ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ୱରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ୱାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ୱାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ୱର । ପ୍ରତ୍ଯେକ ଧର୍ମ ଈଶ୍ୱରଙ୍କ ସ୍ଥିତିକୁ ସ୍ୱୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ପଖାଳ ଓଡ଼ିଶା ବ୍ୟତୀତ ଆସାମ, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଛତିଶଗଡ଼, andrapradeshରେ ମଧ୍ୟ ପ୍ରଚଳିତ । ଆସାମରେ ଏହାକୁ "ପୋଇତା ଭାତ", ପଶ୍ଚିମ ବଙ୍ଗରେ "ପନ୍ତ ଭାତ", ଝାଡ଼ଖଣ୍ଡ ଓ ବିହାରରେ "ମାରା ଭାତ" ଓ ଛତିଶଗଡ଼ରେ ପଖାଳ ବା "ବୋରେ ଭାତ" କହନ୍ତି । ତାମିଲନାଡୁରେ ଏହା ବକାଳ ବାତ ନାମରେ ଜଣା । ସେଠାରେ ବିବାହ ଆଦି ମାଙ୍ଗଳିକ କାର୍ଯ୍ୟରେ ଏବେ ମଧ୍ୟ ପରଷା ଯାଏ । ପଖାଳ ସାଧାରଣତଃ ଦିନରେ (ସକାଳେ) ଖିଆଯାଏ । ଖରାଦିନରେ ଖରାବେଳେ, କେହି କେହି ଉପରଓଳି ମଧ୍ୟ ଖାଇଥାଆନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ୱର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଅମୃତ ଫଳ ମନୋଜ ଦାସଙ୍କ ଲିଖିତ ଏକ ଉପନ୍ୟାସ । ଏହାର କଥାବସ୍ତୁ ଏକ ଐତିହାସିକ କାହାଣୀ ଉପରେ ଆଧାରିତ । ୧୯୯୬ ମସିହା ଜାନୁଆରୀ ମାସରେ ଏହା ପ୍ରଥମ କରି ପ୍ରକାଶିତ ହୋଇଥିଲା । ବିଦ୍ୟାପୁରୀ, ବାଲୁବଜାର, କଟକର ପିତାମ୍ବର ମିଶ୍ର ଏହି ପୁସ୍ତକଟିର ପ୍ରକାଶକ ଅଟନ୍ତି । କଟକରେ ଥିବା ଆଲାମଚାନ୍ଦବଜାରର ବିଦ୍ୟାଶ୍ରୀ ଡିଟିପି ସେଣ୍ଟରଦ୍ୱାରା ଏହାର ଲିପି ସଂଯୋଜନା କରାଯାଇଛି । ଭୁବନେଶ୍ୱରର ଚନ୍ଦକା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଥିବା ବିଶ୍ୱନାଥ ଏଣ୍ଟରପ୍ରାଇଜେସ୍ଦ୍ୱାରା ଏହି ପୁସ୍ତକଟିକୁ ମୁଦ୍ରଣ କରାଯାଇଛି । ଅଦ୍ୟାବଧି ଏହାର ୧୪ଟି ମୁଦ୍ରଣ ପ୍ରକାଶ ପାଇସାରିଛି । ଚତୁର୍ଦ୍ଦଶ ପ୍ରକାଶନରେ ଏହାର ମୂଲ୍ୟ ୧୩୦ ଟଙ୍କା ରଖାଯାଇଛି । ୨୦୦୦ ମସିହାରେ ଏହି ଉପନ୍ୟାସଟି ପାଇଁ ମନୋଜ ଦାସଙ୍କୁ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଛି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ୱାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବଲାଙ୍ଗୀର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବଲାଙ୍ଗୀର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଇୱିଙ୍ଗସ ସାର୍କୋମା (ଇଂରାଜୀ ଭାଷାରେ Ewing's sarcoma) ଏକ ପ୍ରକାର କର୍କଟ ରୋଗ ଯାହା ଅସ୍ଥି ଓ ନରମ ତନ୍ତୁରୁ ତିଆରି ହୁଏ । ଅର୍ବୁଦ ଥିବା ସ୍ଥାନରେ ଫୁଲା ଓ ଯନ୍ତ୍ରଣା, ଜ୍ୱର ଓ ନିଦାନୀ ଅସ୍ଥିଭଗ୍ନ (bone fracture) ହୋଇପାରେ । ସାଧାରଣତଃ ଗୋଡ଼, ପେଲଭିସ ବା ଶ୍ରୋଣୀ pelvis ଓ ଛାତି କାନ୍ଥରେ ଏହି ରୋଗ ହୁଏ । ରୋଗ ନିର୍ଣ୍ଣୟ ହେବା ବେଳକୁ ୨୫% କେଶ୍ରେ ବିକ୍ଷେପଣ ବା ମେଟାସ୍ଟାସିସ (spread to other parts of the body) ହୋଇସାରିଥାଏ । ରୋଗ ଜଟିଳ ହେଲେ ପ୍ଲୁରାଲ ଇଫ୍ୟୁଜନ (pleural effusion) ବା ପାରାପ୍ଲେଜିଆ (paraplegia) ହୋଇପାରେ ।ଇୱିଙ୍ଗସ ସାର୍କୋମା ରୋଗର କାରଣ ଅଦ୍ୟାବଧି ଅଜ୍ଞାତ ଅଛି । ଅଧିକାଂଶ କେଶ୍ ନିରୁଦ୍ଦେଶ୍ୟ (randomly) ଭାବରେ ହୁଏ । ବେଳେ ବେଳେ ଏହା ଆଦିମ ନିଉରୋଏକ୍ଟୋଡର୍ମାଲ ଅର୍ବୁଦ ସହ ବାହାର ଯାହାକୁ ଇୱିଙ୍ଗ ଅର୍ବୁଦ ପରିବାର (Ewing family of tumors) ଶ୍ରେଣୀରେ ଗଣାହୁଏ । ଏହା ରେସିପ୍ରୋକାଲ ଟ୍ରାନ୍ସଲୋକେସନ (reciprocal translocation) ନାମକ ଏକ ପ୍ରକାର ଜେନେଟିକ ପରିବର୍ତ୍ତନ ଯୋଗୁ ହୁଏ । ତନ୍ତୁ ବାୟୋପ୍ସି (biopsy) କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଅପରେଶନ (Surgery), ରାଡିଏସନ ଥେରାପି (radiation therapy), କେମୋଥେରାପି (chemotherapy) ଓ ସ୍ଟେମ ସେଲ ଥେରାପି (stem cell transplant) ସାହାଯ୍ୟରେ ଚିକିତ୍ସା କରାଯାଏ । ଟାରଗେଟେଡ ଥେରାପି (targeted therapy) ଓ ଇମ୍ମୁନୋଥେରାପିର (immunotherapy) ଅନୁଶୀଳନ ଚାଲିଛି । ୫ ବର୍ଷ ବଞ୍ଚିବା ହାର (5 year survival) ପ୍ରାୟ ୭୦% । ଏହି ବଞ୍ଚିବା ହାରକୁ ଅନେକ କାରକ ପ୍ରଭାବିତ କରନ୍ତି ।ସନ ୧୯୨୦ରେ ଜେମ୍ସ ଇୱିଙ୍ଗ (James Ewing) ପ୍ରଥମରେ ଏହି ଅର୍ବୁଦକୁ କର୍କଟ ରୋଗ ଶ୍ରେଣୀର ଅନ୍ତର୍ଭୁକ୍ତ କରିଥିଲେ । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗରେ ପ୍ରାୟ ୧ ନିୟୁତ ଲୋକ ଆକ୍ରାନ୍ତ ହୁଅନ୍ତି । କିଶୋର ଓ ନବ ଯୁବକମାନେ ଅଧିକ ଆକ୍ରାନ୍ତ ହୁଅନ୍ତି ଓ ଶିଶୁ କର୍କଟ (childhood cancers) ରୋଗର ପ୍ରାୟ ୨% ଲୋକଙ୍କୁ ଏହି ରୋଗ ହୁଏ । ଗୋରା ଆମେରିକୀୟ ବା କକେସିଆନ Caucasians ଲୋକଙ୍କୁ ଏସିଆ ବା ଆଫ୍ରିକା ଆମେରିକୀୟ (African American) ଅଧିବାସୀଙ୍କ ଅପେକ୍ଷା ଏ ରୋଗ ଅଧିକ ହୁଏ । ମହିଳାଙ୍କ ଅପେକ୍ଷା ପୁରୁଷମାନେ ଅଧିକ ଆକ୍ରାନ୍ତ ହୁଅନ୍ତି ।
