ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଅରକ୍ଷିତ ଦାସ (ଆନୁମାନିକ ୧୭୮୦ରୁ ୧୭୮୮) ଜଣେ ଓଡ଼ିଆ କବି ଓ ହିନ୍ଦୁ ସନ୍ଥ। ସେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡିର ବିଜୟନଗର ଗଡ଼ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ପିଲାବେଳ ନାମ ଥିଲା ବଲଭଦ୍ର ଦାସ । ପିଳାବେଳୁ ତାଙ୍କର ଧର୍ମଭାବ ଜାଗ୍ରତ ହୋଇଥିଲା । ତାଙ୍କୁ ବାରବର୍ଷ ହୋଇଥିବାବେଳେ ତାଙ୍କରପିତା ପଦ୍ମନାଭ ଦେବ ପାଠ ପରୀକ୍ଷା କରିବା ସମୟରେ ସେ ପିତାଙ୍କୁ କହିଲେ, "ହେ ପିତା ! ମୁଁ ତ ପରମ ପାଠ ପଡୁଛି, ଅନ୍ୟପାଠ ପଢିବାର ପ୍ରୟୋଜନ କ'ଣ ?" ଏହିପରି ଚିନ୍ତାରୁ ନିବୃତ କରିବାପାଇଁ ତାଙ୍କ ପିତା ରାଜକନ୍ୟାକୁ ବିବାହ ଦେବା କଥା କହିବାରୁ ମହାମୁନି କପିଳ ଶୁଭଦେବଙ୍କ ଭଳି ପିତାଙ୍କୁ ପରମ ତତ୍ତ୍ଵ ବୁଝାଇ କହିଲେ, "ହେ ପିତା !
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କଳସା ଚଉତିଶାଟି ଓଡ଼ିଆ ଭାଷାର ପ୍ରାଚୀନତମ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ଏହା ବଚ୍ଛା ଦାସଙ୍କଦ୍ଵାରା ୧୩ଶ -୧୪ଶ ଶତକରେ ରଚିତ । ଚଉତିଶାଟି ଶିବ ପାର୍ବତୀଙ୍କ ବିବାହକୁ ଆଧାରିତ କରି ରଚନା କରାଯାଇଅଛି । କବିଙ୍କ ବର୍ଣ୍ଣନାରେ ଶିବ ଏକ ବୃଦ୍ଧ ରୂପରେ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ବିବାହ ମଣ୍ଡପରେ ବିରାଜିତ ହୋଇଅଛନ୍ତି । ନିଜର ଭାବୀ ପତିଙ୍କୁ ଏପରି ବେଶରେ ଦେଖି ପାର୍ବତୀ ଅତ୍ୟନ୍ତ କାତର ହୋଇପଡ଼ିଛନ୍ତି । ପରିଶେଷରେ ଶିବ ନିଜର ପ୍ରକୃତ ରୂପ ପ୍ରକାଶ କରିଛନ୍ତି ଏବଂ ବିବାହ ଉତ୍ସବ ଖୁବ୍ ସମାରୋହରେ ସମ୍ପନ୍ନ ହୋଇଛି । ସମଗ୍ର ଚଉତିଶାଟିରେ ଏହି କାହାଣୀକୁ ହାସ୍ୟରସର ସହିତ ପରିବେଷଣ କରାଯାଇଛି । ଏଥିରେ ୩୪ଟି ଚଉତିଶା ଅକ୍ଷର କ୍ରମରେ ରହିଛି । ଏଥିରେ ଉମା-ଶିବଙ୍କର କାହାଣୀ କମ ବୟସୀ ଦାସୀମାନଙ୍କୁ କାମାତୁର ବୁଢ଼ା ଧନିକମାନଙ୍କୁ ବିକ୍ରି କରାଯିବାର ସାମାଜିକ କୁସଂସକାରକୁ ଇଙ୍ଗିତ କରିଥାଏ ଯହିଁ ବର ମୃତ-ପ୍ରାୟ ହୋଇଥିବା ବୁଢ଼ା ଧନିକ ବରକୁ ସୂଚାଇଥାଏ । ଏହାର କବି ବଛା ଦାସଙ୍କ ଜୀବନ କାଳ ବାବଦରେ କିଛି ଜଣା ନଥିବାରୁ ଏହାର ରଚନା କାଳ ଏକ ବିବାଦୀୟ ଘଟଣା । ଏହା ସାରଳା ଦାସଙ୍କ ମହାଭାରତ ଠାରୁ ପୁରୁଣା ବୋଲି ଏକ ସ୍ଥାନରେ ଦର୍ଶାଯାଇଛି ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ବୁପ୍ରେନର୍ଫିନ/ନାଲୋକ୍ସୋନ (ଇଂରାଜୀ ଭାଷାରେ Buprenorphine/naloxone ଯାହାର ଏକ ବ୍ୟବସାୟୀକ ନାମ ସୁବୋକ୍ସୋନ/Suboxone) ପ୍ରକୃତରେ ଦୁଇଟି ଔଷଧର ଏକ ମିଶ୍ରଣ (combination medication) ଯେଉଁଥିରେ ବୁପ୍ରେନର୍ଫିନ ଓ ନାଲୋକ୍ସୋନ ଔଷଧ ଦ୍ୱୟ ଥାଏ । ଓପିଅଏଡ ବେମାରୀର (opioid use disorder) ଚିକିତ୍ସା ନିମନ୍ତେ ଏହା ସହିତ କାଉନସେଲିଙ୍ଗର (counselling) ଆବଶ୍ୟକତା ଥାଏ । ଉଇଥଡ୍ରଆଲ ଲକ୍ଷଣ ପ୍ରାୟ ୨୪ ଘଣ୍ଟା ମଧ୍ୟରେ କମିଯାଏ । ଜିଭ ତଳେ under the tongue ବା ପାଟି ଭତରେ in the cheek ବୁପ୍ରେନର୍ଫିନ/ନାଲୋକ୍ସୋନ ରଖି ଚିକିତ୍ସା କରାଯାଏ ।ଏହାର ପାର୍ଶ୍ୱ ପ୍ରତିକ୍ରିୟାରେ କମ୍ ଶ୍ୱାସକ୍ରିୟା (respiratory depression/ decreased breathing), ନିମ୍ନ ରକ୍ତଚାପ (low blood pressure), ଛୋଟ ଆଖି ପିତୁଳା (small pupils) ଓ ନିଦ୍ରାଳୂ ଭାବ ଦେଖାଯାଏ । ମେଥାଡନ ଅପେକ୍ଷା ବୁପ୍ରେନର୍ଫିନ/ନାଲୋକ୍ସୋନର ମାତ୍ରାଧିକ ହେବା ସଙ୍କଟ କମ୍ ଥାଏ । କିନ୍ତୁ ମେଥାଡନ ଅପେକ୍ଷା ବୁପ୍ରେନର୍ଫିନ/ନାଲୋକ୍ସୋନ ଚିକିତ୍ସା ଶୀଘ୍ର ବନ୍ଦ କରିଦିଅନ୍ତି । ଗର୍ଭାବସ୍ଥାରେ ମେଥାଡନ ଅଧିକ ପସନ୍ଦ କରାଯାଏ ।ଅଳ୍ପ ମାତ୍ରାରେ ବୁପ୍ରେନର୍ଫିନ ସାଧାରଣ ଓପିଅଏଡ (opioid) ପ୍ରଭାବ ଦେଖାଏ କିନ୍ତୁ ଅଧିକ ମାତ୍ରାରେ ଅଧିକ ପ୍ରଭାବ ଦେଖାଏ ନାହିଁ । ଏହି କାରଣରୁ ଏହାର ଅଧିକ ମାତ୍ରାର ସଙ୍କଟ ଅନ୍ୟ ଓପିଅଏଡ ଅପେକ୍ଷା କମ ଥାଏ । ନାଲୋକ୍ସୋନ ଏକ ଓପିଅଏଡ ପ୍ରତିରୋଧକ (opioid antagonist) ଯାହାକୁ ଇଞ୍ଜେକସନ ଆକାରରେ ଦେଲେ ଅନ୍ୟାନ୍ୟ ଓପିଅଏଡମାନଙ୍କୁ ଅବରୋଧ କରେ । ପାଟିରେ ଦେଲେ ନାଲୋକ୍ସୋନ ସ୍ୱଳ୍ପ ଅବଶୋଷିତ ହୁଏ ଓ ଇଞ୍ଜେକସନର ଅପବ୍ୟବହାର ରୋକିବା ନିମନ୍ତେ ଏହା ଦିଆଯାଏ । ତଥାପି ଇଞ୍ଜେକସନ ଓ ନାସା ପଥରେ ଏହା ନେଇ ଅପବ୍ୟବହାର ହେଉଛି । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଅପବ୍ୟବହାର ହାର ଅନ୍ୟାନ୍ୟ ଓପିଅଏଡ ଅପେକ୍ଷା କମ୍ ।ବୁପ୍ରେନର୍ଫିନ/ନାଲୋକ୍ସୋନର ଏହି ଫର୍ମୁଲା ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ସନ ୨୦୦୨ରେ ସ୍ୱୀକୃତ ହୋଇଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଦୈନିକ ଡୋଜର ମୂଲ୍ୟ ସନ ୨୦୧୭ରେ ୨.୩୨ ରୁ ୩.୧୫ ଆମେରୀକୀୟ ଡଲାର ଥିଲା । ସନ ୨୯୧୫ରେ ଇଂଲଣ୍ଡରେ ଏହାର ମୂଲ୍ୟ ଦୈନିକ ୦.୯୦ ରୁ ୨.୭୨ ପାଉଣ୍ଡ ଥିଲେ । ମଧ୍ୟ ୨୦୧୮ରେ ଏହାର ଏକ ଜେନେରିକ ସଂସ୍କରଣ (generic version) ସ୍ୱୀକୃତ ହୋଇଥିଲା ।
