ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏଚଇଏଲଏଲପି ସିଣ୍ଡ୍ରୋମ (ଇଂରାଜୀ ଭାଷାରେ HELLP syndrome) ଗର୍ଭାବସ୍ଥାର ଏକ ଜଟିଳ complication of pregnancy ସମସ୍ୟା ଯେଉଁଥିରେ ହେମୋଲାଇସିସ (hemolysis), ଅଧିକ ଯକୃତ ଏଞ୍ଜାଇମ (elevated liver enzymes) ଓ ଥ୍ରୋମ୍ବୋସାଇଟିପେନିଆ (low platelet count) ହୁଏ ଓ ଏହି ନାମରୁ ଏଚଇଏଲଏଲପି ନିଆଯାଇଛି । ଗର୍ଭାବସ୍ଥାର ଶେଷ ତ୍ରୈମାସିକରେ ବା ପ୍ରସବର (childbirth) ଅଳ୍ପ ସମୟ ଅବଧି ପରେ ଏହି ରୋଗ ହୁଏ । ଥକ୍କାଣ, ମୁଣ୍ଡ ବିନ୍ଧା, ଅଇ, ଉଦରର ଉପର ଡାହାଣ ପାଖରେ ଯନ୍ତ୍ରଣା (abdominal pain), ଝାପ୍ସା ଦୃଷ୍ଟି, ନାକରୁ ରକ୍ତସ୍ରାବ (en:nosebleed) ଓ ବାତ (seizures) ଆଦି ଲକ୍ଷଣ ପ୍ରକାଶ ପାଇପାରେ । ଅଧିକ ଜଟିଳ ହେଲେ ଡିସସେମିନେଟେଡ ଇଣ୍ଟ୍ରାଭାସ୍କୁଲାର କୋଆଗୁଲେସନ (disseminated intravascular coagulation or DIC), ପ୍ଲାସେଣ୍ଟାଲ ଆବରପସନ (placental abruption) ଓ ବୃକ୍କ ଫେଲ (kidney failure) ଭଳି ଅବସ୍ଥା ହୋଇପାରେ । ଏହାର କାରଣ ଅଜ୍ଞାତ ଅଛି । ପ୍ରିଏକ୍ଲାମ୍ପସିଆ (preeclampsia) ବା ଏକ୍ଲାମ୍ପସିଆ (eclampsia) ଥିଲେ ଏହି ରୋଗ ସହାଭାଗୀ ହୁଏ । ୨୫ ବର୍ଷରୁ ଉର୍ଦ୍ଧ୍ୱ ବୟସର ମାତା, ଗୋରା ଲୋକ (white) ଅଧିକ ରୋଗ ସଙ୍କଟରେ ରହନ୍ତି । ରକ୍ତ ପରୀକ୍ଷାରେ ଲୋହିତ ରକ୍ତ କଣିକା ଭାଙ୍ଗି ଲାକ୍ଟେଟ ଡିହାଇଡ୍ରୋଜେନେଜ ପରିମାଣ >୬୦୦ୟୁ/ଲି, ଆସ୍ପାର୍ଟେଟ ଟ୍ରାନ୍ସଆମିନେଜ >୭୦ ୟୁ/ଲି ଓ ପ୍ଲାଟେଲେଟ ୧୦୦x୧୦୯/ଲିରୁ କମ୍ ଥିଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଏ ସମସ୍ତ ମାପଦଣ୍ଡ ପୂରଣ ନକରୁଥିଲେ ଏହି ରୋଗ ନିର୍ଣ୍ଣୟ ଅସମ୍ପୁର୍ଣ୍ଣ ରହେ ।ଯେତେ ଶୀଘ୍ର ସମ୍ଭବ ପ୍ରସବ କରେଇ ଏହାର ଚିକିତ୍ସା କରାଯାଏ । ଗର୍ଭ (gestation) ୩୪ ସପ୍ତାହରୁ ଅଧିକ ଥିଲେ ଏହା ଅଧିକ ଆବଶ୍ୟକ ହୁଏ ।
ସପେଟା ସେହି ନାମରେ ଥିବା ଏକ ଚିରହରିତ ଦୀର୍ଘସ୍ଥାୟୀ ଗଛର ଫଳ ଅଟେ । ଏହି ବୃକ୍ଷର ଉଦ୍ଭିଦ ବିଜ୍ଞାନ ନାମ ହେଉଛି Manilkara zapota । ଏହା ମୂଳତଃ ମଧ୍ୟ ଅମେରିକୀୟ ଦେଶ ଗୁଆଟେମାଲା, ବେଲିଜ, ମେକ୍ସିକୋ ଓ କାରିବୀୟ ଦେଶ ମାନଂକରେ ଦେଖାଯାଉଥିଲା । ସ୍ପେନୀୟମାନଂକ ଦ୍ୱାରା ଏହା ଫିଲିପାଇନ୍ସ ଦ୍ୱୀପପୁଂଜକୁ ଆସିଥିଲା ଓ ସେଠାରୁ ଏସିଆର ଅନ୍ୟ ଭାଗକୁ ବିସ୍ତାର ହୋଇଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ନିକିତା ପରିଜା, ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ ଥିଲେ । ସେ ଓଡ଼ିଆ କଥାଚିତ୍ର ତୁ ମୋ ଆଖିର ତାରା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ କିଛି ଓଡ଼ିଆ କଥାଚିତ୍ରରେ ନାୟିକ ଏବଂ ପାର୍ଶ୍ୱ ଅଭିନେତ୍ରୀ ଭାବରେ ଅଭିନୟ କରିଥିଲେ । ନିକିତା ଓଡ଼ିଆ କଥାଚିତ୍ର ସହ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ । ୨୦୧୯ ମସିହା ଜାନୁଆରୀ ମାସ ୫ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଗୋମତେଶ୍ଵର ପ୍ରତିମା (କନ୍ନଡ଼ ଭାଷାରେ ಗೊಮ್ಮಟೇಶ್ವರ) ୫୭ ଫୁଟ୍ (୧୭ ମିଟର୍) ଉଚ୍ଚତାବିଶିଷ୍ଟ ଓ ଗୋଟିଏ ପ୍ରସ୍ତରରେ ଗଢ଼ା ଭଗବାନ ବାହୁବଳୀଙ୍କର ଏକ ବିରାଟକାୟ ମୂର୍ତ୍ତି । ଭାରତର କର୍ଣ୍ଣାଟକ ରାଜ୍ୟର ଶ୍ରବଣବେଳାଗୋଲା ସହରରେ ଥିବା ବିନ୍ଧ୍ୟଗିରି ନାମକ ପାହାଡ଼ ଉପରେ ଏହି ମୂର୍ତ୍ତିଟି ଅବସ୍ଥିତ । ଶ୍ରବଣବେଳାଗୋଲାରେ ଦୁଇଟି ପାହାଡ଼ ରହିଛି, ଗୋଟିକର ନାମ ବିନ୍ଧ୍ୟଗିରି ଓ ଅନ୍ୟଟିର ନାମ ଚନ୍ଦ୍ରଗିରି । ଗୋମତେଶ୍ୱର ପ୍ରତିମା ନିର୍ମିତ ହେବାର ବହୁ ପୂର୍ବରୁ ଏହି ଦୁଇଟି ପର୍ବତରେ ଜୈନ ଧାର୍ମିକସ୍ଥଳୀମାନ ବିକାଶ ଲାଭ କରିଥିଲେ । ଜୈନ ଧର୍ମର ଭଗବାନ ବାହୁବଳୀଙ୍କ ଉଦ୍ଦେଶ୍ୟରେ ଗୋମତେଶ୍ଵର ପ୍ରତିମା ନିର୍ମିତ । ଖ୍ରୀ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ହେମୋଫିଲିଆ (ଇଂରାଜୀରେHaemophilia also spelled hemophilia) ଏକ ଅନୁବଂଶିକ (inherited) ଜେନେଟିକ (genetic disorder) ରୋଗ ଯେଉଁଥିରେ ରକ୍ତ ଜମାଟ ବାନ୍ଧିବା ଶକ୍ତି କମିଯାଏ ଓ ରକ୍ତ ସ୍ତମ୍ଭନ (ରକ୍ତସ୍ରାବ ବନ୍ଦ) ହୁଏନି । ଫଳରେ ଆଘାତ ପରେ ରକ୍ତସ୍ରାବ ଅଧିକ ସମୟ ଧରି ଚାଲିଥାଏ, ସହଜରେ ଅଧଃଚର୍ମ କ୍ଷତ (bruising) ହୁଏ ଓ ଗଣ୍ଠି ରକ୍ତସ୍ରାବ (bleeding inside joint) ବା ମସ୍ତିସ୍କରେ ରକ୍ତସ୍ରାବ ସଙ୍କଟ ରହେ । ସାମାନ୍ୟ ରୋଗରେ ଦୁର୍ଘଟଣା ବା ଅପରେଶନ ପରେ ଲକ୍ଷଣ ବାହାରେ । ରକ୍ତସ୍ରାବ ଫଳରେ ଗଣ୍ଠି ସ୍ଥାୟୀ ଭାବରେ ନଷ୍ଟ ହୋଇଯାଏ ଓ ମସ୍ତିଷ୍କରେ ରକ୍ତସ୍ରାବ ଫଳରେ ମୁଣ୍ଡବଥା, ଅପସ୍ମାର ବାତ ଓ ଚେତନା କମ ରହେ । ଦୁଇ ପ୍ରକାର ହେମୋଫିଲିଆ ଅଛି: ହେମୋଫିଲିଆ କ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର ୮ (factor VIII) ନ ଥାଏ ଓ ହେମୋଫିଲିଆ ଖ ଯେଉଁଥିରେ ଯଥେଷ୍ଟ ଫ୍ୟାକ୍ଟର (factor IX) ନ ଥାଏ । ପିତା ବା ମାତାଙ୍କଠାରୁ ଆସିଥିବା ଏକ୍ସ କ୍ରୋମୋଜୋମରେ (X chromosome) ଏକ ଅଣକାର୍ଯ୍ୟକାରୀ ଜିନ (gene) ଥିବା ଯୋଗୁ ଏହି ରୋଗ ହୁଏ । ବିକାଶର ପ୍ରଥମାବସ୍ଥାରେ ଏକ ନୂଆ ମ୍ୟୁଟେସନ ହେଲେ ବା ଜୀବନର ପର ପର୍ଯ୍ୟୟରେ କ୍ଲଟିଙ୍ଗ ଫ୍ୟାକ୍ଟର ବିରୁଦ୍ଧରେ ଆଣ୍ଟବଡି ତିଆରି ହୋଇଗଲେ ହେମୋଫିଲିଆ ହୁଏ । ଅନ୍ୟ ଦୁଇ ପ୍ରକାର ହେମୋଫିଲିଆର ନାମ ଯଥାକ୍ରମେ ହେମୋଫିଲିଆ ଗ (ଫ୍ୟାକ୍ଟର XI ଅଭାବ ଯୋଗୁ) ଓ ପାରାହେମୋଫିଲିଆ (ଫ୍ୟାକ୍ଟର V ଅଭାବ ଯୋଗୁ) । କର୍କଟ ରୋଗ, ଅଟୋଇମ୍ମ୍ୟୁନ ରୋଗ (autoimmune disorder) ଓ ଗର୍ଭାବସ୍ଥାରେ ଉପାର୍ଜ୍ଜିତ ହେମୋଫିଲିଆ ହୋଇପାରେ । ରକ୍ତର ଜମାଟ ବାନ୍ଧିବା କ୍ଷମତା ଓ ବିଭିନ୍ନ କ୍ଲଟିଙ୍ଗ ଫ୍ୟାକ୍ଟର ସ୍ତର ମାପ କରି ରୋଗ ନିର୍ଣ୍ଣୟ କରାଯାଏ ।ମହିଳାର ଅଣ୍ଡା ବାହାର କରି ତାହାକୁ ନିଷେଚନ (fertilizing) କରିବା ପରେ ଭୃଣ (embryo) ପରୀକ୍ଷା କରି ଜରାୟୁ ଭିତରେ ରଖିଲେ ଏ ରୋଗ ପ୍ରତିଷେଧ କରିହୁଏ । ଏହାର ଚିକିତ୍ସାରେ ଦେହରେ ନ ଥିବା କ୍ଲଟିଙ୍ଗ ଫ୍ୟାକ୍ଟର ପୁନଃସ୍ଥାପନ କରାଯାଏ । ଏହି ପ୍ରଥା ନିୟମିତ ବା ରକ୍ତସ୍ରାବ ସମୟରେ କରାଯାଇପାରେ । ଘରେ ବା ଡାକ୍ତରଖାନାରେ ପୁନଃସ୍ଥାପନ କରାଯାଇପାରେ । ମାନବ ରକ୍ତରୁ ବା ପ୍ରୋଟିନରୁ କ୍ଲଟିଙ୍ଗ ଫ୍ୟାକ୍ଟରରୁ (recombinant methods) ପ୍ରସ୍ତୁତ କରାଯାଏ । ଆଣ୍ଟିବାୟୋଟିକ ବିରୁଦ୍ଧରେ ଆଣ୍ଟିବଡି ପ୍ରସ୍ତୁତ ହେଉଥିବା ୨୦% ଲୋକଙ୍କର ଚିକିତ୍ସା କଷ୍ଟସାଧ୍ୟ । ସାମାନ୍ୟ ଧରଣର ହେମୋଫିଲିଆ କ ହୋଇଥିଲେ ଡେସମୋପ୍ରେସିନ (desmopressin) ଔଷଧ ଦିଆଯାଇପାରେ । ଅଧୁନା ଜିନ ଥେରାପି (gene