ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜାପାନିଜ ଏନସେଫାଲାଇଟିସ ଟିକା ଏକ ଟିକା ଯାହା ଜାପାନିଜ ଏନସେଫାଲାଇଟିସ ରୋଗରୁ ସୁରକ୍ଷା ପ୍ରଦାନ କରେ ।ଏହି ଟିକା ୯୦%ରୁ ଅଧିକ କାର୍ଯ୍ୟକାରୀ ହୁଏ । ଏହାର ପ୍ରଭାବ ସମୟକ୍ରମେ କମିଯାଏ ଓ ଏହି ସୀମା ନିର୍ଦ୍ଧାରିତ ହୋଇପାରି ନାହିଁ । ଏହା ଇଞ୍ଜେକସନ୍ ଆକାରରେ ଚର୍ମ ତଳେ ବା ମାଂସପେଶୀରେ ଦିଆଯାଏ ।ଜାପାନୀ ଏନକେଫାଲାଇଟିସ୍ ରୋଗ ସମସ୍ୟା ପ୍ରବଣ ଇଲାକାରେ ଏହା ରୁଟିନ ଟିକା ହିସାବରେ ଦିଆଯାଏ । ଟିକା ସଂସ୍କରଣ ଅନୁସାରେ ଗୋଟିଏ ବା ଦୁଇଟି ଟିକା ଡୋଜ ଦିଆଯାଏ । ଅଧିକ ଡୋଜ ସାଧାରଣତଃ ଆବଶ୍ୟକ ହୁଏ ନାହିଁ । ଏଚଆଇଭି/ଏଡସ ରୋଗୀ ଓ ଗର୍ଭିଣୀମାନଙ୍କୁ ନିଷ୍କ୍ରିୟ ଟିକା ଦିଆଯାଏ । ଏହି ରୋଗ ହେଉଥିବା ଇଲାକାକୁ ଭ୍ରମଣ କରିବାକୁ ଯାଉଥିବା ପର୍ଯ୍ୟଟକମାନଙ୍କୁ ଟିକା ନେବାକୁ ଉପଦେଶ ଦିଆଯାଏ ।ଏହି ଟିକା ଆପାତତଃ ନିରାପଦ । ଇଞ୍ଜେକସନ ଦିଆଯାଇଥିବା ସ୍ଥାନରେ କଷ୍ଟ ଓ ଲାଲ ଦେଖାଯାଇପାରେ । ୨୦୧୫ ସୁଦ୍ଧା ୧୫ ପ୍ରକାର ଟିକା ମିଳୁଛି । କେତେକ ଟିକା ରିକମ୍ବିନାଣ୍ଟ ଡିଏନଏ ଟେକ୍ନିକ୍ରେ, କେତେକ ଦୁର୍ବଳ ଭୁତାଣୁ ଓ ଅନ୍ୟ କେତେକ ନିଷ୍କ୍ରିୟ ଭୁତାଣୁ ସାହାଯ୍ୟରେ ପ୍ରସ୍ତୁତ କରାଯାଉଛି ।ସନ ୧୯୩୦ରେ ପ୍ରଥମେ ଜାପାନୀ ଜାପାନିଜ ଏନସେଫାଲାଇଟିସ ଟିକା ଉପଲବ୍ଧ ହେଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଆମେରିକାରେ ଗୋଟିଏ ଟିକା କୋର୍ସର ମୂଲ୍ୟ ୧୦୦ରୁ ୨୦୦ ଡଲାର ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ନାଗୋୟା (名古屋) ଜାପାନର ଚୂବୁ କ୍ଷେତ୍ରର ସବୁଠାରୁ ବଡ ସହର ଅଟେ । ଏହା ଜାପାନର ତୃତୀୟ ନିଗମ ସହର ଓ ଚତୁର୍ଥ ସବୁଠାରୁ ଅଧିକ ଜନସଂଖ୍ୟା ଯୁକ୍ତ କ୍ଷେତ୍ର ଅଟେ । ଏହା ପ୍ରଶାନ୍ତ ମହାସାଗରର କେନ୍ଦ୍ରୀୟ ହୋନଂଶୁରେ ସ୍ଥିତ । ଏହା ଆଇଚି ପ୍ରାନ୍ତର ରାଜଧାନୀ ଏବଂ ଟୋକିଓ, ଓସାକା, କୋବୋ, ୟୋକୋହାମା, ଚୀବା ଓ କିତାକ୍ୟୁଶୁ ସହିତ ଜାପାନର ପ୍ରମୂଖ ବନ୍ଦର ମଧ୍ୟରୁ ଏକ ଅଟେ । ଏହା ଜାପାନର ତୃତୀୟ ସବୁଠାରୁ ମହାନଗରୀୟ କ୍ଷେତ୍ରର କେନ୍ଦ୍ର ମଧ୍ୟ ଅଟେ, ଯେପରି ଚୁକ୍ୟୋ ମହାନଗରୀୟ କ୍ଷେତ୍ର ଋପେ ଜଣାଯାଇଥାଏ । ୨୦୧୫ ପର୍ଯ୍ୟନ୍ତ, ଚୁକ୍ୟୋ ମହାନଗରୀୟ କ୍ଷେତ୍ରର 9.10 ମିଲିୟନ ଲୋକ ମାନଙ୍କ ମଧ୍ୟରୁ 2.28 ମିଲିୟନ ଲୋକ ଏହି ସହରରେ ରହିଥାନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ପ୍ରେମରେ ରଖିଚି ୧୦୦ରୁ ୧୦୦ ୨୦୧୯ ମସିହାରେ ମୁକ୍ତିଲାଭ କରିବାକୁ ଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିରଞ୍ଚି ନାରାୟଣ ପଣ୍ଡା ଓ ଦିଲୀପ କୁମାର ଦାଶ । ଦିଲୀପ କୁମାର ଦାଶ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଜ୍ୟୋତି ରଞ୍ଜନ ନାୟକ ଓ ରିୟା ଦେ । ପ୍ରେମାଞ୍ଜନ ପରିଡ଼ା, ବିଜୁ ବଡ଼ଜେନା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆମେ ଯାହା କିଛି ଦେଖୁ ତାହାର କିଛି ନା କିଛି ଆକୃତି ଥାଏ । ପତ୍ର, ଫୁଲ, ଫଳ, ବିଭିନ୍ନ ପ୍ରକାରର ସ୍ଫଟିକ- ଏ ସମସ୍ତ ପଦାର୍ଥ ବହୁବିଧ ଆକୃତିର ପରିପ୍ରକାଶ । ଆକୃତି ସଚେତନତା କେବେଳ ମଣିଷର ବିଶେଷତ୍ୱ ନୁହେଁ, ଏହା ଜୀବଜନ୍ତୁଙ୍କର ମଧ୍ୟ ପ୍ରବୃତ୍ତିଗତ । ପ୍ରବୃତ୍ତିଗତ ଆକୃତି-ସଚେତନତାର ଉପଯୋଗ କରି ମନୁଷ୍ୟ ନିଜର ସଭ୍ୟତା ଓ ଜ୍ଞାନର ଉତ୍କର୍ଷ ସାଧନ କରିପାରିଛି । ଆକୃତିଗତ ଜ୍ଞାନର ପରିମାର୍ଜନା ଫଳରେ ହିଁ ଜ୍ୟାମିତି ଶାସ୍ତ୍ରର ଉଦ୍ଭବ ହୋଇଛି । ଯାଯାବର ଅବସ୍ଥାରୁ ଓହରି ଆସି କୃଷିକର୍ମକୁ ଆଦରି ନେବା ପରେ ମନୁଷ୍ୟ ସ୍ଥାୟୀ ବସତି ସ୍ଥାପନ କଲା । ଚାଷଜମିର ଅକାର ନିର୍ଦ୍ଧାରଣ, ରାସ୍ତା ଓ ବାସଗୃହ ନିର୍ମାଣରେ ପ୍ରକୃତିରୁ ଆହରଣ ଆକୃତିଗତ ଜ୍ଞାନର ଉପଯୋଗ ହେଲା । ପରିଣାମ ସ୍ୱରୂପ ଜ୍ଞାନରାଜ୍ୟର ଏକ ବିସ୍ତ୍ରୁତ ପରିସର ଉନ୍ମୁକ୍ତ ହେଲା ଓ ତାହା ହେଉଛି ଜ୍ୟାମିତି ଶାସ୍ତ୍ର ଜ୍ୟାମିତି ଶବ୍ଦର ଅର୍ଥରୁ ଏକଥା ସ୍ପଷ୍ଟ । 'ଜ୍ୟା’ର ଅର୍ଥ ପୃଥିବୀ ଓ ‘ମିତି’ର ଅର୍ଥ ମାପ । ‘Geometry’ ଶବ୍ଦଟି ଦୁଇଟି ଗ୍ରୀକ ଶବ୍ଦ Geo (ପୃଥିବୀ) ଓ Metron (ମାପ)ରୁ ସୃଷ୍ଟି ହୋଇଛି । ଜମି ମାପ କରିବାର ଆବଶ୍ୟକତାରୁ ଜ୍ୟାମିତିର ସୃଷ୍ଟି । ମାନବ ସଭ୍ୟତାର ଅଗ୍ରଗତି ସହିତ ଜ୍ୟାମିତି ଅଭିବୃଦ୍ଧି ଜଡ଼ିତ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରବୀନ୍ଦ୍ରନାଥ ଠାକୁର ' ( /rəˈbindrəˈnɑ:t ˈtɑ:ɡɔr/; ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିଦ୍, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା। ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ। ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ,୧୩ଟି ଉପନ୍ୟାସ,୩୬ଟି ପ୍ରବନ୍ଧ,୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି। ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ ,ତାଜା, ସୁମଧୁର କବିତା;୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ ନିଜନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି:ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା"। କିଛି ଉତତ୍ପନ ରାଷ୍ଟ୍ର ମଧ୍ୟଶ୍ରୀଲଙ୍କାର ଜାତୀୟ ସଂଗୀତ ଟାଗୋର ରଚନା କରିଥିଲେ,କିଛି ଲୋକ ତାଙ୍କ ରଚନା ଓ କାମଦ୍ୱାରା ଅନୁପ୍ରେରିତ ହୋଇଥିଲେ। ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ . ଷୋହଳ ବର୍ଷ ବୟସ ରେ, ସେ ଉନ୍ମୋଚନ କରିଥିଲେ [[Bhānusiṃha Ṭhākurer Paḍāvalī|ତାଙ୍କର ମୂଲ୍ୟବାନ କବିତା ]କୁ ,ତାକୁ ନିଜ ଛଦ୍ମନାମରେ ବାହାର କରିଥିଲେ Bhānusiṃha ("Sun Lion"), ଯାହା ଲାଇବ୍ରେରୀରେ ସର୍ବୋଚ୍ଚ କ୍ଷମତା ଗ୍ରହଣ କରିଥିବା ବହୁଦିନରୁ ହଜିଯାଇଥିବା। ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ। ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ। ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁ ଥିଲେ। ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ ,୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା,ଇଚ୍ଛାପତ୍ର ସାମିଲ ଥିଲା,ତାଙ୍କଦ୍ୱାରା ସ୍ଥାପିତ ସ୍ଥାୟୀ ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ।.
ମେଲୋକ୍ସିକାମ (ଇଂରାଜୀ ଭାଷାରେ Meloxicam, ଏକ ବିକ୍ରୟ ନାମ ମୋବିକ/ Mobic) ଏକ ଏନଏସଏଆଇଡି (nonsteroidal anti-inflammatory drug or NSAID) ଯାହା ରିଉମାଟଏଡ ଡିଜିଜ (rheumatic disease) ଓ ଓଷ୍ଟିଓଆର୍ଥ୍ରାଇଟିସ ରୋଗରେ ହେଉଥିବା ଯନ୍ତ୍ରଣା ଓ ପ୍ରଦାହର ଚିକିତ୍ସା ନିମନ୍ତେ ଦିଆଯାଏ । ଏହା ପାଟିରେ ଦିଆଯାଏ । ଏହାକୁ ଅଳ୍ପ ମାତ୍ରା ବା ଡୋଜରେ ଅଳ୍ପ ଅବଧି ନିମନ୍ତେ ଦେବାକୁ ଉପଦେଶ ଦିଆଯାଏ ।