ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ନିମ୍କି, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କୁନା ମଙ୍ଗରାଜ ଓ ବର୍ଷା ପ୍ରିୟଦର୍ଶିନୀ । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବର୍ଷା ପ୍ରିୟଦର୍ଶିନୀ । ଦିଲୀପ ଚୈଧୁରୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ସୁଶାନ୍ତ ମଣି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବର୍ଷା ପ୍ରିୟଦର୍ଶିନୀ । ଅଶ୍ରୁମୋଚନ ମହାନ୍ତି, ପ୍ରଜ୍ଞା ଖଟୁଆ, ତୃପ୍ତି ସିହ୍ନା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।ଏହି ଚଳଚ୍ଚିତ୍ରଟିର ୨୦୧୯ ମସିହା ଜାନୁଆରୀ ମାସ ୨୩ ତାରିଖରେ ମୁକ୍ତିଲାଭ କରିଥିଲା । କଥାଚିତ୍ରଟିର ପ୍ରିମିୟର ଉତ୍ସବରେ ହିନ୍ଦୀ କଥାଚିତ୍ର ଜଗତର ଜଣାଶୁଣା ଅଭିନେତ୍ରୀ ଜୟା ବଚ୍ଚନ ଯୋଗ ଦେଇଥିଲେ ।
ହେମୋଲିଟିକ-ୟୁରିମିକ ସିଣ୍ଡ୍ରୋମ ବା ଏଚୟୁଏସ (ଇଂରାଜୀ ଭାଷାରେ Hemolytic-uremic syndrome/ HUS) ଏକ ରକ୍ତ ରୋଗ (blood disorders) ଦଳର ନାମ ଯେଉଁଥିରେ ଆନିମିଆ, ଆକ୍ୟୁଟ ବୃକ୍କ ବିଫଳତା (acute kidney failure) ଓ ଅଳ୍ପ ଅଣୁଚକ୍ରିକା ବା ପ୍ଲାଟେଲେଟ (low platelets) ଦେଖାଯାଏ । ରୋଗ ଆରମ୍ଭରେ ରକ୍ତମିଶ୍ରିତ ତରଳ ଝାଡ଼ା (bloody diarrhea), ଜ୍ୱର, ବାନ୍ତି (vomiting) ଓ ଦୁର୍ବଳ ଲାଗେ । ତରଳ ଝାଡ଼ା ଉପଶମ ଆରମ୍ଭ ବେଳକୁ ପ୍ଲାଟେଲେଟ କମିଯାଏ ଓ ବୃକ୍କ ସମସ୍ୟା ଆରମ୍ଭ ହୁଏ । ସାଧାରଣତଃ ପିଲାଙ୍କୁ ଏହି ରୋଗ ହୁଏ କିନ୍ତୁ ଯୁବକମାନଙ୍କର ରୋଗର ଫଳାଫଳ ଅତି ଖରାପ ହୁଏ । ରୋଗ ଜଟିଳ ହେଲେ ସ୍ନାୟୁ ସମସ୍ୟା (neurological problems) ଓ ହୃଦ୍ପାତ ହୁଏ । ଏକ ନିର୍ଦ୍ଦିଷ୍ଟ ଏସେରିକିଆ କୋଲାଇ ୦୧୫୭:ଏଚ୭ (O157:H7) ସଂକ୍ରମଣ ଯୋଗୁ ହେଉଥିବା ସଂକ୍ରାମକ ତରଳ ଝାଡ଼ା (infectious diarrhea) ପରେ ଅଧିକାଂଶ ହେମୋଲିଟିକ-ୟୁରିମିକ ସିଣ୍ଡ୍ରୋମ ରୋଗ ସୃଷ୍ଟି ହୁଏ । ଅନ୍ୟାନ୍ୟ କାରଣମାନଙ୍କ ମଧ୍ୟରେ ସ୍ଟ୍ରେପ୍ଟୋକୋକା ନିମୋନି (Strep.
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ଫେଲୋସିପ
କେନ୍ଦ୍ର ସାହିତ୍ୟ ଏକାଡେମୀ ଫେଲୋସିପ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରଦାନ କରାଯାଉଥିବା ସର୍ବୋଚ୍ଚ ସମ୍ମାନ । ଯେକୌଣସି ସମୟରେ କେବଳ ୨୧ଜଣ ବ୍ୟକ୍ତି ଏହି ସମ୍ମାନପ୍ରାପ୍ତ ଥାଆନ୍ତି । ଏହା ୧୯୬୮ ମସିହାରୁ ଆରମ୍ଭ କରାଯାଇଥିଲା । ବର୍ତ୍ତମାନ ଥିବା ୨୧ ଜଣ ଫେଲୋଙ୍କ ମଧ୍ୟରୁ ଓଡ଼ିଶାରୁ ୪ଜଣ ଅଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀ ମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି ।ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କ ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ। ଭାରତର ପ୍ରଥମ କୃତ୍ରିମ ଉପଗ୍ରହ "ଆର୍ଯ୍ୟଭଟ୍ଟ" ଇସ୍ରୋଦ୍ୱାରା ପ୍ରସ୍ତୁତ ହୋଇଥିଲା ଓ ନିଜସ୍ୱ ଉତକ୍ଷେପଣଯାନ ଅଭାବରୁ ରୁଷିଆ ନିର୍ମିତ କୋସମୋସ-୩M ଯାନଦ୍ୱାରା ୧୯ ଏପ୍ରିଲ, ୧୯୭୫ ମସିହାରେ କପୁସ୍ତିନ ୟାର (kapustin yar)ରୁ ଉତକ୍ଷେପଣ କରଯାଇଥିଲା। ପରାବର୍ତ୍ତୀ ସମୟରେ ମହାକାଶ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବା ସହିତ ଇସ୍ରୋ ନିଜସ୍ୱ ଉତକ୍ଷେପଣଯାନ ନିର୍ମାଣ କାରିବାରେ ସମର୍ଥହେଲା। ବର୍ତ୍ତମାନ ଇସ୍ରୋଦ୍ୱାରା ନିର୍ମିତ ଏସଏଲଭି (SLV),ଏଏସଏଲଭି (ASLV), ପିଏଏଲଭି (PSLV) ଏବଂ ଜିଏଏଲଭି(GSLV) ଶ୍ରେଣୀର ଅନେକ ଉତକ୍ଷେପଣଯାନଦ୍ୱାରା ଶତାଧିକ କୃତ୍ରିମ ଉପଗ୍ରହ ମହାକାଶକୁ ପ୍ରେରାଣ କରିବାରେ ସଫଳହେଇପାରିଛି। ଏହାସହ ଏକାସଙ୍ଗେ ୧୦୪ଟି କୃତ୍ରିମ ଉପଗ୍ରହକୁ ବିଭ୍ଭିନ୍ନ କକ୍ଷରେ ପ୍ରତିସ୍ଥାପନ କରି ବିଶ୍ୱରେକର୍ଡ ଲାଭକାରିବାର ଗୌରବହାସଲ କରିଛି। ୫ ଜୁନ୍, ୨୦୧୭ରେ ଇସ୍ରୋ ୪ଟନ୍ ଓଜନ ବିଶିଷ୍ଟ GSAT-19 ସାଟେଲାଇଟ୍କୁ ଜିଏସଏଲଭି-ଏମକେ୩ (GSLV-Mk III)ଦ୍ୱାରା କକ୍ଷରେ ସ୍ଥାପନ କରିପାରିଲା। ଅକ୍ଟୋବର ୨୨, ୨୦୦୮ରେ ଇସ୍ରୋ ଚନ୍ଦ୍ରକୁ ଏକ ମାନାବରହିତ ମହାକାଶଯାନ ପରେରଣ କରିଥିଲା. ଏହା ନଭେମ୍ବର ୮, ୨୦୦୮ରେ ଚନ୍ଦ୍ର କକ୍ଷରେ ଅବସ୍ଥାବିତ ହୋଇଥିଲା। ତତ୍ପରେ ନଭେମ୍ବର ୫, ୨୦୧୩ରେ ଭାରତର ପ୍ରଥମ ଆର୍ନ୍ତଗ୍ରହ ଅଭିଯାନ ମଙ୍ଗଳଯାନ ଆରମ୍ଭ କରିଥିଲା.
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ୱାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଶ୍ରୀରାଧା, ୧୯୮୪ରେ ରମାକାନ୍ତ ରଥଙ୍କଦ୍ୱାରା ରଚିତ ଏକ କବିତା ସଙ୍କଳନ । କବି ରମାକାନ୍ତ ରଥଙ୍କୁ ଏଥି ପାଇଁ ୧୯୯୨ରେ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଭରତବର୍ଷର କାବ୍ୟ ସାହିତ୍ୟରେ 'ଶ୍ରୀରାଧା' ଏକ କ୍ଲାସିକ ସୃଷ୍ଟିର ମାନ୍ୟତା ପାଇଛି । ଏହା ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ହୋଇ ବିପୁଳ ପାଠକୀୟ ଶ୍ରଦ୍ଧା ଲାଭ କରିଛି । ଇଂରାଜୀ ଭାଷାକୁ ଅନୁବାଦ ନିଜେ ଲେଖକ ରମାକାନ୍ତ ରଥ କରିଛନ୍ତି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଶାନ୍ତନୁ ଆଚାର୍ଯ୍ୟ ଜଣେ ଖ୍ୟାତନାମା ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।