ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଗଞ୍ଜାମ ଜିଲ୍ଲାର ବୁଗୁଡା ଠାରୁ ତିନି କିଲୋମିଟର ଉତ୍ତରକୁ ଗଲେ ଏକ ପୁରାଣିକ ତଥା ଐତିହସମ୍ପନ୍ନ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ “ବୁଦ୍ଧଖୋଲ” ପଡେ ଯେଉଁଠି ବର୍ଷସାରା ପର୍ଯ୍ୟଟକଙ୍କ ଭିଡ ଲାଗିରହିଥାଏ । ପ୍ରାକୃତିକ ସୌନ୍ଦର୍ଯ୍ୟରେ ବେଷ୍ଟିତ ଏହି ସ୍ଥାନଟି ଅତି ମନୋରମ ଅଟେ । ଏହି ସ୍ଥାନଟି ଗଞ୍ଜାମ ଜିଲ୍ଲାର ବଣଭୋଜି କରିବା ପାଇଁ ମଧ୍ୟ ପ୍ରସିଦ୍ଧ ଅଟେ । ଏହି ସ୍ଥାନଟିର ଚତୁର୍ପାଶ୍ୱରେ ସବୁଜ ପାହାଡ ଭରି ରହିଛି । ଶାନ୍ତ ପରିବେଶ ସାଙ୍ଗକୁ ଚଢେଇ ମାନଙ୍କର କିଚିରି ମିଚିରି ଧ୍ଵନି ଏହି ସ୍ଥାନକୁ ଆହୁରି ଅତ୍ୟନ୍ତ ସୌନ୍ଦର୍ଯ୍ୟ କରି ତୋଳିଛି । ଏକ ପର୍ବତର ଶିଖରରେ ପାଞ୍ଚଗୋଟି ମନ୍ଦିର ରହିଅଛି ଯଥା ଶ୍ରୀଶ୍ରୀ ମକରେଶ୍ୱର ସ୍ୱାମୀ, ଶ୍ରୀଶ୍ରୀ ଗଙ୍ଗାଧରେଶ୍ୱର ସ୍ୱାମୀ, ଶ୍ରୀଶ୍ରୀ ଜଗଦ୍ଧେଶ୍ୱର ସ୍ୱାମୀ, ଶ୍ରୀଶ୍ରୀ ସିଦ୍ଧେଶ୍ୱର ସ୍ୱାମୀ, ଶ୍ରୀଶ୍ରୀ ବୁଦ୍ଧେଶ୍ୱର ସ୍ୱାମୀ ଯାହାକି ପଞ୍ଚୁ ମହାଦେବ ମନ୍ଦିର ନାମରେ ପରିଚିତ ଅଟେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗୋପବନ୍ଧୁ ଚୌଧୁରୀ ଜଣେ ସ୍ୱାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦୀ ନେତା ଥିଲେ । ସେ କଟକରେ ୮ ମଇ ୧୮୯୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ପିତା ଗୋକୁଳାନନ୍ଦ ଚୌଧୁରୀ କଟକରେ ଓକିଲାତି କରୁଥିଲେ । ଗୋପବନ୍ଧୁ ଯେଉଁ ଘରେ ଜନ୍ମଗ୍ରହଣ କରିଥିଲେ, ସେ ଘର ପରବର୍ତ୍ତୀ ସମୟରେ "ସ୍ୱରାଜ ଆଶ୍ରମରେ" ପରିଣତ ହୋଇଥିଲା । ପୈତୃକ ଗ୍ରାମ ଜଗତସିଂହପୁର ଜିଲ୍ଲାର ଖେରସରେ ଶିକ୍ଷାରମ୍ଭ କରି, ସେ କଟକର ରେଭେନ୍ସା କଲିଜିଏଟ ସ୍କୁଲ ଓ ରେଭେନ୍ସା ମହାବିଦ୍ୟାଳୟ ହୋଇ କଲିକତାର ପ୍ରେସିଡେନ୍ସି କଲେଜରୁ କୃତିତ୍ୱର ସହ ସ୍ନାତକ ଓ ସ୍ନାତକୋତ୍ତର ଉପାଧୀ ହାସଲ କରିଥିଲେ ।କଲିକତାରେ ଆଇନ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରି ୧୯୧୭ ମସିହାରେ କଟକର ଡେପୁଟି ମାଜିଷ୍ଟ୍ରେଟ ରୂପେ ଅବସ୍ଥାପିତ ହୋଇଥିଲେ ।
ଅନ୍ତର୍ଜାତୀୟ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ମାସ ୧୫ ତାରିଖରେ ପାଳିତ ହୁଏ । ଗଣତନ୍ତ୍ରର ମୂଳ ସିଦ୍ଧାନ୍ତ ବଜାୟ ରଖିବା ସହ ଏହି ବିଚାରକୁ ପ୍ରସାର କରାଇବା ଏହାର ଲକ୍ଷ୍ୟ । ବିଶ୍ୱସ୍ତରରେ ଗଣତାନ୍ତ୍ରିକ ମୂଲ୍ୟବୋଧର ଅବକ୍ଷୟ ରୋକିବା ତଥା ପାର୍ଲିଆମେଣ୍ଟର ଏ ସମ୍ପର୍କିତ ଦାୟୀତ୍ୱ ସମ୍ପର୍କରେ ଏକ ସଚେତାତା ସୃଷ୍ଟି କରାଇବା ପାଇଁ ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦାରିଙ୍ଗବାଡ଼ି, ଓଡ଼ିଶାର ଏକ ମାତ୍ର ପର୍ବତୀୟ ସ୍ଥାନ, ଯେଉଁଠାରେ ଶୀତ ଦିନରେ ବରଫପାତ ହୋଇଥାଏ। ଏଥି ପାଇଁ ଦାରିଙ୍ଗବାଡ଼ିକୁ ଓଡ଼ିଶାର କାଶ୍ମୀର ମଧ୍ୟ କୁହାଯାଏ ।ଏହି ଜାଗାରେ ଆପଣ କଣ ଦେଖିବେ :- 1. ହିଲ୍ ଭିୟୁ ପାର୍କ- ମନ ମୁଗ୍ଧ କଲା ଭଳି ପରିବେଶ, ଚାରିପଟେ ପର୍ବତମାଳା ଏବଂ ଦାରିଙ୍ଗିବାଡ଼ି ଗ୍ରାମର କିଛି ଅଂଶ ଦେଖାଯାଏ, ତା ସହିତ ପିଲାଙ୍କ ନିମନ୍ତେ ହେଇଥିବା ଚିଲ୍ଡ଼ରେଂସ୍ ପାର୍କ ଏବଂ ଅନେକ କିଛି । ଏଠାରେ ଭୋଜି କରିବା ପାଈଁ ଅନେକ ଯାଗା ମଧ୍ୟ ଅଛି । ଏହା ଦାରିଙ୍ଗବାଡ଼ି ଠାରୁ ୧ କିମି. ଦୁରରେ ଅବସ୍ଥିତ ।[୧] 2.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୧୫ଶ ଲୋକ ସଭାକୁ ୨୦୦୯ ମସିହା ସାଧାରଣ ନିର୍ବାଚନରେ ନିର୍ବାଚିତ ସଭ୍ୟମାନେ ଯାଇଥିଲେ । ଏହି ଲୋକ ସଭାର ସମୟସୀମା ଥିଲା ୨୨ ମଇ ୨୦୦୯ରୁ ୧୮ ମଇ ୨୦୧୪ । ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ୧୮ ମଇ ୨୦୧୪ରେ ଏହି ଲୋକ ସଭାର ଭଙ୍ଗ କରିଥିଲେ । ଭାରତୀୟ ଜାତୀୟ କଂଗ୍ରେସ ଏହି ଲୋକ ସଭା ନିର୍ବାଚନରେ ସର୍ବାଧିକ ଆସନ ଜିତିଥିଲା ଏବଂ ପୂର୍ବ ନିର୍ବାଚନଠାରୁ ୪୪ଟି ଅଧିକ ଅସନରେ ବିଜୟୀ ହୋଇଥିଲା । ଏହାର ପରବର୍ତ୍ତୀ ୧୬ଶ ଲୋକ ସଭା, ୨୦୧୪ ଭାରତୀୟ ସାଧାରଣ ନିର୍ବାଚନ ପରେ ଗଠନ ହୋଇଥିଲା ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ବୈଦୁତିକ ଚାର୍ଜର ପ୍ରବାହକୁ ବିଦ୍ୟୁତ୍ ସ୍ରୋତ (ଇଲେକ୍ଟ୍ରିକ୍ କରେଣ୍ଟ୍ ) କୁହାଯାଏ । ସାଧାରଣତଃ ଗୋଟିଏ ବୈଦୁତିକ ପରିପଥରେ ଥିବା ତାର ଗୁଡ଼ିକରେ ଚଳମାନ ଇଲେକ୍ଟ୍ରୋନ୍ଗୁଡ଼ିକ ଏହି ଚାର୍ଜ ବହନ କରିଥା'ନ୍ତି । ଇଲେକ୍ଟ୍ରୋଲାଇଟ୍ ଗୁଡ଼ିକରେ ଆୟନ୍ ଏବଂ ପ୍ଲାଜମାରେ ଉଭୟ ଆୟନ ଓ ଇଲେକ୍ଟ୍ରୋନ ଗୁଡ଼ିକ ଏହି ଚାର୍ଜ ବହନ କରନ୍ତି ।'ବିଦ୍ୟୁତ୍ ସ୍ରୋତ' ମାପିବା ପାଇଁ ବ୍ୟବହୃତ SI ୟୁନିଟ ହେଉଛି ଆମ୍ପିୟର୍ - ଏହା ଏକ ନିର୍ଦ୍ଧିଷ୍ଟ ପୃଷ୍ଠରେ, ଗୋଟିଏ କୁଲମ୍ବ ପ୍ରତି ସେକେଣ୍ଡ ହାରରେ, ବୈଦୁତିକ ଚାର୍ଜର ପ୍ରବାହକୁ ବୁଝାଏ । ଇଲେକ୍ଟ୍ରିକ୍ କରେଣ୍ଟ୍କୁ ଏମିଟର୍ଦ୍ୱାରା ମପାଯାଏ ।ବିଦ୍ୟୁତ୍ ସ୍ରୋତ, ଜୁଲ୍ ତାପନର ମୁଖ୍ୟ କାରଣ ଅଟେ, ଯାହାକି ଇନ୍କଣ୍ଡେସେଣ୍ଟ୍ ଲାଇଟ୍ ବଲ୍ବ୍ରେ ଆଲୋକ ସୃଷ୍ଟିକରେ । ଏହା ଚୁମ୍ବକୀୟ କ୍ଷେତ୍ର ମଧ୍ୟ ସୃଷ୍ଟି କରେ, ଯାହାକି ମୋଟର, ଜେନେରେଟର ଏବଂ ଇଣ୍ଡକ୍ଟର ଗୁଡ଼ିକରେ ବ୍ୟବହୃତ ହୁଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଭରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ ରାଜନୈତିକ ଦଳ ଅଟେ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ ଅଟେ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପାର୍ଥନାଟି ଗାନ୍ଧୀଙ୍କର ସାବରମତି ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳି ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।