ମେଲୋକ୍ସିକାମର ପାର୍ଶ୍ୱ ପ୍ରତିକ୍ରିୟାରେ ଉଦର ଯନ୍ତ୍ରଣା, ମୁଣ୍ଡ ଓଜନିଆ, ଫୁଲା, ମୁଣ୍ଡ ବିନ୍ଧା ଓ ରାସ୍ ହୁଏ । ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ହୃତ୍ପିଣ୍ଡ ରୋଗ, ସ୍ଟ୍ରୋକ, ବୃକ୍କ ସମସ୍ୟା ଓ ଉଦର ଘାଆ (stomach ulcer) ହୋଇପାରେ । ଗର୍ଭର ତ୍ରୈମାସିକ (third trimester of pregnancy) ସମୟରେ ଏହା ଦିଆଯାଏନାହିଁ । ଏହା କକ୍ସ-୧ (cyclooxygenase-1/ COX-1) ଅପେକ୍ଷା କକ୍ସ-୨କୁ (cyclooxygenase-2/ COX-2) ଅଧିକ ଅବରୋଧ କରେ । ଏହା ଅକ୍ସିକାମ (oxicam) ପରିବାରର ଏକ ରାସାୟନିକ ଦ୍ରବ୍ୟ ଓ ପିରୋକ୍ସିକାମ (piroxicam) ସହ ନିକଟ ସମ୍ପର୍କ ରଖିଥାଏ । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୦୦ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହାକୁ ବେରିଙ୍ଗର-ଇଙ୍ଗେଲହେମ (Boehringer-Ingelheim) ବିକଶିତ କରିଥିଲେ କିନ୍ତୁ ଏହା ଜେନେରିକ ଔଷଧ (generic medication) ଆକାରରେ ମିଳେ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଡୋଜର ହୋଲସେଲ ମୂଲ୍ୟ ସନ ୨୦୧୮ରେ ୦.୦୨ ଡଲାରରୁ କମ୍ ଥିଲେ । ଏହି ସମୟରେ ସଂଯୁକ୍ତ ରାଷ୍ଟ୍ରରେ ଏହାର ମୂଲ୍ୟ ୦.୧୩ ପାଉଣ୍ଡ ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୬ରେ ଏହାର ୨୧ ନିୟୁତ ପ୍ରେସକ୍ରିପସନ ହୋଇଥିଲା ଓ ଏହା ୩୬ତମ ସର୍ଭାଧିକ ପ୍ରେସକ୍ରିସନ ହୋଇଥିବା ଔଷଧ ଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ତୁ ମୋ ଲଭ୍ ଷ୍ଟୋରୀ, ୨୦୧୭ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ତାପସ ସରଘରିଆ ଏବଂ ପ୍ରଯୋଜନା କରିଥିଲେ ଦୀପକ କୁମାର ମିଶ୍ର । ତରଙ୍ଗ ସିନେ ପ୍ରଡ଼କ୍ସନ ବ୍ୟାନରରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ କଣ୍ଠଦାନ କରିଥିଲେ ଦୀପ୍ତିରେଖା ପାଢ଼ୀ, ଅନନ୍ୟା ଶ୍ରୀତମ ନନ୍ଦ ।