ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଭେରିକୋଜ ଭେନ (ଇଂରାଜୀ ଭାଷାରେ Varicose veins) ରୋଗ ଦେହରେ ଥିବା ଅଗଭୀର ଶିରାମାନଙ୍କର (en:superficial veins) ଏକ ରୋଗ ଯେଉଁଥିରେ ଶିରା ବଡ଼ ଓ ମୋଡ଼ି ହୋଇଯାଏ । ସାଧାରଣତଃ ଏହା ଗୋଡ଼ର ଚର୍ମ ତଳେ ଦେଖାଯାଏ । ସାଧାରଣତଃ ବିଶେଷ କିଛି ଲକ୍ଷଣ ପ୍ରକାଶ ପାଏନି କିନ୍ତୁ କେହି କେହି ଶିରାରେ ଯନ୍ତ୍ରଣା ଓ ପରିପୂର୍ଣ୍ଣତା ଅନୁଭବ କରିପାରନ୍ତି । ରୋଗ ଜଟିଳ ହେଲେ ରକ୍ତସ୍ରାବ ବା ସୁପରଫିସିଆଲ ଥ୍ରୋମ୍ବୋଫୋବାଇଟିସ (superficial thrombophlebitis) ହୋଇପାରେ । ଅଣ୍ଡକୋଷରେ (scrotum) ଏହି ରୋଗ ହେଲେ ତାହାକୁ ଭାରିକୋସିଲ (varicocele) କୁହାଯାଏ ଓ ମଳଦ୍ୱାର (anus) ଚାରିପାଖରେ ହେଲେ ଅର୍ଶ କୁହାଯାଏ ।ଏହାର କୌଣସି ନିର୍ଦ୍ଦିଷ୍ଟ କାରଣ ଜଣାଯାଇନାହିଁ । ମୋଟାପଣ, ବ୍ୟାୟାମ ଅଭାବ, ଗୋଡ଼ରେ ଆଘାତ ଓ ରୋଗର ପାରିବାରିକ ଇତିହାସ ଥିଲେ ଏହି ରୋଗ ସଙ୍କଟ ରହେ । ଗର୍ଭାବସ୍ଥାରେ ଏହା ଅଧିକ ଦେଖାଯାଏ । କ୍ୱଚିତ ଏହା କ୍ରନିକ ଭେନସ ଇନସଫିସିଏନ୍ସି (chronic venous insufficiency) ଯୋଗୁ ହୋଇପାରେ । ଶିରା ମଧ୍ୟସ୍ଥ ଭଲ୍ଭ ସବୁ ଦୁର୍ବଳ ବା କ୍ଷତିଗ୍ରସ୍ଥ ହୋଇଥବା ଯୋଗୁ ଏହି ରୋଗ ହୁଏ । ଶାରୀରିକ ପରୀକ୍ଷା କରି ଓ ଅଲଟ୍ରାସାଉଣ୍ଡ (ultrasound) କରି ଏହା ନିର୍ଣ୍ଣୟ କାରାଯାଇପାରେ । ଅନ୍ୟ ପକ୍ଷରେ ଟେଲାଞ୍ଜିଏକ୍ଟାସିସ (spider veins) ରୋଗରେ କାପିଲାରି (capillaries) ପ୍ରଭାବିତ ହୋଇଥାଏ ଓ ତାହା ଆକାରରେ କ୍ଷୁଦ୍ର ଥାଏ ।ଭେରିକୋଜ ଭେନ ରୋଗର ଚିକିତ୍ସାରେ ଜୀବନଚର୍ଯ୍ୟାର ପରିବର୍ତ୍ତନ ଓ ଲକ୍ଷଣ ତଥା ଆକୃତିର ଉନ୍ନତି କରିବା ନିମନ୍ତେ ଚେଷ୍ଟା କରାଯାଏ । ଜୀବନଚର୍ଯ୍ୟାର ପରିବର୍ତ୍ତନ ନିମନ୍ତେ ବ୍ୟାୟାମ, ଗୋଡ଼ ଉପରକୁ ରଖିବା, ଓଜନ ହ୍ରାସ ଓ ଚିପା ମୋଜା (Compression stockings) ପିନ୍ଧିବାକୁ ଉପଦେଶ ଦିଆଯାଏ । ସ୍କ୍ଲେରୋଥେରାପି (sclerotherapy), ଲେଜର ଅପରେଶନ ଓ ଶିରା ସ୍ଟ୍ରିପିଙ୍ଗ ଇତ୍ୟାଦି ଅପରେଶନ କରାଯାଏ । ଏପରି ଚିକିତ୍ସା ପରେ ମଧ୍ୟ ଆଉଥରେ ରୋଗ ଲେଉଟିପାରେ ।ଭେରିକୋଜ ଭେନ ଏକ ସାଧାରଣ ରୋଗ ଓ ପ୍ରାୟ ୩୦% ଲୋକ ଏହି ରୋଗର ଶିକାର ହୁଅନ୍ତି । