ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପ୍ରେମ ବିବାହ ଶବ୍ଦଟି ସାଧାରଣତଃ ଦକ୍ଷିଣ ଏସିଆ, ଖାସ କରି ଭାରତ,ପାକିସ୍ତାନ,ବଙ୍ଗଳାଦେଶ ଓ ଶ୍ରୀଲଙ୍କାରେ ବର୍ଣ୍ଣିତ ଅଟେ । ଏହା ଏପରି ଏକ ବିବାହ ଅଟେ ଯେଉଁଠାରେ ପୁଅ ଏବଂ ଝିଅ ନିଜ ଇଚ୍ଛାରେ ନିଜ ମନପସନ୍ଦ ସାଥି ସହିତ ପରିବାରର ସହମତି କିମ୍ବା ବିନା ସହମତିରେ ବିବାହ କରିଥାନ୍ତି । ପ୍ରେମ ବିବାହର କୌଣସି ସ୍ପଷ୍ଟ ପରିଭାଷା ନାହିଁ । ଏହା ସାଧାରଣତଃ ଏକ ବିବାହର ବର୍ଣ୍ଣନା କରିବା ପାଇଁ ଉପ୍ୟୋଗ କରାଯାଏ ଯାହା ଯୁଗଳର ଏକମାତ୍ର ନିର୍ଣ୍ଣୟ ଅଟେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦିଲାରା ହାନିଫ ପୂର୍ଣ୍ଣିମା (ଜନ୍ମ: ଜୁଲାଇ ୧୧, ୧୯୮୧(1981-07-11)) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ସେ ମୁଖ୍ୟତଃ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ କରନ୍ତି । ପୂର୍ଣ୍ଣିମା ୧୯୯୭ ମସିହାରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଏ ଜୀବନ ତୁମର ଆମର କଥାଚିତ୍ର ଜରିଆରେ ଅଭିନୟ ଦୁନିଆରେ ପ୍ରବେଶ କରିଥିଲେ । ନିର୍ଦ୍ଦେଶକ ଜାକିର ହୁସେନ ତାଙ୍କୁ ପ୍ରଥମ ସୁଯୋଗ ଦେଇଥିଲେ । ପୂର୍ଣ୍ଣିମାଙ୍କୁ ୨୦୧୦, ୨୦୧୨ ଏବଂ ୨୦୧୩ରେ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲ । ସେ କଥାଚିତ୍ର ଜଗତରେ ଅଭିନୟ କରିବା ବ୍ୟତୀତ ବଙ୍ଗଳାଦେଶର ବିଭିନ୍ନ ଦୂରଦର୍ଶନରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ହାଇଡ୍ରୋକୋଡୋନ/ପାରାସେଟାମୋଲ (ଇଂରାଜୀ ଭାଷାରେ Hydrocodone/paracetamol, ଅନ୍ୟ ନାମ ହାଇଡ୍ରୋକୋଡୋନ/ଆସେଟାମିନୋଫେନ) ଦୁଇଟି ଯନ୍ତ୍ରଣା ନିବାରକ ଔଷଧର ମିଶ୍ରଣ ଯେଉଁଥିରେ ହାଇଡ୍ରୋକୋଡୋନ (hydrocodone) ଓ ପାରାସେଟାମୋଲ/ଆସେଟାମିନୋଫେନ ଥାଏ । ମଧ୍ୟମ ଓ ସାଂଘାତିକ ଧରଣର ଯନ୍ତ୍ରଣାରେ (pain) ଏହି ଔଷଧ ଦିଆଯାଏ । ଏହା ପାଟିରେ ଦିଆଯାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସାଧାରଣତଃ ଏହା ଆମୋଦ ଦାୟକ (Recreational use) ଔଷଧ ଭାବରେ ବ୍ୟବହାର କରାଯାଏ ।ହାଇଡ୍ରୋକୋଡୋନ/ପାରାସେଟାମୋଲ ଔଷଧର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ନିଦ୍ରାଳୁ ଭାବ, କୋଷ୍ଠକାଠିନ୍ୟ ଓ ବାନ୍ତି ହୋଇପାରେ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟାରେ ଔଷଧ ନିଶା (addiction|), ମାନ୍ଦା ଶ୍ୱାସକ୍ରିୟା, ନିମ୍ନ ରକ୍ତଚାପ (low blood pressure), ସେରୋଟୋନିନ ସିଣ୍ଡ୍ରୋମ, ଆନାଫାଇଲାକ୍ସିସ ଓ ଯକୃତ କାର୍ଯ୍ୟ ଫେଲ ହୁଏ । ଗର୍ଭାବସ୍ଥାରେ ଏହାର ବ୍ୟବହାର ହାନୀକାରକ ହୋଇପାରେ । ଆଲକହଲ (alcohol) ସାଥିରେ ଏହା ଦିଆଯାଏ ନାହିଁ । ଏମୟୁ-ଓପିଅଏଡ ରିସେପ୍ଟର (mu-opioid receptor) ସାଥିରେ ଏହା ଅନୁବନ୍ଧିତ ହୋଇ କାର୍ଯ୍ୟକ୍ଷମ ହୁଏ । ପାରାସେଟାମୋଲ କାର୍ଯ୍ୟବିଧି ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୮୨ରେ ଡାକ୍ତରୀ ବ୍ୟବହାର ନିମନ୍ତେ ହାଇଡ୍ରୋକୋଡୋନ/ପାରାସେଟାମୋଲ ସ୍ୱୀକୃତ ହୋଇଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ଏକ ସିଡ୍ୟୁଲ ୨ ନିୟନ୍ତ୍ରିତ (schedule II controlled substance) ଔଷଧ । ସେଠାରେ ସନ ୨୦୧୬ରେ ହାଇଡ୍ରୋକୋଡୋନ/ପାରାସେଟାମୋଲର ୪୫ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ୧୩ତମ ପ୍ରେସକ୍ରିପସନ ଔଷଧର ମାନ୍ୟତା ଲାଭ କରିଥିଲା । ସଂଯୁକ୍ତ ରାଷ୍ଟ୍ରରେ ଏହା ମିଳେନି । ଏହାର ଅନେକ ବିକ୍ରୟ ନାମ ମଧ୍ୟରୁ ଭିକୋଡିନ ଅନ୍ୟତମ ।
ଆଟେନୋଲୋଲ (ଇଂରାଜୀ ଭାଷାରେ Atenolol) ଏକ ପ୍ରକାର ବିଟା ବ୍ଲକର (beta blocker) ଔଷଧ ଯାହା ପ୍ରାଥମିକ ଭାବରେ ଉଚ୍ଚ ରକ୍ତଚାପ ଓ ଆଞ୍ଜିନା (angina) ରୋଗମାନଙ୍କ ନିମନ୍ତେ ବ୍ୟବହାର କରାଯାଏ । ଏହା ବ୍ୟତୀତ ଅଧକପାଳି ପ୍ରତିଷେଧ ଓ କେତେକ ଆରିଦମିଆ (irregular heart beat) ବା ଅନିୟମିତ ହୃତ୍ସ୍ପନ୍ଦନ ରୋଗ ନିମନ୍ତେ ଦିଆଯାଇପାରେ । ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ । ଅନ୍ୟାନ୍ୟ ରକ୍ତଚାପ ଔଷଧ (blood pressure medication) ସାଥିରେ ମିଶ୍ରିତ ଭାବରେ ମଧ୍ୟ ଦିଆଯାଏ ।ଆଟେନୋଲୋଲ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଥକ୍କା ଅନୁଭବ, ହୃଦ୍ପାତ, ମୁଣ୍ଡ ଓଜନିଆ, ଅବସାଦ ଓ ଅଣନିଶ୍ୱାସୀ (shortness of breath) ହୋଇପାରେ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ବ୍ରୋଙ୍କୋସ୍ପାଜ୍ମ (bronchospasm) ହୋଇପାରେ । ଗର୍ଭାବସ୍ଥାରେ ଏହା ଦେବାକୁ ସୁପାରିସ କରାଯାଏନାହିଁ । ସ୍ତନ୍ୟପାନ (breastfeeding) କରେଇବା ସମୟରେ ମଧ୍ୟ ଏହା ନଦେଇ ଅନ୍ୟ ଔଷଧ ଦେବାକୁ ପସନ୍ଦ କରାଯାଏ । ହୃତ୍ପିଣ୍ଡରେ ଏହା ବିଟା୧-ଆଡ୍ରେନର୍ଜିକ ରିସେପ୍ଟରକୁ (β1-adrenergic receptor) ଅବରୋଧ କରି ହୃଦ୍ଗତି ହାର ଓ ଚାପ କମେଇଦିଏ ।ସନ ୧୯୬୯ରେ ଆଟେନୋଲୋଲ ପେଟେଣ୍ଟ ହୋଇ ସନ ୧୯୭୬ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ (generic medication ନାମରେ ମିଳେ । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୮ରେ ଏକ ମାସର ହୋଲସେଲ ଖର୍ଚ୍ଚ ୧୫ ଡଲାରରୁ କମ୍ ଥିଲା । ସଂଯୁକ୍ତ ରାଷ୍ଟ୍ରରେ ଏନଏଚଏସ (NHS) ନିମନ୍ତେ ଏହାର ମୂଲ୍ୟ ୫ ପାଉଣ୍ଡରୁ କମ୍ ଥିଲା । ସନ ୨୦୧୬ରେ ପ୍ରାୟ ୨୬ ନିୟୁତ ପ୍ରେସକ୍ରିପସନ ହୋଇ ଏହା ୨୦ତମ ସର୍ବାଧିକ ମାନ୍ୟତା ପାଇଥିଲା ।
କେରଳରେ ମୁସଲମାନ ମାନଙ୍କ ଗହଣରେ ବାଲ୍ୟ ବିବାହ
କେରଳରେ ମୁସଲମାନ ମାନଙ୍କ ଗହଣରେ ବାଲ୍ୟ ବିବାହର ନିର୍ଗମକୁ "ଇଣ୍ଡିଆନ ୟୁନିଅନ ମୁସଲିମ ଲୀଗ" (କେରଳର ସତ୍ତାରୁଢ ୟୁନାଇଟେଡ ଡେମୋକ୍ରେଟିକ ଫ୍ରଣ୍ଟ (UDF)ର ଅଂଶ)ର ସାମାଜିକ କଲ୍ୟାଣ ବିଭାଗ ଦ୍ୱାରା ୧୪ ଜୁନ ୨୦୧୩ ମସିହାରେ ଜାରୀ ଏକ ପରିପତ୍ର ଦ୍ୱାରା ସମ୍ବୋଧିତ କରାଯାଇଥିଲା । ଚକ୍ରବତ୍ ଭିତରେ ବିବାହ ରେଜିଷ୍ଟରକୁ ନିର୍ଦ୍ଦେଶ ଦିଆଯାଏ କି,ହୁଏତ ପାର୍ଟୀ ଗୁଡିକ "ବାଲ୍ୟ ବିବାହ ନିଷେଧ ଅଧିନିୟମ, ୨୦୦୬" ଦ୍ୱାରା ଆୟିଜିତ କରାଯାଇଥିବା ବୟସରେ ମୁସଲିମ ବିବାହ ପଞ୍ଜିକୃତ କରାଯାଇ ନାହିଁ । ରାଜନୀତିକ ଦଳ ଓ ମୁସଲିମ ମହିଳା ସଙ୍ଗଠନ କହିଥିଲେ କି, ଏହାଦ୍ୱାରା ବାଲ୍ୟ ବିବାହକୁ ଉସ୍ଚାହ ମିଳିବ । ସଂଶୋଧନ ପରେ, କେବଳ ୨୮ ଜୁନ ୨୦୧୩ ମସିହା ପୂର୍ବରୁ ହେଉଥିବା କମ ବୟସର ବିବାହକୁ ପଞ୍ଜିକୃତ କରାଯାଇ ପାରେ । କେରଳରେ ୯ଟି ପ୍ରମୂଖ ମୁସଲିମ ସଂଗଠନ ଆଇନ ସମ୍ବନ୍ଧିୟ କାର୍ଯ୍ୟ କରି ସାମୁଦାୟିକ ବିବାହ-ବୟସ ପ୍ରତିବନ୍ଧର ଦାୟିତ୍ତ୍ୱରୁ ମୁକ୍ତ ହୋଇଥିଲେ । ମହିଳା ମାନଙ୍କ ପାଇଁ ବିବାହର ନ୍ୟୁନତମ ବୟସ (ବାଲ୍ୟ ବିବାହ ଅଧିନିୟମ ଦ୍ୱାରା ୧୮ ବର୍ଷ ନିର୍ଦ୍ଧାରିତ) ସହିତ ଏହାର (ଭାରତର ସର୍ବୋଚ୍ଚ ନ୍ୟାୟାଳୟ) ମୁସଲିମ କାନୁନର ଉଲଙ୍ଘନ କରିଥାନ୍ତି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ବିଷ୍ଣୁ (ସଂସ୍କୃତରେ विष्णु) ହିନ୍ଦୁଧର୍ମରେ ବୈଷ୍ଣବ ମାନଙ୍କର ତଥା ଶ୍ରୀ ଶଙ୍କରାଚାର୍ଯ୍ୟଙ୍କ ପ୍ରତିଷ୍ଠିତ ସ୍ମାର୍ତ୍ତ ସମ୍ପ୍ରଦାୟର ପ୍ରମୁଖ ଦେବତା । କେହି କେହି ତାଙ୍କୁ ପଞ୍ଚ ଦେବତାଙ୍କ ଭିତରେ ଜଣେ ବୋଲି କହିଥାନ୍ତି । ବିଷ୍ଣୁ ସହସ୍ରନାମ ଅନୁସାରେ ବିଷ୍ଣୁ ହେଉଛନ୍ତି ପରମାତ୍ମା । ସେ ସର୍ବତ୍ର ବିରାଜିତ ଓ ସ୍ଥାବର ଜଙ୍ଗମ ଜୀବ ଓ ନିର୍ଜିବାଦିର ମୂଳ ତତ୍ତ୍ୱ । ସେ ହେଉଛନ୍ତି କାଳାତୀତ ଅର୍ଥାତ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତରୁ ଉର୍ଦ୍ଧ୍ୱରେ । ତ୍ରିଦେବଙ୍କ ଭିତରେ ସେ ହେଉଛନ୍ତି ସୃଷ୍ଟିର ପାଳନକର୍ତ୍ତା । ତାଙ୍କର ଅନ୍ୟନାମ ନାରାୟଣ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଦକ୍ଷିଣକାଳି ମନ୍ଦିର ଶ୍ରୀକ୍ଷେତ୍ର ପୁରୀର କାଳିକା ଦେବୀ ସାହିରେ ଥିବା ମାଆ ଦକ୍ଷିଣ କାଳିଙ୍କ ଏକ ମନ୍ଦିର । ପୁରୀ ପ୍ରାଥମିକ ଅବସ୍ଥାରେ ସାତ ସାହି ଓ ବୟାଳିଶ କନ୍ଦିରେ ବିଭକ୍ତ ଥିବା କିମ୍ବଦନ୍ତୀ ଅଛି। ସେହି ସାହିମାନଙ୍କ ମଧ୍ୟରୁ କାଳିକା ଦେବୀ ସାହି ଅନ୍ୟତମ । ଏହି କାଳିକା ଦେବୀ ସାହି ସାହିମାନଙ୍କ ମଧ୍ୟରେ ପ୍ରଥମ ଓ ତାହାର ଅଧିଷ୍ଠାତ୍ରୀ ଦେବୀ ଦକ୍ଷିଣ କାଳିକା ଅଟନ୍ତି । ଏହି ଦକ୍ଷଣି କାଳୀଙ୍କ ମନ୍ଦିର ସିଂହଦ୍ୱାର ଠାରୁ ସ୍ୱର୍ଗଦ୍ୱାର ମଧ୍ୟରେ ଥିବା ରାସ୍ତାର ବାମ ଭାଗରେ ଅବସ୍ଥିତ । ସିଂହଦ୍ୱାରର ଅନତି ଦୂରରେ ଶ୍ୱେତଗଙ୍ଗା ତୀର୍ଥର ପୂର୍ବରୁ ସମାଧିମଠର ସମ୍ମୁଖରେ ପୂର୍ବକୁ ଥିବା ଗଳିର ପ୍ରାୟ ଏକ ଶହ ଫୁଟ ଦୂରରେ ଅବସ୍ଥିତ । ଏହି ମନ୍ଦିରର ଉଚ୍ଚତା ପ୍ରାୟ ପଚାଶ ଫୁଟ ହେବ କିନ୍ତୁ ଭୂମିତଳ ସ୍ପର୍ଶୀ ହେଲେ ମଧ୍ୟ ଏକ ବେଦୀ ବା ଚକଡ଼ା ଉପରେ ଅବସ୍ଥାନ କରିବାପରି ବୋଧହୁଏ । ମନ୍ଦିରର ସମ୍ମୁଖ ଦ୍ୱାର ପୂର୍ବ ଦିଗକୁ ପ୍ରସାରିତ । ମାତ୍ର ଏଠାରେ ପହଞ୍ଚିବାକୁ ଉତ୍ତର ଓ ପଶ୍ଚିମରୁ ୧୧+୫=୧୬ ସଂଖ୍ୟକ ପାବଚ୍ଛ ଅତିକ୍ରମ କରିବାକୁ ହୁଏ । ସମ୍ମୁଖ ଦ୍ୱାରର ଅଳ୍ପ ଦୂରରେ ଜଗମୋହନ ସିଂହମୂର୍ତ୍ତି ବିଦ୍ୟମାନ । ଏହାଛଡ଼ା ଜଗମୋହନର ଉତ୍ତର ଓ ପୂର୍ବ ଦିଗରେ ପ୍ରଶସ୍ତ ଚକଡ଼ା ବା ମଣ୍ଡପ ସଂଲଗ୍ନ ରହିଅଛି । ରୋଷଶାଳା ପ୍ରଭୃତି ଏହା ଅନ୍ତର୍ଭୁକ୍ତ । ମନ୍ଦିରର ପାଶ୍ଚାତ ଭାଗରେ ମଣ୍ଡପ ବା ଚକଡ଼ା ରହିଅଛି । ଉନ୍ମୁକ୍ତହେଲେ ମଧ୍ୟ ଉପରି ଭାଗଗୁଡ଼ିକ ଛାତଦ୍ୱାରା ଆବୃତ ହେବା ଫଳରେ ଏହାର ମନ୍ଦିର ସଂଲଗ୍ନ ଦେବୀ ପ୍ରାସାଦ ବୋଲି କୁହାଯାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ସନ୍ତୋଷ ଚୌଧୁରୀ (ଜନ୍ମ: ୫ ଅକ୍ଟୋବର ୧୯୪୪) ଜଣେ ଭାରତୀୟ ରାଜନୀତିଜ୍ଞ । ସେ କଂଗ୍ରେସ ଦଳର ଜଣେ ସଦସ୍ୟା ଭାବରେ ରାଜନୀତିରେ ସକ୍ରିୟ ଅଛନ୍ତି । ସେ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ହୁସିଆରପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ପୂର୍ବରୁ ସେ ୧୯୯୨ ଓ ୧୯୯୯ ଭାରତୀୟ ସାଧାରଣ ନିର୍ବାଚନରେ ଫିଲ୍ଲୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୩ଶ ଲୋକ ସଭାରେ ନିର୍ବାଚିତ ହୋଇଥିଲେ । ସେ ସଫେଇ କର୍ମଚାରୀଙ୍କର ରଷ୍ଟ୍ରିୟ ସଂଘର ସଭାପତି ଥିଲେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଟ୍ରିପଲ ଏକ୍ସ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ Triple X syndrome ବା trisomy X ବା 47 XXX) ରୋଗ ମହିଳାଙ୍କୁ ହୁଏ ଓ ତାଙ୍କର ପ୍ରତ୍ୟେକ ଜୀବକୋଷରେ (cell) ଗୋଟିଏ ଅଧିକ ଏକ୍ସ କ୍ରୋମୋଜୋମ (X chromosome) ଥାଏ । ଏହି ରୋଗୀ ସାଧାରଣତଃ ଡେଙ୍ଗା ହୁଅନ୍ତି । ଅନ୍ୟ କୌଣସି ଶାରୀରିକ ପାର୍ଥକ୍ୟ ଦେଖାଯାଏ ନାହିଁ ଓ ସାଧାରଣ ପ୍ରଜନନ କ୍ଷମତା (fertility) ଥାଏ । ବେଳେବେଳେ ଶିକ୍ଷା ସମସ୍ୟା (learning difficulties), ହାଇପୋଟୋନିଆ (decreased muscle tone), ଅପସ୍ମାର ବାତ (seizure) ଓ ବୃକ୍କ ସମସ୍ୟା (kidney problems) ଦେଖାଯାଏ ।ଟ୍ରିପଲ ଏକ୍ସ ରୋଗ କ୍ୱଚିତ ହୁଏ । ମାତାର ପ୍ରଜନନକ୍ଷମ କୋଷର (reproductive cells) ବିଭାଜନ ସମୟରେ ବା ଭୃଣର ପ୍ରାକ୍ ବିକାଶ ସମୟରେ ଟ୍ରିପଲ ଏକ୍ସ ହୁଏ । ବଂଶାନୁକ୍ରମରେ (inherited) ଏହା ପରବର୍ତ୍ତୀ ପିଢ଼ିକୁ ଯାଏନାହିଁ । ବେଳେବେଳେ ଦେହର କିଛି ଅଂଶରେ ଟ୍ରିପଲ ଏକ୍ସ ଦେଖାଯାଏ । କ୍ରମୋଜୋମାଲ ଆନାଲିସିସ (chromosomal analysis) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ ।ବାକ୍ ଶକ୍ତି ଥେରାପି, ଶାରୀରିକ ଥେରାପି ଓ କାଉନସେଲିଙ୍ଗ (counseling) ସାହାଯ୍ୟରେ ଏହି ରୋଗର ଚିକିତ୍ସା କରାଯାଏ । ପ୍ରତି ୧୦୦୦ ଝିଅ ଜନ୍ମରେ ଜଣକର ଏହି ଟ୍ରିପଲ ଏକ୍ସ ଥାଏ । ୯୦% ମହିଳାଙ୍କର ରୋଗ ଥିଲେ ମଧ୍ୟ ଲକ୍ଷଣ ଅଭାବ ବା ସାମାନ୍ୟ ଲକ୍ଷଣ ଥିବାରୁ ରୋଗ ନିର୍ଣ୍ଣୟ ହୋଇପାରେନି । ସନ ୧୯୫୯ରେ ଏହି ରୋଗ ପ୍ରଥମେ ଚିହ୍ନଟ ହୋଇଥିଲା ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।