ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଆସ୍ପିରିନ (ଇଂରାଜୀ ଭାଷାରେ ଆସ୍ପିରିନ/Aspirin, ରାସାୟନିକ ନାମ ଆସେଟାଇଲ ସାଲିସାଲିକ ଏସିଡ/acetylsalicylic acid ବା ଏଏସଏ/ASA) ଏକ ପ୍ରକାର ଔଷଧ ଯାହା ପ୍ରଦାହ, ଯନ୍ତ୍ରଣା ଓ ଜ୍ୱର ନିବାରଣ ନିମନ୍ତେ ଦିଆଯାଏ । କାୱାସାକି ଡିଜିଜ, ପେରିକାର୍ଡ଼ାଇଟିସ (pericarditis) ଓ ରିଉମାଟିକ ଜ୍ୱର ଇତ୍ୟାଦି ରୋଗରେ ଏହା ନିର୍ଦ୍ଦିଷ୍ଟ ଭାବରେ ଦିଆଯାଏ । ହୃଦ୍ଘାତ ଆରମ୍ଭ ହେବା ସଙ୍ଗେ ସଙ୍ଗେ ଆସ୍ପିରିନ ଦେଲେ ମୃତ୍ୟୁ ସଙ୍କଟ କମିଯାଏ । ଉଚ୍ଚ ସଙ୍କଟ ଥିବା ଲୋକଙ୍କର ହୃଦ୍ଘାତ, ସ୍ଟ୍ରୋକ ଓ ଥ୍ରୋମ୍ବସ (blood clots) ରୋଗମାନଙ୍କର ପ୍ରତିରୋଧ ନିମନ୍ତେ ଦୀର୍ଘକାଳୀନ ଆସ୍ପିରିନ ଦିଆଯାଏ । ଆସ୍ପିରିନ ଦେଲେ କୋଲୋରେକ୍ଟାଲ କର୍କଟ ଭଳି କେତେକ କର୍କଟ ରୋଗମାନଙ୍କର ସଙ୍କଟ କମିଯାଏ । ଜ୍ୱର ଓ ଯନ୍ତ୍ରଣା ନିମନ୍ତେ ଦେଲେ ଏହି ଔଷଧର କାର୍ଯ୍ୟ ୩୦ ମିନିଟ ମଧ୍ୟରେ ଆରମ୍ଭ ହୋଇଯାଏ ।ଏହି ଔଷଧ ଯୋଗୁ ପେଟ ଗୋଳମାଳ (upset stomach) ଭଳି ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଏ । ଅଧିକ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ପାକସ୍ଥଳୀ ଘାଆ, ପାକସ୍ଥଳୀ ରକ୍ତସ୍ରାବ ଓ ଆଜ୍ମା ଅଧିକ ହେବା ଦେଖାଯାଏ । ମଦ୍ୟପାନ ଓ କେତେକ ଔଷଧ ଯେପରିକି ନନ୍ସ୍ଟିରଏଡାଲ ଆଣ୍ଟିନଫ୍ଲାମେଟରି (nonsteroidal anti-inflammatory drug) ବା ଆଣ୍ଟିକୋଆଗୁଲାଣ୍ଟ (blood thinners) ସେବନ କଲେ ଓ ବୟସ୍କ ଲୋକଙ୍କର ରକ୍ତସ୍ରାବ ସଙ୍କଟ ଅଧିକ ରହେ । ଗର୍ଭାବସ୍ଥାର ଶେଷ ଭାଗରେ ଆସ୍ପିରିନ ଦେବାକୁ ସୁପାରିସ କରାଯାଏ ନାହିଁ । ରେ ସିଣ୍ଡ୍ରୋମ ହେବା ସମ୍ଭାବନା ଥିବାରୁ ସଂକ୍ରମଣ ଥିବା ପିଲାଙ୍କୁ ଆସ୍ପିରିନ ଦିଆଯାଏ ନାହିଁ । ଅଧିକ ଡୋଜ ଦେଲେ ଟିନାଇଟସ ହୁଏ । ଅନ୍ୟାନ୍ୟ ଏନଏସଆଇଡି ଭଳି ଏହା କାମ କରିବା ସହ ପ୍ଲାଟେଲେଟର କାର୍ଯ୍ୟବିଧି ଅବରୋଧ କରିଦିଏ ।