ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ୱନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି ।
ଓଡ଼ିଶାର ବିଧାନସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବିଜୟଲକ୍ଷ୍ମୀ ସାହୁ (ଜନ୍ମ: ୯ ନଭେମ୍ବର ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ଜାତୀୟ କଂଗ୍ରେସ ରାଜନୈତିକ ଦଳର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ବିଜୟଲକ୍ଷ୍ମୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାକୁ ଥରେ ନିର୍ବାଚିତ ହୋଇଥିଲେ । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପରେ ଗିରିଧର ଗମାଙ୍ଗ ଓ ହେମାନନ୍ଦ ବିଶ୍ୱାଳଙ୍କର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଏହା ପୂର୍ବରୁ ସେ ୧୯୬୪ ମସିହାରେ ଓଡ଼ିଶାରେ ବିଜୁ-ବିରେନ ସରକାରକଙ୍କ ଦୁର୍ନିତି ଉପରେ ହୋଇଥିବା ନିଖିଳ ଉତ୍କଳ ଛାତ୍ର ଆନ୍ଦୋଳନରେ ଭାଗ ନେଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାରେ ଦେଖାଯାଉଥିବା ୧୩ ପ୍ରକାର ଆଦିମ ଜନଜାତି ମଧ୍ୟରୁ ଜୁଆଙ୍ଗ ଅନ୍ୟତମ । ଜୁଆଙ୍ଗମାନଙ୍କର ଉତ୍ପତ୍ତି ଗୋନାସିକା ପର୍ବତ ପାଦଦେଶରେ ହୋଇଥିଲା । ସେମାନଙ୍କ ଭାଷାରେ ଜୁଅଙ୍ଗର ଅର୍ଥ ହେଉଛି ମଣିଷ । ସେମାନେ ନିଜକୁ ପତ୍ର-ଶବର ମଧ୍ୟ କହିଥାନ୍ତି । ସେମାନେ ପତ୍ର ପରିଧାନ କରୁଥିଲେ ମଧ୍ୟ ଏବେ ସେମାନେ ସଭ୍ୟତାର ଆଲୋକରେ ସାଧାରଣ ଜୀବନଶୈଳୀ ବିତାଉଛନ୍ତି । ଜୁଆଙ୍ଗ ଜନଜାତି ଓଡ଼ିଶାର କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ସମ୍ବଲପୁର ଝାରସୁଗୁଡା, ବାଲେଶ୍ୱର, କଟକ, ଫୁଲବାଣୀ, କୋରାପୁଟ ଆଦି ଜିଲ୍ଲାମାନଙ୍କରେ ବସବାସ କରନ୍ତି । କେନ୍ଦୁଝର ଜିଲ୍ଲାର ଗୋନାସିକା ଅଞ୍ଛଳଟି ଜୁଆଙ୍ଗମାନଙ୍କ ଆଦିମ ସ୍ଥାନ ହୋଇଥିବାରୁ ଏହି ଜିଲ୍ଲାରେ ଅଧିକାଂଶ ଜୁଆଙ୍ଗ ପରିବାର ବସବାସ କରିଥାନ୍ତି । ଜନଗଣନା ୨୦୧୧ ଅନୁଯାୟୀ ଓଡ଼ିଶାରେ ମୋଟ ଜୁଆଙ୍ଗ ଜନସଂଖ୍ୟା ୪୭,୦୯୫ ଜଣ ସେଥିମଧ୍ୟରୁ ୨୩,୦୯୩ ଜଣ ପୁରୁଷ ଓ ୨୪,୦୦୨ ଜଣ ମହିଳା ଅଟନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ପିଣ୍ଟୁ ନନ୍ଦ (ଜନ୍ମ: ୭ ଜୁଲାଇ ୧୯୭୭), ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୧୯୯୬ରେ କୋଇଲି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ରାମ ଲକ୍ଷ୍ମଣ, ତୋ ଆଖି ମୋ ଆଇନା, ରଙ୍ଗ୍ ନମ୍ବର, ବାହୁଡ଼ିବେ ମୋ ଜଗା ବଳିଆ, ଓଃ ମାଇଁ ଲଭ୍, ଆଇ ଲଭ୍ ୟୁ, ଆଇ ଲଭ୍ ମାଇଁ ଇଣ୍ଡିଆ, ପ୍ରେମ ରୋଗୀ, ଜୟ ଜଗନ୍ନାଥ, ନନ୍ଦିନୀ ଆଇ ଲଭ୍ ୟୁ, ମିତରେ ମିତ, ମୁଁ କ'ଣ ଏତେ ଖରାପ, ସ୍ୱୟଂସିଦ୍ଧା, ପହିଲି ରଜ, ପ୍ରେମ ଅଢ଼େଇ ଅକ୍ଷର, ଦୋସ୍ତି, ଶପଥ, ଗୁଡ୍ ବୟ, ଲଭ୍ ମାଷ୍ଟର, ହରି ଓମ ହର, ଡାହା ବାଳୁଙ୍ଗା, ସୁନା ପିଲା ଟିକେ ସ୍କୃ ଢିଲା ଆଦି କଥାଚିତ୍ରରେ ଅଭିନୟ କରିଥିଲେ । ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ପିଣ୍ଟୁ ଓଡ଼ିଆ ଧାରାବାହିକ ଧାରାବାହିକ ଶଙ୍ଖା ସିନ୍ଦୂର ଆଦିରେ ଅଭିନୟ କରିଥିଲେ । ଏଥିସହ ସେ ଗୃହଲକ୍ଷ୍ମୀ ଭଳି କିଛି ଦୂରଦର୍ଶନ କାର୍ଯ୍ୟକ୍ରମର ଉପସ୍ଥାପକ ଭାବରେ କାର୍ଯ୍ୟ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରମିଳା ମଲ୍ଲିକ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ୧୯୯୦ ମସିହାରେ ସେ ଓଡ଼ିଶା ବିଧାନ ସଭାର ୧୦ମ ସଭାକୁ ଜନତା ଦଳର ପ୍ରତିନିଧି ଭାବରେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ପୁଣିଥରେ ୨୦୦୦ ମସିହା ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ସେହି ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହାପରେ ସେ ଲଗାତାର ୨୦୦୪ ମସିହାରେ ୧୩ଶ, ୨୦୦୯ ମସିହାରେ ୧୪ଶ ଏବଂ ୨୦୧୪ ମିସିହାରେ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପ୍ରମିଳା ପ୍ରଥମଥର ପାଇଁ ୨୦୦୪ ମସିହାରେ ୧୩ଶ ଓଡ଼ିଶା ବିଧାନ ସଭାର ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ହୋଇଥିଲେ । ସେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ରକି ମାଉଣ୍ଟେନ ସ୍ପଟେଡ ଫିଭର (ଇଂରାଜୀ ଭାଷାରେ Rocky Mountain spotted fever/ RMSF) ଏକ ପ୍ରକାର ଜୀବାଣୁ ରୋଗ ଯାହା ଟିଙ୍କଦ୍ୱାରା (ticks) ପରିବାହିତ ହୋଇଥାଏ । ରୋଗ ଆରମ୍ଭରୁ ଜର, ମୁଣ୍ଡ ବିନ୍ଧା ହୁଏ ଓ ପରେ ରାସ୍ Rash ଆରମ୍ଭ ହୋଇଯାଏ । ରାସ୍ ସାଧାରଣତଃ ଛୋଟ ଛୋଟ ରକ୍ତସ୍ରାବ ଦାଗ ଭଳି ପେଟେକିଆଲ (made up of small spots of bleeding) ହୋଇଥାଏ ଓ ଏହା କଚଟି ଓ ବଳା ଗଣ୍ଠିରରୁ ଆରମ୍ଭ ହୁଏ । ମାଂସପେଶୀ ଯନ୍ତ୍ରଣା ଓ ବାନ୍ତି ମଧ୍ୟ ହୋଇପାରେ । ଉପଶମ ପରେ ମଧ୍ୟ ଶ୍ରବଣ ହାନୀ (Hearing loss) ଆଂଶିକ ଅଙ୍ଗ ହାନୀ ଦୀର୍ଘକାଳୀନ ଭିତ୍ତିରେ ହୋଇପାରେ ।ରକି ମାଉଣ୍ଟେନ ସ୍ପଟେଡ ଫିଭର ଏକ ରୋଗ ଯାହା ରିକିଟସିଆ ରିକେଟସି (Rickettsia rickettsii) ନାମକ ଏକ ଜୀବାଣୁ (bacterium) ଯୋଗୁ ହୁଏ ଓ ଏହା ଆମେରିକାନ ଡଗ ଟିକ (American dog ticks), ରକି ମାଉଣ୍ଟେନ ଉଡ ଟିକ (Rocky Mountain wood ticks) ଓ ବ୍ରାଉନ ଡଗ ଟିକ ଭଳି ଟିଙ୍କମାନଙ୍କଦ୍ୱାରା (brown dog ticks) ମାନବ ଦେହକୁ ସଂକ୍ରମିତ ହୋଇଥାଏ । କ୍ୱଚିତ ଏହା ରକ୍ତ ପରିଦାନ (blood transfusion)) ଯୋଗୁ ସଞ୍ଚାରିତ ହୋଇଥାଏ । ପ୍ରାଥମିକ ସ୍ତରରେ ଏହାର ରୋଗ ନିର୍ଣ୍ଣୟ ଅତୀବ କଷ୍ଟସାଧ୍ୟ । ଅନେକ ଗୁଡ଼ିଏ ପରୀକ୍ଷାଗାର ପରୀକ୍ଷା (laboratory test) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ ଓ ଲକ୍ଷଣ ଅନୁସାରେ ଚିକିତ୍ସା ଆରମ୍ଭ କରାଯାଏ । ଏହି ରୋଗ ସ୍ପଟେଡ ଫିଭର ରିକେଟସିଓସିସ (spotted fever rickettsiosis) ନାମକ ଏକ ରୋଗ ଦଳର ଅନ୍ତର୍ଭୁକ୍ତ ଓ ଏହି ଦଳରେ ରିକେଟସିଆ ପାର୍କେରି ରିକେଟସିଓସିସ (Rickettsia parkeri rickettsiosis), ପାସିଫିକ କୋଷ୍ଟ ଟିକ ଫିଭର (Pacific Coast tick fever), ରିକେଟସିଆଲପକ୍ସ ମଧ୍ୟ ଅଛନ୍ତି ।