ଓଳାଶୁଣି ଗୁମ୍ଫା (ବା ଓଳାଶୁଣୀ ଗୁମ୍ଫା) କେନ୍ଦ୍ରପଡା, କଟକ, ଯାଜପୁର ଜିଲ୍ଲାର କେନ୍ଦ୍ରରେ ଦଣ୍ଡାୟମାନ ଓଳାଶୁଣି ପାହାଡ଼ରେ ଅବସ୍ଥିତ । ରାଜଧାନୀ ଭୁବନେଶ୍ଵରରୁ ୮୦ କିଲୋମିଟର ଦୁରରେ ରହିଛି ଏହି ପାହାଡ଼ । ଦୈତାରିରୁ ପାରାଦିପ ଲମ୍ବିଯାଇଥିବା ୫ ନଂ (କ ) ରାଜପଥ ନିକଟରେ ଛିଡା ହୋଇଛି ଏହି ଓଳାଶୁଣି ପାହାଡ ଓରଫ ଗୁମ୍ଫା ପାହାଡ । ପାରାଦ୍ଵୀପକୁ ଯିବବେଳେ ସ୍ଥଳ ଭାଗର ଏହା ହେଉଛି ଶେଷ ପାହାଡ଼ | ଏହି ଓଳାଶୁଣି ପାହାଡ଼ ସନ୍ଥ ଅରକ୍ଷିତ ଦାସଙ୍କ ସମାଧି ପୀଠ ହୋଇଥିଲେ ବି ଗୋଟିଏ ପର୍ଯ୍ୟଟନ ସ୍ଥଳ ଭାବରେ ପରିଚିତ ।
ବନବାସୀ ପଟନାୟକ (Banabasi Patnaik) ଓଡ଼ିଶା ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବାରେ ପ୍ରଥମ ଦଳରେ (୧୯୪୯-୧୯୫୦) ଜଣେ କ୍ରିକେଟ ଖେଳାଳୀ ଥିଲେ । ଓଡ଼ିଶା ପାଇଁ ଖେଳିବା ପୂର୍ବରୁ ସେ ବିହାର ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ମ୍ୟାଚ ଖେଳିଥିଲେ । କୌଣସି ବିଦେଶୀ ଭ୍ରମଣକାରୀ ଦେଶ ବିପକ୍ଷରେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିବାରେ ସେ ପ୍ରଥମ ଓଡ଼ିଆ । ସେ ମଧ୍ୟ ଓଡ଼ିଶା କ୍ରିକେଟ ଦଳର ପ୍ରଥମ ବିଜୟୀ ଅଧିନାୟକ ଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଖୁଦୁରୁକୁଣି ଓଷା ଏକ ପାରମ୍ପାରିକ ଓଡ଼ିଆ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହା କୁଆଁରୀ ଓଡ଼ିଆ ଝିଅ ଦେଇ ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ ।ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସରୋର ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ସ୍ଥିତ । ଏହା ଭରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହିନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ଵାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।