ଅତି କମରେ ପ୍ରାୟ ୨୪୦୦ ବର୍ଷ ଧରି ଔଷଧୀୟ ଗୁଣ ଥିବା ଯୋଗୁ ଆସ୍ପିରିନ ଥିବା ଉଇଲୋ ଗଛର ପତ୍ର ବ୍ୟବହୃତ ହୋଇଆସିଛି । ସନ ୧୭୬୩ରେ ଏଡ଼ୱାର୍ଡ଼ ସ୍ଟୋନ (Edward Stone) ଏହାର ଛାଲି ରସ ନେଇ ଜ୍ୱର ନିମନ୍ତେ ପ୍ରଥମ ଅନୁଶୀଳନ କରିଥିଲେ । ସନ ୧୮୯୭ରେ ରାସାୟନିକ ପଦ୍ଧତିରେ ଆସ୍ପିରିନ ପ୍ରସ୍ତୁତ କରିଥିବା ଯୋଗୁ ବେୟର କମ୍ପାନୀର କେମିଷ୍ଟ ଫେଲିକ୍ସ ହଫମ୍ୟାନଙ୍କୁ (Felix Hoffmann) ଶ୍ରେୟ ଦିଆଯାଏ ।ପୃଥିବୀରେ ସର୍ବାଧିକ ବ୍ୟବହୃତ ଔଷଧମାନଙ୍କ ମଧ୍ୟରୁ ଆସ୍ପିରିନ ଗୋଟିଏ ଯାହା ଲୋକମାନେ ପ୍ରତିବର୍ଷ ୪୦,୦୦୦ ଟନ (୫୦ରୁ ୧୨୦ ନିୟତ ବଟିକା) ଗ୍ରହଣ କରୁଛନ୍ତି । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଦ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଅଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଅଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଅଛି।
ମା’ ରାମଚଣ୍ଡୀ ଖୋର୍ଦ୍ଧା ଠାରୁ ୨୦ କିମି ଦୂର ଗଡମାଣତୀର ଗ୍ରାମ । ଏଠାରେ ଗୋଟେ କିମି ଦୂର ଏକ ଛୋଟ ପାହାଡ ଉପରେ ପ୍ରାୟ ୬୦ ଫୁଟ ଉଚ୍ଚତା ବିଶିଷ୍ଟ କଳା ମୁଗୁନି ଶିଳା ମା ରାମଚଣ୍ଡୀ ପ୍ରତୀକ ରୂପେ ପୂଜା ପାଉଛି । ଏହି ଶିଳାଟି ହଜାରହଜାର ବର୍ଷ ହେବ ସାମନା ପଟକୁ ଢଳି ରହିଛି । କିମ୍ବଦନ୍ତୀ କହେ ୧୬ଶହ ବର୍ଷ ପୂର୍ବେ ମା ପ୍ରଥମେ କନ୍ଧ ସମ୍ପ୍ରଦାୟଦ୍ୱାରା ପୂଜା ପାଉଥିଲେ । ଏବେ ବ୍ରାହ୍ମଣ ପୂଜକ ସହିତ କନ୍ଧଜାନୀ ବଂଶାନୁକ୍ରମିକ ଭାବେ ପୂଜା କରିଆସୁଛନ୍ତି । ଗଡମାଣତୀରର ରାମଚଣ୍ଡୀ,ରଣପୁରର ମଣୀନାଗ,ଓ ଖିଲାମୁଣ୍ଡା,ଲୋଧାଚୁଆଦହିଖାଇ ଓ ଭୁଷଣ୍ଡପୁର ତାରାଦେବୀ ପୀଠରେ କନ୍ଧଜାନୀଙ୍କ ପୂଜା ବହୁ କାଳରୁ ରହିଆସିଛି । ତଳୁ ୭୨ଟି ପାହାଚ ଉଠିଲାପରେ ପଡେ ମାଙ୍କ ଶିଳା । ମା ପିନ୍ଧିଛନ୍ତି କଳାମେଘି ଶାଢୀ,ଦୁଇ ପଟେ ଦୁଇଟି ସିଂହ ମୁର୍ତ୍ତି । ମାଙ୍କ ପାଖରେ ରହିଛି ତେନ୍ତୁଳି ଗଛ । ପ୍ରବାଦ ଅଛି ତେନ୍ତୁଳି ଗଛ ବଢିବା ସହ ମାଙ୍କ ଶିଳା ପଥରର ଲମ୍ବ ବୃଦ୍ଧି ପାଉଥିଲା । ପୂଜା ସମୟରେ ଅସୁବିଧା ହେବାରୁ ଜାନୀଙ୍କ ପ୍ରାର୍ଥନା ଯୋଗୁ ଶିଳା ଓ ତେନ୍ତୁଳି ଗଛ ଉଚତା ନ ବଢି ସୀମିତ ରହିଲା । ଏଠାରେ ଭୋଗ ମଣ୍ଡପ,ଦୋଳ ମଣ୍ଡପ,ଯଜ୍ଞ ମଣ୍ଡପ,ବୈଠକଖାନା ଓ ବାଘ ବଳଦ ସ୍ମୃତି ମନ୍ଦିର ରହିଛି । ବାଘ ବଳଦ ସ୍ମୃତି ମନ୍ଦିରର କିମ୍ବଦନ୍ତୀ କହେ ଥରେ ସେବକ କନ୍ଧଜାନୀଙ୍କ ଗୋଟିଏ ବଳଦକୁ ବାଘ ଖାଇ ଦେବାରୁ ବିଲ ଚାଷକରିବା ବନ୍ଦ ହୋଇଗଲା । ମା ରାମଚଣ୍ଡୀଙ୍କୁ ପାର୍ଥନା ଜଣାଇଲା । ମାଙ୍କ ଆଦେଶ ଅନୁସାରେ ପରଦିନ ସକାଳେ ସେବକ ତାର ଗୋଟେ ବଳଦକୁ ନେଇ ସେଠାରେ ଥିବା ବାଘ ସହ ଲଙ୍ଗଳ ଓ ଜୁଆଳିରେ ଯୋଚି ଚାଷ କରିଥିଲା । ସେଥିପାଇଁ ବାଘ ବଳଦ ସ୍ମୃତି ମନ୍ଦିରରେ ବାମ ପଟେ ବଳଦ ଓ ଡାହାଣ ପଟେ ବାଘ ଜୁଆଳିରେ ଯୋଚାହେବାର ଦୃଶ୍ୟ ରହିଛି । ମାଙ୍କ ଶିଳାପଥରରେ ବାମ ପଟ ତଳକୁ ଏକ କୋରଡ ବା ଗୁମ୍ଫା ଅଛି ତାକୁ ବାଘ ଗୁମ୍ଫାବୋଲି କୁହାଯାଏ । ରାଜ୍ୟସରକାର ୧୯୯୬ ମସିହାରୁ ଏହାକୁ ପର୍ଯଟନ ସ୍ଥଳୀ ଭାବେ ଗ୍ରହଣ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ତୋ ପ୍ରେମରେ ପଡ଼ିଲା ପରେ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଚିନ୍ମୟୀ ପ୍ରିୟଦର୍ଶିନୀ । ପ୍ରସନ୍ନ କୁମାର ପାଟ୍ଟଶାଣୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସରୋଜ କାନ୍ତ କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦେବରାଜ ଏବଂ ଚିନ୍ମୟୀ ପ୍ରିୟଦର୍ଶିନୀ । ଦେବରାଜ ଏବଂ ଚିନ୍ମୟୀ ଉଭୟ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ପ୍ରଲିପ୍ତା, ମୁନ୍ନା ଖାନ୍, ପୂଜା, ସସ୍ମିତା ପଣ୍ଡା, ଜୀବନ ପଣ୍ଡା, ପ୍ରଜ୍ଞା ଖଟୁଆ, ପୁଷ୍ପା ପଣ୍ଡା, ଅସୀତ ପତି, ଧିରେନ ମିତ୍ର, କୁନି ପଣ୍ଡା, ମନିଷା ମିଶ୍ର, ଆଶିଷ ସେନ୍ଦ୍ରେ, ଅଞ୍ଜନା ଦାଶ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ । ବିଦୁସ୍ମିତା ଏହି କଥାଚିତ୍ରଟିରେ ଏକ ଆଇଟମ ଗୀତରେ ନୃତ୍ୟ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ହୁଏ କୁମ୍ଭ ମେଳା ଓ ପ୍ରତିତିନି ବର୍ଷରେ ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୈନ ଓ ନାଶିକରେ ଅନୁଷ୍ଠିତ ହୁଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି । ଏହି ମେଳା ଦୁଇ ମାସ ଧରି ଚାଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ନାଭି ନାଡ଼ ନାମ ଦିଆଯାଏ ଯେତେବେଳେ ଗର୍ଭସ୍ଥ ଶିଶୁ ବା ଫିଟସର (fetus) ନାହି (umbilical cord) ତା ବେକରେ ଗୁଡ଼େଇ ହୋଇଯାଇଥାଏ । ଏହି ଅବସ୍ଥାରେ ଶ୍ୟାମଳ ବର୍ଣ୍ଣର ମୁଖମଣ୍ଡଳ, ମୁଖରେ କ୍ଷୁଦ୍ର ଲାଲ ବା ବାଇଗିଣି ରଙ୍ଗର ଦାଗ ବା ପେଟେକି (petechia), ନେତ୍ର ଝିଲ୍ଲୀ ବା କଞ୍ଜକ୍ଟାଇଭା ଭିତରେ ରକ୍ତସ୍ରାବ (bleeding in the whites of the eye) ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ଏହା ଜଟିଳ ହେଲେ ଆଦ୍ୟ ପୁରୀଷ ବା ମେକୋନିଅମ |Meconium), ଶ୍ୱାସକ୍ରିୟା ସଙ୍କଟ (respiratory distress), ଆନିମିଆ, ସ୍ଟିଲବାର୍ଥ (stillbirth) ଇତ୍ୟାଦି ଦେଖାଯାଏ । ଅଧିକ ଥର ଗୁଡ଼େଇ ହୋଇଥିଲେ ଅଧିକ ସଙ୍କଟ ରହେ ।ପ୍ରସବ (labor) ସମୟରେ ଶିଶୁର ହୃଦ୍ଗତି ହାର ଦେଖି ସନ୍ଦେହ କରାଯାଏ । ଶିଶୁର ମୁଣ୍ଡ ବାହାରକୁ ଆସିଲା ପରେ ବେକରେ ଆଙ୍ଗୁଠି ଚାଳନା କରି ନୁକାଲ କର୍ଡ଼ ଥିବା ଜାଣିହୁଏ । ପ୍ରସବ ପୂର୍ବରୁ ଅଲ୍ଟ୍ରାସାଉଣ୍ଡ (ultrasound) କରି ନିଶ୍ଚିତ କରାହୁଏ ।