ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ବା ଓ ଲାଞ୍ଜ ଲମ୍ବା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ବା ନିଜ ପରିବାର ସହିତ ରୁହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ୱାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ତରଙ୍ଗ ଉତ୍ସ ଓ ଦେଖଣାହାରୀ ବା ଶ୍ରୋତା ମଧ୍ୟରେ ଆପେକ୍ଷିକ ଗତି ରହିଥିଲେ ତରଙ୍ଗର ଦୈର୍ଘ୍ୟ ବା ଆବୃତ୍ତିରେ ପରିବର୍ତ୍ତନ ଘଟି ଯେଉଁ ପ୍ରଭାବ ଅନୁଭୂତ ହୁଏ ତାହାକୁ ଡୋପ୍ଲର୍ ପ୍ରଭାବ (ଈଂରାଜୀରେ Doppler Effect) ବା ଡୋପ୍ଲର୍ ବିସ୍ଥାପନ (ଈଂରାଜୀରେ Doppler Shift) କୁହାଯାଏ । ଅଷ୍ଟ୍ରିଆ ଦେଶର ପଦାର୍ଥ ବିଜ୍ଞାନୀ ଖ୍ରୀଷ୍ଟିୟାନ୍ ଡୋପ୍ଲର୍ ୧୮୪୨ ମସିହାରେ ଏହି ପ୍ରଭାବ ବିଷୟରେ ପ୍ରଥମେ ବୈଜ୍ଞାନିକ ବର୍ଣ୍ଣନା ଦେଇଥିବାରୁ ଏହାର ଏପରି ନାମକରଣ ହୋଇଛି ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଲଉଡ଼ି ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ । କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଓଲଟ ଜରାୟୁ (ଇଂରାଜୀ ଭାଷାରେ Uterine inversion) ନାମ ଦିଆଯାଏ ଯେତେବେଳେ ପ୍ରସବ (childbirth) ସମୟରେ ଜରାୟୁର (uterus) ଭିତର ପାଖ ବାହାରକୁ ଆସିଯାଏ । ଏପରି ହେଲେ, ପ୍ରସବପର ରକ୍ତସ୍ରାବ (Postpartum bleeding), ଉଦର ଯନ୍ତ୍ରଣା, ଯୋନୀପଥରେ ଗୋଟାଳି, ନିମ୍ନ ରକ୍ତଚାପ (low blood pressure) ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ଗର୍ଭ ସହିତ କୌଣସି ସମ୍ପର୍କ ନଥାଇ କ୍ୱଚିତ ଓଲଟ ଜରାୟୁ ଥାଇପାରେ । ପ୍ଲାସେଣ୍ଟା ଜରାୟୁରୁ ବିଚ୍ୟୁତ ହେବା ପୂର୍ବରୁ ନାହି ନାଡ଼କୁ (umbilical cord) ଟାଣିଲେ ବା ଜରାୟର ଉପର ଭାଗକୁ ଠେଲିଲେ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ଅନ୍ୟାନ୍ୟ ସଙ୍କଟ କାରକ ମଧ୍ୟରେ ଜରାୟୁ ଆଟୋନି (uterine atony), ପ୍ଲାସେଣ୍ଟା ପ୍ରିଭିଆ (placenta previa), କନେକ୍ଟିଭ ତନ୍ତୁ ବେମାରୀ (connective tissue disorders) ଯୋଗୁ ମଧ୍ୟ ଏହା ହୋଇପାରେ । ଯୋନୀପଥ (vagina) ମଧ୍ୟରେ ବା ବାହାରେ ଜରାୟୁର ଅଭ୍ୟନ୍ତର ଦୃଷ୍ଟି ଗୋଚର ହେଲେ ଏହି ରୋଗ ନିର୍ଣ୍ଣୟ କରାଯାଏ ।