ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ବୁପ୍ରେନର୍ଫିନ (ଇଂରାଜୀ ଭାଷାରେ Buprenorphine) ଔଷଧ ଅନେକ ରକମର ବ୍ରାଣ୍ଡ ନାମରେ ବିକ୍ରି ହୁଏ ଯେପରିକି ସୁବୁଟେକ୍ସ; ଏହା ଏକ ଓପିଅଏଡ ଔଷଧ ଯାହା ଓପିଅଏଡ ନିଶାଗ୍ରସ୍ତ (opioid addiction), ଅକ୍ୟୁଟ ଯନ୍ତ୍ରଣା ଓ କ୍ରନିକ ଯନ୍ତ୍ରଣା (chronic pain) ଉପଶମ ନିମନ୍ତେ ବ୍ୟବହାର ହୁଏ । ଏହାକୁ ଜିଭ ତଳେ (under the tongue), ଇଞ୍ଜେକସନ (injection), ଚର୍ମ ପ୍ୟାଚ (skin patch) ବା ମେଡିକାଲ ଇମ୍ପ୍ଲାଣ୍ଟ (implant) ଆକାରରେ ରୋଗୀକୁ ଦିଆଯାଏ । ନିଶାଗ୍ରସ୍ତ ଲୋକଙ୍କର ଉଇଥଡ୍ରଆଲ ଲକ୍ଷଣ ଆରମ୍ଭ ହେବାର ୨ ଦିନ ନିମନ୍ତେ ଏହା ଡାକ୍ତରୀ ପର୍ଯ୍ୟବେକ୍ଷଣ ସାହାଯ୍ୟରେ ଦିଆଯାଏ । ଦୀର୍ଘସ୍ଥାୟୀ ନିଶାଗ୍ରସ୍ତ ଲୋକ ନିମନ୍ତେ ବୁପ୍ରେନର୍ଫିନ/ନାଲୋକ୍ସୋନ (buprenorphine/naloxone) ନିଶ୍ରଣ ଦିଆଯାଏ । ଏକ ଘଣ୍ଟା ମଧ୍ୟରେ ଯନ୍ତ୍ରଣା ଉପଶମ ହୋଇଯାଏ ଓ ପ୍ରଭାବ ୨୪ଘଣ୍ଟା ପର୍ଯ୍ୟନ୍ତ ରହେ ।ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ କମ୍ ଶ୍ୱାସକ୍ରିୟା (respiratory depression/ decreased breathing), ନିଦ୍ରାଳୁ, ଆଡ୍ରେନାଲ ଇନସଫିସିଏନ୍ସି (adrenal insufficiency), କ୍ୟୁଟି ପ୍ରୋଲୋଙ୍ଗେସନ (QT prolongation), ନିମ୍ନ ରକ୍ତଚାପ (low blood pressure), ଆଲର୍ଜି ପ୍ରତିକ୍ରିୟା (allergic reaction), ଓ ଓପିଅଏଡ ନିଶାସକ୍ତ ଆଦି ସମ୍ଭାବନା ଥାଏ । ସିଜର ବା ବାତ (seizures) ମାରିବା ଇତିହାସ ଥିଲେ ଅଧିକ ବାତ ସଙ୍କଟ ରହେ । ଅନ୍ୟାନ୍ୟ ଓପାଏଡ ଅପେକ୍ଷା ବୁପ୍ରେନର୍ଫିନରେ କମ୍ ସାଂଘାତିକ ଓପିଅଏଡ ଉଇଥଡ୍ରଆଲ (Opioid