ପ୍ରସବ ସମୟରେ ଏହି ଅବସ୍ଥା ଚିହ୍ନଟ ହୋଇଗଲେ ନାଭି ନାଡ଼ ଖୋଲିଦିଆଯାଏ ଓ ଏହା ସମ୍ଭବ ନହେଲେ କ୍ଲାମ୍ପ କରିସାରି କାଟିଦିଆଯାଏ । ପ୍ରସବ ସାଧାରଣ ଭାବରେ ହୁଏ ଓ ଅବସ୍ଥା ଭଲ ରହେ । ଦୀର୍ଘକାଳୀନ ମସ୍ଥିଷ୍କ କ୍ଷତି ବା ସେରେବ୍ରାଲ୍ ପାଲ୍ସି ହୋଇପାରେ । ଏକ ଚତୁର୍ଥାଂଶ ପ୍ରସବ କାଳରେ ଏହି ଅବସ୍ଥା ଉପୁଜେ । ଏଭଳି ଅବସ୍ଥାର ବର୍ଣ୍ଣନା ଖ୍ରୀ:ପୂ: ୩୦୦ରୁ ହିପୋକ୍ରାଟିସ (Hippocrates) ଅମଳରୁ ଲିପିବଦ୍ଧ ଅଛି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ୱେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ୱାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଆନ୍ତର୍ଜାତୀୟ ଉଚ୍ଚାରଣଗତ ଲିପି ବା ଇଣ୍ଟରନ୍ୟାସନାଲ ଫୋନେଟିକ ଆଲଫାବେଟ (ଇଂରାଜୀ: International Phonetic Alphabet, IPA, ବା ଆଇପିଏ) ଉଚ୍ଚାରଣ ଚିହ୍ନ ଆଧାରିତ ଓ ଲାଟିନ ଲିପିରେ ଲିଖିତ ଏକ ଲିଖନ ବିଧି । ଏହା କଥିତ ଭାଷାମାନଙ୍କର ଲିଖନ ନିମନ୍ତେ ଆନ୍ତର୍ଜାତୀୟ ଫୋନେଟିକ ଆସୋସିଏସନ ଦ୍ୱାରା ଏକ ମାନକ ରୂପେ ତିଆରି କରାଯାଇଥିଲା । ଆଇପିଏ ଅଭିଧାନ ସଂକଳକ, ବିଦେଶୀ ଭାଷାଭାଷୀ ଛାତ୍ର ଓ ଶିକ୍ଷକ, ଭାଷାବିଦ, ଧ୍ୱନି-ଭାଷା ରୋଗବିଦ୍ୱାବିଦ, ଗାୟକ-ଗାୟିକା, ଅଭିନେତା, ନିର୍ମିତ ଭାଷାକାର, ଓ ଅନୁବବାଦକମାନଙ୍କ ଦେଇ ବ୍ୟବହୃତ ହୋଇଥାଏ ।
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ହଳଦୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ତିନିପ୍ରକାରର, ସାଧାରଣ ହଳଦୀ, କର୍ପୂର ହଳଦୀ ଓ ବଣ ହଳଦୀ । ଏହାଛଡ଼ା ଦାରୁ ହଳଦୀ ନାମରେ ଆଉ ଏକ ପ୍ରକାର ହଳଦୀ ମଧ୍ୟ ରହିଛି, ଯାହା ଏକ ଦ୍ରୁମ ଜାତୀୟ ଉଦ୍ଭିଦ । ଦାରୁହଳଦୀର ଗୁଣ ଏହାଠାରୁ ପୃଥକ୍। ହଳଦୀ ଗଛ ଦେଖିବାକୁ ଗଦଗଛ ପରି ଓ ପତ୍ର ମଧ୍ୟ ଗଦ ପତ୍ର ପରି। ସାରୁ ଫଳିଲାପ୍ରାୟ ଏହା ମାଟି ତଳେ ଫଳିଥାଏ । ପତ୍ରକୁ ମକଚି ଶୁଙ୍ଘିଲେ ହଳଦୀ ପରି ବାସ୍ନା ହୁଏ । ଓଡ଼ିଶାର କନ୍ଧମାଳରେ ଚାଷ ହେଉଥିବା ହଳଦୀ ଗୁଣ ଓ ରଙ୍ଗପାଇଁ ପ୍ରସିଦ୍ଧ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।