ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମଦ୍ୟାତ୍ୟୟ (ଇଂରାଜୀ ଭାଷାରେ ଆଲକୋହୋଲିଜ୍ମ ବା ଆଲକୋହୋଲ ୟୁଜ ଡିଜଅର୍ଡର ବା ଆଲକୋହୋଲ ଡିପେଣ୍ଡେନ୍ସ ସିଣ୍ଡ୍ରୋମ ଯଥାକ୍ରମେ Alcoholism, ବା alcohol use disorder (AUD) ବା alcohol dependence syndrome), ଏକ ବିସ୍ତାରିତ ଶବ୍ଦ ଯାହା ଅତ୍ୟଧିକ ଆଲକୋହୋଲ ବା ମଦ୍ୟପାନ କରିବା ପରେ ହେଉଥିବା ଅସୁବିଧା ସମୂହକୁ ବୁଝାଏ । ପୂର୍ବରୁ ଏହା ଆଲକୋହୋଲ ଆବ୍ୟୁଜ ଓ ଆଲକୋହୋଲ ଡିପେଣ୍ଡେନ୍ସ ନାମରେ ଦୁଇଭାଗରେ ବିଭକ୍ତ କରାଯାଉଥିଲା । ଚିକିତ୍ସା ବିଜ୍ଞାନରେ ନିମ୍ନ ଲିଖିତ ଅସୁବିଧାମାନଙ୍କ ମଧ୍ୟରୁ ଦୁଇ ବା ତତୋଧିକ ଅସୁବିଧା ଥିଲେ ମଦ୍ୟାତ୍ୟୟ ବା ଆଲକୋହୋଲିଜ୍ମ ନାମ ଦିଆଯାଏ ଯଥା:- ଜଣେ ବ୍ୟକ୍ତି ବହୁତ ଦିନଧରି ଅତ୍ୟଧିକ ମଦ୍ୟପାନ କରୁଥିବ, ମଦ୍ୟପାନ ନିମନ୍ତେ ଅନେକ ସମୟ ବ୍ୟୟ କରୁଥିବ, ଅତ୍ୟଧିକ ମଦ୍ୟପାନ ଇଚ୍ଛା କରୁଥିବ, ମଦ୍ୟପାନ କରି ନିଜର କର୍ତ୍ତବ୍ୟ ସମ୍ପାଦନ କରୁନଥିବ, ସାମାଜିକ ସମସ୍ୟା ସୃଷ୍ଟି କରୁଥିବ, ସ୍ୱାସ୍ଥ୍ୟ ସମସ୍ୟା ହେଉଥିବ, ସଙ୍କଟଜନକ ଅବସ୍ଥା ସୃଷ୍ଟି କରୁଥିବ, ମଦ୍ୟପାନ ବନ୍ଦକଲେ ନିରୋଧନ ବା ଉଇଥଡ୍ରୟାଲ ଲକ୍ଷଣ ବାହାରୁଥିବ ଓ ଏହାର ବ୍ୟବହାର- ଅସହନଶୀଳତା ହେଉଥିବ । ଆଲକୋହୋଲ ସେବନ କଲେ ଶରୀରର ସମସ୍ତ ଅଙ୍ଗ ପ୍ରଭାବିତ ହୁଅନ୍ତି ଯେପରିକି ମସ୍ତିଷ୍କ, ହୃତପିଣ୍ଡ, ଯକୃତ, ଅଗ୍ନାଶୟ ଓ ଇମ୍ମ୍ଯୁନିଟି ବିଭାଗ । ଏହା ଫଳରେ ମାନସିକ ରୋଗ, ୱେର୍ଣିକ କୋର୍ସାକୋଫ ସିଣ୍ଡ୍ରୋମ, ଅନିୟମିତ ହୃତ୍ସ୍ପନ୍ଦନ, ସିରୋସିସ୍ ଓ କର୍କଟ ସମ୍ଭାବନା ଦେଖାଯାଏ । ଗର୍ଭାବସ୍ଥାରେ ମଦ୍ୟପାନ କଲେ ଗର୍ଭସ୍ଥ ଶିଶୁର ଫିଟାଲ ଆଲକୋହୋଲ ସ୍ପେକ୍ଟ୍ରମ ଡିଜଅର୍ଡର ହୁଏ । ମଦର ବିପଦଜନକ ଶାରୀରିକ ଓ ମାନସିକ ପ୍ରଭାବ ପୁରୁଷଙ୍କ ଅପେକ୍ଷା ମହିଳାଙ୍କ ଉପରେ ଅଧିକ ପଡ଼େ । ଉଭୟ ଜେନେଟିକ ଓ ପରିବେଶ ଉପାଦାନ ଯୋଗୁ ଆଲକୋହୋଲିଜ୍ମ ହେବା ବିଶ୍ୱାସ କରାଯାଏ ଓ ଉଭୟ ସମପରିମାଣରେ ଏଥି ନିମନ୍ତେ ଦାୟୀ । ଆଲକୋହୋଲିକ ଥିବା ଜଣେ ପିତାମାତା ବା ଭାଇ ଭଉଣୀ ଥିଲେ ୩ରୁ ୪ ଗୁଣ ଅଧିକ ସଙ୍କଟ ରହେ । ସାମାଜିକ, ସାଂସ୍କୃତିକ ଓ ବ୍ୟବହାରିକ ପ୍ରଭାବ ମଧ୍ୟ ରହେ । ଉଚ୍ଚ ଧରଣର ମାନସିକ ଚାପ, ଉତ୍କଣ୍ଠା ଓ ସହଜ ଲବ୍ଧ ଆଲକୋହୋଲ ଏହି ରୋଗ ସଙ୍କଟ ବଢେଇ ଦିଏ । ରୋଗ ଲକ୍ଷଣ କମେଇବା ନିମନ୍ତେ ବା ପ୍ରତିରୋଧ କରିବା ନିମନ୍ତେ ଆଂଶିକ ଭାବେ ଆଲକୋହୋଲ ପିଆଯାଇପାରେ । ମଦ୍ୟ ପାନ ସଂପୂର୍ଣ୍ଣ ବନ୍ଦ କଲେ ମଧ୍ୟ କିଛି ମାସ ଧରି ଲକ୍ଷଣ ଚାଲୁ ରହେ । ଚିକିତ୍ସା ବିଜ୍ଞାନ ଅନୁସାରେ ଆଲକୋହୋଲିଜ୍ମ ଉଭୟ ଶାରୀରିକ ଓ ମାନସିକ ରୋଗ ରୂପେ ବିବେଚନା କରାଯାଏ । ପ୍ରଶ୍ନାବଳୀ ଓ ରକ୍ତ ପରୀକ୍ଷା କରି ସନ୍ଦେହାତ୍ମକ ରୋଗ ନିର୍ଣ୍ଣୟ କରାଯାଏ । ରୋଗ ନିଧାର୍ଯ୍ୟ ନିମନ୍ତେ ଅଧିକ ତଥ୍ୟ ସଂଗ୍ରହ କରାଯାଏ । ଆଲକୋହୋଲ ବା ମଦର ସୀମିତ ବିକ୍ରି ଓ ନିୟନ୍ତ୍ରଣ, ଆଲକୋହୋଲ ଟିକସ ବୃଦ୍ଧି ଓ ଶସ୍ତା ଚିକିତ୍ସା ଉପଲବ୍ଧ କଲେ ମଦ୍ୟାତ୍ୟୟ ଦୂର କରିବା ସମ୍ଭବପର ହେବ । କେତେ ଗୁଡ଼ିଏ ସୋପାନ ଦେଇ ଚିକିତ୍ସା କରାଯାଏ । ମଦ ହଠାତ ତ୍ୟାଗ କଲେ ସ୍ୱାସ୍ଥ୍ୟ ସଙ୍କଟ ଦେଖାଯାଏ, ତେଣୁ ନିୟନ୍ତ୍ରିତ ଆଲକୋହୋଲ ଡିଟକ୍ସିଫିକେସନ କରାଯାଏ । ଏଥି ନିମନ୍ତେ ବେଞ୍ଜୋଡାଏଜେପିନ ଦଳର ଡାଏଜେପାମ ସାଧାରଣତଃ ବ୍ୟବହାର କରାଯାଏ । ଏହି ଚିକିତ୍ସା ଡାକ୍ତରଖାନାରେ ଆଡମିସନ ନେଇ କରାଯାଏ କିମ୍ବା କ୍ୱଚିତ ଘରେ ସ୍ୱତନ୍ତ୍ର ନିରୀକ୍ଷାରେ କରାଯାଏ । ଏହାର ଚିକିତ୍ସାରେ ମାନସିକ ବ୍ୟାଧି ଓ ଅନ୍ୟ ନିଶା ଜଟିଳତା ସୃଷ୍ଟି କରିବା ସମ୍ଭାବନା ଥାଏ । ଡିଟକ୍ସିଫିକେସନ ପରେ ଦଳଗତ ଥେରାପି ଓ ସାହାଯ୍ୟକାରୀ ଦଳ ରୋଗୀକୁ ପୁନର୍ବାର ନିଶାଗ୍ରସ୍ତ ହେବାରୁ ରକ୍ଷା କରିବାରେ ସାହାଯ୍ୟ କରନ୍ତି । ଅନାମଧେୟ ମଦ୍ୟାସକ୍ତ ଦଳ ସାଧାରଣତଃ ସାହାଯ୍ୟ କରନ୍ତି । ଆକାମ୍ପ୍ରୋସେଟ, ଡାଇସଲଫିରାମ ବା ନାଲଟ୍ରେକସୋନ ଭଳି ଔଷଧ ପୁନର୍ବାର ମଦ୍ୟପାନ କରିବାରୁ ରକ୍ଷାକରିବାକୁ ଦିଆଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ହିସାବ ଅନୁସାରେ ସନ ୨୦୧୦ରେ ସାରା ପୃଥିବୀରେ ୨୦୮ ନିୟୁତ (୧୫ ବର୍ଷ ବୟସ ଉପରେ ୪.