ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମୂତ୍ରାଙ୍ଗ ସଂକ୍ରମଣ (Urinary Tract) ଅର୍ଥ ମୂତ୍ର ପ୍ରସ୍ତୁତ କରିବା ଯନ୍ତ୍ର ବୃକକ (Kidney), ମୂତ୍ର ପରିବହନ ନଳୀ (Ureter), ମୂତ୍ରାଶୟ (Urinary Bladder) ଓ ନିଷ୍କାସନ ନଳୀ (Urethra) ସମୂହର ଯେ କୌଣସି ଅଂଶର ସଂକ୍ରମଣ । ଏହାର ବିଭିନ୍ନ ଅଂଶ ଜୀବାଣୁଦ୍ୱାରା ସଂକ୍ରମିତ ହୋଇଥାଏ । ନିମ୍ନ ମୂତ୍ରାଙ୍ଗ ବା ମୂତ୍ରାଶୟ ସଂକ୍ରମଣକୁ ସିସ୍ଟାଇଟିସ (Cystitis), ପରିବହନ ନଳୀର ପ୍ରାରମ୍ଭିକ ଅଂଶ ସଂକ୍ରମଣକୁ ପାଏଲୋନେଫ୍ରାଇଟିସ୍ (Pyelonephritis))., ନିଷ୍କାସନ ନଳୀ ସଂକ୍ରମଣକୁ ୟୁରେଥ୍ରାଇଟିସ୍ (Urethritis) କୁହାଯାଏ । ନିମ୍ନ ମୂତ୍ରାଙ୍ଗ ସଂକ୍ରମଣରେ ମୂତ୍ରତ୍ୟାଗ ସମୟରେ ଯନ୍ତ୍ରଣା ହୁଏ, ବାରମ୍ବାର ପରିସ୍ରା ହୁଏ ଓ ମୂତ୍ରାଶୟ ଖାଲି ଥିଲେ ମଧ୍ୟ ପରିସ୍ରା କରିବାକୁ ଅନୁଭବ ହୁଏ । ବୃକ୍କ ସଂକ୍ରମଣ ହେଲେ ଉପରଲିଖିତ ଲକ୍ଷଣ ସହିତ ଜ୍ୱର ଓ ପେଟ ଦୁଇ ପାଖରେ ଯନ୍ତ୍ରଣା ହୁଏ । କ୍ୱଚିତ ପରିସ୍ରା ରକ୍ତାକ୍ତ ହୁଏ । ରୋଗୀ ଅତି ଛୋଟ ବା ଅତି ବୟସ୍କ ହୋଇଥିଲେ ଲକ୍ଷଣ ଅନିଶ୍ଚିତ ବା ଅନିର୍ଦ୍ଦିଷ୍ଟ ଥାଏ । ଏହି ସଂକ୍ରମଣ ନିମନ୍ତେ ଅନେକ ଜୀବାଣୁ ଓ କବକ ଦାୟୀ ଥିଲେ ମଧ୍ୟ ମୂଖ୍ୟତଃ ଏସ୍କେରିସିଆ କୋଲାଇ ଜୀବାଣୁ ଯୋଗୁ ଏହି ରୋଗ ହୁଏ । ଏହି ସଙ୍କଟ ସୃଷ୍ଟି କରିବାରେ ମହିଳା ଯୌନାଙ୍ଗ, ଯୌନ ସମ୍ପର୍କ, ଡାଏବେଟିସ, ମୋଟାପଣ ଓ ପାରିବାରିକ ଇତିହାସ ମାନଙ୍କ ଭୂମିକା ଥାଏ । ଯୌନ କ୍ରିଡ଼ା ଏହାର ସଙ୍କଟ ସୃଷ୍ଟି ନିମନ୍ତେ ଦାୟୀ ଥିଲେ ମଧ୍ୟ ଏହି ରୋଗକୁ ଯୌନ ସଞ୍ଚାରିତ ରୋଗ ମଧ୍ୟରେ ଅନ୍ତର୍ଭୁକ୍ତ କରାଯାଏ ନାହିଁ । ମୂତ୍ରାଶୟ ସଂକ୍ରମଣ ପରେ ବୃକ୍କ ସଂକ୍ରମଣ ହେଉଥିଲେ ମଧ୍ୟ ତାହା ରକ୍ତ ବାହିତ ସଂକ୍ରମଣ ଯୋଗୁ ହୋଇପାରେ । ଯୁବତୀ ଓ ସୁସ୍ଥ ମହିଳାଙ୍କର କେବଳ ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଇପାରେ । ଅନିଶ୍ଚିତ ଲକ୍ଷଣ ଥଲେ ରୋଗ ନିର୍ଣ୍ଣୟ କଷ୍ଟସାଧ୍ୟ ହୁଏ କାରଣ ସଂକ୍ରମଣ ନ ଥାଇ ମଧ୍ୟ ଜୀବାଣୁ ରହିପାରେ । ଚିକିତ୍ସା ନିସ୍ଫଳ ହେଲେ ବା ଜଟୀଳ ଥିଲେ ପରିସ୍ରା କଲଚର ଉପକାରୀ ହୁଏ ।