ୍ଥା ରହିଥିଲା । ପ୍ରତି ବର୍ଷ ୩୧ ମାର୍ଚ ସୁଦ୍ଧା ଅର୍ଜିତ ସମ୍ପତ୍ତି ଉପରେ ଏହି କର ଦେୟ ହିସାବ ହୁଏ । ଏହି ଅଧିନିୟମ ଜାମ୍ମୁ - କାଶ୍ମୀର ତଥା ସମସ୍ତ କେନ୍ଦ୍ର ଶାସିତ ଅଞ୍ଚଳ ସହିତ ତମାମ ଦେଶରେ ଲାଗୁ କରାଯାଇଥିଲା । ୨୦୦୬ରେ ଅଧିନିୟମରେ କେତେକ ସଂଶୋଧନ ଅଣାଯାଇଥିଲା । ତେବେ, ୧ ଅପ୍ରେଲ ୨୦୧୬ ଠାରୁ ଏହା ବାତିଲ କରିଦିଆଯାଇଛି । ୨୦୧୬-୨୦୧୭ କେନ୍ଦ୍ର ବଜେଟ ଉପସ୍ଥାପନ ବେଳେ ତତ୍କାଳୀନ ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀ ଘୋଷଣା କରିଥିଲେ ଯେ ଚେଲାୟା କମିଟିଙ୍କ ସୁପାରିଶ ମୁତାବକ ଏହି ଅଧିନିୟମକୁ ବାତିଲ କରିଦିଆଯାଇଛି
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସରୋର ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ସ୍ଥିତ । ଏହା ଭରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି ।
ନିତ୍ୟାନନ୍ଦ ମହାପାତ୍ର ଭଦ୍ରକ ଜିଲ୍ଲାର ତାଳପଦାଠାରେ ୧୭ ଜୁଲାଇ ୧୯୧୨, ରଥଯାତ୍ରା ଦିନ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଭାବେ ଜନ୍ମଗ୍ରହଣ କରିଥିଲେ । ସେ ଜଣେ ସାରସ୍ଵତ ସାଧକ, ସ୍ଵାଧୀନତା ସଂଗ୍ରାମୀ ଓ ରାଜନେତା ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ଵାଧିନ ସ୍ଵତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ଵାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ସ୍ଵରଉତ୍ତୋଳନ କରି ସେ ତିନିଥର କାରାବରଣ କରିଥିଲେ ।୧୭ ଅପ୍ରେଲ ୨୦୧୨ରେ ସେ ଶ୍ଵାସନଳୀ ଜନିତ ରୋଗରେ ପୀଡ଼ିତ ହୋଇ ମୃତ୍ୟୁବରଣ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରଶାନ୍ତ ମହାସାଗର (Pacific Ocean) ପୃଥିବୀର ବୃହତ୍ତମ ଓ ଗଭୀରତମ ମହାସାଗର । ଏହାର ପଶ୍ଚିମରେ ଏସିଆ ଓ ଅଷ୍ଟ୍ରେଲିଆ ମହାଦେଶ ରହିଅଛି । ପୂର୍ବରେ ଉତ୍ତର ଆମେରିକା ଓ ଦକ୍ଷିଣ ଆମେରିକା ଅଛି । ଏହାର ଦକ୍ଷିଣରେ ଦକ୍ଷିଣ ମହାସାଗର (Antarctic Ocean ) ତଥା ଆଣ୍ଟାର୍କଟିକା ମହାଦେଶ ଏବଂ ଉତ୍ତରରେ ଉତ୍ତର ମହାସାଗର (Arctic Ocean) ରହିଛି । ପୃଥିବୀ ପୃଷ୍ଠର କ୍ଷେତ୍ରଫଳର ପ୍ରାୟ ଏକ ତୃତୀୟାଂଶ ଏହାର ଅନ୍ତର୍ଗତ । ଏହାର ହାରାହାରି ଗଭୀରତା ପ୍ରାୟ ୩୯୪୦ ମିଟର । ଏହି ମହାସାଗରରେ ଗୁଆମ ଦ୍ୱୀପ ନିକଟରେ ପୃଥିବୀର ଗଭୀରତମ ମ୍ୟାରିଆନା ଖାତ (Mariana Trench) ଅବସ୍ଥିତ । ଏହି ଖାତର ଗଭୀରତା ୧୧୦୩୫ ମିଟର । ପ୍ରଶାନ୍ତ ମହାସାଗରରେ (Pacific Ocean) ଛୋଟ ବଡ଼ ଅନେକଗୁଡ଼ିଏ ଦ୍ୱୀପ ରହିଛି । ଏମାନଙ୍କ ମଧ୍ୟରୁ ମୁଖ୍ୟ ଦ୍ୱୀପଗୁଡ଼ିକ ହେଉଛି:
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ନିତିଦିନିଆ ଜୀବନରେ ପ୍ରଚୀନ ପଦାର୍ଥ ବିଜ୍ଞାନ ଅନୁଯାୟୀ, ଯେ କୌଣସି ଏକ ବସ୍ତୁ ଯାହାର ବସ୍ତୁତ୍ୱ ଥାଏ ଏବଂ ସ୍ଥାନ ଅଧିକାର କରେ, ତାହାକୁ ପଦାର୍ଥ କୁହାଯାଏ । ଏଥିରେ ପରମାଣୁ ଓ ଏହାଦ୍ୱାରା ଗଠିତ ଯେକୌଣସି ବସ୍ତୁ ଅନ୍ତର୍ଭୁକ୍ତ ଥାଏ, ମାତ୍ର କୌଣସି ପ୍ରକାରର ଶକ୍ତି ତଥା ତରଙ୍ଗ ଯଥା: ଆଲୋକ କିମ୍ବା ଧ୍ୱନି ନୁହେ । ମାତ୍ର ସାଧାରଣତଃ (ଆଧୁନିକ) ପଦାର୍ଥ ବିଜ୍ଞାନରେ, ପଦାର୍ଥ ଏକ ମୂଳ ଧାରଣା ନୁହେ, କାରଣ ଏହାର ଏକ ସର୍ବସାଧାରଣ ଅର୍ଥ ହେଉଛି ଭ୍ରାନ୍ତିଜନକ (elusive): ପରମାଣୁର ପ୍ରାଥମିକ ତତ୍ତ୍ୱ ବ୍ୟକ୍ତିଗତ ଭାବେ ସ୍ଥାନ ନ ନେଇପାରେ, ମାତ୍ର ବସ୍ତୁତ୍ୱହୀନ ଅଣୁ ଏକାଠି ହୋଇ ଏକ ବସ୍ତୁ ଗଠନ କରିପାରନ୍ତି, ଯାହାର କି ବସ୍ତୁତ୍ୱ ଥାଏ (ଯେତେବେଳେ ଏହା ସ୍ଥିର ଥାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।