withdrawal) ଦେଖାଯାଏ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ପ୍ରସଙ୍ଗ ସ୍ପଷ୍ଟ ନୁହେଁ ଓ ସ୍ତନ୍ୟପାନ (breastfeeding) ସମୟରେ ଏହା ଦେବାକୁ ବାରଣ କରାଯାଏ । ବିଭିନ୍ନ ଓପିଅଏଡ ରିସେପ୍ଟରମାନଙ୍କୁ ବିଭିନ୍ନ ଭାବରେ ଏହା ପ୍ରଭାବିତ କରେ । ରିସେପ୍ଟର ଅନୁସାରେ ଏହା ଆଗୋନିସ୍ଟ (en:agonist) ବା ପାର୍ସିଆଲ ଅଗୋନିସ୍ଟ (partial agonist) ବା ଆଣ୍ଟାଗୋନିସ୍ଟ (antagonist) ଭାବରେ କାମ କରେ । ସନ ୧୯୮୧ରେ ପ୍ରଥମେ ଯୁକ୍ତରାଷ୍ଟ୍ର ଆମେରିକାରେ ବୁପ୍ରେନର୍ଫିନ ବ୍ୟବହାରକୁ ସ୍ୱୀକୃତି ଦିଆଗଲା । ସେଠାରେ ସନ ୨୦୧୨ରେ ପ୍ରାୟ ୯.୩ ନିୟୁତ ବୁପ୍ରେନର୍ଫିନ ପ୍ରେସକ୍ରିପସନ ଲେଖାଯାଇଥିଲା । ଫୁର୍ତ୍ତି (high) ନିମନ୍ତେ ମଧ୍ୟ ଏହା ଇଞ୍ଜେକସନ ବା ନାସା ପଥରେ ଦିଆଯାଏ । ହିରୋଇନ (heroin) ବଦଳରେ ମଧ୍ୟ ଏହା ବେଳେ ବେଳେ ଦିଆଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ନିୟନ୍ତ୍ରଣ ଆକ୍ଟ Schedule III ଅନୁଯାୟୀ ଏକ ନିୟନ୍ତ୍ରିତ ଦ୍ରବ୍ୟ controlled substance.
ବନବାସୀ ପଟନାୟକ (Banabasi Patnaik) ଓଡ଼ିଶା ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବାରେ ପ୍ରଥମ ଦଳରେ (୧୯୪୯-୧୯୫୦) ଜଣେ କ୍ରିକେଟ ଖେଳାଳୀ ଥିଲେ । ଓଡ଼ିଶା ପାଇଁ ଖେଳିବା ପୂର୍ବରୁ ସେ ବିହାର ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ମ୍ୟାଚ ଖେଳିଥିଲେ । କୌଣସି ବିଦେଶୀ ଭ୍ରମଣକାରୀ ଦେଶ ବିପକ୍ଷରେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବାରେ ସେ ପ୍ରଥମ ଓଡ଼ିଆ । ସେ ମଧ୍ୟ ଓଡ଼ିଶା କ୍ରିକେଟ ଦଳର ପ୍ରଥମ ବିଜୟୀ ଅଧିନାୟକ ଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସୋରିଆସିସ ଏକ ଦୀର୍ଘସ୍ଥାୟୀ ଅଟୋଇମ୍ମ୍ୟୁନ ରୋଗ ଯେଉଁଥିରେ ଚର୍ମରେ କେତେକ ଅସ୍ୱାଭାବିକ ଦାଗ ଦେଖାଯାଏ । ଏହି ଦାଗ ଲାଲ ରଙ୍ଗର, ଗଲୁ ଓ କାତି ସମ୍ପର୍ଣ୍ଣ ହୋଇଥାଏ । ସୋରିଆସିସ ଛୋଟରୁ ବଡ଼ ଆକାର ହୋଇ ସାରା ଶରୀର ବ୍ୟାପିପାରେ ଓ ଏହାର ଗମ୍ଭୀରତା ପରିବର୍ତ୍ତିତ ହୋଇପାରେ । ଚର୍ମ ଆଘାତ ସକ୍ରିୟ ହୋଇ ସୋରିଆସିସ ପରିବର୍ତ୍ତନ ଆଣିପାରେ ଯାହା କୋଏବନର ଫେନୋମେନନ ରୂପେ ବିଦିତ । ମୂଖ୍ୟତଃ ପାଞ୍ଚ ପ୍ରକାର ସୋରିଆସିସ ଦେଖାଯାଏ: ପ୍ଲେକ, ଗୁଟ୍ଟାଟେ, ଇନଭର୍ସ, ପୁସ୍ଚୁଲାର ଓ ଏରିଥ୍ରୋଡର୍ମିକ । ଏଥିରୁ ୯୦ % କେବଳ ପ୍ଲେକ ସୋରିଆସିସ ବା ସୋରିଆସିସ ଭଲଗାରିସ । ଚମରେ ଲାଲ ଦାଗ ଥାଏ ଓ ତା ଉପରେ ଧଳା କାତି ଥାଏ । ପିଠି, ଗୋଡ଼ର ମଝିଧାର ବା ସିନ, ପେଟ ଓ ସ୍କାଲ୍ପ ସ୍ଥାନମାନଙ୍କରେ ଏହି ରୋଗ ହୁଏ । ଗୁଟ୍ଟାଟେ ସୋରିଆସିସ ଏକ ଟୋପା ଭଳି ଦେଖାଯାଏ । ପୁସ୍ଚୁଲାର ସୋରିଆସିସ ଫୋଟକା ଆକାରର ଦେଖାଯାଏ ଯାହା ଭିତରେ ଅଣସଂକ୍ରମଣକାରୀ ପୂଜ ଥାଏ । ଇନଭର୍ସ ସୋରିଆସିସ ଚର୍ମ ଭାଙ୍ଗରେ ଲାଲ ଦାଗ ଆକାରରେ ଦେଖାଯାଏ । ସମସ୍ତ ସୋରିଆସିସରୁ ଏରିଥ୍ରୋଡର୍ମିକ ସୋରିଆସିସ ତିଆରି ହୋଇପାରେ ଓ ସେତେବେଳେ ରାସ ବ୍ୟାପିଯାଏ । ଆଙ୍ଗୁଠି ନଖ ଓ ଗୋଡ଼ନଖ ଯେ କୌଣସି ସମୟରେ ଏହି ରୋଗ ଶୀକାର ହୋଇପାରେ । ନଖରେ ଛୋଟ ଗାତ ହୋଇପାରେ ବା ତାହାର ରଙ୍ଗ ବଦଳିପାରେ । ସାଧାରଣତଃ ସୋରିଆସିସ ରୋଗକୁ ଏକ ଜେନେଟିକ ରୋଗ ଭାବେ ଗ୍ରହଣ କରାଯାଏ ଯାହା ପରିବେଶ ଉପାଦାନ ଯୋଗୁ କ୍ରିୟାଶୀଳ ହୋଇଉଠେ । ଜମଜ ଅନୁଶୀଳନରେ ଏକାଭଳି ଜମଜର (identical twin) ଅନ୍ୟମାନଙ୍କ ଅପେକ୍ଷା ୩ ଗୁଣ ଅଧିକ ସୋରିଆସିସ ରୋଗ ହେବା ସଙ୍କଟ ଥାଏ । ଶୀତଦିନେ ଓ କେତେକ ଔଷଧ ଯେପରିକି ବିଟା ବ୍ଲକର ବା ଏନଏସଆଇଡି ସେବନଦ୍ୱାରା ରୋଗ ଲକ୍ଷଣ ଖରାପ ଦିଗକୁ ଗତିକରେ । ସଂକ୍ରମଣ ଓ ମାନସିକ ଚାପର