ରୋଗ ଜଟିଳ ନ ଥିଲେ ମୂତ୍ରାଙ୍ଗ ସଂକ୍ରମଣରେ କିଛି ଦିନ ପାଇଁ ନାଇଟ୍ରିଫୁରାଣ୍ଟଏନ ବା ଟ୍ରାଇମେଥୋପ୍ରିମ/ସଲ୍ଫାମେଥୋକ୍ସାଜୋଲ ଭଳି ଆଣ୍ଟିବାୟୋଟିକ ଦିଆଯାଏ । ବିଭିନ୍ନ ଆଣ୍ଟିବାୟୋଟିକ ନିମନ୍ତେ ପ୍ରତିରୋଧ ବଢ଼ୁଛି । ଜଟିଳ ରୋଗରେ ଶିରାଭ୍ୟନ୍ତର ଆଣ୍ଟିବାୟୋଟିକ ଆବଶ୍ୟକ ହୁଏ । ୨ ବା ୩ ଦିନ ମଧ୍ୟରେ କିଛି ଉପଶମ ନ ହେଲେ ଅଧିକ ନିର୍ଣ୍ଣୟାତ୍ମକ ପରୀକ୍ଷା କରାଯାଏ । ଫେନାଜୋପାଇରିଡିନ ଦେଲେ ଲକ୍ଷଣ ଉପଶମ ହୋଇପାରେ । ପରିସ୍ରାରେ ଶ୍ୱେତ ରକ୍ତ କଣିକା ଥାଇ ଲକ୍ଷଣ ନ ଥିଲେ ଆଣ୍ଟିବାୟୋଟିକ ଆବଶ୍ୟକ ହୁଏ ନାହିଁ, କିନ୍ତୁ ଗର୍ଭାବସ୍ଥା ଏହାର ଏକ ବ୍ୟତିକ୍ରମ । ବାରମ୍ବାର ସଂକ୍ରମଣ ହେଉଥଲେ ଲକ୍ଷଣ ଆରମ୍ଭ ହେବା ମାତ୍ରେ ଅଳ୍ପ ଦିନ ନିମନ୍ତେ ଆଣ୍ଟିବାୟୋଟିକ ଦିଆଯାଏ ବା ପ୍ରତିଷେଧ ନିମନ୍ତେ ଦୀର୍ଘକାଳୀନ ଆଣ୍ଟିବାୟୋଟିକ ଦିଆଯାଏ ।ପ୍ରତିବର୍ଷ ପ୍ରାୟ ୧୫୦ ନିୟୁତ ଲୋକ ମୂତ୍ରାଙ୍ଗ ସଂକ୍ରମଣ ରୋଗରେ ପିଡ଼ିତ ହୁଅନ୍ତି । ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଏହି ରୋଗ ବେଶୀ ହୁଏ । ମହିଳାଙ୍କର ରୋଗ ସାଧାରଣତଃ ଜୀବାଣୁ ଯୋଗୁ ହୁଏ । ଯେ କୌଣସି ବର୍ଷର ଅନୁଶୀଳନରେ ଦେଖାଯାଏ ୧୦% ମହିଳାଙ୍କର ଏହି ରୋଗ ଅଛି ଓ ୫୦% ମହିଳା ଜୀବନର କୌଣସି ନା କୌଣସି ସମୟରେ ଏହି ରୋଗର ଶୀକାର ହୁଅନ୍ତି । ପ୍ରାୟ ୧୬ରୁ ୩୫ ବର୍ଷ ବୟସ ମଧ୍ୟରେ ଏହି ରୋଗ ହୁଏ । ବାରମ୍ବାର ଏହି ରୋଗ ହୋଇପାରେ । ପୁରାକାଳରେ ଏହି ରୋଗ ଥିଲେ ମଧ୍ୟ ଖ୍ରୀ:ପୂ: ୧୫୫୦ରେ ପ୍ରଥମେ ଲିଖିତ ଏବର୍ସ ପାପିରସରେ ଏହାର ବର୍ଣ୍ଣନା ଦେଖିବାକୁ ମିଳେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ବିଜୟଲକ୍ଷ୍ମୀ ପଟ୍ଟନାୟକ (ଜନ୍ମ: ୩୦ ଅକ୍ଟୋବର ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସ୍ୱାଧୀନ ଭାବରେ ନିର୍ବାଚନ ଲଢ଼ି ପୁଣିଥରେ ଖଣ୍ଡପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକିମ୍ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଏହା ଏକ ଦ୍ରୁମ ଜାତୀୟ ଉଦ୍ଭିଦ। ଭାରତରେ ସର୍ବତ୍ର ଏହା ଦେଖିବାକୁ ମିଳିଥାଏ । ପତ୍ରଗୁଡ଼ିକ ତେନ୍ତୁଳି ପତ୍ର ପରି ଦିଶିଲେ ବି ଏହାଠାରୁ ଟିକିଏ ବଡ଼ ଆକାରର ହୋଇଥାନ୍ତି। ଏହା ମଧ୍ୟମ ଉଚ୍ଚତା ବିଶିଷ୍ଟ ଗଛ। ଅନ୍ୟ ନାମ ଅଏଁଳା । ଓଡ଼ିଶାର ଗ୍ରାମାଞ୍ଚଳରେ ଅଁଳା କୋଳି (ଅଅଁଳା କୋଳି ବା ନର କୋଳି) ନାମରେ ଆଉ ଏକ ଗଛ ଦେଖାଯାଏ ଯାହା ଅଁଳାଠାରୁ ଆକାରରେ ସାନ ଓ ଶିରାଯୁକ୍ତ (ଦ୍ରଷ୍ଟବ୍ୟ : କୋଳି)। ଏହାକୁ ଅଁଳା କୋଳିଠାରୁ ଅଲଗା ଚିହ୍ନଟ କରିବାପାଇଁ ଲୋକେ ଏହାକୁ ଧାତ୍ରୀ ଅଁଳା ବୋଲି ମଧ୍ୟ କହିଥାନ୍ତି । ଏହାର ଅନ୍ୟନାମଗୁଡିକ ହେଲା ତିଷ୍ୟଭଳା, ଅମୃତା, ବୟସ୍କା, କାୟସ୍ଥା, ଶ୍ରୀଫଳା, ଧାତ୍ରିକା, ଶିବା, ଶାନ୍ନା, ଧାତ୍ରୀ, ବୃଷ୍ୟା, ବୃତଫଳ, ରୋଚନୀ, କର୍ଷଫଳ ଏବଂ ତିଷ୍ୟା
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ରମଣ ପ୍ରଭାବ ବା ରମଣ ବିଚ୍ଛୁରଣ (ଈଂରାଜୀରେ Raman scattering ବା Raman effect) ଆଲୋକ କଣିକା ଫୋଟନ୍ର ବିଚ୍ଛୁରଣ ସମ୍ୱନ୍ଧୀୟ ଏକ ସିଦ୍ଧାନ୍ତ । ଉଚ୍ଚ କମ୍ପନ ଓ ଘୂର୍ଣ୍ଣନ ଶକ୍ତି ସ୍ତରରେ ରହିଥିବା ଅଣୁମାନଙ୍କ ଧକ୍କା ଫଳକେ ଆଲୋକ କଣିକା ଫୋଟନ୍ର ଏକ ପ୍ରକାରର ଅନମନୀୟ ବିଚ୍ଛୁରଣ ଯୋଗୁଁ ରମଣ ପ୍ରଭାବ ସୃଷ୍ଟି ହୋଇଥାଏ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ଚନ୍ଦ୍ରଶେଖର ଭେଙ୍କଟ ରମଣ ଓ ତାଙ୍କର ଜଣେ ଛାତ୍ର କେ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ୱାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସ୍ତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି। ଷାଠିଏ ଦଶକର ମଧ୍ୟ ଭାଗରେ ଭାରତ ପାକିସ୍ତାନ ଯୁଦ୍ଧ ସମୟରେ କିଶୋର ଅବସ୍ଥାରେ ଥାଇ ସୁଦ୍ଧା ସେ ସ୍ୱେଚ୍ଛାକୃତ ଭାବରେ ରେଳ ଷ୍ଟେସନରେ ରହିଥିବା ସୈନିକ ମାନଙ୍କୁ ସେବା ଯୋଗାଇ ଦେଇଥିଲେ। ୧୯୬୭ରେ ସେ ଗୁଜରାଟରେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲେ। ତାଙ୍କ ମଧ୍ୟରେ ସାଂଗଠନିକ ଦକ୍ଷତା ଭରି ରହିଥିଲା ଏବଂ ସେ ଲୋକମାନଙ୍କର ଭାବାବେଗକୁ ଭଲ ଭାବରେ ବୁଝିପାରୁଥିଲେ। ସେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରେ ଯୋଗ ଦେଇ ସେବା କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ଗୁଜରାଟର ବିଭିନ୍ନ ସାମାଜିକ-ରାଜନୈତିକ ଘଟଣାଗୁଡ଼ିକରେ ଏକ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥିଲେ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସବୁଠାରୁ ଦୀର୍ଘ ରାତି ଚନ୍ଦ୍ରଶେଖର ରଥଙ୍କ ରଚିତ ଏକ ଓଡ଼ିଆ ଗପ ସଙ୍କଳନ । ଏହା ୧୯୯୫ ମସିହାରେ ଗ୍ରନ୍ଥମନ୍ଦିର ପ୍ରକାଶନଦ୍ୱାରା ପ୍ରକାଶିତ ହୋଇଥିଲା । କଥାକାର ଚନ୍ଦ୍ରଶେଖର ରଥଙ୍କୁ ଏଥି ପାଇଁ ୧୯୯୭ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।ଏହି ଗଳ୍ପ ସଂକଳନରେ ଥିବା ଗପଗୁଡ଼ିକ : ସବୁଠାରୁ ଦୀର୍ଘରାତି ରୁନିପାଇଁ ନୀରବ ପ୍ରାଥନା ନିମ୍ନ ପାହାଚ ଏଇ ବୋଧେ ଶେଷଦୁଃଖ ଘର ନିଲାମ ହଉଛି ସେ ତୁମ ମା' ପରା !
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସୂର୍ଯ୍ୟସ୍ନାତ ଯତୀନ୍ଦ୍ର ମୋହନ ମହାନ୍ତିଙ୍କ ରଚିତ ଏକ ପ୍ରବନ୍ଧ ସଙ୍କଳନ । ଭୁବନେଶ୍ୱରର "ବିଦ୍ୟା" ପ୍ରକାଶନଦ୍ୱାରା ୧୯୯୯ ମସିହାରେ ଏହି ପୁସ୍ତକଟି ପ୍ରକାଶିତ ହୋଇଥିଲା । ଅସୀମ ବସୁ, ଏହାର ପ୍ରଚ୍ଚଦ ଶିଳ୍ପୀ ଥିଲେ । ସ୍ୱାଧିନତା ପରବର୍ତ୍ତୀ ଓଡ଼ିଆ କବିତା ଉପରେ ଏହି ଆଲୋଚନାତ୍ମକ ପ୍ରବନ୍ଧ ଗୁଡିକୁ ରଚନା କରାଯାଇଛି । ଲେଖକ ଯତୀନ୍ଦ୍ର ମୋହନ ମହାନ୍ତିଙ୍କୁ ଏଥି ପାଇଁ ୨୦୦୩ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।