ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବିବି ଜଗୀର କୌର ଦ୍ଵିତୀୟ ଥର ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟି (ଏସ.ଜି.ପି.ସି.)ର ଅଧ୍ୟକ୍ଷ ରୂପେ ବଛା ଯାଇଥିବା ପ୍ରଥମ ମହିଳା ଅଟନ୍ତି । ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟି ଏପରି ଏକ ସଙ୍ଗଠନ ଅଟେ, ଯାହା ଭାରତୀୟ ଶିଖ ସମ୍ପ୍ରଦାୟ ରାଜ୍ୟ ଯଥା: ପଞ୍ଜାବ, ହରିୟାଣା, ହିମାଞ୍ଚଳ ପ୍ରଦେଶ ଓ କେନ୍ଦ୍ର ଶାସିତ ପ୍ରଦେଶ ଚଣ୍ଡୀଗଡ଼ରେ ଐତିହାସିକ ଶିଖ ତୀର୍ଥସ୍ଥଳ ଏବଂ କିଛି ଶିକ୍ଷଣିକ ସଂସ୍ଥାନର ପ୍ରବନ୍ଧନ କରିଥାଏ । ସୁଶ୍ରୀ କୌରଙ୍କ ନାମ ବରିଷ୍ଠ ନେତା, ସୁଖଦେବ ସିଂ ଭୌରଙ୍କ ଦ୍ୱାରା ରଖାଯାଇଥିଲା ଏବଂ ଏସଜିପିସି ର ସଦସ୍ୟ ହରସ୍ୱିନ୍ଦର ସିଂଙ୍କ ଦ୍ଵାରା ସମର୍ଥନ କରାଯାଇଥିଲା । ଏଥିପାଇଁ କୌଣସି ଅନ୍ୟ ପ୍ରାଥୀ ନଥିଲେ । ସେ ମାର୍ଚ୍ଚ ୧୯୯୯ ରୁ ନଭେମ୍ବର ୨୦୦୦ ମସିହା ପର୍ଯ୍ୟନ୍ତ ସେହି ପଦକୁ ଧାରଣ କରିଥିଲେ । ଯେତେବେଳେ ସେ ନିଜ କନ୍ୟାର ହତ୍ୟାରେ ସାମିଲ ବୋଲି ସନ୍ଦିଗ୍ଧ କରାଯାଇଥିଲା, ସେ ଇସ୍ତଫା ଦେଇଥିଲେ । ଅକାଳୀ ଦଳର ପ୍ରମୂଖ ଗୁରୁ ଚରଣ ସିଂ ଟୋହରା ୨୬ଥର ଏହି ପାଦରେ ରହିଥିଲେ । ତାଙ୍କ ମୃତ୍ୟୁ ପରେ ସେହି ପଦ ଖାଲି ରହିଥିଲା । ତାଙ୍କର ନିଧନ ମାର୍ଚ୍ଚ ମାସ, ୨୦୦୪ ମସିହାରେ ଏକ ଛୋଟ ଅସୁସ୍ଥତାପରେ ହୋଇଗଲା । ବିବି ଜଗୀର କୌର ୨୦୦୦ ମସିହାରେ ପଂଜାବର ବିଧାନସଭା ଆସନରୁ ଲଢ଼ିବାପାଇଁ ନିଜ କନ୍ୟା ହରପ୍ରୀତ କୌରଙ୍କ ହତ୍ୟା ପାଇଁ ତାଙ୍କ ଉପରେ ଥିବା ଦୋଷକୁ ଉଠାଇବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ, ଯାହାକି ୨୦୧୭ ମସିହାରେ, ସୁପ୍ରିମକୋର୍ଟ ଖାରଜ କରିଦେଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କେରଳରେ ମୁସଲମାନ ମାନଙ୍କ ଗହଣରେ ବାଲ୍ୟ ବିବାହ
କେରଳରେ ମୁସଲମାନ ମାନଙ୍କ ଗହଣରେ ବାଲ୍ୟ ବିବାହର ପ୍ରସଙ୍ଗକୁ ୧୪ ଜୁନ ୨୦୧୩ ମସିହାରେ ଜାରି ଏକ ପରିପତ୍ର ଦ୍ୱାରା ସମ୍ବୋଧିତ କରାଯାଇଥିଲା । ଏହା କେରଳରେ ସତ୍ତାରୁଢ ୟୁନାଇଟେଡ ଡେମୋକ୍ରେଟିକ ଫ୍ରଣ୍ଟ (UDF)ର ଅଂଶ, "ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ"ର ସାମାଜିକ କଲ୍ୟାଣ ବିଭାଗ ଦ୍ୱାରା ଘୋଷଣା କରାଯାଇଥିଲା । ଏଥିରେ ବିବାହ ପଞ୍ଜିକର୍ତ୍ତା ମାନଙ୍କୁ "ବାଲ୍ୟ ବିବାହ ନିଷେଧ ଅଧିନିୟମ, ୨୦୦୬" ଦ୍ୱାରା ନିରୁପିତ ବୟସ ପୂର୍ବରୁ ମଧ୍ୟ ମୁସଲିମ ବର ଏବଂ କନ୍ୟାଙ୍କ ମଧ୍ୟରେ ବିବାହ ପଞ୍ଜିକରଣ କରାଯାଇପାରିବ ବୋଲି କୁହାଯାଇଥିଲା । ରାଜନୈତିକ ଦଳ ଓ ମୁସଲିମ ମହିଳା ସଙ୍ଗଠନ କହିଥିଲେ କି, ଏହାଦ୍ୱାରା ବାଲ୍ୟ ବିବାହକୁ ଉତ୍ସାହ ମିଳିବ । ସଂଶୋଧନ ପରେ, କେବଳ ୨୮ ଜୁନ ୨୦୧୩ ମସିହା ପୂର୍ବରୁ ହୋଇଥିବା କମ ବୟସର ବିବାହକୁ ପଞ୍ଜିକୃତ କରାଯାଇପାରେ ବୋଲି କୁହାଯାଇଥିଲା । କେରଳରେ ୯ଟି ପ୍ରମୂଖ ମୁସଲିମ ସଂଗଠନ ସାମୁଦାୟିକ ବିବାହ-ବୟସ ପ୍ରତିବନ୍ଧରୁ ଛାଡ଼ ପାଇବାକୁ ଆଇନ ସମ୍ବନ୍ଧିୟ କାର୍ଯ୍ୟନୁଷ୍ଠାନ କରିଥିଲେ । ମହିଳା ମାନଙ୍କ ପାଇଁ ବିବାହର ନ୍ୟୁନତମ ବୟସ (ବାଲ୍ୟ ବିବାହ ଅଧିନିୟମ ଦ୍ୱାରା ୧୮ ବର୍ଷ ନିର୍ଦ୍ଧାରିତ) ସହିତ ଏହାର (ଭାରତର ସର୍ବୋଚ୍ଚ ନ୍ୟାୟାଳୟ) ମୁସଲିମ ଆଇନର ଉଲଙ୍ଘନ କରିଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫେବୃଆରୀ ୧୪ ତାରିଖକୁ ଭାଲେଣ୍ଟାଇନ ଦିବସ ଭାବେ ପାଳନ କରାଯାଏ । ବ୍ୟାପକ ଅର୍ଥରେ ପ୍ରେମର ପ୍ରତିକ ରୂପେ ବିଚାର କରାଯାଉଥିବା ଜନୈକ ମହାପୁରୁଷଙ୍କ ନାମାନୁସାରେ ଏହା ନାମିତ । କିନ୍ତୁ ଯୁବକ-ଯୁବତୀଙ୍କ ଉଦ୍ଦାମତା ସଂକୀର୍ଣ୍ଣ ଅର୍ଥରେ ପ୍ରେମ ରୂପେ ଗଣନା କରି ଏହାକୁ ପ୍ରେମ ଦିବସ ବୋଲି ମଧ୍ୟ କୁହାଯାଉଛି । ଆମ ଦେଶରେ ଏ ସଂସ୍କୃତି ବ୍ୟାପକ ହୋଇଛି ଭୋଗବାଦର ବାହାକ ମୁକ୍ତ ଅର୍ଥନୀତିର ଆଗମନ ସହିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାର୍ଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ଓଡ଼ିଆ ସମାଜିକ ଚାଲିଚଳଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତ ଲୋକ କଥା ଯାହା ଋଢୀ, ପଦ, କାବ୍ୟାଂଶ, ଲୋକଗୀତର ଅଂଶବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀ ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ । ଅନ୍ୟ ଭାଷା ଭଳି ଓଡ଼ିଆ ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଅପୁ ବିଶ୍ୱାସ (ଜନ୍ମ: ଅକ୍ଟୋବର ୧୧, ୧୯୮୩(1983-10-11); ଜନ୍ମସ୍ଥାନ: ବୋଗ୍ରା ଜିଲ୍ଲା, ବଙ୍ଗଳାଦେଶ; ଜନ୍ମନାମ: ଅବନ୍ତି ବିଶ୍ୱାସ) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ ଏବଂ ମଡେଲ । ସେ ମୁଖ୍ୟତଃ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରନ୍ତି । ୨୦୦୫ ମସିହାରେ ସେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା କାଲ୍ ସକଳେ, ଯାହାର ନିର୍ଦ୍ଦେଶନା ଦେଇଥିଲେ ଅମଜାଦ ହୁସେନ । ଏହାପରେ ୨୦୦୬ ମସିହାରେ ସେ ମୁଖ୍ୟ ନାୟିକା ଭାବରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନେତା ଶକିବ ଖାନ୍ଙ୍କ ସହ କୋଟୀ ଠାକର କବିନ୍ କଥାଚିତ୍ରରେ ସେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ, ଯାହର ନିର୍ଦ୍ଦେଶନା ଦେଇଥିଲେ ଏଫ୍.ଆଇ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଆଇ ଲଭ୍ ୟୁ, ୨୦୦୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ହର ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି ଏବଂ ନମ୍ରତା ଥାପା । ଉଭୟ ଅନୁଭବ ଏବଂ ନମ୍ରତା ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ବିଜୟ ମହାନ୍ତି, ଅନିତା ଦାସ, ପିଣ୍ଟୁ ନନ୍ଦ, ହର ପଟ୍ଟନାୟକ, ତନ୍ଦ୍ରା ରାୟ, ନିହାରିକା ସାହୁ, କାନ୍ତ ସିଂହ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭନ୍ନ ଭୂମିକାରେ ଅଭିନୟ କରିଥିଲେ ।ଏହି ଚଳଚ୍ଚିତ୍ରଟିର ୨ୟ ଭାଗ ଆଇ ଲଭ୍ ୟୁ ୨ ଭାବରେ ନାୟକ ଜ୍ୟୋତି ରଞ୍ଜନ ନାୟକ ଏବଂ ନାୟିକା ଝିଲିକ୍ ଭଟ୍ଟାଚାର୍ଯ୍ୟଙ୍କୁ ନେଇ ସଞ୍ଜୟ ନାୟକ ନିର୍ମାଣ କରୁଛନ୍ତି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅରୁନ୍ଧତୀ ରାୟେ (ଜନ୍ମ: ୨୪ ନଭେମ୍ବର, ୧୯୬୧) ଇଂରାଜୀର ସୁପ୍ରସିଦ୍ଧ ଲେଖିକା ଏବଂ ସମାଜ ସେବୀ ଅଟନ୍ତି । ସେ ମଧ୍ୟ କିଛି ଫିଲ୍ମରେ କାମ କରିଛନ୍ତି । (ଦି ଗଡ଼ ଅଫ ସ୍ମଲ ଥିଙ୍ଗ) ପାଇଁ (ବୁକର ପୁରସ୍କାର) ପ୍ରାପ୍ତ ଅରୁନ୍ଧତୀ ରାୟେ ଲେଖିବା ଛଡା ନର୍ମଦା ବଞ୍ଚିବା ଆନ୍ଦୋଳନ ସହିତ ଭାରତର ଅନ୍ୟ ଜଣ ଆନ୍ଦୋଳନରେ ମଧ୍ୟ ଭାଗ ନେଇଥିଲେ । କାଶ୍ମୀରିକୁ ନେଇ ତାଙ୍କ ବିବାଦସ୍ପଦ ବୟାନ କାରଣରୁ ସେ କିଛି ସମୟ ଧରି ଚର୍ଚ୍ଚାରେ ରହିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରାହୀ ସରନୋବତ (ଜନ୍ମ: ୩୦ ଅକ୍ଟୋବର ୧୯୯୦, କୋଲହାପୁର, ମହାରାଷ୍ଟ୍ର) ଜଣେ ଭାରତୀୟ ମହିଳା ଶୁଟର ଅଟନ୍ତି, ଯିଏ 5 ଏପ୍ରିଲ 2013 ମସିହାରେ କୋରିଆର ଚାଙ୍ଗବାନରେ ଚାଲିଥିବା ଆଇ ଏସ ଏସ ଏଫ ବିଶ୍ୱ କପର 25 ମିଟର ପିସ୍ତଲ ସ୍ପର୍ଦ୍ଧାର ଫାଇନାଲରେ ସ୍ଥାନୀୟ ଶୁଟର କେୟଙ୍ଗ କିମଙ୍କୁ 8-6ରେ ହରେଇ ସ୍ୱର୍ଣ୍ଣ ପଦକ ଭାରତ ନାମରେ କରାଇଥିଲେ । ସେ ବିଶ୍ୱ କପରେ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରଥମ ଭାରତୀୟ ପିସ୍ତଲ ଶୁଟର ଅଟନ୍ତି ।ରାହୀ ଆମେରିକାରେ 2011 ଆଇ ଏସ ଏସ ଏଫ ବିଶ୍ୱ କପରେ କଂସା ପଦକ ଜିତିଥିଲେ । 2010 ରାଷ୍ଟ୍ରମଣ୍ଡଳ ଖେଳରେ ଏକ ଗୋଲ୍ଡ ଏବଂ ସିଲଭର ମେଡାଲ ଜିତିଥିବା ରାହୀ ଆଇ ଏସ ଏସ ଏଫ ବିଶ୍ୱ କପ, 2011ରେ ବ୍ରୋଞ୍ଜ ଜିତି ଓଲିଓମ୍ପିକର ଟିକେଟ ନେଇଥିଲେ ।2014 ରାଷ୍ଟ୍ରମଣ୍ଡଳ ଖେଳରେ 25 ମିଟର ଏୟାର ପିସ୍ତଲରେ ରାହୀ ସରନୋବତ ଭଲ ପ୍ରଦର୍ଶନ କରି ଗୋଲ୍ଡ ମେଡାଲ ଜିତିଥିଲେ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।