therapy) ପରୀକ୍ଷଣ ଅବସ୍ଥାରେ ଅଛି । ପ୍ରତି ୫,୦୦୦ରୁ ୧୦,୦୦୦ ଲୋକରେ ଜଣେ ହେମୋଫିଲିଆ କ ରୋଗରେ ଆକ୍ରାନ୍ତ ହୁଏ ଓ ପ୍ରତି ୪୦,୦୦୦ରେ ଜଣେ ପୁରୁଷ ହେମୋଫିଲିଆ ଖ ରୋଗରେ ଜନ୍ମରୁ ଆକ୍ରାନ୍ତ ହୁଏ । କେତେକ ମହିଳାଙ୍କର ଏକ୍ସ କ୍ରୋମୋଜୋମ ସହିତ ଅଣକାର୍ଯ୍ୟକାରୀ ଜିନ ଥିଲେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇପାରେ । ହେମୋଫିଲିଆ ଗ ଉଭୟ ପୁରୁଷ ଓ ମହିଳାଙ୍କୁ ସମ ଭାଗରେ ଆକ୍ରମଣ କରେ ଓ ମୂଖ୍ୟତଃ ଆସ୍କେନାଜି ଜିଉଙ୍କର (Ashkenazi Jews) ଏ ରୋଗ ହୁଏ । ୧୮୦୦ଶତାବ୍ଦୀରେ ୟୁରୋପର ରାଜକୀୟ ପରିବାରରେ ସାଧାରଣତଃ ଏହି ରୋଗ ଥିଲା । ସନ ୧୯୫୨ରେ ହେମୋଫିଲିଆ କ ଓ ଖ ମଧ୍ୟରେ ଥିବା ପାର୍ଥକ୍ୟ ଜଣାଯାଇଥିଲା । ଗ୍ରୀକ ଭାଷାରୁ ଅଣାଯାଇଥିବା ଶବ୍ଦ ହାଇମା/haima αἷμα ଅର୍ଥ ରକ୍ତ ଓ ଫିଲିଆ/philia φιλία ଅର୍ଥ ପ୍ରେମ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପ୍ରେମ୍ କୁମାର, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଏହି ଚଳଚ୍ଚିତ୍ରଟି ନିର୍ମାଣ କରିଥିଲା । ରଞ୍ଜନ ଶତପଥୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସଞ୍ଜୟ ମହାକୁଡ଼, ଦେବୀଦତ୍ତ ମହାନ୍ତି ଏବଂ ଶକ୍ତି ବରାଳ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ତାପସ ସରଘରିଆ ଓ ଦେବୀଦତ୍ତ ମହାନ୍ତି । ତାପସ ସରଘରିଆ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି, ଶିବାନୀ ସଙ୍ଗୀତା ଓ ତମନ୍ନା ବ୍ୟାସ । ସୁଟିଂ ଆରମ୍ଭ ହେବାର କିଛିଦିନ ପରେ ଅନୁଭବ ମହାନ୍ତି ଆହାତ ହୋଇଥିଲେ । ଆହାତ କାରଣରୁ ଏହି କଥାଚିତ୍ରଟିର ସୁଟିଂ ଅଧାରେ ଅଟକିଯାଇଥିଲା, ଫଳରେ ୨୦୧୮ ରଜ ସମୟରେ ପୂର୍ବ ଯୋଜନା ମୁତାବକ ଏହା ମୁକ୍ତିଲାଭ କରିପାରିନଥିଲା । ୯ ଜୁଲାଇରୁ ଏହାର ସୁଟିଂ ପୁନର୍ବାର ଆରମ୍ଭ ହୋଇଥିଲା । ମନୋଜ ମିଶ୍ର, ଶୁରେଶ ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ବନମାଳୀ ବାବୁ (୯ ମାର୍ଚ୍ଚ ୧୯୧୮ - ଫେବୃଆରୀ ୨୦୦୭) ଜଣେ ଭାରତୀୟ ରାଜନୀତିଜ୍ଞ ଥିଲା । ସେ ଭାରତୀୟ ଜାତୀୟ କଂଗ୍ରେସର ଜଣେ ପ୍ରତିନିଧି ଭାବରେ ରାଜନୀତିରେ ସକ୍ରିୟ ଥିଲେ । ୧୯୬୧ ମସିହାରେ ବନମାଳୀ ବାବୁ କଂଗ୍ରେସ ଦଳର ପ୍ରତିନିଧି ଭାବରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ବିଧାନ ସଭା ଏବଂ ୪ର୍ଥ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୭୧ ମସିହାରେ ସେ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ହନୁ ମାଙ୍କଡ଼ ବା ହନୁମାନ ଲଂଗୁର୍ ଭାରତୀୟ ଉପମହାଦ୍ୱୀପରେ ସର୍ବବ୍ୟାପ୍ତ ବାନର ପ୍ରଜାତି ଓ ଆଦି ବାନରମାନଙ୍କ ମଧ୍ୟରୁ ଅନ୍ୟତମ । ଏମାନଙ୍କ ପ୍ରଜାତିର ଜୀବବିଜ୍ଞାନ ନାମ ହେଲା Semnopithecus, ଯାହା ଗ୍ରୀକ୍ ଶବ୍ଦ σεμνός (semnós ଅର୍ଥାତ୍ -ପବିତ୍ର) ଓ πίθηκος (píthēkos ଅର୍ଥାତ୍ - ବାନର)ର ସମ୍ମିଶ୍ରଣରୁ ସୃଷ୍ଟ । ଏମାନଙ୍କ ସମସ୍ତ ପ୍ରଜାତି Semnopithecus entellus ମୁଖ୍ୟ ପ୍ରଜାତିର ଅଂଶ ଭାବେ ପରିଗଣିତ ହୁଅନ୍ତି । ୨୦୦୧ ମସିହାରେ ପୂର୍ବରୁ ଆବିଷ୍କୃତ କିଛି ଭିନ୍ନ ଭିନ୍ନ ଉପ-ପ୍ରଜାତିଙ୍କୁ ପ୍ରଜାତି ଭାବେ ଗଣନା କରାଯିବାରୁ ୭ଟି ଭିନ୍ନ ପ୍ରଜାତିର ସୃଷ୍ଟି ହେଲା । ଅଳ୍ପ ଉପ-ପ୍ରଜାତି ବିଶିଷ୍ଟ ଆଉ ଏକ ପ୍ରସ୍ତାବିତ ଶ୍ରେଣୀ ବିଭାଗ ମଧ୍ୟ ରହିଛି । Trachypithecus ପ୍ରଜାତିର ଉପ-ପ୍ରଜାତି ଭାବେ ପରିଗଣିତ ନୀଳଗିରି ହନୁ ମାଙ୍କଡ଼ ଓ ବାଇଗଣୀମୁହାଁ ହନୁ ମାଙ୍କଡ଼ ପ୍ରକୃତରେ Semnopithecus ପ୍ରଜାତିର ବୋଲି ଜେନେଟିକ୍ ପ୍ରମାଣ ମିଳିଛି । ହନୁ ମାଙ୍କଡ଼ମାନେ ପ୍ରାୟତଃ ପାଉଁଶିଆ ବା ଧୁସରିଆ ରଙ୍ଗର । ଖାଦ୍ୟ ପାଇଁ ହନୁ ମାଙ୍କଡ଼ ଦଳ ଏକ ନିର୍ଦ୍ଦିଷ୍ଟ ଇଲାକାର ନିୟନ୍ତ୍ରଣ କରନ୍ତି । ଭାରତୀୟ ଉପମହାଦ୍ୱୀପରେ ଏମାନେ ଘଞ୍ଚ ଜଙ୍ଗଲ, ପତଳା ଜଙ୍ଗଲ; ଏପରିକି ସହର ଆଖାପାଖି ଅଞ୍ଚଳରେ ମଧ୍ୟ ବସବାସ କରନ୍ତି । ଅଧିକାଂଶ ସ୍ଥାନରେ ହନୁ ମାଙ୍କଡ଼ମାନେ ସମୁଦ୍ର ପତନରୁ ନିମ୍ନ-ମଧ୍ୟମ ଉଚ୍ଚତାରେ ରହୁଥିବା ବେଳେ, ହିମାଳୟ ଅଞ୍ଚଳରେ ନେପାଳୀ ହନୁ ମାଙ୍କଡ଼ ଓ କାଶ୍ମୀରୀ ହନୁ ମାଙ୍କଡ଼ ପ୍ରାୟ ୪୦୦୦ ମିଟର୍ (୧୩୦୦୦ ଫୁଟ୍) ଉଚ୍ଚତା ପର୍ଯ୍ୟନ୍ତ ଦେଖାଯାନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ୱାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।