π (ପାଇ) ସଂଖ୍ୟାଟି ହେଉଛି ଏକ ଗାଣିତିକ ସ୍ଥିରାଙ୍କ, ଏକ ବୃତ୍ତର ପରିଧି ସହ ବ୍ୟାସର ଅନୁପାତକୁ ବୁଝାଏ । ଏହାର ମୂଲ୍ୟ ପାଖାପାଖି ୩.୧୪୧୫୯ ଅଟେ । ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରୁ ଏହାକୁ ଗ୍ରୀକ ଅକ୍ଷର π ସୁଚା ଯାଇଆସୁଅଛି, ଯଦିଓ ବେଳେବେଳେ ଏହାକୁ "ପାଇ" ( /paɪ/) ବୋଲି ଉଚ୍ଚାରଣ କରାଯାଇଥାଏ ।ବୃତ୍ତର ଆକୃତି ଯେତେ ବଡ ବା ସାନ ହେଉପଛେ ଉଭୟ ଯୁକ୍ତିମୂଳକ ଓ ପରୀକ୍ଷାମୂଳକ ଭାବରେ ପ୍ରମାଣ କରାଯାଇଛି ଯେ, ଯେକୌଣସି ବୃତ୍ତର ସର୍ବଦା ପରିଧି/ବ୍ୟାସ = ଏକ ଧ୍ରୁବାଙ୍କ । ଏହି ଧୃବାଙ୍କକୁ ଗ୍ରୀକ୍ ଅକ୍ଷର "ପାଇ" ନାମରେ ଅଭିହିତ କରାଯାଇଛି । ଏହା ହେଉଛି ପାଇର ଅସରନ୍ତି ଦଶମିକ ସଂଖ୍ୟା ୩.୧୪୧୫୯୨......
ଢେଙ୍କାନାଳ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ଢେଙ୍କାନାଳ' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ୱର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ୱର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବକ ମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତା ମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପର ମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବେସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ରଘୁନାଥ ମୁର୍ମୁ (୧୮ ମଇ ୧୯୦୫ – ୧ ଫେବୃଆରୀ ୧୯୮୨) ଜଣେ ଭାଷା ଓ ଲିପି ଗବେଷକ ଥିଲେ । ସେ ପ୍ରଥମ କରି ଅଲ ଚିକି ଲିପି ତିଆରି କରିଥିବାରୁ ଏହି ଲିପିର ଜନକ ନାମରେ ମଧ୍ୟ ଜଣାଶୁଣା । ଏଥି ନିମନ୍ତେ ତାଙ୍କୁ ସାନ୍ତାଳୀ ଭାଷାଭାଷୀ ଲୋକେ ଆଦରରେ "ଗୁରୁ ଗୋମକେ' ବୋଲି ମଧ୍ୟ ଡାକିଥାନ୍ତି । ଅଲ ଚିକି ବହୁବିଧ ନାମ ଯଥା ଅଲ ସେମେଟ ("ପ୍ରଣାଳୀ"), ଅଲ ସିକି, ଅଲ ଓ ବେଳେବେଳେ ସାନ୍ତାଳୀ ଅକ୍ଷର ବୋଲି ଜଣାଶୁଣା । ୧୯୨୫ରେ ଏହି ଲିପି ସାନ୍ତାଳୀ ଭାଷା ଲେଖିବା ନିମନ୍ତେ ଭାରତ ଓ ଅନ୍ୟାନ୍ୟ ଦେଶରେ ବ୍ୟବହାର କରାଗଲା । ସେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ସାନ୍ତାଳୀ ଜନଜୀବନରେ ଉନ୍ନତି ଆଣିବା ନିମନ୍ତେ ଅନେକ କାମ କରିଥିଲେ । ରଘୁନାଥ ମୁର୍ମୁଙ୍କ ଅବଦାନକୁ ପଶ୍ଚିମବଙ୍ଗ ସରକାର ସ୍ୱୀକାର କରିଛନ୍ତି ଏବଂ ତାଙ୍କ ସ୍ମୃତିରେ ୧୯୮୬ ମସିହାରେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲାର ଜାମବାଣୀଠାରେ ପଣ୍ଡିତ ରଘୁନାଥ ମୁର୍ମୁ ସ୍ମୃତି ମହାବିଦ୍ୟାଳୟ ଓ ୨୦୦୭ ମସିହାରେ ମୁର୍ସିଦାବାଦଠାରେ କଲ୍ୟାଣୀ ବିଶ୍ୱବିଦ୍ୟାଳୟ ଅଧିନରେ ଏକ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ଓଡ଼ିଶା ସରକାର ମଧ୍ୟ ରାଜ୍ୟର ପଞ୍ଚମ ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ୱବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ରତ୍ନ ମଞ୍ଜରୀ ଦେବୀ (୧ ଜାନୁଆରୀ ୧୯୩୫ - ୨୧ ଜାନୁଆରୀ ୨୦୧୯) ଜଣେ ଓଡ଼ିଆ ରାଜନୀତିଜ୍ଞ ତଥା ଗଞ୍ଜାମ ଜିଲ୍ଲାର ମହୁରୀ ରାଜବାଟୀର ରାଣୀ ଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟା ଭାବରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ରତ୍ନ ମଞ୍ଜରୀ ଦେବୀ ସ୍ୱାଧୀନ ପ୍ରାର୍ଥୀ ଭାବରେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟକୁ ପରାସ୍ତ କରି ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ରାସମଞ୍ଜରୀ ଦେବୀ (ଜନ୍ମ: ୧୯ ନଭେମ୍ବର ୧୯୨୭) ଜଣେ ଓଡ଼ିଆ ରାଜନୀତିଜ୍ଞ ତଥା ତିଗିରିଆର ରାଣୀ ଥିଲେ । ସେ ଜନତା ପାର୍ଟିର ଜଣେ କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟା ଭାବରେ କାର୍ଯ୍ୟ କରିଥିଲେ । ରାସମଞ୍ଜରୀ ଦେବୀ ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଜନତା ପାର୍ଟିର ପ୍ରତିନିଧି ଭାବରେ ନିର୍ବାଚିତ ହୋଇ ୭ମ ଓଡ଼ିଶା ବିଧାନ ସଭାକୁ ଯାଇଥିଲେ ।
କୃଷ୍ଣଚନ୍ଦ୍ର ମିଶ୍ର ଓଡ଼ିଆ ଓ ଈଂରାଜୀ ଭାଷାର ଜଣେ ପ୍ରାବନ୍ଧିକ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରାଧ୍ୟାପକ । ତାଙ୍କର ଗବେଷଣାତ୍ମକ ରଚନା ଶ୍ରୀଜଗନ୍ନାଥ ମନ୍ଦିରର କଳା ଓ ସ୍ଥାପତ୍ୟ (ଏକ ତାତ୍ତ୍ଵିକ ବିଶ୍ଳେଷଣ) ପୁସ୍ତକ ପାଇଁ ତାଙ୍କୁ ୨୦୧୨ ମସିହାର ପ୍ରବନ୍ଧ ଓ ସମାଲୋଚନା ବର୍ଗରେ “ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର” ପାଇଁ ମନୋନୀତ କରାଯାଇଥିଲା । ୨୦୧୫ ମସିହା ନଭେମ୍ଵର ୨୦ ତାରିଖ ଦିନ ଭୁବନେଶ୍ଵରର ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ପୁରସ୍କାର ପ୍ରଦାନ ସମାରୋହରେ ସେ ଏହି ପୁରସ୍କାରଦ୍ଵାରା ସମ୍ମାନିତ ହୋଇଥିଲେ । ଚାକିରୀ ଜୀବନରୁ ଅବସର ନେବା ପରେ ବର୍ତ୍ତମାନ ସେ ଭାରତୀୟ ସଂସ୍କୃତି ଉପରେ ଉଚ୍ଚତର ଗବେଷଣା କରୁଛନ୍ତି । ତାଙ୍କ ପତ୍ନୀ ଡଃ ଲକ୍ଷ୍ମୀପ୍ରିୟା ଆଚାର୍ଯ୍ୟ ପୁରୀର ସରକାରୀ ମହିଳା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷା ତଥା ଜଣେ ଲେଖିକା ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ବିଜ୍ଞାନର ଯେଉଁ ବିଭାଗରେ ଉଦ୍ଭିଦ ତଥା ସେମାନଙ୍କ ବିଶେଷତ୍ୱ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ବୈଜ୍ଞାନିକ ମାନଙ୍କୁ ଉଦ୍ଭିଦବି଼ଜ୍ଞାନୀ ବା ଉଦ୍ଭିଦବି଼ଜ୍ଞାନବିତ୍ (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ botanēରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା ଗଛ, ଲତାଙ୍କ ବ୍ୟତୀତ ଶୈବାଳ ଓ ଫିମ୍ପିଙ୍କୁ ମଧ୍ୟ ଅଧ୍ୟୟନ କରିଥାନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ପ୍ରକୃତ ପ୍ରଜାତିର ମାନ୍ୟତା ଦିଆଯାଇଛି।ଥିଓଫ୍ରାଷ୍ଟସ୍ (Theophrastus)ଙ୍କୁ ଉଦ୍ଭିଦବିଜ୍ଞାନର ଜନକ ବୋଲି ବିବେଚନା କରାଯଏ। କିନ୍ତୁ ଆଦିମ କାଳରୁ ଉଦ୍ଭିଦ ଜାତ ଦ୍ରବ୍ୟକୁ ଖାଦ୍ୟ, ଔଷଧ ଇତ୍ୟାଦିରେ ବ୍ୟବହାର କରାଯାଇ ଆସୁଅଛି ଏବଂ ଅନେକ ପ୍ରାଚୀନ ସଭ୍ୟତାରେ ବିଶେଷତ୍ୱ ଅନୁସାରେ ଉଦ୍ଭିଦ ମାନଙ୍କୁ ବିଭିନ୍ନ ଶ୍ରେଣୀ (ଯଥା ଶସ୍ଯ, ଔଷଧ ଓ ବିଷାକ୍ତ)ରେ ବିଭକ୍ତ କରିଥିଲେ। ୧୮ଶହ ଶତାଦ୍ଧୀରେ ଇଉରୋପର ଉଦ୍ୟାନ ମାନଙ୍କରେ ଫୁଲଗଛ ମାନଙ୍କ ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣର ଆବଶ୍ୟକତା ପଡିଥିଲା। ଏହା ବୈଜ୍ଞାନିକ ପଦ୍ଧତିରେ ଉଦ୍ଭିଦ ଶ୍ରେଣୀବିଭାଗ କରିବା କାର୍ଯ୍ୟକୁ ପ୍ରୋତ୍ସାହିତ କରିଥିଲା। ଏଥିସହ ଆଧୁନିକ ଉଦ୍ଭିଦବିଜ୍ଞାନର ଅୟମାରମ୍ଭ ହୋଇଥିଲା। କ୍ୟାରୋଲସ୍ ଲିନିୟସ୍ ଉଦ୍ଭିଦ ମାନଙ୍କ ବିଭ୍ଭିନାତାକୁ ଅଧ୍ୟୟନ କରି binomial nomenclature ପଦ୍ଧତି ସିଷ୍ଟେମାନଚୁରେ ନାମକ ପୁସ୍ତକରେ ବର୍ଣ୍ଣନା କରିଥିଲେ। ଏହାଦ୍ୱାରା ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣ ସହଜରେ କରାଯାଇପାରିଲା। ଚାର୍ଲସ୍ ଡାରୱିନ୍ ଉଦ୍ଭିଦ ବିବର୍ତ୍ତନକୁ ଅଧ୍ୟୟନ କରିଥିଲେ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହିନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।