ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବୁଦ୍ଧଖୋଲ ଓଡ଼ିଶାର ଗଞ୍ଜାମ ଜିଲ୍ଲାସ୍ଥିତ ବୁଗୁଡ଼ାଠାରୁ ତିନି କିଲୋମିଟର ଉତ୍ତରରେ ଥିବା ଏକ ପର୍ଯ୍ୟଟନ ସ୍ଥଳୀ । ଏହି ସ୍ଥାନଟି ବଣଭୋଜି ପାଇଁ ମଧ୍ୟ ପ୍ରସିଦ୍ଧ । ଏହାର ଚତୁର୍ପାଶ୍ୱରେ ସବୁଜ ପାହାଡ଼ ରହିଛି । ଏକ ପର୍ବତର ଶିଖରରେ ପାଞ୍ଚଗୋଟି ମନ୍ଦିର ରହିଅଛି ଯଥା ମକରେଶ୍ୱର, ଗଙ୍ଗାଧରେଶ୍ୱର, ଜଗଦ୍ଧେଶ୍ୱର, ସିଦ୍ଧେଶ୍ୱର, ବୁଦ୍ଧେଶ୍ୱର ଯାହାକି ପଞ୍ଚୁମହାଦେବ ମନ୍ଦିର ନାମରେ ପରିଚିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୧୬ଶ ଲୋକ ସଭାକୁ ୨୦୧୪ ମସିହା ସାଧାରଣ ନିର୍ବାଚନରେ ନିର୍ବାଚିତ ସଭ୍ୟମାନେ ଯାଇଥିଲେ । ଏହି ଲୋକ ସଭା ପାଇଁ ୭ ଅପ୍ରେଲ ୨୦୧୪ରୁ ୧୨ ମଇ ୨୦୧୪ ଯାଏଁ ନିର୍ବାଚନ କରାଯାଇଥିଲା, ଯାହାର ପରିଚାଳନା କରିଥିଲେ ଭାରତୀୟ ନିର୍ବାଚନ ଆୟୋଗ । ୧୬ ମଇ ୨୦୧୪ରେ ଏହି ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଥିଲା ଏବଂ ଭାରତୀୟ ଜନତା ପାର୍ଟି ସର୍ବାଧିକ ୨୮୨ଟି ଆସନରେ ବିଜୟୀ ହୋଇଥିଲା, ଯାହାକି ଏକ ସଂଖ୍ୟା ଗରିଷ୍ଠତା ଥିଲା । ଏହି ନିର୍ବାଚନରେ ବିଜେପି ପୂର୍ବ ଲୋକ ସଭା ତଥା ୧୫ଶ ଲୋକ ସଭାଠାରୁ ୧୬୬ଟି ଅଧିକ ଆସନରେ ବିଜୟୀ ହୋଇଥିଲା । ବିଜେପିର ପ୍ରଧାନମନ୍ତ୍ରୀ ପାର୍ଥୀ ନରେନ୍ଦ୍ର ମୋଦି ଏହି ଲୋକ ସଭାର ନେତୃତ୍ୱ ନେବା ସହ ଭାରତ ଦେଶର ୧୪ତମ ପ୍ରଧାନମନ୍ତ୍ରୀ ଭାବରେ ୨୬ ମଇ ୨୦୧୪ରେ ଶପଥ ପାଠ କରିଥିଲେ । ଏହି ଲୋକ ସଭାର ପ୍ରଥମ ଅଧିବେଶନ ୪ ଜୁନରୁ ୧୧ ଜୁନ ୨୦୧୪ ମଧ୍ୟରେ ବସିଥିଲା ।ଏହି ଲୋକ ସଭାରେ କେହି ବିରୋଧୀ ଦଳ ନେତା ନଥିଲେ; କାରଣ ଭାରତୀୟ ସମ୍ବିଧାନର ନିୟମ ଅନୁସାରେ ବିରୋଧୀ ଦଳ ଭାବରେ ପରିଗଣିତ ହେବାପାଇଁ ଏକ ଦଳ ପାଖରେ ଅତିକମରେ ସମୁଦାୟ ଲୋକ ସଭା ଆସନ ୫୪୫ର ୧୦ ପ୍ରତିଶତ ବିଜୟୀ ପାର୍ଥୀ ଥିବା ଆବଶ୍ୟକ । ଭାରତୀୟ ଜାତୀୟ କଂଗ୍ରେସର ସମୁଦାୟ ୪୪ଟି ଆସନରେ ଏବଂ ତାମିଲନାଡ଼ୁର ଏଆଇଡିମେକେ ସମୁଦାୟ ୩୭ଟି ଆସନରେ ବିଜୟୀ ହୋଇଥିଲେ । ତେଣୁ ଏହି ଲୋକ ସଭାରେ କେହି ବିରୋଧୀ ଦଳ ନେତା ରହିପାରିଲେ ନାହିଁ । ଭାରତୀୟ ଜାତୀ କଂଗ୍ରେସର ନେତା ମଲ୍ଲିକାର୍ଜୁନ ଖର୍ଗେ ଏହି ଲୋକ ସଭା ପାଇଁ କଂଗ୍ରେସ ସାଂସଦ ଦଳର ନେତା ଭାବରେ ଘୋଷିତ ହେଲେ ।୨୦୧୪ ଭାରତୀୟ ସାଧାରଣ ନିର୍ବାଚନ ପରେ ରାଜ୍ୟ ସଭାର ୫ମ ସଦସ୍ୟ ଲୋକ ସଭାକୁ ମନୋନୀତ ହୋଇ ଆସିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଚିତ୍ତରଞ୍ଜନ ଜେନା (୨୪ ଡିସେମ୍ବର ୧୯୪୧ – ୧୩ ନଭେମ୍ବର ୨୦୧୮) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଛଦପଟ ଗାୟକ ଥିଲେ । ସେ ୧୯୪୧ ମସିହା ଡିସେମ୍ବର ୨୪ ଦିନ କଟକରେ ଜନ୍ମଗ୍ରହଣ କରିଥିଲେ । ଚିତ୍ତ ଜେନା ୧୦୦ରୁ ଉର୍ଦ୍ଧ୍ୱ ଚଳଚ୍ଚିତ୍ର ସହିତ ଅନ୍ୟାନ୍ୟ ଗୀତରେ କଣ୍ଠଦାନ କରିଥିଲେ । ତାଙ୍କର କେତେକ ଜଣାଶୁଣା ଗୀତ ହେଲା ମୋ ପ୍ରିୟା ଠାରୁ କିଏ ଅଧିକ ସୁନ୍ଦର, ରୂପ ହୋଇଥିବ ଲାବଣ୍ୟବତୀ, ପୂଜା କାହିଁ ପୂଜା, ମାଣିକ ଆଲୋ ମାଣିକ ଆଦି । ୨୦୧୮ ମସିହା ନଭେମ୍ବର ୧୩ ତାରିଖରେ କଟକରେ ତାଙ୍କର ୭୬ ବର୍ଷରେ ଅସୁସ୍ଥତା କାରଣରୁ ଦେହାନ୍ତ ହୋଇଥିଲା ।