କିଶୋର ବୟସର ଦୁଇ ଯୁବକ-ଯୁବତୀଙ୍କ ପ୍ରେମ କାହାଣୀକୁ ନେଇ ନିର୍ମତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଶିଶୁ କଳାକାର ଭାବରେ ଅଭିନୟ କରୁଥିବା ସ୍ୱରାଜ ବାରିକ ଏବଂ ଭୂମିକା ଦାଶ ଏହି ଚଳଚ୍ଚିତ୍ରର ନାୟକ ଏବଂ ନାୟିକା ଭାବରେ ଅଭିନୟ କରିଥିଲେ । ମିହିର ଦାସ, ଦେବାଶିଷ ପାତ୍ର, ମନୋଜ ମିଶ୍ର, ପୃଥିରାଜ, ଚୌଧୁରୀ ବିକାଶ ଦାସ ଭଳି ପ୍ରମୁଖ ଅଭିନେତା ଗଣ ଏହି ଚଳଚ୍ଚିତ୍ରରେ ସହ ଭୂମିକାରେ ଅଭିନୟ କରିଥିଲେ ।
ବାରବାଡୋସ ( /bɑrˈbeɪdɒs/ କିମ୍ବା /bɑrˈbeɪdoʊs/) ଲେସର ଆଣ୍ଟିଲେସର ଏକ ସାଧାରଣତନ୍ତ୍ର ଦ୍ୱୀପ ଦେଶ । ଏହାର ଲମ୍ବରେ ୩୪ କିଲୋମିଟର (୨୧ mi) ଓ ଓସାର ପ୍ରାୟତଃ ୨୩ କିଲୋମିଟର (୧୪ mi) ଅଞ୍ଚଳରେ ପରିବ୍ୟାପ୍ତ । ଏହା ଉତ୍ତର ଆଟଲାଣ୍ଟିକର ପଶ୍ଚିମ ଭାଗରେ ଓ କାରିବିଆନ ସାଗର ଏବଂ ଉଇଣ୍ଡୱାର୍ଡ଼ ଦ୍ୱୀପପୁଞ୍ଜର ପୂର୍ବ ଭାଗରେ ଅବସ୍ଥିତ । ସେଣ୍ଟ ଭିନସେଣ୍ଟ ଓ ଗ୍ରେନାଡିନ୍ସର ୧୬୮ କିଲୋମିଟର (୧୦୪ mi) ପୂର୍ବରେ ଓ ତ୍ରିନିଦାଦ ଓ ଟବାଗୋର ୪୦୦ କିଲୋମିଟର (୨୫୦ mi) ଉତ୍ତର-ପୂର୍ବରେ ଅବସ୍ଥିତ । ବାରବାଡୋସ ମୁଖ୍ୟ ଆଟଲାଣ୍ଟିକ ଝଡ଼ ମେଖଳାର ବାହାରେ ରହିଛି ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।ଅଧିକାଂଶ କଟି ଯନ୍ତ୍ରଣା ରୋଗର କାରଣ ଚିହ୍ନଟ ହୋଇପାରେ ନାହିଁ; ମାଂସପେଶୀ ଅଥବା ଗଣ୍ଠି ସ୍ଟ୍ରେନ ଭଳି ମେକାନିକାଲ କାରଣ ଯୋଗୁ ଏହା ହେଉଥିବା ବିଶ୍ୱାସ କରାଯାଏ । ଯଦି ଏହା ରକ୍ଷଣଶୀଳ ଚିକିତ୍ସାରେ ଉପଶମ ନ ହୁଏ ବା ଲାଲ ପତାକା ଚିହ୍ନ ଯେପରିକି ଅକାରଣ ଓଜନ ହ୍ରାସ, ଜ୍ୱର, ଅନୁଭବ ବା ଚଳପ୍ରଚଳ ହେବାରେ ସମସ୍ୟା ଦେଖାଗଲେ ସାଂଘାତିକ ରୋଗ ନିମନ୍ତେ ଅଧିକ ପରୀକ୍ଷା ଆବଶ୍ୟକ ହୁଏ । ଅଧିକାଂଶ କେଶ୍ରେ ଇମେଜିଙ୍ଗ ଟୁଲ ଯେପରିକି ସିଟି ସ୍କାନ ଉପକାରୀ ନୁହେଁ ତଥାପି ଇମେଜିଙ୍ଗର ବ୍ୟବହାର ସଂଖ୍ୟା ବଢ଼ିଚାଲିଛି । ଅନ୍ତର୍କଶେରୁକ ଡିସ୍କ ନଷ୍ଟ ହୋଇଗଲେ ସଳଖ ଗୋଡ଼ ଉଠେଇବା ପରୀକ୍ଷା କରି ଚିହ୍ନା ଯାଇପାରେ । କ୍ରନିକ ରୋଗରେ ଯନ୍ତ୍ରଣା ପ୍ରସ୍ତୁତି ସିସ୍ଟମ ସଠିକ୍ କାମ କରିପାରେ ନାହିଁ, ତେଣୁ ଅଣ-ସାଂଘାତିକ ରୋଗରେ ମଧ୍ୟ ଅନେକ କଷ୍ଟ ହୁଏ । ଶୀଘ୍ର ଆରମ୍ଭ ହେଉଥିବା ତୀବ୍ର ଅନିର୍ଦ୍ଦିଷ୍ଟ କଟି ଯନ୍ତ୍ରଣାରେ ଯନ୍ତ୍ରଣା ନିବାରକ ଔଷଧ ଦିଆଯାଏ ଓ ଯଥା ସମ୍ଭବ କଷ୍ଟ ସହ୍ୟ ହେବା ଭଳି ସାଧାରଣ ଚଳପ୍ରଚଳ ଚାଲୁ ରଖିବା ଉଚିତ । ଯେତିକି ସମୟ ଉପକାରରେ ଆସିବ ସେତିକି ସମୟ ପ୍ରଥମ ପସନ୍ଦ ପାରାସେଟାମୋଲ ଔଷଧ ଦେବାକୁ ଉପଦେଶ ଦିଆଯାଏ । ସାଧାରଣ ଔଷଧ କାର୍ଯ୍ୟକାରୀ ନ ହେଲେ ଅନ୍ୟ କେତେକ ବିକଳ୍ପ ଅଛି । ସାଧାରଣ ଯନ୍ତ୍ରଣା ନିବାରକ ଉପକାର ନ କଲେ ଓପିଅଏଡ ଦିଆଯାଏ କିନ୍ତୁ ଅନିଚ୍ଛା ସହକରେ କାରଣ ଏହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ଅଛି । ଡିସ୍କ ସମ୍ବନ୍ଧୀୟ ଯନ୍ତ୍ରଣା ସହିତ ଅକର୍ମଣ୍ୟତା ବା ସ୍ପାଇନାଲ ସ୍ଟେନୋସିସ ଥିଲେ ଅପରେଶନ ଆବଶ୍ୟକ ହୋଇପାରେ । ଅନ୍ୟ ଅନିର୍ଦ୍ଦିଷ୍ଟ କାରଣଥିବା କଟି ଯନ୍ତ୍ରଣାରେ କୌଣସି ଉପକାର ମିଳିବା ଜଣାଯାଇ ନାହିଁ । କଟି ଯନ୍ତ୍ରଣା ହେଲେ ମନୋଭାବ ବା ମୁଡ୍ରେ ପରିବର୍ତ୍ତନ ଆସେ ଯାହା ନିମନ୍ତେ ମାନସିକ ଉପଦେଶ ବା ଆଣ୍ଟଡିପ୍ରେସାଣ୍ଟ ଆବଶ୍ୟକ ହୁଏ । ଅଧିକନ୍ତୁ ଅନେକ ପ୍ରକାର ଅଲ୍ଟର୍ନେଟ ମେଡିସିନ ବ୍ୟବହାର କରିବାକୁ କୁହାଯାଏ ଯେପରିକି ଆଲେକଜାଣ୍ଡର ଟେକନିକ ଓ ହର୍ବାଲ ରିମେଡିଜ କିନ୍ତୁ ଏମାନଙ୍କ ସପକ୍ଷରେ ଉପକାର ହେଲାଭଳି ଯଥେଷ୍ଟ ପ୍ରମାଣ ମିଳୁନି । ଚିରୋପ୍ରାକ୍ଟିସ ଯତ୍ନ ଓ ସ୍ପାଇନାଲ ମାନିପୁଲେସନ ପଦ୍ଧତି ନିମନ୍ତେ ମିଶ୍ରିତ ପ୍ରମାଣ ମିଳୁଛି ।ଯେ କୌଣସି ସମୟରେ ପ୍ରାୟ ୯ରୁ ୧୨% (୬୩୨ ନିୟୁତ) ଲୋକ ଏହି ରୋଗରେ ପିଡ଼ିତ ଥାଆନ୍ତି ଓ ପ୍ରାୟ ୨୫% ଲୋକଙ୍କର ଏକା ମାସରୁ ଅଧିକ କଷ୍ଟ ଥାଏ । ପ୍ରାୟ ୪୦% ଲୋକ ଜୀବନର କୌଣସି ନା କୌଣସି ସମୟରେ ଏହି ରୋଗ ଭୋଗନ୍ତି, ଓ ବିକଶିତ ଦେଶମାନଙ୍କରେ ଏହି ହିସାବ ୮୦% ପର୍ଯ୍ୟନ୍ତ ଯାଇପାରେ । ବୟସ ୨୦ରୁ ୪୦ ବର୍ଷ ମଧ୍ୟରେ ଏହି ରୋଗ ଆରମ୍ଭ ହୁଏ । ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ବୟସ ୪୦ରୁ ୮୦ ବର୍ଷ ମଧ୍ୟରେ ନିମ୍ନ ପିଠି ଯନ୍ତ୍ରଣା ଅତି ସାଧାରଣ ରୋଗ ଭାବରେ ପରିଗଣିତ ହୁଏ ଓ ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହି ସଂଖ୍ୟା ବଢ଼ିବା ଆଶା କରାଯାଏ । ଯୁକ୍ତରାଷ୍ଟ୍ରରେ ଏହା ଏକ କର୍ମ ବାଧକ ରୋଗ ହିସାବାରେ ବିବେଚନା କରାଯାଏ । କର୍ମରେ ବାଧା ସୃଷ୍ଟି କରିବାରେ ଏହାର ଏକ ଅଗ୍ରଣୀ ଭୂମିକା ଅଛି । ସ୍ନାୟବିକ ରୋଗମାନଙ୍କ ମଧ୍ୟରେ ଏହା ଦ୍ୱିତୀୟ ସ୍ଥାନ ଅଧିକାର କରିଛି, ପ୍ରଥମ ସ୍ଥାନରେ ସାଧାରଣ ମୁଣ୍ଡ ବ୍ୟଥା ଅଛି ।