ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବ ମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ବ୍ରାହ୍ମଣୀ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ । ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀ ଝାଡ଼ଖଣ୍ଡ ରାଜ୍ୟର ଛୋଟନାଗପୁର ମାଳଭୂମିରୁ ବାହାରିଛନ୍ତି । ଏହି ଦୁଇନଦୀ ସୁନ୍ଦରଗଡ଼ ଜିଲ୍ଲାରେ ରାଉରକେଲା ସହର ନିକଟବର୍ତୀ ପାନପୋଷଠାରେ ମିଳିତ ହୋଇ ଗୋଟିଏ ନଦୀ ହୋଇଛନ୍ତି । ଏହାର ନାମ ବ୍ରାହ୍ମଣୀ । ଏହା କଟକ ଜିଲ୍ଲା ଓ ଯାଜପୁର ଅଞ୍ଚଳରେ ବୈତରଣୀ ନଦୀ ସହିତ ମିଶି ବଙ୍ଗୋପସାଗରରେ ପଡ଼ିଅଛି । ବଣାଇଗଡ଼, ଭୁବନ, ତାଳଚେର ଓ ଜେନାପୁର ଏହି ନଦୀର କୂଳରେ ଅବସ୍ତିତ । ବ୍ରାହ୍ମଣୀ ନଦୀରେ ବେଶି ବନ୍ୟା ହେଲେ ଯାଜପୁର ଅଞ୍ଚଳର କ୍ଷତି ହୁଏ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ବିଦୀର୍ଣ୍ଣ ଆକିଲେସ ଟେଣ୍ଡନ (ଇଂରାଜୀ ଭାଷାରେ Achilles tendon rupture) ନାମ ଦିଆଯାଏ ଯେତେବେଳେ ବଳାଗଣ୍ଠି ବା ଆଙ୍କଲ୍ (ankle) ପଛପାଖରେ ଥିବେ ଆକିଲେସ ଟେଣ୍ଡନ (Achilles tendon) ଛିଣ୍ଡିଯାଏ । ଏଥିରେ ଗୋଇଠିରେ ହଠାତ୍ ପ୍ରବଳ ଯନ୍ତ୍ରଣା ହୁଏ । ଟେଣ୍ଡନ ଛିଣ୍ଡିବା ସମୟରେ ଶବ୍ଦ ହୁଏ ଓ ଚାଲିବା କଷ୍ଟକର ହୁଏ ।କାଫ ମାଂସପେଶୀ କର୍ମରତ ଥିବାବେଳେ ହଠାତ୍ ପାଦ ଡର୍ସିଫ୍ଲେକ୍ସ (bending up of the foot) ହେଲେ, ସିଧା ସଳଖ ଆଘାତପ୍ରାପ୍ତ ହେଲେ ବା ଦୀର୍ଘସ୍ଥାୟୀ ଟେଣ୍ଡୋନାଇଟିସ (tendonitis) ରୋଗ ଥିଲେ ଏହି ଟେଣ୍ଡନ ଛିଣ୍ଡିଯାଏ । ବିଭିନ୍ନ ଔଷଧ ଓ ରୋଗ ଯେପରିକି ଫ୍ଲୋରୋକୁଇନୋଲୋନ (Fluoroquinolones), ବ୍ୟାୟାମର ଉଲ୍ଲେଖନୀୟ ପରିବର୍ତ୍ତନ, ରିଉମାଟଏଡ ଆର୍ଥ୍ରାଇଟିସ, ଗାଉଟ୍, (କର୍ଟିକୋସ୍ଟିରଏଡ) (corticosteroid) ଥିଲେ ଏହି ଛିଣ୍ଡିବା ସଙ୍କଟ ରହେ । ଲକ୍ଷଣ ଅନୁସାରେ, ଶାରୀରିକ ପରୀକ୍ଷା (examination) ଓ ମେଡିକାଲ ଇମେଜିଙ୍ଗ (medical imaging) କରି ରୋଗ ନିର୍ଣ୍ଣୟ କରାଯାଏ । କୌଣସି କାମ କରିବା ପୂର୍ବରୁ ଗଣ୍ଠିରେ ଅବୟବମାନଙ୍କୁ ଚଳପ୍ରଚଳ କଲେ ଏହାର