ଭୂମିକା ଥାଇପାରେ । ସୋରିଆସିସ ଏହ ଛୁଆଁ ରୋଗ ନୁହେଁ । ଏହାର ଅନ୍ତର୍ନିହିତ କ୍ରିୟାବିଧିରେ ଚମ ଜୀବକୋଷ ପ୍ରତି ଇମ୍ମ୍ୟୁନ ସିସ୍ଟମ କ୍ରିୟାଶୀଳ ହୋଇଯାଏ । ରୋଗର ଲକ୍ଷଣ ଓ ଚିହ୍ନ ଦେଖି ସୋରିଆସିସ ନିର୍ଣ୍ଣୟ କରାଯାଏ । ସୋରିଆସିସ ରୋଗ ଆରୋଗ୍ୟ ହୁଏନାହିଁ । ବିଭିନ୍ନ ଚିକିତ୍ସାଦ୍ୱାରା ଲକ୍ଷଣ ନିୟନ୍ତ୍ରଣ କରାଯାଇପାରେ । ଔଷଧମାନଙ୍କର ନାମ: ସ୍ଟିରଏଡ କ୍ରିମ, ଭିଟାମିନ ଡି୩ କ୍ରିମ, ଅଲଟ୍ରାଭାୟୋଲେଟ ରଶ୍ମୀ ଓ ମେଥୋଟ୍ରେକ୍ସେଟ ଭଳି ଇମ୍ମ୍ୟୁନୋସପ୍ରେସାଣ୍ଟ ଔଷଧ । କେବଳ କ୍ରିମ ସାହାଯ୍ୟରେ ୭୫ % ରୋଗୀଙ୍କୁ ଚିକିତ୍ସା କରିହୁଏ । ଜନସଂଖ୍ୟାର ୨-୪ % ଲୋକଙ୍କୁ ଏହି ରୋଗ ହୁଏ । ମହିଳା ଓ ପୁରୁଷମାନେ ସମଭାବରେ ଏହାର ଶୀକାର ହୁଅନ୍ତି । ସୋରିଆଟିକ ଆର୍ଥ୍ରାଇଟିସ, ଲିମ୍ଫୋମା, ହୃତ୍ପିଣ୍ଡ ରକ୍ତନଳୀ ରୋଗ, କ୍ରନ ରୋଗ ଓ ଅବସାଦ ଇତ୍ୟାଦି ଏହି ସୋରିଆସିସ ରୋଗ ସହିତ ସଙ୍କଟସ୍ଥିତିରେ ଥାଆନ୍ତି । ସୋରିଆସିସ ରୋଗୀଙ୍କ ମଧ୍ୟରୁ ୩୦ % ଲୋକଙ୍କୁ ସୋରିଆଟିକ ଆର୍ଥ୍ରାଇଟିସ ରୋଗ ହୁଏ ।
ଅରକ୍ଷିତ ଦାସ (ଆନୁମାନିକ ୧୭୮୦ରୁ ୧୭୮୮) ଜଣେ ଓଡ଼ିଆ କବି ଓ ହିନ୍ଦୁ ସନ୍ଥ। ସେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପିଲାବେଳ ନାମ ଥିଲା ବଲଭଦ୍ର ଦାସ । ପିଳାବେଳୁ ତାଙ୍କର ଧର୍ମଭାବ ଜାଗ୍ରତ ହୋଇଥିଲା । ତାଙ୍କୁ ବାରବର୍ଷ ହୋଇଥିବାବେଳେ ତାଙ୍କରପିତା ପଦ୍ମନାଭ ଦେବ ପାଠ ପରୀକ୍ଷା କରିବା ସମୟରେ ସେ ପିତାଙ୍କୁ କହିଲେ, "ହେ ପିତା ! ମୁଁ ତ ପରମ ପାଠ ପଡୁଛି, ଅନ୍ୟପାଠ ପଢିବାର ପ୍ରୟୋଜନ କ'ଣ ?" ଏହିପରି ଚିନ୍ତାରୁ ନିବୃତ କରିବାପାଇଁ ତାଙ୍କ ପିତା ରାଜକନ୍ୟାକୁ ବିବାହ ଦେବା କଥା କହିବାରୁ ମହାମୁନି କପିଳ ଶୁଭଦେବଙ୍କ ଭଳି ପିତାଙ୍କୁ ପରମ ତତ୍ତ୍ଵ ବୁଝାଇ କହିଲେ, "ହେ ପିତା !