ପ୍ରିୟଙ୍କା ଗାନ୍ଧୀ (ପ୍ରିୟଙ୍କା ରବର୍ଟ ଭଦ୍ରା) ହେଉଛନ୍ତି ଭାରତୀୟ ଜାତୀୟ କଂଗ୍ରେସ ଦଳର ଜଣେ ପ୍ରମୁଖ ସଦସ୍ୟା ତଥା ଜଣେ ରାଜନେତ୍ରୀ । ସେ ଭାରତର ପୂର୍ବତନ ପ୍ରଧାନ ମନ୍ତ୍ରୀ ରାଜୀବ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କ ଝିଅ ଓ ବର୍ତମାନର କଂଗ୍ରେସ ମୁଖ୍ୟ ରାହୁଲ ଗାନ୍ଧୀଙ୍କ ଭଉଣୀ । ସେ ଫିରୋଜ ଗାନ୍ଧୀ ଓ ଇନ୍ଦିରା ଗାନ୍ଧୀଙ୍କ ନତୁଣୀ ଏବଂ ନେହେରୁ-ଗାନ୍ଧୀ ବଂଶର ଜଣେ ଉତ୍ତରାଧିକାରୀ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କବିଚନ୍ଦ୍ର ରଘୁନାଥ ପରିଚ୍ଛା (୧୮୦୨-୭୨) ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ହୁଏ କୁମ୍ଭ ମେଳା ଓ ପ୍ରତିତିନି ବର୍ଷରେ ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୈନ ଓ ନାଶିକରେ ଅନୁଷ୍ଠିତ ହୁଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି । ଏହି ମେଳା ଦୁଇ ମାସ ଧରି ଚାଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଗୀତା ମେହେଟ୍ଟା (୧୯୪୩ରେ ଜନ୍ମ) ଜଣେ ଭାରତୀୟ ଲେଖିକା । ସେ ଏକ ଜଣାଶୁଣା ଓଡ଼ିଆ ପରିବାରରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ । ସେ ଭାରତର ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ । ତାଙ୍କ ସାନ ଭାଇ ନବୀନ ପଟ୍ଟନାୟକ ୨୦୦୦ ମସିହାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନିର୍ବାହ କରୁଛନ୍ତି । ସେ ଭାରତ ଏବଂ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ, ଇଂଲଣ୍ଡ.ରୁ ନିଜର ଶିକ୍ଷା ସମାପ୍ତ କରିଥିଲେ । ସେ ଇଂଲଣ୍ଡ, ୟୁରୋପ ଏବଂ ଆମେରିକା ପାଇଁ ୧୪ଟି ଦୂରଦର୍ଶନ ପ୍ରମାଣସିଦ୍ଧ ଚଳଚ୍ଚିତ୍ରର ନିର୍ମାଣ ଏବଂ/କିମ୍ବା ନିର୍ଦ୍ଦେଶନା ଦେଇଥିଲେ । ୧୯୭୦-୧୯୭୧ ମସିହା ମଧ୍ୟରେ ସେ ଆମେରିକା ଦୂରଦର୍ଶନ ଏନ ବି ସି ପାଇଁ ଯୁଦ୍ଧକାଳୀନ ସମ୍ବାଦଦାତା ଥିଲେ । ତାଙ୍କର ଚଳଚ୍ଚିତ୍ର 'କମ୍ପାଇଲେସନ ଅଫ ଦି ବାଙ୍ଗଲାଦେଶ ରିଭୋଲୁସନ, ଡେଡଲାଇନ ବାଙ୍ଗଲାଦେଶ, ଉଭୟ ଭାରତ ଏବଂ ବିଦେଶର ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିଲା । ଯଦିଓ ଆଲଫ୍ରେଡ ଏ.
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହେଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।