ପ୍ରତିଷେଧ ହୋଇପାରେ । ଚିକିତ୍ସା ନିମନ୍ତେ ପାଦ ଓ ଗୋଡ଼ ଆଙ୍ଗୁଠିମାନ ଅଳ୍ପ ପରିମାଣରେ ତଳ ଆଡ଼କୁ ରଖି (pointed down) ପ୍ଲାସ୍ଟର (casting) କରାଯାଏ ବା ଅପରେଶନ କରାଯାଏ । ୪ ସପ୍ତାହ ମଧ୍ୟରେ ଓଜନ ନେବାକୁ ଚେଷ୍ଟା କରାଯାଏ । ପ୍ଲାସ୍ଟର କଲେ ମଧ୍ୟ ପ୍ରାୟ ୨୫% ଲୋକଙ୍କର ଆଉଥରେ ଛିଣ୍ଡିଯିବା ସମ୍ଭାବନ ରହେ । ଚାରି ସପ୍ତାହ ମଧ୍ୟରେ ଚିକିତ୍ସା ଆରମ୍ଭ ନହୋଇଥିଲେ ଫଳାଫଳ ଭଲ ହୁଏନାହିଁ । ପ୍ରତି ବର୍ଷ ପ୍ରତି ୧୦,୦୦୦ ଲୋକରେ ଜଣକର ଆକିଲେସ ଟେଣ୍ଡନ ଛିଣ୍ଡିଯାଏ । ମହିଳାଙ୍କ ଅପେକ୍ଷା ପୁରୁଷମାନଙ୍କର ଅଧିକ ଛିଣ୍ଡୈ । ତିରିଶରୁ ପଚାଶ ଦଶକ ମଧ୍ୟରେ ସାଧାରଣତଃ ଏଭଳି ହୁଏ । ଗ୍ରୀସ ଦେଶର ହିରୋ ଆକିଲେସଙ୍କ Achilles ନାମାନୁସାରେ ସନ ୧୬୯୩ରେ ଏହାର ନାମକରଣ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଖଲିପତ୍ର, ପୂଜାପର୍ବାଣି ବା ଭୋଜିଭାତରେ ଖାଦ୍ୟ ପଦାର୍ଥ ପରଷିବା ପାଇଁ ବ୍ୟବହାର କରାଯାଏ । ଖଲିପତ୍ର ତିଆରି କରିବା ପାଇଁ ମୁଖ୍ୟତଃ ଶାଳ ଓ ଶିଆଳି ପତ୍ର ବ୍ୟବହାର କରାଯାଏ । ଶାଳ ଓ ଶିଆଳି ପତ୍ର ଓଡ଼ିଶାର କୋରାପୁଟ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରୁ ସଂଗ୍ରହ କରାଯାଇଥାଏ । ମେ ମାସ ଦ୍ୱିତୀୟ ସପ୍ତାହରୁ ଫେବୃଆରୀ ମାସ ଭିତରେ ଖଲିପତ୍ର ସଂଗ୍ରହ କରାଯାଏ । ଓଡ଼ିଶାର ବହୁ ଅଞ୍ଚଳର ଆଦିବାସୀମାନଙ୍କ ପାଇଁ ଖଲିପତ୍ର ପ୍ରସ୍ତୁତି ଜୀବିକା ନିର୍ବାହର ଏକ ପନ୍ଥା ଅଟେ ଓ ସମସ୍ତ ପରିବାର ଏହି କାମରେ ନିୟୋଜିତ ହୋଇଥାନ୍ତି ।
ଓଡ଼ିଶାର ପ୍ରାଚୀନତା ସମ୍ପର୍କରେ ଅନୁସନ୍ଧାନ ସମୟରେ ପୁଣ୍ୟଧାମ ନୀଳାଚଳଠାରୁ ଯଦି କୌଣସି ପୁରାତନ ପବିତ୍ର ଧାର୍ମିକ ମହତ୍ତ୍ୱ ଐତିହାସିକ ତଥା ପୌରାଣିକ ପ୍ରମାଣ ଉପଲବ୍ଧ ହୁଏ ତାହା ହେଉଛି ପୁଣ୍ୟତୋୟା ବୈତରଣୀ । ବୈତରଣୀ ନଦୀ ଗୋନାସିକା ପାହାଡରୁ ବାହାରି ବଙ୍ଗୋପସାଗରରେ ପଡ଼ିଛି । ଏହାକୁ "ଓଡ଼ିଶାର ଗଙ୍ଗା" ବୋଲି ସମ୍ବୋଧନ କରାଯାଏ କାରଣ ଏହାର ଉପକୂଳରେ ଦୁଇ ପବିତ୍ର ପୁଣ୍ୟ ସ୍ଥାନ ଅବସ୍ଥିତ ତାହା ହେଲା କେନ୍ଦୁଝର ଜିଲ୍ଲାର ମା ତାରିଣୀ ପୀଠ ଏବଂ ଭଦ୍ରକ ଜିଲ୍ଲାର ଆରଡି