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତୀୟ ସଂଖ୍ୟା ପ୍ରଣାଳୀରେ ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୁଣନ ଅନ୍ୟତମ । ଅନ୍ୟ ଚିନୋଟି ହେଲେ; ମିଶାଣ, ଫେଡାଣ ଓ ହରଣ । ପ୍ରକାରାନ୍ତରେ, ଗୁଣନ ପ୍ରକ୍ରିୟାରେ ସେହି ସଂଖ୍ୟାକୁ ବାରମ୍ବାର ଯୋଗ କରାଯାଏ । ଗାଣିତିକ ସଂକେତରେ ଏହି ପ୍ରକ୍ରିୟା × ଚିହ୍ନଦ୍ୱାରା (କଂପ୍ୟୁଟର ପଦ୍ଧତିରେ ∗ ଦ୍ୱାରା) ପ୍ରକାଶିତ । ଉଦାହରଣ ସ୍ୱରୂପ, ୩+୩+୩+୩(୪ ଥର ଯୋଗ)କୁ ୩ × ୪ = ୧୨ ଆକାରରେ ପ୍ରକାଶ କରାଯାଏ । ଅତିକମରେ ଦୁଇଟି ରାଶି ମଧ୍ୟରେ ଗୁଣନ କଲାବେଳେ ପ୍ରଥମେ ଗୁଣକ ଏବଂ ପରେ ଗୁଣ୍ୟକୁ ଲେଖାଯାଏ । ଯେପରିକି, ୩ × ୪= ୧୨ ରେ, ୩ ହେଉଛି ଗୁଣକ, ୪ ହେଉଛି ଗୁଣ୍ୟ ଏବଂ ୧୨ ହେଉଛି ଗୁଣଫଳ ।
ସୁଦାମ ମାରାଣ୍ଡି (ଜନ୍ମ: ୧ ଜୁନ ୧୯୬୨) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାର ୧୦ମ, ୧୧ଶ, ୧୨ଶ ଓ ୧୪ଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଓ ଭାରତୀୟ ସଂସଦର ତଳ ସଦନ ୧୪ଶ ଲୋକ ସଭାକୁ ଓଡ଼ିଶାର ମୟୂରଭଞ୍ଜ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଯାଇଥିଲେ । ସୁଦାମ ପୂର୍ବରୁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ରାଜ୍ୟ ସ୍ତରୀୟ ଅଧକ୍ଷ ଭାବରେ କାର୍ଯ୍ୟ କରୁଥିଲେ । ପରବର୍ତ୍ତୀ ସମୟରେ ସେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ନିମ୍କି, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କୁନା ମଙ୍ଗରାଜ ଓ ବର୍ଷା ପ୍ରିୟଦର୍ଶିନୀ । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବର୍ଷା ପ୍ରିୟଦର୍ଶିନୀ । ଦିଲୀପ ଚୈଧୁରୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ସୁଶାନ୍ତ ମଣି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବର୍ଷା ପ୍ରିୟଦର୍ଶିନୀ । ଅଶ୍ରୁମୋଚନ ମହାନ୍ତି, ପ୍ରଜ୍ଞା ଖଟୁଆ, ତୃପ୍ତି ସିହ୍ନା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।ଏହି ଚଳଚ୍ଚିତ୍ରଟିର ୨୦୧୯ ମସିହା ଜାନୁଆରୀ ମାସ ୨୩ ତାରିଖରେ ମୁକ୍ତିଲାଭ କରିଥିଲା । କଥାଚିତ୍ରଟିର ପ୍ରିମିୟର ଉତ୍ସବରେ ହିନ୍ଦୀ କଥାଚିତ୍ର ଜଗତର ଜଣାଶୁଣା ଅଭିନେତ୍ରୀ ଜୟା ବଚ୍ଚନ ଯୋଗ ଦେଇଥିଲେ ।