ଡକ୍ସିସାଇକ୍ଲିନ ଦେଇ ଏହି ରୋଗର ଚିକିତ୍ସା ଆରମ୍ଭ କରାଯାଏ । ରୋଗ ଆରମ୍ଭରୁ ଡକ୍ସିସାଇକ୍ଲିନ ଦେଲେ ସବୁ ବୟସରେ ଓ ଗର୍ଭାବସ୍ଥାରେ ମଧ୍ୟ ଭଲ କାମ କରେ । ପ୍ରତିଷେଧ ନିମନ୍ତେ ଆଣ୍ଟିବାୟୋଟିକ ଦିଆଯାଏନାହିଁ । ରୋଗାକ୍ରାନ୍ତ ଲୋକଙ୍କ ମଧ୍ୟରୁ ପ୍ରାୟ 0.5% ଜଣଙ୍କର ମୃତ୍ୟୁ ହୋଇପାରେ । ସନ ୧୯୪୦ରେ ଟେଟ୍ରାସାଇକ୍ଲିନ (tetracycline) ଆବିଷ୍କୃତ ହେବା ପୂର୍ବରୁ ପ୍ରାୟ ୧୦% ରୋଗୀ ମୃତ୍ୟୁ ବରଣ କରୁଥିଲେ ।ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରତି ବର୍ଷ ଜୁନ ଓ ଜୁଲାଇ ମାସରେ ପ୍ରାୟ ୫,୦୦୦ରୁ କମ ରୋଗୀ ହୁଅନ୍ତି । ଯୁକ୍ତରାଷ୍ଟ୍ର ଆମେରିକାର (contiguous United States) ପାର୍ଶ୍ୱବର୍ତ୍ତୀ ସ୍ଥାନମାନଙ୍କରେ ଯେପରିକି ପଶ୍ଚିମ କାନାଡ଼ା (Western Canada) ଓ ଆଂଶିକ ଭାବରେ ମଧ୍ୟ ଆମେରିକା ତଥା ଦକ୍ଷିଣ ଆମେରିକାରେ (South America) ମଧ୍ୟ ଏହି ରୋଗ ଦେଖାଯାଏ । ରକି ମାଉଣ୍ଟେନ (Rocky Mountains) ବା ପାହାଡ଼ିଆ ସ୍ଥାନମାନଙ୍କରେ ଏହି ରୋଗ ହେଉଥିବାରୁ ସନ ୧୮୦୦ରେ ଏହାର ରକି ମାଉଣ୍ଟେନ ସ୍ପଟେଡ ଫିଭର ନାମକରଣ କରାଯାଇଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସାଧାରଣ ନିର୍ବାଚନ ଭାରତରେ ୧୭ଶ ଲୋକ ସଭା ସଦସ୍ୟମାନଙ୍କୁ ନିର୍ବାଚିତ କରିବାକୁ ୨୦୧୯ ମସିହା ଅପ୍ରେଲ ୧୧ରୁ ଆରମ୍ଭ କରି ୧୯ ମଇ ପର୍ଯ୍ୟନ୍ତ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ । ମଇ ମାସ ୨୩ ତାରିଖରେ ଭୋଟ ଗଣନ ହୋଇ ଫଳାଫଳ ପ୍ରକାଶ ପାଇବ ।ବିଧାନସଭା ନିର୍ବାଚନ ମଧ୍ୟ ନିମ୍ନୋକ୍ତ ରାଜ୍ୟଗୁଡ଼ିକରେ ଏହି ସମୟରେ ଏକା ସାଙ୍ଗରେ ହେବ: ଆନ୍ଧ୍ର ପ୍ରଦେଶ, ଅରୁଣାଞ୍ଚଳ ପ୍ରଦେଶ, ଓଡ଼ିଶା, ଜମ୍ମୁ ଓ କାଶ୍ମୀର ଏବଂ ସିକ୍କିମ । ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ୧୧, ୧୮, ୨୩ ଏବଂ ୨୯ ଅପ୍ରେଲ ମାସରେ ନିର୍ବାଚନ ହେବ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ୱାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର,ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କଦ୍ୱାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । କାଳିନ୍ଦୀ ଚରଣ ଏହି ଉପନ୍ୟାସର ଚଳଚ୍ଚିତ୍ର ରୂପାନ୍ତରଣ ପାଇଁ ବାବୁଲାଲ ଦୋଶୀଙ୍କ ପାଖରେ ସର୍ତ୍ତ ରଖିଥିଲେ ଯେ, ସତ୍ୟଜିତ ରାୟ କିମ୍ବା ମୃଣାଳ ସେନ ଏହାର ନିର୍ଦ୍ଦେଶନା କରନ୍ତୁ । ସତ୍ୟଜିତ ରାୟଙ୍କ ସମୟ ଅଭାବରୁ, ବାବୁଲାଲ ମୃଣାଳ ସେନଙ୍କୁ ଏହାର ନିର୍ଦ୍ଦେଶନା ପାଇଁ ବାଛିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇଥିଲା ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମହାକାଳୀ (ସଂସ୍କୃତ: Mahākālī, Devanagari: महाकाली), କାଳ (ସମୟ) ଓ ମୃତ୍ୟୁର ଦେବୀ, ମହାନ ଦେବୀ, ମହାଦେବୀ। ତାଙ୍କୁ ଶିବଙ୍କର ସହଚରୀ ବୋଲି କୁହାଯାଏ। ସେ ହେଉଛନ୍ତି ଚିତ୍ ଶକ୍ତି, ବାସ୍ତବତା (ତଳେ ଦେଖନ୍ତୁ) ଏବଂ ଅସ୍ତିତ୍ୱର ଆଧାର। ସେ ହେଉଛନ୍ତି ମହାକାଳ (ସମୟ ବା ମୃତ୍ୟୁ) ଶିବଙ୍କର ପ୍ରକୃତିରୂପା (ସ୍ତ୍ରୀ-ରୂପା) ଶକ୍ତି। ସେ ସମୟାତୀତା, ଦେବୀ ଦୁର୍ଗାଙ୍କ କୋପ ସମ୍ଭୂତା, ତଥା ଆଦି ପରାଶକ୍ତି, ନୀଳାଭ କାନ୍ତିଯୁକ୍ତା। ମା କାଳୀଙ୍କର ଶ୍ରେଷ୍ଠତମ ରୂପ, ଯାହାଙ୍କୁ ହିନ୍ଦୁମାନେ ଦିବ୍ୟ ଜନନୀ ବୋଲି ପରିଗଣିତ କରିଥାନ୍ତି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢି ରଖିଦେଲି କିଏ ପଚାରିବ ମୂଲ !
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଚଉତିଶା ଏବଂ କୋଇଲି ପୁରାତନ ଓଡ଼ିଆ ସାହିତ୍ୟରେ ବ୍ୟବହାର ହେଉଥିବା ପଦାବଳି ଦେଖିବାକୁ ମିଳେ । ଚଉତିଶାରେ ‘କ'ରୁ ‘କ୍ଷ' ପର୍ଯନ୍ତ ୩୪ଟି ପଦରେ ରଚନା ଥିଲାବେଳେ କୋଇଲି ଗୁଡିକ ଏକ କୋଇଲିକୁ ସମ୍ବୋଧନ କରି ରଚନା କରାଯାଇଥାଏ । ପ୍ରାଚୀନତମ କେତୋଟି କବିତା ଉଭୟ କୋଇଲି ଏବଂ ଚଉତିଶାକୁ ନେଇ ରଚିତ । କବି ମାର୍କଣ୍ଡ ଦାସଙ୍କ କେଶବ କୋଇଲି ଏଶ୍ରେଣୀର ସର୍ବ ପ୍ରଥମ ରଚନା । କଂସର ନିମନ୍ତ୍ରଣରେ କୃଷ୍ଣ ଅକୃରଙ୍କ ସହ ମଥୁରା ଗଲାପରେ ଯଶୋଦାଙ୍କ ବିଳାପକୁ ନେଇ ଏହା ରଚିତ । ଏହି ପଦ୍ୟାବଳିରେ ଓଡ଼ିଆ ସମାଜରେ ଲୋକକଥନରେ ବ୍ୟବହାର ହେଉଥିଲା । ଆଦିମ କାଳରୁ ଇଂରାଜୀ ଶିକ୍ଷାର ପ୍ରଚଳନ ପର୍ଯ୍ୟନ୍ତ ପ୍ରତ୍ୟେକ ଚାଟଶାଳୀରେ ବର୍ଣ୍ଣମାଳା ଶିଖିବା ପରେ ପରେ ଏହାକୁ ପଢ଼ାଯାଉଥିଲା । କେଶବ କୋଇଲି ରଚିତ ହେବା ପରେ ପରେ ଅନେକ ଗୁଡିଏ କୋଇଲି-ଚଉତିଶା ଓଡ଼ିଆରେ ରଚିତ ହୋଇଛି । ସେଗୁଡିକ ମଧ୍ୟରେ ବଳରାମ ଦାସଙ୍କ କାନ୍ତ କୋଇଲି, ନାଥିଆ ଲୋକନାଥଙ୍କ ଜ୍ଞାନୋଦୟ କୋଇଲି ଆଦି ପ୍ରମୁଖ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦନ୍ତ କ୍ଷୟ (ଇଂରାଜୀରେ Dental caries); (ଲାଟିନ ଭାଷାରେ caries ଅର୍ଥ ପଚା)), ବା ଲୋକପ୍ରିୟ ନାମ ପୋକ ଖିଆ ଦାନ୍ତ ବା କୋଟର ଏକ ପ୍ରକାର ରୋଗ ଯେଉଁଥିରେ ଜୀବାଣୁ କାର୍ଯ୍ୟକଳାପ ଯୋଗୁ ଦାନ୍ତ କ୍ଷୟ ହୋଇଯାଏ । ରୋଗାକ୍ରାନ୍ତ ଦାନ୍ତର ରଙ୍ଗ ହଳଦିଆରୁ କଳା ରଙ୍ଗ ପର୍ଯ୍ୟନ୍ତ ଅନେକ ପ୍ରକାର ରଙ୍ଗ ନିଏ । ଏହାର ଲକ୍ଷଣ ମଧ୍ୟରେ ଦାନ୍ତ ମୂଳରେ ଯନ୍ତ୍ରଣା ଓ ଖାଇବା କଷ୍ଟକର ହୁଏ । ଏହି ରୋଗର ଜଟିଳତା ମଧ୍ୟରେ ଦାନ୍ତ ଚାରିପଟେ ପ୍ରଦାହ, ଦାନ୍ତ ପଡ଼ିଯିବା ଓ ଦାନ୍ତ ମୂଳରେ ପୂଜ ଇତ୍ୟାଦି ଦେଖାଯାଏ । ଦାନ୍ତରେ ଲାଗିଥିବା ଖାଦ୍ୟାଂଶରୁ ଜୀବାଣୁଦ୍ୱାରା ଏସିଡ୍ ନିର୍ଗତ ହୋଇ କଠିନ ତନ୍ତୁରେ ତିଆରି ଦାନ୍ତର ଏନାମେଲ୍, ଡେଣ୍ଟିନ୍ ଓ ସେମେଣ୍ଟମ୍କୁ ନଷ୍ଟ କରିଦିଏ । ଜୀବାଣୁର ଶକ୍ତିଦାୟୀ ଖାଦ୍ୟ ସରଳ ଶର୍କରା ହୋଇଥିବାରୁ ଶର୍କରାଜାତୀୟ ଖାଦ୍ୟ ରୋଗ ସଙ୍କଟ ସୃଷ୍ଟି କରିପାରେ । ଦାନ୍ତରେ ଲବଣ ପ୍ରସ୍ତୁତିଠାରୁ ଲବଣ କ୍ଷୟ ପରିମାଣ ଅଧିକ ହେଲେ ଦନ୍ତ କ୍ଷୟ ହୁଏ । କୌଣସି ରୋଗରେ ପାଟିରେ ନିସୃତ ଲାଳ ପରିମାଣ କମିଗଲେ ଏହି ରୋଗ ହୁଏ ଯେପରିକି ଡାଏବେଟିସ୍ ମାଲିଟସ୍, ଜୋଗ୍ରେନ ସିଣ୍ଡ୍ରୋମ୍ ଓ କେତେକ ଔଷଧ ସେବନ । ଲାଳ କମେଇବା ଔଷଧଗୁଡ଼ିକ ମଧ୍ୟରେ ଆଣ୍ଟିହିସ୍ଟାମିନ ଓ ଆଣ୍ଟିଡିପ୍ରେସାଣ୍ଟ ମୁଖ୍ୟ । ଦାରିଦ୍ର୍ୟ, ମୁଖ ପରିଚ୍ଛନ୍ନତାର ଅଭାବ ହେଲେ ଓ ମାଢ଼ି କମିଯାଇ ଦାନ୍ତ ମୂଳ ଅନାବରଣ ହେଲେ ଦନ୍ତ କ୍ଷୟ ଅଧିକ ହୁଏ । ପ୍ରତିଷେଧ ବ୍ୟବସ୍ଥାରେ ନିୟମିତ ଦାନ୍ତ ସଫା ରଖିବା, ଖାଦ୍ୟରେ ଶର୍କରା ଜାତୀୟ ଖାଦ୍ୟ କମ୍ ଖାଇବା ଓ ଫ୍ଲୋରାଇଡ ପରିମାନ କମ୍ ରଖିବା ଆବଶ୍ୟକ । ଦିନକୁ ଦୁଇ ଥର ଦାନ୍ତ ଘସିବା ଓ ଥରେ ଦାନ୍ତ ସନ୍ଧିକୁ ଫ୍ଲସ୍ ସାହାଯ୍ୟରେ ସଫା କରିବାକୁ ଉପଦେଶ ଦିଆଯାଏ । ଜଳରୁ, ଦାନ୍ତଘସା ପେସ୍ଟରୁ, ଲୁଣରୁ ବା ଅନ୍ୟ ଉତ୍ସରୁ ଫ୍ଲୋରାଇଡ ମିଳିପାରେ । ମା'ର ଦନ୍ତ କ୍ଷୟ ଚିକିତ୍ସା କଲେ ଜୀବାଣୁ ଛୁଆକୁ ନ ଯାଇ ପାରି ତାର ଦନ୍ତ କ୍ଷୟ ସଙ୍କଟ ଟଳି ଯାଏ । ସ୍କ୍ରିନିଙ୍ଗ କରି ପ୍ରାରମ୍ଭରୁ ରୋଗ ଚିହ୍ନଟ କରିବା ଉଚିତ । ଦାନ୍ତ ବାହାର କରିବା (extraction) ବା ଚିକିତ୍ସା କରି ରଖିବା (restoration) କ୍ଷୟର ପରିମାଣ ଉପରେ ନିର୍ଭର କରେ । କ୍ଷୟ ହୋଇଥିବା ବଡ଼ ଭାଗ ଦାନ୍ତକୁ ପୁନର୍ନିମାଣ ନିମନ୍ତେ କୌଣସି ପଦ୍ଧତି ଜଣାନାହିଁ । ବିକାଶଶୀଳ ଦେଶମାନଙ୍କରେ ଚିକିତ୍ସା ଉପଲବ୍ଧି ବିଶେଷ ଉତ୍ସାହପ୍ରଦ ନୁହେଁ । ଯନ୍ତ୍ରଣା ହେଲେ ପାରାସେଟାମଲ୍, ଆସେଟାମିନୋଫେନ କିମ୍ବା ଆଇବୁପ୍ରଫେନ ଦିଆଯାଏ । ପୃଥିବୀରେ ପ୍ରାୟ ୨.୪୩ ବିଲିଅନ୍ ଲୋକ ବା ଜନସଂଖ୍ୟାର ୩୬ % ଲୋକ ସ୍ଥାୟୀ ଦାନ୍ତରେ ଦନ୍ତ କ୍ଷୟ ରୋଗ ଭୋଗନ୍ତି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ହିସାବରୁ ଜଣାଯାଏ, ପ୍ରାୟ ସମସ୍ତ ବୟସ୍କ ଲୋକ ଜୀବନର କୌଣସି ନା କୌଣସି ସମୟରେ ଏହି ରୋଗ ଭୋଗନ୍ତି । ୬୨୦ ନିୟୁତ ଲୋକ ବା ୯ % ଲୋକଙ୍କର ଶିଶୁ ଅବସ୍ଥରେ ଦନ୍ତ କ୍ଷୟ ହୋଇଥାଏ । ଅଧୁନା ଉଭୟ ପିଲା ଓ ବୟସ୍କଙ୍କୁ ଏହି ରୋଗ ଆକ୍ରମଣ କରୁଛି । ବିକଶିତ ଦେଶମାନଙ୍କରେ ଲୋକମାନେ ଅଧିକ ଶର୍କରା ଜାତୀୟ ଖାଦ୍ୟ ଖାଉଥିବାରୁ ଏହି ରୋଗ ଅନ୍ୟ ଦେଶର ଲୋକଙ୍କ ଅପେକ୍ଷା ଅଧିକ ହେଉଛି ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖ ଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ପ୍ରମିଳା ଗିରି (ଜନ୍ମ:୧ ଜାନୁଆରୀ ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରମିଳା ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ବୈସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।