ଧାମ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ବେଜିଂ , ଚୀନର ରାଜଧାନୀ ଅଟେ। ଏହା ପୃଥିବୀର ଦ୍ୱିତୀୟ ଜନାକୀର୍ଣ୍ଣ ସହର। ଏହି ସହର ଚୀନର ଉତ୍ତର ଭାଗରେ ଅବସ୍ଥିତ। ଚୀନର ସରକାର ଏହି ସହରକୁ ସିଧାସଳଖ ମହାନଗର ନିଗମ ଭାବେ ପରିଚାଳିତ କରୁଛନ୍ତି ଓ ଏହା ସହିତ ଜାତୀୟ ସରକାର ଅଧୀନରେ ୧୬ଟି ପୌରାଞ୍ଚଳ, ଉପ-ପୌରାଞ୍ଚଳ ଓ ଗ୍ରାମ୍ୟାଞ୍ଚଳ ଶାସିତ ହେଉଛନ୍ତି। ବେଜିଂ ଉଭୟ ଆଧୁନୀକ ଓ ପାରମ୍ପରିକ ସ୍ଥାପତ୍ୟର ମିଶ୍ରଣ ଅଟେ। ବେଜିଂ ଶିକ୍ଷା,ରାଜନିତୀ,ଅର୍ଥନିତୀ,ଇତିହାସ,ପରମ୍ପରା,ପ୍ରଯୁକ୍ତି ବିଦ୍ୟା ଆଦିରେ ଅନେକ ପ୍ତିପତ୍ତି ହାସଲ କରିସାରିଛି। ସିଙ୍ଘଘାଇ ପରେ ବେଜିଂ ଦ୍ୱିତୀୟ ଚାଇନିଜ୍ ସହର ଯେଉଁଟାକି ପୌରଞ୍ଚଳବାସୀଙ୍କ ଦ୍ୱରାରା ଜନାକୀର୍ଣ୍ଣ ଏବଂ ଏହା ଦେଶର ରାଜନିତୀ,ପରମ୍ପରା ଓ ଶିକ୍ଷାର କ୍ଷେତ୍ର ମଧ୍ୟ ଅଟେ। ୨୦୧୦ ମସିହା ପରଠାରୁ ବେଜିଂ ରାଜଧାନୀ ଅନ୍ତର୍ଜାତୀୟ ବିମାନବନ୍ଦର ପୃଥିବୀର ବହୁଳ ଯାତ୍ରୀମାନଙ୍କ ପାଇଁ ବ୍ୟସ୍ତପୂର୍ଣ୍ଣ ଅନ୍ତର୍ଜାତୀୟ ବିମାନବନ୍ଦର ପାଲଟିଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତସବ ଅନୁଷ୍ଠିତ ହୁଏ । ଉକ୍ତ ଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁର ମାନଙ୍କୁ ଲାଗି କରାଯାଇଥାଏ । ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି , କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର,ହଳ,ମୁଷକ,କୁଣ୍ଡଳ ଡଡଗୀ ଇତ୍ୟାଦି ଜଗନ୍ନାଥ ,ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ,ଚକ୍ର,ହଳ,ମୁଷକ ଇତ୍ୟାଦି ଧାରଣ କରିଥାନ୍ତି । ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ । ପୂର୍ବେ ଏହି ବେଶର ସାମଗ୍ରୀ ଦକ୍ଷିଣ ପାର୍ଶ୍ୱ ମଠ (ଶ୍ରୀରାମ ଦାସ ମଠ) ଯୋଗାଇ ଆସୁଥିଲେ । ଗତ କିଛି ବର୍ଷ ଧରି ସଂପୃକ୍ତ ମଠ ବେଶ ସାମଗ୍ରୀ ଯୋଗାଉ ନଥିବା ଜଣାଯାଏ । ସଂପ୍ରତି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ବେଶର ସମସ୍ତ ଖର୍ଚ ନିର୍ବାହ କରାଯାଉଅଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।