ପ୍ରଥମେ ମାନକ ରିସସିଟେସନ (resuscitation) ଓ ଜରାୟୁର ଦୃତ ପୁନଃସ୍ଥାପନ କରିବାକୁ ଅଗ୍ରାଧିକାର ଦିଆଯାଏ । ହାତ ସାହାଯ୍ୟରେ ପୁନଃସ୍ଥାପନ ନହୋଇପାରିଲେ ଅପରେଶନ କରାଯାଏ । ଜରୟୁର ପୁନଃସ୍ଥାପନ ହୋଇସାରିଲେ ଅକ୍ସିଟୋସିନ (Oxytocin) ଓ ଆଣ୍ଟିବାୟୋଟିକ (antibiotics) ଦିଆଯାଏ । ପ୍ଲାସେଣ୍ଟ ଲାଗିରହିଥିଲେ କାଢ଼ିଦିଆଯାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପିଠା ବା ପିପୁଲ୍ସ ଏମ୍ପାଓ୍ୱାରମେଣ୍ଟ ଏନାବ୍ଲିଂ ଟାନ୍ସପରେନ୍ସି ଆଣ୍ଡ ଆକାଉଣ୍ଟେବିଲିଟି ଅଫ ଓଡ଼ିଶା ଇନିସିଏଟିଭ୍ସ(Peoples Empowerment - Enabling Transparency and Accountability of Odisha Initiatives (PEETHA)) ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୟନ କରା ଯାଇଥିବା ଏକ ଯୋଜନା । ଏହା ଆମ ଗାଁ ଆମ ବିକାଶ ଯୋଜନାର ଏକ ଉପ ଯୋଜନା । ସରକାରୀ ଯୋଜନାର ସ୍ୱଚ୍ଛତା ବଜାୟ ରଖିବା, ଲୋକଙ୍କୁ ସଶକ୍ତ କରିବା, ଏବଂ ସରକାରୀ ଯୋଜନା ଗୁଡିକ ସହ ଲୋକଙ୍କୁ ସୁଚାଇ ରଖିବା ଏହି ଯୋଜନାର ମୂଳ ଲକ୍ଷ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଉଦଣ୍ଡୀ ସୀତା, ୧୯୯୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବି ସ୍ୱାଇଁ । ଗୋପାଳ ଦେ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅବତାର ସିଂହ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ରାଇମୋହନ ପରିଡ଼ା, ଜୟୀରାମ ସାମଲ, ବିଜୟ ମହାନ୍ତି, ଦୁର୍ଲଭ ସିଂହ, ଅଶ୍ରୁମୋଚନ ମହାନ୍ତି, ନେତ୍ରାନନ୍ଦ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ମାୟା ଏଞ୍ଜେଲୋ ( /ˈændʒəloʊ/; (ଜନ୍ମ: ୪ ଅପ୍ରେଲ ୧୯୨୮), ଜଣେ ଆମେରିକୀୟ କବି, ଗାୟିକା, ଐତିହାସିକ ଏବଂ ମାନବାଧିକାର କାର୍ଯ୍ୟକର୍ତ୍ତା ଥିଲେ । ଜନ୍ମବେଳେ ତାଙ୍କର ନାମ ଥିଲା ମାରଗୁଏରାଇଟ୍ ଅନିଇ ଜନ୍ସନ୍ । ସେ ସାତଟି ଆତ୍ମକଥା, ତିନୋଟି ପ୍ରବନ୍ଧ ବହି, ଅନେକ କବିତା ବହି ରଚନା କରିଥିଲେ । ତା' ସହିତ ସେ ଅନେକ ନାଟକ, କଥାଚିତ୍ର ଏବଂ ଦୂରଦର୍ଶନମାନଙ୍କରେ ବିଭିନ୍ନ କାର୍ଯ୍ୟକ୍ରମରେ ୫୦ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରିଥିଲେ । ସେ ଅନେକ ପୁରସ୍କାର ପାଇଥିଲେ ଏବଂ ୫୦ରୁ ଅଧିକ ସମ୍ମାନଜନକ ଉପାଧି ପାଇଥିଲେ । ମାୟାଙ୍କର ରଚିତ ସାତୋଟି ଆତ୍ମକଥା ବହି ତାଙ୍କୁ ସବୁଠାରୁ ଅଧିକ ଲୋକପ୍ରିୟ କରାଇଥିଲା । ଏହି ବହିଗୁଡ଼ିକରେ ସେ ତାଙ୍କର ପିଲାଦିନର ଅଭିଜ୍ଞତାରୁ ବଡ଼ ହେବା ପର୍ଯ୍ୟନ୍ତ ସମସ୍ତ କଥା ଉଲ୍ଲେଖ କରିଥିଲେ । ୧୯୬୯ରେ ପ୍ରକାଶ ପାଇଥିବା ଏହି ସାତୋଟି ବହିର ପ୍ରଥମ ଭାଗଟି ଆଇ ନୋ ହ୍ୱାଏ ଦ କେଜ୍ଡ୍ ବାର୍ଡ଼ ସିଙ୍ଗ୍ସ୍ ବହିରେ ସେ ତାଙ୍କ ପିଲାଦିନରୁ ୧୭ ବର୍ଷ ବୟସ ପର୍ଯ୍ୟନ୍ତ କାହାଣୀ ବର୍ଣ୍ଣନା କରିଥିଲେ ଏବଂ ତାଙ୍କର ଆନ୍ତର୍ଜାତୀୟ ମାନ୍ୟତା ଏବଂ ପ୍ରଶଂସା ବିଷୟରେ କିଞ୍ଚିତ୍ ଉଲ୍ଲେଖ କରିଥିଲେ । ସେ ଅନେକ କିଛିରେ କାର୍ଯ୍ୟ କରିବା ପରେ କବି ଏବଂ ଲେଖକ ହୋଇଥିଲେ । ସେ ତାଙ୍କର ଯୁବାବସ୍ଥାରେ ରୋଷେୟା, ସେକ୍ସ ୱାର୍କର୍, ରାତିରେ କ୍ଲବ୍ରେ ନୃତ୍ୟ କରିବା, ପୋର୍ଗି ଆଣ୍ଡ ବେସ୍ ଅପେରାରେ ନାଟକରେ ଅଭିନୟ କରିବା, ଦକ୍ଷିଣୀ ଖ୍ରିଷ୍ଟିଆନ ନେତୃ ସମ୍ମିଳନୀର ଆୟୋଜିକା ଏବଂ ଇଜିପ୍ଟ ଓ ଘାନାରେ ସମ୍ବାଦଦାତା ଭାବରେ କାର୍ଯ୍ୟ କରିଥିଲେ । ସେ ବିଭିନ୍ନ ଚଳଚ୍ଚିତ୍ର ତଥା ସାଧାରଣ ଗଣମାଧ୍ୟମ ଓ ଦୂରଦର୍ଶନର ଜଣେ ଅଭିନେତ୍ରୀ, ଲେଖିକା, ନିର୍ଦ୍ଦେଶିକା ଏବଂ ପ୍ରଯୋଜିକା ଭାବରେ କାର୍ଯ୍ୟ କରିଥିଲେ । ୧୯୮୨ ମସିହାରେ ତାଙ୍କୁ ଆମରିକୀୟ ପାଠ୍ୟକ୍ରମର ପ୍ରଥମ ଅଧ୍ୟାପକଙ୍କ ନାମାନୁସାରେ ଥିବା ଉପାଧୀରେ ଉତ୍ତର କାଲିଫର୍ଣ୍ଣିଆର ୱାସିଂଟନ-ସଲେମ୍ର ୱେକ୍ ଫରଷ୍ଟ ବିଶ୍ୱବିଦ୍ୟାଳୟ ନାମିତ କରିଥିଲା । ସେ ମାନବାଧିକାର ଆନ୍ଦୋଳନର ଜଣେ ନିୟମିତ ସଦସ୍ୟ ଭାବରେ ମାର୍ଟିନ୍ ଲୁଥର୍ କିଙ୍ଗ୍ ଜୁନିଅର ଏବଂ ମାଲ୍କୋଲମ୍ ଏକ୍ସଙ୍କ ସହ କାର୍ଯ୍ୟ କରିଆସୁଥିଲେ । ୯୦ ଦଶକର ଆରମ୍ଭରେ ସେ ମାତ୍ର ଗୋଟିଏ ବର୍ଷରେ ପାଖାପାଖି ୮୦ ଥର ସମ୍ମାନଜନକ ପୁରସ୍କାର ଗ୍ରହଣ କରିଥିଲେ । ୧୯୯୩ ମସିହାରେ ଆମରିକାର ରାଷ୍ଟ୍ରପତି ବିଲ୍ କ୍ଲିଣ୍ଟନ୍ଙ୍କର ପଦବୀଗ୍ରହଣ ସଭାରେ ମାୟା "ଓନ୍ ଦ ପଲ୍ସ ଅଫ୍ ମର୍ଣ୍ଣିଙ୍ଗ୍" କବିତା ଆବୃତି କରିଥିଲେ । ୧୯୬୧ ମସିହାରେ ରୋବର୍ଟ ଫ୍ରୋଷ୍ଟ ଜନ୍ ଏଫ୍.
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
କଳିକେଶ ନାରାୟଣ ସିଂହଦେଓ (ଜନ୍ମ: ୨୬ ମଇ ୧୯୭୪) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ବିଜୁ ଜନତା ଦଳର ଜଣେ ନେତା ।ତାଙ୍କ ବାପା ଅନଙ୍ଗ ଉଦୟ ସିଂହଦେଓ ଏବଂ ଜେଜେବାପା ରାଜେନ୍ଦ୍ର ନାରାୟଣ ସିଂହଦେଓ ଉଭୟ ରାଜନୀତିଜ୍ଞ ଥିଲେ । ତାଙ୍କ ଜେଜେ ରାଜେନ୍ଦ୍ର ନାରାୟଣ ସିଂହଦେଓ ୦୮.୦୩.୧୯୬୭ ଠାରୁ ୦୯.୦୧.୧୯୭୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । କଳିକେଶ ଡେରାଡୁନ୍ର ଡୁନ୍ ସ୍କୁଲରେ ପାଠ ପଢ଼ୁଥିଲେ । ଏହାପରେ ସେ ଦିଲ୍ଲୀର ସେଣ୍ଟ ସ୍ଟିଫେନ କଲେଜରୁ ଅର୍ଥଶାସ୍ତ୍ରରେ ସ୍ନାତକ କରିଥିଲେ ।ସାଂସଦ ହେବାପୂର୍ବରୁ କଳିକେଶ ଓଡ଼ିଶା ବିଧାନସଭାର କନିଷ୍ଠ ସଦସ୍ୟ ଭାବରେ ୨୦୦୪ରେ ବିଧାୟକ ଭାବରେ ଓଡ଼ିଶାର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।