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରୂପା ଗାଁ'ର ସୁନା କନିଆଁ, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ବିଶ୍ୱନାଥ ମିଶ୍ର ଓ ଦିଲୀପ ମିଶ୍ର ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବିଶ୍ୱନାଥ ମିଶ୍ର । ଧନେଶ୍ୱର ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଓ ନିର୍ଦ୍ଦେଶନା ଦେଇଥିଲେ ।ଉତ୍ତମ ମହାନ୍ତି, ସିଦ୍ଧାନ୍ତ ମହାପାତ୍ର, ଜୟୀରାମ ସାମଲ, ବିଜୟ ମହାନ୍ତି, ଅପରାଜିତା ମହାନ୍ତି, ରଚନା ବାନାର୍ଜୀ, ଗୀତା ଦତ୍ତ, ନମ୍ରତା ଦାସ, ରାଇମୋହନ ପରିଡ଼ା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ମୁକୁନ୍ଦ ପ୍ରସାଦ ଦାସ ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧ ଓଡ଼ିଶାର ଜଣେ ସମାଜସେବୀ, ସ୍ୱାଧୀନତ ସଂଗ୍ରାମୀ, ରାଜନୀତିଜ୍ଞ ତଥା ପ୍ରଥମ ଓଡ଼ିଶା ବିଧାନ ସଭାର ବାଚସ୍ପତି ଥିଲେ । ଏହି ବିଧାନ ସଭାର ପ୍ରଥମ ଅଧିବେଶନ ୨୮-୭-୧୯୩୭ ତାରିଖ ଦିନ କଟକର ରେଭେନ୍ସା କଲେଜର ହଲରେ ବସିଥିଲା ଓ ସେହିଦିନ ହିଁ ଶ୍ରୀ ମୁକୁନ୍ଦ ପ୍ରସାଦ ଦାସ ବାଚସ୍ପତି ଭାବରେ ସର୍ବ ସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ସେତେବେଳେ ଓଡ଼ିଶା ବିଧାନ ସଭାର ସଦସ୍ୟ ସଂଖ୍ୟା ଥିଲା ୬୦ । ଏହି ପ୍ରଥମ ବିଧାନ ସଭାର ମୋଟ ୧୦ଟି ଅଧିବେଶନ (୧୮୮ ଦିନ) ହୋଇଥିଲା ଓ ଏହା ୧୪ ସେପ୍ଟଟେମ୍ବର ୧୯୪୫ ଦିନ ଭଂଗ ହୋଇଥିଲା ।
ଯେଉଁ ବର୍ଷ ବୈଶାଖ ଶୁକ୍ଳ ନବମୀ ଗୁରୁବାର ଶ୍ରବଣା ମକର ପଡ଼ିଥାଏ ସେହି ବର୍ଷ ଶ୍ରୀଜଗନ୍ନାଥଙ୍କର ରଘୁନାଥ ବେଶ ହୋଇଥାଏ । ୧୯୦୫ ସାଲ ଅପ୍ରେଲ ମାସ ୨୬ ତାରିଖ ଗୁରୁବାର ଦିନ ଶେଷ ଥର ନିମନ୍ତେ ରଘୁନାଥ ବେଶ ହୋଇଥିବାର ଉତ୍କଳ ଦୀପିକା ପତ୍ରିକାରେ ଯାହା ପ୍ରକାଶ ପାଇଛି ଓ ଶ୍ରୀମନ୍ଦିର ରେକର୍ଡରୁ ଜଣାଯାଇଛି। ୨ୟ ଥର ପ୍ରଚେଷ୍ଟା ବୈଠକ ଆଲୋଚନା ୧୯୮୩ରେ ଏଥିପାଇଁ ହୋଇ ବିଫଳ ହୋଇଛି। ଆଉ ରଘୁନାଥ ବେଶ ଭକ୍ତମାନେ ଦେଖି ପାରି ନାହାନ୍ତି। ମିଳୁଥିବା ତଥ୍ୟ ଅନୁଯାୟୀ ମୋଟ ୯ ଥର ରଘୁନାଥ ବେଶ ହୋଇଅଛି ଏବଂ ୧୯୦୫ ମସିହା ପରଠାରୁ ଶ୍ରୀମନ୍ଦିରରେ ଆଉ ଏହି ବେଶ ହୋଇନାହିଁ । ଏହି ବେଶରେ ଶ୍ରୀଜଗନ୍ନାଥ ରାମ ରୂପରେ କାଷ୍ଠ ନିର୍ମିତ ହସ୍ତ ପଦ ଯୁକ୍ତ ହୋଇଥାନ୍ତି। ବାମ ପାଦଟି ସିଂହାସନ ଉପରେ ଓ ଦକ୍ଷିଣ ପାଦଟି ତଳକୁ ଲମ୍ବି ରହିଥାଏ। ଧନୁ-ତୂଣୀର ଧାରଣ ସହ ସିଂହାସନରେ ବୀରାସନରେ ବସିଥାନ୍ତି। ଲକ୍ଷ୍ମୀ ପ୍ରତିମା ସୀତା ରୂପେ କୋଳରେ ସ୍ଥାନ ପାଇଥାନ୍ତି। ବଳଭଦ୍ର ଲକ୍ଷ୍ମଣ ରୂପେ ଧନୁପାଦ ଛନ୍ଦରେ ଦଣ୍ଡାୟମାନ ହୋଇ ହସ୍ତ ପଦ ଯୁକ୍ତ ହୋଇ ଦୁଇ ହସ୍ତରେ ଜଗନ୍ନାଥଙ୍କ ମସ୍ତକକୁ ଲମ୍ବି ଯାଇଥିବା ଛତ୍ରକୁ ଧରିଥାନ୍ତି। ଜଗନ୍ନାଥ-ରାମଙ୍କ ବାମ ପାର୍ଶ୍ଵରେ ଶତ୍ରୁଘ୍ନ, ଭରତ, ବଳଭଦ୍ର (ଲକ୍ଷ୍ମଣ)ଙ୍କ ଦକ୍ଷିଣରେ ବ୍ରହ୍ମା, ବଶିଷ୍ଠ ଇତ୍ୟାଦି ଋଷିମାନେ ଦଣ୍ଡାୟମାନ ହୋଇଥାନ୍ତି। ଅଙ୍ଗଦ ଚାମର ଧରି, ଜାମ୍ବବାନ କରଯୋଡି, ବିଭୀଷଣ କରଯୋଡି, ହନୁମାନ କରଯୋଡି ବସିଥାନ୍ତି।
ସପନର ପଥେ ପଥେ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ସାର୍ଥକ ମ୍ୟୁଜିକ ବ୍ୟାନନରେ ନିର୍ମିତ ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ । ଏହା ସାର୍ଥକର ୨୧ ତମ ଚଳଚ୍ଚିତ୍ର । ଡଃ ନିର୍ମଳ ନାୟକ ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଶାନ୍ତ ମଣି । ସୁଶାନ୍ତ ଚଳଚ୍ଚିତ୍ରଟିର ଚିତ୍ରନାଟ୍ୟ କାର୍ଯ୍ୟ ସହ ସମ୍ପାଦନା ମଧ୍ୟ କରିଥିଲେ । ଏହି ଚଳଚ୍ଚିତ୍ରର କାହାଣୀ ଏକ ସତ ଘଟଣା ଉପରେ ଆଧାରିତ ବୋଲି ନିର୍ଦ୍ଦେଶକ ସୁଶାନ୍ତ କହିଥିଲେ । ଗୀତିକାର ନିଜାମ୍ଙ୍କର ପୁଅ ଆସାଦ ନିଜାମ ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ନାୟକ ଅମ୍ଳାନ ଦାସ ଏବଂ ନବାଗତା ନାୟିକା ସନମୀରା ନାଗେଶ । ତୋର ଦିନେକୁ ମୋର ଦିନେ ଚଳଚ୍ଚିତ୍ର ପରେ ଅମ୍ଳାନ ସାର୍ଥକ ବ୍ୟାନନରେ ପୁଣିଥରେ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସନମୀରା ପୂର୍ବରୁ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ସିଦ୍ଧାନ୍ତ ମହାପାତ୍ର ଏହି ଚଳଚ୍ଚିତ୍ରରେ ଏକ ପୋଲିସ ଭୂମିକାରେ ଅଭିନୟ କରିଥିଲେ । ମନୋଜ ପଟ୍ଟନାୟକ, ପୃଥୀରାଜ, ଚିତ୍ତ ତ୍ରିପାଠୀ, ଟିକି ତ୍ରିପାଠୀ ଆଦି କଳାକାରମାନେ ଏହି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ଵରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଙ୍ଗ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
କୁନା ତ୍ରିପାଠୀ (ଜନ୍ମନାମ: ସତ୍ୟବ୍ରତ ତ୍ରିପାଠୀ), ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରୁଛନ୍ତି । ଏତଦ ବ୍ୟତୀତ ସେ ହାସ୍ୟାତ୍ମକ କବିତା, ଓଡ଼ିଆ ସାହିତ୍ୟ କବିତା, ଗପ ଆଦି ରଚନା ମଧ୍ୟ କରନ୍ତି । ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି । କୁନା ତ୍ରିପାଠୀ ଓ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍ରେ ଉପସ୍ଥାପକ ଭାବରେ ୨୦୦୭ରୁ କାର୍ଯ୍ୟ କରିଆସୁଛନ୍ତି । ୨୦୧୮ ମସିହା ମଇ ମାସରେ କୁନା "ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମ"ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଭିନକେନସ୍ପୋର୍ଟ (ଇଂରାଜୀ:Vinkensport, Vinkenzetting) ଏକ ପ୍ରାଣୀମାନଙ୍କ ଖେଳପ୍ରତିଯୋଗିତା ଯେଉଁଥିରେ ପୁରୁଷ କମନ ଚାଫିନଞ୍ଚ ପକ୍ଷୀମାନେ ଭାଗ ନେଇଥାନ୍ତି । ଗୋଟିଏ ଘଣ୍ଟାରେ ସର୍ବାଧିକ ଥର ରାବ କରିଥିବା ପକ୍ଷୀକୁ ବିଜୟୀ ଘୋଷଣା କରାଯାଏ । ଏହାକୁ ମଧ୍ୟ ଭିନକେନଜେଟ୍ଟିଙ୍ଗ କୁହାଯାଏ । ମୁଖ୍ୟତଃ ବେଲ୍ଜିଅମର ଡ଼ଚ ଅଧିବାସୀଙ୍କ ଅଞ୍ଚଳ ଫ୍ଲାନଡରସ୍ ସହରରେ ଏହି ପ୍ରତିଯୋଗିତାର ପ୍ରଚଳନ ଦେଖାଯାଏ ।
ଚିତଉ ଓଡ଼ିଶାରେ ତିଆରି ହେଉଥିବା ଏକ ପ୍ରକାରର ପିଠା । ଏହା ଶ୍ରାବଣ ମାସରେ ପାଳିତ ଓଡ଼ିଆ ଗଣପର୍ବ ଚିତାଲାଗି ଅମାବାସ୍ୟାରେ ଜଗନ୍ନାଥଙ୍କ ନିକଟରେ ଭୋଗ ଭାବେ ମଧ୍ୟ ଲାଗି ହୋଇଥାଏ । ଏହା ଗେଣ୍ଡେଇକଟା ଓଷା ନାମରେ ଉତ୍ତର ଓଡ଼ିଶାରେ ପାଳିତ ହୋଇଥାଏ । ଏହି ଦିନ ଗେଣ୍ଡାମାନଙ୍କୁ ପିଠା ଖାଇବାକୁ ଦେଲେ ସେମାନେ ଘରେ କାହାକୁ କାମୁଡ଼ନ୍ତି ନାହିଁ ବୋଲି ଲୋକବିଶ୍ୱାସ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଗୋପବନ୍ଧୁ ଚୌଧୁରୀ ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ନେତା ଥିଲେ । ସେ କଟକରେ ୮ ମଇ ୧୮୯୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଗୋକୁଳାନନ୍ଦ ଚୌଧୁରୀ କଟକରେ ଓକିଲାତି କରୁଥିଲେ । ଗୋପବନ୍ଧୁ ଯେଉଁ ଘରେ ଜନ୍ମଗ୍ରହଣ କରିଥିଲେ, ସେ ଘର ପରବର୍ତ୍ତୀ ସମୟରେ "ସ୍ଵରାଜ ଆଶ୍ରମରେ" ପରିଣତ ହୋଇଥିଲା । ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ଖେରସରେ ଶିକ୍ଷାରମ୍ଭ କରି, ସେ କଟକର ରେଭେନ୍ସା କଲିଜିଏଟ ସ୍କୁଲ ଓ ରେଭେନ୍ସା ମହାବିଦ୍ୟାଳୟ ହୋଇ କଲିକତାର ପ୍ରେସିଡେନ୍ସି କଲେଜରୁ କୃତିତ୍ଵର ସହ ସ୍ନାତକ ଓ ସ୍ନାତକୋତ୍ତର ଉପାଧୀ ହାସଲ କରିଥିଲେ ।କଲିକତାରେ ଆଇନ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରି ୧୯୧୭ ମସିହାରେ କଟକର ଡେପୁଟି ମାଜିଷ୍ଟ୍ରେଟ ରୂପେ ଅବସ୍ଥାପିତ ହୋଇଥିଲେ ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ଵାମୀ ନିଗମାନନ୍ଦ ସରସ୍ଵତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ଵାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତି ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କ ଦ୍ବାରା ସମ୍ଭବପର ହୋଇ ପାରିଥିଲା ।