ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମାଗରିଟ୍ ଏଲିଜାବେଥ୍ ନୋବେଲ୍ଙ୍କ ଜନ୍ମ ୨୮ ଅକ୍ଟୋବର, ୧୮୬୭ରେ ଆୟର୍ଲ୍ୟାଣ୍ଡର ଦୁଙ୍ଗାନାଁନ ଗ୍ରାମରେ ହୋଇଥିଲା। ତାଙ୍କ ମାତାଙ୍କ ନାମ ମୈରୀ ଇସାବେଲ୍ ଓ ପିତାଙ୍କ ନାମ ସୈମୁଅଲ୍ ରିଚ୍ମଣ୍ଡ୍ ନୋବେଲ୍ ଥିଲା।ନୋବେଲ୍ଙ୍କ ବଂଶଜ ସ୍କଟିଜ୍ ଥିଲେ କିନ୍ତୁ କିନ୍ତୁ ସେ ନିଜ ପିଲାଦିନ ଆୟର୍ଲ୍ୟାଣ୍ଡରେ ଅତିବାହିତ କରିଥିଲେ।ତାଙ୍କ ପିତା ଜଣେ ପୂଜାରୀ ଥିଲେ,ଯିଏକି ଭଗିନୀ ନିବେଦିତାଙ୍କୁ ବହୁତ ମହତ୍ତ୍ୱପୂର୍ଣ୍ଣ କଥା ଶିଖାଇଥିଲେ,"ମଣିଷର ପୂଜା କରିବା ଭଗବାନଙ୍କ ପୂଜା କରିବା ସହ ସମାନ"।ଯେତେବେଳେ ଭଗିନୀ ନିବେଦିତା ଏକ ବର୍ଷର ହୋଇଥିଲେ ସେତେବେଳେ ସୈମୁଅଲ୍ ଇଂଲଣ୍ଡର ମଞ୍ଚେଷ୍ଟର୍ ଚାଲିଗଲେ।ସେତେବେଳେ କିଶୋରୀ ନିବେଦିତା ନିଜ ଆଇଙ୍କ ସହ ହୈମିଲ୍ଟନ୍, ଆୟାର୍ଲ୍ୟାଣ୍ଡ୍ରେ ରହୁଥିଲେ।ସେ ଯେତେବେଳେ ୪ ବର୍ଷର ହେଲେ ସେତେବେଳେ ସେ ନିଜ ପିତାଙ୍କ ସହ ରହିଲେ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନ ଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି" ର ଅର୍ଥ "ଶୀଘ୍ର" କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କ ଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟ ରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଫାଷ୍ଟ ଏଡ୍ ଏକ ସାହାଯ୍ୟର ନାମ ଯାହା ହଠାତ୍ ରୋଗଗ୍ରସ୍ତ ବା ଆଘାତପ୍ରାପ୍ତ ଯେ କୌଣସି ଲୋକକୁ ଦିଆଯାଏ, ଜୀବନ ବଞ୍ଚେଇବା ନିମନ୍ତେ, ଅବସ୍ଥା ଖରାପ ଦିଗକୁ ଯିବାକୁ ପ୍ରତିରୋଧ କରିବା ଓ ପୁନଃ ସ୍ୱାସ୍ଥ୍ୟ ଲାଭ ନିମନ୍ତେ ସାହାଯ୍ୟ କରାଯାଏ । ଜଟିଳ ଅବସ୍ଥାରେ ଡାକ୍ତରୀ ସାହାଯ୍ୟ ପାଇବା ପୂର୍ବରୁ ପ୍ରାଥମିକ ସେବା ଉପଲବ୍ଧ କରେଇବା ଯେପରିକି ଆମ୍ବୁଲାନ୍ସ ଆସିବା ପୂର୍ବରୁ ହୃତ୍ପିଣ୍ଡ-ଫୁସଫୁସ ପୁନଃସ୍ଥାପନ (ସିପିଆର) କରିବା ଓ ଛୋଟ ଅବସ୍ଥାରେ ସମ୍ପୁର୍ଣ୍ଣ ଚିକିତ୍ସା କରିବା ଯେପରିକି କ୍ଷତ ଚିକିତ୍ସା ବା ହାଡ଼ ଭାଙ୍ଗିଥିଲେ ପ୍ଲାଷ୍ଟର ଲଗେଇବା ଇତ୍ୟାଦି କରିବାକୁ ହୁଏ । ସାଧାରଣ ଲୋକ ବା ପ୍ରାଥମିକ ଫାଷ୍ଟ ଏଡ୍ ଶିକ୍ଷା ପ୍ରାପ୍ତ ବା ଅନୁଭବପ୍ରାପ୍ତ ଲୋକ ଏହା କରନ୍ତି । ମାନସିକ ସ୍ୱାସ୍ଥ୍ୟ ଫାଷ୍ଟ ଏଡ୍ ଏକ ନୂଆ ବିସ୍ତାର ଯାହା ମାନସିକ ରୋଗୀଙ୍କ ନିମନ୍ତେ କରାଯାଉଛି ।
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ହାଇପରଟ୍ରଫିକ କାର୍ଡ଼ିଓମାୟୋପାଥି ବା ଏଚସିଏମ (ଇଂରାଜୀ ଭାଷାରେ Hypertrophic cardiomyopathy/ HCM) ଏକ ରୋଗ ଯେଉଁଥିରେ ହୃତ୍ପିଣ୍ଡର ଏହ ଅଂଶ ଅକାରଣ ହାଇପରଟ୍ରଫି (thickened) ବା ମୋଟା ହୋଇଯାଏ । ଏହା ଫଳରେ ରକ୍ତ ପମ୍ପ କରିବା ଦକ୍ଷତା ହୃତ୍ପିଣ୍ଡର କମିଯାଏ । ସାଧାରଣତଃ ଥକ୍କା ଅନୁଭବ, ପାଦ ଇଡିମା ବା ଫୁଲା (leg swelling), ଅଣନିଶ୍ୱାସୀ (shortness of breath) ଇତ୍ୟାଦି ଲକ୍ଷଣ ଦେଖାଯାଏ । ଛାତି ଯନ୍ତ୍ରଣା (chest pain ଓ ଅଚେତ ମଧ୍ୟ ହୋଇପାରେ । ରୋଗ ଜଟୀଳ ହେଲେ ହୃଦ୍ପାତ, ହୃତ୍ପିଣ୍ଡ ଆରିଦମିଆ (irregular heartbeat), ହଠାତ୍ ହୃତ୍ପିଣ୍ଡ ମୃତ୍ୟୁ (sudden cardiac death) ହୋଇପାରେ ।ଏଚସିଏମ ରୋଗ ସାଧାରଣତଃ ପିତାମାତାଙ୍କଠାରୁ ବଂଶାନୁକ୍ରମରେ ଆସିଥାଏ । ଅନେକ ସମୟରେ ହୃତ୍ପିଣ୍ଡର ମାଂସପେଶୀ ତିଆରି କରୁଥିବା ଜିନର ମ୍ୟୁଟେସନ ଯୋଗୁ ହୁଏ । ଫାବ୍ରି ଡିଜିଜ (Fabry disease), ଫ୍ରିଡ୍ରିକ୍ସ ଆଟାକ୍ସିଆ (Friedreich's ataxia ଓ ଟାକ୍ରୋଲିମସ (tacrolimus) ଭଳି ଔଷଧ ଯୋଗୁ ମଧ୍ୟ ହୋଇଥାଏ । ଏହା କାର୍ଡ଼ିଓମାୟୋପାଥି ଦଳର ଏକ ରୋଗ ଯାହା ମାୟୋକାର୍ଡ଼ିଅମକୁ (heart muscle) ଆକ୍ରମଣ କରେ । ଇସିଜି (Electrocardiogram), ଇକୋକାର୍ଡ଼ିଓଗ୍ରାମ (echocardiogram), ସ୍ଟେସ ଟେଷ୍ଟିଙ୍ଗ (stress testing) କରି ରୋଗ ନିର୍ଣ୍ଣୟ କରାଯାଏ । ଜେନେଟିକ ଟେଷ୍ଟିଙ୍ଗ (genetic testing ମଧ୍ୟ କରାଯାଏ ।ଚିକିତ୍ସାରେ ବିଟା ବ୍ଲକର (en:Beta blockers), ଡାଇୟୁରେଟିକସ (diuretics), ଡାଇସୋପାଇରାମାଇଡ (disopyramide) ଔଷଧ ଦିଆଯାଏ । ଅନିୟମିତ ହୃଦ୍ଗତି ସମ୍ପନ୍ନ କେତେକ ରୋଗଙ୍କୁ ଇମ୍ପ୍ଲାଣ୍ଟେବ୍ଲ କାର୍ଡ଼ିଆକ ଡିଫିବ୍ରିଲେଟର (implantable cardiac defibrillator ଦେବାକୁ ସୁପାରିସ କରାଯାଏ । କୌଣସି ଉପାୟରେ ଭଲ ନ ହେଲେ ସେପ୍ଟାଲ ମାୟେକ୍ଟୋମି (septal myectomy) ବା ହୃତ୍ପିଣ୍ଡ ଟ୍ରାନ୍ସପ୍ଲାଣ୍ଟ (heart transplant) ଅପରେଶନ କରାଯାଏ । ଉପଯୁକ୍ତ ଚିକିତ୍ସା ମିଳିଲେ ମୃତ୍ୟୁ ସଙ୍କଟ ବାର୍ଷିକ ୧%ରୁ କମ୍ ହୁଏ ।ପ୍ରତି ୫୦୦ଲୋକରେ ଜଣକର ଏହି ରୋଗ ଥାଏ । ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ସବୁ ବୟସରେ ମଧ୍ୟ ଆକ୍ରନ୍ତ ହୋଇପାରିବେ । ସନ ୧୯୫୮ରେ ଏହି ବିଷୟ ପ୍ରଥମେ ଡୋନାଳ୍ଡ ଟିଅର (Donald Teare) ବର୍ଣ୍ଣନା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଇବୋଲା ଭୂତାଣୁ ରୋଗ (ଇଂରାଜୀ: Ebola virus disease ବା EVD କିମ୍ବା Ebola hemorrhagic fever ବା EHF) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ଵାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ଵର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ଵୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।.ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ଵାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ. ଓ ଭୂତାଣୁ ଉପସ୍ଥିତି ନିମନ୍ତେ ରକ୍ତ ପରୀକ୍ଷା କରି ସିଦ୍ଧାନ୍ତରେ ଉପନିତ ହେବାକୁ ପଡେ । ସଂକ୍ରମିତ ମାଙ୍କଡ ଓ ଘୁଷୁରିଠାରୁ ରୋଗ ବିସ୍ତାର ରୋକି ପାରିଲେ ଏହି ରୋଗକୁ ପ୍ରତିରୋଧ କରିହେବ । ରୋଗାକ୍ରାନ୍ତ ପଶୁଙ୍କୁ ମାରି ଶବକୁ ଉପଯୁକ୍ତ ଭାବରେ ନଷ୍ଟ କଲେ ଏହା ସମ୍ଭବ ହେବ । ଭଲ ଭାବରେ ମାଂସ ରାନ୍ଧିଲେ ଓ ମାଂସ ଧରିବା ବେଳେ ନିଜ ହାତରେ ଦସ୍ତାନା ପିନ୍ଧିଲେ, ରକ୍ଷାକାରୀ ପୋଷାକ ପିନ୍ଧିଲେ ଓ ରୋଗାକ୍ରାନ୍ତ ଲୋକ ଭଲ ଭାବରେ ହାତ ଧୋଇଲେ ରୋଗ ସଂକ୍ରମଣରୁ ରକ୍ଷା ମିଳେ । ଦେହ ନିର୍ଗତ ପଦାର୍ଥ ଓ ତନ୍ତୁ ସମୂହ ଅତି ଯତ୍ନ ସହକାରେ ଧରିବାକୁ ହୁଏ ।.
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ଵ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
କ୍ଲାଉଡ଼ ଟେକ୍ନୋଲୋଜି ଏକ ଇଣ୍ଟରନେଟଦ୍ଵାରା ପ୍ରଚଳିତ ଟେକ୍ନୋଲୋଜି । ଏହାକୁ ଅନ୍ ଡିମାଣ୍ଡ କମ୍ପ୍ୟୁଟିଙ୍ଗ ମଧ୍ୟ କୁହାଯାଏ । ଏଠାରେ ଡାଟା ଓ ରିସୋରସ୍ ଗୁଡିକ ଏକ ଗ୍ରୁପ୍ ମଧ୍ୟରେ ଯୋଡି ହୋଇଥିବା କମ୍ପୁଟର ସହିତ ବଣ୍ଟନ କରାଯାଇଥାଏ । ଏକ ଗ୍ରୁପ୍ରେ ଯୋଡିହୋଇରହିଥିବା କମ୍ପୁଟର ମାନଙ୍କୁ ଏକ ସମୂହକୁ ଏହି ଡାଟା ଏବଂ ରିସୋରସ୍ ସବୁ ଦେଖିପାରିବେ । କ୍ଲାଉଡ୍ କମ୍ପୁଟିଂଗ୍ ଓ ଷ୍ଟୋରେଜ୍ ସଲୟୁସନ୍ କ୍ଲାଉଡ୍ ଟେକ୍ନୋଲଜି ବ୍ୟବହାରକାରିଙ୍କୁ ଓ ସଂସ୍ଥା ମାନଙ୍କୁ ଷ୍ଟୋରେଜ୍ ପାଇଁ ଜାଗା ପ୍ରଦାନ କରେ ଓ ଥାର୍ଡ ପାର୍ଟି ଡାଟା ସେଣ୍ଟର୍ଦ୍ଵାରା ତାଙ୍କର ଷ୍ଟୋର କରିଥିବା ଡାଟାକୁ ପ୍ରକ୍ରିୟା କରିବାର କ୍ଷମତା ଦିଏ । କ୍ଲାଉଡ୍ ଟେକ୍ନୋଲାଜି ନେଟୱର୍କିଂ ପାଇଁ ଏକ ଆଦର୍ଶ । ଏହା ସର୍ବବ୍ୟପୀ, ସୁବିଧାଜନକ, ଓ ଅନ୍-ଡିମାଣ୍ଡରେ (ଆବଶ୍ୟକତା ଅନୁସାରେ) ଏକ ନେଟୱର୍କ୍-କମ୍ପୁଟର ରିସୋର୍ସକୁ ନିଜର କ୍ଲାଉଡ୍ର ରିସୋର୍ସ୍ ବ୍ୟବହାର କରିବାର ଅନୁମତି ଓ ସୁବିଧା ମଧ୍ୟ ପ୍ରଦାନ କରିଥାଏ । ବଦଳ କରିହେଉଥିବା କମ୍ପ ରେସୋର୍ସ୍ ନେଟ୍ଵର୍କ, ସର୍ଭର, ଷ୍ଟୋରେଜ, ଆପ୍ଲିକେସନ୍ ଓ ସର୍ଭିସ୍ର ଏକ ସମୁହ । ଏହାକୁ ଅତି ଶୀଘ୍ର ଭାବରେ ଅଳ୍ପ ଖର୍ଚରେ ମ୍ୟନେଜ୍ କରିହୁଏ । ପ୍ରସ୍ତାବକ ଏହା ଦାବୀ କରନ୍ତି ଯେ କ୍ଲାଉଡ କମ୍ପ୍ୟୁଟିଙ୍ଗ୍ ବଡ ବଡ ଅନୁଷ୍ଠାନ ମାନଙ୍କୁ ନିଜର ପରିକଳ୍ପନା ଉପରେ ନିଜର ଧ୍ୟାନ କନ୍ଦ୍ରିତ କରି ଇନ୍ଫାଷ୍ଟ୍ରକ୍ଚର ଖର୍ଚ କମ କରିବାରେ ସାହଜ୍ୟ କରିଥାଏ । ଏହି ଅନୁଷ୍ଠାନ ଗୁଡିକ ଏହା ମଧ୍ୟ ଦାବି କରନ୍ତି ଯେ ଉଦ୍ୟୋଗ କର୍ମୀ ମାନଙ୍କ ପାଇଁ ତାଙ୍କର ଆପ୍ଲିକେସନକୁ ଦ୍ରୁତ ଗତିରେ ଚଳାଇବା ପାଇଁ ଓ ଅଧିକ ସୁବିଧାରେ ଓ କମ୍ ଭରଣପୋଷଣ କରି ଚଳାଇରଖିବାକୁ କ୍ଲାଉଡ ଟେକ୍ନୋଲଜି ସୁବିଧା ପ୍ରଦାନ କରେ । ଆଇ.ଟିର ଦ୍ରୁତଗତିରେ ବୃଦ୍ଧି ହେଉଥିବା ବେଳେ ବ୍ୟବସାୟ ଡିମାଣ୍ଡ ଓ ବୃଦ୍ଧି-ହ୍ରାସକୁ ସଠିକ୍ ଭାବରେ ବ୍ୟବସ୍ଥିତ କରିବା ପାଇଁ ମଧ୍ୟ କ୍ଲାଉଡ୍ ଟେକ୍ନୋଲଜି ସହଜୋଗ କରିଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସମ୍ବଲପୁରୀ ନାଚ ମୁଖ୍ୟତ ଓଡ଼ିଶାର ପଶ୍ଚିମାଞ୍ଚଳରେ ଆଦୃତ ଏକ ଲୋକ ନୃତ୍ୟ । ସେହି ଅଞ୍ଚଳରେ ବାସ କରୁଥିବା ଆଦିବାସୀ ତଥା ଅନ୍ୟ ସମ୍ପ୍ରଦାୟର ଲୋକମାନେ ପୂଜା ପାର୍ବଣ ଓ ଅନ୍ୟ ମେଳା ମଉଛବରେ ଏହି ନାଚ କରିଥାନ୍ତି । ବିଶେଷ ଭାବେ ଏହି ନାଚ ଶୈଳୀରେ ଦେହ ଓ ମୁଖର ବିଭିନ୍ନ ଭଙ୍ଗୀ ଉପରେ ଗୁରୁତ୍ୱ ଦିଆ ହୋଇଥାଏ । ଜଙ୍ଗଲରେ ବସବାସ କରୁଥିବା ଆଦିବାସୀମାନେ ସାଧାରଣତ ଜହ୍ନରାତିରେ ମୁକ୍ତଭାବେ ଏହା ପ୍ରଦର୍ଶନ କରିଥାନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ପ୍ରଥମ ମହିଳାମାନଙ୍କ ତାଲିକା
ଏହା ସମୟ କ୍ରମେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଓଡ଼ିଶାର ପ୍ରଥମ ମହିଳାମାନଙ୍କ ତାଲିକା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।