ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଫ୍ରାଙ୍କଲିନ ଡି॰ରୁଜଭେଲଟ ( ଜାନୁୟାରୀ ୩୦ , ୧୮୮୨-ଏପ୍ରିଲ ୧୨, ୧୯୪୫ ) , ଜଣେ ଆମେରିକୀୟ ନାଗରିକ ତଥା ରାଜନୈତିକ ନେତା , ଯିଏ ଆମେରିକା ଯୁକ୍ତରାଷ୍ଟ୍ରର ୩୨ ତମ ରାଷ୍ଟ୍ରପତି ଭାବରେ ୧୯୩୩ରୁ ୧୯୪୫ ପର୍ଯ୍ୟନ୍ତ ଥିଲେ । ଜେନ ଗଣତନ୍ତ୍ର ବାଦୀ ଭାବରେରେ ରେକର୍ଡ ଚତୁର୍ଥ ଥର ପାଇଁ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେଇଥିଲେ ଏବଂ ୧୯୩୨ ପରେ ସେ ତାଙ୍କ ଦଳର ଅପ୍ରତିଦ୍ୱନ୍ଦୀ ନେତା ଭାବରେ ରହିବା ସହ ବିଂଶ ଶତାବ୍ଦୀର ମଧ୍ୟ ଭାଗରେ ସାରା ପୃଥିବୀର ଜେନ କେନ୍ଦ୍ରୀୟ ବ୍ୟକ୍ତିତ୍ୱ ରହିଥିଲେ । ସେହି ସମୟ ମଧ୍ୟରେ ବିଶ୍ୱବ୍ୟାପି ଅର୍ଥନୈତିକ ମାନ୍ଦା ଅବସ୍ଥା ତଥା ସମ୍ପୂର୍ଣ ଯୁଦ୍ଧ ପରିସ୍ଥିତିରେ ଯୁକ୍ତରାଷ୍ଟ୍ର ଆମେରିକାକୁ ଦୃଢ ନେତୃତ୍ୱ ଦେଇ ପାରିଥିଲେ । ତାଙ୍କ ପ୍ରାୟୋଜିତ ଉପଶମ , ପୁନରୁଦ୍ଧାର ଏବଂ ସଂସ୍କାର କାର୍ଯ୍ୟକ୍ରମ ଯାହା " ନୂତନ ବ୍ୟବସ୍ଥା " ଭାବରେ ପରିଚିତ ଥିଲା , ସେଥିରେ ସାଯୁକ୍ତ ସରକାର ରାଷ୍ଟ୍ରର ଅର୍ଥନୀତି ସହିତ ବିସୃତ ଭାବରେ ଜଡିତ କରି ଥିଲେ । ଡେମୋକ୍ରାଟ ଦଳର ଜଣେ ପ୍ରଭାବଶାଳି ନେତା ହିସାବରେ ସେ ମିଳିତ ଶ୍ରମିକ ସଂଘ , ଗୋରା ମୂଳ ଅଧିବାସୀ , ଆଫ୍ରିକୀୟ ଆମେରିକାନ , ଉତ୍ତରାଞ୍ଚଳ ଆମେରିକାର ଗ୍ରାମୀଣ ଗୋରା ଅଧିବାସୀ ସମସ୍ତଙ୍କୁ ଏକଜୁଟ କରି ଏକ ' ନୂତନ ବ୍ୟବସ୍ଥାପିତ ସଂଘ ' ଗଠନ କରିଥିଲେ , ଯାହାକି ଡେମୋକ୍ରାଟ ଦଳର ପୂର୍ଣା ସମର୍ଥନ ହାସଲ କରିଥିଲା । ତାଙ୍କ ସମୟକାଳ ମଧ୍ୟରେ ଆମେରିକୀୟ ରାଜନୀତିରେ ପୁନଃ - ସମୀକରଣ ଘଟି ' ପଞ୍ଚମ ଦଳୀୟ ବ୍ୟବସ୍ଥା 'ର ଅୟମାରମ୍ଭ ହେଇ ବିଂଶ ଶତାବ୍ଦୀର ତୃତୀଯାଂଶରେ ଆମେରିକୀୟ ଉଦରବାଦୀତ୍ୱର ବିସ୍ତାର ହେଇଥିଲା । Anna Eleanor Roosevelt (May 3, 1906 – December 1, 1975) James Roosevelt II (December 23, 1907 – August 13, 1991) Franklin Roosevelt (March 18, 1909 – November 7, 1909) Elliott Roosevelt (September 23, 1910 – October 27, 1990) Franklin Delano Roosevelt, Jr.