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ ଏହା ସାଧାରଣ ହୋଇଯାଏ । ପୁରୁଷଙ୍କ ଅପେକ୍ଷା ମହିଳାଙ୍କ ସଂଖ୍ୟା ଦୁଇ ଗୁଣ ଅଧିକ ରହେ । ସାରା ଇତିହାସରେ ଏହି ଭେରିକୋଜ ଭେନ ରୋଗର ବର୍ଣ୍ଣନା ଦେଖିବାକୁ ମିଳେ ଓ ଏହାର ଅପରେଶନ ଖ୍ରୀ:ପୂ: ୪୦୦ରୁ କରାଯାଇଆସୁଛି ।
ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାର ବିଧାନସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ହେବ । ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଥିବା ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିବେ । ବର୍ତ୍ତମାନ ସରକାରଙ୍କର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିବ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଫୁଲମଣି ଶାନ୍ତା (୩୧ ଡିସେମ୍ବର ୧୯୫୩ - ୩୦ ଡିସେମ୍ବର ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଭାରତୀୟ ଜାତୀୟ କଂଗ୍ରେସ ରାଜନୈତିକ ଦଳର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ଫୁଲମଣି ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରତିନିଧି ଭାବରେ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ବିଜୟୀ ହୋଇ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୮୦ ମସିହାରୁ ୧୯୮୫ ମସିହାଯାଏଁ କାର୍ଯ୍ୟ କରିଥିଲେ । ଫୁଲମଣି ଆଦିବାସୀମାନଙ୍କର ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ପୁରାଣ ବର୍ଣ୍ଣିତ ପ୍ରମୁଖ ସ୍ଥାନ ଓ ମନ୍ଦିର ମଧ୍ୟରେ ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ମନ୍ଦିର ଅନ୍ୟତମ । ଖ୍ରୀଷ୍ଟୀୟ ୧୩ଶ ଶତାବ୍ଦୀରେ ଏହି ମନ୍ଦିର ନିର୍ମାଣ ହୋଇଥିବାର ସୂଚନା ମିଳେ । ମାଧବାନନ୍ଦଜିଉଙ୍କ ନାମାନୁସାରେ ଏହି ସ୍ଥାନର ନାମ ମାଧବ ରଖାଯାଇଛି । ଏହିମନ୍ଦିରର ସବୁଠାରୁ ଉଲ୍ଲେଖନୀୟ କଥା ହେଲା ଦୁର୍ଗା ଓ ମାଧବ ଏଠାରେ ଯୁଗଳ ଅଙ୍ଗରେ ବିରାଜମାନ । ଏହାକୁ ମଧ୍ୟ ବିଶ୍ୱପ୍ରସିଦ୍ଧ ଜଗତର ନାଥ ଜଗନ୍ନାଥଙ୍କ ମାମୁଁଘର ବୋଲି କୁହାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ହ୍ୱାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ୱାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ମହାପ୍ରଭୁଙ୍କ ଦର୍ଶନ ପାଇଁ ମହାରଣୀ ଶ୍ରୀମନ୍ଦିରକୁ ବିଜେ କଲେ ତାହାକୁ ଗହଣ ବିଜେ କୁହାଯାଏ । ମହାପ୍ରଭୁଙ୍କ ଦର୍ଶନ ପାଇଁ ମହାରାଣୀ ରାଜପରିବାରର ସଦସ୍ୟଙ୍କ ଗହଣରେ ଯାତ୍ରା କରୁଥିବାରୁ ଶ୍ରୀମନ୍ଦିର ପରମ୍ପରାରେ ଏହି ଯାତ୍ରାକୁ ମହାରାଣୀଙ୍କ ଗହଣ ବିଜେ କୁହାଯାଏ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଉପାସନା ଆରମ୍ଭ କାଳରୁ ଏହି ନୀତି ପ୍ରଚଳନ ଅଛି । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତଲିପିରେ ମହାରାଣୀଙ୍କ ଗହଣ ବିଜେ ପରମ୍ପରା ଉଲ୍ଲେଖ ଅଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପାଣ୍ଡୁରଙ୍ଗ ବାମନ କାଣେ (୭ ମେ ୧୮୮୦– ୮ ମେ ୧୯୭୨) ଜଣେ ବିଶିଷ୍ଟ ସଂସ୍କୃତ ପଣ୍ଡିତ ତଥା ଭାରତବିଦ୍ୟାବିତ୍ । ଦୀର୍ଘ ୪୦ ବର୍ଷ ଧରି ଶୈକ୍ଷିକ କ୍ଷେତ୍ରରେ କରିଥିବା ଗବେଷଣା ତଥା ତାଙ୍କର ରଚନାକୃତି ପାଇଁ ସେ ୧୯୬୩ ମସିହାରେ ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନଦ୍ୱାରା ସମ୍ମାନିତ । ତାଙ୍କର କୃତିଗୁଡିକ ମଧ୍ୟରେ ୬୫୦୦ ପୃଷ୍ଠାର ଧର୍ମଶାସ୍ତ୍ରର ଇତିହାସ ଅନ୍ୟତମ । ବିଶିଷ୍ଟ ଇତିହାସକାର ରାମ ଶରନ ଶର୍ମାଙ୍କ ଭାଷାରେ, "ପାଣ୍ଡୁରଙ୍ଗ ବାମନ କାଣେ ଭଳିଏକ ବିଶିଷ୍ଟ ସଂସ୍କୃତିବିତଙ୍କର ଜୀବନର ବ୍ରତ ଥିଲା ପ୍ରାଚୀନ ପରମ୍ପରା, ବିଦ୍ବତ୍ତା ତଥା ଆଚାର ସଂହିତା ଆଧାରରେ ଆଧୁନିକ ସମାଜ ସଂସ୍କାର । ବିଂଶ ଶତାବ୍ଦୀରେ "History of the Dharmasastra" ନାମରେ ପାଞ୍ଚ ଭାଗରେ ପ୍ରକାଶିତ ତାଙ୍କ ପ୍ରକାଣ୍ଡ ଗ୍ରନ୍ଥ ହେଉଛି ପ୍ରାଚୀନ ସଂସ୍କୃତି, ପରମ୍ପରା ତଥା ଆଚାର ସଂହିତାର ଏକ ଜ୍ଞାନକୋଷ । ପ୍ରାଚୀନ ଭାରତରେ ସାମାଜିକ ବିକାଶର ଧାରା ଅଧ୍ୟୟନ କରିବାରେ ଏକ ବିଶେଷ ସହାୟକ ଗ୍ରନ୍ଥ । "
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଯାଜପୁର ପଞ୍ଚ'ବ'କାର କ୍ଷେତ୍ର ଭାବେ ପରିଚିତ । ପ୍ରଥମରେ ବରାହ, ଦ୍ୱିତୀୟ ବିରଜା, ତୃତୀୟରେ ବେଦ, ଚତୁର୍ଥରେ ବିପ୍ର,ପଞ୍ଚମରେ ବୈତରଣୀ ନଦୀ । ଏହି ପାଞ୍ଚୋଟି ଦୁର୍ଲ୍ଲଭ ରତ୍ନ ଅନ୍ୟ କେଉଁଠି ଦେଖାଯାଏ ନାହିଁ । ପ୍ରଥମେ ବ୍ରହ୍ମା ଏହି ସ୍ଥାନରେ ଯଜ୍ଞ କରିବା ପାଇଁ ବୈତରଣୀକୁ ଏହି କ୍ଷେତ୍ର ମଧ୍ୟରେ ପ୍ରବାହିତ ହେବାକୁ ପୂଜାର୍ଚ୍ଚନା ପୂର୍ବକ ଅନୁରୋଧ କରିଥିଲେ । ବୈତରଣୀ ସନ୍ତୁଷ୍ଟ ହୋଇ ବ୍ରହ୍ମାଙ୍କ ପଛେ ପଛେ ଚାଲିଲେ । କିଛି ବାଟ ଯିବାପରେ ବ୍ରହ୍ମା ଦେଖିଲେ ଆଉ କୁଳୁକୁଳୁ ଶବ୍ଦ ଶୁଭୁନାହିଁ । ଏହାର କାରଣ ଜାଣିବା ପାଇଁ ବ୍ରହ୍ମା ଧ୍ୟାନରେ ବସିଲେ । ବ୍ରହ୍ମାଙ୍କୁ ଶୂନ୍ୟବାଣୀ ଶୁଭିଲା । ନିବିଡ଼ ବନରେ ବାସ କରୁଥିବା ସାନ୍ତାଳ, କନ୍ଧ ରମଣୀମାନଙ୍କ ନଗ୍ନ ରୂପ ଦେଖି ପାପ ଭୟରେ ନଦୀ ଆତ୍ମଗୋପନ କରିଛନ୍ତି । ଯଦି ପ୍ରତିକୋଣରେ ଲିଙ୍ଗ ସ୍ଥାପନ କରାଯାଏ ଶିବ ଦର୍ଶନରେ ପାପ ମୁକ୍ତ ହୋଇ ବୈତରଣୀ ଯଜ୍ଞ ସ୍ଥାନକୁ ଯାଇ ପାରିବେ । ତା’ପରେ ବ୍ରହ୍ମା ପ୍ରତିକୋଣରେ ଲିଙ୍ଗ ସ୍ଥାପନା କରିଥିଲେ । ଶେଷରେ ସ୍ଥାପନା କଲେ ସିଦ୍ଧେଶ୍ୱର ଲିଙ୍ଗ । ଏହିଠାରୁ ବ୍ରହ୍ମା ବୈତରଣୀକୁ ଉତ୍ତରକୁ ପ୍ରବାହିତ ହୋଇଛନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ମୟୂରଭଞ୍ଜ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ମୟୂରଭଞ୍ଜ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ମାରୁଦୁରୁ ଗୋପାଲନ ରାମଚନ୍ଦ୍ରନ (17 January 1917 – 24 December 1987), ( ଏମ. ଜି. ରାମଚନ୍ଦ୍ରନ ବା MGR ନାମରେ ଲୋକପ୍ରିୟ) ହେଉଛନ୍ତି ଜଣେ ଭାରତୀୟ କଥାଚିତ୍ର ତାରକା, କଥାଚିତ୍ର ନିର୍ମାତା ତଥା ରାଜନିତୀଜ୍ଞ ଯିଏ କି ୧୯୭୭ରୁ ୧୯୮୭ ଯାଏଁ ତାମିଲନାଡୁର ମୁଖ୍ୟମନ୍ତୀ ଥିଲେ । ତାମିଲ କଥାଚିତ୍ର ଜଗତର ଜଣେ ଅପ୍ରତିଦ୍ୱନ୍ଦୀ ଅଭିନେତା ସହ ସେ ତାମିଲନାଡୁ ସଂସ୍କୃତିର ପ୍ରତିମା ଭାବେ ଗଣ୍ୟ ହୁଅନ୍ତି । ତାମିଲ ଜଗତର ଏହି ଅଭିନେତା ତଥା ମାନବବାଦୀ ନେତା "Makkal Thilagam" (ଲୋକଙ୍କ ରାଜା), "Puratchi Thalaivar" (କ୍ରାନ୍ତିକାରୀ ନେତା) & "Vathiyar" (ଗୁରୁ) ନାଆଁରେ ମଧ୍ୟ ସେ ସୁପରିଚିତ ।ଯୁବାବସ୍ଥାରେ ରନଚନ୍ଦ୍ରନ ଓ ତାଙ୍କ ବଡ ଭାଇ ଏମ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଦୃଷ୍ଟିହାନି କୁହାଯାଏ ଯେତେବେଳେ ଦୃଷ୍ଟିଶକ୍ତି କମି ଏଭଳି ଅସୁବିଧା ହୁଏ ଯେ ଚଷମା ଭଳି ସାଧାରଣ ଯନ୍ତ୍ରଦ୍ୱାରା ମଧ୍ୟ ଏହାକୁ ଠିକ କରାଯାଇ ପାରେନାହିଁ । ଚଷମା ବା କଣ୍ଟାକ୍ଟ ଲେନସ କିଣିବା ଶକ୍ତି ନ ଥିବା ଲୋକଙ୍କର ଦେଖିବା ଶକ୍ତି କମିବାକୁ ମଧ୍ୟ ଦୃଷ୍ଟିହାନି ଶ୍ରେଣୀରେ ନେବାକୁ ଦାବୀ ହେଉଛି । ଅଧିକାଂଶ ସମୟରେ ଭିଜୁଆଲ ଆକୁଇଟି ୨୦/୪୦ କିମ୍ବା ୨୦/୬୦ରୁ ଆହୁରି କମ ଥିଲେ ଦୃଷ୍ଟିହାନି ସଂଜ୍ଞା ଦିଆଯାଏ । ସମ୍ପୁର୍ଣ୍ଣ ବା ପ୍ରାୟ ସମ୍ପୁର୍ଣ୍ଣ ଦୃଷ୍ଟିଶକ୍ତିର ଅଭାବ ଥିଲେ ଅନ୍ଧତ୍ୱ ସଂଜ୍ଞା ଦିଆଯାଏ । ଦୈନନ୍ଦିନ କାର୍ଯ୍ୟ ଯେପରିକି ଡ୍ରାଇଭିଙ୍ଗ, ପଠନ, ସାମାଜିକତା ଓ ଚାଲିବାରେ ଦୃଷ୍ଟିହାନି ଥିବା ଲୋକ ଅସୁବିଧାର ସମ୍ମୁଖୀନ ହୁଅନ୍ତି । ପୃଥିବୀବ୍ୟାପି ଦୃଷ୍ଟିହାନିର ସବୁଠାରୁ ସାଧାରଣ କାରଣ ହେଲା ଠିକ କରାଯାଇ ନ ଥିବା ରିଫ୍ରାକ୍ଟିଭ ଏରର (୪୩ %), ପରଳ (୩୩୩ %) ଓ ଗ୍ଲକୋମା (୨ %) । ରିଫ୍ରାକ୍ଟିଭ ଏରର ମଧ୍ୟରେ ସମୀପ ଦୃଷ୍ଟି (near sighted), ଦୂର ଦୃଷ୍ଟି (far sighted), ଚାଳିଶା (prebyopia) ଓ ଆସ୍ଟିଗମାଟିଜମ (astigmatism) ଅନ୍ତର୍ଭୁକ୍ତ । ଅନ୍ଧତ୍ୱର ପ୍ରଧାନ କାରଣ ହେଉଛି ପରଳ ବା କାଟାରାକ୍ଟ । ଦୃଷ୍ଟିହାନୀର ଅନ୍ୟାନ୍ୟ କାରଣ ମଧ୍ୟରେ ବୟସ ସମ୍ପର୍କୀୟ ମାକୁଲା କ୍ଷୟ, ଡାଏବେଟିକ ରେଟିନୋପାଥି, ମେଘୁଆ କର୍ନିଆ, ବାଲ୍ୟ ଅନ୍ଧତ୍ୱ, ଓ ଅନେକ ପ୍ରକାରର ସଂକ୍ରମଣ ମୂଖ୍ୟ ସ୍ଥାନ ଅଧିକାର କରିଛି । ସ୍ଟ୍ରୋକ ଯୋଗୁ ମସ୍ତିଷ୍କରେ ଅସୁବିଧା, ଅପକ୍ୱ ଶିଶୁ ଜନ୍ମ ଓ ଆଘାତ ଯୋଗୁ ମଧ୍ୟ ଦୃଷ୍ଟିହାନୀ ହୁଏ । ଏଗୁଡ଼ିକ କର୍ଟିକାଲ ଭିଜୁଆଲ ଇମ୍ପେୟାରମେଣ୍ଟର ଅନ୍ତର୍ଭୁକ୍ତ । ପିଲାମାନଙ୍କର ଦୃଷ୍ଟଶକ୍ତି ସ୍କ୍ରିନିଙ୍ଗ କରାଗଲେ ଭବିଷ୍ୟତରେ ଦୃଷ୍ଟି ଓ ଶିକ୍ଷା ସମସ୍ୟା କମିଯିବ । ବୟସ୍କମାନଙ୍କର ସ୍କ୍ରିନିଙ୍ଗ ମଧ୍ୟ ଉପକାରୀ ହୁଏ । ଚକ୍ଷୁ ପରୀକ୍ଷା କରି ଏହି ଅସୁବିଧା ନିର୍ଣ୍ଣୟ କରାଯାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଆକଲନ ଅନୁସାରେ ୮୦ % ଦୃଷ୍ଟି ହାନୀ କେଶ ପ୍ରତିରୋଧ ସାପେକ୍ଷ ବା ଆରୋଗ୍ୟ ସମର୍ଥ । ଏହି ରୋଗମାନଙ୍କ ମଧ୍ୟରେ ପରଳ, ସଂକ୍ରମଣ, ଟ୍ରାକୋମା, ଗ୍ଲକୋମା, ନଦୀ ଅନ୍ଧତ୍ୱ, ଡାଏବେଟିକ ରେଟିନୋପାଥି, ଅଣଚିକିତ୍ସିତ ରିଫ୍ରାକ୍ଟିଭ ଏରର ଓ ବାଲ୍ୟ ଅନ୍ଧତ୍ୱ । ଦୃଷ୍ଟି ଥଇଥାନ, ପରିବେଶ ପରିବର୍ତ୍ତନ ଓ ସାହାଯ୍ୟକାରୀ ଯନ୍ତ୍ର ମାଧ୍ୟମରେ ଦୃଷ୍ଟିହାନି ଥିବା ଲୋକ ଉପକାର ପାଇପାରିବେ । ସନ ୨୦୧୨ର ଏକ ଆକଳନ ଅନୁସାରେ ପୃଥିବୀରେ ଦୃଷ୍ଟି ଅସୁବିଧା ଥିବା ୨୮୫ ନିୟୁତ ଲୋକଙ୍କ ମଧ୍ୟରେ ୨୪୬ ନିୟୁତ ନମ୍ନ ଦୃଷ୍ଟି ସମ୍ପନ୍ନ ଲୋକ ଓ ୩୯ ନିୟୁତ ଅନ୍ଧ ଥିଲେ । ଏହି ଲୋକଙ୍କ ମଧ୍ୟରୁ ଅଧିକାଂଶ ବିକାଶଶୀଳ ଦେଶର ଲୋକର ବାସିନ୍ଦା ଓ ବୟସ ୫୦ରୁ ଉର୍ଦ୍ଧ୍ୱ । ସନ ୧୯୯୦ ଅପେକ୍ଷା ଦୃଷ୍ଟିହାନି ହାର କମୁଛି । ଚିକିତ୍ସା ଖର୍ଚ୍ଚ ଓ କର୍ମ ଅପାରଗତା ଯୋଗୁ ଦୃଷ୍ଟିହାନି ଥିବା ଲୋକର ଅର୍ଥନୈତିକ ଖର୍ଚ୍ଚ ବଢ଼ିଯାଏ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଆଲାହାବାଦକୁ ଇଲ୍ଲାହାବାଦ, ପ୍ରୟାଗ ଏବଂ ସରକାରୀ ଭାବେ ପ୍ରୟାଗରାଜ ନାମରେ ମଧ୍ୟ ଜଣାଯାଏ । ଏହା ଉତ୍ତର ପ୍ରଦେଶ ରାଜ୍ୟର ଏକ ପ୍ରମୁଖ ସହର ଓ ବାଣିଜ୍ୟ କେନ୍ଦ୍ର ଅଟେ । ଏହା ମଧ୍ୟ ଆଲାହାବାଦ ଜିଲ୍ଲାର ସଦର ମହକୁମା। ଆଲାହାବାଦକୁ ପ୍ରଧାନମନ୍ତ୍ରୀର ସହର ବୋଲି ମଧ୍ୟ କୁହାଯାଏ, କାରଣ ସ୍ୱାଧୀନତା ପରବର୍ତ୍ତୀ ଭାରତର ୧୩ ଜଣ ପ୍ରଧାନ ମନ୍ତ୍ରୀଙ୍କ ମଧ୍ୟରୁ ସାତ ଜଣ ଆଲାହାବାଦଠାରେ ଜନ୍ମ ଗ୍ରହଣ କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଗ୍ଲକୋମା ଏକ ଚକ୍ଷୁ ଦଳୀୟ ରୋଗର ନାମ ଯାହା ଦୃଷ୍ଟି ସ୍ନାୟୁ ନଷ୍ଟ ହେବା ଯୋଗୁ ହୁଏ ଓ ଦୃଷ୍ଟି ହାନୀ ହୁଏ । ଏଥି ମଧ୍ୟରୁ ଓପନ୍ ଆଙ୍ଗ୍ଲ ଗ୍ଲକୋମା ଅଧିକ ଦେଖାଯାଏ ଓ ତାହାଠାରୁ କମ୍ କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମା ଓ ନର୍ମାଲ ଟେନ୍ସନ୍ ଗ୍ଲକୋମା ରୋଗ ଦେଖାଯାଏ । ଓପନ୍ ଆଙ୍ଗ୍ଲ ଗ୍ଲକୋମା ସମୟ କ୍ରମେ ଧୀରେ ଧୀରେ ବଢ଼େ ଓ ଯନ୍ତ୍ରଣା ହୁଏ ନାହିଁ । ପ୍ରଥମେ ପାର୍ଶ୍ୱ ଦୃଷ୍ଟି ହାନୀ ହୁଏ ଓ ପରେ କେନ୍ଦ୍ରୀୟ ଦୃଷ୍ଟି ହାନୀ ହୋଇ ଅନ୍ଧତ୍ୱ ହୁଏ । କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମା ଧୀରେ ବା ହଠାତ୍ ହୋଇପାରେ । ହଠାତ୍ ଆରମ୍ଭ ହେଲେ ସାଂଘାତିକ ଚକ୍ଷୁ ଯନ୍ତ୍ରଣା ହୁଏ, ଅସ୍ପଷ୍ଟ ଦୃଷ୍ଟି, ମଧ୍ୟମ-ସ୍ଫୀତ ପୁତ୍ତଳୀ, ଲାଲ ଆଖି ଓ ଅଇ ହୁଏ । ଏହି ରୋଗ ଯୋଗୁ ଦୃଷ୍ଟ ହାନୀ ହେଲେ ସ୍ଥାୟି ହୋଇଯାଏ ।ଏହି ରୋଗର ସଙ୍କଟ କାରକମାନଙ୍କ ନାମ ଯଥାକ୍ରମେ ଚକ୍ଷୁରେ ଚାପ ବୃଦ୍ଧି, ପରିବାରରେ ରୋଗ ଇତିହାସ, ଅଧକପାଳୀ, ଉଚ୍ଚ ରକ୍ତଚାପ ଓ ମୋଟାପଣ । ଆଖି ଚାପ ୨୧ ମିମି ପାରଦରୁ ଅଧିକ ହେଲେ ଗ୍ଲକୋମା ନିମନ୍ତେ ଅଧିକ ସଙ୍କଟ ହୋଇପାରେ । କେତେକ ଲୋକଙ୍କର ଆଖି ଚାପ ବର୍ଷ ବର୍ଷ ଧରି ଅଧିକ ଥିଲେ ମଧ୍ୟ କିଛି ନଷ୍ଟ ହୁଏ ନାହିଁ । ଅନ୍ୟ ପକ୍ଷରେ ସାଧାରଣ ଚାପ ଥାଇ ମଧ୍ୟ ଦୃଷ୍ଟି ସ୍ନାୟୂ ନଷ୍ଟ ହୋଇପାରେ ଯାହାକୁ ସାଧାରଣ-ଚାପ ଗ୍ଲକୋମା କୁହାଯାଏ । ଓପନ ଆଙ୍ଗ୍ଲ୍ ଗ୍ଲକୋମାରେ ଅକ୍ୱିଅସ ହ୍ୟୁମରର ଟ୍ରବେକୁଲାର ମେସୱର୍କ ମଧ୍ୟରେ ଧୀର ପ୍ରସ୍ଥାନ ହୁଏ ଓ କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମାରେ ଏହି ମେସ୍ୱର୍କ ଅବରୋଧ ହୋଇଯାଏ । ସ୍ଫୀତ ଚକ୍ଷୁ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ଦୃଷ୍ଟି ସ୍ନାୟୁ ସ୍ଥାନଟି ଛୋଟ ଗାତ ଭଳି ଦେଖାଯାଏ ଯାହାକୁ କପିଙ୍ଗ କୁହାଯାଏ ।ଔଷଧ, ଲେଜର ବା ଅପରେଶନ ଚିକିତ୍ସା ତୁରନ୍ତ ଆରମ୍ଭ କଲେ ରୋଗ ଅଗ୍ରଗତିକୁ ଧୀର ବା ବନ୍ଦ କରିହୁଏ । ଚକ୍ଷୁ ଚାପ କମେଇବା ହିଁ ଚିକିତ୍ସାର ଲକ୍ଷ । ବିଭିନ୍ନ ଶ୍ରେଣୀର ଗ୍ଲକୋମା ଔଷଧ ମିଳୁଛି । ଲେଜର ଚିକିତ୍ସା ଉଭୟ ଓପନ୍ ଆଙ୍ଗ୍ଲ ଗ୍ଲକୋମା ଓ କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମାରେ ଉପକାରୀ ହୁଏ । କୌଣସି ଉପଚାରକୁ ନ ମାନୁଥିଲେ ଗ୍ଲକୋମା ଅପରେଶନ କରାଯାଏ । କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମାକୁ ମେଡିକାଲ ଏମର୍ଜେନ୍ସି ଶ୍ରେଣୀରେ ଅନ୍ତର୍ଭୁକ୍ତ କରାଯାଇଛି ।ସାରା ପୃଥିବୀରେ ପ୍ରାୟ ୧୧ରୁ ୬୭ ନିୟୁତ ଗ୍ଲକୋମା ରୋଗୀ ଅଛନ୍ତି । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ପ୍ରାୟ ୨ନିୟୁତ ଲୋକଙ୍କୁ ଆକ୍ରମଣ କରୁଛି । ବୟସାଧିକ ଲୋକଙ୍କୁ ଏହା ଅଧିକ ଆକ୍ରମଣ କରେ । ମହିଳାମାନେ କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମାଦ୍ୱାରା ଅଧିକ ଆକ୍ରାନ୍ତ ହୁଅନ୍ତି । ଧୀରେ ଧୀରେ ବହୁତ ସମୟ ଧରି ଦୃଷ୍ଟିହାନୀ ହେଉଥିବାରୁ ଏହି ରୋଗକୁ ନିରବ ଦୃଷ୍ଟି ଚୋର କୁହାଯାଏ । କାଟାରାକ୍ଟ ରୋଗ ପରେ ଅନ୍ଧତ୍ୱର ଦ୍ୱିତୀୟ କାରଣରୂପେ ଗ୍ଲକୋମାର ନାମ ଆସେ । ଗ୍ଲକୋମା ଶବ୍ଦ ଗ୍ରୀକ୍ ଭାଷାର ଗ୍ଲକୋସ (glaukos) ଶବ୍ଦରୁ ନିଆଯାଇଛି ଯାହାର ଅର୍ଥ ନୀଳ, ଶାଗୁଆ ବା ପାଉଁଶିଆ । ଇଂରାଜୀ ଭାଷାରେ ଗ୍ଲକୋମା ଶବ୍ଦ ସନ ୧୫୮୭ରୁ ବ୍ୟବହାର ହୋଇଆସୁଥିଲା କିନ୍ତୁ ଏହା ସନ ୧୮୫୦ରେ ସାଧାରଣ ଲୋକମାନେ ନେତ୍ରବୀକ୍ଷକ (ophthalmoscope) ଯନ୍ତ୍ରରେ ଦୃଷ୍ଟିସ୍ନାୟୁ ନଷ୍ଟ ହେବା ଦେଖିବାକୁ ଅନୁମତି ପାଇବା ପରେ ସାଧାରଣରେ ବ୍ୟବହାର ହେଲା ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଓଡ଼ିଶାର ଲୋକ ସଭା ସାଂସଦଙ୍କ ତାଲିକା
ଚଳିତ ପଞ୍ଚଦଶ ଲୋକ ସଭା(୨୦୦୯-୨୦୧୪)ରେ ଓଡ଼ିଶାର ପ୍ରତିନିଧିତ୍ୱ କରୁଥିବା ଲୋକ ସଭା ସାଂସଦଗଣଙ୍କ ତାଲିକା
ଅବଦୁଲ ଗଫର ଖାଁ ବା ସୀମାନ୍ତ ଗାନ୍ଧୀ ବା ବଚ୍ଚା ଖାଁ ଜଣେ ଭାରତର ସ୍ୱାଧୀନତା ସଂଗ୍ରାମୀ ଥିଲେ ଯିଏ ଅହିଂସା ବଳରେ ଅଖଣ୍ଡ ଭାରତରୁ ବ୍ରିଟିଶ ଶାସନର ଅବସାନ କରିବାରେ ସହାୟତା କରିଥିଲେ । ସେ ଜଣେ ରାଜନୈତିକ ଏବଂ ଧାର୍ମିକ ଲୋକ ଥିଲେ ଯିଏ ଆଜୀବନ ଶାନ୍ତିବାଦୀ ଏବଂ ଇସଲାମ ଧର୍ମ ଅବଲମ୍ବନ କରିଥିଲେ । ସେ ଗାନ୍ଧୀଜୀଙ୍କର ଅହିଂସା ନୀତିର ଭରପୁର ସମର୍ଥନ କରିଥିଲେ ଏବଂ ନିଜେ ମଧ୍ୟ ଅହିଂସାପ୍ରେମୀ ଥିଲେ । ସେ ୧୯୨୯ ମସିହାରେ ଖୁଦାଇ ଖିଦମତ୍କର (ଭଗବାନଙ୍କର ସେବକ) ନାମକ ଆନ୍ଦୋଳନ ଆରମ୍ଭ କରିଥିଲେ । ଯାହାକି ବହୁମାତ୍ରାରେ ସଫଳ ହୋଇଥିଲା ।ମୁସଲିମ ଲିଗଦ୍ୱାରା ମଗାଯାଇଥିବା ଭାରତ ବିଭାଜନକୁ ସେ ଦୃଢ ରୂପେ ବିରୋଧ କରିଥିଲେ । ଖୁଦାଇ ଖିଡମତ୍କରର ନେତାମାନଙ୍କୁ ନପଚାରି ଯେବେ ଭାରତୀୟ ଜାତୀୟ କଂଗ୍ରେସ ଦେଶ ବିଭାଜନର ନିଷ୍ପତି ନେଇଥିଲା, ଏଥିରେ ଅସନ୍ତୁଷ୍ଟ ହେଇ ସେ କହିଥିଲେ "ତମେମାନେ ଆମକୁ ଗଧିଆ ମାନଙ୍କ ପାଖକୁ ଫୋପାଡ଼ିଦେଇଛ" । ଜୁନ ମାସ ୧୯୯୪ରେ ସେ ପାଶୁନ ଜାତିନିମିତ୍ତ ଏକ ସ୍ୱତନ୍ତ୍ର ପ୍ରଦେଶ ପାଶୁନିସ୍ଥାନ ଦାବି କରିଥିଲେ । ହେଲେ ବ୍ରିଟିଶ ସରକାର ଏହି ଦାବିକୁ ଖାରଜ କରିଦେଇଥିଲେ ।୧୯୮୪ ମସିହାରେ ସେ ଶାନ୍ତି ବିଭାଗରେ ନୋବେଲ ପୁରସ୍କାର ପାଇଁ ମନୋନୀତ ହୋଇଥିଲେ । ପରେ ୧୯୮୭ ମସିହାରେ ତାଙ୍କୁ ଭାରତର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଥିଲା ।