ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଅନ୍ତର୍ଜାତୀୟ ମାତୃଭାଷା ଦିବସ ପ୍ରତିବର୍ଷ ଫେବୃଆରୀ ୨୧ ତାରିଖରେ ବିଶ୍ୱବ୍ୟାପୀ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଥାଏ । ଏହା ପ୍ରଥମେ ଇଉନେସ୍କୋଦ୍ୱାରା ୧୯୯୯ ମସିହା ନଭେମ୍ବର ୧୭ରେ ଆରମ୍ଭ ହୋଇଥିଲା । ଏହାର ପାଳନ ପ୍ରଥମେ ମିଳିତ ଜାତିସଂଘ ସାଧାରଣ ସଭାରେ ୨୦୦୮ ମସିହା ଅନ୍ତର୍ଜାତୀୟ ଭାଷା ବର୍ଷରେ ଗୃହୀତ ହୋଇଥିଲା ।ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୦୦୦ ମସିହା ଫେବୃଆରୀ ପରଠାରୁ ପ୍ରତିବର୍ଷ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଆସୁଛି । ଏହି ଦିବସଟି ୧୯୫୨ ମସିହାରେ ସେତେବେଳର ପାକିସ୍ତାନରେ ବଙ୍ଗଳା ଭାଷାକୁ ଦୁଇଟି ରାଷ୍ଟ୍ରୀୟ ଭାଷାର ମାନ୍ୟତା ଦାବୀ କରୁଥିବା ଢାକା ବିଶ୍ୱବିଦ୍ୟାଳୟ, ଜଗନ୍ନାଥ ବିଶ୍ୱବିଦ୍ୟାଳୟ, ଢାକା ମେଡ଼ିକାଲ କଲେଜର ଛାତ୍ରମାନଙ୍କ ଅଧୁନା ବଙ୍ଗଳାଦେଶର ରାଜଧାନୀ ଢାକାର ଉଚ୍ଚନ୍ୟାୟାଳୟ ନିକଟରେ ପୁଲିସ ଗୁଳିରେ ପ୍ରାଣ ହରାଇବାର ସ୍ମୃତିରେ ପାଳିତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବୈଷ୍ଣବ ଚରଣ ମହାନ୍ତି (ଜନ୍ମ: ୧୫ ଅଗଷ୍ଟ ୧୯୫୪) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ଓଡ଼ିଆ ପ୍ରାବନ୍ଧିକ । ସେ ଅନେକ ନାଟକ, କବିତା, ନିବନ୍ଧର ଲେଖକ । ଶିଶୁ ସାହିତ୍ୟ ଓ ପ୍ରୌଢ଼ ସାହିତ୍ୟ କ୍ଷେତ୍ରରେ ମଧ୍ୟ ସେ ଜଣେ ସକ୍ରିୟ ଲେଖକ । ନିଜ ଲେଖା ମାଧ୍ୟମରେ ସମାଜର ଅଶିକ୍ଷା, ଅନୀତି, ଅନାଚାର ଓ ଅପସଂସ୍କୃତିକୁ ସୁଧାରିବା ଲକ୍ଷ୍ୟ ନେଇ ସେ ଅନେକ ସାହିତ୍ୟ ସାଧନାରେ ବ୍ରତୀ ରହିଛନ୍ତି । ତାଙ୍କ ଲିଖିତ ପାନ ଓ ପ୍ରିୟତମା ପାଇଁ ତାଙ୍କୁ ୨୦୦୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଦ୍ଵାରା ସମ୍ମାନିତ କରାଯାଇଥିଲା । ତାଙ୍କ ଲେଖା ପ୍ରବନ୍ଧ ଓ ସମାଲୋଚନା ବର୍ଗରେ ପୁରସ୍କୃତ ହୋଇଥିଲା । ପାନ ଓ ପ୍ରିୟତମା ପୁସ୍ତକଟି ‘ପାନ’ ସମ୍ପର୍କରେ ଏକ ଗବେଷଣାଧର୍ମୀ ଉପସ୍ଥାପନା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ୱାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ସୁଷମା ପଟେଲ (ଜନ୍ମ: ମଇ ୧୭, ୧୯୬୦(1960-05-17); ଜନ୍ମସ୍ଥାନ: ସୁନ୍ଦରଗଡ଼ ଜିଲ୍ଲା, ଓଡ଼ିଶା) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୨୦୦୫ ମସିହାରେ ଓଡ଼ିଶା ବିଧାନ ସଭାର ୧୩ଶ ସଭାକୁ ଉପ ନିର୍ବାଚନ ଜରିଆରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୨୦୦୫ ମସିହାରେ ୧୩ଶ ବିଧାନ ସଭାରେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ନିର୍ବାଚିତ ପ୍ରିତିନିଧି ଶଙ୍କର୍ଷଣ ନାଏକଙ୍କର ହେହାନ୍ତ ପରେ ସୁଷମା ତାଙ୍କ ଚାକିରୀ ଜୀବନରୁ ଅବସର ନେଇ ଉପ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ନିର୍ବାଚନ ଲଢ଼ି ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ୱୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଡଃ ମହେନ୍ଦ୍ର କୁମାର ମିଶ୍ର ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ଓଡ଼ିଆ ପ୍ରାବନ୍ଧିକ । ସେ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷାରେ ଅନେକ ପୁସ୍ତକ ଲେଖିଛନ୍ତି । ତାଙ୍କ ଗବେଷଣା, ଅଧ୍ୟୟନ ଓ ସାହିତ୍ୟ କୃତି ସବୁ ମୁଖ୍ୟତଃ ପଶ୍ଚିମ ଓଡ଼ିଶାର (ବିଶେଷ କରି କଳାହାଣ୍ଡିର) ଲୋକକଥା, ଲୋକସଂସ୍କୃତି, ଲୋକଗୀତ, ଆଦିମ ଜନଜାତି ଉପରେ ପର୍ଯ୍ୟବେଶିତ । ଆଦିମ ଜନଜାତିର ଲୋକଙ୍କୁ ଶିକ୍ଷା ପ୍ରଦାନ ଦିଗରେ ମଧ୍ୟ ସେ କାର୍ଯ୍ୟ କରିଆସିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଗିରିଜା କୁମାର ବଳୀୟାରସିଂହ ଜଣେ ଓଡ଼ିଆ କବି ଓ ସାହିତ୍ୟିକ । ତାଙ୍କର କବିତା ସଙ୍କଳନ “ଭାରତ ବର୍ଷ” ପାଇଁ ସେ ୨୦୦୬ ମସିହାରେ କାବ୍ୟ କବିତା ବର୍ଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଦ୍ଵାରା ସମ୍ମାନିତ ହୋଇଥିଲେ । ଗିରିଜା କୁମାର ବଳୀୟାରସିଂହଙ୍କର ଏକ ପ୍ରକାଶନ ସଂସ୍ଥା ମଧ୍ୟ ରହିଛି ଯାହା ମାଧ୍ୟମରେ ସେ ଓଡ଼ିଆ ସାହିତ୍ୟର ପ୍ରଚାର ଓ ପ୍ରସାରରେ ସମୟ ବିନିଯୋଗ କରିଥାନ୍ତି ।୨୦୧୬ ମସିହା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ଓଡ଼ିଆ ଅନୁବାଦିକା ମୋନାଲିସା ଜେନା ଇଂରାଜୀ ଭାଷାରେ ଗିରିଜା କୁମାର ବଳୀୟାରସିଂହଙ୍କ କବିତାର ଅନୁବାଦ କରିଛନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଆଶୁତୋଷ ପରିଡ଼ା (ଜନ୍ମ : ୧୯୭୩) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । ୧୯୯୦ମସିହାରେ, ନିଜ କବିତା ସଂକଳନ "ଈପସିତ କ୍ରୋଧ" ପାଇଁ ସେ ଏହି ପୁରସ୍କାର ଲାଭ କରିଥିଲେ । ତାଙ୍କ କବିତା ଭାରତର ଅନ୍ୟଭାଷାମାନଙ୍କୁ ଅନୁବାଦିତ ହୋଇଛି । ବୃତ୍ତିରେ ସେ ଜଣେ ବୈଜ୍ଞାନିକ । ଭୁବନେଶ୍ୱରସ୍ଥିତ ଖଣିଜ ଏବଂ ପଦାର୍ଥ ପ୍ରୌଧୋଗିକୀ ସଂସ୍ଥାରେ ସେ ଜଣେ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୃଷ୍ଣଚନ୍ଦ୍ର ମିଶ୍ର ଓଡ଼ିଆ ଓ ଈଂରାଜୀ ଭାଷାର ଜଣେ ପ୍ରାବନ୍ଧିକ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରାଧ୍ୟାପକ । ତାଙ୍କର ଗବେଷଣାତ୍ମକ ରଚନା ଶ୍ରୀଜଗନ୍ନାଥ ମନ୍ଦିରର କଳା ଓ ସ୍ଥାପତ୍ୟ (ଏକ ତାତ୍ତ୍ଵିକ ବିଶ୍ଳେଷଣ) ପୁସ୍ତକ ପାଇଁ ତାଙ୍କୁ ୨୦୧୨ ମସିହାର ପ୍ରବନ୍ଧ ଓ ସମାଲୋଚନା ବର୍ଗରେ “ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର” ପାଇଁ ମନୋନୀତ କରାଯାଇଥିଲା । ୨୦୧୫ ମସିହା ନଭେମ୍ଵର ୨୦ ତାରିଖ ଦିନ ଭୁବନେଶ୍ଵରର ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ପୁରସ୍କାର ପ୍ରଦାନ ସମାରୋହରେ ସେ ଏହି ପୁରସ୍କାର ଦ୍ଵାରା ସମ୍ମାନିତ ହୋଇଥିଲେ । ଚାକିରୀ ଜୀବନରୁ ଅବସର ନେବା ପରେ ବର୍ତ୍ତମାନ ସେ ଭାରତୀୟ ସଂସ୍କୃତି ଉପରେ ଉଚ୍ଚତର ଗବେଷଣା କରୁଛନ୍ତି । ତାଙ୍କ ପତ୍ନୀ ଡଃ ଲକ୍ଷ୍ମୀପ୍ରିୟା ଆଚାର୍ଯ୍ୟ ପୁରୀର ସରକାରୀ ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷା ତଥା ଜଣେ ଲେଖିକା ।
ଅମରେଶ ପଟ୍ଟନାୟକ (ଜନ୍ମ: ୨୪ ମଇ ୧୯୪୮) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । ନିଜ କବିତା ପୁସ୍ତକ "ଆକାଶି ମଣିଷ" ପାଇଁ ସେ ୨୦୦୫ମସିହାରେ ଏହି ପୁରସ୍କାର ଲାଭ କରିଥିଲେ । ଅମରେଶ ୧୯୪୮ମସିହାରେ କଟକରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଥିଲେ ସାହିତ୍ୟିକ ଅନନ୍ତ ପଟ୍ଟନାୟକ । ଉତ୍କଳ ବିଶ୍ୱବିଦ୍ୟାଳୟରୁ ସେ ଇଂରାଜୀରେ ସ୍ନାତକୋତ୍ତର ଶିକ୍ଷାଲାଭ କରିଛନ୍ତି । ଆଇନରେ ମଧ୍ୟ ସେ ସ୍ନାତକ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍ତନ୍ୟପାୟୀ (ଇଂରାଜୀ: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ୱରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ଟାମସୁଲୋସିନ (ଇଂରାଜୀ ଭାଷାରେ Tamsulosin, ଏକ ବିକ୍ରୟ ନାମ ଫ୍ଲୋମାକ୍ସ/ Flomax) ଏକ ଔଷଧ ଯାହା ଲକ୍ଷଣଯୁକ୍ତ ବିନାଇନ ପ୍ରୋସ୍ଟାଟିକ ହାଇପରପ୍ଲାସିଆ (benign prostatic hyperplasia/ BPH), କ୍ରନିକ ପ୍ରୋସ୍ଟାଟାଇଟିସ (chronic prostatitis) ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ ଓ ବୃକ୍କ ପଥର (kidney stones) ବାହାରିଯିବାରେ ସାହାଯ୍ୟ କରେ । ବଡ଼ ଆକାରର ବୃକ୍କ ପଥର ହୋଇଥିଲେ ଅଧିକ ଉପକାର ମିଳେ । ଏହି ଔଷଧକୁ ପାଟିରେ ଦିଆଯାଏ ।ଟାମସୁଲୋସିନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ଓଜନିଆ, ମୁଣ୍ଡ ବିନ୍ଧା, ନିଦ୍ରାଳୁ ଭାବ, ଅଇ, ଝାପସା ଦୃଷ୍ଟି, ଓ ଯୌନ ସମସ୍ୟା ହୋଇପାରେ । ଠିଆ ହେଲେ ମୁଣ୍ଡ ହାଲୁକା ଲାଗେ (feeling lightheaded with standing) ଓ ଆଞ୍ଜିଓଇଡିମା (angioedema) ମଧ୍ୟ ହୋଇପାରେ । ଟାମସୁଲୋସିନ ଏକ ଆଲଫା ବ୍ଲକର (alpha blocker) ଓ ଏହା ପ୍ରୋସ୍ଟେଟର ମାଂସପେଶୀକୁ ଶିଥିଳ କରିଦିଏ । ନିର୍ଦ୍ଦିଷ୍ଟ ଭାବରେ ଏହା ଏକ ଆଲଫା-୧ ଆଡ୍ରେନର୍ଜିକ ରିସେପ୍ଟର (α1 adrenergic receptor) ବ୍ଲକର । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୯୭ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଟାମସୁଲୋସିନ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ଟାମସୁଲୋସିନର ଏକ ଡୋଜର ହୋଲସେଲ ମୂଲ୍ୟ ୦.୧୦ ଡଲାରରୁ କମ୍ । ସନ ୨୦୧୮ରେ ସଂଯୁକ୍ତ ରାଷ୍ଟ୍ରରେ ଆଇଏନଏଚ (NHS) ଏହାର ମୂଲ୍ୟ ବାବଦକୁ ୦.୦୪ ପାଉଣ୍ଡ ଖର୍ଚ୍ଚ କରେ । ସନ ୨୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧର ୨୨ ନିୟୁତ ପ୍ରେସକ୍ରିପସନ ହୋଇ ୩୨ତମ ସର୍ବାଧିକ ପ୍ରେସକ୍ରିପସନ ମାନ୍ୟତା ପାଇଥିଲା ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।ତିଳକ ସ୍ୱରାଜ (ଆପଣା ଶାସନ) ଆନ୍ଦୋଳନରପ୍ରଥମ ଏବଂ ବଳିଷ୍ଠତମ ସମର୍ଥକ ଥିଲେ ତଥା ଭାରତୀୟ ଚେତନାର ଜଣେ ଶକ୍ତ ପ୍ରବର୍ତ୍ତକ ଥିଲେ । ସେ ନିଜର "ସ୍ୱରାଜ ମୋର ଜନ୍ମଗତ ଅଧିକାର, ଏବଂ ମୁଁ ତାହାକୁ ନିଶ୍ଚେ ହାସଲ କରିବି" ଉକ୍ତି ପାଇଁ ଭାରତରେ ଜନବିଦିତ। ସେ ଭାରତୀୟ ଗୃହଶାସନ ଆନ୍ଦୋଳନ କାଳରେ ପାକିସ୍ଥାନର ପ୍ରତିଷ୍ଠାତା ମହମ୍ମଦ ଅଲ୍ଲୀ ଜିନ୍ନାଙ୍କ ସହ ଗୁଢ଼ ସମ୍ବନ୍ଧ ସ୍ଥାପନ କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ମମତା ମାଢ଼ୀ (ଜନ୍ମ: ୧୧ ଡିସେମ୍ବର ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୧୨ଶ ଓ ୧୪ଶ ଓଡ଼ିଶା ବିଧାନ ସଭାରେ ଚିତ୍ରକୋଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୯ ଓଡ଼ିଶା ସାଧାରଣ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ଦଳର ପାର୍ଥୀ ମମତା ମାଢ଼ୀ ଏବଂ ବିଜୁ ଜନତା ଦଳର ପାର୍ଥୀ ଡମ୍ବରୁ ଶିଶାଙ୍କ ମଧ୍ୟରେ ଲଢ଼େଇ ଜୋରଦାର ହୋଇଥିଲା ଏବଂ ମାତ୍ର ୨୫୦ ଖଣ୍ଡ ଭୋଟରେ ଡମ୍ବରୁ ଶିଶାଙ୍କୁ ପରାଜିତ କରି ମମତା ମାଢ଼ୀ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୁଳ୍ମ ବା ଲତାର ପତ୍ରକୁ ଶାକ ବା ଶାଗ କୁହାଯାଏ । ଶାଗକୁ ମୁଖ୍ୟତଃ ଖାଦ୍ୟ ଭାବରେ ବ୍ୟବହାର କରାଯାଏ । ଏହାକୁ ଭାଜି, ଖରଡ଼ି ବା ତରକାରି କରି ସାଧାରଣତଃ ଭାତ ସହିତ ଖିଆଯାଇଥାଏ । କେତେକ ସ୍ଥାନରେ ଏହାକୁ ରୋଟି ସହିତ ମଧ୍ୟ ଖାଇଥାନ୍ତି । ମୁଖ୍ୟତଃ ଏହା ଭଜାଯାଇଥାଏ, କିନ୍ତୁ କେତେକ ପ୍ରକାର ଶାଗ ଡାଲି ସହିତ ବା ଅନ୍ୟାନ୍ୟ ରନ୍ଧନ ସାମଗ୍ରୀ ସହିତ ତରଳ ବା ତରକାରୀ ଆକାରରେ ପ୍ରସ୍ତୁତ କରାଯାଇଥାଏ । ଏହା ମଧ୍ୟ ଜଗନ୍ନାଥଙ୍କ ମହାପ୍ରସାଦରେ ବ୍ୟବହାର କରାଯାଇଥାଏ ।