ବିଶ୍ୱନାଥନ ଆନନ୍ଦ(ଜନ୍ମ-୧୧ଡିସେମ୍ବର ୧୯୬୯) ଭାରତର ପ୍ରଥମ ଚେସ୍ ଗ୍ରାଣ୍ଡମାଷ୍ଟର ଏବଂ ପୂର୍ବତନ ଚେସ୍ ବିଶ୍ୱ ଚାମ୍ପିଆନ । ସେ ପାଞ୍ଚଥର (୨୦୦୦, ୨୦୦୭, ୨୦୦୮, ୨୦୧୦, ୨୦୧୨) ବିଶ୍ୱ ଚେସ୍ ଚାମ୍ପିଆନଶିପ୍ ଜିତିଛନ୍ତି । ବିଶ୍ୱ କ୍ରୀଡ଼ାରେ ଯେଉଁ କେତେଜଣ ଭାରତୀୟ ଅତ୍ୟନ୍ତ ପ୍ରତିଭାବାନ କ୍ରୀଡ଼ା ପ୍ରଦର୍ଶନ କରି ପ୍ରଭାବ ବିସ୍ତାର କରିଛନ୍ତି, ସେମାନଙ୍କ ମଧ୍ୟରେ ଆନନ୍ଦଙ୍କ ସ୍ଥାନ ସ୍ୱତନ୍ତ୍ର । ଆନନ୍ଦଙ୍କ ପରି କ୍ରମାଗତ ୪ଟି ବିଶ୍ୱ ଟାଇଟଲ ଜିତିବା କାହା ପକ୍ଷେ ସମ୍ଭବ ହେଇନାହିଁ । ତେବେ ୨୦୦୦ ମସିହାରେ ବିଶ୍ୱ ଚାମ୍ପିଆନଶିପ୍ ଜିତିବା ପରେ ୨୦୦୭ ମସିହା ପର୍ଯ୍ୟନ୍ତ ସେ କୌଣସି ଟାଇଟଲ ଜିତି ପାରି ନଥିଲେ । ୩୭ ବର୍ଷ ବୟସରେ ସେ ବିଶ୍ୱର ଏକ ନମ୍ବର ଚେସ୍ ଖେଳାଳୀ ହେବାର ଗୌରବ ଅର୍ଜନ କରିପାରିଛନ୍ତି ଏବଂ ବିଶ୍ୱର ମାତ୍ର ୬ଜଣ ଖେଳାଳୀଙ୍କ ମଧ୍ୟରେ ୨୮୦୦ରୁ ଅଧିକ ୟେଲୋ ରେଟିଂ ଅତିକ୍ରମ କରିବାର ଗୌରବ ଅର୍ଜନ କରିଛନ୍ତି । ପ୍ରଥମେ ୧୯୮୦ରେ ଆନନ୍ଦ ବିଶ୍ୱ ଜୁନିଅର ଚେସ୍ରେ ନିଜର ଚମକ ଦେଖାଇଥିଲେ । ଏହି ପ୍ରତିଭା ବଳରେ ସେ ୧୯୮୭ରେ ଭାରତର ପ୍ରଥମ ଚେସ୍ ଗ୍ରାଣ୍ଡମାଷ୍ଟର ହେବାର ଗୌରବ ହାସଲ କରିଥିଲେ ।
ଗୋଟିଏ ସ୍ୱାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ୱାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ୱ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଯୋଗ ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, ଗୁଣନ ଏବଂ ହରଣ । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳକୁ ହିଁ ଯୋଗ କୁହାଯାଏ । ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ ୩ + ୨ = ୫
ଚର୍ମସ୍ଫୋଟ ବା ଇମ୍ପେଟିଗୋ (ଇଂରାଜୀ ଭାଷାରେ Impetigo) ଏକ ଜୀବାଣୁ ଜନିତ ସଂକ୍ରାମକ ରୋଗ (bacterial infection) ଯାହା ଚର୍ମର (skin) ବାହ୍ୟ ସ୍ତରକୁ ଆକ୍ରମଣ କରେ । ସାଧାରଣତଃ ମୁହଁ, ବାହୁ ଓ ଗୋଡ଼ର ଚମ ଉପରେ ହଳଦିଆ ଖୋଳପା ଦେଖାଯାଏ । ଉରୁସନ୍ଧି ଓ କାଖରେ ଗୋଲାକାର ବଡ଼ ଫୋଟକା (large blisters) ମଧ୍ୟ ଦେଖାଯାଏ । ଏହି ବେମାରୀ କଷ୍ଟଦାୟକ ବା ଗଲୁକାରୀ ହୋଇପାରେ । ସାଧାରଣତଃ ଜ୍ୱର ହୁଏ । ଏହି ରେଗ ଦୁଇ ପ୍ରକାର ଜୀବାଣୁଦ୍ୱାରା ହୋଇପାରେ: ସ୍ଟାଫିଲୋକୋକସ ଅରିଅସ (Staphylococcus aureus) ବା ସ୍ଟ୍ରେପ୍ଟୋକୋକସ ପାୟୋଜେନିସ (Streptococcus pyogenes) । ଏହାର ସଙ୍କଟ କାରକମାନଙ୍କ ନାମ: କୁପୋଷଣ, ଗହଳି, ମଧୁମେହ, ଶିଶୁସଦନ (daycare) ଓ ସ୍ପର୍ଶ ଖେଳ (contact sport) । ମଶାକାମୁଡ଼ା (mosquito bite) ବା ଏକଜିମା (eczema) ବା କାଛୁ ଯୋଗୁ ଚମ ପ୍ରଭାବିତ ହୋଇଥିଲେ ରୋଗ ସଙ୍କଟ ଅଧିକ ହୁଏ । ଲୋକମାନଙ୍କଠାରୁ ସ୍ପର୍ଶଦ୍ୱାରା ଏହା ବ୍ୟାପେ । ଏହାର ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଏ ।ହାତଧୁଆ (handwashing), ସଂକ୍ରମିତ ରୋଗୀଠାରୁ ଦୂରରେ ରହିବା ଓ ଆଘାତକୁ ପରିସ୍କାର ରଖିବାଦ୍ୱାରା ଏହି ରୋଗ ପ୍ରତିଷେଧ ହୋଇପାରେ । ମୁପିରୋସିନ (mupirocin) ବା ଫୁସିଡିକ ଏସିଡ (fusidic acid) ଭଳି ଆଣ୍ଟିବାୟୋଟିକ (antibiotic) କ୍ରିମ ଲଗେଇ ଏହାର ଚିକିତ୍ସା କରାଯାଏ । ଦେହର ଅତି ଅଧିକ ସ୍ଥାନରେ ରୋଗ ହୋଇଥିଲେ ସେଫାଲେକ୍ସିନ ଭଳି ଆଣ୍ଟିବାୟୋଟିକ ପାଟିରେ ଦିଆଯାଏ । ଆଣ୍ଟିବାୟୋଟିକରୋଧୀ (Antibiotic resistant) ରୋଗ ମଧ୍ୟ ଦେଖାଯାଉଛି ।ମୋଟ ଜନସଂଖ୍ୟାର ୨% ବା ୧୪୦ ନିୟୁତ ଲୋକଙ୍କୁ ଏହି ରୋଗ ସନ ୨୦୧୦ରେ ଆକ୍ରମଣ କରିଥିଲା । ଅଳ୍ପ ବୟସ୍କ ପିଲାଙ୍କୁ ରୋଗ ଅଧିକ ହେଉଥିଲେ ମଧ୍ୟ ଯେ କୌଣସି ବୟସରେ ହୋଇପାରେ । ଚିକିତ୍ସା ନ ପାଇଲେ ମଧ୍ୟ ୩ ସପ୍ତାହ ମଧ୍ୟରେ ଏ ରୋଗ ଉପଶମ ହୋଇଯାଏ । ରୋଗ ଜଟିଳ ହେଲେ ସେଲ୍ୟୁଲାଇଟିସ (cellulitis) ବା ପୋଷ୍ଟସ୍ଟ୍ରେପ୍ଟୋକୋକାଲ ଗ୍ଲୋମେରୁଲୋନେଫ୍ରାଇଟିସ (poststreptococcal glomerulonephritis) ହୋଇପାରେ । ଲାଟିନ ଭାଷାର impetere ଶବ୍ଦରୁ ଇମ୍ପେଟିଗୋ ଶବ୍ଦ ନିଆଯାଇଛି ଯାହାର ଅର୍ଥ ଆକ୍ରମଣ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସିଟାଲୋପ୍ରାମ (ଇଂରାଜୀ ଭାଷାରେ Citalopram, ଏକ ବିକ୍ରୟ ନାମ ସେଲେକ୍ସା/ Celexa, ଏକ ସେଲେକ୍ଟିଭ ସେରୋଟୋନିନ ରିଅପଟେକ ଇନହିବିଟର (selective serotonin reuptake inhibitor or SSRI) ଶ୍ରେଣୀର ଅବସାଦରୋଧୀ (antidepressant) ଔଷଧ । ପ୍ରମୁଖ ଅବସାଦ ବେମାରୀ, ଅବସେସିଭ-କମ୍ପଲସିଭ ଡିଜଅର୍ଡ଼ର, ପ୍ୟାନିକ ଡିଜଅର୍ଡ଼ର, ଓ ସୋସିଆଲ ଫୋବିଆ (social phobia) ଆଦି ରୋଗମାନଙ୍କରେ ଏହି ଔଷଧ ଦିଆଯାଏ ।ଏକରୁ ଚାରି ସପ୍ତାହ ମଧ୍ୟରେ ଏହାର ଉପକାରୀତା ଜଣାଯାଏ । ଏହି ଔଷଧ ପାଟିରେ ଦିଆଯାଏ ।ସେଟାଲୋପ୍ରାମର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ନିଦ୍ରା ସମସ୍ୟା, ଯୌନ ସମସ୍ୟା, ଥକ୍କାଣ, ସ୍ୱେଦ ନିର୍ଗତ ଓ ଅସ୍ଥିରତା ଇତ୍ୟାଦି ଲକ୍ଷଣମାନ ଦେଖାଯାଏ । ପ୍ରତିକ୍ରିୟା ସାଂଘାତିକ ହେଲେ ୨୫ ବର୍ଷ ବୟସ ପୂର୍ବରୁ ଆତ୍ମହତ୍ୟା ସଙ୍କଟ, ସେରୋଟୋନିନ ସିଣ୍ଡ୍ରୋମ, ଗ୍ଲକୋମା ଓ ପ୍ରଲମ୍ବିତ କ୍ୟୁଟି (QT prolongation) ହୋଇପାରେ । ଏମଏଓ ଇନହିବିଟର (MAO inhibitor) ନେଉଥିବା ରୋଗୀକୁ ଏହା ଦିଆଯାଏନାହିଁ । ଏହି ଔଷଧ ନେବା ବନ୍ଦ କରିଦେଲେ ଆଣ୍ଟିଡିପ୍ରେସାଣ୍ଟ ଡିସକଣ୍ଟିନୁଏସନ ସିଣ୍ଡ୍ରୋମ (Antidepressant discontinuation syndrome) ହୁଏ । ଗର୍ଭାବସ୍ଥାରେ ଦେଲେ ଶିଶୁର କ୍ଷତି ସାଧନ କରିପାରେ ।ସନ ୧୯୯୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଡାକ୍ତରୀ ବ୍ୟବହାର ନିମନ୍ତେ ସିଟାଲୋପ୍ରାମ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ (generic medication) ଭାବରେ ମିଳେ । ସଂଯୁକ୍ତ ରାଷ୍ଟ୍ରରେ ଏହି ଔଷଧର ଏକ ମାସର ଖର୍ଚ୍ଚ ୨୦ ପାଉଣ୍ଡରୁ କମ୍ ମୁଲ୍ୟରେ ମିଳେ । ସନ ୨୦୧୬ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ମାସର ମୂଲ୍ୟ ୫୦-୧୦୦ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୬ରେ ୨୬ ନିୟୁତ ପ୍ରେସକ୍ରିପସନ ହୋଇ ଏହା ୨୧ତମ ସର୍ବାଧିକ ପ୍ରେସକ୍ରିପସନ ହୋଇଥିଲା ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଲଡ଼ୁ କିଶୋର ସ୍ୱାଇଁ (୮ ଜୁଲାଇ ୧୯୪୭ - ୫ ଫେବୃଆରୀ ୨୦୧୯) ଜଣେ ଭାରତୀୟ ରାଜନୀତିଜ୍ଞ ଥିଲେ । ସେ ୨୦୦୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଓଡ଼ିଶାର କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଓଡ଼ିଶାର ଆସ୍କା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାର ୧୬ଶ ସଭାକୁ ନିର୍ବାଚିତ ହୋଇଥିଲେ । ୫ ଫେବୃଆରୀ ୨୦୧୯ରେ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପାତାଳରେ ତାଙ୍କର ମୃତ୍ୟୁ ହୋଇଥିଲା ।
ଆସ୍ଟିଗମାଟିଜ୍ମ ବା ଦୃଷ୍ଟିବୈଷମ୍ୟ (Astigmatism) ରୋଗ ହେଲେ ଚକ୍ଷୁରେ (eye) ପ୍ରତିସରଣ ଦୋଷ (refractive error) ହେବାଦ୍ୱାରା ରେଟିନା (retina) ଉପରେ ଆଲୋକ ରଶ୍ମୀ ସମ ଭାବରେ ଫୋକସ ହୁଏନି । ଏହ ଫଳରେ ଝାପସା ଦୃଷ୍ଟି (blurred vision) ହୁଏ ବା ଦୂରତା ନିର୍ବିଶେଷରେ ପ୍ରତ୍ୟେକ ଜିନିଷ ବଙ୍କା ଟଙ୍କା ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ: ଆଖି କଷ୍ଟ, ମୁଣ୍ଡବଥା ଓ ରାତିରେ ଡ୍ରାଇଭ କରିବାରେ ଅସୁବିଧା ହୁଏ । ପ୍ରାକ୍ ଜୀବନରେ ଏହା ଆରମ୍ଭ ହେବା ଫଳରେ କ୍ଷୀଣ ଦୃଷ୍ଟି ବା ଆମ୍ବ୍ଲିଓପିଆ ହୁଏ ।ଆସ୍ଟିଗମାଟିଜ୍ମ ରୋଗର କାରଣ ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ । ଆଂଶିକ ଭାବରେ ଏହା ଜେନେଟିକ (genetic) ସହିତ ସଂପୃକ୍ତ ଥିବା ବିଶ୍ୱାସ କରାଯାଏ । ସ୍ୱଚ୍ଛପଟଳ/କର୍ନିଆର (cornea) ସମ ବକ୍ରତା ନ ଥିବା ବା ଚକ୍ଷୁ ଜବକାଚରେ (lens of the eye) ତୃଟି ଥିବା ଯୋଗୁ ଏହି ବେମାରୀ ହୁଏ । ଚକ୍ଷୁ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗର ଚିକିତ୍ସା ନିମନ୍ତେ ୩ଟି ବିକଳ୍ପ ଆଛି: ଚଷମା (glasses), କଣ୍ଟାକ୍ଟ ଲେନ୍ସ (contact lens) ଓ ଅପରେଶନ । ସାଧାରଣ ଚିକିତ୍ସାରେ ଚଷମା ଦିଆଯାଏ । କଣ୍ଟାକ୍ଟ ଲେନ୍ସ ଲଗେଇଲେ ଦୃଷ୍ଟି ପରିସୀମା (field of vision) ଅଧିକ ହୁଏ । ରିଫ୍ରାକ୍ଟିଭ ଅପରେଶନ (Refractive surgery) ସାହାଯ୍ୟରେ ଚକ୍ଷୁର ଆକାର ସବୁଦିନ ପାଇଁ ପରିବର୍ତ୍ତନ କରିଦିଆଯାଏ ।ୟୁରୋପ ଓ ଏସିଆରେ ପ୍ରାୟ ୩୦ରୁ ୬୦% ଯୁବ ସମ୍ପ୍ରଦାୟର ଆସ୍ଟିଗମାଟିଜ୍ମ ଥାଏ । ପ୍ରତ୍ୟେକ ବୟସରେ ଲୋକଙ୍କର ଏହି ବେମାରୀ ହୋଇପାରେ । ସନ ୧୮୦୦ରେ ପ୍ରଥମେ ଥୋମାସ ୟଙ୍ଗ (Thomas Young) ଏହି ରୋଗ ବିଷୟ ରିପୋର୍ଟ କରିଥିଲେ ।
ଭାରତୀୟ ସଂଖ୍ୟା ପ୍ରଣାଳୀରେ ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ହରଣ ଅନ୍ୟତମ । ଅନ୍ୟ ଚିନୋଟି ହେଲେ; ମିଶାଣ, ଫେଡାଣ ଓ ଗୁଣନ । ପ୍ରକାରାନ୍ତରେ, ହରଣ ପ୍ରକ୍ରିୟାରେ ମୂଳ ସଂଖ୍ୟାରୁ ଏକ ନିର୍ଦ୍ଦିଷ୍ଟ ସଂଖ୍ୟା ବାରମ୍ବାର ଫେଡାଣ କରାଯାଏ । ଗାଣିତିକ ସଂକେତରେ ଏହି ପ୍ରକ୍ରିୟା ÷ ଚିହ୍ନଦ୍ୱାରା (କଂପ୍ୟୁଟର ପଦ୍ଧତିରେ / ଦ୍ୱାରା) ପ୍ରକାଶିତ । ଉଦାହରଣ ସ୍ୱରୂପ, ୧୨ ÷ ୩ = ୪ (ଏଠାରେ ୧୨ରୁ ୩କୁ ବାରମ୍ବାର ଫେଡିଦିଆଗଲା । ଦୁଇଟି ରାଶି ମଧ୍ୟରେ ହରଣ କଲାବେଳେ ପ୍ରଥମେ ଭାଜ୍ୟ ଏବଂ ପରେ ଭାଜକକୁ ଲେଖାଯାଏ । ଯେପରିକି, ୧୨ ÷ ୩= ୪ ରେ, ୧୨ ହେଉଛି ଭାଜ୍ୟ, ୩ ହେଉଛି ଭାଜକ ଏବଂ ୪ ହେଉଛି ଭାଗଫଳ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ୱାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ୱ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସନ୍ଦୀପ ମାହେଶ୍ୱରୀ ଜଣେ ଭାରତୀୟ ଉଦ୍ୟୋଗପତି ଏବଂ ଚିତ୍ରୋତ୍ତଳକ । ସେ ଚିତ୍ରୋତ୍ତଳନରେ ଲିମ୍କା ବୁକ୍ ଓଫ୍ ରେକର୍ଡ଼୍ସରେ ୧୦ଘଣ୍ଟା ଭିତରେ ୧୦୦ ଜଣ ମଡେଲଙ୍କର ଫଟୋ ଉଠାଇ ବିଶ୍ୱରେକର୍ଡ଼ ସୃଷ୍ଟି କରିଥିଲେ । ଅନେକ ବ୍ୟବସାୟରେ ବିଫଳ ହେବା ପରେ ସେ ଚିତ୍ରୋତ୍ତଳନରେ ଇମେଜ ବଜାର ନାମକ ନିଜସ୍ୱ ୱେବସାଇଟ୍ରେ ଭାରତୀୟ ମଡେଲମାନଙ୍କର ଫଟୋ ସ୍ଥାନିତ କରିଥିଲେ ଯେଉଁଥିରୁ ଅଧିକାଂଶ ଖବରକାଗଜରେ ଫଟୋ ଛପାଯାଉଛି ।