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କ୍ଷେତ୍ରବାସୀ ନାୟକ (ଜନ୍ମ: ୧୦ ଜୁନ ୧୯୮୦), ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାରପ୍ରାପ୍ତ ଓଡ଼ିଆ ସାହିତ୍ୟିକ । ନିଜ ଗଳ୍ପ ପୁସ୍ତକ ଦାଦନ ପାଇଁ ସେ ୨୦୧୩ ମସିହାରେ ଏହି ପୁରସ୍କାର ଲାଭ କରିଥିଲେ । ସେ ସମ୍ବାଦରେ କାର୍ଯ୍ୟ କରନ୍ତି ଓ କଥା ପତ୍ରିକାର ସହ-ସମ୍ପାଦକ ଭାବରେ କାର୍ଯ୍ୟରତ ।କ୍ଷେତ୍ରବାସୀ ୧୯୮୦ ମସିହାରେ ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ଅନ୍ତର୍ଗତ ସାନଟିକାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ କାଳିଆ ନାୟକ ଓ ମାତାଙ୍କ ନାମ ଲଳିତା । ସେ ପଦ୍ମପୁର ଆଞ୍ଚଳିକ ମହାବିଦ୍ୟାଳୟରୁ ସ୍ନାତକ ଓ ରାଜେନ୍ଦ୍ର କଲେଜ, ବଲାଙ୍ଗୀରରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି । ୨୦୦୮ରୁ ସେ "ସୃଜନ ସଳିତା ନବନୀତା" ନାମକ ସାହିତ୍ୟ ପତ୍ରିକାର ସମ୍ପାଦନା ମଧ୍ୟ କରିଆସୁଛନ୍ତି । ତାଙ୍କ ଗପ ଓ କବିତା ବିଭିନ୍ନ ଓଡ଼ିଆ ପତ୍ରପତ୍ରିକା ଓ ସମ୍ବାଦପତ୍ରମାନଙ୍କରେ ପ୍ରକାଶ ପାଇସାରିଛି । ସେ ଆକାଶବାଣୀର ଯୁବବାଣୀ କାର୍ଯ୍ୟକ୍ରମର ଉପସ୍ଥାପକ ଭାବରେ ୨୦୦୩ରୁ ୨୦୦୭ ପର୍ଯ୍ୟନ୍ତ କାର୍ଯ୍ୟ କରିଛନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ରମଣ ପ୍ରଭାବ ବା ରମଣ ବିଚ୍ଛୁରଣ (ଈଂରାଜୀରେ Raman scattering ବା Raman effect) ଆଲୋକ କଣିକା ଫୋଟନ୍ର ବିଚ୍ଛୁରଣ ସମ୍ୱନ୍ଧୀୟ ଏକ ସିଦ୍ଧାନ୍ତ । ଉଚ୍ଚ କମ୍ପନ ଓ ଘୂର୍ଣ୍ଣନ ଶକ୍ତି ସ୍ତରରେ ରହିଥିବା ଅଣୁମାନଙ୍କ ଧକ୍କା ଫଳକେ ଆଲୋକ କଣିକା ଫୋଟନ୍ର ଏକ ପ୍ରକାରର ଅନମନୀୟ ବିଚ୍ଛୁରଣ ଯୋଗୁଁ ରମଣ ପ୍ରଭାବ ସୃଷ୍ଟି ହୋଇଥାଏ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ଚନ୍ଦ୍ରଶେଖର ଭେଙ୍କଟ ରମଣ ଓ ତାଙ୍କର ଜଣେ ଛାତ୍ର କେ.
ଏକ୍ସରେ ଛବି ନଥାଇ ମେରୁଦଣ୍ଡ ଆଘାତ (ଇଂରାଜୀ ଭାଷାରେ Spinal cord injury without radiographic abnormality ବା SCIWORA) କୁହାଯାଏ ଯେତେବେଳେ ମେରୁଦଣ୍ଡ ଆଘାତର (spinal cord injury/ SCI) ଲକ୍ଷଣ ଥାଏ କିନ୍ତୁ ଏକ୍ସ-ରେ ବା ସିଟି ସ୍କାନରେ (CT scan) କୌଣସି ପ୍ରମାଣ ମିଳେନି । ଏହି ଆଘାତ ହେଲେ କାଲୁଆ (Numbness), ଦୌର୍ବଲ୍ୟ, ଅସାଧାରଣ ରିଫ୍ଲେକ୍ସ (reflexes), ଅନିୟନ୍ତ୍ରିତ ମଳ ଓ ମୂତ୍ରାଶୟ କର୍ମ ହୋଇପାରେ । ବେକ ଓ ପିଠି ଯନ୍ତ୍ରଣା ମଧ୍ୟ ହୋଇପାରେ । ଲକ୍ଷଣ ସ୍ୱଳ୍ପକାଳୀନ ବା ସ୍ଥାୟୀ ହୋଇପାରେ । କେତେକ ସ୍ଥଳେ ଆଘାତର କିଛି ଦିନ ପରେ ଲକ୍ଷଣ ପ୍ରକାଶ ପାଏ । ଗାଡ଼ି ଧକ୍କା (Motor vehicle collision), ପଡ଼ିଯିବା, କ୍ରୀଡ଼ା ଆଘାତ ଓ ଅଣଦୁର୍ଘଟଣା ଆଘାତ (non accidental trauma) ଇତ୍ୟାଦି କାରଣଯୋଗୁ ଏହି ଅବସ୍ଥା ଉପୁଜେ । ବିଭିନ୍ନ ଅନ୍ତର୍ନିହିତ କାର୍ଯ୍ୟବିଧିଯୋଗୁଁ ମେରୁଦଣ୍ଡ କଣ୍ଟ୍ୟୁଜନ, ମେରୁଦଣ୍ଡକୁ ରକ୍ତ ସରବରାହ କରୁଥିବା ରକ୍ତନଳୀ ଆଘାତ ଓ ଅତ୍ୟଧିକ ମେରୁଦଣ୍ଡ ଭିଡ଼ା (stretching) ସମ୍ପନ୍ନ ହୋଇପାରେ । ଆବଶ୍ୟକ ସ୍ଥଳେ ଏମ.ଆର.ଆଇ. ବା ମେଡିକାଲ ରେଜୋନାନ୍ସ ଇମେଜିଙ୍ଗ (medical resonance imaging) କରାଯାଇପାରେ ।ସାଧାରଣତଃ ଏମ.ଆର.ଆଇ. ନିର୍ଣ୍ଣୟ ଓ ଲକ୍ଷଣ ଅନବରତ ଅଛି କି ନାହିଁ, ସେହି ଅନୁସାରେ ଚିକିତ୍ସା କରାଯାଏ । ସାଧାରଣ ଏମ.ଆର.ଆଇ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମେଘନାଦ ସାହା (୬ ଅକ୍ଟୋବର ୧୮୯୩ – ୧୬ ଫେବୃଆରୀ ୧୯୫୬) ଜଣେ ପ୍ରସିଦ୍ଧ ଭାରତୀୟ ପଦାର୍ଥ ବିଜ୍ଞାନୀ। ସେ ସାହା ସମିକରଣର ପ୍ରତିପାଦନ ପାଇଁ ପ୍ରସିଦ୍ଧ ଥିଲେ । ଏହା ସମୀକରଣ ତାରୋରେ ଭୌତିକ ଏବଂ ରାସାୟନିକ ସ୍ଥିତିର ବ୍ୟାଖ୍ୟା କରିଥାଏ । ତାଙ୍କ ଅଧ୍ୟକ୍ଷତାରେ ଗଠିତ ବିଦ୍ୱାନଙ୍କ ଏକ ସମିତି "ଭାରତର ରାଷ୍ଟ୍ରୀୟ ପଞ୍ଚାଗ"ର ମଧ୍ୟ ସଂଶୋଧନ କଲେ , ଯାହା ୨୨ ମାର୍ଚ୍ଚ , ୧୯୫୭ରେ ଲାଗୁ କରାଗଲା । ସେ "ସାହା ନାଭିକୀୟ ଭୌତିକ ସଂସ୍ଥାନ" ତଥା "ଇଣ୍ଡିଆନ ଏସୋସିଏସନ ଫର୍ ଦି କଲଟିଭେସନ ଅଫ୍ ସାଇନ୍ସ" ନାମକ ଦୁଇ ମହତ୍ତ୍ୱପୂର୍ଣ୍ଣ ସଂସ୍ଥାର ସ୍ଥାପନ କରିଥିଲେ । ସେ ଜଣେ ବୈଜ୍ଞାନିକ ସ୍ୱାଧିନ ଭାବେ ଲଢ଼ି ଲୋକ ସଭାର ସଦସ୍ୟ ହୋଇ ପରମାଣୁ ଶକ୍ତି ଉତ୍ପାଦନ ପାଇଁ ଓ ଦେଶକୁ ପରମାଣୁ ଶକ୍ତି କ୍ଷେତ୍ରରେ ସ୍ୱାବଲମ୍ବି କରାଇବା ନିମନ୍ତେ ପ୍ରୟାସ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଏହି ବିଷୟଟି ମାନବ ଫୁସଫୁସ ବିଷୟରେ ଲେଖାଯାଇଛି । ଫୁସଫୁସ ଶ୍ୱାସକ୍ରିୟା ନିମନ୍ତେ ଉଦ୍ଦିଷ୍ଟ ମାନବ ଶରୀରର ଏକ ଅଙ୍ଗ । ଶରୀରରେ ଦୁଇଟି ଫୁସଫୁସ ଥାଏ, ଡାହାଣ ଫୁସଫୁସ ଓ ବାମ ଫୁସଫୁସ । ଏହା ଛାତି ଭିତରେ ଥାଏ । ଡାହାଣ ଫୁସଫୁସରେ ତିନୋଟି ଭାଗ ଥାଏ ଓ ବାମ ଫୁସଫୁସରେ ଦୁଇଟି ଭାଗ ଥାଏ । ବାମ ଫୁସଫୁସରେ ଗୋଟିଏ ବକ୍ର ଅଂଶ ଥାଏ ଓ ଏହା ପାଖରେ ହୃତପିଣ୍ଡ ଥାଏ । ପ୍ଲୁରା ନାମକ ଗୋଟିଏ ପତଳା ଝିଲ୍ଲୀ ଆବରଣ ଫୁସଫୁସକୁ ଘୋଡେଇ ରଖିଥାଏ । ପ୍ରତ୍ୟେକ ଫୁସ୍ଫୁସରେ ଦୁଇ ପ୍ରକାର ଅଂଶ ଦେଖାଯାଏ, ବାୟୁ ବାହୀ ନଳୀ ଓ ଫୁସଫୁସ ପାରେନକାଇମା । ଟ୍ରାକିଆ ନାମକ ବାଯୁବାହୀ ନଳୀ ତଣ୍ଟିରୁ ଆରମ୍ଭ ହୋଇ ଆସେ ଓ ଦୁଇ ଭାଗ ହୋଇ ବ୍ରୋଙ୍କସ ନାମରେ ଫୁସଫୁସ ମଧ୍ୟକୁ ପ୍ରବେଶ କରିଥାଏ । ଏହି ବ୍ରୋଙ୍କସ ଫୁସଫୁସ ମଧ୍ୟରେ ଶାଖା ପ୍ରଶାଖା ମେଲେଇ ବ୍ରୋଙ୍କିଓଲ ନାମ ନିଏ ଓ ଅତି ସରୁ ନଳୀରେ ପରିଣତ ହୁଏ । ପରିଶେଷରେ ଏହା ଫୁସଫୁସର ଆଲଭିଓଲାଇରେ ଶେଷ ହୁଏ । ଦୁଇଟିଯାକ ଫୁସଫୁସରେ ୨୪୦୦ କି.ମି.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଯଦୁମଣି ମହାପାତ୍ର ନୟାଗଡ଼ ଜିଲ୍ଲାର ଇଟାମାଟି ଗାଁରେ ୧୭୮୩ ମସିହାରେ ଜନ୍ମିତ ଜଣେ କବି ଥିଲେ । ସେ ଉତ୍କଳଘଣ୍ଟ ଭାବରେ ଖ୍ୟାତ । ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି । ଯଦୁମଣିଙ୍କ ରଚନା ରୀତିଯୁଗୀୟ ଶୈଳୀରେ ଲିଖିତ ଓ ଅତ୍ୟନ୍ତ ପାଣ୍ଡିତ୍ୟପୂର୍ଣ୍ଣ । ଏହା ଛଡ଼ା ନିଜର ହାସ୍ୟୋଦ୍ଦୀପକ ଛୋଟ ଛୋଟ ଗୀତ ଓ ଆଶୁକବିତ୍ୱ ଲାଗି ଯଦୁମଣି ଓଡ଼ିଶାର ପୁରପଲ୍ଲୀରେ ଭାରି ପ୍ରସିଦ୍ଧ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ ।ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ୱାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।